Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କୋଭିଡ ମୁକାବିଲା: ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଏଡାଇବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

କୋଭିଡ ମୁକାବିଲା: ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଏଡାଇବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

November 4, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଇଉରୋପ ଓ ଅନ୍ୟ ପାଶ୍ଚାତ୍ୟ ଦେଶ ମାନଙ୍କରେ ପ୍ରଥମ ପର୍ଯ୍ୟାୟ କୋଭିଡ ସଂକ୍ରମଣ ପରେ ବର୍ତ୍ତମାନ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି। ଓଡିଶାରେ ଡିସେମ୍ବର ଦ୍ବିତୀୟ ସପ୍ତାହ ପରେ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଥିବାରୁ ଆମକୁ ଏବେଠୁ ସତର୍କ ରହି କାର୍ଯ୍ୟ କରିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି କୋଭିଡ ମୁକାବିଲା କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣକୁ ଏଡାଇବାକୁ ହେଲେ ଆମକୁ କୋଭିଡ ନିୟମ ଯଥା – ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ହାତ ଧୋଇବା ଆଦି ବ୍ୟବସ୍ଥାକୁ କଡାକଡି ଭାବରେ ଜାରି ରଖିବାକୁ ପଡିବ। ଏଥିରେ ଆଦୌ କୋହଳ କରାଯାଇପାରିବ ନାହିଁ। କାରଣ ଲକ୍‌ଡାଉନ ପରି କଠିନ ପରିସ୍ଥିତିକୁ ଏଡାଇବା ପାଇଁ ଏହାହିଁ ଶ୍ରେଷ୍ଠ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ହାର କମି ଥିବାରୁ ଓ ଆରୋଗ୍ୟ ହାର ବଢୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ। ଓନାମ୍‌ ପର୍ବ ପାଳନ ପରେ କେରଳରେ ଉପୁଜିଥିବା ଅବସ୍ଥା ଏବଂ ଦିଲ୍ଲୀର ବର୍ତ୍ତମାନ ଅବସ୍ଥା ସଂପର୍କରେ ଉଦାହରଣ ଦେଇ ଆମକୁ ଅଧିକ ସତର୍କ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ଏ କ୍ଷେତ୍ରରେ ସାମାନ୍ୟ ଢିଲାପଣ ଗ୍ରହଣୀୟ ନୁହେଁ ବୋଲି କହିଥିଲେ।

ଗତ ପୂଜା ସମୟରେ କୋଭିଡ ନିୟମ ମାନି ଜନସାଧାରଣ ଶୃଙ୍ଖଳା ଓ ସଂଯମତାର ସହିତ ପର୍ବ ପାଳନ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି ସମୟରେ ପ୍ରଶାସନ ଓ ପୋଲିସ କାର୍ଯ୍ୟକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଥିଲେ। ଆଗକୁ ଦୀପାବଳି ଆସୁଥିବାରୁ ସେହିଭଳି ଶୃଙ୍ଖଳା ଓ ସଂଯମତା ରକ୍ଷା କରି ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ଦୀପାବଳି କଟକଣା ତଦାରଖ କରିବା ପାଇଁ ପର୍ଯ୍ୟବେକ୍ଷକ ମାନଙ୍କୁ ଜିଲ୍ଲାଗସ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଏହି କଟକଣାକୁ କଡାକଡି ଭାବରେ କାର୍ଯ୍ୟକାରୀ କରିବାକୁ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

କୋଭିଡରେ ଆକ୍ରାନ୍ତ ବ୍ୟକ୍ତିମାନେ ସୁସ୍ଥ ହେବା ପରେ ପରବର୍ତ୍ତୀ ସମୟରେ ସେମାନଙ୍କ ଠାରେ କେତେକ ଜଟିଳ ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଉଥିବା ଜଣାପଡିଛି। ତେଣୁ ସ୍ବାସ୍ଥ୍ୟ ବିଭାଗ ପରିସ୍ଥିତି ଉପରେ ନଜର ରଖିବା ସହିତ ଉପଯୁକ୍ତ ପ୍ରୋଟୋକଲ୍‌ ପ୍ରସ୍ତୁତ କରିବା ଏବଂ ଏଥିପାଇଁ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ତାଲିମ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଏତଦ୍‌ବ୍ୟତୀତ କୋଭିଡ ପରବର୍ତ୍ତୀ ସ୍ବାସ୍ଥ୍ୟର ଯତ୍ନ ସଂପର୍କରେ ବ୍ୟାପକ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

କୋଭିଡ ଜନିତ ଆର୍ଥିକ ଶିଥିଳତା ସମୟରେ ଆମର ଗରିବ ଲୋକମାନେ ଯେଭଳି ବିଶେଷ ପ୍ରଭାବିତ ନ ହେବେ, ତାକୁ ଦୃଷ୍ଟିରେ ରଖି ଜୀବିକା କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ ବିଭାଗକୁ ପରାମର୍ଶ ଦେଇଥିଲେ। ମନେରେଗା, ମିଶନ ଶକ୍ତି ଏବଂ ଅର୍ବାନ ୱେଜ ଏମ୍ପ୍ଲୟମେଣ୍ଟ ପରି କାର୍ଯ୍ୟକ୍ରମକୁ ଜାରି ରଖିବା ସହିତ ଗରିବ ଲୋକଙ୍କ ଆର୍ଥିକ ନିରାପତ୍ତା ଯେପରି ବ୍ୟାହତ ନ ହେବ, ସେଥିପ୍ରତି ଦୃଷ୍ଟି ଦେବା ପାଇଁ ବିଭିନ୍ନ ବିଭାଗକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଗତ ଏସଏଲବିସି ବୈଠକ ସମୟରେ ମିଶନ ଶକ୍ତି, ଏମଏସଏମଇ ଓ ଚାଷୀ ମାନଙ୍କୁ ଠିକ୍‌ ସମୟରେ ଋଣ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ବ୍ୟାଙ୍କ ମାନଙ୍କୁ ଦେଇଥିବା ପରାମର୍ଶ ସଂପର୍କରେ ସ୍ମରଣ କରାଇ ଦେଇ ସଂପୃକ୍ତ ବିଭାଗ ମାନେ ଏହା ଉପରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ କହିଥିଲେ।

କୋଭିଡ ପରିଚାଳନା ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ କୋଭିଡ ସଂକ୍ରମଣ କମିଛି ଏବଂ ହସ୍‌ପିଟାଲରେ ଆଇସିୟୁ ଓ ଶଯ୍ୟା ସନ୍ତୋଷଜନର ରହିଛି ।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କୋଭିଡ ପରବର୍ତ୍ତୀ ଯତ୍ନ ପାଇଁ ଷ୍ଟାଣ୍ଡାର୍ଡ ପ୍ରୋଟୋକଲ ପ୍ରସ୍ତୁତ କରିବା ପାଇଁ ଟାସ୍କଫୋର୍ସ ଗଠନ କରାଯାଇଛି। ସେହିପରି ବ୍ୟାପକ ଟୀକାକରଣକୁ ଦୃଷ୍ଟିରେ ରଖି କୋଲ୍ଡ ଚେନ ଓ ଡାଟା ବେସ କାମ ଜାରି ରହିଛି ବୋଲି ଶ୍ରୀ ତ୍ରିପାଠୀ ସୂଚନା ଦେଇଥିଲେ।

କୋଭିଡ ପରିଚାଳନା ସଂପର୍କରେ ସ୍ବତନ୍ତ୍ର ଉପସ୍ଥାପନା କରି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ମହାପାତ୍ର କହିଥିଲେ ଯେ ସାରା ଦେଶରେ ପ୍ରତି ୧୦ ଲକ୍ଷରେ ୮୩ ହଜାର ପରୀକ୍ଷା ହେଉଥିବା ବେଳେ, ଆମ ରାଜ୍ୟରେ ୧ ଲକ୍ଷ ୨ ହଜାର ଟେଷ୍ଟିଂ କରାଯାଇଛି। ଜାତୀୟ ସ୍ତରରେ ଆରୋଗ୍ୟ ହାର ୯୨ ପ୍ରତିଶତ ଥିବାବେଳେ, ଆମ ରାଜ୍ୟରେ ଏହା ୯୫.୩୨ ପ୍ରତିଶତରେ ପହଞ୍ଚିଛି। ମୃତ୍ୟୁ ହାର ମଧ୍ୟ ହ୍ରାସ ପାଇଁ ୦.୪୬ ପ୍ରତିଶତ ରହିଛି। ରାଜ୍ୟରେ ଟୀକାକରଣ କାର୍ଯ୍ୟକ୍ରମକୁ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଙ୍ଗ କମିଟି ଗଠନ କରାଯାଇଥିବା ବେଳେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଏବଂ ଜିଲ୍ଲାପାଳ ମାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଟାସ୍କଫୋର୍ସ ଗଠନ କରାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ଟୀକାକରଣ ନିମନ୍ତେ ୩୭୫୨ଟି ସରକାରୀ ଓ ଘରୋଇ ପ୍ରତିଷ୍ଠାନ ଚିହ୍ନଟ କରାଯାଇଥିବା ବେଳେ ୩ ଲକ୍ଷରୁ ଅଧିକ କର୍ମଚାରୀଙ୍କୁ ନିୟୋଜିତ କରିବା ପାଇଁ ସ୍ଥିର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି।

ଭୁବନେଶ୍ବରରେ ସେରୋ ସର୍ଭେ ଶେଷ ହୋଇଥିବା ବେଳେ ହାଇ ରିସ୍କ ଗୃପର ସେରୋ ସର୍ଭେ ଗତ ୩ ତାରିଖିରେ ଶେଷ ହୋଇଛି। ବର୍ତ୍ତମାନ କଟକରେ ସେରୋ ସର୍ଭେ ଚାଲିଥିବା ବେଳେ ପୁରୀ, ସମ୍ବଲପୁର ଓ ବାଲେଶ୍ବରରେ ଆଗାମୀ ଡିସେମ୍ବରରେ କରାଯିବ ବୋଲି ସୂଚନା ଦେଇଥିଲେ।

ବୈଠକରେ ଉନ୍ନୟନ କମିଶନର ଶ୍ରୀ ସୁରେଶ ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ ଜେନା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

କୋଭିଡ ମୁକାବିଲା ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.