ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୭୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ୯୦୮ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୩୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୮୯ ହଜାର ୧୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୩୦୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୪୬୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
Author: Samikhsya Bureau
ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାୱତ ଇସ୍ତଫା ଦେଇପାରନ୍ତି। ସେ ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିବା ପାଇଁ ସମୟ ମାଗିଛନ୍ତି। ତେଣୁ ତୀରଥ ଇସ୍ତଫା ଦେବେ ବୋଲି ଚର୍ଚ୍ଚା ହେଉଛି। ଉଲ୍ଲେଖ ଯୋଗ୍ୟ ଯେ, ଦିଲ୍ଲୀରେ ଉପସ୍ଥିତ ଥିବା ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଖବରର ଚର୍ଚ୍ଚା ସେତେବେଳେ ଜୋର ଧରିଲା ଯେତେବେଳେ ସେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସହ ସାକ୍ଷାତ କରିଥିଲେ। ଗତ ତିନି ଦିନ ଭିତରେ ସେମାନଙ୍କ ମଧ୍ୟରେ ଏହା ତୃତୀୟ ଆଲୋଚନା ବୋଲି ଜଣାପଡିଛି। ତେଣୁ ସେମାନଙ୍କ ମଧ୍ୟରେ ଆଲୋଚନାକୁ ନେଇ ଉତ୍ତରାଖଣ୍ଡରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ନେଇ ଚର୍ଚ୍ଚା ଧରିଛି। ଗତ ୪ ମାସ ତଳେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ତୀରଥ ସିଂହ ରାୱତ ଶପଥ ନେଇଥିଲେ।
ରମେଶ ମହାନ୍ତି ଜଗତସିଂହପୁର: କୁଜଙ୍ଗ ବ୍ଲକ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଶୁକ୍ରବାର ପୂର୍ବାହ୍ନ ୯ ଘଟିକା ସମୟରେ ସ୍ଥାନୀୟ ସୂଚନା ଭବନରେ ଅନୁଷ୍ଠିତ ହୋଇଯାଇଛି। ପାରାଦ୍ବୀପ ବିଧାୟକ ସମ୍ବିତ ରାଉତରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ବଳନ ପୂର୍ବକ ଶୁଭ ଉଦ୍ଘାଟନ କରିଥିଲେ। ଏହି ରକ୍ତଦାନ ଶିବିରରେ ୬୭ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। କୁଜଙ୍ଗ ବ୍ଲକ୍ ଯୁବ ବିଜେଡି ସଭାପତି ମାନଭଞ୍ଜନ ମଲ୍ଲ, ଉପସଭାପତି ଜଗବନ୍ଧୁ ଦାସ, କୁଜଙ୍ଗ ବ୍ଲକ ଛାତ୍ର ବିଜେଡି ସଭାପତି ମହେଶ୍ୱର ଦାସ, ଯୁବ ବିଜେଡି ସଂଗଠକ ତଥା ଆଇଟି ସେଲ ମୁଖ୍ୟ ଅରୂପ୍ରସାଦ ମହାନ୍ତି, ରାଜ୍ୟ ଯୁବ ବିଜେଡି ସଂପାଦକ ତ୍ରିଲୋଚନ ତରାଇ, ରାଜ୍ୟ ଯୁବ ସାଂଗଠନିକ ସଂପାଦକ ରଶ୍ମିରଞ୍ଜନ ଦାସ, ରାଜ୍ୟ ଛାତ୍ର ସଂପାଦକ ସୁଚିସ୍ମିତା ବେହେରା,ଜଗତସିଂହପୁର ଜିଲ୍ଲା ଛାତ୍ର ସଭାପତି ସମ୍ବିତ ଲେଙ୍କା,…
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଂଶିକ ଲକଡ଼ାଉନକୁ ଆଉ ଦୁଇ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ସମୟରେ ସମସ୍ତ ଦୋକାନ ବଜାର ଗୁଡିକୁ ସକାଳ ୬ ଘଟିକାରୁ ଅପରାହ୍ନ ୨ ଘଟିକା ଯାଏଁ ଖୋଲିବା ପାଇଁ ଅନୁମତି ମିଳିଛି। କିନ୍ତୁ ତାହା ପାଇଁ ସରକାର ଏସଓପି ମଧ୍ୟ ଜାରି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଏବଂ ବାଲୁଗାଁ ଏନଏସିର ସଭାଗୃହ ମଧ୍ୟରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବାଣପୁର ଏବଂ ବାଲୁଗାଁର ବିଭିନ୍ନ ବ୍ୟବସାୟୀ ସଂଘର ପ୍ରତିନିଧିମାନଙ୍କ ସହ ପୃଥକ ପୃଥକ ଭାବେ ଦୁଇ ଗୋଟି ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ବୈଠକରେ ଦୋକାନ ଖୋଲିବା ନିମନ୍ତେ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନୂତନ ଗାଇଡଲାଇନର ବିସ୍ତୃତ ବିବରଣୀ ସମସ୍ତ ବ୍ୟବସାୟୀ ସଂଘର ପ୍ରତିନିଧି ମାନଙ୍କୁ ଅବଗତ କରାଯାଇଥିଲା। ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସାୟୀ ମାନଙ୍କୁ ନିଜ ନିଜ…
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩ ହଜାର ୨୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି କଟକରୁ ୪୬୭, ଖୋର୍ଦ୍ଧାରୁ ୪୬୭ , ଯାଜପୁରରୁ ୨୬୭, ବାଲେଶ୍ବରରୁ ୨୪୬, ଭଦ୍ରକରୁ ୧୯୯, ପୁରୀରୁ ୧୮୬, ଜଗତସିଂହପୁରରୁ ୧୬୨, ମୟୂରଭଞ୍ଜରୁ ୧୩୭, ଅନୁଗୁଳରୁ ୧୧୬, ନୟାଗଡରୁ ୧୦୭, ସୁନ୍ଦରଗଡରୁ ୯୦, ବରଗଡରୁ ୬୮, କେନ୍ଦ୍ରାପଡାରୁ ୬୮, ଢେଙ୍କାନାଳରୁ ୬୨, ନବରଙ୍ଗପୁରରୁ ୫୮, ରାୟଗଡାରୁ ୫୮, ମାଲକାନାଗିରିରୁ ୫୭, କେନ୍ଦୁଝରରୁ ୫୪, ସୋନପୁରରୁ ୪୩, ସମ୍ବଲପୁରରୁ ୨୭, ବୌଦ୍ଧରୁ ୨୫, କନ୍ଧମାଳରୁ ୨୪, ଗଜପତିରୁ ୨୦, କଳାହାଣ୍ଡିରୁ ୨୦, ଗଞ୍ଜାମରୁ ୧୮, ବଲାଙ୍ଗୀରିରୁ ୧୬, ନୂଆପଡାରୁ ୯, ଝାରସୁଗୁଡାରୁ ୯, ଦେବଗଡରୁ ୫ ଏବଂ ଷ୍ଟେଟ ପୁଲରୁ ୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୮୪ ହଜାର…
ଭୁବନେଶ୍ବର, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରଣାଳୟ ପକ୍ଷରୁ ଜାଳେଣୀ ଗ୍ୟାସର ୨୫ ଟଙ୍କା ଦର ବୃଦ୍ଧି ଓ ବ୍ୟବସାୟିକ ଜଳେଣୀ ଗ୍ୟାସର ସିଲିଣ୍ଡର ପିଛା ୮୪ ଟଙ୍କା ଦର ବୃଦ୍ଧି କରିଛନ୍ତି। ଏହା ବିରୁଦ୍ଧରେ ସମାଜବାଦୀ ପାର୍ଟି ରାଜ୍ୟ କାର୍ଯ୍ୟାଳୟ ପରିସରରେ ଏକ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି। ଦଳର ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ବରେ ଏହି ବିକ୍ଷୋଭ କରାଯାଇଥିଲା। ଏଥିରେ ଦଳ ତରଫରୁ ତୁରନ୍ତ ଦର ବୃଦ୍ଧି ପ୍ରତ୍ୟାହାର କରିବା ପାଇଁ ଦାବି କରାଯାଇଥିଲା । ଦେଶବାସୀଙ୍କୁ ‘ଆଚ୍ଛାଦିନ’ର ପ୍ରତିଶ୍ରୁତି ଦେଇଥିବା ମୋଦି ସରକାର ପେଟ୍ରୋଲ, ଡ଼ିଜେଲ ଓ ରନ୍ଧନ ଗ୍ୟାସ୍ର ଦର ବୃଦ୍ଧି କରି ଗରିବ, ନିମ୍ନ ମଧ୍ୟବିତ୍ତ ଓ ମଧ୍ୟବିତ୍ତ ଶ୍ରେଣୀଙ୍କୁ ଯେଉଁଭଳି ଶୋଷଣ କରି ଚାଲିଛନ୍ତି ଏହାକୁ ସମାଜବାଦୀ ପାର୍ଟି ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ତୀବ୍ର ନିନ୍ଦା କରାଯାଇ ଆଗାମୀ ଦିନରେ ଗଣଆନ୍ଦୋଳନକୁ ଶକ୍ତିଶାଳୀ କରି ଗଢି ତୋଳିବା ପାଇଁ ସମସ୍ତ ବାମ, ଗଣତାନ୍ତ୍ରିକ, ସମାଜବାଦୀ…
ଭୁବନେଶ୍ୱର, ସମାଜବାଦୀ ପାର୍ଟିର ଜାତୀୟ ଅଧ୍ୟକ୍ଷ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ବର୍ତ୍ତମାନର ସାଂସଦ ଅଖିଳେଶ ଯାଦବଙ୍କ ୪୮ତମ ଜନ୍ମଜୟନ୍ତୀ ଭୁବନେଶ୍ବରରେ ପାଳିତ ହୋଇଛି। କୋଭିଡ୍ କଟକଣା ଅନୁଯାୟୀ ମହାସମାରୋହରେ ସମାଜବାଦୀ ପାର୍ଟି ରାଜ୍ୟ କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି । ପାର୍ଟିର ରାଜ୍ୟ ସଭାପତି ରବି ବେହେରାଙ୍କ ଦ୍ୱାରା ଜନ୍ମଦିନର କେକ୍ କଟାଯାଇ ତାଙ୍କର ସୁସ୍ଥ, ଦୀର୍ଘ ନିରାମୟ ଜୀବନ କାମନା କରି ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରାଯାଇଥିଲା । ଆଗାମୀ ବର୍ଷ ଉତ୍ତର ପ୍ରଦେଶରେ ଅନୁଷ୍ଠିତ ହେବାକୁ ଯାଉଥିବା ସାଧାରଣ ନିର୍ବାଚନରେ ଅଖିଳେଶଙ୍କ ନେତୃତ୍ୱରେ ସମାଜବାଦୀ ପାର୍ଟି ବହୁମତ ଲାଭ କରି ସରକାର ଗଠନ କରିବ ବୋଲି ମତ ପ୍ରକାଶ ପାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ପାର୍ଟିର ସାଧାରଣ ସମ୍ପାଦକ ସୁଦର୍ଶନ ପ୍ରଧାନ, ଯୁବନେତା ସୁନିଲ ମିଶ୍ର, ସୁଶିଲ ହୋତା, ରଣଜିତ ପ୍ରଧାନ, କୃଷକ ନେତା ବିଜୟ ବେହେରା ପ୍ରମୁଖ ଅଖିଳେଶଙ୍କ ନେତୃତ୍ୱ ଉପରେ ଆଲୋକପାତ…
ଭୁବନେଶ୍ବର, ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳ ମନ୍ତ୍ରଣାଳୟ ପୂର୍ବ ତଟ ରେଳପଥ ପରିସୀମା ମଧ୍ୟରୁ ଏବଂ ଏହା ମଧ୍ୟଦେଇ ଅଧିକ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନେଇଛି | ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ପୂର୍ବତଟ ରେଳପଥ ମଧ୍ୟରୁ ୬ ଯୋଡ଼ା ବିଶେଷ ଟ୍ରେନ ଚଳାଚଳ କରିବାକୁ ଥିବାବେଳେ ଏହା ମଧ୍ୟଦେଇ ଏକ ଯୋଡ଼ା ବିଶେଷ ଟ୍ରେନ ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ଚଳାଚଳ କରିବ । ଏହା ବ୍ୟତୀତ, ଆହୁରି କିଛି ବିଶେଷ ଟ୍ରେନ୍ ମଧ୍ୟ ନିମ୍ନଲିଖିତ ଅନୁଯାୟୀ ପୂର୍ବତଟ ରେଳପଥ ପରିସୀମାରୁ ସ୍ଥିରୀକୃତ ସମୟ ମଧ୍ୟରେ ନିମ୍ନ ଅନୁଯାୟୀ ଚଳାଚଳ କରିବ … ଚଳାଚଳ କରିବାକୁ ଥିବା ବିଶେଷ ଟ୍ରେନ A. 02885/02886 ଭୁବନେଶ୍ୱର-କୃଷ୍ଣରାଜପୁରମ୍ (ବାଙ୍ଗାଲୋର)-ଭୁବନେଶ୍ୱର ହମସଫର ବିଶେଷ ଟ୍ରେନ ଭୁବନେଶ୍ୱରରୁ 14 ଜୁଲାଇ ଠାରୁ ପ୍ରତ୍ୟେକ ବୁଧବାର ଏବଂ କୃଷ୍ଣରାଜପୁରମ୍ରୁ 15 ଜୁଲାଇ ଠାରୁ ପ୍ରତ୍ୟେକ ଗୁରୁବାର ଦିନ ଛାଡି ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ଚଳାଚଳ କରିବ। B.…
ନୂଆଦିଲ୍ଲୀ, ସ୍ୱଳ୍ପ ସମୟ ମଧ୍ୟରେ ନିର୍ମିତ ପ୍ରଥମ 12 ଟି ସେତୁକୁ ଇଞ୍ଜିନିୟରିଂ କର୍ପସରେ ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟା ସହିତ ସେନା ଅନ୍ତର୍ଭୁକ୍ତ କରିଛି । ଅପ୍ରତ୍ୟାଶିତ ସ୍ଥାନରେ ଶୀଘ୍ର ବ୍ୟବହାର ପାଇଁ ଉଦ୍ଦିଷ୍ଟ ଏହି ସେତୁଗୁଡିକ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ ଦ୍ୱାରା ଡିଜାଇନ୍ ହୋଇଥିବାବେଳେ ଲାରସେନ୍ ଆଣ୍ଡ ଟୁବ୍ରୋ କମ୍ପାନୀ ଏହାକୁ ନିର୍ମାଣ କରିଛି। ଏହି ସେତୁ ଆତ୍ମନିର୍ଭରଶୀଳ ଭାରତ ପାଇଁ ଆଉ ଏକ ବଡ ପଦକ୍ଷେପ ବୋଲି ସେନା ମୁଖ୍ୟ ଜେନେରାଲ ଏମ ଏମ ନରେଭାନ କହିଛନ୍ତି। ଏଥିସହିତ ଏହା ଦେଶର ସାମରିକ ଦକ୍ଷତା ବୃଦ୍ଧି କରିବ। ବିଶେଷ କରି ପଶ୍ଚିମ ସୀମାରେ ସାମରିକ କାର୍ଯ୍ୟରେ ଏହି ସେତୁଗୁଡ଼ିକ ବହୁତ ସାହାଯ୍ୟ କରିବ। ଡିଆରଡିଓ ଅଧ୍ୟକ୍ଷ ଡକ୍ଟର ଜି ସତ୍ୟଶ ରେଡ୍ଡୀ କହିଛନ୍ତି ଯେ ଏହି ସେତୁଗୁଡିକ କୋଲାରରେ ପରୀକ୍ଷା କରାଯାଉଛି। ଅନେକ ଘରୋଇ କମ୍ପାନୀ ମଧ୍ୟ ଏହିପରି ସେତୁ ନିର୍ମାଣ ପାଇଁ ଆଗ୍ରହ ଦେଖାଇଛନ୍ତି। ଅଧିକ…
ନୂଆଦିଲ୍ଲୀ, ଏବେ ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାକୁ ଲାଗିଥିବା ବେଳେ ଓଡ଼ିଶା ସମେତ ୬ଟି ରାଜ୍ୟରେ ସଂକ୍ରମଣ କମୁନାହିଁ । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଓଡ଼ିଶା ଏବଂ ଅନ୍ୟ ୫ଟି ରାଜ୍ୟକୁ ଟିମ୍ ପଠାଇଛନ୍ତି । ଏହି କେନ୍ଦ୍ରୀୟ ଟିମ୍ କେରଳ, ଅରୁଣାଚଳ ପ୍ରଦେଶ, ତ୍ରିପୁରା, ଛତିଶଗଡ଼ ଓ ମଣିପୁରକୁ ମଧ୍ୟ ଯାଇଛନ୍ତି। ଓଡ଼ିଶାକୁ ପଠାଯାଇଥିବା ଟିମର ନେତୃତ୍ୱ ଏଆଇଆଇଏଚ୍ ଆଣ୍ଡ୍ ପିଏଚର ଜନସ୍ୱାସ୍ଥ୍ୟ ବିଶେଷଜ୍ଞ ଡ. ଏ ଡାନ୍ ନେଉଛନ୍ତି । କୋଭିଡ ମହାମାରୀର ମୁକାବିଲା ଏବଂ ପରିଚାଳନା ଲାଗି ରାଜ୍ୟଗୁଡ଼ିକ ଉଦ୍ୟମ ଜାରି ରଖିଥିବା ବେଳେ କେନ୍ଦ୍ରୀୟ ଟିମ୍ ଗୁଡ଼ିକ ସେମାନଙ୍କୁ ଏ ବାବଦରେ ସହଯୋଗ ଯୋଗାଇଦେବେ । କେନ୍ଦ୍ର ସରକାର ‘ସମ୍ପୂର୍ଣ୍ଣ ସରକାର’ ଏବଂ ‘ସମ୍ପୂର୍ଣ୍ଣ ସମାଜ’ ଦୃଷ୍ଟିକୋଣ ସହିତ ଏହି ବିଶ୍ୱ ମହାମାରୀ ବିରୋଧରେ ଲଢ଼େଇର ନେତୃତ୍ୱ ନେଉଛନ୍ତି । କୋଭିଡ ପରିଚାଳନା ପାଇଁ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ…
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଚିଲିକାରେ ଗୋଟିଏ ଫିସିଂ କ୍ୟାଟ୍ ମୃତ ହୋଇଥିବା ଖବର ହସ୍ତଗତ ହୋଇଛି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବନ୍ୟପ୍ରାଣୀ ଅଞ୍ଚଳ ଅନ୍ତର୍ଗତ ସୋରଣ ଚିଲିକା କୂଳରେ ଫିସିଂ କ୍ୟାଟ୍ କୌଣସି କାରଣରୁ ମରି ପଡିଥିବା ଦେଖିବାକୁ ମିଳିଥିଲା। ମତ୍ସ୍ୟଜୀବୀମାନେ ଏହାକୁ ଦେଖି ସୋରଣ ଫରେଷ୍ଟ ବିଟ୍ ହାଉସକୁ ଖବର ଦେଇଥିଲେ। ଖବର ପାଇ ଟାଙ୍ଗୀ ବନ୍ୟପ୍ରାଣୀ ଅଧିକାରୀ ଘଟଣାସ୍ଥଳେ ପହଞ୍ଚି ମୃତ ଫିସିଂ କ୍ୟାଟକୁ ଜବତ କରିଛନ୍ତି। ତେବେ ଏହି ଫିସିଂ କ୍ୟାଟ୍ ସାଧାରଣତଃ ଜଙ୍ଗଲୀ ବାଘ ଭଳି ଦେଖାଯାଆନ୍ତି। ଏମାନେ ପାଣି ମଧ୍ୟରେ ବସବାସ କରନ୍ତି। କେଉଁ କାରଣରୁ ଏହାର ମୃତ୍ୟୁ ହୋଇଛି ଏନେଇ ସ୍ପଷ୍ଟ ଜଣାପଡିନାହିଁ। ଫିସିଂ କ୍ୟାଟ୍ ର ପଞ୍ଚନାମ ପାଇଁ ପଠାଯିବ ଏବଂ ପଞ୍ଚନାମ ରିପୋର୍ଟ ଆସିଲା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ଟାଙ୍ଗି ବନ୍ୟପ୍ରାଣୀ ଅଧିକାରୀ ସୂଚନା ଦେଇଛନ୍ତି। ତେବେ ବନରକ୍ଷୀ ଲିପିନା ପାଇକରାୟ କେସ ନମ୍ବର ୨/୨୧…
ଭୁବନେଶ୍ବର: ୭୦ ପ୍ରତିଶତ ସିଲାବସକୁ ନେଇ ଦଶମ ଅଫଲାଇନ ପରୀକ୍ଷା ଅନୁଷ୍ଠିତ ହେବ। କେବଳ ୭୦ ପ୍ରତିଶତ ସିଲାବସ ଆଧାରରେ ପ୍ରଶ୍ନ ତିଆରି ହେବ। କୋଭିଡ କଟକଣା ଭିତରେ ଦଶମ ଅଫଲାଇନ ପରୀକ୍ଷା କରାଯିବ। ଜୁଲାଇ ୩୦ ତାରିଖରେ ଏହି ପରୀକ୍ଷା ହେବାକୁ ଥିବା ବେଳେ ଜୁଲାଇ ୫ ରୁ ୧୪ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ଏହି ପରୀକ୍ଷା ଜୁଲାଇ 30 ତାରିଖରୁ ଅଗଷ୍ଟ ମାସ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ତେବେ ୧୫ ଦିନ ଭିତରେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ପ୍ରସ୍ତୁତି କରାଯାଉଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସୂଚନା ଦେଇଛନ୍ତି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୬ ହଜାର ୬୧୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୮୫୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪ ଲକ୍ଷ୫୮ ହଜାର ୨୫୧ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୧୨ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୫ ଲକ୍ଷ ୪୮ ହଜାର ୩୦୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୫ ଲକ୍ଷ ୯ ହଜାର ୩୭୪ ଆକ୍ଟିଭ୍ କେସ୍ ରହିଛି।
ଶ୍ରୀନଗର: ଆଜି ଜମ୍ମୁ-କାଶ୍ମୀରର ପୁଲୱାମା ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଯେଉଁଥିରେ ଜଣେ ଭାରତୀୟ ଯବାନ ସହୀଦ ହୋଇଯାଇଥିବା ବେଳେ ୪ ଜଣ ଆତଙ୍କବାଦୀଙ୍କ ଘେରାବନ୍ଦୀ କରାଯାଇଛି। ସୂଚନା ମୁତାବକ, ପୁଲୱାମା ଜିଲ୍ଲାର ରାଜପୋରା ଅନ୍ତର୍ଗତ ହଂଜିନ ଗ୍ରାମରେ ଆତଙ୍କବାଦୀମାନେ ଲୁଚି ଥିବାର କୌଣସି ସୂତ୍ରରୁ ଖବର ପାଇଁ ଆଜି ସୁରକ୍ଷା ବାହିନୀ ତଦନ୍ତ ଅଭିଯାନ ଆରମ୍ଭ କରିଥିଲେ। ହଠାତ ଆତଙ୍କବଦୀମାନେ ସୁରକ୍ଷାବାହିନୀଙ୍କ ଉପରେ ଆଖିବୁଜା ଗୁଳି ଚଳାଇଥିଲେ। ଯେଉଁଥିରେ ଜଣେ ଯବାନ ଆହତ ହୋଇଥିଲେ। ଫଳରେ ସୁରକ୍ଷା ବାହିନୀଙ୍କ ଦ୍ଵାରା ପାଲଟା ଆକ୍ରମଣ କରାଯାଇଥିଲା। ସେଠାରେ ୩ ରୁ ୪ ଜଣ ଆତଙ୍କି ମହଜୁଦ ଥିବା ସନ୍ଦେହ କରାଯାଉଛି। ବର୍ତ୍ତମାନ ଗୁଳିବିନିମୟ ଜାରି ରହିଥିବା ବେଳେ ସୁରକ୍ଷା ବାହିନୀ ସେହି ଅଞ୍ଚଳକୁ ଘେରାବନ୍ଦୀ କରିଦେଇଛନ୍ତି। ଆହତ ଯବାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ତାଙ୍କର ଜୀବନ ବଞ୍ଚିପାରିନହିଁ।
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୧୦୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଖୋର୍ଦ୍ଧା ଜିଲ୍ଲାର ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ, ନୟାଗଡ, ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ, କଟକ, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡା, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଅନୁଗୁଳ, ବାଲେଶ୍ଵର, ବରଗଡ, ଝାରସୁଗୁଡା, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ସୋନପୁର ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୬ ହଜାର ୧୦୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୮୦ ହଜାର ୯୯୭ ଜଣ। ରାଜ୍ୟରେ ଏବେ…
ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୮୩୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୩୮୪ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୬ ହଜାର ୧୦୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୮ ଲକ୍ଷ ୮୦ ହଜାର ୯୯୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୦ ହଜାର ୯୫୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୧୦୮ କୁ ବୃଦ୍ଧି ହୋଇଛି। ଆଜି ମୋଟ ୩୦ ଟି ଜିଲ୍ଲାରୁ ୩ ହଜାର ୨୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ କଟକ ଜିଲ୍ଲାରୁ ୬୧୯ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୨ ଜଣ, ଅନୁଗୁଳ ଜିଲ୍ଲାରୁ…
ନୂଆଦିଲ୍ଲୀ, ଜାତୀୟ ଚିକିତ୍ସକ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚିକିତ୍ସକ ଗୋଷ୍ଠୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଡାକ୍ତର ବି.ସି. ରାୟଙ୍କ ସ୍ମୃତିରେ ପାଳିତ ଏହି ଦିବସ ଆମ ଚିକିତ୍ସକ ସମାଜର ପ୍ରତୀକ । ଗତ ଦେଢବର୍ଷ ଧରି କରୋନା ବୈଶ୍ୱିକ ମହାମାରୀ ଭଳି ଜଟିଳ ପରିସ୍ଥିତିରେ ସେବା ପାଇଁ ସେ ଡାକ୍ତରମାନଙ୍କୁ ୧୩୦ କୋଟି ଦେଶବାସୀଙ୍କ ପକ୍ଷରୁ ଧନ୍ୟବାଦ ଜଣାଇଛନ୍ତି । ଭାରତୀୟ ଚିକିତ୍ସକ ସଂଘ ପକ୍ଷରୁ ଆଜି ଆୟୋଜିତ ଏକ ସମାରୋହକୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧନ କରିବା ଅବସରରେ ସେ ଏହା କହିଛନ୍ତି । ବୈଶ୍ୱିକ ମହାମାରୀ କାଳରେ ଡାକ୍ତରମାନଙ୍କ ଅବଦାନର ସ୍ୱୀକୃତି ସ୍ୱରୂପ ସେ ସେମାନଙ୍କ ସେବାର ସ୍ମରଣ ସହ ମାନବତାର ସେବା କରିବା ସମୟରେ ଜୀବନ ଉତ୍ସର୍ଗ କରିଥିବା ଡାକ୍ତରମାନଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । କରୋନା ଯୋଗୁଁ ସୃଷ୍ଟି ହୋଇଥିବା ପ୍ରତ୍ୟେକ ଆହ୍ୱାନର ସମାଧାନ ଆମ ଡାକ୍ତର ଓ ବୈଜ୍ଞାନିକମାନେ…
ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସାଧାରଣ ମଣିଷ ତା ଜୀବନ କାଳ ମଧ୍ୟରେ କଣ କର୍ତ୍ତବ୍ୟ କରିବା ଉଚିତ ତାହା ଉଲ୍ଲେଖ କରିଛନ୍ତି। ତାଙ୍କ ହିସାବରେ ମଣିଷ ସତ୍ ବାଟରେ ଯିବା ପାଇଁ ସତ୍ କର୍ମ କରିବା ଉଚିତ। ସେଥିପାଇଁ ଆଚାର୍ଯ୍ୟ ଚାଣକ୍ୟ କେତୋଟି ଉପଦେଶ ଦେଇଛନ୍ତି। ପ୍ରଥମ କଥା ହେଲା ସତ୍ ପାତ୍ରରେ କନ୍ୟାଦାନ କରିବା ମଣିଷର ବଡ କର୍ତ୍ତବ୍ୟ। ସେହିପରି କନ୍ୟା ଓ ପୁତ୍ରକୁ ଉଚ୍ଚ ଶିକ୍ଷା ପ୍ରଦାନ କରିବା ଉଚିତ। ଝିଅକୁ ଶିକ୍ଷିତା କରି ସତ ପାତ୍ରରେ କନ୍ୟାଦାନ କରିବା ମଣିଷର ବା ପିତାମାତାଙ୍କର ଏକ ବଡ କର୍ତ୍ତବ୍ୟ। ସେହିପରି ଶତ୍ରୁଙ୍କୁ ବିପଦରେ ପକାଇବା ଏବଂ ମିତ୍ରଙ୍କୁ ସଠିକ ରାସ୍ତା ଦେଖାଇବା ହେଉଛି ମଣିଷର ଭଲ କର୍ତ୍ତବ୍ୟ। ଚାଣକ୍ୟ କହିଛନ୍ତି ଯେ, ଶତ୍ରୁକୁ ଏପରି ବିପଦ ଭିତରେ ପକାଇ ଦିଅନ୍ତୁ ଯେପରି ସେ ସେହି କାମରେ ଲାଗି ରହିବ। ଆପଣଙ୍କ ପଛରେ ଲାଗିବା ପାଇଁ…
ପୁରୀ, ଶ୍ରୀ ଅଲାରନାଥଙ୍କ କ୍ଷୀରିଭୋଗ ସମ୍ପର୍କରେ ଏକ ସୁନ୍ଦର କିମ୍ବଦନ୍ତୀ ପ୍ରଚଳିତ । ଏକଦା ସେବା କାର୍ଯ୍ୟରେ ନିୟୋଜିତ ଅଲାରନାଥଙ୍କ ପୂଜକ ଶ୍ରୀକେତନ ପଣ୍ଡା କାର୍ଯ୍ୟବଶତଃ ଅନ୍ୟ ଗ୍ରାମକୁ କେତେଦିନ ପାଇଁ ଚାଲିଯାଇଥିଲେ । ଯିବା ପୂର୍ବରୁ ସେ ତାଙ୍କର ନାବାଳକ ପୁତ୍ର ମଧୁସୂଦନକୁ ଠାକୁରଙ୍କ ନିକଟରେ କ୍ଷୀରିଭୋଗ କରିବା ପାଇଁ କହି ଯାଇଥିଲେ । ଅଜ୍ଞାନ ବାଳକ ପୂଜା ପଦ୍ଧତି ସମ୍ୱନ୍ଧରେ ସମ୍ପୂର୍ଣ୍ଣ ଅଜ୍ଞ ଥିଲେ ସୁଦ୍ଧା କ୍ଷୀରି ହାଣ୍ଡି ଧରି ଠାକୁରଙ୍କ ପାଖରେ ପହଞ୍ଚି ତାର ଚପଳ ବୁଦ୍ଧି ଓ ଭକ୍ତି ସହକାରେ ଆଖି ବନ୍ଦ କରି ଠାକୁରଙ୍କୁ ଆବାହନ କରିବା ପରେ ଦେଖିଲା ହାଣ୍ଡିରେ କିଛି କ୍ଷୀରି ନାହିଁ । ଘରକୁ ଖାଲି ହାଣ୍ଡି ଧରି ଫେରି ତା’ମା ଆଗରେ ସମସ୍ତ ଘଟଣା କହିଲେ ସୁଦ୍ଧା ମା’ର ବିଶ୍ୱାସ ହେଲା ନାହିଁ । ବିଲେଇ କ୍ଷୀରି ବୋଧହୁଏ ଖାଇ ଦେଇଥିବ କିମ୍ବା ଅନ୍ୟ କୌଣସି ଅଘଟଣ ଘଟିଥିବ,…
ମେଷ ରାଶି- ରାଜନୈତିକ ବ୍ୟକ୍ତିମାନେ ସଫଳତାର ଯୋଗ ରହିଛି। ସହଭାଗିତାରେ ନୂତନ ପ୍ରସ୍ତାବ ଗ୍ରହଣ କରାଯିବ। ରୋଜଗାର ବୃଦ୍ଧି ପାଇବ। ଉପହାର ଗ୍ରହଣ କରିବେ। ବ୍ୟବସାୟ ଯାତ୍ରା ସଫଳ ହେବ। ଶତ୍ରୁମାନେ ସକ୍ରିୟ ରହିବେ। ଅହଂକାର ଦୂର କରନ୍ତୁ। ମନୋବଳ ବୃଦ୍ଧି ଚାପକୁ ହ୍ରାସ କରିବ। ବୃଷ ରାଶି- ଅପଚୟ ଖର୍ଚ୍ଚ ହେବ। ଦୁଷ୍ଟ ଲୋକମାନେ କ୍ଷତି ଘଟାଇ ପାରନ୍ତି। ବିବାଦକୁ ପ୍ରୋତ୍ସାହିତ କରନ୍ତୁ ନାହିଁ । ଚିନ୍ତା ଏବଂ ଟେନସନ ରହିବ। ବ୍ୟବସାୟ ଯୋଜନା କାର୍ଯ୍ୟକାରୀ ହେବ ନାହିଁ। ପରିବାର ଚିନ୍ତିତ ହେବେ। ଆୟଠାରୁ ବ୍ୟୟ ଅଧିକ ହେବ। ଅପରିଚିତ ବ୍ୟକ୍ତିଙ୍କ ଉପରେ ବିଶ୍ୱାସ କରିବା ଦ୍ୱାରା କ୍ଷତି ହୋଇପାରେ। ମିଥୁନ ରାଶି- ବକେୟା ପୁନରୁଦ୍ଧାର ପାଇଁ ପ୍ରୟାସ ସଫଳ ହେବ। ଯାତ୍ରା ସଫଳ ହେବ। ରୋଜଗାର ବୃଦ୍ଧି ପାଇବ। ବିପଦ କାମ କରନ୍ତୁ ନାହିଁ। ନିଶାକୁ ନିୟନ୍ତ୍ରଣ କରନ୍ତୁ। ଲାଭ ହେବାର ସମ୍ଭାବନା। ପତ୍ନୀ ଉପଦେଶ ଦେଉଥିବା ରାସ୍ତାରେ…
ନୂଆଦିଲ୍ଲୀ, ପ୍ରାୟତଃ ଜ୍ୟୋତିଷ ଶାସ୍ତ୍ର ଦ୍ୱାରା ଭବିଷ୍ୟତ ଜାଣିବା ପାଇଁ ଚେଷ୍ଠା କରିଥାନ୍ତି । ସାଧାରଣତଃ ଲୋକମାନେ ସେମାନଙ୍କର ଭବିଷ୍ୟତ ବିଷୟରେ ଜାଣିବାକୁ ବହୁତ ଆଗ୍ରହୀ ଅଟନ୍ତି। ଏପରିକି ସେମାନେ ବିଭିନ୍ନ ପ୍ରକାରର ପ୍ରତିକାର ମଧ୍ୟ କରିଥାନ୍ତି। କିନ୍ତୁ ଆପଣ ଜାଣନ୍ତି କି ଆପଣଙ୍କର ପାଦ ମଧ୍ୟ ଆପଣଙ୍କ ବିଷୟରେ ବହୁତ କିଛି କହିଥାଏ । ହଁ, ଆପଣଙ୍କର ପାଦଚିହ୍ନ ମଧ୍ୟ ଆପଣଙ୍କ ଜୀବନ ସହିତ ଜଡିତ ଅନେକ ରହସ୍ୟ ପ୍ରକାଶ କରିଥାଏ, ତେବେ ଆସନ୍ତୁ ଆପଣଙ୍କୁ ଏହିପରି ପାଦଚିହ୍ନ ବିଷୟରେ କହିବା । ପ୍ରଥମ ପାଦ ଅନୁଯାୟୀ- ଯଦି ଆପଣଙ୍କର ପାଦର ଆକୃତି କିମ୍ବା ପାଦର ଚିହ୍ନ ପ୍ରଥମ ଚିତ୍ର ଅନୁଯାୟୀ, ତେବେ ଆପଣଙ୍କର ପାଦର ଗଠନ ବହୁତ ସମତଳ । ଯଦି ଆପଣ ଜଣେ ମହିଳା, ଏହାର ଅର୍ଥ ହେଉଛି ଆପଣ ଅତି ସରଳ ଏବଂ ପ୍ରକୃତିରେ ଅତି ନିର୍ଦ୍ଦୋଷ । ଏହା ସହିତ ଆପଣ ବହୁତ ସଚ୍ଚୋଟ…

