Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୯୭ ଜଣ ଚିହ୍ନଟ ହୋଇଥିବାବେଳେ ୨୨୧ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୮ହଜାର୩୦୭କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୦ହଜାର ୫୪୯ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୭୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୩୦ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍‌ ୫୧୮ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୫୨ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୩୬,  ବାଲେଶ୍ଵରରୁ ୨୬, ବରଗଡରୁ ୨୪, ଭଦ୍ରକରୁ ୬, ବଲାଙ୍ଗିରରୁ ୩୭, କଟକରୁ ୪୫, ଦେବଗଡରୁ ୧, ଢେଙ୍କାନାଳରୁ ୮,  ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୧୬, ଯାଜପୁରରୁ ୧୮, ଝାରସୁଗୁଡାରୁ ୧୬, କଳାହାଣ୍ଡିରୁ ୬, କନ୍ଧମାଳରୁ ୪, କେନ୍ଦ୍ରାପଡାରୁ ୧୭, କେଉଁଝରରୁ ୨୫, ଖୋରଧାରୁ ୪୦, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪୯, ନବରଙ୍ଗପୁରରୁ ୧, ନୂଆପଡାରୁ ୨୩,  ପୁରୀରୁ ୧୫, ରାୟଗଡାରୁ ୧,  ସମ୍ବଲପୁରରୁ ୧୭,  ସୋନପୁରରୁ ୪, ସୁନ୍ଦରଗଡରୁ ୫୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୮ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026
Latest News

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.