Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଉଟସୋର୍ସିଂ ବ୍ୟବସ୍ଥା ଉଚ୍ଛେଦ ହେଉ: ଓଡ଼ିଶା ମେଡ଼ିକାଲ୍ କର୍ମଚାରୀ ସଂଘ
ଆଞ୍ଚଳିକ

ଆଉଟସୋର୍ସିଂ ବ୍ୟବସ୍ଥା ଉଚ୍ଛେଦ ହେଉ: ଓଡ଼ିଶା ମେଡ଼ିକାଲ୍ କର୍ମଚାରୀ ସଂଘ

November 29, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ସ୍ୱାସ୍ଥ୍ୟସେବା ଭଳି ଜରୁରୀ ଏବଂ ଗୁରୁତ୍ୱପୂର୍ଣ୍ଣ ବିଭାଗରୁ ଆଉଟସୋର୍ସିଂ ବ୍ୟବସ୍ଥା ସମ୍ପୂର୍ଣ୍ଣ ଉଚ୍ଛେଦ ନେଇ ଦାବି ଉଠାଇଛି ଓଡ଼ିଶା ମେଡିକାଲ କର୍ମଚାରୀ ସଂଘ। ସ୍ଥାନୀୟ ଏମକେସିଜି ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଥିବା ବିଶ୍ୱନାଥ ପଣ୍ଡିତ ଭବନ ପରିସରରେ ଗଞ୍ଜାମ ଜିଲ୍ଲା ମେଡିକାଲ କର୍ମଚାରୀ ସଂଘର ସମ୍ମିଳନୀରେ ଓଡ଼ିଶା ମେଡିକାଲ କର୍ମଚାରୀ ସଂଘର ରାଜ୍ୟ ସଭାପତି କୃଷ୍ଣଚନ୍ଦ୍ର ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ କର୍ମଚାରୀମାନଙ୍କ ବିଭିନ୍ନ ସମସ୍ୟା ଉତ୍କଟ ହୋଇଥିବା ବେଳେ ରାଜ୍ୟ ସରକାର ଏ ଦିଗରେ ଦୃଷ୍ଟି ଦେଉନଥିବାରୁ କ୍ଷୋଭ ପ୍ରକାଶ କରିଥିଲେ।

କେନ୍ଦ୍ର ଓ ରାଜ୍ୟ ସରକାର ଶ୍ରମିକ ଓ ଚାଷୀ ବିରୋଧୀ ବିଲ ଆଗତ କରିଥିବାରୁ ଉଦବେଗ ପ୍ରକାଶ କରିବା ସହ ଏହା ବିରୋଧରେ ସମସ୍ତ ଶ୍ରମିକ, କର୍ମଚାରୀ ଓ ଚାଷୀମାନେ ସଂଗଠିତ ଆନ୍ଦୋଳନ କରିବାକୁ ରାଜ୍ୟ ସଭାପତି ଶ୍ରୀ ପାତ୍ର ଆହ୍ୱାନ ଦେଇଥିଲେ। ସମ୍ମିଳନୀରେ ମୁଖ୍ୟତଃ ଡ଼ାକ୍ତରଙ୍କ ଭଳି ମେଡିକାଲ କର୍ମଚାରୀଙ୍କ ଅବସର ବୟସ ୬୫କୁ ବୃଦ୍ଧି କରିବା, ସମସ୍ତ ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରିବା, ସମାନ କାମକୁ ସମାନ ଦରମା ପ୍ରଦାନ କରିବା, କର୍ମଚାରୀମାନଙ୍କୁ ବାସଗୃହ ଯେ।ଗାଇବା ସହିତ ସମସ୍ତ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ସ୍ୱାସ୍ଥ୍ୟବୀମା କରିବା ଇତ୍ୟାଦି ଉପରେ ଦାବି ଅ।ଗତ କରାଯାଇଥିଲା।

ସଂଗଠନର ଉପଦେଷ୍ଟା ତଥା ବରିଷ୍ଠ ସାମ୍ବାଦିକ ରବି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ରାଜ୍ୟ ଉପସଭାପତି ଶାକିର ଖାନ, ଉପ ସମ୍ପାଦକ ଶିବ ପ୍ରସାଦ ମହାନ୍ତି, ରାଜ୍ୟ ସଂଯୋଜକ ପୂର୍ଣ୍ଣଚନ୍ଦ୍ର ରାଉତ, ଅନ୍ୟତମ ଉପସଭାପତି ସୁକାନ୍ତ ମୁଖୀ, ଉପଦେଷ୍ଟା ଲାଲୁ ମୋହନ ବେହେରା, ଜିଲ୍ଲା ମେଡିକାଲ କର୍ମଚାରୀ ସଂଘର ସମ୍ପାଦକ ଜି.ନରସିଂହ ରାଓ, ମେଡିକାଲ କଲେଜ ଶାଖାର ସମ୍ପାଦକ ରାଜୁ ଚିନ୍ନା, ରବି ନାରାୟଣ ବେହେରା, ରେଣୁପ୍ରିୟା ପାଢ଼ୀ, ବିପିନ ବିହାରୀ ନାୟକ, ଟୁନା ଜେନା, ପ୍ରକାଶ ଚନ୍ଦ୍ର ବେହେରା ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାର ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ସମସ୍ୟା ଓ ଏହାର ସମାଧାନ ପାଇଁ ସଂଘ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିବା ସହ ସଂଗଠନକୁ ଶକ୍ତିଶାଳୀ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ରଥଯାତ୍ରାରେ ପ୍ରବଳ ଭିଡ, ଠେଲାପେଲାରେ ଜଣେ ମୃତ, ଶତାଧିକ ଅସୁସ୍ଥ

July 16, 2026

ପାରଳାଖେମୁଣ୍ଡି ରେଳ ଷ୍ଟେସନର ନବକଳେବର: ଆସନ୍ତାକାଲି ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.