ନୂଆଦିଲ୍ଲୀ: ଦେଶରେ ଟୀକାକରଣକୁ ନେଇ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ଏଗଜିକ୍ୟୁଟିଭ ଡାଇରେକ୍ଟର ସୁରେଶ ଯାଦବ ଏକ ମନ୍ତବ୍ୟ ରଖିଛନ୍ତି। ଟୀକାକରଣ ପ୍ରକ୍ରିୟାର ବିସ୍ତାର କରିବା ସମୟରେ କେନ୍ଦ୍ର ସରକାର ନା ଟୀକାର ଉପଲବ୍ଧତା ଉପରେ ଧ୍ୟାନ ଦେଇଛନ୍ତି ନା ବିଶ୍ଵ ସ୍ୱାସ୍ଥ୍ୟ ସଂଗଠନର ଗାଇଡଲାଇନକୁ ଅନୁସରଣ କରିଛନ୍ତି। ସୁରେଶ ଏଭଳି ସମୟରେ ନିଜର ମନ୍ତବ୍ୟ ରଖିଛନ୍ତି, ଯେତେବେଳେ ଦେଶର ଅନେକ ରାଜ୍ୟରେ ଟୀକାର ଘୋର ଅଭାବ ଦେଖାଯାଇଛି। ସୁରେଶ ଯାଦବ କହିଛନ୍ତି ଯେ, ଆମେ ଟୀକା ପ୍ରସ୍ତୁତ କରିବା ଟାର୍ଗେଟରେ ପହଞ୍ଚିବା ପୂର୍ବରୁ ୪୫ ବର୍ଷ ଉର୍ଦ୍ଧ୍ଵ ବର୍ଗର ଲୋକଙ୍କୁ ଟୀକା ଦେବା ସହ ୧୮ ବର୍ଷ ବର୍ଗର ବୟସ୍କଙ୍କୁ ଦେବା ପାଇଁ ସରକାର ଘୋଷଣା କରିଦେଲେ। ଯେତେବେଳେ ସରକାରଙ୍କୁ ଜଣାଥିଲା ଯେ, ଆମ ପାଖରେ ପର୍ଯ୍ୟାପ୍ତ ପରିମାଣରେ ଟୀକା ନାହିଁ।
Author: Samikhsya Bureau
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୭ ହଜାର ୨୯୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୯୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୬୨ ଲକ୍ଷ ୮୯ ହଜାର ୨୯୦ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୯୨ ହଜାର ୫୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୩୦ ଲକ୍ଷ ୭୦ ହଜାର ୩୬୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୯ ଲକ୍ଷ ୨୩ ହଜାର ୪୦୦ ଆକ୍ଟିଭ୍ କେସ୍ ରହିଛି।
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୫୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବାଲେଶ୍ଵର ଏବଂ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବୌଦ୍ଧ, ଗଜପତି, କୋରାପୁଟ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୯ ହଜାର ୫୩୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୬୭ ହଜାର ୩୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି…
ଭୁବନେଶ୍ବର: ଆଜି ରାଜ୍ୟରେ ୧୧ ହଜାର ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୬୨୧୯ ଜଣ ଚିହ୍ନଟ ହୋଇଥିବା ବେଳେ ୪୮୮୯ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୯ ହଜାର ୫୩୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୬୭ ହଜାର ୩୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୯ ହଜାର ୬୩୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୩୦ କୁ ବୃଦ୍ଧି ହୋଇଛି। ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୧ ହଜାର ୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୪୫୧ ଜଣ, ଅନୁଗୁଳ ଜିଲ୍ଲାରୁ ୮୬୪ ଜଣ,…
ଭୁବନେଶ୍ବର, ଗୃହ ମନ୍ତ୍ରଣାଳୟ ପକ୍ଷରୁ ଆଜି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର ସ୍ୱତନ୍ତ୍ର ରିଲିଫ କମିଶନର ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସଚିବମାନଙ୍କ ବାର୍ଷିକ ସମ୍ମିଳନୀ ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ 2021 କାରଣରୁ ଦେଖାଯିବାକୁ ଥିବା ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତିର ସ୍ଥିତି ସମୀକ୍ଷା କରିବା ଲାଗି ମୁଖ୍ୟତଃ ଏହି ସମ୍ମିଳନୀ ଆୟୋଜନ କରାଯାଇଥିଲା। କେନ୍ଦ୍ର ଗୃହ ସଚିବ ଏହି ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ। ସେ ତାଙ୍କର ଉଦଘାଟନୀ ଅଭିଭାଷଣରେ ବର୍ଷା ସାରା 24 ଘଣ୍ଟିଆ ପ୍ରସ୍ତୁତି ସୁନିଶ୍ଚିତ କରିବା ଲାଗି କ୍ଷମତା ନିର୍ମାଣ ଏବଂ ତୁରନ୍ତ ପଦକ୍ଷେପ ନିମନ୍ତେ ସଜାଗ ରହିବାର ଆବଶ୍ୟକତା ଉପରେ ଗୁରୁତ୍ବାରୋପ କରିଥିଲେ। ସେ ଦକ୍ଷିଣ-ପଶ୍ଚିମ ମୌସୁମୀ କିମ୍ବା ଅନ୍ୟ କୌଣସି ଆସନ୍ନ ବିପତ୍ତି ସମୟରେ ପ୍ରବଳ ବର୍ଷା ଏବଂ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହେବାର ଆଶଙ୍କା ଥିବା ସମସ୍ତ ସ୍ୱାସ୍ଥ୍ୟ ସେବା ସୁବିଧା, ଅକ୍ସିଜେନ…
ମେଷ- କାରବାରରେ ସତର୍କତା ବ୍ୟବହାର କରନ୍ତୁ। ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ । ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ । ଅଫିସ୍ କିମ୍ବା କାର୍ଯ୍ୟକ୍ଷେତ୍ରରେ ଏକ ଚାପଗ୍ରସ୍ତ ପରିସ୍ଥିତି ହୋଇପାରେ । ଆପଣ ବନ୍ଧୁ ଏବଂ ପରିବାରର ଆବଶ୍ୟକତାରେ ଅଟକି ଯାଇପାରନ୍ତି । ପେଟ ସମ୍ବନ୍ଧୀୟ ରୋଗ ହେବାର ସମ୍ଭାବନା ଅଛି। ବୃଷ- ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ ଅଂଶ ରହିବେ । ବ୍ୟବସାୟ ଭଲ କରିବ। ଅଫିସରେ ଚାକିରିକୁ ନେଇ ସନ୍ତୁଷ୍ଟ ରହିବେ। ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ। ଘର ବାହାରେ ଜୀବନ ଖୁସି ହେବ। ଆର୍ଥିକ ଦିଗ ଦୃଢ ହେବ। ଘରର ଉପଯୋଗୀ ଜିନିଷଗୁଡ଼ିକ ବୃଦ୍ଧି ପାଇବ । ମୋଟ ଉପରେ, ଆଜି…
ତୂଳା- ପରିବାର ସାହାଯ୍ୟ କରିବେ । ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ । କାର୍ଯ୍ୟ ସମାପ୍ତ ହୋଇପାରିବ । କ୍ୟାରିୟର ଏବଂ ପୁଞ୍ଜି ବିନିଯୋଗ କ୍ଷେତ୍ରରେ ଆପଣ କିଛି ନୂତନ ଏବଂ ମହତ୍ ସୁଯୋଗ ମଧ୍ୟ ପାଇପାରିବେ। ବିଛା- ଆପଣ ମଧୁରବାଣୀ ଦ୍ବାରା ଯେକୈଣସି କାର୍ଯ୍ୟରେ ବିଜୟୀ ହେବାକୁ ସମର୍ଥ ହେବେ। ପରିବାର ସଦସ୍ୟଙ୍କ ସହିତ ଖୁସିରେ ସମୟ ଅତିବାହିତ କରିବେ। ଆଜି ଭାଗ୍ୟ ଆପଣଙ୍କ ସହିତ ରହିବ। ଆୟର ନୂତନ ଉତ୍ସ ଉତ୍ପନ୍ନ ହୋଇପାରେ। ଅଫିସ୍ କାର୍ଯ୍ୟ ସବୁଦିନ ଅପେକ୍ଷା ଆଜି ଭଲ ହେବ। ଜୀବନ ସାଥୀଙ୍କ ପୂର୍ଣ୍ଣ ସମର୍ଥନ ପାଇବେ।
ଧନୁ- ଶାରୀରିକ ଭାବରେ ବ୍ୟସ୍ତ ରହିବେ। ଆପଣଙ୍କ କାମରୁ ପଛକୁ ଯାଅନ୍ତୁ ନାହିଁ । ଟଙ୍କା ରୋଜଗାର କରିବାର କିଛି ନୂତନ ଏବଂ ଭଲ ସୁଯୋଗ ମଧ୍ୟ ମିଳିପାରେ । ଆପଣଙ୍କର ଆତ୍ମବିଶ୍ୱାସ ଆଧାରରେ, ଅନ୍ୟମାନଙ୍କଠାରୁ ଭିନ୍ନ ପରିଚୟ ସୃଷ୍ଟି କରିବାରେ ସଫଳ ହୋଇପାରିବ। ଆୟ ବୃଦ୍ଧି ପାଇବ। ମୀନ –ଭାଗ୍ୟ ଆପଣଙ୍କ ସହିତ ରହିପାରେ। ଆପଣଙ୍କୁ ଦେଖା କରୁଥିବା ଲୋକମାନେ ଆପଣଙ୍କୁ କିଛି ନୂଆ ଚେଷ୍ଟା କରିବାକୁ ପ୍ରେରଣା ଦେଇପାରିବେ। ଏହି ସମୟରେ କରାଯାଇଥିବା ପ୍ରୟାସ ସଫଳ ହେବାର ସମ୍ଭାବନା ଅଧିକ। ବୋଧହୁଏ ଆପଣ ଅତିରିକ୍ତ ଦାୟିତ୍ବ ପାଇବେ କିମ୍ବା ସାମ୍ପ୍ରତିକ ଚାକିରିରେ କାମ କରିବ।
ମକର- କ୍ରନିକ୍ ରୋଗରେ କିଛି ଆରାମ ମିଳିପାରେ। ଅନେକ ଦିନ ଧରି ବନ୍ଦ ହୋଇଯାଇଥିବା କାର୍ଯ୍ୟଗୁଡ଼ିକ ମଧ୍ୟ ସଂପୂର୍ଣ୍ଣ ହୋଇପାରିବ। ପାରିବାରିକ ସମ୍ପର୍କ ଆନ୍ତରିକ ହେବ । ଆପଣଙ୍କର ଭାବମୂର୍ତ୍ତିରେ ଉନ୍ନତି ଆଣିବାକୁ ଆପଣ ଏକ ସୁଯୋଗ ମଧ୍ୟ ପାଇପାରିବେ। ଚିନ୍ତା ସମାପ୍ତ ହୋଇପାରିବ। କୁମ୍ଭ- ଆପଣ ଆଜି ଧର୍ଯ୍ୟବାନ ହେବା ଉଚିତ୍। ଟଙ୍କା କ୍ଷେତ୍ରରେ କ୍ଷତି ହୋଇପାରେ। କିଛି ଆଇନଗତ ପ୍ରସଙ୍ଗରେ ଆପଣ ଜଡିତ ହୋଇପାରନ୍ତି। ସମୟର ଯତ୍ନ ନିଅନ୍ତୁ । କିଛି ବିଶେଷ କାର୍ଯ୍ୟ ପାଇଁ ଆପଣଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡିପାରେ ।
ସିଂହ- ଆପଣଙ୍କର ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ। ପରିବାର ସାହାଯ୍ୟ ମିଳିବ। ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ। କାର୍ଯ୍ୟ ସମାପ୍ତ ହୋଇପାରିବ। ବୁଦ୍ଧିମାନ ଭାବରେ ଷ୍ଟକ୍ ମାର୍କେଟରେ ବିନିଯୋଗ କରନ୍ତୁ। କନ୍ୟା- ଆପଣଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଆପଣ ଲୋକମାନଙ୍କୁ ମଧ୍ୟ ପ୍ରଭାବିତ କରିବେ। ଲୋକମାନେ ଆପଣଙ୍କର ଚିନ୍ତାଧାରାକୁ ପସନ୍ଦ କରିବେ। ଲୋକମାନେ ଆପଣଙ୍କ ପରାମର୍ଶରୁ ଉପକୃତ ହେବେ। ଆପଣ କିଛି ଭଲ ଖବରକୁ ଅପେକ୍ଷା କରିବେ। ଆଜିର ଦିନଟି ଆପଣଙ୍କ ପାଇଁ ସ୍ୱାଭାବିକ।
ମେଷ- କାରବାରରେ ସତର୍କତା ବ୍ୟବହାର କରନ୍ତୁ। ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ । ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ । କର୍କଟ- ଦୈନ୍ୟନ୍ଦିନ କାର୍ଯ୍ୟଗୁଡିକ କିଛି ବିପଦ ବହନ କରିପାରେ । ଚାକିରିରେ ସମସ୍ୟା ହୋଇପାରେ। ଯଦି ଆପଣ ଜିଦି କରନ୍ତି ତେବେ, କାହା ସହିତ ବିବାଦ ହେବାର ସମ୍ଭାବନା ଅଛି । ଅଧିକ ଚିନ୍ତାରେ ସମୟ ନଷ୍ଟ କରନ୍ତୁ ନାହିଁ । ହଠାତ୍ ଆପଣ ଅସୁବିଧା ମଧ୍ୟ ବଢିପାରେ ।
ବୃଷ- ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ ଅଂଶ ରହିବେ । ବ୍ୟବସାୟ ଭଲ କରିବ। ଅଫିସରେ ଚାକିରିକୁ ନେଇ ସନ୍ତୁଷ୍ଟ ରହିବେ। ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ। ମିଥୁନ- ବ୍ୟବସାୟରେ ବ୍ୟସ୍ତ ରହିବେ। ସାମାଜିକ ସ୍ତରରେ ସମ୍ମାନ ମିଳିବ । କଠିନ ପରିଶ୍ରମ ସହିତ ଟଙ୍କା ରୋଜଗାର କରିବେ। ଗତ କିଛି ଦିନ ଧରି ଥିବା ଅସମ୍ପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ନୂତନ ଚୁକ୍ତିନାମା କିମ୍ବା ନୂତନ ସମ୍ପର୍କ ଗଠନ ହେବାର ସମ୍ଭାବନା ଅଛି । ସମୟ ଭଲ ଅଟେ । ଆପଣ ଏକାସାଙ୍ଗରେ ଅନେକ କ୍ଷେତ୍ରରେ ସକ୍ରିୟ ରହିବେ ।
ଭୁବନେଶ୍ବର, କରୋନା ଲଢ଼େଇରେ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ନିଜକୁ ସାମିଲ କରିଛି ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ। ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ରହିବା ନିମନ୍ତେ ପାନ୍ଥନିବାସଗୁଡ଼ିକୁ ଉନ୍ମୁକ୍ତ କରାଯାଇଛି। ସେହିପରି ଦୈନିକ ମିଲ୍ ପ୍ରସ୍ତୁତ କରାଯାଇ କୋଭିଡ୍ ଯୋଦ୍ଧାମାନଙ୍କ ସମେତ ରୋଗୀଙ୍କୁ ପ୍ରଦାନ କରାଯାଉଛି। ଏପରିକି ପୁରୀରେ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ସେବାୟତମାନଙ୍କୁ ଖାଦ୍ୟ ଯୋଗାଯାଉଛି। ଗତ ଥର ମଧ୍ୟ ଓଟିଡିସି ତରଫରୁ ଏହିପରି ପଦକ୍ଷେପ ଗ୍ରହଣ କରାଯାଉଥିଲା।
ଭୁବନେଶ୍ବର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ , ସୂଚନା ଓ ଲୋକ ସଂପର୍କ ବିଭାଗ ଏବଂ ସଂସ୍କୃତି ବିଭାଗର ମିଳିତ ସହଯୋଗରେ ସଚେତନତା ପାଇଁ ନିଆଯାଇଛି ଭିନ୍ନ ପଦକ୍ଷେପ। କୋଭିଡ୍ ୨ୟ ଲହର ଉପରେ ତୃଣମୂଳସ୍ତରରେ ସଚେତନତା ସୃଷ୍ଟି କରିବା ପାଇଁ ୮ଟି ସଚେତନତା ରଥ ଲୋକାର୍ପଣ କରାଯାଇଛି। ଅଡିଓ-ଭିଜୁଆଲ୍ ବ୍ୟବସ୍ଥା ରହିଥିବା ଏହି ରଥ ମାଧ୍ୟମରେ ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାରେ ସଚେତନତା କରାଯିବ। ଏହି ରଥକୁ ଭୁବନେଶ୍ବରରେ ସଂସ୍କୃତି ତଥା ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।
ଭୁବନେଶ୍ବର: ସାମ୍ଭବ୍ୟ ବାତ୍ୟାକୁ ୟଶ୍ କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ବଡ ନିଷ୍ପତି ଗ୍ରହଣ କରିଛି। ଏହି ବାତ୍ୟାରେ ଯାତ୍ରୀମାନଙ୍କ ସୁରକ୍ଷାକୁ ଧ୍ୟାନ ଦେଇ ରେଳବାଇ ଆଗୁଆ ନିଷ୍ପତି ଗ୍ରହଣ କରିଛି। ସେହି ଅନୁସାରେ ଭୁବନେଶ୍ବର ଏବଂ ପୁରୀରୁ ବାହାରୁ ଥିବା ବହୁ ଟ୍ରେନକୁ ବାତିଲ କରାଯିବ। ସର୍ବମୋଟ ୭୪ଟି ଟ୍ରେନକୁ ବାତିଲ କରିବା ପାଇଁ ପୂର୍ବତଟ ରେଳବାଇ ନିଷ୍ପତି କରିଛି। ସେଗୁଡିକ ମଧ୍ୟରୁ ମୁଖ୍ୟ ଟ୍ରେନଗୁଡିକ ହେଲା 01. Bhubaneswar-Mumbai Konark Special, 02. Bhubaneswar-Howrah Jan Shatabdi Special, 03. Puri-New Delhi Purusottam Special, 04. Bhubaneswar-New Delhi Rajdhani Special, 05. Howrah-Puri-Howrah Special, 06. Bhubaneswar-Secunderabad Visakha Special, 07. Puri-Rishikesh Kalinga Utkal Special 08. Ahmedabad, Surat, Ajmer bound trains from Puri; 09. Trains passing through ECoR in Howrah-Chennai Main line.
ସୀତାରାମ ଅଗ୍ରୱାଲ ବାଣପୁର: ଗୋଟିଏ ପଟେ ବୈଶ୍ବିକ ମହାମାରି କରୋନା ଘାତକ ସାଜିଥିବାବେଳେ ଅପର ପକ୍ଷେ ଭାରତୀୟ ପାଣିପାଗ ବିଭାଗର ସମ୍ଭାବ୍ୟ ବାତ୍ୟା ସମ୍ପର୍କିତ ସୂଚନା ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ବାତ୍ୟା “ୟଶ”ଏବେ ଓଡିଶା ମୁଁହା ହୋଇଛି। ଏହା ମେ ୨୬ ତାରିଖରେ ଲ୍ୟାଣ୍ଡଫଲ କରିବାକୁ ଥିବାବେଳେ ଏହାର ପ୍ରଭାବକୁ ନେଇ ଆଶା ଆଶଙ୍କାରେ ରାଜ୍ୟ ସରକାର। ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ଏସ ଆର ସିଙ୍କ ପକ୍ଷରୁ ଆଲର୍ଟ ଜାରିକରାଯାଇଥିବା ବେଳେ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ପ୍ରସ୍ତୁତ ଆରମ୍ଭ କରିଦେଇଛନ୍ତି। ଏ ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅଧିନରେ ଥିବା ସମସ୍ତ ବିଭାଗୀୟ ଅଧିକାରୀ ଓ ସରପଂଚ ମାନଙ୍କୁ ନେଇ ବ୍ଲକ କାର୍ଯ୍ୟାଳୟ ପରିସରରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜନସାଧାରଣଙ୍କୁ କିଭଳି ସମସ୍ତ ପ୍ରକାର ସହଯୋଗ ସାଙ୍ଗକୁ ସୁରକ୍ଷିତ କାରାଯାଇପାରିବ ତାହାକୁ ନେଇ ଆାଜି ଏ ବୈଠକରେ ପୁଙ୍ଖାନୁପୁଙ୍ଖ…
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୨ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୧୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୩ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୧୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୩୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୬ ଜଣ, ଚିଲିକା ବ୍ଲକରେ…
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୮୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୫୫୯, ସୁନ୍ଦରଗଡରୁ ୧୪୪୦, କଟକରୁ ୮୮୩, ଅନୁଗୁଳରୁ ୫୨୨, ସମ୍ବଲପୁରରୁ ୪୫୫, ବରଗଡରୁ ୪୧୧, ମୟୂରଭଞ୍ଜରୁ ୩୮୫, କଳାହାଣ୍ଡିରୁ ୩୬୮, ନୟାଗଡରୁ ୩୪୭, ପୁରୀରୁ ୩୩୩, ଗଞ୍ଜାମରୁ ୩୧୧, ବାଲେଶ୍ବରରୁ ୩୦୩, ନୂଆପଡାରୁ ୬୦୩, ନବରଙ୍ଗପୁରରୁ ୨୮୪, ଜଗତସିଂହପୁରରୁ ୨୬୩, ଝାରସୁଗୁଡାରୁ ୨୬୨, ଭଦ୍ରକରୁ ୨୩୧, ବଲାଙ୍ଗୀରିରୁ ୧୯୮, ଢେଙ୍କାନାଳରୁ ୧୯୬, ସୋନପୁରରୁ ୧୯୪, ରାୟଗଡାରୁ ୧୮୩, କେନ୍ଦୁଝରରୁ ୧୭୬, କୋରାପୁଟରୁ ୧୭୫, ବୌଦ୍ଧରୁ ୧୫୧, କେନ୍ଦ୍ରାପଡାରୁ ୧୩୭, ଯାଜପୁରରୁ ୧୧୯, କନ୍ଧମାଳରୁ ୧୦୯, ଦେବଗଡରୁ ୧୦୮, ଗଜପତିରୁ ୮୪, ମାଲକାନଗିରିରୁ ୫୯ ଏବଂ ଷ୍ଟେଟ ପୁଲରୁ ୩୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୫…
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଅସ୍ଥାୟୀ ଭାବେ ୩ ଟି ମନ୍ଦିରକୁ ସ୍ଥାନାନ୍ତରିତ କରାଯିବ। ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ମା’ ତାରିଣୀ ମନ୍ଦିରକୁ ସ୍ଥାନାନ୍ତର କରିବା ପାଇଁ ନିଷ୍ପତ୍ତି ହୋଇଥିବା ବେଳେ ରାଜମହଲ ଛକରେ ଥିବା ଶିବ ମନ୍ଦିର ଏବଂ ପାଣ୍ଟାଲୁନ ସମ୍ମୁଖରେ ଥିବା ମା’ କାଳୀ ମନ୍ଦିରକୁ ସ୍ଥାନାନ୍ତରିତ କରାଯିବ। ଏହି ତିନି ମନ୍ଦିରକୁ ଏବେ ଅସ୍ଥାୟୀ ଭାବେ ରାମ ମନ୍ଦିରକୁ ସ୍ଥାନାନ୍ତରିତ କରାଯିବ। ପରେ ୟୁନିଟ-୨ ରେ ଦେବାସ୍ଥଳୀ ନିର୍ମାଣ କରି ଏହି ଦେବାଦେବୀଙ୍କୁ ସେଠାରେ ଅବସ୍ଥାପିତ କରାଯିବ। ସ୍ମାର୍ଟ ଜନପଥ ଉନ୍ନତିକରଣ ଏବଂ ପ୍ରଶସ୍ତିକରଣ ପାଇଁ ଭୁବନେଶ୍ବର ମହାନଗର ନିଗମ ଏଭଳି ନିଷ୍ପତ୍ତି ନେଇଛି। ଏନେଇ ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ସୂଚନା ଦେଇଛନ୍ତି।
ଭୁବନେଶ୍ବର: ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କଂଫରେନ୍ସ ଦ୍ଵାରା ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪ ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି। ପ୍ରଥମତଃ ରାଜ୍ୟରେ ଟୀକା ପାଇଁ ଗ୍ଲୋବାଲ ଟେଣ୍ଡରକୁ ଅନୁମୋଦନ ମିଳିଛି। ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟାରେ ସ୍ଵଦେଶୀ ଟୀକା କମ୍ପାନୀ ଭାଗ ନେଇପାରିବେ। ଦ୍ଵିତୀୟରେ ମଦ ଦୋକାନ ଏବଂ ବାରରୁ ଲାଇସେନ୍ସ ଫି’ ଛାଡ ହେବ। ଗତ ଗୋଭିଡରେ ବନ୍ଦ ଥିବା ମଦ ଦୋକାନ ଏବଂ ବାରରୁ ଲାଇସେନ୍ସ ଫି ଛାଡ ହେବ। ଗ୍ରେଡ଼େସନ କରାଯାଇ ଫି’ ଛାଡ କରାଯିବ।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୦୪୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬ ହଜାର ୮୮୦ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୦୪୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୫୩ ହଜାର ୮୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨ ହଜାର ୬୭୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୦୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

