କାବୁଲରେ କାର ବୋମା ବିସ୍ଫୋରଣ : 7 ମୃତ, 7 ଆହତ

Published: Nov 13, 2019, 12:05 pm IST

ରାଜଧାନୀ କାବୁଲରେ ଏକ କାର ବୋମା ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ 7 ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ବେଳେ 7 ଜଣ ଆହତ ହୋଇଛନ୍ତି । ପୁଲିସ୍‌ ଡିଷ୍ଟ୍ରିକ୍ଟ 15 ନିକଟରେ ଏହି ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣର କାରଣ ସ୍ପଷ୍ଟ ହୋଇନାହିଁ ଏବଂ କୌଣସି ସଙ୍ଗଠନ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରି ନାହାନ୍ତି । ଆହତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଫଗାନିସ୍ତାନ ଗୃହ ମନ୍ତ୍ରାଳୟ ମୁଖପାତ୍ର ନସ୍ରତ ରହିମି ପ୍ରକାଶ କରିଛନ୍ତି । ଆହତ ମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Related posts