ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସ୍ବର୍ଗ ସୁଖ ଲାଭ କରୁଥିବା ବ୍ୟକ୍ତିଙ୍କ ସଂପର୍କରେ ଉଲ୍ଲେଖ କରିଛନ୍ତି। ତାଙ୍କ ମତରେ ପୃଥିବୀରେ ବାସ କରୁଥିବା ଲୋକେ ସ୍ବର୍ଗ ସୁଖ ମଧ୍ୟ ପାଇଥାନ୍ତି। ତେବେ ସମସ୍ତେ ନୁହଁନ୍ତି। କିଛି ଲୋକ ଅଛନ୍ତି ଯେଉଁମାନେ ଏହି ଭାଗ୍ୟଶାଳୀ ଗୋଷ୍ଠୀରେ ଆସୁଛନ୍ତି। ଚାଣକ୍ୟ ନୀତିରେ ରହିଛି ଯେ ଯାହାଙ୍କ ସନ୍ତାନର ପିତୃଭକ୍ତି ରହିଛି, ଯାହାର ଦାମ୍ପତ୍ୟ ଜୀବନ ମଧୁର ଅଛି, ଯିଏ ନିଜ ଧନସଂପତ୍ତିରେ ସନ୍ତୁଷ୍ଠ ଅଛି ସେ ସ୍ବର୍ଗ ସୁଖ ଲାଭ କରିପାରିବ। ଆପଣଙ୍କର ପିଲାମାନେ ଯଦି ଦୁଷ୍ଟ ନ ହୋଇ ପିତୃଭକ୍ତ ହେବେ ତେବେ ଆପଣଙ୍କର କୌଣସି ଚିନ୍ତା ରହିବ ନାହିଁ। ସେହିପରି ଆପଣଙ୍କ ଧର୍ମପତ୍ନୀଙ୍କ ସହିତ ଯଦି ଭଲ ସଂପର୍କ ଅଛି ତେବେ ସୁଖରେ ରହିବେ। କାରଣ ପତିପତ୍ନୀ ମଧ୍ୟରେ ଯଦି ଅପଡ ହେଲା ତେବେ ସେହି ଘରେ ସବୁବେଳେ କଳିଝଗଡା ଲାଗି ରହିବ। ସେହିପରି ସଂପତ୍ତି ପ୍ରତି ଯଦି…
Author: SM Network
ଭୁବନେଶ୍ବର: ନୂତନ ବର୍ଷ ସମସ୍ତଙ୍କ ପାଇଁ ସଫଳତାର ବର୍ଷ ହେଉ ବୋଲି ସମେସ୍ତ ଚାହାନ୍ତି। ନୂତନ ବର୍ଷରେ ଧନ ଓ ଉନ୍ନତି ପାଇଁ ବାସ୍ତୁର ଉପାୟ ମଧ୍ୟ କରନ୍ତି। ତେବେ ବାସ୍ତୁ ଶାସ୍ତ୍ର ଅନୁସାରେ ନୂତନ ବର୍ଷ ପ୍ରାରମ୍ଭରେ ଘରୁ କିଛି ଜିନିଷ ବାହାର କରିଦେବା ଉଚିତ୍। ଏହାଦ୍ବାରା ଘରେ ସକାରାତ୍ମକ ଶକ୍ତି ବୃଦ୍ଧି ହୋଇଥାଏ। ନୂଆବର୍ଷରେ କେଉଁ କେଉଁ ଜିନିଷ ଘରୁ ବାହାର କରିବା ଶୁଭ ହୋଇଥାଏ ଜାଣନ୍ତୁ। ପୂଜାସ୍ଥଳରୁ ପୁରୁଣା ସାମଗ୍ରୀ ହଟାନ୍ତୁ: ଆମେ ପୂଜା କରିବା ସମୟରେ ଭଗବାନଙ୍କ ପ୍ରତିମା କିମ୍ବା ମୂର୍ତ୍ତିରେ ଫୁଲ ମାଳା ଚଢାଇଥଶଉ। ବାସ୍ତୁ ଶାସ୍ତ୍ର ଅନୁସାରେ ମନ୍ଦିରକୁ ସଫା ସୁତୁରା କରିବା ଓ ପୁରୁଣା ଫୁଲକୁ ହଟାଇବା ଶୁଭ ହୋଇଥାଏ। କୁହାଯାଏ ନୂତନ ବର୍ଷରେ ଘରେ ହେଉ ଅବା ଅଫିସ୍ରେ ଥିବା ଠାକୁରଙ୍କ ସ୍ଥାନକୁ ସଫା ସୁତୁରା ରଖନ୍ତୁ। କୁହାଯାଏ ଠାକୁରଙ୍କ ପାଖରେ ପୁରୁଣା ତଥା ଅବ୍ୟବହୃତ ଜିନିଷ ରଖିଲେ ବାସ୍ତୁ ଦୋଷ ହୋଇଥାଏ।…
ବାଲୁଗାଁ (ସୀତାରାମ ଅଗ୍ରୱାଲ): ନୂଆ ବର୍ଷରେ ଅଘଟଣ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନମ୍ବର ଜାତୀୟ ନୂଆଗଡ ଓଭରବ୍ରିଜ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ଯେଉଁଥିରେ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ଆଜି ବଡ଼ି ଭୋରରୁ ଭୁବନେଶ୍ୱରରୁ ଏକ କେବୁଲ ବୋଝେଇ ଟ୍ରକ ଏବଂ ଯୋଡ଼ାରୁ ଗୋପାଳପୁର ଯାଉଥିବା ଏକ ଆଇରନ ବୋଝେଇ ଟ୍ରକ ଆଗପଛ ହୋଇ ଯାଉଥିବା ବେଳେ ନୂଆଗଡ ଓଭରବ୍ରିଜ ଠାରେ ଆଇରନ ବୋଝେଇ ଟ୍ରକ ଟି କେବୁଲ ବୋଝେଇ ଟ୍ରକକୁ ପଛପଟୁ ଶକ୍ତ ଧକ୍କା ଦେଇଥିଲା। ଫଳରେ ଆଇରନ ବୋଝେଇ ଟ୍ରକ ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଗୁରୁତର ଆହତ ହୋଇ ବାଲୁଗାଁ ମେଡିକାଲକୁ ସ୍ଥାନାନ୍ତରିତ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରେ ନାଭାଲ ଫାଣ୍ଡି ଅଧିକାରୀ ଦିଲ୍ଲୀପ ସାହୁ ଉପସ୍ଥିତ ରହି ତଦନ୍ତ ଜାରି ରଖିଛନ୍ତି।
ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲାର ଅଗ୍ରଣୀ ସାମ୍ବାଦିକ ସଂଘ ବାଲୁଗାଁ ସ୍ଥିତ ‘ଶାଳିଆ ପ୍ରେସ କ୍ଲବ’ ର ବାର୍ଷିକ ଆଲୋଚନା ଚକ୍ର ଆଜି ବାଣପୁରସ୍ଥିତ ଶାଳିଆ ଡ୍ୟାମ ମା’ ଡୋମଣି ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ବାଲୁଗାଁ, ବାଣପୁର ଓ ଚିଲିକା ଅଞ୍ଚଳର ସାମ୍ବାଦିକଙ୍କୁ ନେଇ ଗଠିତ ‘ଶାଳିଆ ପ୍ରେସ କ୍ଲବ’ର ସଭାପତି ଅଜିତ କୁମାର ସାହୁଙ୍କ ସଭାପତିତ୍ୱରେ ସମ୍ପାଦକ ସୁଧୀର କୁମାର ବେହେରା ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ସଂଘ ଦ୍ୱାରା ଚଳିତ ବର୍ଷ ଅନୁଷ୍ଠିତ ହୋଇଥିବା ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିଲା। ବାଣପୁର, ବାଲୁଗାଁ ଓ ଚିଲିକା ଅଞ୍ଚଳର ଜନସାଧାରଣଙ୍କ ସ୍ୱାର୍ଥ ଏବଂ ଅଞ୍ଚଳର ଉନ୍ନତି ପାଇଁ ‘ଶାଳିଆ ପ୍ରେସ କ୍ଲବ’ ସର୍ବଦା ବଦ୍ଧପରିକର ବୋଲି ସଂଘ ସଭାପତି ଶ୍ରୀ ସାହୁ ମତ ରଖିଥିଲେ। ତତସହିତ ଅବହେଳିତ, ନିଷ୍ପେସିତ ଏବଂ ପ୍ରଶାସନିକ ଅବହେଳାର ଶିକାର ହୋଇଥିବା ବ୍ୟକ୍ତିଙ୍କୁ କିପରି ନ୍ୟାୟ ପ୍ରଦାନ କରାଯାଇପାରିବ ସେ ଦିଗରେ…
ମେଷ- ଆର୍ଥିକ ଦୃଷ୍ଟିରୁ, ଆଜି ଆପଣଙ୍କ ପାଇଁ ଏକ ଭଲ ଦିନ ହେବାକୁ ଯାଉଛି। ଏହା ହେଉଛି ଲାଭର ସମଷ୍ଟି। ଆପଣଙ୍କ ଅସମାପ୍ତ କାର୍ଯ୍ୟ ସମାପ୍ତ ହେବ, କିନ୍ତୁ କିଛି ବିଳମ୍ବ ହୋଇପାରେ। ଆପଣ ଆଜି ପରିବାର ବିଷୟରେ ଖୁସି ହୋଇପାରିବେ। ନୂତନ ଚାକିରି ଖୋଜୁଥିବା ବ୍ୟକ୍ତିମାନେ ଭଲ ପଦବୀ ପାଇବାକୁ ସକ୍ଷମ ହେବେ। ପଦୋନ୍ନତି ପାଇଁ ଯୋଗ ସୃଷ୍ଟି ରହିଛି। ଶାରୀରିକ ଦୁଃଖର ସମ୍ମୁଖୀନ ହୋଇପାରନ୍ତି। ବକ୍ତବ୍ୟକୁ ନିୟନ୍ତ୍ରଣ କରିବା ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆର୍ଥିକ ପ୍ରସଙ୍ଗରେ ମଧ୍ୟ ସଚେତନ ରୁହନ୍ତୁ । ଖାଦ୍ୟପେୟରେ ଯତ୍ନବାନ ହୁଅନ୍ତୁ। ଆଜି ଆର୍ଥିକ ଦୃଷ୍ଟିକୋଣରୁ ଭଲ ଦିନ ନୁହେଁ। ବୃଷ- ଆଜି ଆପଣଙ୍କ ପାଇଁ ଏକ ଭଲ ଦିନ ହେବ। ଆପଣ ଆଜି ଖୁସି ଅନୁଭବ କରିବ। ଯଦିଓ ସବୁକିଛି ଠିକ ଅଛି, ହେଲେ ଆପଣ କଥାବାର୍ତ୍ତାକୁ ନିୟନ୍ତ୍ରଣ କରନ୍ତି ତେବେ ଏହା ଆପଣଙ୍କ ପାଇଁ ଭଲ ହେବ। ପରୀକ୍ଷା ଦୃଷ୍ଟିକୋଣରୁ ବାଧା ଆସିପାରେ।…
ନୂଆଦିଲ୍ଲୀ: ଭାରତ ସରକାର ଜାମ୍ମୁ ଓ କାଶ୍ମୀରର ତେହେରିକ୍-ଇ-ହୁରିୟାତ’ (ଟିଇଏଚ୍) ସଂଗଠନକୁ ବେଆଇନ ଘୋଷଣା କରିଛନ୍ତି। ବେଆଇନ କାର୍ଯ୍ୟକଳାପ ଦୂରୀକରଣ ଆଇନ (ୟୁଏପିଏ) ୧୯୬୭ର ଧାରା ୩ (୧) ଅନୁସାରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହା ତାଙ୍କ ‘ଏକ୍ସ’ ପୋଷ୍ଟରେ କରିଛନ୍ତି ଯେ ସମ୍ପୃକ୍ତ ସଂଗଠନ ଜମ୍ମୁ ଓ କାଶ୍ମୀରକୁ ଭାରତରୁ ଅଲଗା କରିବାକୁ ବିଭିନ୍ନ ନିଷିଦ୍ଧ କାର୍ଯ୍ୟରେ ଲିପ୍ତ ରହିବା ସହିତ ସେଠାରେ ଇସଲାମୀୟ ଶାସନ ପ୍ରବର୍ତ୍ତନ କରିବାକୁ ଚେଷ୍ଟା କରୁଥିଲା। ଏହି ଗୋଷ୍ଠୀ ଭାରତ ବିରୋଧୀ ପ୍ରଚାର ଚଳାଇବା ସହିତ ଜାମ୍ମୁ-କାଶ୍ମୀରର ବିଚ୍ଛିନ୍ନତାବାଦକୁ ଇନ୍ଧନ ଯୋଗାଇବାକୁ ଆତଙ୍କବାଦୀ କାର୍ଯ୍ୟକଳାପ ଚଳାଇଥିବାର ପ୍ରମାଣ ମିଳିଛି। ସ୍ୱରାଷ୍ଟ୍ରମନ୍ତ୍ରୀ ଆହୁରି କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅନୁସାରେ ଯେ କୌଣସି ବ୍ୟକ୍ତି ବିଶେଷ ବା ସଂଗଠନ ଭାରତ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ଥିବା ଜଣାପଡିଲେ…
ଭୁବନେଶ୍ଵର: ଇଂରାଜୀ ନବବର୍ଷର ଅବ୍ୟବହିତ ପୂର୍ବରୁ ଓଡ଼ିଶାର ଯୁବବର୍ଗଙ୍କୁ ମାଗଣାରେ ଡିଜିଟାଲ ଶିକ୍ଷା ସହ ସେମାନଙ୍କୁ ଦକ୍ଷତା ବଢାଇବା ଲକ୍ଷ୍ୟରେ ରବିବାର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରର ଗୋଶାଳା ଛକରୁ ଏନଏସଡିସି ଦ୍ୱାରା ୩ଟି ଅତ୍ୟାଧୁନିକ କୌଶଳ ରଥ (Skills on Wheels)ର ଶୁଭାରମ୍ଭ କରିଛନ୍ତି। ଏ ରଥ ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଗଡ଼ିବ। ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ୨୦୪୭ ସୁଦ୍ଧା ବିକଶିତ ଭାରତର ସ୍ୱପ୍ନ ଦେଖିଥିବା ବେଳେ ଦେଶ ପ୍ରଗତିର ପଥରେ ଅଗ୍ରସର ହେଉଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଓ ମେସିନ ଲର୍ଣ୍ଣିଂର ଚାହିଦା ବଢୁଛି। ମୋଦି ସରକାରରେ ଦେଶରେ ଡିଜିଟାଲ କାରବାରର ନୂଆ ରୂପରେଖ ପରିବର୍ତ୍ତନ ହୋଇଛି। ବିଶ୍ୱର ଉତ୍ପାଦନର କାରଖାନା ଭାରତ ହେବା ପାଇଁ ଯାଉଛି। ଭାରତର ଯୁବଶକ୍ତିଙ୍କ ଆବଶ୍ୟକତାକୁ ଦେଖି ସେମାନଙ୍କୁ…
ନୂଆଦିଲ୍ଲୀ: ଭାରତ ସମେତ ସମଗ୍ର ବିଶ୍ୱରେ କରୋନା ଭାଇରସର ନୂଆ ଓମିକ୍ରୋନ ସବ୍ ଭାରିଆଣ୍ଟ ଜେଏନ-୧ର ମାମଲା ବଢ଼ିବାରେ ଲାଗିଛି। ତେଣୁ ୨୦୨୪ ପ୍ରାରମ୍ଭରେ ସମ୍ଭାବ୍ୟ କୋଭିଡ ଲହର ଜନଜୀବନକୁ ପୁଣିଥରେ ବାଧାପ୍ରାପ୍ତ କରିପାରେ ବୋଲି ଅନେକଙ୍କ ମଧ୍ୟରେ ଆଶଙ୍କା ରହିଛି। ଶନିବାର ଭାରତରେ ୭୪୩ ନୂଆ କୋଭିଡ-୧୯ ମାମଲା ସାମ୍ନାକୁ ଆସିଛି। ଏହାକୁ ମିଶାଇ ଦେଶରେ ସମୁଦାୟ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୯୯୭କୁ ବୃଦ୍ଧି ପାଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଭାରତରେ ଜେଏନ-୧ର ମୋଟ ୧୭୮ଟି ମାମଲା ସାମ୍ନାକୁ ଆସିଛି। କେରଳରେ ସର୍ବାଧିକ ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ୨୦୨୦ ଜାନୁଆରିରୁ ଭାରତରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୫୦,୧୨,୪୮୪କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ୭ ଜଣଙ୍କ ମୃତ୍ୟୁ ପରେ ସମୁଦାୟ ମୃତ୍ୟୁ ସଂଖ୍ୟା ୫,୩୩,୩୫୮କୁ ବୃଦ୍ଧି ପାଇଛି। ବିଶ୍ୱର କେଉଁ ଦେଶମାନଙ୍କରେ ଜେଏନ୍-୧…
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଏସିଆର ବୃହତ୍ତମ ଲବଣ ହ୍ରଦ ଚିଲିକାରେ ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଆସିଛନ୍ତି ଲକ୍ଷାଧିକ ବିଦେଶୀ ପକ୍ଷୀ। ତେବେ ଜାନୁଆରୀ ୪ ତାରିଖରେ ଅନୁଷ୍ଠାନିକ ଭାବେ ପକ୍ଷୀ ଗଣନା ଅନୁଷ୍ଠିତ ହେବ ବୋଲି ଆଜି ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ପକ୍ଷରୁ ବାଲୁଗାଁ ବିଭାଗୀୟ କାର୍ଯ୍ୟାଳୟ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଡ଼ିଏଫଓ ଅମ୍ଲାନ ନାୟକ। ସକାଳ ୬ ରୁ ମଧ୍ୟାହ୍ନ ୧୨ ଘଟିକା ଯାଏଁ ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ଚିଲିକା ରେଞ୍ଜରେ ୨୧ ଗୋଟି ଟିମ ପକ୍ଷୀଗଣନାରେ ନିୟୋଜିତ ହେବେ। ପ୍ରତି ଟିମରେ ୬ ରୁ ୭ ଜଣ ଗଣନାକାରୀ ଯୋଗଦେବେ। ପ୍ରତିବର୍ଷ ଭଳି ଗଣନା କାର୍ଯ୍ୟରେ ଜିପିଏସ,ବାଇନାକୁଲାର ବ୍ୟବହାର କରାଯିବ। ଉକ୍ତ ଟିମରେ ବନ୍ୟପ୍ରାଣୀ ବିଭାଗ କର୍ମଚାରୀ, ଜଙ୍ଗଲ ବିଭାଗ କର୍ମଚାରୀ, ଓୟୁଏଟି ର ଛାତ୍ରଛାତ୍ରୀ,…
ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଜରିପଡା ହରିଜନ ସାହିର ମା’ ମଙ୍ଗଳା ମନ୍ଦିରରୁ ଗତ କାଲି ରାତିରେ ଚୋରୀ ହୋଇଥିବା ଜଣାପଡିଛି। ଦୁର୍ବୃତ୍ତମାନେ ମନ୍ଦିରର ତାଲା ଭାଙ୍ଗି ମନ୍ଦିରରୁ ଚୋରୀ କରିଥିବା ଅଭିଯୋଗ ହୋଇଛି। ଗତକାଲି ରାତିରେ ତାଲା ଭାଙ୍ଗି ମନ୍ଦିରର ଦାନ ବାକ୍ସ ସହ ଅଳଂକାର, ପୂଜା ସାମଗ୍ରୀ ଚୋରୀ ହୋଇଥିବା ଜଣା ପଡି। ମନ୍ଦିରର ପୂଜକ ଆଜି ସକାକୁ ମନ୍ଦିରକୁ ପୂଜା କରିବା ପାଇଁ ଆସିଥିବା ବେଳେ ମନ୍ଦିରର ତାଲା ଭଙ୍ଗା ଯାଇଥିବା ଦେଖିଥିଲେ। ଏ ନେଇ ପୂଜକ ଗାଁ ଲୋକଙ୍କୁ ଚୋରୀ ସମ୍ପର୍କରେ ଜଣାଇଥିଲେ। ଗାଁ ଲୋକଙ୍କ ପକ୍ଷରୁ ଟାଙ୍ଗୀ ଥାନାରେ ଲିଖିତ ଅଭିଯୋଗ କରିବା ପରେ ଟାଙ୍ଗୀ ଥାନା ପୋଲିସ ଗାଁ ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ନୂଆଦିଲ୍ଲୀ: ରାହୁଲ ଗାନ୍ଧୀ ଜଣେ ସାଧାରଣ ଦଳୀୟ କର୍ମୀ ଓ ସାଂସଦ ଏବଂ ତାଙ୍କୁ ଅଧିକ ଗୁରୁତ୍ୱ ଦିଆଯିବା ଉଚିତ ନୁହେଁ ବୋଲି କଂଗ୍ରେସର ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହଙ୍କ ସାନ ଭାଇ ଲକ୍ଷ୍ମଣ ସିଂହ କହିଛନ୍ତି। ଲକ୍ଷ୍ମଣ ସିଂହ ଶନିବାର ମଧ୍ୟପ୍ରଦେଶର ଗୁନାସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ସାମ୍ବାଦିକମାନଙ୍କୁ ଏହି କଥା କହିଛନ୍ତି। ଲୋକସଭାରେ ବୟାନ ଦେବାବେଳେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କ ଚେହେରା ଟିଭିରେ କାହିଁକି ଖୁବ୍ କମ୍ ଦେଖାଯାଏ ବୋଲି ସାମ୍ବାଦିକମାନେ ତାଙ୍କୁ ପଚାରିବାରୁ ସିଂହ କହିଛନ୍ତି, ରାହୁଲ ଗାନ୍ଧୀ ଜଣେ ସାଂସଦ, ସେ (ଦଳର) ସଭାପତି ନୁହଁନ୍ତି ଏବଂ ଜଣେ କଂଗ୍ରେସ କର୍ମୀ। ଆପଣମାନେ (ଗଣମାଧ୍ୟମ) ରାହୁଲ ଗାନ୍ଧିଙ୍କ ପ୍ରତି ଏତେ ଧ୍ୟାନ ଦେବା ଉଚିତ ନୁହେଁ କି ଆମେ ଏହା କରିବା ଉଚିତ ନୁହେଁ ବୋଲି ସେ କହିଛନ୍ତି। ୫ ଥର ସାଂସଦ ଓ ୩ ଥର ବିଧାୟକ ହୋଇଥିବା…
କଟକ: ଓଡିଶା ପୋଲିସର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଅରୁଣ କୁମାର ଷଡଙ୍ଗୀ, ଆଇ.ପି.ଏସ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ପୂର୍ବତନ ଡି.ଜି.ପି ସୁନୀଲ କୁମାର ବଂସଲଙ୍କ ଠାରୁ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶ୍ରୀ ଅରୁଣ କୁମାର ଷଡଙ୍ଗୀ ଆଇ.ପି.ଏସ ପୋଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଉପସ୍ଥିତ ବରିଷ୍ଠ ଅଧିକାରୀ ମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ଵାଗତ ଜଣାଇଥିଲେ। ଏହାପରେ ଡିଜିପି ଶ୍ରୀ ଷଡଙ୍ଗୀ ଶହିଦ ସ୍ମୃତି ସ୍ତମ୍ଭ ଠାରେ ମାଲ୍ୟାର୍ପଣ କରିଥିଲେ। ପରେ ସେ ଦାୟିତ୍ଵ ଗ୍ରହଣ କରିଥିଲେ। ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇ ଡିଜିପି ଶ୍ରୀ ଷଡଙ୍ଗୀ କହିଥିଲେ ଯେ, ଓଡିଶା ପୋଲିସର ସ୍ଵତନ୍ତ୍ର ଗରିମା ଏବଂ ଗୌରବ ରହିଛି। ଗତ କିଛି ବର୍ଷ ଧରି ରାଜ୍ୟ ପୋଲିସକୁ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଛି ବୋଲି କହିଥିଲେ। ପୋଲିସକୁ ସଶକ୍ତ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସହଯୋଗ…
ନୂଆଦିଲ୍ଲୀ: ଜାନୁୟାରୀ ୨୨ ତାରିଖ ୨୦୨୪ ରେ ଅଯୋଧ୍ୟାରେ ଭଗବାନ ଶ୍ରୀ ରାମଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ବଡ଼ ପ୍ରସ୍ତୁତି ଚାଲିଛି। ଏହି ସମୟରେ ଶ୍ରୀ ରାମ ମନ୍ଦିର, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଏସଟିଏଫ ମୁଖ୍ୟଙ୍କୁ ଏକ ମେଲ ମାଧ୍ୟମରେ ବିସ୍ଫୋରଣ କରିବାର ଧମକ ଦେଇଥିବା ମାମଲା ସାମ୍ନାକୁ ଆସିଛି। ଏହି ମେଲ୍ ପାଇବା ମାତ୍ରେ ପୋଲିସ ତଦନ୍ତ ଆରମ୍ଭ କରିଛି।
ନୂଆଦିଲ୍ଲୀ: ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନରେ ନରେନ୍ଦ୍ର ମୋଦି ଫେରିବେ କି ନାହିଁ ତାହା ନୁହେଁ ବରଂ ଧମାକାଦାରଭାବେ ଫେରିବେ କି ନାହିଁ ତାହା ବଡ଼ ପ୍ରଶ୍ନ। ବିଜେପି ୨୭୨ରୁ ଅଧିକ ଲୋକସଭା ଆସନ ଜିତିବ କିମ୍ବା ତା’ଠାରୁ କମ୍ ଆସନ ଜିତିବ। ଯଦି ୨୭୨ ଆସନରୁ କମ୍ ହୁଏ, ତେବେ ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ କେନ୍ଦ୍ରରେ ଶାସନ କରିବା ପାଇଁ ଆଞ୍ଚଳିକ ସହଯୋଗୀ ଦଳ ଉପରେ ନିର୍ଭର କରିବାକୁ ପଡ଼ିପାରେ। ୧୯୯୧ ପରେ ନରସିଂହ ରାଓଙ୍କ ଭଳି ବିଜେପି ଶାସନ କରିପାରିବ ନା ୨୦୧୪-୨୪ ଭଳି ମୋଦୀଙ୍କ ଭଳି ଶାସନ କରିପାରିବ ତାହା ଫଳାଫଳ ହିଁ ସ୍ଥିର କରିବ। ୪୦୦ରୁ ୪୫୦ ଆସନରେ ବିଜେପି ସହ ମୁହାଁମୁହିଁ ଲଢ଼େଇ କଲେ ଚିତ୍ର ବଦଳିପାରେ ବୋଲି ଇଣ୍ଡି ମେଣ୍ଟ ବିଶ୍ୱାସ କରୁଛି। କଂଗ୍ରେସ ଏବଂ ବିଭିନ୍ନ ଆଞ୍ଚଳିକ ସହଯୋଗୀ ଦଳ ଇଣ୍ଡି ମେଣ୍ଟରେ ଏକାଠି ହୋଇଛନ୍ତି। ବିରୋଧୀ ଇଣ୍ଡି…
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନକୁ ଆଉ ମାତ୍ର କିଛିମାସ ବାକି ରହିଛି। ବିରୋଧୀ ଇଣ୍ଡି ମେଣ୍ଟ ମଧ୍ୟ ମୋଦି ସରକାରଙ୍କୁ ଟକ୍କର ଦେବା ପାଇଁ ପୂରା ପ୍ରୟାସ ଚଳାଇଛି। ସମସ୍ତ ବିରୋଧୀ ଦଳର ଇଣ୍ଡି ମେଣ୍ଟ ୪ ଥର ବୈଠକ କରିସାରିଲେଣି। କିନ୍ତୁ ବର୍ତ୍ତମାନ ଆସନ ବଣ୍ଟନକୁ ନେଇ କୌଣସି ଆଲୋଚନା ହେଉନାହିଁ। ଦିଲ୍ଲୀର ଅଶୋକା ହୋଟେଲରେ ବରିଷ୍ଠ ନେତାଙ୍କ ଏକ ବୈଠକ ହୋଇଥିଲା, କିନ୍ତୁ ଆସନ ବଣ୍ଟନ ପ୍ରସଙ୍ଗ ଅଟକି ରହିଛି। କଂଗ୍ରେସ ପାଇଁ ଆସନ ବଣ୍ଟନ ପ୍ରସଙ୍ଗ ଅଧିକ କଷ୍ଟସାଧ୍ୟ ମନେ ହେଉଛି। ୩ଟି ରାଜ୍ୟମଧ୍ୟରୁ କଂଗ୍ରେସ ଗୋଟିଏରେ ମେଣ୍ଟ କରିଥିବ ବେଳେ ବାକି ଦୁଇଟି ରାଜ୍ୟରେ ବିରୋଧୀ ଦଳରେ ଥିଲେ ମଧ୍ୟ ମୋଦି ସରକାରଙ୍କୁ ପରାସ୍ତ କରିବା ପାଇଁ ଗୋଟିଏ ମଞ୍ଚକୁ ଆସିଛି। ଏହି ୩ଟି ରାଜ୍ୟ ହେଉଛି ପଞ୍ଜାବ, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗ। ପଞ୍ଜାବରେ ଶାସକ ଆମ୍ ଆଦମୀ ପାର୍ଟି ଏକାକୀ ନିର୍ବାଚନ ଲଢ଼ିବ ବୋଲି…
ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ଭାରତ ସରକାର ସମ୍ବିଧାନର ଧାରା ୨୮୦(୧) ଅନୁଯାୟୀ ଷୋଡ଼ଶ ଅର୍ଥ ଆୟୋଗ ଗଠନ କରିଛନ୍ତି। ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ତଥା କଲମ୍ବିଆ ବିଶ୍ୱବିଦ୍ୟାଳୟର ପ୍ରଫେସର ଡକ୍ଟର ଅରବିନ୍ଦ ପାନଗାରିଆ ଏହାର ଅଧ୍ୟକ୍ଷ ହେବେ। ଷୋଡ଼ଶ ଅର୍ଥ ଆୟୋଗର ସଦସ୍ୟମାନଙ୍କୁ ପୃଥକ ଭାବେ ବିଜ୍ଞପ୍ତି ଦିଆଯିବ। ରିତ୍ବିକ ରଞ୍ଜନମ ପାଣ୍ଡେଙ୍କୁ ଆୟୋଗର ସଚିବ ଭାବେ ନିଯୁକ୍ତ କରାଯାଇଛି। ଆଜି ଜାରି ବିଜ୍ଞପ୍ତିରେ ଷୋଡ଼ଶ ଅର୍ଥ ଆୟୋଗପାଇଁ ବିସ୍ତୃତ ଟର୍ମସ ଅଫ୍ ରେଫରେନ୍ସ ମଧ୍ୟ ଉଲ୍ଲେଖ କରାଯାଇଛି। ଷୋଡ଼ଶ ଅର୍ଥ ଆୟୋଗ ନିମ୍ନଲିଖିତ ବିଷୟଗୁଡିକ ଉପରେ ସୁପାରିସ କରିବେ, ଯଥା:- (i) ସମ୍ବିଧାନର ପ୍ରଥମ ଅଧ୍ୟାୟ, ଦ୍ୱାଦଶ ଭାଗ ଅଧୀନରେ କେନ୍ଦ୍ର ଏବଂ ରାଜ୍ୟମାନଙ୍କ ମଧ୍ୟରେ ଟିକସର ନେଟ୍ ଆୟ ବଣ୍ଟନ ଏବଂ ସେହି ଆୟର ସମ୍ପୃକ୍ତ ଅଂଶର ରାଜ୍ୟମାନଙ୍କ ମଧ୍ୟରେ ଆବଣ୍ଟନ; (ii) ଭାରତର ସଂଯୁକ୍ତ ପାଣ୍ଠିରୁ ରାଜ୍ୟଗୁଡ଼ିକର ରାଜସ୍ୱର ଅନୁଦାନ ଏବଂ ସମ୍ବିଧାନର ଧାରା…
ଭୁବନେଶ୍ଵର: 30 ଡିସେମ୍ବର 2023 ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସବୁଜ ପତାକା ଦେଖାଇ ଶୁଭାରମ୍ଭ କରାଯାଇଥିବା ମାଲଦା ଟାଉନ୍-ବେଙ୍ଗାଲୁରୁ ଅମୃତ ଭାରତ ସମେତ ଦୁଇଟି ଅମୃତ ଭରତ ଏକ୍ସପ୍ରେସ ଏବଂ ଛଅଟି ବନ୍ଦେ ଭାରତ ଏକ୍ସପ୍ରେସକୁ ଦେଶର ବିଭିନ୍ନ ଷ୍ଟେସନ ମାନଙ୍କରେ ଭବ୍ୟ ସ୍ୱାଗତ କରାଯାଇଅଛି। ମାଲଦା ଟାଉନ୍-ବେଙ୍ଗାଲୁରୁ ଅମୃତ ଭରତ ଏକ୍ସପ୍ରେସ ଦକ୍ଷିଣ ପୂର୍ବ ରେଳପଥ ପରିସୀମା ମଧ୍ୟରେ ଓଡ଼ିଶାରେ ଜଳେଶ୍ୱର, ବାଲେଶ୍ୱର ଓ ସୋରୋ ଏବଂ ପୂର୍ବତଟ ରେଳପଥ ପରିସୀମାରେ ଓଡ଼ିଶାରେ ଭଦ୍ରକ, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ, ବ୍ରହ୍ମପୁର ଷ୍ଟେସନ ମାନଙ୍କ ଠାରେ ବାଦ୍ୟ ବଜାଇ ଏବଂ ପାରମ୍ପାରିକ ନୃତ୍ୟ ଦ୍ୱାରା ବହୁ ପ୍ରଶଂସକଙ୍କୁ ନେଇ ଅମୃତ ଭାରତ ଟ୍ରେନ କୁ ଭବ୍ୟ ସ୍ୱାଗତ କରାଯାଇଅଛି। ପୂର୍ବତଟ ରେଳପଥ ଅଧୀନରେ ଉତ୍ତର ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ୍, ବିଜୟନଗରମ୍ ଏବଂ ବିଶାଖାପାଟନମ୍ ରେଳ ଷ୍ଟେସନ୍ ମାନଙ୍କରେ ମଧ୍ୟ ଅମୃତ ଭାରତ ଟ୍ରେନ କୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଦ୍ୱାରା ସ୍ୱାଗତ…
ଭୁବନେଶ୍ଵର: ଉତ୍ତମ ବଧୂ ହେବାକୁ ଚାହୁଁଛନ୍ତି ? ତେବେ ନିଅନ୍ତୁ ପ୍ରଶିକ୍ଷଣ। ମାତ୍ର ମାସିକ ୫,୦୦୦ ଟଙ୍କାରେ ଫି ଦେଇ ଆପଣ ହୋଇପାରିବେ ଉତ୍ତମ ବଧୂ ବା ପତ୍ନୀ । ଆଜ୍ଞା ହଁ, ହାଇଦ୍ରାବାଦଠାରେ ଏପରି ଏକ ଶିକ୍ଷାନୁଷ୍ଠାନ ରହିଛି, ଯେଉଁଠାରେ ଉତ୍ତମ ପତ୍ନୀ ବା ଉତ୍ତମ ବଧୂ ହେବା ପାଇଁ ପ୍ରଶିକ୍ଷଣ ଦିଆଯାଉଛି । ଏଥିପାଇଁ ଆପଣକୁ ମାସିକ ୫୦୦୦ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ । ହାଇଦ୍ରାବାଦଠାରେ ଏକ ବଧୂ ପ୍ରଶିକ୍ଷଣ ସଂସ୍ଥା ରହିଛି । ଏଠାରେ ଝିଅମାନଙ୍କୁ ଜଣେ କୌଶଳୀ, ଦକ୍ଷ ତଥା ଉତ୍ତମ ବୋହୂ ହେବା ପାଇଁ ପ୍ରଶିକ୍ଷଣ ଦିଆଯାଉଛି । ହାଇଦ୍ରାବାଦଠାରେ ଥିବା ଏହି ପ୍ରଶିକ୍ଷଣ ସଂସ୍ଥାର ନାମ ‘ଫ୍ୟାମିଲି ଇନ୍ଷ୍ଟିଚ୍ୟୁଟ୍’ ରଖାଯାଇଛି । ଏଠାରେ ଝିଅପିଲାମାନଙ୍କୁ ଉତ୍ତମ ବଧୂ ହେବାର କୋର୍ସ ପ୍ରଦାନ କରାଯାଇଛି । ଏହି କେନ୍ଦ୍ରରେ ସଫଳ ବୈବାହିକ ଜୀବନ ଅତିବାହିତ କରିବାର କଳା ଉପରେ ମଧ୍ୟ ପ୍ରଶିକ୍ଷଣ ଦିଆଯାଉଛି ।…
ନୂଆଦିଲ୍ଲୀ: ମୁଣ୍ଡବିନ୍ଧାକୁ କେବେ ବି ଅଣଦେଖା କରିବା ଅନୁଚିତ। କାରାଣ ହୁଏତ ଏହା କିଛି ବଡ ରୋଗର କାରଣ ହୋଇପାରେ। ତେଣୁ ଏହି ରୋଗର ଲକ୍ଷଣ ଭଲ ଭାବରେ ଜାଣି ଚିକିତ୍ସା ହେବା ଉଚିତ। ଆଜି ଆମେ ଆପଣଙ୍କୁ ଏପରି କିଛି ଲକ୍ଷଣ ବିଷୟରେ କହିବୁ, ଯାହା ମୁଣ୍ଡବିନ୍ଧାର କାରଣ ହୋଇପାରେ। ଷ୍ଟ୍ରୋକ: ହଠାତ୍ ମୁଣ୍ଡବିନ୍ଧା ଏବଂ ଯଦି ଶରୀରର ଗୋଟିଏ ଅଂଶ କାମ ବନ୍ଦ କରିଦିଏ, ତେବେ ଏହା ଷ୍ଟ୍ରୋକର ଲକ୍ଷଣ ହୋଇପାରେ। ମସ୍ତିଷ୍କ ଟ୍ୟୁମର୍: ବିନା କାରଣରେ ମୁଣ୍ଡବିନ୍ଧା କ୍ରମାଗତ ଭାବରେ ଲାଗିରହିବା ଯଦି ସାଧାରଣ ଚିକିତ୍ସାରେ ଭଲ ନ ହୁଏ ତେବେ ଏହା ମସ୍ତିଷ୍କ ଟ୍ୟୁମରର ସଙ୍କେତ ହୋଇପାରେ। ମସ୍ତିଷ୍କ ଆଘାତ: ଯଦି ଆପଣଙ୍କ ମୁଣ୍ଡରେ ପ୍ରବଳ ଯନ୍ତ୍ରଣା ହୁଏ, ତେବେ ଏହା ମଧ୍ୟ ମସ୍ତିଷ୍କରେ କୈଣସି ପ୍ରକାରର ଆଘାତ ହେତୁ ହୋଇପାରେ। ଚାପ: କ୍ରମାଗତ ଚାପ ଯୋଗୁଁ ଶରୀରର ରକ୍ତ ସଞ୍ଚାଳନ ବୃଦ୍ଧି ପାଇଥାଏ। ଯାହା ମସ୍ତିଷ୍କକୁ…
ଜୀବନଶୈଳୀ: ଆଜିର ସମୟରେ ପ୍ରାୟ ୧୦ଜଣଙ୍କ ଭିତରେ ତିନିଜଣ ମୋଟାପଣର ଶିକାର ହେଉଛନ୍ତି। ଏହି ମୋଟାପଣରୁ ମୁକ୍ତ ପାଇବା ଜିମ୍ର ସାହାରା ନେଉଛନ୍ତି। ଏହା ସହିତ କଠିନ୍ ଡାଏଟ୍, ମେଡିସିନ୍ ଇତ୍ୟାଦିର ମଧ୍ୟ ସାହାଯ୍ୟ ନେବାକୁ ପଡିଛି। ତେବେ ଏହି ମୋଟାପାରୁ ମୁକ୍ତି ପାଇଁ ଓ୍ବାର୍କ ଆଉଟ୍ କରିବା ସହିତ ହେଲ୍ଦୀ ଡାଏଟ୍ ବହୁତ ଜରୁରୀ। ଏପରି କିଛି ଫଳ ରହିଛି, ଯାହା ବହୁତ ଶୀଘ୍ର ଓଜନ କମ କରିବାରେ ସାହାଯ୍ୟ କରିଥାଏ। ସେହି ଫଳଗୁଡ଼ିକ ମଧ୍ୟରେ ରହିଛି – ତରଭୁଜ ତରଭୁଜ କମ୍ କ୍ୟାଲୋରୀ ହେବା ସହିତ ଏଥିରେ ଅଧିକମାତ୍ରାରେ ଫାଇବର, ପୋଟାସିୟମ୍, ଆଇରନ୍ ଓ ଭିଟାମିନ୍ – ଏ, ସି ଓ ବି ପ୍ରଚୁର ପରିମାଣରେ ରହିଥାଏ । ଏହି ଶରୀରରୁ ବିଷାକ୍ତ ତତ୍ତ୍ବକୁ ବାହାରକୁ କାଢିବାରେ ବହୁତ ସାହାଯ୍ୟ କରିଥାଏ । ଏହା ସହିତ ତରଭୁଜ୍ରେ ପ୍ରଚୁର ପରିମାଣରେ ପାଣି ଥାଏ । ଯାହା ଶରୀରରେ ପାଣିର…
ନୂଆଦିଲ୍ଲୀ: ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ରୀତିନୀତି ରହିଛି । ଆଫ୍ରିକା ମହାଦେଶର ଇରୀଟ୍ରିଆରେ ଜଣ ପୁରୁଷଙ୍କ ଦୁଇଜଣ ସ୍ତ୍ରୀ ରଖିବା ନେଇ ଏକ କଡା ନିୟମ ରହିଛି । ଏଠାକାର ପୁରୁଷ ଦୁଇ ଜଣ ସ୍ତ୍ରୀଙ୍କୁ ବିବାହ କରନ୍ତି । ଏହି ଦେଶରେ ପୁରୁଷଙ୍କୁ ବିବାହ କରିବାକୁ ବାଧ୍ୟ କରାଯିବା ସହ ଜଣେ ପୁରୁଷ ଦୁଇଜଣ ସ୍ତ୍ରୀ ରଖିବାକୁ ନିୟମ ରହିଛି । ଆଫ୍ରିକା ମହାଦ୍ବୀପର ଏହି ଦେଶରେ ପୁରୁଷଙ୍କୁ ଦୁଇଟି ସ୍ତ୍ରୀ କରିବା ନେଇ ଏକ ଅଜବ ଆଇନ ରହିଛି । ଆଫ୍ରିକାର ଇରିଟ୍ରିଆରେ ପ୍ରତ୍ୟେକ ପୁରୁଷଙ୍କୁ ଦୁଇଟି ବିବାହ କରିବାକୁ ବାଧ୍ୟ କରାଯାଇଥାଏ । ଯଦି କୌଣସି ପୁରୁଷ ଦୁଇଜଣ ସ୍ତ୍ରୀ ନରଖନ୍ତି ତେବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯାଇଥାଏ । ଦଣ୍ଡ ସ୍ବରୂପ ସେହି ବ୍ୟକ୍ତିଙ୍କୁ ଜେଲ୍ଦଣ୍ଡାଦେଶ ହୋଇଥାଏ । ତେବେ ଏହି ଦେଶରେ ପୁରୁଷଙ୍କୁ ଦୁଇଟି ସ୍ତ୍ରୀ ରଖିବାର କାରଣ ରହିଛି ।…

