ନୂଆଦିଲ୍ଲୀ: ଆଜି ଭାରତ ପାଇଁ ଏକ ଭଲ ଦିନ। କାରଣ ଟୋକିଓ ଅଲମ୍ପିକରେ ଭାରତକୁ ପ୍ରଥମ ସଫଳତା ମିଳିଛି। ଭାରତ ଆଜି ଟୋକିଓ ଅଲମ୍ପିକରେ ପ୍ରଥମ ପଦକ ହାସଲ କରିଛି। ଭାରତୀୟ ଭାରତ୍ତୋଳନ ଖେଳାଳି ମୀରାବାଈ ଚାନୁଙ୍କୁ ରୌପ୍ୟ ପଦକ ହାସଲ ହୋଇଛି। ମହିଳା ୪୯ କିଲୋଗ୍ରାମର ଭାରତ୍ତୋଳନରେ ମୀରାବାଈଙ୍କୁ ରୌପ୍ୟ ପଦକ ମିଳିଛି। ତାଙ୍କର ଏଭଳି ସଫଳତା ଯୋଗୁଁ ଭାରତ ପାଇଁ ଆଜି ଏକ ଖୁସିର ଦିନ ବୋଲି କୁହାଯିବ। ମୀରାବାଈ ଆଜି ଏହି ପଦକ ଜିତିବା ପରେ ୧୩୫ କୋଟି ଭାରତୀୟ ଗର୍ବ ଅନୁଭବ କରିଛନ୍ତି। ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଦେଶର ଅନେକ ନେତା ତାଙ୍କୁ ଶୁଭେଚ୍ଛାର ଜଣାଇଛନ୍ତି।
Author: Samikhsya Bureau
କନ୍ଦର୍ପ ବେହେରା ରେଢାଖୋଲ: ଆଜି ସକାଳୁ ସକାଳୁ ବାଟଗାଁ ପଂଚାୟତର ଗଦାଧରପୁର ଗାଁରେ ନିଜ ବିଲକୁ ଚାଷ କାମରେ ଯାଇଥିବା ବେଳେ ୨ ଜଣଙ୍କୁ ଭାଲୁ ଆକ୍ରମଣ କରିଥିବା ବନବିଭାଗ ତରଫରୁ ସୂଚନା ମିଳିଛି। ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ନାକଟିଦେଉଳ ରେଞ୍ଜ ଅଧିନସ୍ଥ ବାଟଗାଁ ପଂଚାୟତର ଗଦାଧରପୁର ଗ୍ରାମର ରବି ବେହେରା(୫୫), ଏବଂ ସେହି ଗାଁର ସର ବେହେରା (୪୫) ଜମିକୁ ଚାଷ କାମରେ ଯାଇଥିବା ବେଳେ ସେମାନଙ୍କୁ ଗୋଟିଏ ଭାଲୁ ଆସି ଅଚାନକ ଆକ୍ରମଣ କରିିଥିଲା। ସେମାନଙ୍କୁ ଗ୍ରାମବାସୀ ଉଦ୍ଧାର କରି ସଙ୍ଗେ ସଙ୍ଗେ ନାକଟିଦେଉଳ ଡାକ୍ତରଖାନାକୁ ନେଇ ପ୍ରାଥମିକ ଚିକିତ୍ସା କରିବା ପରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି। ରବି ବେହେରାଙ୍କର ଜଙ୍ଘରେ ଗଭୀର ଆଘାତ ଲାଗିଥିବା ବେଳେ ସର ବେହେରାଙ୍କର ହାତରେ ମଧ୍ୟ ଆଘାତ ଲାଗିଥିବା ଜଣା ପଡିଛି। ବର୍ତ୍ତମାନ’ ସେମାନଙ୍କ ଅବସ୍ଥା ଠିକ୍ ଥିବା ଜଣା…
ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍ଆଇଏଲ୍)ର ଟେଲିକମ୍ ଓ ଡିଜିଟାଲ୍ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ ଚଳିତ ଆର୍ଥିକ ବର୍ଷର ୨୦୨୧ ଏପ୍ରିଲ୍ରୁ ଜୁନ୍ ପର୍ଯ୍ୟନ୍ତର ପ୍ରଥମ ତ୍ରୟମାସରେ ନିଟ୍ ଲାଭରେ ୪୪.୯% ବୃଦ୍ଧି ସହ ୩୬୫୧ କୋଟି ଟଙ୍କା ନିଟ୍ ଲାଭ ହାସଲ କରିଥିବା କଂପାନି ପକ୍ଷରୁ ଆଜି ଘୋଷଣା କରାଯାଇଥିବା ତ୍ରୟମାସିକ ଆର୍ଥିକ ଫଳାଫଳରୁ ଜଣାପଡ଼ିଛି। ଗତବର୍ଷର ପ୍ରଥମ ତ୍ରୟମାସରେ କଂପାନି ୨୫୧୯ କୋଟି ଟଙ୍କାର ନିଟ୍ ଲାଭ ହାସଲ କରିଥିଲା। ଯୋଗାଯୋଗ (କନେକ୍ଟିଭିଟି) ବ୍ୟବସାୟରେ ଗ୍ରାହକ ଯୋଡ଼ି ହେବା ଜାରି ରହିଥିବାରୁ ଆଇୟୁସି ସମାୟୋଜିତ ୧୯% ଅଭିବୃଦ୍ଧି ସହ ତ୍ରୟମାସିକ ରାଜସ୍ୱ ୧୮,୯୫୨ କୋଟି ଟଙ୍କା (୨.୫ ବିଲିଅନ୍ ଡଲାର) ହୋଇଛି। ୨୦୨୧ ଜୁନ୍ ୩୦ ସୁଦ୍ଧା ଦେଶରେ ଜିଓର ମୋଟ ଗ୍ରାହକ ସଂଖ୍ୟା ୪୪ କୋଟିକୁ ବୃଦ୍ଧି ପାଇଛି। ଏହି ତ୍ରୟମାସରେ ଇବିଆଇଟିଡିଏ ୮୮୯୨ କୋଟି ଟଙ୍କା (୧.୨ ବିଲିଅନ ଡଲାର) ରହିଛି…
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୯ ହଜାର ୯୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୫୪୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୩ ଲକ୍ଷ ୩୮ ହଜାର ୧୫୯ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୦ ହଜାର ୧୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୫ ଲକ୍ଷ ୩ ହଜାର ୧୬୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୮ ହଜାର ୯୭୭ ଆକ୍ଟିଭ୍ କେସ୍ ରହିଛି।
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୪୪୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୩୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୧୧ ଜଣ, ଅନୁଗୁଳ ଜିଲ୍ଲାରୁ ୮ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୭ ଜଣ ଏବଂ କେନ୍ଦୁଝର ଜିଲ୍ଲାରୁ ୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ମାଲକାନଗିରି, ନୂଆପଡା ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୫ ହଜାର ୭୧୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୪୧ ହଜାର ୨୦୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ…
ଭୁବନେଶ୍ବର: ଆଜି ରାଜ୍ୟରେ ୧ ହଜାର ୮୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୦୮୨ ଜଣ ଚିହ୍ନଟ ହୋଇଥିବା ବେଳେ ୭୮୨ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୫ ହଜାର ୭୧୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୪୧ ହଜାର ୨୦୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୯ ହଜାର ୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫୩୭୭ କୁ ବୃଦ୍ଧି ହୋଇଛି। ଆଜି ମୋଟ ୩୦ ଟି ଜିଲ୍ଲାରୁ ୧ ହଜାର ୮୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୯୬ ଜଣ, କଟକ ଜିଲ୍ଲାରୁ ୨୨୧ ଜଣ, ଅନୁଗୁଳ ଜିଲ୍ଲାରୁ…
ନୂଆଦିଲ୍ଲୀ: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେଉଁ ଲୋକଙ୍କୁ କେବେ ବି ବିଶ୍ବାସ କରିବ ନାହିଁ ତାହାର ଉଲ୍ଲେଖ କରିଛନ୍ତି। ଚାଣକ୍ୟ ନୀତି ଅନୁସାରେ ଯେଉଁମାନେ ସାକ୍ଷାତରେ ସବୁବେଳେ ମିଠା କଥା କହନ୍ତି ସେମାନଙ୍କୁ ବର୍ଜନ କରନ୍ତୁ। କାରଣ ମିଠା କଥା କହି ଆପଣଙ୍କ ବିଶ୍ବାସକୁ ସେମାନେ ହରଣ କରନ୍ତି। ଆଉ ଠିକ୍ ସମୟରେ ପଛରୁ ଛୁରାଘାତ କରିଥାନ୍ତି। ଏହି ଶ୍ରେଣୀର ଲୋକେ ଆପଣଙ୍କୁ ବିଶ୍ବାସ ଜନ୍ମାଇ ଆପଣଙ୍କର ଗୁପ୍ତ କଥା ହାତେଇ ନିଅନ୍ତି। ପରବର୍ତ୍ତି ସମୟରେ ଆପଣଙ୍କୁ ଅସୁବିଧାରେ ପକାନ୍ତି। ସେଥିପାଇଁ ମିଷ୍ଟଭାଷୀ ଲୋକଙ୍କଠାରୁ ସବୁବେଳେ ଦୂରେଇ ରହନ୍ତୁ। କଦାପି ସେମାନଙ୍କୁ ବିଶ୍ବାସକୁ ନିଅନ୍ତୁ ନାହିଁ। ହଁ ଆପଣ ତାଙ୍କ ସହିତ ସଂପର୍କ ରଖିପାରନ୍ତି, ହେଲେ ଗଭୀର ସଂପର୍କ ରଖନ୍ତୁ ନାହିଁ। ଏମାନେ ହେଉଛନ୍ତି ପୂର୍ଣ୍ଣ ବିଷ ମାଠିଆ ଉପରେ ଥିବା କିଛି ଅମୃତ ସଦୃଶ୍ୟ।
ଭୁବନେଶ୍ବର: ଲିଭ୍-ଇନ୍-ରିଲେସନ୍ସିପ୍କୁ ନେଇ ଆଜିର ଯୁବ ସମାଜ ବେଶ୍ ସକାରାତ୍ମକ। ରାଇଟ୍ ଟୁ ଲାଇଫ୍ରେ ସେମାନେ ସ୍ଵାଧୀନ ଭାବେ ନିଜ ଲାଇଫ୍ ସହ ବଞ୍ଚିବାରେ ମସ୍ଗୁଲ୍। ତେବେ ଭାରତ ପରି ଏକ ସଂସ୍କୃତିସମ୍ପନ୍ନ ଦେଶରେ ଏହି ସମ୍ପର୍କକୁ ନେଇ ଏବେବି ଦ୍ଵିଧା ରହିଛି। ପାରମ୍ପରିକ ବିଧିବ୍ୟବସ୍ଥା ତଥା ଆମ ଭାରତୀୟ ସାମାଜିକ ବ୍ୟବସ୍ଥା ଏହି ସମ୍ପର୍କକୁ ଏବେବି ଭିନ୍ନ ଚକ୍ଷୁରେ ଦେଖୁଛି। ଭାରତରେ ସମ୍ପର୍କକୁ ନେଇ ଏକ ଭିନ୍ନ ସଂଜ୍ଞା ନିରୂପଣ କରାଯାଇଥାଏ। ବିଶେଷକରି ପୁଅ ଝିଅର ସର୍ମ୍ପକକୁ ଏଠି ଏକ ମାପକାଠି ଭିତରେ ରଖାଯାଇଥାଏ। ସୁପ୍ରିମ୍କୋର୍ଟଙ୍କ ଦ୍ଵାରା ଲିଭ୍-ଇନ୍-ରିଲେସନ୍ସିପ୍କୁ ଗ୍ରହଣ କରାଯିବା ପରେ ବି ଭାରତୀୟ ସମାଜରେ ଏହାକୁ ସଠିକ୍ ରୂପେ ଗ୍ରହଣ କରାଯାଇପାରୁନାହିଁ। ବର୍ତ୍ତମାନର ଯୁବପିଢି ଆଉ ସେ ପୁରୁଣାକାଳିଆ ସଂସ୍କୃତିକୁ ଅନ୍ଧ ଭାବେ ଆପଣେଇବାକୁ ଚାହେଁନାହିଁ। ଏବେର ଯୁବସମାଜ ଜଣକୁ ସଂପୂର୍ଣ୍ଣ ଆପଣେଇବା ଆଗରୁ ଉଭୟ ଉଭୟଙ୍କୁ ପରଖିବାକୁ ପସନ୍ଦ କରୁଛନ୍ତି। ତେବେ ଏହା ଏବେକାର ନିୟମ…
ଭୁବନେଶ୍ବର: ଆମର ଖାଇବା ଶୈଳୀ ଆମର ଆଚରଣକୁ ଦର୍ଶାଇଥାଏ। ଭୋଜନକୁ ସମ୍ମାନ ସହ ଓ ଶ୍ରଦ୍ଧାର ସହ ଗ୍ରହଣ କରିବା ଉଚିତ୍। କାରଣ ଶାସ୍ତ୍ରରେ ଅନ୍ନକୁ ଦେବତାଙ୍କ ସ୍ଥାନ ଦିଆଯାଇଛି। ଭୋଜନ ପୂର୍ବରୁ କିଛି ନିୟମ ପାଳନ କରିବା ଅତ୍ୟନ୍ତ ଆବଶ୍ୟକ। ଯେଉଁ ବ୍ୟକ୍ତି ଏହି ସମସ୍ତ ନିୟମର ପାଳନ କରିଥାଏ, ସେ ସର୍ବଦା ସୁସ୍ଥ ରହିବା ସହିତ ତାଙ୍କ ଉପରେ ଦେବତା ପ୍ରସନ୍ନ ରହିଥାନ୍ତି। ହିନ୍ଦୁ ଧର୍ମରେ ଅନ୍ନଙ୍କୁ ଦେବତାଙ୍କର ସ୍ଥାନ ଦିଆଯାଇଛି। ଏବଂ ତାଙ୍କର ଅନାଦାର ଅନସ୍ବୀକାର୍ଯ୍ୟ। ଯେଉଁ ବ୍ୟକ୍ତି ମୁହଁ – ହାତ ନ ଧୋଇ ତଥା ଅସନା ଜାଗାରେ ବସି କରି ଭୋଜନ କରେ, ସେ ସର୍ବଦା ଖରାପ ଆର୍ଥିକ ସ୍ଥିତିରେ ଗତି କରେ। ତା’ ପାଖେ ସର୍ବଦା ଅନ୍ନର ଅଭାବ ପରିଲକ୍ଷିତ ହେବା ସହିତ ସ୍ବାସ୍ଥ୍ୟ ମଧ୍ୟ ଖରାପ ରହିଥାଏ। ତେଣୁ ସର୍ବଦା ଭୋଜନ ଗ୍ରହଣ ପୂର୍ବରୁ ମୁହଁ ହାତ ଧୋଇ ଭୋଜନ କରିବା…
ମେଷ- ଆଜି ଆପଣଙ୍କର ମିଶ୍ରର ଦିନ ଅଟେ। ଆଜି ଆପଣ ଅସୁସ୍ଥତା ଏବଂ ଚିନ୍ତା ଅନୁଭବ କରିବେ। ଶରୀରରେ ଥକାପଣ ଏବଂ ଅଳସୁଆତା ଏବଂ ମନରେ ବ୍ୟାକୁଳତା ଅନୁଭବ ହେବ। ଆଜି ଆପଣ ଟିକେ କ୍ରୋଧିତ ହେବେ ଯାହା ହେତୁ ଜିନିଷ ନଷ୍ଟ ହୋଇପାରେ। ଅଭ୍ୟାସରେ ନ୍ୟାୟ ଆଣିବାକୁ ଚେଷ୍ଟା କରନ୍ତୁ। ନିର୍ଦ୍ଦିଷ୍ଟ କାର୍ଯ୍ୟ କରିବାକୁ ଚେଷ୍ଟା କରନ୍ତୁ। ଧାର୍ମିକ ଯାତ୍ରା ଆୟୋଜିତ ହେବ। ଆଜି ଆପଣ ଯାହା ବି ଚେଷ୍ଟା କରୁଛନ୍ତି ତାହା ଭୁଲ୍ ଦିଗରେ ଅଛି। ବୃଷ- ଆପଣଙ୍କ ଦିନକୁ ଯତ୍ନର ସହିତ ବିତାନ୍ତୁ। ଆଜି କୈଣସି ପ୍ରକାରର ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ। ଖାଦ୍ୟ ଏବଂ ପାନୀୟରେ ବିଶେଷ ଯତ୍ନ ନେବା ଲାଭଦାୟକ ଅଟେ। ଆପଣ ଶାରୀରିକ ଥକ୍କା ଏବଂ ମାନସିକ ବିଭ୍ରାଟ ଅନୁଭବ କରିବେ। ଅଫିସରେ କାର୍ଯ୍ୟଭାର ହେତୁ ଆପଣ ଅଧିକ ଥକ୍କା ଅନୁଭବ କରିବେ। ସ୍ଥାନାନ୍ତରଣ ଲାଭଦାୟକ…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ କୋଭିଡ୍ରେ ମୃତ୍ୟୁବରଣ କରିଥିବା ୧୭ ସାମ୍ବାଦିକଙ୍କ ପରିବାର ପାଇଁ ଅନୁକମ୍ପା ରାଶି ମଞ୍ଜୁର କରାଯାଇଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ କର୍ମଜୀବି ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ମଞ୍ଜୁର କରିଛି। ଏହି ୧୭ଜଣିଆ ତାଲିକାରେ ଭୁବନେଶ୍ବରର ୪ଜଣ, ବଲାଙ୍ଗିରର ୩ଜଣ, ଗଞ୍ଜାମ ଜିଲ୍ଲାର ୭ଜଣ, କଳାହାଣ୍ଡି ଜିଲ୍ଲାର ଜଣେ ଓ ଯାଜପୁର ଜିଲ୍ଲାର ୨ଜଣ ସାମ୍ବାଦିକ ଅଛନ୍ତି। ତେବେ କରୋନାରେ ମୃତ୍ୟୁବରଣ କରିଥିବା ଆଉ କିଛି ସାମ୍ବାଦିକଙ୍କ ପ୍ରସ୍ତାବ ମଧ୍ୟ ବିଭାଗର ବିଚାରଧିନ ରହିଛି। ସେ ବାବଦରେ ଜିଲ୍ଲାସ୍ତରରେ ଅନୁସନ୍ଧାନ ଜାରି ରହିଛି। ଖୁବଶୀଘ୍ର ଯୋଗ୍ୟ ବିବେଚିତ ପ୍ରସ୍ତାବଗୁଡିକୁ ମଞ୍ଜୁର କରାଯାଇ ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ପ୍ରକାଶ ଯୋଗ୍ୟ ଯେ, କୋଭିଡ-୧୯ରେ ମୃତ୍ୟୁବରଣ କରିଥିବା ଏହି ୧୭ ଜଣ କର୍ମଜୀବି ସାମ୍ବାଦିକଙ୍କ ପରିବାରବର୍ଗଙ୍କୁ ଅନୁକମ୍ପାମୁଳକ ସହାୟତା ପାଇଁ ମୋଟ ୨…
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨ ହଜାର ୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୩୬, କଟକରୁ ୩୨୧, ବାଲେଶ୍ବରରୁ ୧୨୪, ପୁରୀରୁ ୧୧୩,ଭଦ୍ରକରୁ ୧୧୦, ଯାଜପୁରରୁ ୧୦୫, ମୟୂରଭଞ୍ଜରୁ ୯୮, ଅନୁଗୁଳରୁ ୯୭, ଜଗତସିଂହପୁରରୁ ୮୪, ନୟାଗଡରୁ ୭୫, କେନ୍ଦ୍ରାପଡାରୁ ୭୧, ସୁନ୍ଦରଗଡରୁ ୫୨, ଢେଙ୍କାନାଳରୁ ୪୦, ବରଗଡରୁ ୩୩, କେନ୍ଦୁଝରରୁ ୩୩, ରାୟଗଡାରୁ ୨୭, ମାଳାକାନାଗିରିରୁ ୨୨, କନ୍ଧମାଳରୁ ୨୦, ଝାରସୁଗୁଡାରୁ ୧୪, ବଲାଙ୍ଗୀରିରୁ ୧୧, ବୌଦ୍ଧରୁ ୧୦, ଗଞ୍ଜାମରୁ ୧୦, କୋରାପୁଟରୁ ୯, ନବରଙ୍ଗପୁରରୁ ୯, ସମ୍ବଲପୁରରୁ ୯, ନୂଆପଡାରୁ ୭, ଦେବଗଡରୁ ୫, ଗଜପତିରୁ ୫, କଳାହାଣ୍ଡିରୁ ୫, ସୋନପୁରରୁ ୪ ଏବଂ ଷ୍ଟେଟ ପୁଲରୁ ୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ…
ଭୁବନେଶ୍ବର: ଆସନ୍ତା ଅଗଷ୍ଟ ୧୯ ତାରିଖ ସୁଦ୍ଧା ସମସ୍ତ ମହାବିଦ୍ୟାଳୟରେ ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ଶେଷ ହେବ। ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷାର ଫଳାଫଳ ସେପ୍ଟେମ୍ବର ୨୭ ତାରିଖ ସୁଦ୍ଧା ପ୍ରକାଶ ପାଇବ। ସେହିଭଳି ବିଶ୍ୱବିଦ୍ୟାଳୟରେ ପିଜିରେ ନାମ ଲେଖା ପାଇଁ ଅଗଷ୍ଟ ୨୩ ତାରିଖରୁ ସେପ୍ଟେମ୍ବର ୧ତାରିଖ ମଧ୍ୟରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ଅକ୍ଟୋବର ୧୫ ତାରିଖ ସୁଦ୍ଧା ସ୍ନାତକୋତ୍ତର ପ୍ରଥମ ସେମିଷ୍ଟାର ପାଇଁ ନାମଲେଖା ଶେଷ ହେବ। ଏହା ସେପ୍ଟେମ୍ବର ୧ ତାରିଖ ଯାଏଁ ଚାଲିବ। ସ୍ନାତକୋତ୍ତର ଶେଷ ସେମିଷ୍ଟାର ପିଲାଙ୍କ ପରୀକ୍ଷା ଅଗଷ୍ଟ ୩୧ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ପରୀକ୍ଷା ଫଳ ସେପ୍ଟେମ୍ବର ୨୦ ସୁଦ୍ଧା ପ୍ରକାଶ ପାଇବା ନେଇ ପ୍ରୟାସ କରାଯିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି।
ନୂଆଦିଲ୍ଲୀ: ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ୍ ଦୁଇ ଦିନିଆ ଭାରତ ଗସ୍ତରେ ଆସିବେ। ସେ ୨୭ ଏବଂ ୨୮ ଜୁଲାଇରେ ଭାରତ ଗସ୍ତ କରିବେ। ବ୍ଲିଙ୍କେନ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବେ। ଏହା ସହ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ମଧ୍ୟ ସେ ସାକ୍ଷାତ କରିବେ। ଆମେରିକାର ବୈଦେଶିକ ସଚିବ ଭାବରେ ଦାୟିତ୍ଵ ଗ୍ରହଣ କରିବା ପରେ ବ୍ଲିଙ୍କେନଙ୍କ ଏହା ପ୍ରଥମ ଭାରତ ଗସ୍ତ ହେବ। ସେ ବୁଧବାର ବୈଦେଶିକ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୟଶଙ୍କର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କୁ ଭେଟିବେ। ଆମେରିକାର ବୈଦେଶିକ ବିଭାଗ ଏକ ବିବୃତ୍ତିରେ କହିଛି ଯେ, ଉଚ୍ଚ ସ୍ତରୀୟ ଦ୍ୱିପାକ୍ଷିକ କଥାବାର୍ତ୍ତା ଜାରି ରଖିବା ଏବଂ ଭାରତ-ଆମେରିକାର ବିଶ୍ୱସ୍ତରୀୟ ରଣନୀତିକ ଭାଗିଦାରୀକୁ ମଜବୁତ କରିବା ପାଇଁ ଏହା ଏକ ଭଲ ସୁଯୋଗ। ଏହି ବିବୃତ୍ତିରେ କୁହାଯାଇଛି ଯେ ଉଭୟ ପକ୍ଷ ଦୃଢ ତଥା ବହୁମୁଖୀ ଭାରତ-ଆମେରିକା ଦ୍ୱିପାକ୍ଷିକ…
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୬୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୫୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ହଜାର ୪୮୮ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୨୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୪ ହଜାର ୯୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୭୯୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୭୧୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ଆସନ୍ତାକାଲି ସକାଳ ୮ ଟା ୩୦ ପର୍ଯ୍ୟନ୍ତ ୯ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏନେଇ ସତର୍କ ସୁଚାନା ଜାରି କରିଛି। ନୂଆପଡା, ବଲାଙ୍ଗୀରି, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, ସୁନ୍ଦରଗଡ ଏବଂ କେନ୍ଦୁଝର ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ସେହିଭଳି ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ୧୬ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରପଡା, ଯାଜପୁର, ଭଦ୍ରକ, ବାଲେଶ୍ଵର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ ନେଇ ସତର୍କ ସୂଚନା ଦିଆଯାଇଛି।
ଚାନ୍ଦପୁର/ନୟାଗଡ: ଜନୈକ ବରିଷ୍ଠ ନାଗରିକଙ୍କ ଆକାଉଣ୍ଟରୁ ନକଲି ଦସ୍ତଖତ କରି ଲକ୍ଷାଧିକ ଟଙ୍କାର ଠକେଇ ଅଭିଯୋଗ ହୋଇଥିଲା। ପୋଲିସର ସହଯୋଗ ଦ୍ୱାରା ଅଭିଯୋଗାକାରୀ ତାଙ୍କର ଠକେଇ ହୋଇଥିବା ଲକ୍ଷାଧିକ ଟଙ୍କା ଫେରିପାଇଛନ୍ତି। ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଏପରି ଘଟଣା ଘଟିଯାଇଛି। ସୂଚନା ମୁତାବକ ହରିହରପୁର ଗ୍ରାମର ମିନା କୁମାରି ନାୟକଙ୍କ କମାଗୁରୁ ଷ୍ଟେଟ ବ୍ୟାଙ୍କରେ ଏକ ଆକାଉଣ୍ଟ ଅଛି। ନିକଟରେ ଉକ୍ତ ଆକାଉଣ୍ଟରୁ କେହି ଜଣେ ଦୁର୍ବୁତ୍ତ ମିନା କୁମାରୀଙ୍କ ଜାଲ ଦସ୍ତଖତ କରି ୧ ଲକ୍ଷ ୨୦ ହଜାର ଟଙ୍କା ତାଙ୍କ ଖାତାରୁ ଉଠାଇନେଇଥିଲା। ଏ ନେଇ ମିନା କୁମାରୀ ଚାନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ଆଇଆଇସି ରଶ୍ମିରଞ୍ଜନ ଦାସ କେସ ନମ୍ବର ୮୪/୨୧ ରେ ଏକ ଠକେଇ ମାମଲା ରୁଜୁ କରିଥିଲେ। ନୟାଗଡ ଏସପି ଙ୍କ ତତ୍ୱାବଧାନରେ ଆଇଆଇସି ଶ୍ରୀ ଦାସ ଏସଆଇ ଅଞ୍ଜଳି ସା ଙ୍କ ସହଯୋଗରେ ଉକ୍ତ ଘଟଣାର ତଦନ୍ତ…
ସୀତାରାମ ଅଗ୍ରୱାଲ ବାଲୁଗାଁ: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଳ୍ପ ଉପସ୍ଥାନ ଥିବା ପ୍ରାଥମିକ ବିଦ୍ୟାଳୟଗୁଡ଼ିକୁ ନିକଟସ୍ଥ ସ୍କୁଲ୍ ସହ ମିଶ୍ରଣ କରାଯାଇଛି। ଯାହାଫଳରେ ଗ୍ରାମାଞ୍ଚଳ ତଥା ସହରାଞ୍ଚଳରେ ଅନେକ ସରକାରୀ ବିଦ୍ୟାଳୟ ସତ୍ତା ହରାଇଥିବା ବେଳେ ସମ୍ପୃକ୍ତି ଅଞ୍ଚଳରେ ଦିନକୁ ଦିନ ବେସରକାରୀ ବିଦ୍ୟାଳୟମାନ ଗଢ଼ିଉଠୁଛି। ସରକାରୀ ବିଦ୍ୟାଳୟରେ ବହି, ଖାତାଠାରୁ ଆରମ୍ଭ କରି ପୋଷାକ ଓ ଖାଦ୍ୟ ଯୋଗାଇ ଦିଆଯାଉଥିଲେ ମଧ୍ୟ ଏହାର କୌଣସି ପ୍ରଭାବ ପଡ଼ୁନି। ଛାତ୍ରଛାତ୍ରୀମାନେ ବେସରକାରୀ ବିଦ୍ୟାଳୟ ପ୍ରତି ଆଗ୍ରହ ପ୍ରକାଶ କରୁଥିବା ନଜିର ରହୁଛି। ରାଜ୍ୟରେ ବରପୁତ୍ରଙ୍କୁ ସମ୍ମାନ ଓ ସ୍ମୃତି ଉଦ୍ଦେଶ୍ୟରେ ବିଭିନ୍ନ ପ୍ରାନ୍ତରେ ଏକାଧିକ ଶିକ୍ଷାନୁଷ୍ଠାନ ସାଙ୍ଗକୁ ବିମାନ ବନ୍ଦର, ଡାକ୍ତରଖାନା ଆଦି ନାମକରଣ କରାଯାଇଛି। ଦେଶ ତଥା ଜାତି ପାଇଁ ଉତ୍ସର୍ଗୀକୃତ ଅବଦାନକୁ ଚିରସ୍ମରଣୀୟ କରିବାକୁ ସରକାରଙ୍କ ଅନୁଦାନକ୍ରମେ ସାରା ରାଜ୍ୟରେ ତଥା ଦେଶରେ ବିଭିନ୍ନ ଅନୁଷ୍ଠାନମାନ ସ୍ଥାପିତ ହୋଇଛି। ସ୍କୁଲ ଓ ଗଣ ଶିକ୍ଷା ବିଭାଗ ବିଦ୍ୟାଳୟମାନଙ୍କ ମିଶ୍ରଣ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଡିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷଜ୍ଞମାନଙ୍କର ମତକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହରୀ ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା…
ନୂଆଦିଲ୍ଲୀ: ସିରିଜର ତୃତୀୟ ତଥା ଶେଷ ଦିନିକିଆ ମ୍ୟାଚ୍ ଆଜି କଲମ୍ବୋରେ ଟିମ୍ ଇଣ୍ଡିଆ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଛି। ଆଜି କ୍ଳିନ ସୁଇପ ଉଦ୍ଦେଶ୍ୟରେ ଟିମ୍ ଇଣ୍ଡିଆ ପଡିଆକୁ ଓହ୍ଳାଇବ। ଉଭୟ ଓପନିଂ ମ୍ୟାଚ୍ ଜିତି ସିରିଜ୍ ଜିତିଥିବା ଟିମ୍ ଇଣ୍ଡିଆର ଅଧିନାୟକ ଶିଖର ଧାୱନ ସମଗ୍ର ଦଳର ମନବଳକୁ ଦୃଢ କରିଛନ୍ତି। ତୃତୀୟ ଏବଂ ଅନ୍ତିମ ଦିନିକିଆରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଅନ୍ୟପକ୍ଷରେ ଶ୍ରୀଲଙ୍କା ତୃତୀୟ ମ୍ୟାଚ୍ ଜିତି ସମ୍ମାନ ରଖିବାକୁ ଚେଷ୍ଟା କରିବ। ଶ୍ରୀଲଙ୍କାର ସବୁଠାରୁ ବଡ ସମସ୍ୟା ହେଉଛି ଅଧିନାୟକତ୍ୱରେ ଅଭିଜ୍ଞତାର ଅଭାବ। ଆଜିର ମ୍ୟାଚ ପାଇଁ ଅଧିନାୟକ ଶିଖର ଧାୱନ ଟିମ୍ ଇଣ୍ଡିଆର ଖେଳୁଥିବା ଏକାଦଶରେ ପରିବର୍ତ୍ତନ କରିଛନ୍ତି। ଏହି ମ୍ୟାଚ ପାଇଁ ୬ ଜଣ ଖେଳାଳିଙ୍କୁ ପରିବର୍ତ୍ତନ କରାଯାଇଛି। ଭାରତୀୟ ପ୍ଲେଇଙ୍ଗ ଏକାଦଶ: ଶିଖର ଧାୱନ (ଅଧିନାୟକ), ପୃଥ୍ବୀ ଶ’, ସୂର୍ଯ୍ୟକୁମାର ଯାଦବ, ସଞ୍ଜୁ ସାମସନ…
ଚେନ୍ନାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ମାସ ଆରମ୍ଭରେ କ୍ୟାବିନେଟରେ ପରିବର୍ତ୍ତନ ଆଣିଥିଲେ ଯାହା ବହୁ ଚର୍ଚ୍ଚାର ବିଷୟ ହୋଇଥିଲା। ଅନେକ ମନ୍ତ୍ରୀଙ୍କୁ ପଦୋନ୍ନତି ମିଳିଥିବା ବେଳେ ଅନେକଙ୍କୁ ମନ୍ତ୍ରୀ ପଦବୀରୁ ବହିଷ୍କାର କରଯାଇଥିଲା। ବିଭିନ୍ନ ରାଜ୍ୟର ନେତାମାନଙ୍କୁ ମଧ୍ୟ ଟିମ୍ ମୋଦିରେ ସ୍ଥାନ ଦିଆଯାଇଥିଲା। ସେମାନଙ୍କ ମଧ୍ୟରୁ ମୋଦୀ ମନ୍ତ୍ରୀମଣ୍ଡଳରେ ଡା. ଏଲ୍ ମୁରୁଗାନ୍ ସାମିଲ ହୋଇଥିଲେ। ତାମିଲନାଡୁର ଡାକ୍ତର ଏଲ୍ ମୁରୁଗାନଙ୍କୁ କେନ୍ଦ୍ର ରାଜ୍ୟ ମନ୍ତ୍ରୀ ଭାବେ ଦାୟିତ୍ଵ ମିଳିଛି। ତେବେ ଏଥିରେ ତାଙ୍କ ପିତାମାତାଙ୍କ ଜୀବନ ଉପରେ କୌଣସି ପ୍ରଭାବ ପକାଇ ନାହିଁ। ବର୍ତ୍ତମାନ ତାମିଲନାଡୁର ନାମାକ୍କାଲ ସହରଠାରୁ ୧୫ କିଲୋମିଟର ଦୂରରେ ଥିବା କୋନୁର ଗ୍ରାମରେ ମନ୍ତ୍ରୀଙ୍କ ପିତା ମାତା ରହୁଛନ୍ତି। ପୁଅ ମନ୍ତ୍ରୀ ହେବା ସତ୍ତ୍ୱେ କେନ୍ଦ୍ର ମନ୍ତ୍ରୀ ମୁରୁଗାନଙ୍କ ମା’ ଏବେ ମଧ୍ୟ ଅନ୍ୟ ଶ୍ରମିକଙ୍କ ସହ କ୍ଷେତରେ କାମ ଜାରି ରଖିଥିବାବେଳେ ତାଙ୍କ ପିତା ଲୋଗାନାଥମ୍ ପୂର୍ବପରି ମେଣ୍ଢା ପାଳୁଛନ୍ତି। ଦିଲ୍ଲୀ…

