ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟା ଘଟଣାରେ ବିଜେପି ପକ୍ଷରୁ ଆନେ୍ଦାଳନକୁ ତୀବ୍ର କରାଯାଇଛି । ରାଜଭବନ ଆଗରେ ବିଜେପି ନେତା ଓ କର୍ମୀମାନେ ଧାରଣା ଦେଇଛନ୍ତି । ବିଜେପି ସଭାପତି ସମୀର ମହାନ୍ତିଙ୍କ ସମେତ ବହୁ ଦଳୀୟ ନେତା ସାମିଲ ଅଛନ୍ତି । ପରୀ ହତ୍ୟାଘଟଣାର ସିବିଆଇ ତଦନ୍ତ ଓ ମନ୍ତ୍ରୀ ଅରୁଣ ସାହୁଙ୍କ ବହିଷ୍କାର ଦାବିରେ ଏହି ଧାରଣା ଦିଆଯାଇଛି । ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବାକୁ ବିଜେପି ପକ୍ଷରୁ ଘୋଷଣା କରାଯାଇଛି ।
ନୟାଗଡ଼ର ପରୀ ହତ୍ୟା ମାମଲାକୁ ନେଇ ଏବେ ଓଡ଼ିଶା ରାଜନୀତିର ପାଣିପାଗ ସରଗରମ ହୋଇଛି । ଏସଆଇଟି ଏହାର ତଦନ୍ତ କରୁଛି । ପରୀକୁ କିଏ ହତ୍ୟା କରିଛି, କାହିଁକି ହତ୍ୟା କରିଛି ଓ ଏହା ପଛର ମୁଖ୍ୟ ଖଳନାୟକ କିଏ, ତାକୁ ଜାଣିବା ପାଇଁ ସମସ୍ତେ ଉକ୍ରଣ୍ଠାର ସହ ଚାହିଁବସିଛନ୍ତି ।