
ଚଳିତ ଲୋକସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ଏହି ସୂଚନା ପ୍ରକାଶ ପାଇଛି। ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି ଅନୁଯାୟୀ ୬ଟି ଲୋକସଭା ଆସନ ଏବଂ ୪୨ଟି ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ୬ଟି ଲୋକ ସଭା ଆସନ ମଧ୍ୟରେ ରହିଛି ସମ୍ବଲପୁର, ଢେଙ୍କାନାଳ, କେନ୍ଦୁଝର, ପୁରୀ, କଟକ ଏବଂ ଭୁବେନଶ୍ବର। ଏପ୍ରିଲ୍ ୪ ତାରିଖ ନାମାଙ୍କନ ଦାଖଲ ପାଇଁ ଶେଷ ଦିନ ଧାର୍ଯ୍ୟ କରାଯାଇଛି। ଏପ୍ରିଲ୍ ୮ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ହୋଇଥିବା ବେଳେ ଏପ୍ରିଲ୍ ୨୩ ତାରିଖରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ୭ଟି ସ୍ଥାନରେ ସକାଳ ୭ଟାରୁ ୪ଟା ପର୍ଯ୍ୟନ୍ତ ନିର୍ବାଚନ ହେବାର ଥିବାବେଳେ ୩୫ଟି ସ୍ଥାନରେ ସକାଳ ୭ଟାରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ନିର୍ବାଚନ ଅନୁଷ୍ଠିତ ହେବ।