ଭୁବନେଶ୍ବର: ରାଜ୍ୟରେ ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 1608କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ 4 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ କଟକରୁ 3 ଜଣ ଓ ଗଞ୍ଜାମ ଓ ସମ୍ବଲପୁରରୁ 2 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ, ଜଗତସିଂହପୁର, ସୁବର୍ଣ୍ଣପୁର, ପୁରୀ ଓ ଝାରସୁଗୁଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।