Author: Samikhsya Bureau

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୩୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଅନୁଗୁଳ, କଟକ, କଳାହାଣ୍ଡି ଓ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡରୁ ୪ ଜଣ, ବୌଦ୍ଧ ଏବଂ ରାୟଗଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଦେବଗଡ, ସମ୍ବଲପୁର, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର, ଢେଙ୍କାନାଳ, ଯାଜପୁର ଓ  ମାଲକାନାଗିରି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୮୨ ହଜାର ୧୩୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୯୨ ହଜାର ୨୭ ଜଣ। ରାଜ୍ୟରେ…

Read More

ସୀତାରାମ ଅଗ୍ରୱାଲ ବାଣପୁର: ଲକଡାଉନ ସମୟରେ ଦୋକାନ ବଜାର ବନ୍ଦ ରହୁଥିବାବେଳେ ଜନସାଧାରଣ ଘରେ ରହୁଛନ୍ତି। ଏହାର ସୁଯୋଗ ନେଇ ଗୋ ମାଫିଆ ମାନେ ସକ୍ରିୟ ହୋଇଉଠିଛନ୍ତି। ଦିନ ହେଉ ବା ରାତି ବେଧଡକ ବେଆଇନ ଗୋରୁ ଚାଲାଣ କରିବାକୁ ମାଫିଆମାନେ ପଛାଉନାହାନ୍ତି। ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ଓ ଟାଙ୍ଗୀ ଅଞ୍ଚଳ ଗୋମାଫିଆଙ୍କ ହିଟ ଲିଷ୍ଟରେ ରହିଆସୁଥିବାବେଳେ ବର୍ତ୍ତମାନ ଆଉ ଏକ ନୂଆ ଅଞ୍ଚଳ ଏଥିରେ ଯୋଡି ହୋଇଯାଇଛି ତାହା ହେଉଛି ବାଣପୁର। ବର୍ତ୍ତମାନ ବାଣପୁର ଅଞ୍ଚଳରେ ମଧ୍ୟ ଗୋମାଫିଆ ମାନେ ମୁଣ୍ଡଟେକିବା ଆରମ୍ଭ କଲେଣି। ଆଜି ରାତି ଭୋର ୪ ଘଟିକାରେ ନାଚୁଣୀ ଫାଣ୍ଡି ପୋଲିସ ବାଣପୁର ବ୍ଲକ ଜୀବନଦେଇପୁର ନିକଟରେ ଏକ ଗୋରୁ ବୋଝେଇ ଗାଡିକୁ ଜବତ କରିବା ସହ ୬ ଗୋଟି ଗୋରୁଙ୍କୁ ଉଦ୍ଧାର କରିଛି। ସୂଚନା ମୁତାବକ ବାଣପୁର ଆଇଆଇସି ରଶ୍ମିରଞ୍ଜନ ସାହୁଙ୍କ ତତ୍ୱାବଧାନରେ ଗତକାଲି ରାତିତମାମ ନାଚୁଣୀ ଓ ଗମ୍ଭାରୀମୁଣ୍ଡା ଅଞ୍ଚଳରେ ଚେକିଂ…

Read More

ଭୁବନେଶ୍ଵର: ଓଡିଶାରେ ଯୁକ୍ତ ୨ ଦ୍ବାଦଶ ଶ୍ରେଣୀ ପରୀକ୍ଷା ହେବ କି ନାହିଁ ଆଜି ହେବ ଘୋଷଣା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏନେଇ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ସିବିଏସଇ ଦ୍ଵାଦଶ ପରୀକ୍ଷା ବାତିଲ ହେବା ପରେ ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ନେଇ ରାଜ୍ୟ ସରାକର ବଡ ନିଷ୍ପତ୍ତି ନେଇପାରନ୍ତି। ପୂର୍ବରୁ ସିବିଏସଇ ଦଶମ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ରାଜ୍ୟରେ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ମଧ୍ୟ ଦଶମ ପରୀକ୍ଷାକୁ ବାତିଲ କରିଥିଲେ।

Read More

ଭୁବନେଶ୍ବର, ସବୁବେଳେ କରୋନା ଆକ୍ରାନ୍ତରେ ସର୍ବାଧିକ ରହୁଥିବା ଖୋର୍ଦ୍ଧା ଜିଲ୍ଲାର ସଂଖ୍ୟା ଧିରେ ଧିରେ ନିୟନ୍ତ୍ରଣକୁ ଆସିବାରେ ଲାଗିଛି। ନୂଆ ତଥ୍ୟ ଅନୁସାରେ ବର୍ତ୍ତମାନ ଖୋର୍ଦ୍ଧା ଜିଲ୍ଲାରେ 1102 ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦ୍ବିତୀୟରେ ରହୁଛି କଟକ ଜିଲ୍ଲା। ଏହି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି 766 ଜଣ। ତେବେ ବିଭିନ୍ନ ସମୟରେ ସର୍ବାଧିକ ଆକ୍ରାନ୍ତ ସଂଖ୍ୟା ରହୁଥିବା ସୁନ୍ଦରଗଡ ଜିଲ୍ଲାର କରୋନା ହ୍ରାସ ପାଇବାରେ ଲାଗିଛି। ସୁନ୍ଦରଗଡରେ ବର୍ତ୍ତମାନ 477 ଜଣ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗର ନୂଆ କରୋନା ତଥ୍ୟ ଅନୁସାରେ କ୍ରମାନ୍ବୟରେ ବିଭିନ୍ନ ଜିଲ୍ଲାର ସ୍ଥିତି ରହିଛି ଏହିପରି.. Khurda: 1102 Cuttack: 766 Jajpur: 514 Mayurbhanj: 485 Sundargarh: 477 Puri: 475 Angul: 468 Dhenkanal: 451  Rayagada: 292 Jagatsinghpur: 269 Balasore: 240 Nayagarh: 223 Kendrapada: 210 Nawarangpur: 200 Sambalpur: 191 Kalahandi:…

Read More

ଭୁବନେଶ୍ବର, ଓଡିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଏକ ପ୍ରକାରର ସ୍ଥିର ରହିଛି। ପୂର୍ବରୁ ଯେପରି ହୁହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିଲା ସେଥିରେ ସାମାନ୍ୟ ରୋକ ଲାଗିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ନୂଆ ତଥ୍ୟ ଅନୁସାରେ ରାଜ୍ୟରୁ ୮ ହଜାର ୩୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଏହି ସଂଖ୍ୟା ଥିଲା ୮ ହଜାର ୭୩୫ ଆକ୍ରାନ୍ତ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରଣ୍ଟାଇନରୁ ୪ ହଜାର ୭୪୧ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରାମଣ ସଂଖ୍ୟା ହେଉଛି ୩ ହଜାର ୬୫୮। ମୁଖ୍ୟତଃ ରାଜ୍ୟରେ ଲକଡାଉନ ଲାଗୁ କରିବା ଦ୍ବାରା ଏହି ସଂକ୍ରାମଣ ସଂଖ୍ୟାକୁ ନିୟନ୍ତ୍ରଣରେ ରହିଛି।

Read More

ନୂଆଦିଲ୍ଲୀ, ସମ୍ମୁଖ ଭାଗରେ ରହି ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱାସ୍ଥ୍ୟକର୍ମୀମାନଙ୍କର ସୁରକ୍ଷାକୁ କେନ୍ଦ୍ର ସରକାର ଗୋଟିଏ ବର୍ଷର ଅବଧି ଲାଗି ଏହି ବୀମା ଯୋଜନାକୁ ସମ୍ପ୍ରସାରିତ କରିଛନ୍ତି। ଏହାଛଡ଼ା ଏଥିରେ ସେହି ସ୍ୱାସ୍ଥ୍ୟ କର୍ମୀମାନଙ୍କର ଆଶ୍ରିତମାନଙ୍କୁ ସୁରକ୍ଷା ପ୍ରଦାନ କରାଯିବା ଜାରି ରହିବ। ‘ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ(ପିଏମଜିକେପି) ଅନ୍ତର୍ଗତ କୋଭିଡ-୧୯ ମୁକାବିଲା କରୁଥିବା ସ୍ୱାସ୍ଥ୍ୟ କର୍ମୀଙ୍କ ଲାଗି ବୀମା ଯୋଜନା’କୁ ୩୦ ମାର୍ଚ୍ଚ, ୨୦୨୦ରେ ଆରମ୍ଭ କରଯାଇଥିଲା। ଏହି ଯୋଜନାକୁ ପ୍ରାରମ୍ଭରେ ୯୦ ଦିନ ପର‌୍ୟ୍ୟନ୍ତ ଅବଧି ଲାଗି ୫୦ ଲକ୍ଷ ଟଙ୍କାର ବ୍ୟାପକ ବ୍ୟକ୍ତିଗତ ଦୁର୍ଘଟଣା କଭର ପ୍ରଦାନ କରିବା ନିମନ୍ତେ ଆରମ୍ଭ କରାଯାଇଥିଲା। ଏହାର ହିତାଧିକାରୀମାନଙ୍କ ମଧ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟ କର୍ମୀ ଓ ଘରୋଇ ସ୍ୱାସ୍ଥ୍ୟ କର୍ମୀଙ୍କ ସମେତ ସମସ୍ତ ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀମାନଙ୍କୁ ସାମିଲ କରାଯାଇଥିଲା। ସରକାର ଏହି ଯୋଜନାକୁ କୋଭିଡ ରୋଗୀଙ୍କ ଯତ୍ନ ନେବା ଲାଗି ତଥା ସେହି ଲୋକମାନଙ୍କ ପାଇଁ ପ୍ରସ୍ତୁତ…

Read More

ମେଷ-କୌଣସି ନିଷ୍ପତ୍ତି ନେବା ପୂର୍ବରୁ ସାମ୍ପ୍ରତିକ ପରିସ୍ଥିତି ଉପରେ ନଜର ରଖିବା ଆବଶ୍ୟକ ହେବ। ଏକ ବୃତ୍ତିଗତ ସ୍ତରର ସମସ୍ୟାର ସମାଧାନ ପାଇଁ ଆପଣ ପୁରସ୍କାର ପାଇପାରିବେ । ବୁଝାମଣା ମାଧ୍ୟମରେ ଏହି ରାଶିର ଲୋକମାନେ କମ୍ ମୂଲ୍ୟରେ କିଛି କିଣିବାକୁ ଯାଉଛନ୍ତି । ନବ ବିବାହିତାମାନେ ସେମାନଙ୍କର ଦାମ୍ପତ୍ୟ ଜୀବନକୁ ପୂର୍ଣ୍ଣ ଉପଭୋଗ କରିବାକୁ ସକ୍ଷମ ହେବେ। ପ୍ରେମ ଜୀବନ ସନ୍ତୋଷଜନକ ହେବ । ଖାଦ୍ୟ ପ୍ରତି ଭଲପାଇବା ଆପଣଙ୍କୁ ଅସୁବିଧାରେ ପକାଇପାରେ । ବୃଷ- କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଅବଗଣନା ଆରମ୍ଭ ହୋଇଛି, ଭଲ ପ୍ରସ୍ତୁତ ରୁହ। ଅଧ୍ୟୟନ ସ୍ତରରେ ଯେଉଁମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ସେମାନେ ସ୍ଥିତିର ଉନ୍ନତି ପାଇଁ କଠିନ ପରିଶ୍ରମ ଆରମ୍ଭ କରିବେ । ସମ୍ପତ୍ତି ଭଲ ଫଳ ଆଣିବ ବୋଲି ଆଶା କରାଯାଉଛି । ଏହି ସପ୍ତାହରେ ଅଳଙ୍କାର କିମ୍ବା ସୁନା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକଙ୍କ ଆୟ ବୃଦ୍ଧି ପାଇବ ବୋଲି…

Read More

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେଉଁ ଲୋକଙ୍କୁ କେବେ ବି ବିଶ୍ବାସ କରିବ ନାହିଁ ତାହାର ଉଲ୍ଲେଖ କରିଛନ୍ତି। ଚାଣକ୍ୟ ନୀତି ଅନୁସାରେ ଯେଉଁମାନେ ସାକ୍ଷାତରେ ସବୁବେଳେ ମିଠା କଥା କହନ୍ତି ସେମାନଙ୍କୁ ବର୍ଜନ କରନ୍ତୁ। କାରଣ ମିଠା କଥା କହି ଆପଣଙ୍କ ବିଶ୍ବାସକୁ ସେମାନେ ହରଣ କରନ୍ତି। ଆଉ ଠିକ୍ ସମୟରେ ପଛରୁ ଛୁରାଘାତ କରିଥାନ୍ତି। ଏହି ଶ୍ରେଣୀର ଲୋକେ ଆପଣଙ୍କୁ ବିଶ୍ବାସ ଜନ୍ମମାଇ ଆପଣଙ୍କର ଗୁପ୍ତ କଥା ହାତେଇ ନିଅନ୍ତି। ପରବର୍ତ୍ତି ସମୟରେ ଆପଣଙ୍କୁ ଘାଟାରେ ପକାନ୍ତି। ସେଥିପାଇଁ ମିଷ୍ଟଭାଷୀ ଲୋକଙ୍କଠାରୁ ସବୁବେଳେ ଦୂରେଇ ରହନ୍ତୁ। କଦାପି ସେମାନଙ୍କୁ ବିଶ୍ବାସକୁ ନିଅନ୍ତୁ ନାହିଁ। ହଁ ଆପଣ ତାଙ୍କ ସହିତ ସଂପର୍କ ରଖିପାରନ୍ତି, ହେଲେ ଗଭୀର ସଂପର୍କ ରଖନ୍ତୁ ନାହିଁ। ଏମାନେ ହେଉଛନ୍ତି ପୂର୍ଣ ବିଷ ମାଠିଆ ଉପରେ ଥିବା କିଛି ଅମୃତ ସଦୃଶ୍ୟ।

Read More

ମେଷ-କୌଣସି ନିଷ୍ପତ୍ତି ନେବା ପୂର୍ବରୁ ସାମ୍ପ୍ରତିକ ପରିସ୍ଥିତି ଉପରେ ନଜର ରଖିବା ଆବଶ୍ୟକ ହେବ। ଏକ ବୃତ୍ତିଗତ ସ୍ତରର ସମସ୍ୟାର ସମାଧାନ ପାଇଁ ଆପଣ ପୁରସ୍କାର ପାଇପାରିବେ । ବୁଝାମଣା ମାଧ୍ୟମରେ ଏହି ରାଶିର ଲୋକମାନେ କମ୍ ମୂଲ୍ୟରେ କିଛି କିଣିବାକୁ ଯାଉଛନ୍ତି । କର୍କଟ- ଆପଣ ଜୀବନର ସେହି ଅଦ୍ଭୁତ ପର୍ଯ୍ୟାୟ ଦେଇ ଗତି କରୁଛନ୍ତି ଯାହା ଏପର୍ଯ୍ୟନ୍ତ ମିଳି ନାହଁ । ସ୍ୱାସ୍ଥ୍ୟ ଭଲ ହେବ ଏବଂ ଆପଣ ଏହାକୁ ଉପଭୋଗ କରିବାକୁ ସକ୍ଷମ ହେବେ । ବ୍ୟବସାୟ ବୃଦ୍ଧିରେ କିମ୍ବା ବୃତ୍ତିଗତ ଭାବରେ ତୁମର କ୍ୟାରିୟରର ସମ୍ଭାବନା ବଢାଇବାରେ ଆପଣ ସଫଳ ହେବାକୁ ଯାଉଛନ୍ତି ।

Read More

ବୃଷ- କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଅବଗଣନା ଆରମ୍ଭ ହୋଇଛି, ଭଲ ପ୍ରସ୍ତୁତ ରୁହ। ଅଧ୍ୟୟନ ସ୍ତରରେ ଯେଉଁମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ସେମାନେ ସ୍ଥିତିର ଉନ୍ନତି ପାଇଁ କଠିନ ପରିଶ୍ରମ ଆରମ୍ଭ କରିବେ । ସମ୍ପତ୍ତି ଭଲ ଫଳ ଆଣିବ ବୋଲି ଆଶା କରାଯାଉଛି । ମିଥୁନ-ଆପଣ ବିଶ୍ବାସ ଯୋଗ୍ୟ ବ୍ୟକ୍ତିଙ୍କର ସହଯୋଗରେ ସଠିକ୍ ରାସ୍ତାରେ କାର୍ଯ୍ୟ ପାଇପାରିବେ।  ସାମାଜିକ କ୍ଷେତ୍ରରେ ଆପଣ ସାମ୍ନା କରୁଥିବା ଯେ କୌଣସି ଘଟଣାରେ ଆପଣଙ୍କୁ ସାହସିକ ପଦକ୍ଷେପ ନେବାକୁ ପଡିପାରେ । ରୋମାଣ୍ଟିକ୍ ସ୍ତରରେ କିଛି ଲୁଚାଇ ପ୍ରେମିକ ଆପଣଙ୍କୁ ଲୋଭ କରିପାରେ ।

Read More

ସିଂହ- ଏକ ଭଲ ଆସାଇନମେଣ୍ଟ ପାଇବାର ସମ୍ଭାବନା ଅଛି । କାର୍ଯ୍ୟକ୍ଷେତ୍ରରେ ଏକ ଚମତ୍କାର ସପ୍ତାହ ଅତିବାହିତ ହେବ ବୋଲି ଆଶା କରାଯାଏ । ଯେ କୌଣସି ସାମାଜିକ କ୍ଷେତ୍ର କାର୍ଯ୍ୟକ୍ରମରେ ଆପଣଙ୍କର ସେବା ନିଆଯାଇପାରେ । ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଲୋକମାନେ ବର୍ତ୍ତମାନ ଆରାମ ପାଇବାକୁ ଆଶା କରୁଛନ୍ତି । କନ୍ୟା-ପରିବାରର ଲୋକଙ୍କ ସହିତ ଭଲ ସମ୍ପର୍କ ରଖିବା ଦ୍ୱାରା ଆପଣ ପୂର୍ବ ଅପେକ୍ଷା ଏକ ଭଲ ପରିବେଶ ସୃଷ୍ଟି କରିବାରେ ସକ୍ଷମ ହେବେ । ସମାଜ ସହିତ ସଂଯୁକ୍ତ ରହିବାର ପ୍ରବୃତ୍ତି ଆପଣଙ୍କୁ ଅନେକ ବନ୍ଧୁ ଏବଂ ଶୁଭେଚ୍ଛୁ ସାହାଯ୍ୟ ପ୍ରଦାନ କରିବାକୁ ଯାଉଛନ୍ତି । ବୃତ୍ତିଗତ ସ୍ତରରେ ସଫଳତା ଆପଣଙ୍କ ଖ୍ୟାତି ବଢାଇପାରେ ।

Read More

ତୂଳା-ଆପଣ ବିଶ୍ବାସ କରୁଥିବା ବ୍ୟକ୍ତିଙ୍କଠାରୁ ଆଶା କରାଯାଉଥିବା ସାହାଯ୍ୟ ପାଇବାକୁ ସାମାନ୍ୟ ଆଶା ଅଛି । ଆପଣଙ୍କ ଆଗ୍ରହ ପ୍ରତି ଧ୍ୟାନ ଦିଅନ୍ତୁ, ଯେହେତୁ ଅନ୍ୟର ମାମଲାରେ ହସ୍ତକ୍ଷେପ କରିବା ମହଙ୍ଗା ପଡିପାରେ ।  ପ୍ରତିଦ୍ୱନ୍ଦୀଙ୍କୁ ପରାସ୍ତ କରିବାକୁ ଆପଣଙ୍କୁ ସକ୍ରିୟ ହେବାକୁ ପଡିବ । ମକର-  ପରେ କୌଣସି ସମସ୍ୟାରେ ନ ପଡ଼ିବା ପାଇଁ ଆଇନଗତ ଔପଚାରିକତା ପୂରଣ କରିବା ଆବଶ୍ୟକ ହେବ । ଯେଉଁମାନେ ବର୍ତ୍ତମାନ କାର୍ଯ୍ୟ ଆରମ୍ଭ କରିଛନ୍ତି ସେମାନଙ୍କ ପାଇଁ ଭଲ ଜୀବନଯାପନର ଲକ୍ଷଣ ଅଛି । ମାର୍କେଟିଂ ଲୋକମାନେ ସେମାନଙ୍କର ଯୋଜନାରେ ସଫଳ ହେବାକୁ ଯାଉଛନ୍ତି ।

Read More

କୁମ୍ଭ-ଆପଣ ଜୀବନରେ ଆଗଧାଡିରେ ରହି ଉପଭୋଗ କରିପାରିବେ । ବୃତ୍ତିଗତ ସ୍ତରରେ, ଆପଣ ନିଜକୁ ଏପରି ଏକ ସ୍ଥାନରେ ରଖିବେ ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେବ। ବହୁଦିନର ହଜିଯାଇଥିବା ବା ବୁଡିଯାଇଥିବା ସଂପତ୍ତି ହାସଲ ହେବ। ଆଜି ଆପଣ ଜଣେ ଶକ୍ତିଶାଳୀ ତଥା ପ୍ରଭାବଶାଳି ଲୋକଙ୍କର ସାହାଯ୍ୟ ହାସଲ କରିବେ। ମୀନ-ଯଦି ଆପଣଙ୍କର ଆତ୍ମବିଶ୍ୱାସ ଅଛି ତେବେ ଆପଣ କୌଣସି କାର୍ଯ୍ୟ କରିବାରେ ସଫଳ ହେବେ, ହୃଦୟ ହରାନ୍ତୁ ନାହିଁ । ସମସ୍ତଙ୍କ ସହିତ ଚାଲିବାର କ୍ଷମତା ଆପଣଙ୍କୁ ପରିବାରରେ ପ୍ରଶଂସା ଯୋଗ୍ୟ କରିପାରେ । ଆପଣ ସାମାଜିକ କ୍ଷେତ୍ରରେ ଯେକୌଣସି କାର୍ଯ୍ୟ ପାଇଁ ଗର୍ବିତ ହେବାର ସୁଯୋଗ ପାଇବେ ।

Read More

ବିଛା-ସାମାଜିକ କ୍ଷେତ୍ରରେ ତୁମର ଉତ୍କଣ୍ଠା ମନୋଭାବ ଅନ୍ୟମାନଙ୍କୁ ମଧ୍ୟ ପ୍ରଭାବିତ କରିବ। କେହି ଜଣେ ଲୋକ ଆପଣଙ୍କୁ ସାହାଯ୍ୟ କରିବାକୁ ଯାଉଛନ୍ତି । ପ୍ରେମ ଜୀବନ ଆରମ୍ଭ ହେବାକୁ ଯାଉଛି । ଏକ କାର୍ଯ୍ୟ ପାଇଁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ ବୋଲି ଆଶା କରାଯାଏ । ଧନୁ-ନିଜର କିଛି ସମୟ ସଞ୍ଚୟ କର, ଏହା ଆବଶ୍ୟକ ହୋଇପାରେ । ପରିବାର ସଦସ୍ୟଙ୍କ ପରିବର୍ତ୍ତିତ ଆଚରଣ ଆପଣଙ୍କ ପାଇଁ ଏକ ପଜଲ୍ ହୋଇପାରେ, ଯାହା ସମାଧାନ କରିବା ସହଜ ହେବ ନାହିଁ । ଘରେ ଏକ ଘଟଣା ବିଷୟରେ ଆପଣ କାହାର ପରାମର୍ଶ ଶୁଣିବାକୁ ପସନ୍ଦ କରିବେ ନାହିଁ ।

Read More

ଭୁବନେଶ୍ୱର, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଦେଶ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ତଥା ପିସିସି ‘ୟାସ’ ଟାସ୍କ ଫୋର୍ସ କମିଟି ଅଧ୍ୟକ୍ଷ ପ୍ରଦୀପ ମାଝୀଙ୍କ ନେତୃତ୍ୱରେ ଭଦ୍ରକ, ବାଲେଶ୍ୱର ଜିଲ୍ଲାର ୟାସ କ୍ଷତିଗ୍ରସ୍ତ ଅଂଚଳ ଗସ୍ତକରି ଏହି ଉପଲକ୍ଷେ ରାଜ୍ୟ କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା । ଏଥିରେ ସେମାନେ ଅଭିଯୋଗ କରିଛନ୍ତି ଯେ, ୟାସ ବାତ୍ୟାର ପୂର୍ବାନୁମାନ ପ୍ରାୟ ମେ ମାସ ୨୦ ତାରିଖ ରୁ ଜଣା ପଡ଼ିଥିଲା। ହେଲ ରାଜ୍ୟ ସରକାରଙ୍କ ଖାମଖିଆଲି ମନୋଭାବ ଓ ପ୍ରାକ୍ ପ୍ରସ୍ତୁତିରେ ବ୍ୟାପକ ଅବହେଳା ଯୋଗୁଁ ଲକ୍ଷ ଲକ୍ଷ ଲୋକ ଆଜି ଗୁରୁତର ସମସ୍ୟାର ସମ୍ମୁଖିନ ହୋଇଛନ୍ତି । ଉଭୟ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ମହାଶୟ ଆକାଶମାର୍ଗରୁ ୟାସ କ୍ଷତିଗ୍ରସ୍ତ ଜିଲ୍ଲା ପରିଦର୍ଶନ କରିଥିଲେ ବି କ୍ଷତିଗ୍ରସ୍ତ ଲୋକଙ୍କ ନିକଟରେ ସରକାର ପଂହଚି ନ ପାରିବା ଅତ୍ୟନ୍ତ ଦୁଃଖଦାୟକ…

Read More

ନୂଆଦିଲ୍ଲୀ, ଦେଶରେ ଶିଶୁମାନେ କୋଭିଡ଼ ୧୯ ମହାମାରୀରେ ସଂକ୍ରମିତ ହେବା ଏବଂ ନୂତନ ଭାବେ ଏହି ମହାମାରୀ ଯେଉଁଭଳି ସଂକ୍ରମିତ ହେଉଛି ସେଭଳି ସମସ୍ୟାର ସମାଧାନ ନିମନ୍ତେ ଏକ ରାଷ୍ଟ୍ରୀୟ ବିଶେଷଜ୍ଞ ଗୋଷ୍ଠୀ ଗଠନ କରାଯାଇଛି । ଏହି ବିଶେଷଜ୍ଞ ଗୋଷ୍ଠୀ କୋଭିଡ଼ ମହାମାରୀର ମୁକାବିଲା ସକାଶେ ରାଷ୍ଟ୍ରକୁ ପ୍ରସ୍ତୁତ କରିବା ନିମନ୍ତେ ଉପଯୁକ୍ତ ରଣନୀତି ଓ କାର‌୍ୟ୍ୟପନ୍ଥା ନିର୍ଦ୍ଧାରଣ କରିବେ । ଗତ ୪ରୁ ୫ ମାସ ପୂର୍ବେ କୋଭିଡ଼ ମହାମାରୀର ଯେଉଁସବୁ ଲକ୍ଷଣ ନଥିଲା ଏବଂ ନିକଟ ଅତୀତରେ ତାହା ପରିଲକ୍ଷିତ ହେଉଛି ସେ ସଂପର୍କରେ ଏହି ବିଶେଷଜ୍ଞ ଗୋଷ୍ଠୀ ତର୍ଜମା କରିଛନ୍ତି । ଏଥି ନିମନ୍ତେ ଏବେସୁଦ୍ଧା ଉପଲବ୍ଧ ତଥ୍ୟାବଳୀ, କ୍ଲିନିକାଲ୍‍ ପ୍ରୋଫାଇଲ୍‍, ଦେଶ ଏପର‌୍ୟ୍ୟନ୍ତ ଆହରଣ କରିଥିବା ଉପଲବ୍ଧ, ରୋଗର ଗତିବିଧି, ଭୂତାଣର ସ୍ୱାଭାବ ତଥା ଏହା କିଭଳି ମହାମାରୀର ସ୍ୱରୂପ ଧାରଣ କରିଛି ସେ ସଂପର୍କରେ ଏକ ଗାଇଡ଼ଲାଇନ ପ୍ରସ୍ତୁତ କରିଛି । ଖୁବ୍‍…

Read More

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ପେଟ୍ରୋଲ ପମ୍ପ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ସୂଚନା ମୁତାବକ ଆଜି ରାତି ୮.୩୦ ଘଟିକାରେ ଗାଲୁଆ ପଞ୍ଚାୟତ ଅନ୍ତର୍ଗତ ବିଧାରପୁର ଗ୍ରାମର ଚନ୍ଦ୍ରମଣି ପରିଡା (୬୧) ବାଣପୁର ପେଟ୍ରୋଲ ପମ୍ପରୁ ଏକ ବୋତଲରେ ପେଟ୍ରୋଲ ଭର୍ତ୍ତିକରି ଚାଲିଚାଲି ନିଜ ଗ୍ରାମକୁ ଯାଉଥିଲେ। ଠିକ ଏହି ସମୟରେ ଦୃତ ଗତିରେ ଏକ ପଲସର ବାଇକ ( ଗାଡି ନଂ-ଓଡ଼ି- ୦୨- ଏ.ଏକ୍ସ ୬୨୫୧) ଆସି ହଠାତ୍ ଚନ୍ଦ୍ରମଣିଙ୍କୁ ପଛପଟୁ ଶକ୍ତ ଧକ୍କା ଦେଇଥିଲା। ଉକ୍ତ ବାଇକରେ ତିନି ଜଣ ବସିଥିବାର ସୂଚନା ମିଳିଛି। ଚନ୍ଦ୍ରମଣିଙ୍କ ମସ୍ତିଷ୍କରେ ପ୍ରବଳ ଆଘାତ ଲାଗିବା ସହ ବାମ ଗୋଡ ଏବଂ ଶରୀର ସାରା କ୍ଷତବିକ୍ଷତ ହୋଇଯାଇଛି। ତେବେ ଦୁର୍ଘଟଣାସ୍ଥଳରେ ଚନ୍ଦ୍ରମଣିଙ୍କ ପ୍ରଚୁର ରକ୍ତସ୍ରାବ ହୋଇଥିବା ହେତୁ ସେ ଅଚେତ ହୋଇ ତଳେ ପଡିଯାଇଥିଲେ। ସଙ୍ଗେସଙ୍ଗେ ସ୍ଥାନୀୟଲୋକେ…

Read More

ଭୁବନେଶ୍ଵର: ଓଡିଶାରେ ଯୁକ୍ତ ୨ ପରୀକ୍ଷା ହେବ କି ନାହିଁ, ଆସନ୍ତାକାଲି ଘୋଷଣା ହୋଇପାରେ। ଆସନ୍ତାକାଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏନେଇ ବୈଠକ ହେବା ସମ୍ଭାବନା ରହିଛି। ସିବିଏସଇ ଦ୍ଵାଦଶ ପରୀକ୍ଷା ବାତିଲ ହେବା ପରେ ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ନେଇ ରାଜ୍ୟ ସରାକର ଆସନ୍ତାକାଲି ନିଷ୍ପତ୍ତି ନେଇପାରନ୍ତି। ପୂର୍ବରୁ ସିବିଏସଇ ଦଶମ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ରାଜ୍ୟରେ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ମଧ୍ୟ ଦଶମ ପରୀକ୍ଷାକୁ ବାତିଲ କରିଥିଲା।

Read More

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ ଅନ୍ତର୍ଗତ କଳିଆକୁଣ୍ଡଳ ପଲସାପଡାର ବିଜୟ ରଣା ନାମକ ଜଣେ ବ୍ୟକ୍ତିଙ୍କ ଅଦିନରେ ମୃତ୍ୟୁ ହେବାପରେ ତିନି ସନ୍ତାନକୁ ନେଇ ବିଧବା ତପରଣା ଦୁର୍ଦ୍ଦିନରେ ଦିନ କାଟୁଥିଲେ। ତିନି ଛୁଆକୁ ନେଇ ପରିବାର ଚଳାଇବା କଷ୍ଟସାଧ୍ୟ ହୋଇପଡିଥିଲା। କରୋନା ଜନିତ କଟକଣା ଯୋଗୁଁ ଦୟନୀୟ ସ୍ଥିତିରେ ପରିବାର ଚଳୁଥିବା ବେଳେ ଖବର ପାଇ ଜୁନାଗଡ ବିଧାୟକ ତଥା ରାଜ୍ୟ ଶକ୍ତି ଶିଳ୍ପ ଓ ଗୃହ ରାଷ୍ଟ୍ର ମନ୍ତ୍ରୀ ସହେଯାଗର ହାତ ବଢାଇଛନ୍ତି। ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ବିଜେଡି ସଚିବ ମହେଶ ସାହୁଙ୍କ ନେତୃତ୍ୱରେ ୟୁସୁଫ ପୋପାଟିଆ, ମିଥୁନ ପଣ୍ଡା, ସଂପୂର୍ଣ୍ଣ ନାଏକ, କାଳିଆ ନାଏକ ପ୍ରମୂଖ କଳିଆକୁଣ୍ଡଳ ଯାଇ ଅସହାୟ ତପରଣା ର ପରିବାରକୁ ରାଶନ ସାମଗ୍ରୀ ଓ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ସହିତ ଆର୍ଥିକ ସାହାଯ୍ୟ ଯୋଗାଇ ଦେଇଛନ୍ତି। ସେହିପରି ଅନ୍ୟାନ୍ୟ ସରକାରୀ ସୁବିଧା ମଧ୍ୟ ତାଙ୍କୁ ଯୋଗାଇ ଦେବାକୁ ଭିଡିଓ…

Read More

ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ହ୍ରାସ ପାଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଗତକାଲି ସଂକ୍ରମଣର ଅଧା। ଚିହ୍ନଟ ହୋଇଥିବା ୨୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୧ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୫୧ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨୪ ଜଣ, ଚିଲିକା ବ୍ଲକରୁ ୧୬ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୪୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ…

Read More

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। କୋଭିଡରେ ନିଜ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମା’ଙ୍କୁ ହରାଇଥିବା ପିଲାମାନଙ୍କୁ ପ୍ରାଥମିକତା ଭିତ୍ତିରେ ଚିହ୍ନଟ କରିବା ସହିତ ଆଗାମୀ ୨ ସପ୍ତହ ମଧ୍ୟରେ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସେମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେହିପରି କୋଭିଡ ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସାମାଜିକ ନିରାପତ୍ତା ଯୋଜନାର ହିତାଧିକାରୀ ମାନଙ୍କୁ ଆଗୁଆ ୩ ମାସର ପେନ୍‌ସନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ପେନ୍‌ସନ ନଗଦ ଟଙ୍କା ଆକାରରେ ହିତାଧିକାରୀଙ୍କ ଗାଁରେ ହିଁ ଦିଆଯିବ। ଦେଶର ବିଭିନ୍ନ ରାଜ୍ୟରେ ବର୍ତ୍ତମାନ ବ୍ଲାକ ଫଙ୍ଗସର ରୋଗୀ ବହୁ ସଂଖ୍ୟାରେ ବାହାରୁଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ରାଜ୍ୟରେ ଏହାର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ତାଲିମପ୍ରାପ୍ତ ଡାକ୍ତର ଓ ମେଡିସିନ୍‌…

Read More