Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାରେ କରୋନା ଟୀକା ପ୍ରଦାନ ପାଇଁ ପ୍ରସ୍ତୁତି, ପ୍ରଥମେ କାହାକୁ ଦିଆଯିବ ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଜାତୀୟ ଖବର

ଓଡିଶାରେ କରୋନା ଟୀକା ପ୍ରଦାନ ପାଇଁ ପ୍ରସ୍ତୁତି, ପ୍ରଥମେ କାହାକୁ ଦିଆଯିବ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

November 18, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
vaccine

ଭୁବନେଶ୍ବର, କରୋନାର ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଟୀକା ମିଳିବାର ଆଶା  ଉଜ୍ଜଳ ହୋଇଛି । ଟୀକା ପ୍ରଦାନ ସମୟରେ ସ୍ବାସ୍ଥ୍ୟକର୍ମୀଙ୍କ ସମେତ ଗର୍ଭବତୀ ମହିଳା ଓ ୬୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବ୍ୟକ୍ତିଙ୍କୁ ଟୀକା ପ୍ରଦାନରେ ପ୍ରାଥମିକତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଏ କ୍ଷେତ୍ରରେ ଗୁରୁତର ରୋଗ ଭୋଗୁଥିବା ରୋଗୀଙ୍କର ଡାଟାବେସ୍‌ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ସମାଜର ବିପଦସଂକୁଳ ବର୍ଗର ବ୍ୟକ୍ତି ମାନଙ୍କୁ ଟୀକା ପ୍ରଦାନ ସମୟରେ ବୃତ୍ତିଗତ, ବୈଜ୍ଞାନିକ, ସଂପୂର୍ଣ୍ଣ ଫଳପ୍ରଦ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ।

ଆଜି କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟୀକା ନେବା ପର୍ଯ୍ୟନ୍ତ ମାସ୍କ ହିଁ ହେଉଛି ସବୁଠାରୁ ଅଧିକ ଫଳପ୍ରଦ ପ୍ରତିରୋଧକ ।ତେଣୁ ମାସ୍କ ବ୍ୟବହାର ସହିତ ସାମାଜିକ ଦୂରତା ଏବଂ ହାତ ଧୋଇବା ଆଦି ସୁରକ୍ଷା ବ୍ୟବସ୍ଥା ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ।

ଆମେରିକା ଓ ପଶ୍ଚିମ ଇଉରୋପୀୟ ଦେଶ ଏବଂ ଆମର ନୂଆଦିଲ୍ଲୀରେ ଯେଭଳି କୋଭିଡ ର ଦ୍ବିତୀୟ ପ୍ରବାହ ଆରମ୍ଭ ହୋଇଛି, ତାକୁ ଦୃଷ୍ଟିରେ ରଖି ଆମେ ସତର୍କତାକୁ ଜାରି ରଖିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଗୋଟିଏ ମାସ ଭିତରେ ଆମେରିକାରେ ସଂକ୍ରମଣ ତିନି ଗୁଣ ବଢିବା ରୋଗର ଗୁରୁତର ଦିଗ ପ୍ରତି ସୂଚୀତ କରୁଛି । ତେଣୁ ଆମକୁ ଶୀତ ଋତୁ ପାଇଁ ସତର୍କ ରହିବା ସହିତ କୋଭିଡ ହସ୍‌ପିଟାଲର ICU ଗୁଡିକୁ ମଧ୍ୟ କାର୍ଯ୍ୟକ୍ଷମ ରଖାଯାଇଛି ବୋଲି କହିଥିଲେ ।

ଆମର  ଆଗୁଆ ଯୋଜନା, ଭିତ୍ତିଭୂମି ସୃଷ୍ଟି, ଦକ୍ଷତା ଏବଂ ବିଭିନ୍ନ ସ୍ତରରେ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଫଳପ୍ରଦ ତଦାରଖ  ଜରିଆରେ ଆମେ ଯେପରି ସଂକ୍ରମଣକୁ ନିୟନ୍ତ୍ରଣ କରିପାରିଲେ, ଟୀକାକରଣ ପାଇଁ ମଧ୍ୟ ଏବେଠାରୁ ସେହି ଅନୁଭବକୁ ଉପଯୋଗ କରିବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେହିପରି ଲୋକଙ୍କ ଜୀବନ ଜୀବିକା ଯେପରି ବ୍ୟାହତ ନ ହୁଏ, ସେ ଦିଗ ପ୍ରତି ମଧ୍ୟ ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ ଏବଂ ଏହାର ନିୟମିତ ସମୀକ୍ଷା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ।

 

କରୋନା ଟୀକା
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026
Latest News

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.