Author: Samikhsya Bureau

ସୀତାରାମ ଅଗ୍ରୱାଲ ଚିଲିକା: କିଛିଦିନର ବ୍ୟବଧାନପରେ ପୁଣି ଆସନ୍ତାକାଲି ଆରମ୍ଭ ହେବାକୁ ଯାଉଛି ଚିଲିକା ନିର୍ବାଚନମଣ୍ଡଳୀରେ ଟୀକାକରଣ। ତେବେ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନେ କେବଳ ପ୍ରଥମ ଡୋଜ ଟୀକା ନେବେ। ଏ ନେଇ ଉଭୟ ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି। ଆସନ୍ତୁ ଜାଣିବା କେବେ, କେଉଁଠି ଏବଂ କେତେଜଣଙ୍କୁ ଟୀକା ଦିଆଯିବ: ଆସନ୍ତା ସୋମବାର (ମଇ ୨୪) ଏବଂ ମଙ୍ଗଳବାର (ମଇ ୨୫) ରେ ସକାଳ ୬ ଘଟିକାରୁ ବାଣପୁର ମାଇନର ସ୍କୁଲ, ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର, ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ସୁନାଖଳା ଉପସ୍ୱାସ୍ଥ୍ୟ କେନ୍ଦ୍ରରେ ୧୦୦ ଜଣ ନାଗରିକମାନଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ଅନୁରୂପ ଭାବେ ଗୁରୁବାର(ମଇ ୨୭) ଏବଂ ଶୁକ୍ରବାର (ମଇ ୨୮) ରେ କେବଳ ବାଣପୁର ମାଇନର ସ୍କୁଲ ରେ ୧୦୦ ଜଣଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ସେହିପରି ଆସନ୍ତାକାଲି ସୋମବାର…

Read More

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏସି ମାନଙ୍କୁ ପଞ୍ଚାବନ ଲକ୍ଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ। ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ସୂଚନାଯୋଗ୍ୟ ଯେ,…

Read More

ଚାନ୍ଦପୁର: ସଟଡ଼ାଉନ ସମୟରେ ଜୁଆ ଖେଳ ଚାଲିଥିବା ବେଳେ ଅଚାନକ ପୋଲିସ ଆଡ୍ଡା ଉପରେ ଚଢାଉ କରିଛି। ଖେଳୁଥିବା ୭ ଜଣ ଜୁଆଡିକୁ ପୋଲିସ ଗିରଫ କରିବା ସହ ଜରିମାନା ମଧ୍ୟ ଆଦାୟ କରିଛି। ସୂଚନା ମୁତାବକ ଗତକାଲି ରାତିରେ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅନ୍ତର୍ଗତ ରାମଚଣ୍ଡୀ ମନ୍ଦିର ପରିସରରେ ଜୁଆ ଆଡ୍ଡା ଚାଲିଥିବାର ଖବର ପାଇଥିଲା ପୋଲିସ। ପରବର୍ତ୍ତୀ ସମୟରେ ଚାନ୍ଦପୁର ଆଇଆଇସି ରଶ୍ମି ରଞ୍ଜନ ଦାସଙ୍କ ତତ୍ୱାବଧାନରେ ଏକ ଟିମ ଗଠନ କରାଯାଇ ଉକ୍ତ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ୭ ଜଣ ଜୁଆଡ଼ିଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ନକଦ ୨ ହଜାର ୬ଶହ ସତୁରି ଟଙ୍କା, ଚାରି ଗୋଟି ମୋବାଇଲ ଏବଂ ଜୁଆ ସମ୍ପର୍କିତ ଜିନିଷ ପୋଲିସ ଜବତ କରିଛି। ତେବେ ସମସ୍ତ ଅଭିଯୁକ୍ତ ଚାନ୍ଦପୁର ଅଞ୍ଚଳର ହୋଇଥିବା ବେଳେ ସେମାନଙ୍କ ବିରୁଦ୍ଧରେ କୋଭିଡ଼ ଏବଂ ଓପିଜି ନିୟମ ଅନୁଯାୟୀ କେସ ନମ୍ବର…

Read More

ଭୁବନେଶ୍ବର: କରୋନା ପୃଥିବୀ ପୃଷ୍ଠକୁ ଆସି ଅନେକଙ୍କୁ କଲବଲ କରି ମାରି ସାରିଲାଣି। ବର୍ତ୍ତମାନ ସମସ୍ତେ କରୋନାକୁ ନେଇ ଘରେ ଆତଙ୍କିତ ଅବସ୍ଥାରେ। ଏସବୁ ଭିତରେ କରୋନାକୁ ନେଇ ଘଟିଯାଉଥିବା କିଛି କିଛି ଘଟଣା ଅନେକ ସେମାନଙ୍କର ସାମାଜିକ ଗଣମାଧ୍ୟମରେ ଉପସ୍ଥାପିତ କରିଛନ୍ତି। ସେସବୁକୁ ନେଇ ଏହି ଭିନ୍ନ ଉପସ୍ଥାପନା… (୧) ତିନିବର୍ଷ ହେଲାଣି କ୍ଲାସ’ର ସବୁ ପରୀକ୍ଷାରେ ୪୦% ରୁ ୫୦% ନମ୍ବର ରଖୁଥିବା ପୁଅ ଏଇବର୍ଷ କ୍ଲାସଟେଷ୍ଟରେ ୯୫% ନମ୍ବର ରଖିଥିବା ଦେଖି ଖୁସିରେ ଉଛୁଳି ପଡି ମା କହୁଥିଲେ, “ଦେଖିଲ ? ମୁଁ କହୁ ନ ଥିଲି, ଆମ ପୁଅ ଭଲ ପଢୁଛି ଓ ପରୀକ୍ଷାରେ ବି ଠିକ୍ ଲେଖୁଥିବ। ଏଇ ସାର୍, ଦିଦିଗୁଡାକ ରାଗ ରଖି ଆମ ପୁଅକୁ କମ୍ ନମ୍ବର ଦେଉଥିଲେ।” ବାପା ଟିକେ ଆଶ୍ଚର୍ଯ୍ୟ ହୋଇ ପଚାରିଲେ, “ଏତେ ଅଧିକ ମାର୍କ ଆଗରୁ କାହିଁକି ଆଣୁ ନ ଥିଲା?” “ଆମ ପୁଅ, କ୍ଳାସରେ…

Read More

ନୂଆଦିଲ୍ଲୀ: ଅଲମ୍ପିକ ପଦକ ବିଜେତା ସୁଶୀଲ କୁମାରଙ୍କୁ ଆଜି ଦିଲ୍ଲୀ ପୋଲିସର ସ୍ଵତନ୍ତ୍ର ସେଲ ଗିରଫ କରିଛି। ସୁଶୀଲଙ୍କ ବନ୍ଧୁ ଅଜୟଙ୍କୁ ମଧ୍ୟ ପୋଲିସ ଧରିଛି। ଦିଲ୍ଲୀର ମୁଣ୍ଡକା ଅଞ୍ଚଳରୁ ସୁଶୀଲଙ୍କୁ ପୋଲିସ ଗିରଫ କରିଛି। ସୁଶୀଲଙ୍କ ଉପରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିବା ବେଳେ ଅଜୟଙ୍କ ପାଇଁ ୫୦ ହଜାର ଟଙ୍କାର ପୁରସ୍କାର ଘୋଷଣା କରଯାଇଥିଲା। ଏହାସହିତ ସେମାନଙ୍କ ଉପରେ ଜାମିନ ବିହୀନ କେସ ମଧ୍ୟ ଜାରି ହୋଇଥିଲା। ଉଲ୍ଲେଖ ଯୋଗ୍ୟ ଯେ, ମେ’ ୪ ତାରିଖରେ ଜଣେ କୁସ୍ତି ଖେଳାଳିଙ୍କୁ ହତ୍ୟା କରିଥିବା ଅଭିଯୋଗରେ ପୋଲିସ ତାଙ୍କୁ ଖୋଜୁଥିଲା। ଅଭିଯୋଗ ଅନୁଯାୟୀ, ସାଗର ରାଣା ନାମକ କୁସ୍ତି ଖେଳାଳିଙ୍କ ସହ ସୁଶୀଲ ଏବଂ ଅନ୍ୟମାନଙ୍କ ସହ ଦିଲ୍ଲୀର ଛତ୍ତ୍ରସାଲ ଷ୍ଟାଡିୟମରେ ଝଗଡା ହୋଇଥିଲା। ଫଳରେ ରେସଲର ସାଗରଙ୍କର ସେଠାରେ ମୃତ ହୋଇଥିଲା। ସାଗରଙ୍କ ସାଙ୍ଗମାନେ ସୁଶୀଲ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ କରିଥିଲେ।…

Read More

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୪୦ ହଜାର ୮୪୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୭୪୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୬୫ ଲକ୍ଷ ୩୦ ହଜାର ୧୩୨ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୯୯ ହଜାର ୨୬୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୩୪ ଲକ୍ଷ ୨୫ ହଜାର ୪୬୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୮ ଲକ୍ଷ ୫ ହଜାର ୩୯୯ ଆକ୍ଟିଭ୍‌ କେସ୍ ରହିଛି।

Read More

ଭୁବନେଶ୍ବର, ବର୍ତ୍ତମାନ ଓଡିଶାରେ ଖୋର୍ଦ୍ଧା ଏବଂ କଟକ ଜିଲ୍ଲାକୁ କରୋନା କଲବଲ କଲାଣି। ଏହି ଦୁଇ ଜିଲ୍ଲାରୁ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉ ନାହିଁ। ପୂର୍ବରୁ ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିଲେ। ହେଲେ ଗତ କିଛି ଦିନ ଧରି ଏହି ଜିଲ୍ଲାର କରୋନା ଗ୍ରାଫ ସ୍ଥିର ରହିଛି। ବର୍ତ୍ତମାନର ତାଜା ସୂଚନା ଅନୁସାରେ ଖୋର୍ଦ୍ଧାରୁ 19 ଶହ 9 ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପରକୁ ରହିଛି କଟକ ଜିଲ୍ଲା। ଏହି ଜିଲ୍ଲାରୁ  1 ହଜାରେ 73 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବିଭିନ୍ନ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ଏହିପରି 1.Khurda: 1909 2. Cuttack: 1073 3. Angul: 874 4. Sundargarh: 848 5. Kalahandi: 668 6. Mayurbhanj: 586 7. Balasore: 508 8. Dhenkanal: 482 9. Puri: 472 10. Bargarh: 461…

Read More

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୮୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଅନୁଗୁଳ ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନବରଙ୍ଗପୁର, ପୁରୀ ଏବଂ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଗଞ୍ଜାମ, ଗଜପତି ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୯୨ ହଜାର ୩୮୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୭୭ ହଜାର ୯୮୩ ଜଣ। ରାଜ୍ୟରେ ଏବେ…

Read More

ଭୁବନେଶ୍ବର: ଆଜି ରାଜ୍ୟରେ ୧୨ ହଜାର ୮୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୧୯୫ ଜଣ ଚିହ୍ନଟ ହୋଇଥିବା ବେଳେ ୫୬୫୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୯୨ ହଜାର ୩୮୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୭୭ ହଜାର ୯୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୧୧ ହଜାର ୮୬୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୫୬ କୁ ବୃଦ୍ଧି ହୋଇଛି। ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୨ ହଜାର ୮୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୯୦୯ ଜଣ, ଅନୁଗୁଳ ଜିଲ୍ଲାରୁ ୮୭୪ ଜଣ,…

Read More

ଭୁବନେଶ୍ବର, ସାରା ଓଡିଶାରେ ଲକ ଡାଉନ ଥିଲେ ମଧ୍ୟ କରୋନା ଗ୍ରାଫ୍ ଖସିବାର ନାଁ ଧରୁନି। ହେଲେ ପୂର୍ବରୁ ଯେପରି ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିଲା ସେଥିରେ ସମାନ୍ୟ ରୋକ ଲାଗିଛି। ବର୍ତ୍ତମାନର ନୂଆ ତଥ୍ୟ ଅନୁସାରେ ଓଡିଶାରୁ 12 ହଜାର 852 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାର ପୂର୍ବ ରିପୋର୍ଟରେ ଏହି ସଂଖ୍ୟା ଥିଲା 11 ହଜାର 108। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରଣ୍ଟାଇନରୁ 7 ହଜାର 195 ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରାମଣ ସଂଖ୍ୟା ହେଉଛି 5 ହଜାର 657। ପୂର୍ବରୁ ସ୍ଥାନୀୟ ସଂକ୍ରାମଣଙ୍କ ସଂଖ୍ୟା କ୍ବାରଣ୍ଟାଇନରୁ ଅଦିକ ରହୁଥିଲା। ତେବେ ଗତ କିଛି ଦିନ ଧରି ସ୍ଥାନୀୟ ସଂକ୍ରାମଣଙ୍କ ସଂଖ୍ୟା ହ୍ରାସ ପାଉଛି।

Read More

ମେଷ ରାଶି-ଆଜି ଆପଣଙ୍କର ମିଶ୍ରର ଦିନ ଅଟେ। ଆଜି ଆପଣ ଅସୁସ୍ଥତା ଏବଂ ଚିନ୍ତା ଅନୁଭବ କରିବେ । ଶରୀରରେ ଥକାପଣ ଏବଂ ଅଳସୁଆତା ଏବଂ ମନରେ ବ୍ୟାକୁଳତା ଅନୁଭବ ହେବ । ଆଜି ଆପଣ ଟିକେ କ୍ରୋଧିତ ହେବେ ଯାହା ହେତୁ ଜିନିଷ ନଷ୍ଟ ହୋଇପାରେ । ଅଭ୍ୟାସରେ ନ୍ୟାୟ ଆଣିବାକୁ ଚେଷ୍ଟା କରନ୍ତୁ । ନିର୍ଦ୍ଦିଷ୍ଟ କାର୍ଯ୍ୟ କରିବାକୁ ଚେଷ୍ଟା କରନ୍ତୁ । ଧାର୍ମିକ ଯାତ୍ରା ଆୟୋଜିତ ହେବ । ଆଜି ଆପଣ ଯାହା ବି ଚେଷ୍ଟା କରୁଛନ୍ତି ତାହା ଭୁଲ୍ ଦିଗରେ ଅଛି । ବୃଷ ରାଶି-ଆପଣଙ୍କ ଦିନକୁ ଯତ୍ନର ସହିତ ବିତାନ୍ତୁ । ଆଜି କୈଣସି ପ୍ରକାରର ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ । ଖାଦ୍ୟ ଏବଂ ପାନୀୟରେ ବିଶେଷ ଯତ୍ନ ନେବା ଲାଭଦାୟକ ଅଟେ । ଆପଣ ଶାରୀରିକ ଥକ୍କା ଏବଂ ମାନସିକ ବିଭ୍ରାଟ…

Read More

କୁମ୍ଭ ରାଶି-ଆପଣ ନୂତନ କାର୍ଯ୍ୟ ଆୟୋଜନ ଆରମ୍ଭ କରିବା ପାଇଁ ଆଜି ଶୁଭ ଦିନ। ଚାକିରୀ ଏବଂ ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି । ଆପଣ ମହିଳା ସାଙ୍ଗମାନଙ୍କଠାରୁ କାମ ପାଇପାରିବେ । ଲକ୍ଷ୍ମୀ ଦେବୀଙ୍କ ଆଶୀର୍ବାଦ ଆଜି ଆପଣଙ୍କ ଉପରେ ଅଛି । ସାମାଜିକ କ୍ଷେତ୍ରରେ ଆପଣଙ୍କର ଖ୍ୟାତି ବୃଦ୍ଧି ପାଇବ । ମୀନ ରାଶି-ଆଜି ଆପଣଙ୍କ ଦିନ ବହୁତ ଶୁଭ ହେବ। ଆପଣ ସଫଳତା ଏବଂ ଉଚ୍ଚ ପଦାଧିକାରୀଙ୍କ ଇଚ୍ଛା ହେତୁ ଆଜି ଆପଣଙ୍କ ପାଇଁ ଖୁସିର ଦିନ ହେବ । ବ୍ୟବସାୟୀମାନେ ବ୍ୟବସାୟରେ ଅଭିବୃଦ୍ଧି ଏବଂ ସଫଳତା ପାଇବେ । ପିତା ଏବଂ ବରିଷ୍ଠମାନେ ଉପକୃତ ହେବେ। ଲକ୍ଷ୍ମୀଦେବୀଙ୍କ ଆଶୀର୍ବାଦ ରହିବ ।

Read More

ଧନୁ ରାଶି-ଆପଣ ଶାରୀରିକ ଏବଂ ମାନସିକ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଜି ଆପଣ ନିର୍ଦ୍ଦିଷ୍ଟ କାର୍ଯ୍ୟ କରିବାକୁ ସକ୍ଷମ ହେବେ। ଆର୍ଥିକ ଲାଭ ହାସଲ ହେବ । ସ୍ଥାନାନ୍ତରଣର ସମ୍ଭାବନା, ବିଶେଷକରି ଧାର୍ମିକ ଯାତ୍ରା ସମ୍ଭାବନା ଅଛି। ସମ୍ପର୍କୀୟଙ୍କ ଘରେ ଏକ ମଙ୍ଗଳ ପ୍ରସଙ୍ଗରେ ଉପସ୍ଥିତ ହେବାର ଏକ ସୁଯୋଗ ଥାଇପାରେ। ମକର ରାଶି-ଆଜି ଆପଣ ସତର୍କ ରହିବାକୁ ସୂଚନା ଆସିଛି। ଆଜି, ବ୍ୟବସାୟିକ କାର୍ଯ୍ୟରେ ସହଯୋଗୀ ହସ୍ତକ୍ଷେପ ବୃଦ୍ଧି ପାଇବ । ଖର୍ଚ୍ଚ ସାଧାରଣ ଅପେକ୍ଷା ଅଧିକ ହେବ । ଧାର୍ମିକ, ସାମାଜିକ କାର୍ଯ୍ୟରେ ଯୋଗଦାନ ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ମଧ୍ୟ ହୋଇପାରେ । ସ୍ୱାସ୍ଥ୍ୟ ବିଷୟରେ ଚିନ୍ତା ହେବ ।

Read More

ବିଛା ରାଶି-ଆପଣଙ୍କ ଦିନ ଶୁଭ ହେବ। ଭାଇମାନଙ୍କ ସହିତ ଭଲ ସମ୍ପର୍କ ରହିବ ଏବଂ ଘର ସେମାନଙ୍କ ସହିତ ପ୍ରଶ୍ନ ଉପରେ ଆଲୋଚନା କରିବେ । ଏକ ଛୋଟ ଧାର୍ମିକ ସ୍ଥାନ ପରିଦର୍ଶନ କରିବା ଏକ ସଫଳ କାର୍ଯ୍ୟକ୍ରମ ହେବ । ଧନ ଲାଭର ସମ୍ଭାବନା । ସିଂହ ରାଶି-ଆଜି ସାଧାରଣ ଲାଭର ଦିନ। ଅଯଥା ଖର୍ଚ୍ଚ ବନ୍ଦ କରିବାକୁ ପଡିବ । ବିଶେଷ ଧ୍ୟାନ ଦିଅନ୍ତୁ ଯେ ପରିବାରରେ ଝଗଡ଼ା ନହୁଏ । ପରିବାରର ସଦସ୍ୟଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣାକୁ ଦୂରେଇ ରଖନ୍ତୁ ।

Read More

ତୂଳା ରାଶି-ଆଜି ଏକ ଖୁସିର ଦିନ ହେବ। ଆଜି ଆପଣ ଅଧିକ କଳ୍ପନାକାରୀ ହେବେ। ସାହିତ୍ୟର ସୃଷ୍ଟି କବିତା ସୃଷ୍ଟିର ପ୍ରେରଣା ହେବ। ପ୍ରିୟଙ୍କ ସହିତ ସାକ୍ଷାତ ଶୁଭ ହେବ, ଫଳସ୍ୱରୂପ ଦିନସାରା ମନ ଖୁସି ରହିବ । କନ୍ୟା ରାଶି-ଆଜି ଆପଣଙ୍କ ପାଇଁ ଭଲ ଦିନ ନୁହେଁ। ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଭଲ ହେବ ନାହିଁ । ଅନେକ ସମସ୍ୟା ହେତୁ ମନ ବିବ୍ରତ ରହିବ । ଶକ୍ତିର ଅଭାବ ରହିବ । ସମ୍ପର୍କୀୟମାନଙ୍କ ସହିତ ମତଭେଦ ହେବ ।

Read More

ମିଥୁନ ରାଶି-ଆଜି ଆପଣଙ୍କର ଦିନ ଆନନ୍ଦ ଏବଂ ଭୋଗରେ ଅତିବାହିତ ହେବ । ବିପରୀତ ଲିଙ୍ଗର ଲୋକଙ୍କୁ ଭେଟିବେ । ବନ୍ଧୁ ଏବଂ ପ୍ରିୟଜନଙ୍କ ସହିତ ଏକ ଉପଭୋଗ୍ୟ ରହଣି ହୋଇପାରେ । ଯାନ ଆନନ୍ଦ ପାଇବେ । ନୂତନ ପୋଷାକ କିଣିଲେ ଏବଂ ଏହାକୁ ପିନ୍ଧିବାର ସୁଯୋଗ ପାଇବେ । କର୍କଟ ରାଶି-ଆଜି ଆପଣଙ୍କର ଭଲରେ ଦିନ କଟିବ। ଘରେ ଶାନ୍ତି ଏବଂ ଆନନ୍ଦର ପରିବେଶ ରହିବ ଏବଂ ଏକ ସୁଖଦ ସମ୍ପର୍କ ଗଢି ଉଠିବ । ଆପଣ ଯାହା ବି କରନ୍ତି ସେଥିରେ ଆପଣ ଖ୍ୟାତି ଅର୍ଜନ କରିବେ । ସ୍ୱାସ୍ଥ୍ୟ ଭଲ ହେବ । ପରିବାର ସଦସ୍ୟଙ୍କ ସହିତ ଘରେ ସମୟ ବିତାଇବେ ।

Read More

ମେଷ ରାଶି-ଆଜି ଆପଣଙ୍କର ମିଶ୍ରର ଦିନ ଅଟେ। ଆଜି ଆପଣ ଅସୁସ୍ଥତା ଏବଂ ଚିନ୍ତା ଅନୁଭବ କରିବେ। ଶରୀରରେ ଥକାପଣ ଏବଂ ଅଳସୁଆତା ଏବଂ ମନରେ ବ୍ୟାକୁଳତା ଅନୁଭବ ହେବ। ଆଜି ଆପଣ ଟିକେ କ୍ରୋଧିତ ହେବେ ଯାହା ହେତୁ ଜିନିଷ ନଷ୍ଟ ହୋଇପାରେ। ବୃଷ ରାଶି-ଆପଣଙ୍କ ଦିନକୁ ଯତ୍ନର ସହିତ ବିତାନ୍ତୁ। ଆଜି କୈଣସି ପ୍ରକାରର ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ। ଖାଦ୍ୟ ଏବଂ ପାନୀୟରେ ବିଶେଷ ଯତ୍ନ ନେବା ଲାଭଦାୟକ ଅଟେ । ଆପଣ ଶାରୀରିକ ଥକ୍କା ଏବଂ ମାନସିକ ବିଭ୍ରାଟ ଅନୁଭବ କରିବେ।

Read More

ନୂଆଦିଲ୍ଳୀ, ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଥିବା ଲଘୁଚାପ ବଳୟ କ୍ରମଶଃ ଘନୀଭୂତ ହୋଇ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ ‘ୟାସ’ ରୂପ ନେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟ ଏହି ଝଡ ଉତ୍ତରପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ହୋଇ ଆସନ୍ତା ୨୬ତାରିଖ ଦିନ ଅତିକ୍ରମ କରିବା ସମ୍ଭାବନା ଅଛି। ଭାରତୀୟ ନୌସେନା ଏହି ଝଡବାତ୍ୟାର ଗତିପଥ ଉପରେ ସତର୍କ ନଜର ରଖିଛି । ପୂର୍ବ ନୌକମାଣ୍ଡ ଏବଂ ଓଡିଶା ଓ ପଶ୍ଚିମବଙ୍ଗ ଭାରପ୍ରାପ୍ତ ନୌସେନା ଅଧିକାରୀ ବାତ୍ୟା ‘ୟାସ’ ପ୍ରଭାବର ମୁକାବିଲା ନିମନ୍ତେ କାଯ୍ୟପନ୍ଥା ପ୍ରସ୍ତୁତ କରିଛନ୍ତି । ସେମାନେ ରାଜ୍ୟ ପ୍ରଶାସନର ଯୋଗାଯୋଗରେ ରହିବା ସହ ଆବଶ୍ୟକ ସ୍ଥଳେ ସମସ୍ତ ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଛନ୍ତି। ପ୍ରସ୍ତୁତିର ଅଂଶବିଶେଷ ଭାବେ ୮ଟି ବନ୍ୟା ରିଲିଫ ଓ ଚାରୋଟି ଡ୍ରାଇଭିଂ ଟିମ୍ ଓଡିଶା ଓ ପଶ୍ଚିମବଙ୍ଗରେ ଉପସ୍ଥିତ ଦଳର ସହାୟତା ପାଇଁ…

Read More

ନୂଆଦିଲ୍ଲୀ, କେନ୍ଦ୍ର ରସାୟନ ଓ ସାରମନ୍ତ୍ରୀ ଡି.ଭି. ସଦାନନ୍ଦ ଗୌଡା ଶନିବାର ଦେଶରେ କ୍ରମବର୍ଦ୍ଧିଷ୍ଣୁ ମ୍ୟୁକୋରମାଏକୋସିସ୍ ବା ବ୍ଲାକ ଫଙ୍ଗସ ରୋଗର ସବିଶେଷ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ସେ କହିଛନ୍ତି ଯେ ଏହି ରୋଗର ଚିକିତ୍ସା ପାଇଁ ଉଦ୍ଦିଷ୍ଟ ଆମ୍ଫୋଟେରିସିନ- ବି ଅତିରିକ୍ତ ୨୩୬୮୦ ଭାଏଲ ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଂଚଳକୁ ଯୋଗାଇ ଦିଆଯାଇଛି। ସେ କହିଛନ୍ତି ରୋଗୀଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟକୁ ଏହି ଅତିରିକ୍ତ ଔଷଧ ପ୍ରଦାନ କରାଯାଇଛି । ଏଯାବତ୍ ଦେଶର ବିଭିନ୍ନ ରାଜ୍ୟରେ ପ୍ରାୟ ୮୮୪୮ଜଣ ମ୍ୟୁକୋରମାଏକୋସିସ୍ ରୋଗରେ ଆକ୍ରାନ୍ତ ହେଇଛନ୍ତି । ଓଡିଶାରେ ଏହି ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଶନିବାର ସୁଦ୍ଧା ୧୫ଥିଲା । ଓଡିଶା ଏହି ଅତିରିକ୍ତ ସହାୟତାରେ ୫୦ଭାଏଲ ଆମ୍ଫୋଟେରିସିନ-ବି ପାଇଛି । ମ୍ୟୁକୋରମାଏକୋସିସ୍ ଏକ କବକ ବା ଫଙ୍ଗସ୍ ସଂକ୍ରମଣ ଜନିତ ରୋଗ । ଏହା କୋଭିଡ୍ ରୋଗୀଙ୍କ ମଧ୍ୟରେ ଦେଖାଯାଉଛି । ଗୁଜରାଟରେ ସର୍ବାଧିକ…

Read More

ନୂଆଦିଲ୍ଲୀ, ବଙ୍ଗୋପ ସାଗରରେ ସୃଷ୍ଟ ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା ‘ୟାସ୍‌’କୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମନ୍ତ୍ରଣାଳୟ ଏବଂ ଏଜେନ୍ସିମାନଙ୍କ ଦ୍ୱାରା କିଭଳି ଭାବେ ସଫଳତାର ସହ ମୁକାବିଲା କରାଯାଇପାରିବ ତାହାର ପ୍ରସ୍ତୁତି ସଂପର୍କରେ ଆଜି କ୍ୟାବିନେଟ ସଚିବ, ଶ୍ରୀ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଜାତୀୟ ସଂକଟ ପରିଚାଳନା କମିଟି (ଏନସିଏମସି)ର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ କମିଟି ସମ୍ମୁଖରେ ଏହି ସାମୁଦ୍ରିକ ଝଡ଼ବାତ୍ୟାର ସଦ୍ୟତମ ସ୍ଥିତି ଉପସ୍ଥାପନ କରିଥିଲେ ଯାହା ମେ 26 ତାରିଖ ସନ୍ଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ଏବଂ ତତ୍‌ସଂଲଗ୍ନ ଓଡ଼ିଶା ଉପକୂଳ ଛୁଇଁବ ବୋଲି ଅନୁମାନ କରାଯାଉଛି । ଉପକୂଳ ଛୁଇଁଲା ବେଳକୁ ଏହି ଝଡ଼ବାତ୍ୟାର ବେଗ ଘଣ୍ଟା ପ୍ରତି 155ରୁ 165 କିଲୋମିଟର ହେବାର ସମ୍ଭାବନା ରହିଛି । ଏଭଳି ବାତ୍ୟା ସହିତ ସେହିସବୁ ରାଜ୍ୟମାନଙ୍କରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ଓ ତୁହାକୁ ତୁହା ଝଡ଼ ପ୍ରବାହିତ ହେବ…

Read More

ଭୁବନେଶ୍ବର: ଶିଶୁଙ୍କ କ୍ଷେତ୍ରରେ କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ନୂଆ ମାର୍ଗଦର୍ଶିକା ଜାରି ହୋଇଛି। ଏନେଇ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସବୁ ଜିଲ୍ଲାପାଳ ଓ ମେଡିକାଲ କର୍ତ୍ତୁପକ୍ଷଙ୍କୁ  ଚିଠି ଲେଖିଛନ୍ତି। ପ୍ରତି ହସ୍ପିଟାଲରେ ‘ପେଡିଆଟ୍ରିକ କୋଭିଡ ଉଇଙ୍ଗ’ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲରେ ମୋଟ ଉପଲବ୍ଧ ଶଯ୍ୟାରୁ ୧୫ ପ୍ରତିଶତ ‘ପେଡିଆଟ୍ରିକ କୋଭିଡ ଉଇଙ୍ଗ’ ହେବ। ଶିଶୁମାନଙ୍କ ଲାଗି ଏଚଡିୟୁ ଏବଂ ଆଇସିୟୁ ସେବା ସଂରକ୍ଷଣ ରଖିବାକୁ ନିର୍ଦ୍ଦେଶ ହୋଇଛି। ଶିଶୁଙ୍କ ଚିକିତ୍ସା ବେଳେ କେନ୍ଦ୍ରର ଗାଇଡଲାଇନ ମାନିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲରେ ଶିଶୁ ସହ ଜଣେ ଅଭିଭାବକ ରହିବାକୁ କୁହାଯାଇଛି। କଟକର ଏସଭିପିଜିଆଇପି ନୋଡାଲ ସେଣ୍ଟର ଭାବେ କାର୍ଯ୍ୟ କରିବ। ରାଜ୍ୟର ଶିଶୁରୋଗ ଚିକିତ୍ସକମାନଙ୍କୁ ଏସଭିପିଜିଆଇପି ବୈଷୟିକ ସହାୟତା ଯୋଗାଇବ। ଏନେଇ ଏସଭିପିଜିଆଇପି ଏକ ବୈଷୟିକ ଗ୍ରୁପ ଗଠନ ଲାଗି ନିର୍ଦ୍ଦେଶ ହୋଇଛି।

Read More