ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଆଜି ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ଏକ କର୍ମଶାଳାରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ୧୫-୧୮ ବର୍ଷ ବୟସ୍କ ପିଲାମାନଙ୍କ ଟିକାକରଣ କାର୍ଯ୍ୟକାରୀ କରିବା ନେଇ ଆଲୋଚନା କରାଯାଇଥିଲା। ସେହିପରି ଦୁର୍ବଳ ବର୍ଗର ଲୋକମାନଙ୍କ ପାଇଁ ପ୍ରତିଷେଧକ ଡୋଜ ଦିଆଯିବା ନିମନ୍ତେ ହୋଇଥିବା ପ୍ରସ୍ତୁତି ମଧ୍ୟ ସମୀକ୍ଷା କରାଯାଇଥିଲା। ଏହି ଦୁର୍ବଳ ବର୍ଗଙ୍କ ମଧ୍ୟରେ ସ୍ୱାସ୍ଥ୍ୟସେବା କର୍ମୀ, ସମ୍ମୁଖ ଯୋଦ୍ଧା ଏବଂ ୬୦ ବର୍ଷରୁ ଅଧିକ ବୟସ୍କ ଲୋକମାନେ ସାମିଲ ରହିଛନ୍ତି ଯେଉଁମାନେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୫ ଡିସେମ୍ବର ୨୦୨୧ରେ କରିଥିବା ଘୋଷଣା ଅନୁଯାୟୀ ୧୫-୧୮ ବର୍ଷ ବୟସ୍କ ପିଲାମାନଙ୍କ ପାଇଁ ସୋମବାର ୩ ଜାନୁଆରୀ, ୨୦୨୨ ତାରିଖ ଠାରୁ ଟିକାକରଣ ଆରମ୍ଭ କରାଯିବ। ଅନ୍ୟପକ୍ଷରେ ଦୁର୍ବଳ ବର୍ଗଙ୍କୁ ତୃତୀୟ ଡୋଜ୍ ପ୍ରତିଷେଧକ ଟିକା ସୋମବାର ୧୦ ଜାନୁଆରୀ,…
Author: Samikhsya Bureau
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୫୮ତମ ସଂସ୍କୃତି ଚର୍ଚ୍ଚା ସମ୍ପାନ ମହୋତ୍ସବ ଅନୁଷ୍ଠିତ ହୋଇ ଯାଇଅଛି। ଉକ୍ତ ଉତ୍ସବରେ ମୁଖ୍ୟବକ୍ତା ଭାବରେ ଭାରତୀୟ ଯୋଗ ସଂସ୍ଥାନ, ନୂଆଦିଲ୍ଲୀର ସୁରେଶ କୁମାର ମହାପାତ୍ର ଯୋଗଦାନ କରିଥିଲେ।ଏହି ଅବସରରେ ମହାପାତ୍ର ନିଜର ବକ୍ତବ୍ୟରେ ଯମ, ନିୟମ, ଆସନ, ପ୍ରାଣାୟମ, ପ୍ରତ୍ୟାହାର,ଧ୍ୟାନ ଧାରଣା ଏବଂ ସମାଧି ଉପରେ ବିଶଦ୍ ଭାବରେ ବର୍ଣ୍ଣନା କରିଥିଲେ। ଉତ୍କଳୀୟ ହିନ୍ଦୁ ଦର୍ଶନ ଓ ଧର୍ମ ପରଂପରାରେ ଯୋଗାଭ୍ୟାସର ସମସ୍ତ ବିଧିବିଧାନ କେଉଁ ଆଦିମ ଯୁଗରୁ ପ୍ରଚଳିତହୋଇ ଆସୁଛି, ତାହା ନିର୍ଣ୍ଣୟ କରିବା ସହଜ ସାଧ୍ୟ ନୁହେଁ । ସେହି ଯୋଗର ବିଧିବିଧାନ ପରଂପରାକୁ ଯେଉଁମାନେ ନିଷ୍ଠା ଓ ପବିତ୍ରଭାବରେ ପାଳନ କରି ଆସିଛନ୍ତି, ସେହିମାନେ ସର୍ବଶ୍ରେଷ୍ଠ ମହାପୁରୁଷ, ସନ୍ୟାସୀ ବା ଉତ୍ତମ ସାଧକ ହିସାବରେ ପରିଗଣିତହୋଇ ଆସିଛନ୍ତି। ଏଥିରେ ସମ୍ମାନନୀୟ ଅତିଥି ଏବଂ ସଭାପତିତ୍ୱ କରିଥିଲେ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ଶ୍ରୀଯୁକ୍ତ ରଞ୍ଜନ କୁମାର ଦାସ। ସମ୍ପାନର…
ଖୋର୍ଦ୍ଧା: ଓଡିଶାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡର ଶୁଭାରମ୍ଭ ହୋଇଛି। ଏହି ଯୋଜନାରେ ସାମିଲ ହୋଇଥିବା ପୁରୁଷ ହିତାଧିକାରୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ୫ ଲକ୍ଷ ଟଙ୍କା ଓ ମହିଳା ହିତାଧିକାରୀଙ୍କ ଚିକିତ୍ସା ପାଇଁ ୧୦ ଲକ୍ଷ ଟଙ୍କା ବ୍ୟବସ୍ଥା କରିଛନ୍ତି। କିନ୍ତୁ ଏହି ଯୋଜନାକୁ ନେଇ ବିରୋଧୀମାନେ ପ୍ରଶ୍ନ ଉଠାଉଥିବା ବେଳେ ଅନେକ ଘରୋଇ ହସ୍ପିଟାଲରେ ଏହି କାର୍ଡକୁ ଗ୍ରହଣ କରାଯାଉନଥିବା ଅଭିଯୋଗ ହେଉଛି। ତେବେ ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଆଜି ଆମ୍ରି ହସ୍ପିଟାଲ ପରିଦର୍ଶନ କରିଥିଲେ ଏଆବ୍ମ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ପାଇ ଚିକିତ୍ସାଧୀନ ଥିବା ରୋଗୀଙ୍କ ସ୍ୱାସ୍ଥ୍ୟ ଓ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଏଥିରେ ଚିକିତ୍ସାଧୀନ ହେଉଥିବା ରୋଗୀମାନେ ଉତ୍ତମ ଚିକିତ୍ସା ସୁବିଧା ପାଉଥିବାରୁ ସେମାନେ ଖୁସିରେ ଅଛନ୍ତି ଓ ଆନନ୍ଦ ପ୍ରକାଶ କରିଥିଲେ। ଏହି ସମୟରେ ଚିକିତ୍ସାଧୀନ…
ଭୁବନେଶ୍ବର: ରାଜ୍ୟରେ କାରୋନା ପୁଣି କାୟା ବିସ୍ତାର ଆରମ୍ଭ କରିବା ସମୟରେ ପ୍ରାଇମେରୀ ଏବଂ ପ୍ରୀ-ପ୍ରାଇମେରୀ ଶ୍ରେଣୀ ଗୁଡିକ ଖୋଲିବା ନିଷ୍ପତ୍ତି ସପକ୍ଷରେ ନାହିଁ ଅଭିଭାବକ ସଂଘ। ସରକାର ତୁରନ୍ତ ଏହି ନିଷ୍ପତିକୁ ପ୍ରତ୍ୟାହାର କରନ୍ତୁ ବୋଲି ଅର୍ଗାନାଇଜେସନ ଅଫ ପ୍ୟାରେଣ୍ଟ ଆସୋସିଏସନ ଫୋରମ ବା ଓପାଫ ଦାବି କରିଛି। ବିଶେଷକରି ଘରୋଇ ସ୍କୁଲ ଗୁଡିକରେ ମାତ୍ରାଧିକ ପିଲାଙ୍କ ସମାଗମ ହେତୁ କାରୋନା ଗାଇଡଲାଇନ କୌଣସି ସ୍କୁଲ ପାଳନ କରିପାରିବେ ନାହିଁ। ଘରୋଇ ସ୍କୁଲ ଗୁଡିକର ନିରାପଦ ପ୍ରତି ସରକାରଙ୍କର କୌଣସି କଟକଣା ନଥିବାରୁ ସେଠାରେ ପିଲାମାନଙ୍କ ନିରାପଦ ଉପରେ ସନ୍ଦେହ ରହିଛି। ସରକାରଙ୍କ ନିରାପଦ ସର୍ତ୍ତାନୁସାରେ NOC ପ୍ରାୟତଃ ଆଜି ପର୍ଯ୍ୟନ୍ତ କୌଣସି ସ୍କୁଲ ହାସଲ କରି ନଥିବା ବେଳେ ଆଜି କୋଭିଡ ସର୍ତ୍ତାବଳୀକୁ କୌଣସି ସ୍କୁଲ ମାନିବ, ତାହା ବିଶ୍ଵାସ କରିପାରୁ ନାହାନ୍ତି କୌଣସି ଅଭିଭାବକ । କୋମଳମତି ଛାତ୍ର ଛାତ୍ରୀମାନେ କଦାପି କୋଭିଡ ନିୟମ ସମ୍ପୂର୍ଣ୍ଣ ଭାବରେ…
ସୀତାରାମ ଅଗ୍ରୱାଲ ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ବଡ଼ପଦର ଗ୍ରାମରେ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ ବଡ଼ପଦର ଗ୍ରାମର କୈବଲ୍ୟ ପଲାଇ (୫୮) ତାଙ୍କର ନୂତନ ଘରେ ଶୋଇଥିବା ସମୟରେ ଦୁର୍ବୁତ୍ତ ମାନେ ଘରେ ପସି ଅଳଙ୍କାର ଏବଂ ଟଙ୍କା ଲୁଟି ନେଇଛନ୍ତି। କୈବଲ୍ୟଙ୍କ ଘରୁ ୩ ହଳ ସୁନା କାନ ଫୁଲ ଏବଂ ୧୭ ହଜାର ଟଙ୍କା ନକଦ ଚୋରି ହୋଇଯାଇଥିବାର ଅଭିଯୋଗ ହୋଇଛି। ତେବେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଦେଇଥିବାର ଫାଣ୍ଡି ଅଧିକାରୀ କେଶବ ବେହେରା ସୂଚନା ଦେଇଛନ୍ତି।
ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସାଧାରଣ ମଣିଷ ତା ଜୀବନ କାଳ ମଧ୍ୟରେ କଣ କର୍ତ୍ତବ୍ୟ କରିବା ଉଚିତ ତାହା ଉଲ୍ଲେଖ କରିଛନ୍ତି। ତାଙ୍କ ହିସାବରେ ମଣିଷ ସତ୍ ବାଟରେ ଯିବା ପାଇଁ ସତ୍ କର୍ମ କରିବା ଉଚିତ। ସେଥିପାଇଁ ଆଚାର୍ଯ୍ୟ ଚାଣକ୍ୟ କେତୋଟି ଉପଦେଶ ଦେଇଛନ୍ତି। ପ୍ରଥମ କଥା ହେଲା ସତ୍ ପାତ୍ରରେ କନ୍ୟାଦାନ କରିବା ମଣିଷର ବଡ କର୍ତ୍ତବ୍ୟ। ସେହିପରି କନ୍ୟା ଓ ପୁତ୍ରକୁ ଉଚ୍ଚ ଶିକ୍ଷା ପ୍ରଦାନ କରିବା ଉଚିତ। ଝିଅକୁ ଶିକ୍ଷିତା କରି ସତ ପାତ୍ରରେ କନ୍ୟାଦାନ କରିବା ମଣିଷର ବା ପିତାମାତାଙ୍କର ଏକ ବଡ କର୍ତ୍ତବ୍ୟ। ସେହିପରି ଶତ୍ରୁଙ୍କୁ ବିପଦରେ ପକାଇବା ଏବଂ ମିତ୍ରଙ୍କୁ ସଠିକ ରାସ୍ତା ଦେଖାଇବା ହେଉଛି ମଣିଷର ଭଲ କର୍ତ୍ତବ୍ୟ। ଚାଣକ୍ୟ କହିଛନ୍ତି ଯେ, ଶତ୍ରୁକୁ ଏପରି ବିପଦ ଭିତରେ ପକାଇ ଦିଅନ୍ତୁ ଯେପରି ସେ ସେହି କାମରେ ଲାଗି ରହିବ। ଆପଣଙ୍କ ପଛରେ ଲାଗିବା…
ମେଷ- ଆର୍ଥିକ ଦିଗ ଦୃଢ ହେବ। ଘରର ଉପଯୋଗୀ ଜିନିଷଗୁଡ଼ିକ ବୃଦ୍ଧି ପାଇବ। ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ ଅଂଶ ରହିବେ। ବ୍ୟବସାୟ ଭଲ କରିବ। ଅଫିସରେ ଚାକିରୀକୁ ନେଇ ସନ୍ତୁଷ୍ଟ ହେବେ। ଘର ବାହାରେ ଜୀବନ ଖୁସି ହେବ। ମୋଟ ଉପରେ, ଆଜି ଆପଣଙ୍କ ପାଇଁ ସଠିକ୍ ଦିନ ହେବ। ବୃଷ- ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ। କାରବାରରେ ସତର୍କତା ବ୍ୟବହାର କରନ୍ତୁ। ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ। ଅଫିସ୍ କିମ୍ବା କାର୍ଯ୍ୟକ୍ଷେତ୍ରରେ ଏକ ଚାପଗ୍ରସ୍ତ ପରିସ୍ଥିତି ହୋଇପାରେ। ମିଥୁନ- ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଆସିପାରେ। ନିଦ୍ରା ଅଭାବ ହେବ। ମୁଣ୍ଡବିନ୍ଧା ଏବଂ ଆଖିରେ ଉତ୍ତେଜନା ଦେଖାଦେଇପାରେ। ଦୈନ୍ୟନ୍ଦିନ କାର୍ଯ୍ୟଗୁଡିକ କିଛି ବିପଦ ବହନ କରିପାରେ।…
କାନପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୨୮-୧୨-୨୦୨୧) ଆଇଆଇଟି କାନପୁର ୫୪ତମ ସମାବର୍ତ୍ତନ ସମାରୋହରେ ଯୋଗଦେଇ ସାମୁହିକ ଭାବେ ଡିଜିଟାଲ ସ୍ନାତକ ଉପାଧି ପ୍ରଦାନ କରିଛନ୍ତି। ପ୍ରତିଷ୍ଠାନର ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜି କାନପୁର ନିମନ୍ତେ ଏକ ମହାନ୍ ଦିବସ କାରଣ ଆଜି କାନପୁର ନଗରୀ ମେଟ୍ରୋ ସୁବିଧା ମଧ୍ୟ ପାଉଛି। ଆହୁରିମଧ୍ୟ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ଜରିଆରେ କାନପୁର ବିଶ୍ୱକୁ ମୂଲ୍ୟବାନ ଉପହାର ଦେଇଛି। ଛାତ୍ରଛାତ୍ରୀଙ୍କ ଏହି ସମ୍ମାନଜନକ ଅନୁଷ୍ଠାନରେ ରହଣି ମଧ୍ୟରେ ବିଶେଷକରି ଏଠାରେ ଯୋଗଦେବା ଓ ଉତ୍ତୀର୍ଣ୍ଣ ହେବା ମଧ୍ୟରେ “ଆପଣମାନେ ଏକ ବିରାଟ ପରିବର୍ତ୍ତନ ନିଜ ମଧ୍ୟରେ ଅନୁଭବ କରିପାରୁଥିବେ।” ଏଠାକୁ ଆସିବା ପୂର୍ବରୁ ମନରେ ଅନେକ ଆଶଙ୍କାର ପ୍ରଶ୍ନବାଚୀ ଥିବ। ହେଲେ ଏବେ ଅଜଣାର କୌଣସି ଭୟ ନ ଥିବ ଓ ଏବେ ସମଗ୍ର ବିଶ୍ୱରେ କିଛି ନା କିଛି ନୂତନ ଆବିଷ୍କାର ପାଇଁ ମନରେ ସାହସ ମଧ୍ୟ…
ଭୁନନେଶ୍ୱର: ଆଜି ସ୍ଥାନୀୟ ଗୌରୀ କଟେଜ ହୋଟେଲ ପରିସରରେ, ନୂଆ ଓଡ଼ିଆ ସିନେମା “ମନ ମୋର କାଗଜ ଗୁଡି” ର ଗ୍ରାଣ୍ଡ ଅଡିଓ ରିଲିଜ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।ଏଥିରେ ମୁଖ୍ୟ ଉଦ୍ଘାଟକ ଭାବେ ମନ୍ତ୍ରୀ ସମୀର ରଞ୍ଜନ ଦାସ (ସ୍କୁଲ ଆଣ୍ଡ ମାସ ଏଜୁକେଶନ) ଯୋଗ ଦେଇଥିଲେ। ଆଜି ଏହି ଗ୍ରାଣ୍ଡ ଅଡିଓ ରିଲିଜ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଧାୟକ ଅନନ୍ତ ନାରାୟଣ ଜେନା ଓ ସମ୍ମାନିତ ଅତିଥି ଭାବେ ଜଟଣୀ ବିଧାୟକ ସୁରେଶ ରାଉତରାୟ ଉପସ୍ଥିତ ଥିଲେ। ସୁମିତ୍ରା ଏଣ୍ଟରଟେଂମେଣ୍ଟ ବ୍ୟାନରର,”ମନ ମୋର କାଗଜ ଗୁଡି” ସିନେମାକୁ ନେଇ ଏହାର ମୁଖ୍ୟ ପ୍ରଯୋଜକ ଶିବିର କୁମାର ପରିଡା ଓ ସହ ପ୍ରଯୋଜକ ବିବେକାନନ୍ଦ ବାରିକ ବେଶ ଆଶାବାଦୀ ଅଛନ୍ତି।ବ୍ୟୟବହୁଳ ସିନେମା ଟିକୁ ଆଉ ଟିକେ ସରସ ସୁନ୍ଦର କରିବା ପାଇଁ ସଙ୍ଗୀତକୁ ସ୍ମୃତି ମଧୁର କରିଛନ୍ତି, ସଙ୍ଗୀତ ନିର୍ଧେସକ ଜାପାନୀ ଭାଇ।ନିର୍ଧେସନା ଭାର ଦେଵଜ୍ୟୋତି ପାତ୍ର ସମ୍ଭାଳି…
ସୀତାରାମ ଅଗ୍ରୱାଲ କାଳୁପଡା: ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ କାଳୁପଡାଘାଟ ରେଳ ଷ୍ଟେସନ ନିକଟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ରେଲୱେ ଟ୍ରାକ୍ ଅତିକ୍ରମ କରୁଥିବା ବେଳେ ଏକ ଦ୍ରୁତଗାମୀ ଟ୍ରେନ୍ ଧକ୍କା ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବାର ଅଭିଯୋଗ ହୋଇଛି। ସୂଚନା ମୁତାବକ ପାରାଦ୍ୱୀପ ଅଞ୍ଚଳର ଜଣେ ବୃଦ୍ଧ (୬୦) ଦୀର୍ଘ ଦିନ ହେବ କାଳୁପଡ଼ାସ୍ଥିତ ତାଙ୍କ ସମ୍ପର୍କୀୟ ଭାଇଙ୍କ ପାଖେ ରହି ବେତ କାମ କରୁଥିଲେ। ବୃଦ୍ଧ ଜଣକ ଆଜି ଅପରାହ୍ନ ୪.୩୦ ଘଟିକା ସମୟରେ କାଳୁପଡ଼ାଘାଟ ଷ୍ଟେସନ ସାଉଥ ଗେଟ ପଡିଥିବା ସମୟରେ ରେଲୱେ ଟ୍ରାକ୍ ଅତିକ୍ରମ କରୁଥିଲେ। ଠିକ୍ ସେହି ସମୟରେ ଟ୍ରେନ ନମ୍ବର ୧୨୮୪୬ ୟଶବନ୍ତପୁର ହାଉଡ଼ା ସୁପରଫାଷ୍ଟ ଏକ୍ସପ୍ରେସଟି ବୃଦ୍ଧଙ୍କୁ ଧକ୍କା ଦେଇଥିଲା। ତେବେ ଖବର ପାଇ ଆରପିଏଫ କର୍ମଚାରୀମାନେ ବୃଦ୍ଧଙ୍କୁ ତୁରନ୍ତ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ବର୍ତ୍ତମାନ…
ଭୁବନେଶ୍ୱର: ଗୋଟିଏ କେବୁଲରେ ଇଣ୍ଟରନେଟ ଏବଂ ଟିଭିଚ୍ୟାନେଲ ପ୍ରଥମ ଥର ପାଇଁ ଓଡିଶାରେ ଆରମ୍ଭ ହେବ। ପ୍ରେସ କ୍ଲବଠାରେ ଏହି ସୁବିଧାକୁ ଅନୁଷ୍ଠାନିକ ଭାବେ ଅଭିନେତା ସବ୍ୟସାଚୀ ମିଶ୍ର ଶୁଭାରମ୍ଭ କରିଛନ୍ତି। ଏହା ଦ୍ୱାରା ଓଡିଶାବାସୀ କମ ମୂଲ୍ୟରେ ଓ ବିନା ପ୍ରତିବନ୍ଧକରେ ଉଭୟ ଟିଭି ଓ ଇଣ୍ଟରନେଟ ପାଇପାରିବେ। ଅନ୍ୟପକ୍ଷରେ ଏହା ବୈଷୟିକର ନୂଆଯୁଗ ଆରମ୍ଭ ହେଲା ବୋଲି ଶ୍ରୀ ମିଶ୍ର ମତବ୍ୟକ୍ତ କରିଥିଲେ। ଏସଏସ କେବୁଲସର ପ୍ରତିଷ୍ଠାତା ସୁଶାନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉପସଭାପତି ସଞ୍ଜୟ ଦାସ, ମୁଖ୍ୟ ପରିଚାଳକ ପଙ୍କଜ ଦତ୍ତ ଯୋଗଦେଇ ଅନ୍ୟ ଅପରେଟର ମାନଙ୍କ ଠାରୁ ଶସ୍ତା, ସୁନ୍ଦର ଓ ଅଧିକ ସେବା ଏହି କେବୁଲରେ ପାଇପାରିବେ ବୋଲି ମତ ଦେଇଥିଲେ। ଉତ୍ସବରେ ଓଡ଼ିଶାର ଏଲ୍ ସି ଓ ଯୋଗ ଦେଇ ସେମାନେ କେବୁଲ ନେଟୱାର୍କରେ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଏସଏସ କେବୁଲନେଟ ଓ ଏନଏସଟି ଡିଜିଟାଲ ସମାଧାନ କରିବା ସହ…
ଭୁବନେଶ୍ୱର: ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ର ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ରିଭ୍ୟୁ ପିଟିସନ ଦାଖଲ କରି ପଞ୍ଚାୟତ ନିର୍ବାଚନକୁ ୪ ମାସ ଘୁଞ୍ଚାଇବା ପାଇଁ ନିବେଦନ କରିଛନ୍ତି। ନିର୍ବାଚନ ପୂର୍ବରୁ ପଛୁଆବର୍ଗ କମିଶନଙ୍କ ଜରିଆରେ ପଛୁଆବର୍ଗ ଜନଗଣନା କରିବା ପାଇଁ ମଧ୍ୟ ମାନ୍ୟବର କୋର୍ଟଙ୍କ ପାଖରେ କେନ୍ଦ୍ର ସରକାର ପ୍ରାର୍ଥନା କରିଛନ୍ତି। ମଧ୍ୟପ୍ରଦେଶ ସରକାର ମଧ୍ୟ ସୁପ୍ରିମକୋର୍ଟରେ ଅର୍ଜି ଦାଖଲ କରି ମାନ୍ୟବର କୋର୍ଟ ତାଙ୍କର ଡ଼ିସେମ୍ବର ୧୭ ତାରିଖର ‘ପଛୁଆବର୍ଗ ସଂରକ୍ଷଣ’ ଉପରେ ଦେଇଥିବା ରାୟକୁ ପୁନର୍ବିଚାର କରିବାକୁ ମଧ୍ୟ ନିବେଦନ କରିଛନ୍ତି। ଗତ ରବିବାର ଦିନ ବିଜୁ ଜନତା ଦଳ ତା’ର ପ୍ରତିଷ୍ଠା ଦିବସର ଦୁଇଟି ପ୍ରତିଶ୍ରୁତି ଓଡ଼ିଶାର ଜନସାଧାରଣଙ୍କୁ ଦେଇ ଗଣମାଧ୍ୟମରେ ପ୍ରକାଶ କରିଥିଲା ଯେ, ଆଗାମୀ ପଞ୍ଚାୟତ ନିର୍ବାଚନରେ ଦଳ ପକ୍ଷରୁ ୪୦ଭାଗ ଟିକେଟ ପଛୁଆବର୍ଗ ପ୍ରାର୍ଥୀମାନଙ୍କୁ ଦିଆଯିବ ଏବଂ ଦ୍ୱିତୀୟତଃ କେନ୍ଦ୍ର ସରକାର ପଛୁଆବର୍ଗ ସଂରକ୍ଷଣ ଉପରେ ଯେଉଁ ଆଇନଗତ ଓ ରାଜନୈତିକ ପଦକ୍ଷେପ…
ଭୁବନେଶ୍ୱର: “ମିସେସ୍ ଇଣ୍ଡିଆ ୱାନ୍ ଇନ୍ ମିଲିୟନ୍-ଓଡ଼ିଶା ୨୦୨୧” ଟାଇଟଲ୍ ହାସଲ କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜର ଆସିଷ୍ଟାଂଟ ପ୍ରଫେସର ମନୀଷା ପ୍ରହରାଜ। ଓଡ଼ିଶାରୁ ପ୍ରତିନିଧିତ୍ୱ କରୁଥିବା ଏକମାତ୍ର ପ୍ରତିଯୋଗୀ ମନୀଷା ଏହି ସଫଳତା ସାଉଁଟିଛନ୍ତି। ନୂଆଦିଲ୍ଲୀର ଏକ ତାରକା ହୋଟେଲ୍ରେ ଚାରି ଦିନ ବ୍ୟାପୀ ଚାଲିଥିବା ଜାତୀୟ ସ୍ତରୀୟ ଏହି ସୁନ୍ଦରୀ ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ପ୍ରାୟ ୭୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ଗତ ଡିସେମ୍ବର ୨୪ ତାରିଖ ଦିନ ଏହାର ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହୋଇଥିଲା ବେଳେ ଶ୍ରେଷ୍ଠ ୮ ଜଣ ପ୍ରତିଯୋଗୀ ଫାଇନାଲ୍ ରାଉଣ୍ଡକୁ ମନୋନୀତ ହୋଇଥିଲେ। ଏହି ଅବସରରେ ଶ୍ରୀମତି ପ୍ରହରାଜ ଏହି ୮ ଜଣଙ୍କ ମଧ୍ୟରେ ରହିଥିବା ବେଳେ “ମିସେସ୍ ଇଣ୍ଡିଆ ୱାନ୍ ଇନ୍ ମିଲିୟନ୍-ଓଡ଼ିଶା ୨୦୨୧” ଟାଇଟଲ୍ ହାସଲ କରି ସୋଆ ପାଇଁ ଗୌରବ ଅର୍ଜନ କରିଛନ୍ତି। ସେହିପରି ସୋଆ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍…
ଭୁବନେଶ୍ୱର: କୋଭିଡର ନୂଆ ଭାରିଆଂଟ ଓମିକ୍ରନ୍ ସଂକ୍ରମଣର ଭୟ ଏବଂ ତୃତୀୟ ଲହରର ଆଶଙ୍କା ମଧ୍ୟରେ ସମ୍ କୋଭିଡ୍ ହସ୍ପିଟାଲ୍ରୁ ଆସିଛି ଆସ୍ୱସ୍ତିକର ଖବର। କୋଭିଡ ସଂକ୍ରମିତ ୯୬ ବର୍ଷୀୟ ଜଣେ ବୃଦ୍ଧ ହସ୍ପିଟାଲ୍ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ୱର ଉପକଣ୍ଠ ଡୁମ୍ଡୁମା ଅଂଚଳର ବୟୋଜ୍ୟେଷ୍ଠ ବ୍ୟକ୍ତି ଗଦାଧର ଦାସ କରୋନା ସଂକ୍ରମିତ ହେବା ପରେ ସମ୍ କୋଭିଡ୍ ହସ୍ପିଟାଲ୍ରେ ଗତ ଡିସେମ୍ବର ୨୦ ତାରିଖରେ ଭର୍ତି ହୋଇଥିଲେ। ହସ୍ପିଟାଲ୍ରେ ଭର୍ତ୍ତି ହେବା ସମୟରେ ତାଙ୍କୁ ଜ୍ୱର, ଛାତିରେ କଫ ଜମିବା ସହ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିଲା। ତାଙ୍କୁ ସୁସ୍ଥ କରିବା ନିମନ୍ତେ ଆଇସିୟୁରେ ରଖାଯାଇ ଅକ୍ସିଜେନ୍ ମଧ୍ୟ ଦିଆଯାଇଥିଲା। ଦୀର୍ଘ ୯ ଦିନ ଧରି ସମ୍ କୋଭିଡ୍ ହସ୍ପିଟାଲ୍ର ଡାକ୍ତର, ନର୍ସ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟକର୍ମୀ ମାନେ ତାଙ୍କର ଉତ୍ତମ ଚିକିତ୍ସା, ସେବା, ଯତ୍ନ କରିବା ଫଳରେ ସେ ସୁସ୍ଥ ହୋଇ ମଙ୍ଗଳବାର ଘରକୁ ଫେରିଛନ୍ତି।…
ଭୁବନେଶ୍ଵର: କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ। ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବର୍ତ୍ତନ କରିବାକୁ ହେବ। ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅଧିକାରୀ ମାନଙ୍କୁ ଏହି ବାର୍ତ୍ତା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର କାର୍ଯ୍ୟକ୍ରମ ଦୁଇ ବର୍ଷ ଧରି ଆରମ୍ଭ ହୋଇଛି। ପ୍ରଶାସନିକ ସ୍ତରରେ ସରକାରଙ୍କ ଏହି ରୂପାନ୍ତର ଉଦ୍ୟମ ଜନସାଧାରଣଙ୍କ ମଧ୍ୟରେ ସରକାରଙ୍କ ସପକ୍ଷରେ ବିଶ୍ବାସ ସୃଷ୍ଟି କରିପାରିଛି। ଏହି ପ୍ରକ୍ରିୟା ବର୍ତ୍ତମାନ ରାଜ୍ୟ ସରକାରଙ୍କ ବିଭିନ୍ନ ପଦାଧିକାରୀ ଓ କର୍ମଚାରୀ ମାନଙ୍କ ମଧ୍ୟରେ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛି। ସରକାରୀ ଅଧିକାରୀଙ୍କ ମଧ୍ୟରେ ବୃତ୍ତିଗତ ବ୍ୟବହାର ଆଣିବା ପାଇଁ ରାଜ୍ୟ ସରକାରଙ୍କ କ୍ରମାଗତ ଉଦ୍ୟମ ସଫଳ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ…
ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ପ୍ରଥମ ଶ୍ରେଣୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଜାନୁଆରୀ ୩ରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ସ୍କୁଲ ଖୋଲିବ। ରାଜ୍ୟରେ ୨୭ ହଜାର ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସମ୍ମେଟିଭ-୧ ପରୀକ୍ଷା ଥିବା ସ୍କୁଲ ୧୦ ତାରିଖରୁ ଖୋଲିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଏଥିପାଇଁ ମଧ୍ୟାହ୍ନ ଭୋଜନ ନିମିତ୍ତ ଉଦ୍ଦିଷ୍ଟ ମଧ୍ୟାନ୍ତର ବିନା ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ ୯ଘଟିକା ଠାରୁ ମଧ୍ୟାହ୍ନ ୧୨ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ। ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଶୁଖିଲା ରାସନ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ଜାରି ରହିବ। ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ ଏସଓପି ବିଭାଗ ଦ୍ଵାରା ସୂଚିତ କରାଯିବ ବୋଲି କୁହାଯାଇଛି।
ଖୋର୍ଦ୍ଧା: ଜଟଣୀରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିବା ସହ ଜଣେ ମହିଳା ଅଭିଯୁକ୍ତଙ୍କୁ ଖୋର୍ଦ୍ଧା ଅବକାରୀ ବିଭାଗ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଜଟଣୀ ଥାନା ଅଞ୍ଚଳର ସୁହାନା ବିବି (୫୨)। ଜଟଣୀ କୁଦିଆରି ବଜାର ନିକଟରୁ ଅଭିଯୁକ୍ତଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ତାଙ୍କ ନିକଟରୁ ୩୬ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି, ଯାହାର ମୂଲ୍ୟ ୩ ଲକ୍ଷ ୬୦ ହଜାର ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ତେବେ ଗିରଫ ଅଭିଯୁକ୍ତଙ୍କ ବିରୋଧରେ ୨୯ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ପିଆର ନମ୍ବର ୩୯/୨୧ ରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ ସୂଚନା ଦେଇଛନ୍ତି। ଉକ୍ତ ଚଢ଼ାଉରେ ଜିଲ୍ଲା ଅବକାରୀ ଇନ୍ସପେକ୍ଟର ସସ୍ମିତା ହୋତା ଏବଂ ସବ ଇନ୍ସପେକ୍ଟର ମନୋଜ କୁମାର ବାରିକ ସାମିଲ ଥିଲେ।
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବରର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଅନେକ ଗୁରୁତ୍ବପର୍ଣ୍ଣ ପ୍ରକଳ୍ପ ଆରମ୍ଭ କରାଯାଇଛି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢିତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି। ଏହା ଶେଷ ହେଲେ ଭୁବନେଶ୍ବରର ଗରିମା ଆହୁରି ବୃଦ୍ଧି ପାଇବ। ପୁରୀରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ୍ ଟ୍ୟାପର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ପୁରୀର ଜନସାଧାରଣ ସଂପୁର୍ଣ୍ଣ ବିଶୁଦ୍ଧ ଜଳ ପାଇପାରୁଛନ୍ତି। ବର୍ତ୍ତମାନ ପୁରୁଣା ଭୁବନେଶ୍ବରର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ। ବିକାଶ ଓ…
ଜୀବନ ଶୈଳୀ: ଯେଉଁମାନେ ଦିନକୁ ଉତ୍ତମ କାମରୁ ଦିନ ଆରମ୍ଭ କରନ୍ତି, ସେମାନେ ସର୍ବଦା ସଫଳତାର ଶିଖରକୁ ସ୍ପର୍ଶ କରନ୍ତି। ଏହିପରି ଲୋକମାନେ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଥାନ୍ତି ଏବଂ ସମାଜକୁ ନୂତନ ଦିଗ ପ୍ରଦାନ କରନ୍ତି। ସକାଳେ ଉଠିବା ପରେ ଏହି ଜିନିଷଗୁଡ଼ିକ ଉପରେ ବିଶେଷ ଧ୍ୟାନ ଦେବା ଉଚିତ୍। ଆସନ୍ତୁ ଜାଣିବା ଏହି ଗୁରୁତ୍ୱପୂର୍ଣ୍ଣ ଜିନିଷଗୁଡ଼ିକ- ଆପଣ କେବେ ଜାଗ୍ରତ ହେବା ଉଚିତ୍: ଯଦି ଆପଣ ସୁସ୍ଥ ରହିବାକୁ ଚାହାଁନ୍ତି, ତେବେ ବ୍ରହ୍ମ ମୂହୁର୍ତ୍ତ ଠାରୁ ସୂର୍ଯ୍ୟୋଦୟ ପର୍ଯ୍ୟନ୍ତ ଯେକୌଣସି ସମୟରେ ଜାଗ୍ରତ ହେବା ସର୍ବୋତ୍ତମ ବୋଲି ବିବେଚନା କରାଯାଏ। ବିଶ୍ୱାସ କରାଯାଏ ଯେ, ଏହି ସମୟରେ ପ୍ରକୃତିର ସାତ୍ତ୍ୱିକ ଗୁଣ ଅଛି। ଏହା ମନକୁ ଶାନ୍ତି ଏବଂ ଇନ୍ଦ୍ରିୟମାନଙ୍କୁ ସତେଜତା ଦେଇଥାଏ। ତେଣୁ ଯେଉଁମାନେ ସୂର୍ଯ୍ୟୋଦୟ ପୂର୍ବରୁ ଉଠନ୍ତି ମାତା ଲକ୍ଷ୍ମୀଙ୍କର ଆଶୀର୍ବାଦ ମଧ୍ୟ ସେମାନଙ୍କ ଉପରେ ରହିଥାଏ। ଦୀର୍ଘ ସମୟ ଶୋଇବା: ଯିଏ ଦୀର୍ଘ ସମୟ…
ନୂଆଦିଲ୍ଲୀ: ବଲିଉଡର ଭାଇଜାନ ଅର୍ଥାତ୍ ସଲମାନ ଖାନଙ୍କ ଜନ୍ମଦିନ ଭୋଜିରେ ସାପ କାମୁଡ଼ିଥିଲା। ସଲମାନଙ୍କୁ ସାପ କିପରି କାମୁଡ଼ିଲା, ତାହା ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ବାସ୍ତବରେ ସଲମାନ ତାଙ୍କ ପରିବାର ଏବଂ ସାଙ୍ଗମାନଙ୍କ ସହିତ ଫାର୍ମ ହାଉସରେ ପାର୍ଟି କରୁଥିଲେ। ତା’ପରେ ହଠାତ୍ ଏକ କୋଠରୀକୁ ଗୋଟିଏ ସାପ ଆସିଲା। ସଲମାନ ଯେତେବେଳେ ସାପଟି ପିଲାମାନଙ୍କ କୋଠରୀକୁ ଯାଉଥିବାର ଦେଖିଲେ, ଦବାଙ୍ଗ ଭାଇଜାନ ନିଜ ହାତରେ ସାପକୁ ଧରିବାକୁ ଯାଇଥିଲେ। ସଲମାନ ପିଲାମାନଙ୍କୁ ଉଦ୍ଧାର କରିଥିଲେ। କିନ୍ତୁ ସାପ ତାଙ୍କୁ ୩ ଥର କାମୁଡ଼ି ଦେଇଥିଲା। ଏହା ପରେ ସଲମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା। ଯଦି ଏହା ଆପଣଙ୍କ ସହିତ କେବେ ଘଟେ, ତେବେ ଆପଣ ଜାଣିବା ଉଚିତ୍ ଯେ, ସାପ କାମୁଡ଼ିବା ପରେ ଆପଣ କଣ କରିବା ଉଚିତ୍ ଏବଂ କଣ କରିବା ଉଚିତ୍ ନୁହେଁ। ଆସନ୍ତୁ ଜାଣିବା… ଯଦି ସାପ କାମୁଡ଼େ ତେବେ ତୁରନ୍ତ ଏହି କାମ କରନ୍ତୁ:…
ନୂଆଦିଲ୍ଲୀ: ପଞ୍ଜାବରେ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ କଂଗ୍ରେସ ଦଳ ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛି। ଏହାର ଦୁଇଜଣ ବିଧାୟକ ବିଜେପିରେ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ସାଂସଦ ପ୍ରତାପ ସିଂ ବାଜୱାଙ୍କ ସାନଭାଇ ଫତେହ ଜଙ୍ଗ ସିଂ ବାଜୱା। ଫତେହ ସିଂ ବାଜୱା ହେଉଛନ୍ତି କାନ୍ଦିୟାର ବିଧାୟକ। ବର୍ତ୍ତମାନ ଏହି ନିର୍ବାଚନମଣ୍ଡଳୀରେ ଦୁଇ ଭାଇଙ୍କ ମଧ୍ୟରେ ଏକ ନିର୍ବାଚନୀ ଯୁଦ୍ଧ ଦେଖିବାକୁ ମିଳିବ। ପ୍ରତାପ ବାଜୱା ଏଠାରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଆଗ୍ରହୀ ଥିବା ଜଣାଯାଇଛି। ନିକଟରେ ହୋଇଥିବା ଏକ ରାଲିରେ ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁ ଫତେହ ବାଜୱାଙ୍କୁ ଦଳର ପ୍ରାର୍ଥୀ ଘୋଷଣା କରିଛନ୍ତି। ପ୍ରକାଶ ଥାଉକି, ସେହି ଘୋଷଣା ପରେ ଖୁବ୍ ଶୀଘ୍ର ପ୍ରତାପ ସିଂ ବାଜୱା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ, ସେ ମଧ୍ୟ ସମାନ ଆସନ ପାଇଁ ଆଗ୍ରହୀ। ସୂତ୍ରରୁ ପ୍ରକାଶ…

