ଭୁବନେଶ୍ୱର: ପାରିବାରିକ ହିଂସା ନେଇ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମାମଲାରେ କୋର୍ଟରେ ହାଜର ହେଲେ ସ୍ୱାମୀ ଅନୁଭବ ମହାନ୍ତି। କୋର୍ଟରେ ଓକିଲଙ୍କ ଜରିଆରେ ଆଜି ହାଜର ହୋଇଛନ୍ତି ଅନୁଭବ ମହାନ୍ତି । ତେବେ ଆସନ୍ତା ଡିସେମ୍ବର 18 ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଜବାବ ଦାଖଲ ପାଇଁ ସମୟ ମାଗିଛନ୍ତି, ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ।
ବାହାଘର ପରେ ତାଙ୍କ ସହ ଅତ୍ୟାଚାର ଓ ନିର୍ଯାତନା ହୋଇଥିବା ଅଭିଯୋଗ ଆଣି କୋର୍ଟ ଯାଇଥିଲେ ବର୍ଷା । ମଦ୍ୟପାନ କରିବା, ବିରୋଧ କଲେ ବାଡ଼େଇବା ଏମିତିକି ଗୋଇଠା ମାରନ୍ତି ବୋଲି ବର୍ଷା ଅଭିଯୋଗ ଆଣିଛନ୍ତି। ସେପଟେ ଅନୁଭବ ମଧ୍ୟ ଛାଡ଼ପତ୍ର ନେଇ କୋର୍ଟ ଯାଇଛନ୍ତି ।
Tags: ବର୍ଷା-ଅନୁଭବ