ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ବାସସ୍ଥାନ ପ୍ରତିଷ୍ଠା ସଂପର୍କରେ ମଧ୍ୟ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ଏପରି ଚାରୋଟି ସ୍ଥାନ ଅଛି ଯାହାକୁ ବର୍ଜନ କରିବା ଉଚିତ। ଅର୍ଥାତ ସେପରି ସ୍ଥାନରେ ବାସ କରିବା ଅନୁଚିତ। ସେହି ଚାରୋଟି ସ୍ଥାନ ହେଲା, ଯେଉଁ ସ୍ଥାନରେ ରହିଲେ ସମ୍ମାନ ମିଳିବ ନାହିଁ , ଯେଉଁଠି ଜୀବିକା ଅର୍ଜନ କରିବାର ସୁବିଧା ନାହିଁ, ଯେଉଁଠାରେ ବିଦ୍ୟା ଅର୍ଜନ କରିବାର ସୁବିଧା ନାହିଁ, ଯେଉଁଠାର ଲୋକେ ବନ୍ଧୁଭାବାପନ୍ନ ନୁହଁନ୍ତି। ଏପରି ସ୍ଥାନକୁ ବର୍ଜନ କରିବା ନିହାତି ଆବଶ୍ୟକ ବୋଲି ଚାଣକ୍ୟ କହିଛନ୍ତି। ଆପଣଙ୍କ ବାସସ୍ଥାନ ଏପରି ହେବା ଉଚିତ ଯେଉଁଠାରେ ସମ୍ମାନର ସହ ବଞ୍ଚି ହେବ। ଯେଉଁଠାରେ ନିଜର ଏବଂ ପିଲାମାନଙ୍କର ଶିକ୍ଷା ପାଇଁ ସୁବିଧା ଥିବ। ଯଦି ନିଜ ପାଖରେ ପଢିବା ପାଇଁ କୌଣସି ବ୍ୟବସ୍ଥା ନାହିଁ ତେବେ ସେଠାରେ ରହିବା ଉଚିତ ନୁହେଁ। ଯେଉଁ ସ୍ଥାନରେ ଅଶିକ୍ଷିତ ଏବଂ ଅସଭ୍ୟମାନେ…
Author: Samikhsya Bureau
ନୂଆଦିଲ୍ଲୀ, ଖୁବ ଶିଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ ଅଦଳବଦଳ ସହିତ ସଂପ୍ରସାରଣ କରିବେ। ଆସନ୍ତା ବର୍ଷ ପାଞ୍ଚୋଟି ରାଜ୍ୟର ବିଧାନସଭା ନିର୍ବାଚନ ଥିବାରୁ ଏହି ଅଦଳବଦଳ ସହ ସଂପ୍ରସାରଣ ହେବ ବୋଲି ଜଣାପଡିଛି। ସେଥିପାଇଁ ଦଳ ଭିତରେ ଆଶାୟୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ସଂପ୍ରସାରଣରେ ଉତ୍ତର ପ୍ରଦେଶକୁ ବେଶୀ ଗୁରୁତ୍ବ ଦିଆଯିବ ବୋଲି ଜଣାପଡିଛି। ତେବେ ଏହି ସଂପ୍ରସାରଣର ଆଶା ଓ ଆଶଙ୍କା ଭିତରେ ଓଡିଶାର ଭାଗ୍ୟ କଣ ହେବ ସେ ନେଇ ଆରମ୍ଭ ହୋଇଯାଇଛି ଅଙ୍କ କଷା । ନୂଆଦିଲ୍ଲୀର ରାଜନୈତିକ ହାୱା ଅନୁସାରେ ଓଡିଶାର ତିନିଜଣଙ୍କ ନାମ କୁଆଡେ କେନ୍ଦ୍ର ଦରବାରରେ ବେଶ୍ ଚର୍ଚ୍ଚା ଚାଲିଛି। ସେମାନେ ହେଲେ 2AB। ଅପରାଜିତା ଷଡଙ୍ଗୀ, ଅଶ୍ବନୀ ବୈଷ୍ଣବ ଏବଂ ବୈଜୟନ୍ତ ପଣ୍ଡା। ବୈଜୟନ୍ତ ପଣ୍ଡା ବର୍ତ୍ତମାନ କୌଣସି ଗୃହର ସଦସ୍ୟ ନାହାଁନ୍ତି। ହେଲେ ତାଙ୍କର ଆସାମ ସଫଳତା ଏହି ମନ୍ତ୍ରୀ ପଦ ଆଣିବ…
ମେଷ: – ଜମି କ୍ରୟ ଏବଂ ବିକ୍ରୟ ଲାଭଦାୟକ ହେବ । ପ୍ରଗତିର ରାସ୍ତା ପକ୍କା ହେବ। ବିପଦରୁ ଦୂରେଇ ରୁହନ୍ତୁ । ବ୍ୟବସାୟ ବୃଦ୍ଧି ପାଇବ । ବିନିଯୋଗ ଶୁଭ ହେବ । ରୋଜଗାର ବୃଦ୍ଧି ପାଇବ । ଲାଭ ସୁଯୋଗ ଆସିବ । ଘର ବାହାରେ ସୁଖ ମିଳିବ । ବିପଦ ଏବଂ ବନ୍ଧକ କାର୍ଯ୍ୟରୁ ଦୂରେଇ ରୁହନ୍ତୁ । କିଛି ବଡ କାମ କରିବାକୁ ସମର୍ଥ ହେବେ । ବୃଷ: – ରାଜ୍ୟ ସହାୟତାରେ କାର୍ଯ୍ୟ ସମାପ୍ତ ହେବ । ବ୍ୟବସାୟ ଅନୁକୂଳ ଲାଭ ଦେବ । ବିବାହ ପ୍ରସ୍ତାବ ମିଳିପାରିବ । ଯଦି ଜରୁରୀ ଜିନିଷ ଠିକ୍ ସମୟରେ ଉପଲବ୍ଧ ନହୁଏ ତେବେ ଅକ୍ଷମତା ସେଠାରେ ରହିବ ନାହିଁ । ବିନିଯୋଗ ଶୁଭ ହେବ । ଏହାର ପ୍ରଭାବ ଚାକିରିରେ ବୃଦ୍ଧି ପାଇବ । ଆୟ ବୃଦ୍ଧି ପାଇବ । ସମୟ ସୁସଙ୍ଗତତା ମିଳିବ ।…
ତୂଳା: – ଯୋଜନା ଫଳପ୍ରଦ ହେବ । ପଦ୍ଧତିରେ ଉନ୍ନତି ହେବ । ଏହି ସଫଳତାରେ ଖୁସି ହେବେ । କଠିନ ପରିଶ୍ରମ ସଫଳ ହେବ । ଲାଭ ସୁଯୋଗ ଆସିବ । ସମ୍ମାନ ପାଇବେ । ବ୍ୟବସାୟ ଇଚ୍ଛାକୃତ ଲାଭ ପ୍ରଦାନ କରିବ । ମୀନ: – ନୂତନ ପୋଷାକ ପାଇଁ ଖର୍ଚ୍ଚ ହେବ । ଆପଣ ପରୀକ୍ଷା ଏବଂ ସାକ୍ଷାତକାର ଇତ୍ୟାଦିରେ ସଫଳତା ପାଇବେ । ଯାତ୍ରା ଅନୁକୂଳ ଲାଭ ଦେବ । ନୂତନ ଚାକିରି ମିଳିପାରିବ। କାର୍ଯ୍ୟ ସନ୍ତୁଷ୍ଟ ହେବେ । ସେଠାରେ ସୁଖ ଏବଂ ଉତ୍ସାହର ପରିବେଶ ରହିବ । ବ୍ୟବସାୟ ଲାଭଦାୟକ ହେବ ।
ମକର : – କାର୍ଯ୍ୟରେ ମନ ରହିବ ନାହିଁ । ବ୍ୟବସାୟ ଲାଭଦାୟକ ହେବ । ଆୟରେ ନିଶ୍ଚିତତା ରହିବ । ପରିବାରରେ ଶାନ୍ତି ରହିବ। ଇଚ୍ଛାଶକ୍ତି ବୃଦ୍ଧି ପାଇବ। ଶତ୍ରୁମାନଙ୍କଠାରୁ ସତର୍କତା ଆବଶ୍ୟକ । କୁମ୍ଭ: – ବୁଡିଯାଇଥିବା ଟଙ୍କା ଗ୍ରହଣ କରାଯାଇପାରେ । ଯାତ୍ରା ଅନୁକୂଳ ହେବ । ନୂତନ କାର୍ଯ୍ୟଗୁଡ଼ିକ ଆସିବ । ବ୍ୟବସାୟ ଅଭିବୃଦ୍ଧିରେ ଖୁସି ହେବେ । ସମୟ ସୁସଙ୍ଗତତାର ଲାଭ ନିଅ । ଅଧସ୍ତନମାନଙ୍କ ସହଯୋଗ ମିଳିବ ।
ସିଂହ: – ପୁରୁଣା ସହକର୍ମୀ ଏବଂ ସମ୍ପର୍କୀୟଙ୍କୁ ଭେଟିବା ଆନନ୍ଦଦାୟକ ହେବ । ଭଲ ଖବର ଗ୍ରହଣ କରାଯିବ । ମୂଲ୍ୟ ବୃଦ୍ଧି ହେବ । ଏକ ନୂତନ ଉଦ୍ୟମ ଆରମ୍ଭ କରିବାକୁ ଚିନ୍ତା କରାଯିବ । ଦୀର୍ଘ ଯାତ୍ରା ଇଚ୍ଛା ହେବ । କନ୍ୟା: – ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଘର ବାହାରେ ପଚରାଉଚରା କରାଯିବ। ବ୍ୟବସାୟ ଅନୁକୂଳ ଲାଭ ଦେବ । ଟଙ୍କା ମିଳିବା ସହଜ ହେବ । ଲାଭ ସୁଯୋଗ ଆସିବ । ଚାକିରିରେ ଠିକ୍ ସମୟରେ ପ୍ରଶଂସା ପାଇବେ ।
ମିଥୁନ: – ସୃଜନଶୀଳ କାର୍ଯ୍ୟ ସଫଳ ହେବ । ଆପଣ ଯେ କୌଣସି ଉତ୍ସବରେ ଅଂଶଗ୍ରହଣ କରିବାର ସୁଯୋଗ ପାଇବେ । ସୁଖ ଏବଂ ମନୋରଞ୍ଜନ ଉପଲବ୍ଧ ହେବ । ବ୍ୟବସାୟ ଲାଭଦାୟକ ହେବ । ଭାଇମାନଙ୍କଠାରୁ ସମର୍ଥନ ପାଇବ । କର୍କଟ :- ଟଙ୍କା ଅଭାବରୁ ନିରାଶ ହେବେ । ଥଟ୍ଟା ଠାରୁ ଦୂରେଇ ରୁହନ୍ତୁ। ଅଧିକାରୀମାନେ ଚାକିରିରେ ଅଧିକ ଆଶା କରିବେ । ବସଙ୍କ ସମର୍ଥିତ ହେବେ ନାହିଁ । କ୍ଳାନ୍ତ ହୋଇଯିବ । ବ୍ୟବସାୟ ଲାଭଦାୟକ ହେବ ।
ବିଛା: – ଆଧ୍ୟାତ୍ମିକତା ପାଇଁ ଆଗ୍ରହୀ ହେବ । କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ଆସିବ । ସୁଖ ଏବଂ ଶାନ୍ତି ରହିବ । ବ୍ୟବସାୟ ସୁରୁଖୁରୁରେ ଚାଲିବ । ସାଙ୍ଗମାନଙ୍କ ସହଯୋଗ ଲାଭ ବୃଦ୍ଧି କରିବ । ଧନୁ: – ଯାନ, ଯନ୍ତ୍ରପାତି ଏବଂ ଅଗ୍ନି ଇତ୍ୟାଦି ବ୍ୟବହାରରେ ସତର୍କତା ବ୍ୟବହାର କରନ୍ତୁ । ବକ୍ତବ୍ୟରେ ହାଲୁକା ଶବ୍ଦ ବ୍ୟବହାର କରିବା ଠାରୁ ଦୂରେଇ ରୁହନ୍ତୁ । କୌଣସି ବ୍ୟକ୍ତିଙ୍କ ଉତ୍ତେଜନାରେ ଆସନ୍ତୁ ନାହିଁ ।
ମେଷ: – ଜମି କ୍ରୟ ଏବଂ ବିକ୍ରୟ ଲାଭଦାୟକ ହେବ । ପ୍ରଗତିର ରାସ୍ତା ପକ୍କା ହେବ। ବିପଦରୁ ଦୂରେଇ ରୁହନ୍ତୁ । ବ୍ୟବସାୟ ବୃଦ୍ଧି ପାଇବ । ବିନିଯୋଗ ଶୁଭ ହେବ । ରୋଜଗାର ବୃଦ୍ଧି ପାଇବ । ଲାଭ ସୁଯୋଗ ଆସିବ । ବୃଷ: – ରାଜ୍ୟ ସହାୟତାରେ କାର୍ଯ୍ୟ ସମାପ୍ତ ହେବ । ବ୍ୟବସାୟ ଅନୁକୂଳ ଲାଭ ଦେବ । ବିବାହ ପ୍ରସ୍ତାବ ମିଳିପାରିବ । ଯଦି ଜରୁରୀ ଜିନିଷ ଠିକ୍ ସମୟରେ ଉପଲବ୍ଧ ନହୁଏ ତେବେ ଅକ୍ଷମତା ସେଠାରେ ରହିବ ନାହିଁ । ବିନିଯୋଗ ଶୁଭ ହେବ । ଏହାର ପ୍ରଭାବ ଚାକିରିରେ ବୃଦ୍ଧି ପାଇବ । ଆୟ ବୃଦ୍ଧି ପାଇବ ।
ଭୁବନେଶ୍ୱର, ଚଳିତ ଖରିଫ୍ରେ ଚାଷୀମାନଙ୍କୁ ଚାହିଦା ମୁତାବକ ଉନ୍ନତ ମାନର ବିହନ ସଠିକ ସମୟରେ ଓ ନିର୍ଦ୍ଧାରିତ ମୂଲ୍ୟରେ ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଓଡ଼ିଶା ରାଜ୍ୟ ବିହନ ନିଗମ ଦ୍ୱାରା ବିହନ ଯୋଗାଣ ସଂପର୍କରେ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଡ. ସାହୁ ବିହନ ନିଗମ ଦ୍ୱାରା ପ୍ରସ୍ତୁତ ପ୍ରାମାଣିକ ଧାନ ବିହନ ଚାଷୀମାନଙ୍କ ନିକଟରେ ଯେପରି ନିରନ୍ତର ଯୋଗାଣ ହୋଇପାରିବ ସେଥି ନିମନ୍ତେ ସମସ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତିକୁଳ ପାଣିପାଗ ଯୋଗୁ ବିହନ ଯୋଗାଣରେ ଯେପରି ବାଧା ନ ଉପୁଜେ ସେଥି ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ କହିଥିଲେ । ଆଗାମୀ ଏକ ମାସ ଖରିଫ ଚାଷ ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହି ସମୟ…
ସୀତାରାମ ଅଗ୍ରୱାଲ ବାଣପୁର: ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକଙ୍କ ନେତୃତ୍ୱରେ ଶନିବାର ରାତି ତମାମ ବାଣପୁର ପୋଲିସ ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରି ତିନି ଜଣ ଚୋରା ଦେଶୀ ମଦ ବେପାରୀଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ସମୁଦାୟ ୨୨୦ ଲିଟର ଦେଶୀ ମଦ ପୋଲିସ ଜବତ କରିଛି। ତେବେ ତିନି ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଦୁଇ ଜଣ ବାଣପୁର ଥାନା ଅନ୍ତର୍ଗତ କୁମାରାଙ୍ଗ ଗ୍ରାମର ହୋଇଥିବାବେଳେ ଅନ୍ୟ ଜଣକ ନାଚୁଣୀ ଫାଣ୍ଡି ଅଞ୍ଚଳର। ଅଭିଯୁକ୍ତମାନେ ସଟ ଡ଼ାଉନରେ ଅବାଧ ଭାବେ ଚୋରା ଦେଶୀ ମଦ କାରବାରରେ ଲିପ୍ତ ଥିଲେ। ସେମାନଙ୍କ ବିରୋଧରେ ବାଣପୁର ପୋଲିସ କେସ ନମ୍ବର ୨୦୬, ୨୦୭ ଏବଂ ୨୦୮ ରେ ତିନି ଗୋଟି ମାମଲା ରୁଜୁକରି ଆଜି କୋର୍ଟ ଚାଲାଣ କରିଥିବାର ବାଣପୁର ଥାନା ସବ ଇନ୍ସପେକ୍ଟର ରାଜକିଶୋର ବେହେରା ସୂଚନା ଦେଇଛନ୍ତି।
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୫ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨ ଜଣ, ଚିଲିକା ବ୍ଲକରେ ୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୪ ଜଣ, ଚିଲିକା ବ୍ଲକରୁ ୪ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୭୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୨ ଜଣ, ଚିଲିକା ବ୍ଲକରେ ୬୪ ଜଣ…
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭ ହଜାର ୭୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୨୦୩, କଟକରୁ ୮୦୮, ଢେଙ୍କାନାଳରୁ ୪୯୯, ବାଲେଶ୍ବରରୁ ୩୯୩, ମୟୂରଭଞ୍ଜରୁ ୩୯୦, ଯାଜପୁରରୁ ୩୮୬, ଅନୁଗୁଳରୁ ୩୮୧, ପୁରୀରୁ ୩୫୩, ଭଦ୍ରକରୁ ୨୭୮, ସୁନ୍ଦରଗଡରୁ ୨୬୫, ବୌଦ୍ଧରୁ ୨୦୯, ରାୟଗଡାରୁ ୨୦୯, ଜଗତସିଂହପୁରରୁ ୨୦୦, ନବରଙ୍ଗପୁରରୁ ୧୯୬, କେନ୍ଦ୍ରାପଡାରୁ ୧୮୫, କୋରାପୁଟରୁ ୧୮୫, ବରଗଡରୁ ୧୮୪, କେନ୍ଦୁଝରରୁ ୧୭୨, କଳାହାଣ୍ଡିରୁ ୧୬୬, ନୟାଗଡରୁ ୧୫୧, ମାଲକାନାଗିରିରୁ ୧୨୩, ସମ୍ବଲପୁରରୁ ୧୦୭, ଗଞ୍ଜାମରୁ ୯୨, ବଲାଙ୍ଗୀରିରୁ ୮୧, ଝାରସୁଗୁଡାରୁ ୮୦, ସୋନପୁରରୁ ୬୩, ଦେବଗଡରୁ ୬୨, କନ୍ଧମାଳରୁ ୪୯, ଗଜପତିରୁ ୪୪, ନୂଆପଡାରୁ ୩୧ ଏବଂ ଷ୍ଟେଟ ପୁଲରୁ ୧୮୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୭…
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୦୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ 419 ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ହଜାର ୧୧୮ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୯୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୭୯ ହଜାର ୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪ ହଜାର ୬୭୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୭୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ୱର, ପରିଚୟ ଫାଉଣ୍ଡେସନ ର ପ୍ରତିଷ୍ଠାତା ସଭାପତି ତଥା ବିଶିଷ୍ଟ ସମାଜସେବୀ ଡ଼. ରୋଜାଲିନ ପାଟ୍ଟଶାଣୀ ମିଶ୍ର ଆନ୍ତର୍ଜାତିକ ସଂସ୍ଥା WEDO ( Women entrepreneur’s day organization ) ର ଭାରତ ପାଇଁ ଆମ୍ବାସଡର ମନୋନୀତ ହୋଇଛନ୍ତି। ଆନ୍ତର୍ଜାତିକ ଜାତିସଙ୍ଘ ଦ୍ୱାରା ସ୍ୱୀକୃତ ତଥା ବିଶ୍ୱର ୧୪୪ ଦେଶରେ ପରିବ୍ୟାପ୍ତ ଉକ୍ତ ସଂସ୍ଥା ମହିଳା ମାନଙ୍କ ମାଧ୍ୟମରେ ସାମାଜିକ, ଆର୍ଥିକ ଓ ଶୈକ୍ଷିକ ବିକାଶ ପାଇଁ କାମ କରୁଛନ୍ତି। ନ୍ୟୁୟର୍କ ରେ ଅବସ୍ଥାପିତ ଉକ୍ତ ସଂସ୍ଥାର ପ୍ରତିଷ୍ଠାତା ମୁଖ୍ୟ ୱେଣ୍ଡି ଡାଇମଣ୍ଡ ଅଛନ୍ତି। ଉକ୍ତ ସଂସ୍ଥାରେ ଏସିଆ ମୁଖ୍ୟ ଡ.ନିଶା କୋହିଲିଙ୍କ ସହ ଡ଼. ରୋଜାଲିନ ପାଟ୍ଟଶାଣୀ ମିଶ୍ର ମହିଳା ମାନଙ୍କ ବିକାଶ ପାଇଁ ଭାରତ ମୁଖ୍ୟ ଭାବେ କାଯ୍ୟ କରିବେ। ପରିଚୟ ଫାଉଣ୍ଡେସନ ଜରିଆରେ ଡ଼. ମିଶ୍ର ଦୀର୍ଘ ପନ୍ଦର ବର୍ଷ ଧରି ଭାରତର ବିଭିନ୍ନ ପ୍ରାନ୍ତରେ ମହିଳା ମାନଙ୍କ ବିକାଶ କ୍ଷେତ୍ରରେ କାର୍ଯ୍ୟ କରିଥିବାରୁ ଏହି ପ୍ରଖ୍ୟାତ…
ନୂଆଦିଲ୍ଲୀ, ଦକ୍ଷିଣ ରେଳ ପରିସୀମା ମଧ୍ୟରେ କିଛି ସ୍ୱତନ୍ତ୍ର ଟ୍ରେନର ସମୟ ସଂଶୋଧନ କରିବାକୁ ରେଳ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। ପୂର୍ବତଟ ରେଳପଥ ପରିସୀମା ମଧ୍ୟ ଦେଇ ଯାତାୟାତ କରୁଥିବା ଚାରି ଯୋଡ଼ା ବିଶେଷ ଟ୍ରେନ ସହିତ ପୁରୀ ରୁ ଛାଡୁଥିବା ଗୋଟିଏ ଟ୍ରେନ ନିମ୍ନଲିଖିତ ଅନୁଯାୟୀ ଦକ୍ଷିଣ ରେଳବାଇର କିଛି ଷ୍ଟେସନରେ ସଂଶୋଧିତ ସମୟ ସାରଣୀରେ ରହଣି କରିବ ଓ ଛାଡିବ … ଅଧିକ ଖବର ଜାଣିବା ପାଇଁ କ୍ଲିକ କରନ୍ତୁ- thesamikhsya.com/odia ୦୮୪୯୬ ଭୁବନେଶ୍ୱର ରୁମେଶ୍ୱରମ୍ ସ୍ପେଶାଲ୍ ଭୁବନେଶ୍ୱର ରୁ ୧୮ ଜୁନ୍, ୨୦୨୧ ଠାରୁ ଚେନ୍ନାଇ ଏଗମୋର ଷ୍ଟେସନ ଠାରେ ପୂର୍ବାହ୍ନ ୮ଘ.୧୫ମି.ରେ ପହଞ୍ଚିବ ଏବଂ ୮ଘ.୩୦ମି.ରେ ରମେଶ୍ୱରମ୍ ଅଭିମୁଖେ ଯାତ୍ରା କରିବ। ୦୩୩୫୨ ଆଲେପି-ଧାନବାଦ୍ ସ୍ପେଶାଲ୍ ଆଲେପିରୁ ୧୬ ଜୁନ୍, ୨୦୨୧ ଠାରୁ ଏର୍ଣ୍ଣାକୁଲମ, ଆଲୱେ, ତ୍ରିଚୁର, ୱାଡାକାନଚେରି, ଅତ୍ତାପଲମ ଏବଂ ପାଲକ୍କାଡ ଷ୍ଟେସନ ଠାରେ ସଂଶୋଧିତ ସମୟ ସାରଣୀ ଅନୁଯାୟୀ ଚଳାଚଳ କରିବ। ୦୨୬୬୬…
ଭୁବନେଶ୍ବର, ଆସନ୍ତାକାଲି ହେଉଛି ଓଡିଶାର ଗଣପର୍ବ ରଜ। ତିନିଦିନ ଧରି ସାରା ଓଡିଶାରେ ଏହି ପର୍ବ ପାଳନ କରାଯିବ। ହେଲେ କୋରନା ପାଇଁ ସାରା ଓଡିଶାରେ ଲାଗିଛି ଲକ ଡାଉନ। ରଜ ପରେ ଖୋଲିବ ଏହି ଲକ ଡାଉନ। ତେବେ ଲୋକଙ୍କୁ ରଜର ସ୍ବାଦ ଚଖାଇବା ପାଇଁ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ତରଫରୁ ଆରମ୍ଭ ହୋଇଛି ‘ପିଠା ଅନ୍ ହ୍ବିଲ୍’ କାଯ୍ୟକ୍ରମ। ଆଜି ଭୁବନେଶ୍ବରସ୍ଥିତ ପାନ୍ଥନିବାସଠାରେ ଏହି କାର୍ୟ୍ୟକ୍ରମକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର। ଏଥିରେ ଏକ ଗାଡି ଭିତରେ ଭଳିକି ଭଳି ରଜପିଠା ରଖି ବିଭିନ୍ନ ସ୍ଥାନରେ ବିକ୍ରି କରାଯିବ। ଚଲିତ ବର୍ଷ ଭୁବନେଶ୍ବର ସହିତ ସମ୍ବଲପୁରରେ ଏହି ‘ପିଠା ଅନ୍ ହ୍ବିଲ୍’ କାର୍ଯ୍ୟକ୍ରମ କରାଯିବ। ଏହି ଗାଡିରେ ୪ ପ୍ରକାରର ପୋଡପିଠା, ଆରିଶା, କାକରା, ଏଣ୍ଡୁରୀ ପରି ପ୍ରାୟ ୧୨ ପ୍ରକାରର ପିଠା ରହିବ। ଭୁବନେଶ୍ବରରେ ଏହି ‘ପିଠା ଅନ୍ ହ୍ବିଲ୍’…
ନୂଆଦିଲ୍ଲୀ: ଏହି ମନ୍ଦିରଟି ହେଉଛି ଇଣ୍ଡୋନେସିଆର ବାର୍ଲି ଦ୍ବୀପର ତବାନାନଠାରେ ଅବସ୍ଥିତ। ସ୍ଥାନୀୟ ଭାଷାରେ ଏହି ମନ୍ଦିର ନାମ ହେଲା “ତାନାହା ଲୋଟ”। ଯାହାର ଅର୍ଥ ହେଲା ସମୁଦ୍ର ଭିତରେ ସ୍ଥଳଭାଗ। ଏହି ମନ୍ଦିରଟିର ବିଶେଷତ୍ବ ହେଲା ଶହଶହ ବର୍ଷ ଧରି ଏହା ସମୁଦ୍ର ଜୁଆର ତଥା ଲୁଣି ପାଣିରେ ମାଡ ହେଉଥିଲେ ମଧ୍ୟ ତାହା ଅକ୍ଷତ ଅବସ୍ଥାରେ ରହିଛି। ଏହି ମନ୍ଦିରଟି ସମୁଦ୍ରର ଏକ ବିରାଟ ପଥର ଉପରେ ଅବସ୍ଥିତ ହୋଇଛି। ଏହି ମନ୍ଦିରକୁ ୧୬ତମ ଖ୍ରୀଷ୍ଟାଦ୍ଦରେ ଡ୍ୟାଙ୍ଗ ହାଙ୍ଗ ନିରର୍ଥଙ୍କ ଦ୍ବାରା ନିର୍ମିତ ହୋଇଛି ବୋଲି କୁହାଯାଉଛି। ନିରର୍ଥ ଦକ୍ଷିଣ ଉପକୂଳରେ ଯାତ୍ରା କରିବା ସମୟରେ ସେ ସେହି ପଥର-ଦ୍ୱୀପର ସୁନ୍ଦର ସ୍ଥିତି ଦେଖି ସେଠାରେ ବିଶ୍ରାମ କରୁଥିଲେ। ବିଶ୍ରାମ ସମୟରେ ସେ କିଛି ମତ୍ସ୍ୟଜୀବୀ ଦେଖି ତାଙ୍କୁ ଉପହାର ଦେଲେ। ଏହା ପରେ ନିରର୍ଥ ସେହି ଛୋଟ ଦ୍ୱୀପରେ ରାତି ମଧ୍ୟ କଟିଲେ। ପରେ ସେ ମତ୍ସ୍ୟଜୀବୀମାନଙ୍କ ସହ…
ଭୁବନେଶ୍ବର: କରୋନା ସଂକ୍ରମଣ ଯୋଗୁଁ ରାଜ୍ୟରେ ସ୍କୁଲ କଲେଜ ବନ୍ଦ ରହିଥିବା ବେଳେ ଆସନ୍ତା ୧୭ ରୁ ଅନଲାଇନ ପାଠପଢା ଆରମ୍ଭ ହେବ। କେବଳ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ୧୭ ତାରିଖରୁ ଅନଲାଇନ ମାଧ୍ୟମରେ ପାଠ ପଢା ହେବ। ସକାଳ ୧୦.୪୫ରୁ ୧ ଟା ପର୍ଯ୍ୟନ୍ତ ୟୁଟ୍ୟୁବ ଲାଇଭ ମାଧ୍ୟମରେ ପିଲାଙ୍କୁ ପାଠ ପଢାଯିବ। ଦିନକୁ ଚାରିଟି ପିରିୟଡର ପାଠପଢା ହେବାକୁ ଥିବା ବେଳେ ପ୍ରତି ପିରିୟଡ ପାଇଁ ୩୦ ମିନିଟ ଲେଖାଏଁ ସମୟ ରହିବ। ତେବେ ସୋମବାର ଠାରୁ ଶୁକ୍ରବାର ପର୍ଯ୍ୟନ୍ତ ମୋଟ ୨୦ ଟି କ୍ଳାସ ଅନଲାଇନରେ ପିଲାଙ୍କୁ ପାଠ ପଢାଯିବ। ସେଥିପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନେ ଏହାର ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।
ସବୁଜ ଷ୍ଟେସନ ଭାବେ ପରିଚିତ, କର୍ଣ୍ଣାଟକର କାରୱାର ରେଳ ଷ୍ଟେସନ
ଭୁବନେଶ୍ବର: ଏକ ନିରପେକ୍ଷ ରିପୋର୍ଟରେ, ମିଳିତ ଜାତିସଂଘ ବିକାଶ କାର୍ଯ୍ୟକ୍ରମ (ୟୁଏନଡିପି) ଇଣ୍ଡିଆ ପକ୍ଷରୁ ଭାରତ ସରକାରଙ୍କ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ (ଏଡିପି)କୁ ପ୍ରଶଂସା କରାଯାଇଛି। ‘ସ୍ଥାନୀୟ ଅଞ୍ଚଳର ବିକାଶ ନିମନ୍ତେ ଏହାକୁ ଏକ ଅତ୍ୟନ୍ତ ସଫଳ ମଡେଲ’ ଭାବେ ଅଭିହିତ କରାଯାଇଛି। ଏଥିସହିତ ବିଭିନ୍ନ କାରଣରୁ ବିଶ୍ୱର ଅନ୍ୟ ରାଷ୍ଟ୍ରଗୁଡ଼ିକରେ ବିକାଶ ସ୍ଥିତିରେ ରହିଥିବା ଆଞ୍ଚଳିକ ତାରତମ୍ୟକୁ ଦୂର କରିବା ନିମନ୍ତେ ଶ୍ରେଷ୍ଠ କାର୍ୟ୍ୟକ୍ରମ ଭାବେ ଏହାର ଅନୁକରଣ କରିବା ଲାଗି ସୁପାରିସ କରାଯାଇଛି। ରିପୋର୍ଟରେ କୁହାଯାଇଛି ଯେ ଏଡିପି ଅନ୍ତର୍ଗତ କରାଯାଇଥିବା ଲକ୍ଷ୍ୟବଦ୍ଧ ପ୍ରୟାସ ଫଳରେ ଉପାନ୍ତ ଅଞ୍ଚଳ ତଥା ବାମପନ୍ଥୀ ଉଗ୍ରବାଦ କବଳିତ ଜିଲ୍ଲାଗୁଡ଼ିକ ସମେତ ପୂର୍ବରୁ ଅବହେଳିତ ହୋଇ ରହିଥିବା ଜିଲ୍ଲାଗୁଡ଼ିକରେ ବିଗତ ତିନି ବର୍ଷ ମଧ୍ୟରେ ପୂର୍ବାପେକ୍ଷା ଅଧିକ ବିକାଶ ଓ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଏହି କାର୍ଯ୍ୟକ୍ରମର ରୂପାୟନରେ ଅନେକ ବାଧା ରହିଥିଲେ ସୁଦ୍ଧା ଏପିଡି ପଛୁଆ ଜିଲ୍ଲାଗୁଡ଼ିକରେ ବିକାଶକୁ ଦ୍ରୁତ ଗତିରେ…

