ଭୁବନେଶ୍ବର: ରାଜ୍ୟରେ ଆଜି ୩୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୧୫ଜଣ ଚିହ୍ନଟ ହୋଇଥିବାବେଳେ ୧୬୨ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ହଜାର ୩୯୪କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୪ ହଜାର ୦୨୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୫୮ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୫୫ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।
ଆଜି ରାଜ୍ୟର ୨୭ ଟି ଜିଲ୍ଲାରୁ ମୋଟ୍ ୩୭୭ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୬ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୨୮, ବାଲେଶ୍ଵରରୁ ୧୬, ବରଗଡରୁ ୧୧, ଭଦ୍ରକରୁ ୯, ବଲାଙ୍ଗିରରୁ ୨, କଟକରୁ ୧୮, ଦେବଗଡରୁ ୨, ଢେଙ୍କାନାଳରୁ ୩, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୧, ଯାଜପୁରରୁ ୧୨, ଝାରସୁଗୁଡାରୁ ୮, କଳାହାଣ୍ଡିରୁ ୭, କେନ୍ଦ୍ରାପଡାରୁ ୭, କେଉଁଝରରୁ ୧୩, କୋରାପୁଟରୁ ୮, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୫, ନବରଙ୍ଗପୁରରୁ ୬, ନୂଆପଡାରୁ ୧୪, ପୁରୀରୁ ୧୩, ରାୟଗଡାରୁ ୨, ସମ୍ବଲପୁରରୁ ୮, ସୁନ୍ଦରଗଡ଼ରୁ ୪୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ପୁଲ୍ରୁ ୧୨ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।