ଭୁବନେଶ୍ବର : ରାଜ୍ୟରେ ଆଉ 12 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ସୁନ୍ଦରଗଡ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କେଉଁଝରରୁ 2ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଝାରସୁଗୁଡା, ପୁରୀ, ଗଞ୍ଜାମ, ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା 1320କୁ ବୃଦ୍ଧି ହୋଇଛି ।
ଖୋର୍ଦ୍ଧା ଜିଲ୍ଲାର ତିନି ମୃତକଙ୍କ ମଧ୍ୟରେ ଜଣେ 43 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଦୁଇଜଣ ଭୁବନେଶ୍ବରର 67 ବର୍ଷୀୟ ଓ 65 ବର୍ଷୀୟ ବ୍ୟକ୍ତି ରହିଛନ୍ତି । ସେହିପରି ସୁନ୍ଦରଗଡରୁ 70 ବର୍ଷ, 63 ବର୍ଷ ଓ 65 ବର୍ଷ ପୁରୁଷଙ୍କର ମୃତ୍ୟୁ ହୋଇଛି । କେଉଁଝରରୁ ଜଣେ 40 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 55 ବର୍ଷୀୟ ବ୍ୟକ୍ତି । ସେହିପରି, ଝାରସୁଗୁଡାରୁ 50 ବର୍ଷୀୟ ପୁରୁଷ, ପୁରୀରୁ 72 ବର୍ଷୀୟ ମହିଳା, ଗଞ୍ଜାମରୁ 34 ବର୍ଷୀୟ ପୁରୁଷ, ନୂଆପଡାରୁ 48 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।