Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରୀ ହତ୍ୟା : ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ପରୀ ହତ୍ୟା : ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

November 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ନୟାଗଡ ପରୀ ହତ୍ୟା ମାମଲାରେ ଏସ୍‌ଆଇଟି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିସାବସରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଧାନସଭାରେ ଏହା ଘୋଷଣା କରିଛନ୍ତି । ଆଜି ବି ପରୀ ହତ୍ୟାକାଣ୍ଡକୁ ନେଇ ବିଧାନସଭା ହୁଲସ୍ତୁଲ୍‌ ହୋଇଛି । ମୁଖ୍ୟମନ୍ତ୍ରୀ ଏହି ଘୋଷଣା ବେଳେ ବି ବିରୋଧୀଙ୍କ ହୋହଲ୍ଲା ଜାରି ରହିଥିଲା ।

ପରୀ ମାମଲାକୁ ନେଇ ବିଧାନସଭା ହୁଲସ୍ତୁଲ ହେଉଥିବାବେଳେ ବିରୋଧୀ ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବିରେ ଅଡ଼ିବସିଛନ୍ତି ।  ବିଧାନସଭା ଭିତରେ ଓ ବାହାରେ ବି ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବି ଜୋର ଧରିଛି ।  ଏହି ପରିପ୍ରେକ୍ଷୀରେ ପରୀକୁ ନ୍ୟାୟ ଦାବିରେ ବିଜେପି ଓ ଯୁବକ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛି ।  ପରୀକୁ ନ୍ୟାୟ ଓ ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବିରେ ବିକ୍ଷୋଭ କରାଯାଇଛି ।

ଅପରପକ୍ଷରେ ଏହି ମାମଲାକୁ ନେଇ ବିଧାନସଭା ମଧ୍ୟରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି । ଗୃହ ମଧ୍ୟଭାଗକୁ ଆସି ବିଜେପି ସଦସ୍ୟମାନେ ପ୍ରତିବାଦ କରିଛନ୍ତି । ବିଜେପି ସଦସ୍ୟମାନେ ପୋଷ୍ଟର ଓ ବ୍ୟାନର ଦେଖାଇ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବି କରିଛନ୍ତି । ସେହିପରି କଂଗ୍ରେସ ସଦସ୍ୟମାନେ ମଧ୍ୟ ଗୃହର ମଧ୍ୟଭାଗକୁ ଆସି ନାରାବାଜି ସହ ହଟ୍ଟଗୋଳ କରିଛନ୍ତି । ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ଗୃହ ପୁଣି କମ୍ପିଛି । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକୁ ବାରମ୍ବାର ମୁଲତବୀ କରାଯାଇଛି । ତେବେ ଗୃହ ସ୍ୱାଭାବିକ କରିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସର୍ବଦଳୀୟ ବୈଠକ ଡାକିଥିବା ଜଣାଯାଇଛି ।

ଅରୁଣ ସାହୁ ପରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.