Categories
ଜାତୀୟ ଖବର ବିଶେଷ ଖବର ବ୍ୟବସାୟ

କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବ ଇସ୍ପାତ କାରଖାନା, ଜିଲ୍ଲାବାସୀଙ୍କ ସ୍ବାଗତ

ଭୁବନେଶ୍ବର, କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପକ୍ଷରୁ ତିନି ମିଲିୟନ ଟନ ଉତ୍ପାଦନ କ୍ଷମତା ବିଶିଷ୍ଟ ସମନ୍ଵିତ ଇସ୍ପାତ ପ୍ରକଳ୍ପକୁ ଉଚ୍ଚ ସ୍ତରୀୟ ପ୍ରକଳ୍ପ ଅନୁମୋଦନ କମିଟିର ସ୍ବୀକୃତି ପରେ ସାରା ଜିଲ୍ଲାବାସୀ ସ୍ବାଗତ କରିଛନ୍ତି । ଚମ୍ପୁଆର କରା ଖେନ୍ଦ୍ରା ଠାରେ ଏହି ପ୍ରକଳ୍ପ ସ୍ଥାପନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ ନିଷ୍ପତ୍ତି ପାଇଁ କୃତଜ୍ଞତା ଜଣାଇବା ପାଇଁ ଜିଲ୍ଲାର ନାଗରିକ ମାନଙ୍କ ପକ୍ଷରୁ ଏକ ଧନ୍ୟବାଦ କାର‌୍ୟ୍ୟକ୍ରମ ଆୟୋଜିତ ହୋଇଥିଲା ।

ଧନ୍ୟବାଦର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ କେନ୍ଦୁଝରରେ ଖଣି ସମୃଦ୍ଧ ଏକ ଇସ୍ପାତ କାରଖାନା ତାଙ୍କର ବହୁ ଦିନର ଇଚ୍ଛା ଥିଲା । ଜିଲ୍ଲାରେ ଇସ୍ପାତ ପ୍ରକଳ୍ପ ପାଇଁ ବିଧାୟକ ମାନଙ୍କ ଠାରୁ ଆରମ୍ଭ କରି ବୁଦ୍ଧିଜୀବି ଓ ସବୁ ବର୍ଗର ଲୋକମାନେ ତାଙ୍କୁ ଅନୁରୋଧ ଜଣାଇଥିଲେ । ଆଜି ଜିଲ୍ଲାରେ ଇସ୍ପାତ ପ୍ରକଳ୍ପ ସାକାର ରୂପ ନେଇଥବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିବା ସହିତ ପ୍ରକଳ୍ପ ଯେପରି ଶୀଘ୍ର କାର‌୍ୟ୍ୟକ୍ଷମ ହୋଇପାରିବ ସେଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।

କେନ୍ଦୁଝରର ବିକାଶ ପାଇଁ ବିଜୁବାବୁ ସବୁବେଳେ ତତ୍ପର ଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦୁଝରରେ ଖୁବ ଶୀଘ୍ର ସରକାରୀ ମେଡିକାଲ କଲେଜ କାର‌୍ୟ୍ୟକ୍ଷମ ହେବାକୁ ଯାଉଛି । କେନ୍ଦୁଝରରେ ଏକ ନୂଆ ନର୍ସିଙ୍ଗ କଲେଜ ଖୋଲାଯିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

କେନ୍ଦୁଝରରେ ଆରମ୍ଭ ହୋଇଥିବା ମେଗା ପାଇପ ଜଳ ଯୋଗାଣ ଦ୍ଵାରା ସାରା ଜିଲ୍ଲାର ପ୍ରତି ଘରେ ଘରେ ପାଇପ ଯୋଗେ ଭଲ ପିଇବା ପାଣି ପହଞ୍ଚି ପାରିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଏଥି ସହିତ ଜିଲ୍ଲାର ରାସ୍ତାଘାଟ ଉନ୍ନତି କାର‌୍ୟ୍ୟକ୍ରମ କୁ ତ୍ୱରାନ୍ୱିତ କରାଯିବ ବୋଲି ସେ କହିଥିଲେ। ତେଣୁ ସବୁ ସରକାରୀ ପ୍ରକଳ୍ପ ଯେପରି ଠିକ ସମୟରେ ଶେଷ ହୋଇପାରିବ ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁଣିଥରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ପୂର୍ବତ୍ତନ ମନ୍ତ୍ରୀ ତଥା ବରିଷ୍ଠ ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏ କାଯ୍ୟକ୍ରମରେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ , ସାଂସଦ ଚନ୍ଦ୍ରାଣୀ ମୁର୍ମୁ , ବିଧାୟକ ପ୍ରଣବ ପ୍ରକାଶ ଦାସ ଙ୍କ ସମେତ ଜିଲ୍ଲାର ବିଧାୟକଗଣ , ପଦ୍ମଶ୍ରୀ ଦୈତାରୀ ନାୟକ , କେନ୍ଦୁଝର ନାଗରିକ ଫୋରୋମ , ବରିଷ୍ଠ ନାଗରିକ ମଞ୍ଚ ତଥା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଇସ୍ପାତ କାରଖାନା ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଙ୍କୁ ଜଣାଇଥିଲେ।

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ମନରେଗା ଶ୍ରମିକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା, ୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି ଟଙ୍କା

ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଙ୍ଗ ଜରିଆରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ବା ମନରେଗା ରେ ନିୟୋଜିତ ଶ୍ରମିକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏଥିରେ ଏପ୍ରିଲରୁ ଜୁନ ମାସ ପଯ୍ୟନ୍ତ ଏହି ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ପ୍ରତ୍ୟେକ ଦିନର ମଜୁରି ସହିତ ଆଉ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଗଲା। ଏହା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟ ରେ ଜମା କରାଗଲା । ଏହାଦ୍ବାରା ପ୍ରତ୍ୟେକ ଶ୍ରମିକ ୪୫୦୦ ଟଙ୍କା ପର‌୍ୟ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି । ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଲେ ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି । ଗରିବ ଲୋକଙ୍କ କାର‌୍ୟ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ ବୋଲି ମୁଖ୍ୟ ମନ୍ତ୍ରୀ ମତବ୍ୟକ୍ତ କରିଥିଲେ ଏବଂ ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାଜଯ କରିବା ବୋଲି ଆଶା ପ୍ରକାଶ କରିଥିଲେ । ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲ୍ଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କ ରୋଜଗାର ଦେବା ପାଇଁ କାମ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡର ଦ୍ଵିତୀୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏଥିରେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି । ଗଏଘଜଋଏଝ ରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର‌୍ୟ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ ରଖା ଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ବର୍ଷ ଧରି ଆମର କୋଭିଡ ଲଢେଇ ମଧ୍ୟରେ ଲକଡାଉନ ସଟଡାଉନ ଯୋଗୁଁ ଗରିବ ଲୋକଙ୍କ ରୋଜଗାର କମିଛି । ତେଣୁ ଲୋକଙ୍କ ଜୀବିକା ଉପରେ ଧ୍ୟାନ ଦେଇ ରାଜ୍ୟ ସରକାର ଚାଷୀ , ଶ୍ରମିକ , ଦୁଗ୍ଧ ଚାଷୀ , ଉଠା ଦୋକାନୀ ସମସ୍ତଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ । କରୋନାର ଦ୍ଵିତୀୟ ଲହର ସମ୍ପୁର୍ଣ୍ଣ ଶେଷ ହୋଇନାହିଁ ବୋଲି ଦୋହରାଇ ସେ ସମସ୍ତଙ୍କୁ ଟୀକା ନେବାକୁ ଓ କୋଭିଡ ନିୟମ ମାନିବାକୁ ଅନୁରୋଧ କରିଥିଲେ।

ଏହି ଅବସରରେ ପଞ୍ଚାଯତରାଜ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ଗରିବ କୃଷକ ଶ୍ରମିକ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତି କୁ ସୁଦୃଢ କରିବ ବୋଲି ସେ କହିଥିଲେ ।

ଏହି କାର‌୍ୟ୍ୟକ୍ରମରେ ଡାବୁଗାଁ ବିଧାୟକ ଶ୍ରୀ ମନୋହର ରନ୍ଧାରି, ନୂଆପଡା ବିଧାୟକ ଶ୍ରୀ ରାଜେନ୍ଦ୍ର ଢୋଲକିଆ ଏବଂ ରାଉରକେଲା ବିଧାୟକ ଶ୍ରୀ ସାରଦା ନାୟକ ପ୍ରମୁଖ ଯୋଗ ଦେଇ ବିଭିନ୍ନ ବିକାଶ ଓ ଜନ କଲ୍ୟାଣ କାର‌୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ବର ଉଚ୍ଚ ପ୍ରଶଂସା କରିଥିଲେ ।

ଏହି କାର‌୍ୟ୍ୟକ୍ରମରେ ରାଜ୍ୟର ୩୧୪ ଟି ବ୍ଲକର ଗଏଘଜଋଏଝ ଶ୍ରମିକ ମାନେ ଭିଡିଓ କନଫରେନସିଙ୍ଗ ଯୋଗେ ଯୋଡି ହୋଇଥିଲେ । ଗଞ୍ଜାମର ନିକି ଆମ୍ମା ଓ କୈଳାଶ ଗଉଡ , କୋରାପୁଟର ସୁରେଶ ବାଖିଆ, ତପନ କୁମାର ନାଗ , କଳାହାଣ୍ଡିର ସିତି ପୂଜାରୀ ଓ ଗଜ ମାଝି ଓ ମୟୂରଭଞ୍ଜରଶିବରାମ ସୋରେନ ଓ ସୁକାନ୍ତି ମୁର୍ମୁ ପ୍ରମୁଖ କେତେ ଜଣ ହିତାଧିକାରୀ ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର କୃତଜ୍ଞତା ପ୍ରକାଶ କରିଥିଲେ। ଏହି ସହାୟତା କୋଭିଡ ସମୟରେ ସେମାନଙ୍କୁ ବିଶେଷ ସାହାଜ୍ୟ କରିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି . କେ. ପାଣ୍ଡିଆନ କାଯ୍ୟକ୍ରମ ସଞ୍ଚାଳନ କରିଥିଲେ ।
ଏହି କାଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , ଉନ୍ନୟନ କମିଶନର , କୃଷି ଉତ୍ପାଦନ କମିଶନର, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧାର ନୂତନ ଉପଜିଲ୍ଲାପାଳ ଭାବେ ଯୋଗ ଦେଲେ ଯୁବ ଆଇଏଏସ ଅଧିକାରୀ ଗୌରବ ଶିବାଜୀ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ନୂତନ ଉପଜିଲ୍ଲାପାଳ ରୂପେ ଯୁବ ଆଇଏଏସ ଅଧିକାରୀ ଗୌରବ ଶିବାଜୀ ଇଶାଲୱର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଶ୍ରୀ ଈଶାଲୱର ୨୦୧୯ ବ୍ୟାଚର ଓଡିଶା କ୍ୟାଡର ଆଇଏଏସ ଅଧିକାରୀ। ନିକଟରେ ଉକ୍ତ ଅଧିକାରୀଙ୍କ ଦ୍ଵିତୀୟ ଫେଜ ଟ୍ରେନିଂ ସରିବା ପରେ ରାଜ୍ୟ ସରକାର ଶ୍ରୀ ଈଶାଲୱାରଙ୍କୁ ଖୋର୍ଦ୍ଧା ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି।

ତେବେ ଗତକାଲି ଶ୍ରୀ ଇଶାଲୱର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଦୀର୍ଘ ବର୍ଷ ପରେ ଖୋର୍ଦ୍ଧା ପରି ଗୁରୁତ୍ୱପୂର୍ଣ୍ଣ ଜିଲ୍ଲାରେ ଜଣେ ଆଇଏଏସ ଅଧିକାରୀଙ୍କୁ ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି।

ସୂଚନା ଥାଉକି ଖୋର୍ଦ୍ଧା ଜିଲ୍ଲାର ପୂର୍ବତନ ଉପଜିଲ୍ଲାପାଳ ଅଶୋକ ବେହୁରିଆଙ୍କ ଯାଜପୁର ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ପଦୋନ୍ନତି ହୋଇଥିଲା। ଫଳରେ ତାଙ୍କ ସ୍ଥାନରେ ଶ୍ରୀ ଇଶାଲୱରଙ୍କୁ ଖୋର୍ଦ୍ଧା ଉପଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଥିଲା।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ହିରାଲଇରେ ବୃଦ୍ଧକୁ ଟାଙ୍ଗିଆରେ ଆକ୍ରମଣ, ଅଭିଯୁକ୍ତ ଫେରାର

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ସକାଳେ କିସିଣ୍ଡା ଥାନା ହିରାଲୋଇ ଗ୍ରାମରେ ଜଣେ ବୃଦ୍ଧକୁ ଟାଙ୍ଗିଆରେ ହାଣି ଆହତ କରିଦେଇଥିବା ଖବର ଜଣା ପଡିଛି।

ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, ନାକଟିଦେଉଳ ବ୍ଲକ୍ କିସିଣ୍ଡା ଥାନା ହିରାଲଇ ଗ୍ରାମର ରଘୁ ଦେହୁରୀ (୬୦) ଗାଁ ଛକରେ ଥିବା ବେଳେ ଗ୍ରାମର କମ୍ଭୁ ପଟ୍ଟନାୟକ ନାମକ ଜଣେ ବ୍ୟକ୍ତି ହଠାତ୍ ରଘୁର ମୁଣ୍ଡକୁ ହାଣି ଫେରାର ହୋଇଯାଇଥିଲା। ଆହତ ରଘୁକୁ ସଙ୍ଗେ ସଙ୍ଗେ ନାକଟିଦେଉଳ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇ ସେଠାରେ ଚିକିତ୍ସା କରାଯାଇଥିଲା। ପୂର୍ବ ଶତୃତାରୁ ଏହି ଆକ୍ରମଣ ହୋଇଥିବା ବେଳେ ଆକ୍ରମଣକାରୀ କମ୍ଭୁ ଫେରାର ଥିବା କିସିଣ୍ଡା ପୋଲିସ୍ ପ୍ରକାଶ କରିଛି।

ଆହତ ରଘୁ ଦେହୁରୀର ଅଭିଯୋଗ କ୍ରମେ କିସିଣ୍ଡା ଥାନା କେସ୍ ନଂ ୩୯/୨୦୨୧ଦଫା ୩୪୧ , ୩୦୭ ରେ ଏକ ମାମଲା ରୁଜୁ କରାଯାଇଥିବା ଜଣା ପଡିଛି।

Categories
ଆଜିର ଖବର ରାଜ୍ୟ ଖବର

ଓଡିଶାର ବର୍ଷା ଜଳ ସଂରକ୍ଷଣ ପ୍ରକଳ୍ପକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ

ନୂଆଦିଲ୍ଲୀ/ଭୁବନେଶ୍ବର: ଓଡିଶାର ବର୍ଷା ଜଳ ସଂରକ୍ଷଣ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରଶଂସା କରିଛନ୍ତି। ଟ୍ବିଟ କରି ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରଶଂସା କରିଛନ୍ତି। ଓଡିଶାରେ ମାତ୍ର ୭୫ ଦିନରେ ୧୦ ହଜାର ବର୍ଷା ଜଳ ସଂରକ୍ଷଣ ପ୍ରକଳ୍ପ ପ୍ରସ୍ତୁତ କରିଥିବାରୁ କେନ୍ଦ୍ରମନ୍ତ୍ରୀ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି। ବର୍ତ୍ତମାନ ରାଜ୍ୟରେ ୧୧୪ ଟି ସ୍ଥାନରେ ଏହି ପ୍ରକଳ୍ପ ସ୍ଥାପନା ହୋଇଛି। ଓଡିଶାରେ ମୁକ୍ତା ଯୋଜନା ଅନୁଯାୟୀ ବର୍ଷା ଜଳ ସଂରକ୍ଷଣ ପ୍ରକଳ୍ପ ଚାଲିଛି।

Categories
ଆଜିର ଖବର ରାଜ୍ୟ ଖବର

୧୫ ତାରିଖ ବାମଦଳ ମାନଙ୍କର ଓଡ଼ିଶା ବନ୍ଦ ଡ଼ାକରାକୁ ସମାଜବାଦୀ ପାର୍ଟିର ସମର୍ଥନ

ଭୁବନେଶ୍ୱର: ପେଟ୍ରୋଲ, ଡ଼ିଜେଲ ଓ ରନ୍ଧନ ଗ୍ୟାସର ମୂଲ୍ୟବୃଦ୍ଧି ଯୋଗୁ ସାଧାରଣ ଖାଉଟି ଅତିଷ୍ଠ ହେଲେଣି। ଏହା ସାଙ୍ଗକୁ ବସ୍ ଭଡ଼ା, ପରିବହନ ଭଡ଼ା ଓ ଅନ୍ୟାନ୍ୟ ଟିକସ ବୃଦ୍ଧି ଯୋଗୁ ଚାଉଳ, ଡ଼ାଲି, ତେଲ, ଚିନି ପ୍ରଭୃତି ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ତାଲିକାରୁ ସରକାର ବାଦ ଦେବା ଫଳରେ ମୁନାଫାଖୋର ବ୍ୟବସାୟୀମାନେ ତାର ଫାଇଦା ନେଇ ଗ୍ରାହକଙ୍କୁ ଶୋଷଣ କରିବାରେ ଲାଗିଛନ୍ତି।

ତେଣୁ ବାମ ଦଳମାନଙ୍କ ପକ୍ଷରୁ ଆସନ୍ତା ୧୫ ତାରିଖ ଦିନ ଦିଆ ଯାଇଥିବା ସକାଳ ୬ ଘଟିକାରୁ ଦିବା ୧୨ ଘଟିକା ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡ଼ାକରାକୁ ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ସମ୍ପୂର୍ଣ୍ଣ ସମର୍ଥନ କରୁଛି ବୋଲି ପାର୍ଟିର ରାଜ୍ୟ ସଭାପତି ରବି ବେହେରା ଏକ ପ୍ରେସ୍ ବିବୃତ୍ତିରେ ଜଣାଇଛନ୍ତି।

Categories
ଆଞ୍ଚଳିକ

ଗୀତାଞ୍ଜଳି ପ୍ରତିଭା ସମ୍ମାନ-୨୦୨୧ ପ୍ରଦାନ

ଭୁବନେଶ୍ୱର: ବାଲିଅନ୍ତା ବ୍ଲକର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ସରକାରଙ୍କ କୋଭିଡ଼ ନିୟମ ଅନୁଯାୟୀ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଏ୧ରେ ଉତ୍ତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଚତୁର୍ଥ ଗୀତାଞ୍ଜଳି ପ୍ରତିଭା ସମ୍ମାନ-୨୦୨୧ ପ୍ରଦାନ କରାଯାଇଛି।

ଏହି କାର୍ଯ୍ୟକ୍ରମରେ ଉଦ୍‌ଘାଟକ ଭାବେ ପଦ୍ମଶ୍ରୀ ବଟକୃଷ୍ଣ ସାହୁ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ମୁଖ୍ୟ ଅତିଥି ଭାବରେ ଜୟଦେବ ବିଧାୟକ ଡଃ ଅରବିନ୍ଦ ଢାଲୀ ଯୋଗଦେଇ ଅନୁଷ୍ଠାନର ଏଭଳି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ହିମାଂଶୁ ଭୂଷଣ ଓଝା, ବିଧାୟକ ପ୍ରତିନିଧି ଅଚ୍ୟୁତାନନ୍ଦ ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଅମରେନ୍ଦୁ ପ୍ରସାଦ ପଟ୍ଟନାୟକ, ଶିକ୍ଷାବିତ୍ ବଦ୍ରୀନାରାୟଣ ବେହେରା, ବିଧୂଭୂଷଣ ପଟ୍ଟନାୟକ, ସିଦ୍ଧେଶ୍ୱର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

ଅନୁଷ୍ଠାନର ଅଧ୍ୟକ୍ଷ ରଞ୍ଜନ କୁମାର ମହାପାତ୍ର କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିବା ବେଳେ ସଭ୍ୟ ବିଶ୍ୱଜିତ ସାମନ୍ତରାୟ ଧନ୍ୟବାଦ ଅର୍ପଣ କରିଥିଲେ। ସୁଶ୍ରୀ କାମିନୀ ବିଶ୍ୱାଳ ମଞ୍ଚ ପରିଚାଳନା କରିଥିଲେ।

ଏହି ଅବସରରେ ବାଲିଅନ୍ତା ବ୍ଲକର ୧୩ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଗୀତାଞ୍ଜଳି ପ୍ରତିଭା ସମ୍ମାନ ପ୍ରଦାନ କରାଯିବା ସହ ୫ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଗୀତାଞ୍ଜଳି ଆଦର୍ଶ ଶିକ୍ଷକ ସମ୍ମାନ ଓ ୨ଟି ବିଦ୍ୟାଳୟକୁ ଗୀତାଞ୍ଜଳି ଆଦର୍ଶ ବିଦ୍ୟାଳୟ ସମ୍ମାନ ପ୍ରଦାନ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଇପିଏସ ସ୍ତରରେ ହେଲା ଅଦଳବଦଳ: ଜାଣନ୍ତୁ କେଉଁ ଅଧିକାରୀଙ୍କୁ ମିଳିଲା କେଉଁ ଜିଲ୍ଲା ଦାୟିତ୍ଵ

ଭୁବନେଶ୍ବର: ରାଜ୍ୟରେ ଆଇପିଏସ ସ୍ତରରେ ଅଦଳବଦଳ କରାଯାଇଛି। ଅଖିଲେଶ ସିଂହଙ୍କୁ ଜଗତସିଂହପୁର ଆରକ୍ଷୀ ଅଧିକ୍ଷକ ଭାବେ ବଦଳି ହୋଇଥିବା ବେଳେ ପିଏସ ପୁରୁଷୋତ୍ତମ ଦାସଙ୍କୁ ନବରଙ୍ଗପୁର ଜିଲ୍ଲା, ରାହୁଲ ଜୈନଙ୍କୁ ବରଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ପ୍ରତ୍ୟୁଷ ଦିବାକରଙ୍କୁ ନୂଆପଡା ଜିଲ୍ଲା, କେଆର ଦ୍ୟାନଦେଓଙ୍କୁ ମୟୂରଭଞ୍ଜ ଜିଲ୍ଲା, ପିଏସ ମିନାଙ୍କୁ ମାଲକାନାଗିରି ଜିଲ୍ଲା ଏବଂ ପ୍ରକାଶ ଆରଙ୍କୁ ଭିଜିଲାନ୍ସ ବିଭାଗକୁ ବଦଳି ହୋଇଛି। ସେହିଭଳି କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଆଇଜି ଏସ ଦେବଦତ୍ତ ସିଂହଙ୍କୁ ପୋଲିସ ମୁଖ୍ୟାଳୟକୁ ଆଇଜିପି ଭାବେ ନିଯୁକ୍ତି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩ ହଜାର ୩୪୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩ ହଜାର ୩୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୭୮, କଟକରୁ ୪୪୦, ବାଲେଶ୍ବରରୁ ୩୯୭, ଯାଜପୁରରୁ ୨୧୦, ପୁରୀରୁ ୧୮୧, କେନ୍ଦ୍ରାପଡାରୁ ୧୭୮, ଜଗତସିଂହପୁରରୁ ୧୭୭, ଭଦ୍ରକରୁ ୧୭୬, ମୟୂରଭଞ୍ଜରୁ ୧୪୩, ନୟାଗଡରୁ ୧୦୭, ମାଲକାନାଗିରିରୁ ୯୮, ଅନୁଗୁଳରୁ ୯୪, କେନ୍ଦୁଝରରୁ ୯୪, ସୁନ୍ଦରଗଡରୁ ୬୭, ଢେଙ୍କାନାଳରୁ ୫୭, ରାୟଗଡାରୁ ୫୭, କୋରାପୁଟରୁ ୫୨, ବୌଦ୍ଧରୁ ୪୨, ବରଗଡରୁ ୨୯, ସମ୍ବଲପୁରରୁ ୨୬, ସୋନପୁରରୁ ୨୬, କନ୍ଧମାଳରୁ ୨୫, ବଲାଙ୍ଗୀରିରୁ ୨୧, ନବରଙ୍ଗପୁରରୁ ୨୧, ଝାରସୁଗୁଡାରୁ ୧୨, କଳାହାଣ୍ଡିରୁ ୧୧, ଗଜପତିରୁ ୯, ଗଞ୍ଜାମରୁ ୯, ନୂଆପଦରୁ ଦେବଗଡରୁ ଏବଂ ଷ୍ଟେଟ ପୁଲରୁ ୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୬ ହଜାର ୫୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୨ ହଜାର ୩୩୦ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୧ ହଜାର ୩୪୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୪୭୫ କୁ ବୃଦ୍ଧି ହୋଇଛି।

Categories
ଆଞ୍ଚଳିକ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଅଭିଯୋଗ: ବାଣପୁର ବ୍ଲକ ଘେରାଉ କଲା ବିଜେପି

ସୀତାରାମ ଅଗ୍ରୱାଲ

ବାଣପୁର: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦେଶର ଗରିବ ଲୋକଙ୍କ ହିତ ପାଇଁ ପ୍ରଣୟନ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସ୍ୱପ୍ନ ଗରିବର ମୁଣ୍ଡ ଉପରେ ଛାତ। କିନ୍ତୁ ଓଡ଼ିଶାରେ ଏହାର ବ୍ୟତିକ୍ରମ ହେଉଥିବାର ଅଭିଯୋଗ କରିଛି ବିରୋଧୀ ଦଳ ବିଜେପି।

ରାଜ୍ୟରେ ପ୍ରକୃତ ହିତାଧିକାରୀ ଉକ୍ତ ଯୋଜନାର ସୁଫଳ ପାଉନଥିବାବେଳେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅନୁମୋଦିତ ଅର୍ଥକୁ ଚଂଚକତା କରି ହରିଲୁଟ ହେଉଥିବାର ଅଭିଯୋଗ କରିଛି ବିଜେପି। ଏହି ଆଧାରରେ ରାଜ୍ୟ ବିଜେପି ପକ୍ଷରୁ ଓଡ଼ିଶାର ସମସ୍ତ ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି।

ଅନୁରୂପ ଭାବେ ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ସମ୍ମୁଖରେ ବିଜେପି ତରଫରୁ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ଵୀରାଜ ହରିଚନ୍ଦନଙ୍କ ନେତୃତ୍ୱରେ ଦଳର ଶତାଧିକ କାର୍ଯ୍ୟକର୍ତ୍ତା ନେ ବ୍ଲକ ଫାଟକ ସମ୍ମୁଖରେ ଧାରଣା ଦେବା ସହ ଏକ ପ୍ରତିବାଦ ସଭାର ଆୟୋଜନ କରିଥିଲେ।

ବିଜେପି ବିଭିନ୍ନ ଦାବି ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକରେ ବ୍ୟାପକ ଦୁର୍ନୀତିରେ ଲିପ୍ତ ଥିବା ପ୍ରଶାସନିକ ଅଧିକାରୀମାନଙ୍କୁ ଉଚିତ ଦଣ୍ଡ ଦେବା ସହ ପ୍ରକୃତ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା ନିମନ୍ତେ ମହାମହିମ ରାଜ୍ୟପାଳଙ୍କ ନିକଟକୁ ବାଣପୁର ବିଡ଼ିଓଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଥିଲା। ସେହିଭଳି ଗତକାଲି ମଧ୍ୟ ବିଜେପି ପକ୍ଷରୁ ଚିଲିକା ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ଏବଂ ଦାବିପତ୍ର ପ୍ରଦାନ କରାଯାଇଥିଲା।

ଉକ୍ତ ବିକ୍ଷୋଭ ସମାବେଶରେ ଖୋର୍ଦ୍ଧା ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ମାଧବ ଦଲାଇ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁଶୀଲ ବିଶୋଇ, ୧୩ ନମ୍ବର ଜିଲ୍ଲା ପରିଷଦ ସଭ୍ୟ ଅମେରେନ୍ଦ୍ର ରଣସିଂହ, ୧୪ ନମ୍ବର ଜିଲ୍ଲା ପରିଷଦ ସଭ୍ୟ ପ୍ରତିନିଧି ଦେବରାଜ ବସ୍ତି, ଭେଟେଶ୍ଵର ସରପଞ୍ଚ ତଥା ବିରଜାଇ ମଣ୍ଡଳ ସଭାପତି ଜିତେନ୍ଦ୍ର କୁମାର ଭୋଳ, ନନ୍ଦପୁର ସରପଞ୍ଚଙ୍କ ପ୍ରତିନିଧି ରମେଶ ପ୍ରଧାନଙ୍କ ସମେତ ଅନେକ ବିଜେପି କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ସଫଳତା: ୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଦୁଇ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଦୁଇ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ।

ସୂଚନା ମୁତାବକ ଗତକାଲି ରାତିରେ କନ୍ଧମାଳ ଜିଲ୍ଲାରୁ ଏକ ଗଞ୍ଜେଇ ବୋଝେଇ କାର ଭୁବନେଶ୍ୱର ଅଭିମୁଖେ ଯାଉଥିବାର ଖବର ବିଶେଷ ସୂତ୍ରରୁ ଖୋର୍ଦ୍ଧା ଏସପି ରାଜକିଶୋର ଦୋରା  ଜାଣିବାକୁ ପାଇଥିଲେ। ବିଳମ୍ୱ ନକରି ଉକ୍ତ କାରକୁ ଧରିବା ନିମନ୍ତେ ଖୋର୍ଦ୍ଧା ଏସଡ଼ିପିଓ ସୁଶୀଲ କୁମାର ମିଶ୍ର ଏବଂ ଟାଉନ ଥାନା ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏସପି।

ତେବେ ଟାଉନ ଥାନା ଏସଆଇ ରଶ୍ମିରଞ୍ଜନ ଦାସ, ଦିଗବିଜୟ ବିଶ୍ୱାଳ, ବିଜୟ କେତନ ବେହରା ଏବଂ ଅନ୍ୟ କର୍ମଚାରୀଙ୍କୁ ନେଇ ତୁରନ୍ତ ଏକ ଟିମ ଗଠନ କରାଯାଇ ଉକ୍ତ ଗାଡିର ତାଲାସୀ ଜାରି ରହିଥିଲା। ପରିଶେଷରେ ଖୋର୍ଦ୍ଧା ମୁକୁନ୍ଦପ୍ରସାଦ ସ୍ଥିତ ପ୍ରଫୁଲ୍ଲ ପାଲେସ ସମ୍ମୁଖରୁ (ଓଆର-୦୨-ଏଡ଼ି-୮୮୩୩) ନମ୍ବର ବିଶିଷ୍ଟ ଏକ ଫର୍ଡ଼ ଆଇକନ କାରକୁ ଠାବ କରିଥିଲା ପୋଲିସ।

ତେବେ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଏବଂ ସାକ୍ଷୀ ମାନଙ୍କ ଉପସ୍ଥିତିରେ ପୋଲିସ ଉକ୍ତ ଗାଡ଼ିର ତାଲାସୀ ନେବାରୁ ସେଥିରୁ ୩୬ କିଲୋ ୫୦୦ ଗ୍ରାମ ଗଞ୍ଜେଇ ପୋଲିସକୁ ମିଳିଥିଲା।  ଯାହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କା ହେବ। ଏ ମାମଲାରେ କାରରେ ଥିବା ଦୁଇ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।

ଗିରଫ ଅଭିଯୁକ୍ତ ଦ୍ବୟ ହେଲେ କନ୍ଧମାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବୋଇଡା ଗ୍ରାମର ଦିଲ୍ଲୀପ କୁମାର ଦିଗଲ(୨୫) ଏବଂ ତ୍ରାସେପଦର ଗ୍ରାମର ମିଥୁନ ଦିଗଲ(୨୦)। ସେମାନଙ୍କ ନିକଟରୁ ଦୁଇ ଗୋଟି ମୋବାଇଲ ଫୋନ ସମେତ କାରଟିକୁ ମଧ୍ୟ ଜବତ କରିଛି ପୋଲିସ।

ଅଭିଯୁକ୍ତ ମାନଙ୍କ ବିରୋଧରେ ଖୋର୍ଦ୍ଧା ଟାଉନ ଥାନା ପୋଲିସ ୨୯ ଏନଡ଼ିପିଏସ ଆଇନ ଅନୁଯାୟୀ କେସ ନମ୍ବର ୨୬୪/୨୧ ରେ ଏକ ମାମଲା ରୁଜୁକରି କୋର୍ଟ ଚାଲାଣ କରାଯାଇ ଘଟଣାର ଅଧିକ ତଦନ୍ତ ଜାରି ରହିଥିବାର ଖୋର୍ଦ୍ଧା ଏସପି ରାଜକିଶୋର ଦୋରା ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି।

ଉକ୍ତ ସମ୍ମିଳନୀରେ ଜିଲ୍ଲା ଅତିରିକ୍ତ ଏସପି ସୁରେଶ କୁମାର ଦାସ, ଖୋର୍ଦ୍ଧା ଏସଡ଼ିପିଓ ସୁଶୀଲ କୁମାର ମିଶ୍ର ଏବଂ ଟାଉନ ଥାନା ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକ ଆଦି ଉପସ୍ଥିତି ଥିଲେ।

Categories
ଅପରାଧ ଆଜିର ଖବର ଜାତୀୟ ଖବର

ମହିଳାଙ୍କ ଶାଢୀ ଟାଣିବା ଅଭିଯୋଗରେ ୬ ପୋଲିସ କର୍ମୀ ନିଲମ୍ବିତ: ଦୁଇ ବିଜେପି କାର୍ଯ୍ୟକର୍ତ୍ତାଙ୍କ ନାମରେ ଥାନାରେ ଏତଲା

ନୂଆଦିଲ୍ଲୀ: ଜଣେ ମହିଳାଙ୍କୁ ଶାଢୀ ଟାଣିବା ଅଭିଯୋଗରେ ୬ ଜଣ ପୋଲିସ କର୍ମୀଙ୍କୁ ନିଲମ୍ବିତ କରାଯାଇଛି। ଉତ୍ତରପ୍ରଦେଶର ଲଖୀମପୁରୀ ଖିରୀରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି। ନିଲମ୍ବନ ହୋଇଥିବା ୬ ଜଣ ପୋଲିସ କର୍ମୀଙ୍କ ମଧ୍ୟରୁ ଜଣେ ସିଓ, ଦୁଇ ଜଣ ଇନିସପେକ୍ଟର ଏବଂ ତିନି ଜଣ ସବ-ଇନିସପେକ୍ଟର ସାମିଲ ଅଛନ୍ତି। ଏହି ମାମଲାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅନ୍ୟ ଜଣେ ଅଭିଯୁକ୍ତ ଫେରାର ଅଛନ୍ତି। ଯାହାକୁ ଖୋଜିବାରେ ୪ ଟି ଟିମକୁ ଲଗାଯାଇଛି।

ତେବେ ଭାଇରାଲ ହେଉଥିବା ଭିଡିଓରେ ବିଜେପି ସାଂସଦ ଏବଂ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ରେଖା ବର୍ମାଙ୍କ ପ୍ରତିନିଧି ନଜର ଆସୁଛନ୍ତି। ଭାଇରାଲ ଭିଡିଓରୁ ପୋଲିସ ତାଙ୍କୁ ଚିହ୍ନି ପାରିଛି। ପୀଡ଼ିତା ମହିଳା ଜଣଙ୍କ ସମାଜବାଦୀ ପାର୍ଟିର ଜଣେ କାର୍ଯ୍ୟକର୍ତ୍ତା ବୋଲି ଜଣା ପଡିଛି। ଏହି ଘଟଣାରେ ପାସଗାଁ ଥାନାରେ ଏତଲା ଦିଆଯାଇଛି। ଏଥିରେ ଦୁଇ ଜଣ ବିଜେପି କର୍ମୀଙ୍କ ସମେତ ଅନେକ ଅଜ୍ଞାତ ଲୋକଙ୍କ ନାମରେ କେସ ରୁଜୁ କରାଯାଇଛି।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ସୋଆରେ ପାଳିତ ହେଲା ୭୨ତମ ବନମହୋତ୍ସବ ସପ୍ତାହ

ଭୁବନେଶ୍ୱର: କରୋନା ମହାମାରୀ ଏବଂ ତଦଜନିତ ଲକଡାଉନକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନଏସଏସ ଶାଖା ନିଆରା ଢ଼ଙ୍ଗରେ ବନମହୋତ୍ସବ ପାଳନ କରିଛି। ସୋଆ ଏନଏସଏସ ବ୍ୟୁରୋ ପକ୍ଷରୁ “ଇଚ ୱାନ, ପ୍ଲାଂଟ ୱାନ’ (ଗୋଟିଏ ପିଲା, ଗୋଟିଏ ଗଛ) ଶ୍ଳୋଗାନରେ ଅନୁପ୍ରାଣିତ ହୋଇ ପ୍ରାୟ ୫୦୦ ସ୍ୱେଚ୍ଛାସେବୀ ନିଜ ଘରର ଚତୁଃପାଶ୍ୱର୍ ଏବଂ ନିକଟବର୍ତୀ ଅଂଚଳରେ ବିଭିନ୍ନ ପ୍ରକାରର ଚାରା ରୋପଣ
କରିଛନ୍ତି।

ବନମହୋତ୍ସବ ସପ୍ତାହ ଅବସରରେ ଜୁଲାଇ ୧ ରୁ ଚାଲିଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଏଥି ନିମନ୍ତେ ଆୟୋଜିତ ୱେବିନାରରେ ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତିରଞ୍ଜନ ଦାସ ଅତିଥି ପରିଚୟ ପ୍ରଦାନ କରିଥିଲେ।

ସୋଆ କୂଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର ତାଙ୍କ ଅଭିଭାଷଣରେ କହିଥିଲେ ଯେ ଯଦି ପ୍ରକୃତି ଡାଇନୋସୋର ଭଳି କେତେକ ପ୍ରଜାତିର ଜୀବକୁ ଲୋପକରିପାରେ ମଣିଷ ବା କାହିଁକି ନିଶ୍ଚିହ୍ନ ନହେବ? ଯେଉଁଭଳି ଭାବରେ ପାଣି ଓ ପବନ ଦୂଷିତ ହେବାରେ ଲାଗିଛି ଓ ଜଙ୍ଗଲ ସମ୍ପଦର କ୍ଷୟ ଘଟୁଛି, ସାବଧାନ ନହେଲେ ବଂଚିବା ଅସମ୍ଭବ ବୋଲି ପ୍ରଫେସର ମହାପାତ୍ର କହିଥିଲେ।

ଏହି ଅବସରରେ ମୁଖ୍ୟବକ୍ତାଭାବେ ଯୋଗଦେଇ ଓଡ଼ିଶା ପରିବେଶ କଂଗ୍ରେସର ପ୍ରତିଷ୍ଠାତା ସମ୍ପାଦକ ସୁଦର୍ଶନ ଦାସ କହିଥିଲେ ଯେ ମଣିଷ ଆଜି ଛିଡା ହୋଇଛି ପ୍ରଶ୍ନର ଦୋଛକିରେ, ଆର୍ଥିକ ପ୍ରଗତି ଆଗେ ନା ପରିବେଶ ସୁରକ୍ଷା ଆଗେ? ଏହି ପ୍ରଶ୍ନର ସମାଧାନରେ ନିହିତ ରହିଛି ଆମର ଅସ୍ତିତ୍ୱ। ଆଗ ବଂଚିଲେ ଯାଇ ଯାବତୀୟ ପ୍ରଗତିର ମୂଲ୍ୟ ରହିଛି।

ସୋଆର ଆଉଟରିଚ କାର୍ଯ୍ୟକ୍ରମ ସମ୍ପର୍କରେ ଖୁସି ବ୍ୟକ୍ତ କରି ବନମହୋତ୍ସବ, ବୃକ୍ଷ ରୋପଣ ସହିତ ଜଳ ସଂରକ୍ଷଣ ଉପରେ ମଧ୍ୟ ସୋଆ ଏନଏସଏସ କାର୍ଯ୍ୟ ଜାରି ରଖୁ ବୋଲି ସେ କହିଥିଲେ।

ସୋଆର ଆଉଟରିଚ ପ୍ରୋଗ୍ରାମର ନିର୍ଦ୍ଦେଶକ ତଥା ଏନଏସଏସ ସଂଯୋଜକ ପ୍ରଫେସର ନଚିକେତା ଶର୍ମା ବୃକ୍ଷରୋପଣ କାର୍ଯ୍ୟକ୍ରମର ଏକ ସଂକ୍ଷିପ୍ତ ବିବରଣୀ ଦେଇଥିଲେ। ଇନଷ୍ଟିଚ୍ୟୁଟ ଅଫ ଏଗ୍ରିକଲଚରାଲ ସାଇନସେସର ପ୍ରୋଗ୍ରାମ ଅଫିସର ପ୍ରଫେସର ସରୋଜ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

ଉଭୟ ଗୁଗୁଲ ମିଟ୍ ଓ ୟୁଟ୍ୟୁବରେ ପ୍ରସାରିତ କାର୍ଯ୍ୟକ୍ରମରେ ୨୫୦ରୁ ଅଧିକ ସୋଆ ଛାତ୍ରଛାତ୍ରୀ, ଡିନ ଓ ପ୍ରୋଗ୍ରାମ ଅଫିସର ଯୋଗଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଜୁଲାଇ ୩୧ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

ଭୁବନେଶ୍ଵର: ଜୁଲାଇ ୩୧ ତାରିଖ ସୁଦ୍ଧା ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବ। ଜୁଲାଇ ୩୧ ତାରିଖ ସୁଦ୍ଧା ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଆମେ ପରୀକ୍ଷା ଫଳ ପ୍ରକାଶ କରିବାକୁ ପ୍ରଚେଷ୍ଟା ଚଲାଇଛୁ। ପରୀକ୍ଷା ଫଳ ପ୍ରକାଶ କରିବା ଲାଗି ପ୍ରକ୍ରିୟା ଜାରି ରହିଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

୧୫ ତାରିଖରୁ ଆରମ୍ଭ ହେବ ଗର୍ଭବତୀ ମହିଳାଙ୍କୁ ଟୀକାକରଣ: ଆଜି ଜାରି ହେବ ଗାଇଡଲାଇନ

ଭୁବନେଶ୍ବର: ଗର୍ଭବତୀ ମହିଳାଙ୍କୁ କୋଭିଡ ଟୀକାକରଣରେ ସାମିଲ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଆସନ୍ତା ୧୫ ତାରିଖରୁ ଗର୍ଭବତୀମାନଙ୍କୁ ଟୀକାକରଣରେ ସାମିଲ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେଥିପାଇଁ ୧୫ ତାରିଖ ପୂର୍ବରୁ ପ୍ରଶିକ୍ଷଣ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ହୋଇଛି। ଏହି ତାରିଖ ପୂର୍ବରୁ ଏଏନଏମ, ଆଶା, ଅଙ୍ଗନବାଡି, ସ୍ଵାସ୍ଥ୍ୟକର୍ମୀଙ୍କ ପ୍ରଶିକ୍ଷଣ ଶେଷ ହେବାକୁ କୁହାଯାଇଛି।

ତେବେ ଏହାକୁ ନେଇ ଆଜି ଗାଇଡଲାଇନ ସ୍ଥିର କରାଯିବ। ଯେଉଁ ଜିଲ୍ଲାରେ ଯେଉଁ ଟୀକା ଉପଲବ୍ଧ ହେଉଛି, ସେହି ଜିଲ୍ଲାରେ ସେହି ଟୀକା ଦେବାକୁ ନିର୍ଦ୍ଦେଶ ହୋଇଛି। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୩ ହଜାର ୩୯୩ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୩୯୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୭ ଲକ୍ଷ ୫୨ ହଜାର ୯୫୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫ ହଜାର ୯୩୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୮ ଲକ୍ଷ ୮୮ ହଜାର ୨୮୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୫୮ ହଜାର ୭୨୭ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର

ନୂଆ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ବରୁଣ ଗାନ୍ଧୀଙ୍କୁ ଅଣଦେଖା: ପ୍ରତିକ୍ରିୟା ରଖିଲେ ମା’ ମେନକା ଗାନ୍ଧୀ

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟର ବିସ୍ତାର ହୋଇଯାଇଥିବା ବେଳେ ମନ୍ତ୍ରୀମାନେ କାମ ଆରମ୍ଭ ମଧ୍ୟ କରିସାରିଲେଣି। ହେଲେ ଏହି କ୍ୟାବିନେଟରେ ଉତ୍ତରପ୍ରଦେଶର ସାଂସଦ ବରୁଣ ଗାନ୍ଧୀ ସାମିଲ ବୋଲି ଆଶା କରାଯାଉଥିଲା। ହେଲେ ତାଙ୍କୁ ନୂଆ ମନ୍ତ୍ରୀମଣ୍ଡଳରେ ସ୍ଥାନ ମିଳିନାହିଁ। ତେବେ ଏହାକୁ ନେଇ ବରୁଣଙ୍କ ମା’ ତଥା ସାଂସଦ ମେନକା ଗାନ୍ଧୀ ନିଜର ପ୍ରତିକ୍ରିୟା ରଖିଛନ୍ତି।

ମେନକା ଗାନ୍ଧୀ କହିଛନ୍ତି ଯେ, ସଂସଦରେ ୬୦୦ ରୁ ୬୫୦ ଜଣ ସାଂସଦ ଅଛନ୍ତି। ତେବେ ଏମାନଙ୍କ ମଧ୍ୟରୁ କେତେଜଣଙ୍କୁ ଜାଗା ଦେଇପାରିବେ। କିନ୍ତୁ ଯେଉଁମାନଙ୍କୁ ପ୍ରଧାନମନ୍ତ୍ରୀ ତାଙ୍କ ଟିମରେ ସାମିଲ କରିଛନ୍ତି, ସେମାନେ ସମସ୍ତେ ଦକ୍ଷ ଅଟନ୍ତି। ମେନକା ବର୍ତ୍ତମାନ ଦୁଇ ଦିନିଆ ସୁଲତାନପୁର ଗସ୍ତ ଯାଇଛନ୍ତି। ଯେଉଁଠି ସେ ନୂଆ ମନ୍ତ୍ରୀମଣ୍ଡଳକୁ ନେଇ ଏଭଳି ପ୍ରତିକ୍ରିୟା ରଖିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ନରେନ୍ଦ୍ର ମୋଦୀଙ୍କ ପ୍ରଥମ କାର୍ଯ୍ୟକାଳରେ ମେନକାଙ୍କୁ ଶିଶୁ ବିକାଶ ମନ୍ତ୍ରୀ ଦାୟିତ୍ଵ ଦିଆଯାଇଥିଲା। କିନ୍ତୁ ଦ୍ଵିତୀୟ ପାଳିରେ ତାଙ୍କୁ ମନ୍ତ୍ରୀମଣ୍ଡଳରେ ସାମିଲ କାରାଯାଇନାହିଁ। ଉତ୍ତରପ୍ରଦେଶ ନିର୍ବାଚନ ଆସୁଥିବାରୁ ଏଥର ବରୁଣଗାନ୍ଧୀଙ୍କୁ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ସାମିଲ କରାଯିବ ବୋଲି ଚର୍ଚ୍ଚା ଜୋର ଧରିଥିଲା। କିନ୍ତୁ ଏଥର ଉତ୍ତରପ୍ରଦେଶରୁ ୭ ସାଂସଦଙ୍କୁ ଜଣଙ୍କୁ ମନ୍ତ୍ରୀ କରାଯାଇଥିବା ବେଳେ ବରୁଣ ଗାନ୍ଧୀଙ୍କୁ ବାଦ ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୨ ହଜାର ୮୦୬  ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨ ହଜାର ୮୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୬୧୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୧୯୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାର ୧୩୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୩ ହଜାର ୧୭୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୭ ହଜାର ୪୨୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୪୭୫ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୨ ହଜାର ୮୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫୯୦ ଜଣ, କଟକ ଜିଲ୍ଲାରୁ ୪୪୧ ଜଣ, ଅନୁଗୁଳ ଜିଲ୍ଲାରୁ ୧୦୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୫୩ ଜଣ, ବରଗଡ ଜିଲ୍ଲାରୁ ୩୩ ଜଣ, ଭଦ୍ରକ ଜିଲ୍ଲାରୁ ୮୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୦ ଜଣ, ବୌଦ୍ଧ ଜିଲ୍ଲାରୁ ୯ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨୪ ଜଣ, ଗଜପତି ଜିଲ୍ଲାରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୧୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୯ ଜଣ, ଯାଜପୁର ଜିଲ୍ଲାରୁ ୨୫୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୦ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୭ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୫୭ ଜଣ, କେନ୍ଦୁଝର ଜିଲ୍ଲାରୁ ୭୨ ଜଣ, କୋରାପୁଟ ଜିଲ୍ଲାରୁ ୨୯ ଜଣ, ମାଲକାନାଗିରି ଜିଲ୍ଲାରୁ ୩୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦ ଜଣ, ନୟାଗଡ ଜିଲ୍ଲାରୁ ୮୬ ଜଣ, ନୂଆପଡା ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୧୩୮ ଜଣ, ରାୟଗଡା ଜିଲ୍ଲାରୁ ୩୦ ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ ଜଣ, ସୋନପୁର ଜିଲ୍ଲାରୁ ୧୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୫ ଜଣ ଏବଂ ଷ୍ଟେଟ ପୁଲରୁ ୧୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୧ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୪୪୭୫ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୧ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୪୭୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବରଗଡ, ଗଞ୍ଜାମ, ମୟୂରଭଞ୍ଜ, ପୁରୀ ଜିଲ୍ଲାରୁ ୬ ଜଣ, ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ, କେନ୍ଦୁଝର ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି କଟକ, ଢେଙ୍କାନାଳ, ନୟାଗଡ ଜିଲ୍ଲାରୁ ୨ ଜଣ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ରାୟଗଡ, ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାର ୧୩୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୩ ହଜାର ୧୭୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୭ ହଜାର ୪୨୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୪୭୫ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ବାଲୁଗାଁ: ସୁବୁଦ୍ଧିପାଟଣା ଛକରେ ସଡକ ଦୁର୍ଘଟଣା, ଗୁରୁତର ଅବସ୍ଥାରେ ଟ୍ରକ ଚାଳକଙ୍କୁ କରାଗଲା ଉଦ୍ଧାର

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ସକାଳୁ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନମ୍ବର ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ଟ୍ରକ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି।

ସୂଚନା ମୁତାବକ ରାଉରକେଲା କଇଡ଼ାରୁ ଆଇରନ ନେଇ ଏକ ଟ୍ରକ (ଓଡ଼ି-୦୯-ସି-୪୫୧୫) ବ୍ରହ୍ମପୁର ଗୋପାଳପୁର ଅଭିମୁଖେ ଯାଉଥିଲା। ସୁବୁଦ୍ଧିପାଟଣା ଛକ ନିକଟରେ ଟ୍ରକଟିର ଚକା ଫାଟିଯିବାରୁ ଟ୍ରକ ଚାଳକ ଗାଡିକୁ ସେଠାରେ ଠିଆ କରିଥିଲେ। ତେବେ ଭୋର ୫ ଘଟିକା ସମୟରେ ଭୁବନେଶ୍ୱର ଆଡୁ ଆନ୍ଧ୍ର ପ୍ରଦେଶ ଯାଉଥିବା ଏକ ବାଲି ବୋଝେଇ ଟ୍ରକଟି (ଏପି-୩୧-ଟିଜି-୯୫୬୯) ଭାରସାମ୍ୟ ହରାଇ ପୂର୍ବରୁ ଛିଡା ହୋଇଥିବା ଆଇରନ ବୋଝେଇ ଟ୍ରକଟିକୁ ପଛପଟୁ ଶକ୍ତ ଧକ୍କା ଦେଇଥିଲା। ଫଳରେ ବାଲି ବୋଝେଇ ଟ୍ରକ ଚାଳକ ଟ୍ରକ ମଧ୍ୟରେ ଚାପି ହୋଇ ରହିଥିଲେ।

ଖବର ପାଇ ଦୁର୍ଘଟଣା ସ୍ଥଳରେ ବାଲୁଗାଁ ଅଗ୍ନିଶମ ବାହିନୀ ପହଞ୍ଚି ଟ୍ରକ ଚାଳକଙ୍କୁ ଗ୍ୟାସ କଟର ଜରିଆରେ ଉଦ୍ଧାର କରିବା ପାଇଁ ଚେଷ୍ଟା ଜାରି କରିଥିଲେ। ନାଭାଲ ଫାଣ୍ଡି ଅଧିକାରୀ ଦିଲୀପ ସାହୁ ମଧ୍ୟ ସଦଳବଳେ ଦୁର୍ଘଟଣାସ୍ଥଳରେ ପହଞ୍ଚି ଗାଡି ଚାଳକଙ୍କୁ ଉଦ୍ଧାର କରିବାରେ ଲାଗିପଡିଥିଲେ। ତେଣୁ ବହୁ ଚେଷ୍ଟା ପରେ ଚାଳକଙ୍କୁ ଗାଡି ଭିତରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ହସ୍ପିଟାଲକୁ ପଠାଯାଇଛି। ଏହାପରେ ନାଭାଲ ଫାଣ୍ଡି ପୋଲିସ ଜାତୀୟ ରାଜପଥରୁ ଟ୍ରାଫିକ କ୍ଳିଅର କରୁଥିବାର ଦେଖାଯାଇଛି।

Categories
ଆଜିର ଖବର ଧର୍ମ

ବିସ୍ତୁତ ରାଶିଫଳ: ଜୁଲାଇ 9 ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶି ଉପରେ ରହିଛି ଶନିଙ୍କ କୋପ

ମେଷ-ଜଣେ ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ଭେଟିବାର ସମ୍ଭାବନା ଅଛି, ଯିଏ ଆପଣଙ୍କ କ୍ୟାରିୟର ପାଇଁ ଲାଭଦାୟକ ପ୍ରମାଣିତ ହେବେ । ବୃତ୍ତିଗତ ଜୀବନରେ ଭଲ ନେଟୱାର୍କିଙ୍ଗ୍ ସାହାଯ୍ୟରେ, ତୁମେ ତୁମର ଲକ୍ଷ୍ୟ ଆଡକୁ ଯିବାରେ ସଫଳ ହେବ। ଅସୁବିଧା ସମୟରେ ତୁମର ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ସାହାଯ୍ୟ କରି ତୁମେ ପ୍ରଶଂସିତ ହେବ। ଏହି ସପ୍ତାହରେ ଦୀର୍ଘ ଯାତ୍ରା ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ଅଟେ।

ବୃଷ-ଏହି ସପ୍ତାହ ଛାତ୍ର ତଥା ବୃତ୍ତିଗତ କ୍ଷେତ୍ରରେ ଅତ୍ୟନ୍ତ ଲାଭଦାୟକ ପ୍ରମାଣିତ ହେବ। କର୍ମକ୍ଷେତ୍ରରେ ଆପଣଙ୍କର ଭଲ ପ୍ରଦର୍ଶନ ଏବଂ ଦକ୍ଷତା ଆପଣଙ୍କ ବୟସ୍କମାନଙ୍କୁ ଆକର୍ଷିତ କରିବ। ଟଙ୍କା ପ୍ରସଙ୍ଗରେ ତୁମର ଚିନ୍ତିତ ବିନିଯୋଗ ତୁମର ଆର୍ଥିକ ସ୍ଥିତିକୁ ଅଧିକ ଶକ୍ତିଶାଳୀ କରିବ। ଖାଦ୍ୟ ନିୟନ୍ତ୍ରଣ ଏବଂ ବକ୍ତବ୍ୟରେ ନିୟନ୍ତ୍ରଣ ରଖିବାର ଆବଶ୍ୟକ ରହିଛି।

ମିଥୁନ-ତୁମର ସଂଗଠିତ କାର୍ଯ୍ୟ ଶୈଳୀ ଏବଂ କର୍ମକ୍ଷେତ୍ରରେ ଦକ୍ଷତାର ସହିତ କାର୍ଯ୍ୟ ପାଇଁ ତୁମେ ସମ୍ମାନ ପାଇବ। ଉଦାରତାରେ କରାଯାଇଥିବା କୌଣସି ଭଲ କାର୍ଯ୍ୟ ପାଇଁ ତୁମେ ସମାଜରେ ପ୍ରଶଂସିତ ହେବ। ଯଦି ବନ୍ଧୁମାନଙ୍କୁ ଦୀର୍ଘ ସମୟ ପାଇଁ ସମୟ ଦିଆଯାଇ ନ ଥାଏ ତେବେ ଖରାପ ସମ୍ପର୍କରେ ଉନ୍ନତିର ଲକ୍ଷଣ ଦେଖାଦେଇଛି। ପ୍ରେମ ଜୀବନ ଉତ୍ସାହରେ ପରିପୂର୍ଣ୍ଣ ହେବ। ପାରିବାରିକ ବିବାଦରୁ ଦୂରରେ ରହିବାର ଆବଶ୍ୟକତା ଅଛି ।

କର୍କଟ-ପରିବାରର ଗୁରୁଜନମାନେ ତୁମେ କରୁଥିବା ସମସ୍ତ କାର୍ଯ୍ୟରେ ସାହାଯ୍ୟ କରିବ। ତୁମେ ତୁମର ସାମାଜିକ ଭିତରେ ଆକର୍ଷଣର କେନ୍ଦ୍ର ହୋଇ ରହିବ। ଏହି ସପ୍ତାହରେ ଆପଣ ଏକ ଦୀର୍ଘ ସମୟ ପରେ ଏକ ସାଥୀ ସହିତ ଏକାକୀ ସମୟ ଅତିବାହିତ କରିବାର ସୁଯୋଗ ପାଇବେ। ଆର୍ଥିକ ଅବସ୍ଥା ସନ୍ତୋଷଜନକ ରହିବ। ଆଗ୍ରହକୁ ଅନୁସରଣ କରିବା ପାଇଁ ତୁମର ବ୍ୟସ୍ତବହୁଳ ଜୀବନ ଶୈଳୀରୁ ସମୟ ବାହାର କରିବା ଆବଶ୍ୟକ ହେବ।

ସିଂହ-ଲଭ୍ ଲାଇଫ୍ ଆପଣଙ୍କୁ ଉତ୍ସାହିତ କରିବ। ବୃତ୍ତିଗତ ଜୀବନରେ ସହକର୍ମୀମାନଙ୍କ ସହ ମିଶି କାମ କରିବା ଆପଣଙ୍କ ଆଗ୍ରହରେ ରହିବ। ଏହି ସପ୍ତାହରେ, ଆବଶ୍ୟକତା ଅନୁଯାୟୀ ଏକ ନୂତନ ବିନିଯୋଗ ବିକଳ୍ପ ଆପଣଙ୍କୁ ଉପସ୍ଥାପିତ ହେବାର ସମ୍ଭାବନା ଅଛି । ସାମାଜିକ କାର୍ଯ୍ୟରେ କାହାର ସମ୍ବେଦନଶୀଳତା ଆପଣଙ୍କୁ ଅସନ୍ତୁଷ୍ଟ କରିପାରେ। ଆର୍ଥିକ ଦୃଷ୍ଟିରୁ ଏହି ସପ୍ତାହ ଆପଣଙ୍କ ପାଇଁ ଅନୁକୂଳ ହେବ। ଏକ ସନ୍ତୁଳିତ ଖାଦ୍ୟ ଏବଂ ନିୟମିତ ବ୍ୟାୟାମ ହେଉଛି ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତିର ଏକମାତ୍ର ଲକ୍ଷଣ।

କନ୍ୟା-ଭଲ ପ୍ରଦର୍ଶନ ସହିତ ଛାତ୍ରମାନେ ସେମାନଙ୍କର ଶିକ୍ଷକ ଏବଂ ବୟସ୍କମାନଙ୍କ ହୃଦୟ ଜିତିବାକୁ ସକ୍ଷମ ହେବେ। କିଛି ଲୋକଙ୍କ ପାଇଁ ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ଅଛି। ପରିବାର ସହିତ ବାହାରକୁ ଯିବା ଆନନ୍ଦଦାୟକ ହେବ। ସାମାଜିକ ପରିବେଷରେ ତୁମେ କିଛି ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟକୁ ଆମନ୍ତ୍ରିତ ହେବ। ଏହି ସପ୍ତାହରେ ପ୍ରେମ ଜୀବନକୁ ଆକର୍ଷଣୀୟ କରିବା ପାଇଁ ତୁମର ପ୍ରୟାସର ଶୀଘ୍ର ଏକ ସକରାତ୍ମକ ଫଳାଫଳ ପାଇବ।

ତୂଳା-ପ୍ରେମ ସମ୍ପର୍କର ବିବାହରେ ପରିଣତ ହେବାର ଲକ୍ଷଣ ଅଛି। ଆର୍ଥିକ ଦୃଷ୍ଟିରୁ, ଆପଣ ଆପଣଙ୍କର ଆୟ ବୃଦ୍ଧି କରିବାକୁ କଠିନ ଚେଷ୍ଟା କରିବେ। ଏକ ନିୟନ୍ତ୍ରିତ ଖାଦ୍ୟ ଏବଂ ସକ୍ରିୟ ଜୀବନଶୈଳୀ ଅନୁସରଣ କରି, ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ। ଆପଣ କର୍ମକ୍ଷେତ୍ରରେ ସବୁଠାରୁ ବଡ ସମସ୍ୟାକୁ ଦକ୍ଷତାର ସହିତ ସମାଧାନ କରିବାରେ ସକ୍ଷମ ହେବେ। ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ବିଷୟଗୁଡ଼ିକରେ ଆପଣ ଉପକୃତ ହେବେ ବୋଲି ସଙ୍କେତ ଅଛି।

ବିଛା-ଅତ୍ୟଧିକ ଆତ୍ମବିଶ୍ୱାସ ବୃତ୍ତିଗତ ଜୀବନରେ ଆପଣଙ୍କ ପାଇଁ କ୍ଷତିକାରକ ପ୍ରମାଣିତ ହୋଇପାରେ। ବହୁତ ସମୟ ପରେ, ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସମ୍ଭାବନା ଅଛି। ପରିବାରର କାହାର ସ୍ୱାସ୍ଥ୍ୟ ଖରାପ ହେବା ଫଳରେ ଘରେ ଉତ୍ତେଜନା ସୃଷ୍ଟି ହୋଇପାରେ। କୌଣସି ପୁରୁଣା ପାର୍ଥକ୍ୟ ହେତୁ ବିବାହିତ ଜୀବନ ବିଚଳିତ ହୋଇପାରେ। ପ୍ରେମ ଜୀବନରେ ଛୋଟ ସମସ୍ୟା ହେବାର ସମ୍ଭାବନା ଅଛି, ଯାହାକୁ ସାଥୀଙ୍କ ସହ ମିଶି ସମାଧାନ କରିବାକୁ ପଡିବ।

ଧନୁ-ବୃତ୍ତିଗତ ଜୀବନରେ ଏକ ନୂତନ ପ୍ରୋଜେକ୍ଟ କରିବାକୁ, ଆପଣଙ୍କୁ ସଜାଇବାକୁ ପଡିବ। ପରିବାରର ଗୁରୁଜନମାନଙ୍କ ପରାମର୍ଶରେ କାର୍ଯ୍ୟ କରି ଆପଣ ଜୀବନରେ ସଫଳତା ପାଇବେ। ଏହି ସପ୍ତାହରେ, କାହାର ଅସହିଷ୍ଣୁ ଜିନିଷ ଆପଣଙ୍କୁ ବିଭ୍ରାନ୍ତ କରିପାରେ। କୈତୁହଳପ୍ରଦ ବ୍ୟକ୍ତିଙ୍କ ସହିତ ତୁମର ଘନିଷ୍ଠତା ବୃଦ୍ଧି କରିବାର ଲକ୍ଷଣ ଅଛି। ଏକ ଉତ୍ସାହୀ ପ୍ରେମ ଜୀବନ ଆରମ୍ଭ ହେବାର ଅନେକ ସମ୍ଭାବନା ଅଛି।

ମକର –ଆପଣଙ୍କ ଦ୍ବାରା ଦିଆଯାଇଥିବା ପରାମର୍ଶଗୁଡିକ କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ବୟସ୍କମାନଙ୍କୁ ପ୍ରଭାବିତ କରିବ, ଯାହା ଦର୍ଶାଏ ଯେ ଆପଣଙ୍କ କମ୍ପାନୀ ମଧ୍ୟ ଉପକୃତ ହେବ। ପରୀକ୍ଷାରେ ଭଲ ଫଳାଫଳ ଛାତ୍ରମାନଙ୍କ ପାଇଁ ଇଚ୍ଛାକୃତ ଚାକିରି ପାଇବାରେ ଲାଭଦାୟକ ପ୍ରମାଣିତ ହେବ। ଏହି ସପ୍ତାହରେ ଆପଣଙ୍କର ଆର୍ଥିକ ଅବସ୍ଥା ସନ୍ତୋଷଜନକ ରହିବ। ଅସୁବିଧା ସମୟରେ ସ୍ୱାମୀ କିମ୍ବା ସ୍ତ୍ରୀ ଆପଣଙ୍କ ସହିତ ଠିଆ ହେବେ । ସ୍ୱାସ୍ଥ୍ୟ ଭଲ ରହିବ। ପ୍ରେମ ସଂପର୍କରେ ଘନିଷ୍ଠତା ବୃଦ୍ଧି ହେବାର ଲକ୍ଷଣ ଅଛି।

କୁମ୍ଭ-ବ୍ୟବସାୟ ଅଭିବୃଦ୍ଧି ପାଇଁ ବିଦେଶ ଭ୍ରମଣର ଲକ୍ଷଣ ଅଛି, ଯାହା ଶେଷରେ ଲାଭଦାୟକ ହେବ। କମିଶନ ଆଧାରରେ କାର୍ଯ୍ୟ କରୁଥିବା ଲୋକଙ୍କ ପାଇଁ ଏହି ସପ୍ତାହ ଅତ୍ୟନ୍ତ ଲାଭଦାୟକ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ତୁମେ ତୁମର ସାଥୀଙ୍କ ସହିତ ସମୟ ବିତାଇବାକୁ ଏକ ସୁଯୋଗ ପାଇବ, ଯାହା ତୁମ ମନକୁ ସପ୍ତାହ ସାରା ସତେଜ ରଖିବ।

ମୀନ-ଲଭ୍ ଲାଇଫରେ ତୁମେ ତୁମର ସାଥୀଙ୍କ ସହିତ ସମୟ ବିତାଇବାକୁ ଏକ ସୁଯୋଗ ପାଇବ। ଆପଣଙ୍କ ଇଚ୍ଛା ପୂରଣ କରିବା ପାଇଁ ଆପଣଙ୍କ ପରିବାର ଆପଣଙ୍କ ସମର୍ଥନରେ ଠିଆ ହେବେ। କିଛି ଲୋକ ଏହି ସପ୍ତାହରେ ଆର୍ଥିକ ସ୍ବାଧୀନ ହେବେ। କୈଣସି ସ୍ୱାସ୍ଥ୍ୟ ସମସ୍ୟା ହେବ ନାହିଁ। ପ୍ରେମ ସଂପର୍କରେ ମଧୁରତା ବୃଦ୍ଧି ହେବାର ସମ୍ଭାବନା ଅଛି।