ନୂଆଦିଲ୍ଲୀ : ଦେଶରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ଆଜି ଦେଶରେ 93 ଲକ୍ଷ ଟପିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ 24 ଘଣ୍ଟା ମଧ୍ୟରେ ସାରା ଦେଶରୁ 43 ହଜାର 82 ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ୍ ପଜିଟିଭ୍ କେସ୍ 93 ଲକ୍ଷ 9 ହଜାର 788କୁ ବୃଦ୍ଧି ପାଇଛି । ସେହିପରି ଗତ 24 ଘଣ୍ଟାରେ 492 ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା 1 ଲକ୍ଷ 35 ହଜାର 715କୁ ଛୁଇଁଛି। ଏବେ ଦେଶରେ ମୃତ୍ୟୁହାର 1.46% ରହିଛି ।