ଚଣ୍ଡିଗଡ: ତିନୋଟି କୃଷି ଆଇନ ପ୍ରତ୍ୟାହାର କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିଷ୍ପତ୍ତି ପରେ ବିଜେପି ଏବଂ ଶିରୋମଣି ଅକାଳୀ ଦଳ ମଧ୍ୟରେ ମେଣ୍ଟକୁ ନେଇ କଳ୍ପନାଜଳ୍ପନା ଚାଲିଛି। ଶିରୋମଣି ଅକାଳୀ ଦଳ ମୁଖ୍ୟ ସୁଖବୀର ସିଂ ବାଦଲ ବିଜେପି ସହ ମେଣ୍ଟ ଉପରେ ନୀରବତା ଭାଙ୍ଗିଛନ୍ତି। ସୁଖବୀର ସିଂ ବାଦଲ ସ୍ପଷ୍ଟ କରିଛନ୍ତି ଯେ, ସେ କୌଣସି ପରିସ୍ଥିତିରେ ଆଉ ବିଜେପି ସହିତ ଯିବେ ନାହିଁ ଏବଂ ବାହୁଜନ ସମାଜ ପାର୍ଟି ସହିତ ନିର୍ବାଚନ ଲଢିବେ। ସୁଖବୀର ସିଂ ବାଦଲ କହିଛନ୍ତି ଯେ, ବିଏସପି ସହ ତାଙ୍କର ମେଣ୍ଟ ସମ୍ପୂର୍ଣ୍ଣ ଦୃଢ। ଆମେ ବିଏସପି ସହିତ ରହିବୁ। ଭାରତୀୟ ଜନତା ପାର୍ଟି ସହିତ ହାତ ମିଳାଇବାକୁ ଆମର କୌଣସି ଉଦ୍ଦେଶ୍ୟ ନାହିଁ। ବିଜେପି ସହ ଆଉ ଅକାଳୀ ଦଳ ମେଣ୍ଟ କରିବ ନାହିଁ। ଏହାପୂର୍ବରୁ ଅକାଳୀ ଦଳ ସହ ପୁନଃ ମେଣ୍ଟ ଉପରେ ବିଜେପି ଦ୍ୱାରା ନିରବତା ଭଙ୍ଗ କରାଯାଇଥିଲା।…
Author: Samikhsya Bureau
କୋଲକୋତା: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ତୃଣମୂଳ କଂଗ୍ରେସର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏବଂ ଏହି ସମୟରେ ଦେଶୀ ବୋମା ଫିଙ୍ଗା ଦିଆଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୬ ଜଣ ଆହତ ହୋଇଛନ୍ତି। ସୂତ୍ରରୁ ପ୍ରକାଶ ଯେ, ଗତକାଲି ଦୁବରାଜପୁର ପୋଲିସ ଷ୍ଟେସନ ଅଞ୍ଚଳର ଗାରା-ପାଦୋମା ଗ୍ରାମରେ ସରକାରୀ ବାସଗୃହ ଯୋଜନା ଉପରେ ସର୍ଭେ କରିବା ପାଇଁ ବ୍ଲକ ଅଧିକାରୀଙ୍କ କାର୍ଯ୍ୟାଳୟର ଏକ ଟିମ୍ ସେହି ଅଞ୍ଚଳ ପରିଦର୍ଶନ କରୁଥିଲେ। ଏହି ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡା ହୋଇଥିଲା। ଝଗଡା ଏତେ ତୀବ୍ର ହୋଇଥିଲା ଯେ, ଶେଷରେ ଉଭୟ ପକ୍ଷରୁ ଦେଶୀ ବୋମା ଫିଙ୍ଗା ଯାଇଥିଲା। ଯାହା ଫଳରେ ୬ ଜଣ ଜଣ ଆହତ ହୋଇଥିଲେ। ତେବେ ଆହତମାନଙ୍କୁ ଚିକିତ୍ସା ପାଇଁ ସୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ନୂଆଦିଲ୍ଲୀ: ପୂର୍ବ ଦିଲ୍ଲୀ ନିର୍ବାଚନମଣ୍ଡଳୀରୁ ବିଜେପି ସାଂସଦ ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କୁ ମୃତ୍ୟୁ ଧମକ ଦିଆଯାଇଛି। ବାସ୍ତବରେ, ଗମ୍ଭୀର ଦିଲ୍ଲୀ ପୋଲିସ ସହ ଯୋଗାଯୋଗ କରି କହିଛନ୍ତି ଯେ, ତାଙ୍କୁ ‘ଆଇଏସ୍ କାଶ୍ମୀର’ ପକ୍ଷରୁ ମୃତ୍ୟୁ ଧମକ ଦିଆଯାଇଛି। ଡିସିପି କେନ୍ଦ୍ରୀୟ ଶ୍ୱେତା ଚୌହାନ କହିଛନ୍ତି ଯେ, ଏହି ବିଷୟରେ ସୂଚନା ପାଇବା ମାତ୍ରେ ଆମେ ଏହି ଘଟଣାର ତଦନ୍ତ ଆରମ୍ଭ କରିଛୁ। ଏହା ସହିତ ସେ ତାଙ୍କୁ ହତ୍ୟା କରିବାର ଧମକ ଦେଇ ଏକ ଇ-ମେଲ ମଧ୍ୟ ସେୟାର କରିଛନ୍ତି। ଏହି ମେଲର ପ୍ରେରକଙ୍କ ନାମ ହେଉଛି ଆଇଏସ୍ କାଶ୍ମୀର। ବର୍ତ୍ତମାନ ଘଟଣାର ତଦନ୍ତ ଚାଲିଛି ବୋଲି ଡିସିପି କହିଛନ୍ତି। ଏହା ବ୍ୟତୀତ ସୁରକ୍ଷା ପାଇଁ ଗମ୍ଭୀରଙ୍କ ଘର ବାହାରେ ସୁରକ୍ଷା ବୃଦ୍ଧି କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯ ହଜାର ୨୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ୪୩୭ ଦିନ ପରେ ଦେଶରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୨୩୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୩୫ ହଜାର ୭୩୬ ରେ ପହଞ୍ଚିଛି। ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୬ ହଜାର ୫୮୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୫୭ ହଜାର ୬୯୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୧୧ ହଜାର ୪୮୧ ଆକ୍ଟିଭ୍ କେସ୍ ରହିଛି।
ଭୁବନେଶ୍ବର: ଆଜି ରାଜ୍ୟରେ ୨୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୨୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା… ବରଗଡ ଜିଲ୍ଲାରୁ – ୧ ଭଦ୍ରକ ଜିଲ୍ଲାରୁ- ୭ ବଲାଙ୍ଗୀରି ଜିଲ୍ଲାରୁ- ୩ ବୌଦ୍ଧ ଜିଲରୁ- ୧ କଟକ ଜିଲ୍ଲାରୁ – ୨୧ ଦେବଗଡ ଜିଲ୍ଲାରୁ- ୧ ଢେଙ୍କାନାଳ ଜିଲ୍ଲାରୁ- ୪ ଗଜପତି ଜିଲ୍ଲାରୁ- ୫ ଗଞ୍ଜାମ ଜିଲ୍ଲାରୁ- ୨ ଜଗତସିଂହପୁର ଜିଲ୍ଲାରୁ – ୨ ଯାଜପୁର ଜିଲ୍ଲାରୁ – ୧୦ ଝାରସୁଗୁଡା ଜିଲ୍ଲାରୁ- ୨ କଳାହାଣ୍ଡି ଜିଲ୍ଲାରୁ- ୧ କେନ୍ଦ୍ରାପଡ଼ା ଜିଲ୍ଲାରୁ – ୮ କେନ୍ଦୁଝର ଜିଲ୍ଲାରୁ- ୧ ଖୋର୍ଦ୍ଧା ଜିଲ୍ଲାରୁ- ୧୩୦ ମାଲକାନଗିରି ଜିଲ୍ଲାରୁ- ୧ ମୟୂରଭଞ୍ଜ ଜିଲ୍ଲାରୁ- ୧୨ ନୟାଗଡ ଜିଲ୍ଲାରୁ- ୬ ପୁରୀ…
ନୂଆଦିଲ୍ଲୀ: କେନ୍ଦ୍ରସରକାରଙ୍କ ପକ୍ଷରୁ ଦେଶର ୨୮ଟି ରାଜ୍ୟକୁ ଟିକସ ବାବଦ ଅଂଶ ଆକାରରେ ଦୁଇ କିସ୍ତିରେ ମୋଟ ୯୫୦୮୨ କୋଟି ଟଙ୍କା ଯୋଗାଇ ଦିଆଯାଇଛି । ପ୍ରତି ମାସରେ ସ୍ୱାଭାବିକ ଆକାରରେ କେନ୍ଦ୍ର ସରକାର ରାଜ୍ୟମାନଙ୍କୁ ଟିକସ ଅଂଶବାବଦରେ ୪୭, ୫୪୧ କୋଟି ଟଙ୍କା ଯୋଗାଇଥାନ୍ତି। ଚଳିତମାସ ୧୫ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ, ଅର୍ଥମନ୍ତ୍ରୀ ଓ ବିଭିନ୍ନ କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳମାନଙ୍କ ସହିତ ଆଭାସୀ ବ୍ୟବସ୍ଥାରେ ସେମାନଙ୍କର ଆର୍ଥିକ ସ୍ଥିତି ଓ ହାଲଚାଲ ବିଷୟରେ ଆଲୋଚନା କରିଥିଲେ। ଏହି ଆଲୋଚନା ସମୟରେ ରାଜ୍ୟସମୂହଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ଏବଂ ପୁଞ୍ଜିନିବେଶ, ଭିତ୍ତିଭୂମି ନିର୍ମାଣ ଓ ଅଭିବୃଦ୍ଧି ପ୍ରକ୍ର୍ରିୟାକୁ ତ୍ୱରାନ୍ୱିତ କରିବାକୁ ଅଧିକ ଅର୍ଥ ଯୋଗାଇ ଦେବାକୁ ଅର୍ଥମନ୍ତ୍ରୀ ଶ୍ରୀମତୀ ସୀତାରମଣ ପ୍ରତିଶ୍ରୁତି ଦେଇଥିଲେ। ସେହି ପ୍ରତିଶ୍ରୁତି ମୁତାବକ ଦୁଇ କିସ୍ତିରେ ଏହି ଟିକସ ଅଂଶ ବାବଦ ଅର୍ଥ ଏକକାଳୀନ ନଭେମ୍ବର ୨୨ତାରିଖରେ ରାଜ୍ୟମାନଙ୍କୁ ଯୋଗାଇ…
ଭୁବନେଶ୍ବର: ଏଣିକି ରାଜ୍ୟ ସରକାର ସ୍କୁଲ କଲେଜକୁ ଦେଉଥିବା ମାଗଣା ଜମି ତାଙ୍କ ଅନୁଷ୍ଠାନ ନାମରେ ରହିବ ନାହିଁ। ତାହା ସ୍କୁଲର ହୋଇଥିଲେ ଗଣଶିକ୍ଷା ବିଭାଗ, କଲେଜ ହୋଇଥିଲେ ଉଚ୍ଚ ଶିକ୍ଷା ବିଭାଗ ନାମରେ ରହିବ। ଏହିପରି ଏକ ବଡ ନିଷ୍ପତି ଆଜି ରାଜ୍ୟ କ୍ୟାବିନେଟରେ ନିଆଯାଇଛି। ୧୯୭୭ ମସିହାର ନିଷ୍ପତ୍ତି ଅନୁସାରେ କଲେଜ ସ୍ଥାପନ ପାଇଁ ସହରାଞ୍ଚଳରେ ୧୦ ଏକର ଓ ଗ୍ରାମାଞ୍ଚଳରେ ୧୫ ଏକର ସରକାରୀ ଜମି ଯୋଗାଇ ଦିଆଯିବ। ସେହିପରି ହାଇସ୍କୁଲ ଗୁଡ଼ିକ ପାଇଁ ସହରାଂଚଳରେ ୨ ଏକର ଓ ଗ୍ରାମାଞ୍ଚଳରେ ୩ ଏକର ଜମି ବିନା ମୂଲ୍ୟରେ ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ପରବର୍ତ୍ତି ସମୟରେ ସରକାର ଏହି ନିଷ୍ପତ୍ତିକୁ ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ସ୍କୁଲ ପାଇଁ ମଧ୍ୟ ଲାଗୁ କରିଥିଲେ । ତେବେ ଆଜି କ୍ୟାବିନେଟ ନେଇଥିବା ନିଷ୍ପତ୍ତି ଅନୁସାରେ ସରକାରୀ ଡିଗ୍ରୀ କଲେଜ ଯାହା ସ୍ୱୟଂଶାସିତ ଓ ଅଣସ୍ୱୟଂଶାସିତ କଲେଜର ଜମି…
ନୂଆଦିଲ୍ଲୀ: ଖାଦ୍ୟ ନଷ୍ଟ ହେବା ଉଚିତ୍ ନୁହେଁ, ଏହା ସତ। କିନ୍ତୁ ବାସୀ ଖାଦ୍ୟକୁ ଗରମ କରି ଖାଇବା ଦ୍ୱାରା ଏହା ଆପଣଙ୍କୁ ଗୁରୁତର ସମସ୍ୟା ଦେଇପାରେ। ବାସୀ ଖାଇବା ଦ୍ୱାରା ଆପଣ ଅନେକ ରୋଗର ଶିକାର ହୋଇପାରନ୍ତି। ଏପରି ପରିସ୍ଥିତିରେ, ଆପଣଙ୍କୁ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ। କାରଣ ଏଠାରେ ଆମେ ଆପଣଙ୍କୁ କହିବୁ କେଉଁ ଜିନିଷ ଗରମ କରିବା ଏବଂ ଖାଇବା ଉଚିତ୍ ନୁହେଁ। ୧- ଅଣ୍ଡା: ଅଣ୍ଡା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଲାଭଦାୟକ। କିନ୍ତୁ ଯଦି ଅଣ୍ଡା ରାନ୍ଧିବା ପରେ କିଛି ସମୟ ପର୍ଯ୍ୟନ୍ତ ଖାଆନ୍ତି ନାହିଁ, ତେବେ ଏହା କେବଳ ଏହାର ସ୍ୱାଦରେ ପରିବର୍ତ୍ତନ ଆଣେ ନାହିଁ, ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ କ୍ଷତିକାରକ ହୋଇପାରେ। ତେଣୁ, ରାନ୍ଧିବା ପରେ ତୁରନ୍ତ ଅଣ୍ଡା ଖାଇବା ଭଲ। ୨- ଆଳୁ: ଅନେକ ଲୋକ ଆଳୁକୁ ଫୁଟାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଛାଡିଦିଅନ୍ତି। କିନ୍ତୁ ଏହା କ୍ଷତିକାରକ ହୋଇପାରେ।…
ମେଷ ରାଶି: କର୍ମକ୍ଷେତ୍ରରେ ଅଧିକାରୀଙ୍କ ସହଯୋଗ ଏବଂ ବିଶ୍ୱାସ ପାଇବେ। ପାରିବାରିକ ବ୍ୟସ୍ତତା ରହିବ। ଅପ୍ରତ୍ୟାଶିତ ଖର୍ଚ୍ଚ ହେତୁ ଟେନସନ ହେବେ। ଆଶା କରାଯାଉଥିବା କାର୍ଯ୍ୟରେ ବିଳମ୍ବ ହେବ। ବୁଦ୍ଧିମାନ ଭାବରେ କାର୍ଯ୍ୟ କରନ୍ତୁ। ପରିବାର ସହିତ ସ୍ଥାନୀୟ ଧର୍ମସ୍ଥାନକୁ ଯାତ୍ରା କରିବେ। ସାଥୀ ସହିତ ମତଭେଦ ଦୂର ହେବ। ବୃଷ ରାଶି: ଲାଭ ପାଇଁ ସୁଯୋଗ ମିଳିବ। ଶତ୍ରୁ ଭୟଭୀତ ହେବେ। ଗ୍ରାହକ ବ୍ୟବସାୟରେ ଭଲ ହେବେ। କାର୍ଯ୍ୟ ଆଚରଣ, ସଚ୍ଚୋଟତା କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କଠିନ ପରିଶ୍ରମ କରିବା ଲାଭଦାୟକ ହେବ। ଚିନ୍ତା ରହିବ। ଶତ୍ରୁମାନେ ପରାସ୍ତ ହେବେ। ବ୍ୟବସାୟ ଯାତ୍ରା ସଫଳ ହେବ। ମିଥୁନ ରାଶି: ସମ୍ମାନ ପାଇବେ। ବ୍ୟବସାୟରେ ନୂତନ ଚୁକ୍ତିନାମା ହେବ। ଏକ ନୂତନ ଯୋଜନା ପ୍ରସ୍ତୁତ ହେବ। ବକ୍ତବ୍ୟକୁ ନିୟନ୍ତ୍ରଣ କରନ୍ତୁ। ମହିଳାମାନେ କଷ୍ଟ ପାଇପାରନ୍ତି। ବିବାଦ ଠାରୁ ଦୂରେଇ ରୁହନ୍ତୁ। କାର୍ଯ୍ୟରେ ସଫଳତା, ଶତ୍ରୁମାନେ ପରାସ୍ତ ହେବେ। କାର୍ଯ୍ୟ ଚତୁରତାର ସହିତ…
ଭୁବନେଶ୍ୱର: ମହାନ୍ ବିପ୍ଲବୀ , ସର୍ବୋଦୟ ନେତା ,ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଥିଲେ ଜଣେ ଆଦର୍ଶବାଦୀ ଓ ସଫଳ ବ୍ୟକ୍ତିତ୍ୱର ଅଧିକାରୀ। ଜଣେ ନିଷ୍ଠାପର କର୍ମୀ ତଥା ଓଡିଶାର ଦରିଦ୍ର, ଅବହେଳିତ, ନଷ୍ପେସିତ ବର୍ଗଙ୍କ ପ୍ରକୃତ ବନ୍ଧୁ। ସମ୍ଭ୍ରାନ୍ତ ଓ ଜମିଦାର ବଂଶର ବ୍ୟକ୍ତି ଥିଲେ ମଧ୍ୟ ସମାଜର ମୁଲିଆ ଓ ଦଳିତ ବର୍ଗର ଲୋକଙ୍କ ପାଇଁ ସେ ଜୀବନବ୍ୟାପି ସଂଗ୍ରାମ କରିଥିଲେ। ତାଙ୍କରି ଆଦର୍ଶ ଓ ମାନବୀୟ ଗୁଣର ମୂଲ୍ୟବୋଧକୁ ବୁଝି ଆଜିର ଯୁବପିଢି ରାଜ୍ୟ ଓ ଦେଶର ବିକାଶ ପାଇଁ ବ୍ରତୀ ହେବାକୁ ଆଜି ସଂଧ୍ୟାରେ ଜୟଦେବ ଭବନଠାରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ ନବକୃଷ୍ଣ ଚୌଧୁରୀ ଜୟନ୍ତୀରେ ଯୋଗଦେଇ ବକ୍ତାମାନେ ପ୍ରକାଶ କରିଛନ୍ତି । ଉଭୟ ମଂଚ ଓ ଆଭାସୀ ବ୍ୟବସ୍ଥା ମାଧ୍ୟମରେ ଅନୁଷ୍ଠିତ ଏହି ଉତ୍ସବରେ ପ୍ରଥମେ ଅତିଥିମାନଙ୍କ ଦ୍ୱାରା ସ୍ୱର୍ଗତ ନବକୃଷ୍ଣ…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସେଥି ମଧ୍ୟରେ ରହିଛି ଗୁରୁତ୍ୱପୂର୍ଣ୍ଣ ଓଡ଼ିଶା ଇଲୋଟ୍ରୋନିକ୍ସ ପଲିସି ୨୦୨୧ । ରାଜ୍ୟରେ ଇଲୋଟ୍ରୋନିକ୍ସ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାର ପ୍ରଥମ ଥର ପାଇଁ ଏହି ପଲିସି ଆଣିଛନ୍ତି। କ୍ୟାବିନେଟରେ ନୂଆ ମେଗା ଜଳସେଚନ ପ୍ରକଳ୍ପକୁ ମଂଜୁରୀ ମିଳିଛି। ତାହା ହେଲା ସୁକତେଲ ନଦୀରେ ଉପରେ ବ୍ୟାରେଜ ନିର୍ମାଣକୁ ମଞ୍ଜୁରୀ । ସେହିଭଳି ପାର୍ବତୀଗିରି ମେଗା ଉଠାଜଳସେଚନା ପ୍ରକଳ୍ପକୁ ମଧ୍ୟ ଅନୁମୋଦନ ମିଳିଛି। ଏଥିରେ ଆସନ୍ତା ୫ ବର୍ଷ ପାଇଁ ୧୦ ୭୫୯ କୋଟି ଟଙ୍କା ଖର୍ଚ୍ଚ କରିବାକୁ ମଞ୍ଜୁର ହୋଇଛି । ଏହାଦ୍ୱାରା ପ୍ରାୟ ୨ଲକ୍ଷ ୬୩ ହଜାର ୮ଶହ ହେକ୍ଟର ଜମିକୁ ଜଳସେଚିତ କରାଯାଇପାରିବ। ସେହିପରି ଆସନ୍ତା ୫ ବର୍ଷରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ୪୮୪ କୋଟି ଟଙ୍କା ଖର୍ଚ୍ଚ କରିବାକୁ କ୍ୟାବିନେଟ ଅନୁମୋଦନ ମିଳିଛି…
ଭୁବନେଶ୍ବର: ଆଜି ବିଜେଡି ତରଫରୁ କେତେକ ଜିଲ୍ଲାର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି। ସେହି ଅନୁସାରେ କନ୍ଧମାଳ ଜିଲ୍ଲା ପାଇଁ କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି। ଘୋଷଣା ଅନୁସାରେ କନ୍ଧମାଳ ପାଇଁ 8 ଜଣ ଉପସଭାପତି, 12 ଜଣ ସାଧାରଣ ସଂପାଦକ ସହ ଅନ୍ୟ ପଦାଧିକାରୀଙ୍କ ନାମ ଘୋଷଣା କରାଯାଇଛି। ସେହି ଅନୁସାରେ ଅନ୍ୟମାନେ ହେଲେ
ସୀତାରାମ ଅଗ୍ରୱାଲ ଟାଙ୍ଗୀ: କମ ବୟସରେ ମଧ୍ୟ ପରିବାର ପ୍ରତିପୋଷଣ ପାଇଁ ଯୁବକମାନେ ଦାଦନ ଖଟିବାକୁ ଯାଇଥାନ୍ତି। ସେମାନଙ୍କ ରୋଜଗାର ପଇସାରେ ପରିବାର ସୁରୁଖୁରୁରେ ଚାଲିଥାଏ। ସେହିଭଳି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ବ୍ଳକ ଅନ୍ତର୍ଗତ ମଙ୍ଗଳାଯୋଡ଼ି ଗ୍ରାମର ୨୧ ବର୍ଷୀୟ ଜଣେ ଯୁବକ ପରିବାର ପ୍ରତିପୋଷଣ ପାଇଁ ସୁଦୂର ଚେନ୍ନାଇ ଯାଇଥିଲେ। କିନ୍ତୁ ସେଠାରେ ତାଙ୍କର ସାପ କାମୁଡିବାରେ ଅକାଳ ବିୟୋଗ ହୋଇଛି। ସୂଚନା ଅନୁଯାୟୀ, ମଙ୍ଗଳାଯୋଡ଼ି ଗ୍ରାମର ନିରଞ୍ଜନ ବେହେରାଙ୍କ ପୁଅ ଅରୁ ବେହେରା ଚେନ୍ନାଇ ଠାରେ ଜୟନ୍ତ ଫାଉଣ୍ଡେସନ ନାମକ ଏକ ଘରୋଇ କମ୍ପାନୀରେ ରଙ୍ଗ କାର୍ଯ୍ୟ କରିଆସୁଥିଲେ। କମ୍ପାନୀ ଭିତରେ ଥିବା କଲୋନୀ ମଧ୍ୟରେ ସେ ରହୁଥିଲେ। ଗତକାଲି ରାତିରେ ଅରୁ ଖାଇବା ପରେ ନିଜ ରୁମରେ ଶୋଇଥିଲେ। କିନ୍ତୁ ବିଳମ୍ବିତ ରାତ୍ରିରେ କୌଣସି ଏକ ବିଷଧର ସାପ ଅରୁଙ୍କୁ ଦଂଶନ କରିଥିଲା। ପାଖରେ ଥିବା ବନ୍ଧୁମାନେ ତୁରନ୍ତ ଅରୁଙ୍କୁ ନିକଟସ୍ଥ ହସ୍ପିଟାଲକୁ ନେଇଥିଲେ। ଖବର ପାଇ…
ନୂଆଦିଲ୍ଲୀ: ରାଜ୍ୟ କୃଷି ମନ୍ତ୍ରୀମାନଙ୍କ ସହ ସାର ଉପଲବ୍ଧତା ସ୍ଥିତିର ସମୀକ୍ଷା କରିବାବେଳେ କେନ୍ଦ୍ର ରାସାୟନିକ ଏବଂ ସାର ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭ୍ୟ କହିଛନ୍ତି ଯେ ଦେଶରେ ପର୍ଯ୍ୟାପ୍ତ ପରିମାଣର ସାର ଉତ୍ପାଦନ ହେଉଛି ଏବଂ ଏହାର ଅଭାବ ନାହିଁ। ସମୀକ୍ଷା ବୈଠକରେ ୧୮ ଟି ରାଜ୍ୟର କୃଷି ମନ୍ତ୍ରୀମାନେ ଅଂଶଗ୍ରହଣ କରିଥିଲେ। କୃଷକ ଏବଂ କୃଷି କ୍ଷେତ୍ରରେ ସାର ଆବଶ୍ୟକତାର ପରିଚାଳନା କେନ୍ଦ୍ର ଏବଂ ରାଜ୍ୟଗୁଡିକର ସାମୂହିକ ଦାୟିତ୍ୱ ବୋଲି ଉଲ୍ଲେଖ କରି ଡକ୍ଟର ମନସୁଖ ମାଣ୍ଡଭ୍ୟ ଗତ କିଛି ମାସ ମଧ୍ୟରେ ଡିଏପି ପାଇଁ ଚାଷୀଙ୍କ ବର୍ଦ୍ଧିତ ଚାହିଦାକୁ ଦୃଷ୍ଟିରେ ରଖି ସହଯୋଗ ପାଇଁ ଉଦ୍ୟମ କରିଥିବାରୁ ରାଜ୍ୟ ପ୍ରତି କୃତଜ୍ଞତା ଜଣାଇଛନ୍ତି। ସାମୂହିକ ପ୍ରୟାସର ପରିଣାମ ସ୍ୱରୂପ କେନ୍ଦ୍ର ରସାୟନ ଏବଂ ସାର ମନ୍ତ୍ରଣାଳୟ ଏବଂ ରାଜ୍ୟଗୁଡ଼ିକ ମଧ୍ୟରେ ନିରନ୍ତର ସମନ୍ୱୟ ରହିଆସିଛି ବୋଲି ସେ କହିଛନ୍ତି। ଗତ କିଛି ମାସ ମଧ୍ୟରେ ଅନେକ ରାଜ୍ୟରେ…
କନ୍ଦର୍ପ ବେହେରା ରେଢାଖୋଲ: ଅତୀତରେ ନାକଟିଦେଉଳ ବ୍ଲକ୍ର ଆଭ୍ୟନ୍ତରୀଣ ଅଂଚଳ ଗଞ୍ଜେଇ ଚାଷ ପାଇଁ ବେଶ୍ ପରିଚିତ ଥିଲା। ଦୀର୍ଘ ଦିନର ନିରବତା ପରେ ପୁଣି ଥରେ ଏ ଅଂଚଳରେ ଗଞ୍ଜେଇ ଚାଷ ହେବାର ପ୍ରଶାସନ ଠାରେ ଖବର ପହଂଚିଥିଲା। କିଛି ଦିନ ତଳେ ନାକଟିଦେଉଳ ବ୍ଲକ୍ ହିତସରା ଗ୍ରାମରେ ଥିବା ପାହାଡ ଅଂଚଳରେ ଥିବା ସରକାରୀ ଜଙ୍ଗଲରେ ଗଞ୍ଜେଇ ଚାଷ ହୋଇଥିବା ପ୍ରଶାସନ ଠାରେ ଖବର ପହଂଚିବା ପରେ ଚଢଉ କରି ନଷ୍ଟ କରାଯାଇଥିଲା। ଏ ଅଂଚଳର ଲୋକମାନେ ବେଆଇନ୍ ଗଂଜେଇ ଚାଷରୁ ନିବୃତ କିପରି ରହିବେ ସେଥିପାଇଁ ବାଟଗାଁ ଠାରେ ପ୍ରଶାସନ ପକ୍ଷରୁ ଆଜି ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଏହି ସଚେତନତା ସଭାରେ ରେଢାଖୋଲ ଏସଡିପିଓ ପ୍ରଶାନ୍ତ ମେହେରଙ୍କ ସଭାପତିତ୍ୱରେ ରେଢାଖୋଲ ଉପଜିଲ୍ଲାପାଳ ପବିତ୍ର ବେହେରା, ଅବକାରୀ ଡେପୁଟି କମିଶନର ଡମ୍ବରୁଧର ଖଣ୍ଡା, ସମ୍ବଲପୁର ଅବକାରୀ ମୋବାଇଲ ଇନସ୍ ପେକଟର ଅନ୍ନପୂର୍ଣ୍ଣା ରଥ, ରେଢାଖୋଲ ଅବକାରୀ…
କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ପୋଲିସ୍ ଆଜି ଗୋଧିଢିପ ଠାରେ ହିତସରା ଗ୍ରାମର ଜନୈକ ପୁରୁଣା ଅପରାଧିକୁ ଧରିବାରେ ସଫଳ ହୋଇଛି। ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, ନାକଟିଦେଉଳ ଥାନା ହିତସରା ଗ୍ରାମର ରାକେଶ ପ୍ରଧାନ ୪ ବର୍ଷ ତଳେ ହିତସରା ସ୍କୁଲରୁ କମ୍ପ୍ୟୁଟର ତଥା ଅନ୍ୟ ସାମଗ୍ରୀ ଚୋରୀ କରି ନେଇଥିଲା। ପୋଲିସ୍ ତା ନାମରେ ଏକ ମାମଲା ରୁଜୁ କରିଥିଲା। ହେଲେ ସେ ସେଇ ଦିନ ଠାରୁ ଫେରାର୍ ଥିଲା ବୋଲି ନାକଟିଦେଉଳ ପୋଲିସ୍ ପ୍ରକାଶ କରିଛି। ଆଜି ତାକୁ ଗୋଧିଢିପ ଠାରୁ ଦୁର୍ଗା ବସ୍ ରୁ ଗିରଫ କରିଛି। ସେ ଦୁର୍ଗା ବସ୍ ରେ ହେଲପର ଭାବରେ କାମ କରୁଥିଲା। ଆଜି ତାକୁ କୋର୍ଟ ଚାଲାଣ କରାଯାଇଥିବା ନାକଟିଦେଉଳ ଥାନାଧିକାରୀ ବିଭୂତିଭୂଷଣ ଦଳାଇ ପ୍ରକାଶ କରିଛନ୍ତି।
ନୂଆଦିଲ୍ଲୀ: ଆଗାମୀ ଦିନରେ ପେଟ୍ରୋଲ ଡିଜେଲ ଦର ହ୍ରାସ ପାଇପାରେ। କାରଣ ଅଶୋଧିତ ତୈଳ ମୂଲ୍ୟରେ ଏକ ବଡ଼ ହ୍ରାସ ହୋଇପାରେ। ବଜାରରେ ଏହାର ଇନସୁରାନ୍ସ ଷ୍ଟ୍ରାଟେଜିକ୍ ରିଜର୍ଭରୁ ୫ ମିଲିୟନ୍ ବ୍ୟାରେଲ୍ ଅଶୋଧିତ ତୈଳ ବିକ୍ରି କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏହି ପଦକ୍ଷେପ ଅଶୋଧିତ ତୈଳର ମୂଲ୍ୟ ହ୍ରାସ କରିବ ବୋଲି ଆଶା କରାଯାଉଛି। ୩୮ ନିୟୁତ ବ୍ୟାରେଲ ଅଶୋଧିତ ତୈଳର ଷ୍ଟ୍ରାଟେଜିକ୍ ରିଜର୍ଭ: ସୂଚନାନୁସାରେ, ଭାରତରେ ୩୮ ନିୟୁତ ବ୍ୟାରେଲ ଅଶୋଧିତ ତୈଳ ଭଣ୍ଡାର ରହିଛି, ଯାହା ଦେଶର ପୂର୍ବ ଏବଂ ପଶ୍ଚିମ ଉପକୂଳବର୍ତ୍ତୀ ଅଞ୍ଚଳରେ ଭୂତଳ ସଂରକ୍ଷଣ କରାଯାଇଥାଏ। ସେଥିମଧ୍ୟରୁ ଆସନ୍ତା ୭ ରୁ ୧୦ ଦିନ ମଧ୍ୟରେ ୫ ମିଲିୟନ ବ୍ୟାରେଲ ତେଲ ବଜାରରେ ଲଞ୍ଚ ହେବ। ଏହାପୂର୍ବରୁ ଅଶୋଧିତ ତୈଳର ମୂଲ୍ୟକୁ ଦୃଷ୍ଟିରେ ରଖି ଆମେରିକା, ଜାପାନ, ଚୀନ୍ ସମେତ ଅନ୍ୟ କେତେକ ଦେଶ ମଧ୍ୟ ସେମାନଙ୍କ ରଣନୀତିକ ଭଣ୍ଡାରରୁ…
ନୟାଗଡ: ଗରିବ ହିତାଧିକାରୀଙ୍କ ପାଇଁ ସରକାର ବିଭିନ୍ନ ଯୋଜନାମାନ ପ୍ରଣୟନ କରୁଛନ୍ତି। କିନ୍ତୁ ତାହାକୁ କିଛି ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀ, ଜନପ୍ରତିନିଧି ଏବଂ ସେମାନଙ୍କ ସମ୍ପର୍କୀୟମାନେ ବାଟମାରଣା କରିବା ପାଇଁ ଚେଷ୍ଟା କରୁଛନ୍ତି। ଯାହାର ଏକାଧିକ ଉଦାହରଣ ପୂର୍ବରୁ ରହିଛି। ତେବେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ କେରଣ୍ଡାଟାଙ୍ଗୀ ପଞ୍ଚାୟତରେ ସମାନ ଜିନିଷ ଦେଖିବାକୁ ମିଳିଛି। ଉକ୍ତ ପଞ୍ଚାୟତରେ ଆସୁଥିବା ପିଡ଼ିଏସ ସାମଗ୍ରୀ ଯଥା ଗହମ, ଚାଉଳ, କେରୋସିନ ଆଦିକୁ ଚୋରି କରି ବେସରକାରୀ ଦରରେ ବିକିବା ଅଭିଯୋଗରେ ଚାନ୍ଦପୁର ପୋଲିସ ଆଜି ଦୁଇ ଜଣଙ୍କୁ ଗିରଫ କରିଛି। ଉକ୍ତ ଦୁଇ ଅଭିଯୁକ୍ତମାନେ ହେଲେ କେରଣ୍ଡାଟାଙ୍ଗୀ ଗ୍ରାମର କେଦାର ସ୍ୱାଇଁ ଏବଂ ପୂର୍ଣଚନ୍ଦ୍ର ଦଳାଇ। ସେହିଭଳି ଉକ୍ତ ଦୁଇ ଜଣଙ୍କ ସମେତ ପଞ୍ଚାୟତ ପିଇଓ ସୁନୀଲ ବେହେରା ଏବଂ ସରପଞ୍ଚଙ୍କ ଭାଇ ଧୀରେନ୍ଦ୍ର ପ୍ରଧାନ ମଧ୍ୟ ପିଡ଼ିଏସ ସାମଗ୍ରୀ ଚୋରି ଓ ଆତ୍ମସାତରେ ସମ୍ପୃକ୍ତ ଥିବା ବେଳେ ଉକ୍ତ ଦୁଇ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ରାୟଗଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୮ ଲକ୍ଷ ୩୦ ହଜାର ଲୋକ ଏହି ସୁବିଧା ପାଇବେ। ଏହାସହିତ ରାଜ୍ୟର ୧୭ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ। ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଜନଜାତି ଭାଇ ଭଉଣୀ ମାନଙ୍କର ଉଚ୍ଚ ପ୍ରଶଂସା କରି କହିଲେ ଯେ ସେମାନେ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେଇ ନିଜ ଜୀବନଧାରଣ ମାନରେ ପରିବର୍ତ୍ତନ ଆଣିପାରିଛନ୍ତି। ସେହିପରି ଜିଲ୍ଲାରେ ମା’ ମାନେ ୪୦୦୦ ମିଶନ ଶକ୍ତି ଗ୍ରୁପରେ ସାମିଲ ହୋଇ ନିଜର ସାମାଜିକ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିପାରିଛନ୍ତି ଓ ନିଜକୁ ସକ୍ଷମ କରିପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାୟଗଡାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୮ ଲକ୍ଷ ୩୦ ହଜାରେ ଲୋକ ସ୍ମାର୍ଟ କାର୍ଡ ପାଇବେ…
ଭୁବନେଶ୍ୱର: ଦୁଇ ବର୍ଷରେ ପାଦ ଥାପିଛି କୁନିପୁଅ ବେଦାଂଶୁ। ତେବେ ତା’ର ଜନ୍ମ ଦିନ ସହିତ ସେ ନୂଆ ଜନ୍ମ ପାଇଥିବାର ଖୁସି ମନାଉଛନ୍ତି ବେଦାଂଶୁର ବାପା-ମା। ଆଜକୁ ଠିକ୍ ୧୫ ଦିନ ତଳେ ତତଲା ପାଣି ପଡ଼ିବା ଯୋଗୁଁ କୁନିପୁଅଟିର ଶରୀରର ୭୦ ଭାଗ ପୋଡି ହୋଇଯାଇଥିବା ବେଳେ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଡାକ୍ତରଙ୍କର ଚିକିତ୍ସା, ଯତ୍ନ ଓ ଉଦ୍ୟମ ଫଳରେ ସମ୍ପୂର୍ଣ୍ଣ ସୁସ୍ଥ ହେବା ସହ ନୂଆ ଜୀବନ ପାଇଛି ଶିଶୁ। ଗତ ନଭେମ୍ବର ୯ ତାରିଖ ଦିନ ପାତ୍ରପଡା ଅଂଚଳରେ ରହୁଥିବା ଅଟୋଚାଳକ ବିପିନ୍ କୁମାର ସାହୁ ଏବଂ ତାଙ୍କ ପତ୍ନୀ ଗୀତାଞ୍ଜଳୀଙ୍କର ପୁଅ ବେଦାଂଶୁ ଖେଳୁଥିବା ସମୟରେ ଗ୍ୟାସ୍ ଚୁଲାରେ ବସିଥିବା ଗରମ୍ ପାଣିର ହାଣ୍ଡି ତା’ ଶରୀର ଉପରେ ପଡିଯାଇଥିଲା। ଛୋଟ ଛୁଆର ଶରୀରରେ ତତଲା ପାଣି ପଡିବା ଯୋଗୁଁ ତା’ ଶରୀରର ୭୦ ଭାଗ ପୋଡି ହୋଇଯାଇଥିଲା। ଗୁରୁତର ଅବସ୍ଥାରେ ପ୍ରଥମେ…
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ରାୟଗଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୮ ଲକ୍ଷ ୩୦ ହଜାର ଲୋକ ଏହି ସୁବିଧା ପାଇବେ। ଏହାସହିତ ରାୟଗଡାରେ ୮୭୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଜନଜାତି ଭାଇ ଭଉଣୀ ମାନଙ୍କର ଉଚ୍ଚ ପ୍ରଶଂସା କରି କହିଲେ ଯେ ସେମାନେ ସରକାରଙ୍କ ବିଭିନ୍ନ ଯୋଜନାର ସୁଯୋଗ ନେଇ ନିଜ ଜୀବନଧାରଣ ମାନରେ ପରିବର୍ତ୍ତନ ଆଣିପାରିଛନ୍ତି। ସେହିପରି ଜିଲ୍ଲାରେ ମା ମାନେ ୪୦୦୦ ମିଶନ ଶକ୍ତି ଗ୍ରୁପରେ ସାମିଲ ହୋଇ ନିଜର ସାମାଜିକ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିପାରିଛନ୍ତି ଓ ନିଜକୁ ସକ୍ଷମ କରିପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଜି ରାୟଗଡା ପାଇଁ ମୁଖ୍ୟମନ୍ତ୍ରୀ ୮୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ।…

