Author: Samikhsya Bureau

କୁମ୍ଭ : – ଆଜି ଆପଣଙ୍କୁ ନିଜକୁ ଠିକ୍ ପ୍ରମାଣ କରିବାକୁ ପଡିବ। ଅଧ୍ୟୟନ ଏବଂ ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ବୃଦ୍ଧି ପାଇବ। କୈଣସି ଆଶ୍ଚର୍ଯ୍ୟଜନକ ଖବର ମିଳିପାରିବ। ରାଜ୍ୟ ସହାୟତା ପାଇବା ଦ୍ୱାରା କାର୍ଯ୍ୟ ସମାପ୍ତ ହେବ ଏବଂ ଲାଭ ସୁଯୋଗ ମିଳିବ। ମୀନ : – ଆଜି ଯାନ ଏବଂ ଯନ୍ତ୍ରପାତି ବ୍ୟବହାରରେ ସତର୍କତା ବ୍ୟବହାର କରନ୍ତୁ । ପରିବାର ସହିତ ବିବାଦ କର ନାହିଁ । କାହାକୁ ଋଣ ଦିଅ ନାହିଁ । ଅତ୍ୟଧିକ ଆତ୍ମବିଶ୍ୱାସ ଅପରିଚିତ ଲୋକଙ୍କୁ କ୍ଷତି ପହଞ୍ଚାଇବ, ସର୍ବୋତ୍ତମ ଫଳାଫଳ ପାଇଁ ଧର୍ଯ୍ୟବାନ ହୁଅନ୍ତୁ ।

Read More

ଧନୁ : – ଆଜି କଥାରେ ରାଗିବା ଭଲ କଥା ନୁହେଁ। ଠିକ୍ ସମୟରେ ପରିଚାଳନା କରିବା ଆପଣଙ୍କ ଏବଂ ଆପଣଙ୍କ ପରିବାର ପାଇଁ ଭଲ ହେବ। ଉଲ୍ଲେଖନୀୟ ପୁନରୁଦ୍ଧାର ଉଦ୍ୟମ ସଫଳ ହେବ। ମକର : – ଆଜି ଆପଣ ନିତ୍ୟ ବ୍ୟବହାର୍ଯ୍ୟ ପରିବର୍ତ୍ତନରୁ ଆରାମ ପାଇବେ। ସମସ୍ତଙ୍କୁ ବ୍ୟକ୍ତିଗତ ସମସ୍ୟା ପ୍ରକାଶ କରନ୍ତୁ ନାହିଁ । ନିର୍ମାଣ କାର୍ଯ୍ୟର ସ୍ଥଗିତ କାର୍ଯ୍ୟ ଗତିଶୀଳ ହେବ। ଏକ ସାଧାରଣ ସମାରୋହରେ ସମ୍ମାନ ମିଳିପାରିବ।

Read More

କନ୍ୟା : – ଆଜି ସମୟର ଅପବ୍ୟବହାର କରାଯାଉଛି। ଆଚରଣ ଏବଂ ଦୈନ୍ୟନ୍ଦିନ କାର୍ଯ୍ୟରେ ପରିବର୍ତ୍ତନ ଆଣିବା ଜରୁରୀ । ଟଙ୍କା ମିଳିବାର ସମ୍ବାବନା ହେବ। ଆପଣ ଆଜି ଭଲ ଖବର ପାଇବେ। ଚୋରି ଇତ୍ୟାଦିରୁ କ୍ଷତି ସମ୍ଭବ। ତୂଳା: – ଆଜି ଭୁଲିଯିବାର ଅଭ୍ୟାସ ହେତୁ, ଆପଣ ଆପଣଙ୍କର ପ୍ରିୟ ଲୋକଙ୍କ କ୍ରୋଧ ବହନ କରିବାକୁ ପଡିବ। ବିଦେଶ ଯିବାର ସୁଯୋଗ ରହିବ। ବ୍ୟବସାୟିକ ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ଇଚ୍ଛୁକ ହେବେ।

Read More

କର୍କଟ: – ଆଜି, ଆପଣ ଆପଣଙ୍କର କ୍ୟାରିୟର ପ୍ରତି ସଚ୍ଚୋଟ ଭାବରେ କାମ କରୁନାହଁ। ବ୍ୟବସାୟ ଅର୍ଥନୈତିକ ସଙ୍କଟର ସମ୍ମୁଖୀନ ହୋଇପାରେ। ବିଲଡିଂ ଜମି କାର୍ଯ୍ୟରେ ଆଇନଗତ ପ୍ରତିବନ୍ଧକ ଆସିବ। ବିବାଦକୁ ପ୍ରୋତ୍ସାହିତ କରନ୍ତୁ ନାହିଁ। ସିଂହ : – ଆଜି ପିଲାମାନଙ୍କର ସ୍ୱାସ୍ଥ୍ୟ ପାଇଁ ଚିନ୍ତା ହେବେ। ପରିବାର ଆପଣଙ୍କ ଭାବନାକୁ ଅଣଦେଖା କରିବ। ପିତାମାତାମାନଙ୍କ ସହିତ ସମୟ ଅତିବାହିତ ହେବ। ଚାକିରିରେ ପ୍ରୟାସ ସଫଳ ହେବ। କର୍ମକ୍ଷେତ୍ରରେ ଆରାମ ମିଳିପାରେ।

Read More

କଟକ, ଓଡିଶା ପୋଲିସରେ ଖାଲିଥିବା 48ଟି ଏସପିଓ ପଦବୀ ପାଇଁ ଦରଖାସ୍ତ ଆହ୍ବାନ କରାଯାଇଛି। ଏହି ସବୁ ପଦବୀ ପାଇଁ ଆବେଦନ କରିବାର ଶେଷ ତାରିଖ ହେଉଛି ଜୁନ ମାସ 19 ତାରିଖ। ଏହାପରେ ଜୁନ୍ 26 ତାରିଖରେ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଓଡିଶା ପୋଲିସ ତରଫରୁ କୁହାଯାଇଛି। ତେବେ ଏହିସବୁ ପଦବୀ ପାଇଁ କେବଳ ଅବସର ପ୍ରାପ୍ତ ସମାରିକ କର୍ମଚାରୀମାନେ ଆବେଦନ କରିପାରିବେ।  ଏ ସଂପର୍କରେ ସବିଶେଷ ତଥ୍ୟ ଆବେଦନକାରୀମାନେ ୱେବସାଇଟ- www.odishapolice.gov.in ରୁ ପାଇପାରିବେ

Read More

ଭୁବନେଶ୍ୱର, ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରେ ଉତ୍କୃଷ୍ଟ କୋଭିଡ୍‌ ପରିଚାଳନା ନିମନ୍ତେ ଆବଶ୍ୟକ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଓଡ଼ିଶା ଔଷଧ ନିଗମ ଯୋଗାଇବ । ଏ ନେଇ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ତରଫରୁ ନୀତିଗତ ନିଷ୍ପତ୍ତି ନିଆଯାଇଛି । ଯେହେତୁ ରାଜ୍ୟ ସରକାରଙ୍କ ତରଫରୁ ଏହି ନିଗମ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସଂଗ୍ରହ କରିବା ପାଇଁ ଆବଶ୍ୟକୀୟ ବୈଷୟକ ଯୋଗ୍ୟତା, ଅନୁଭୂତି ରହିଛି, ତେଣୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପରାମର୍ଶ କ୍ରମେ ସମସ୍ତ ଜିଲ୍ଲାପାଳଙ୍କୁ ଏସବୁ ସାମଗ୍ରୀ ନିଗମ ମାଧ୍ୟମରେ ଯୋଗାଇ ଦେବା ପାଇଁ ଜଣାଇ ଦିଆଯାଇଛି। ଏହା ବ୍ୟତୀତ ଆବଶ୍ୟକୀୟ ସିଭିଲ୍‌ ଓ ବିଦ୍ୟୁତିକରଣ କାମ, ଆଇସିୟୁ ଶଯ୍ୟା, ଅମ୍ଳଜାନ ପାଇପଲାଇନ୍‌, ଡିଜି ସେଟ୍‌ ଇତ୍ୟାଦି ଡାକ୍ତରୀ ଓ ଅଣଡାକ୍ତରୀ ସରଞ୍ଜାମ ପାଇଁ ଜିଲ୍ଲାପାଳମାନେ ସିଧାସଳଖ ସ୍ଥାନୀୟ ବ୍ୟବସ୍ଥା ଅନୁସାରେ କ୍ରୟ ଓ ଯୋଗାଡ଼ କରିବେ ।…

Read More

ଭୁବନେଶ୍ବର, ଆଜି ସକାଳ ପ୍ରାୟ ୯ ଟା ରେ ସାମୁଦ୍ରିକ ବାତ୍ୟା ‘ୟାସ’ ସ୍ଥଳଭାଗ ସ୍ପର୍ଶ ପ୍ରକ୍ରିୟା ଆରମ୍ଭ ହୋଇ ବାଲେଶ୍ୱର ସଦର, ରେମୁଣା, ବାହାନଗା ମଧ୍ୟ ଦେଇ ଗତି କରିଥିଲା । ପ୍ରାୟ ଅପରାହ୍ନ ୧ ଟା ସୁଦ୍ଧା ବାତ୍ୟା ସଂପୂର୍ଣ୍ଣ ରୂପେ ସ୍ଥଳଭାଗ ସ୍ପର୍ଶ କରିଥିଲା । ଏହି ସମୟରେ ବାଲେଶ୍ୱର ସଦର, ରେମୁଣା, ନୀଳଗିରିରେ ପ୍ରବଳ ବର୍ଷା ସହ ପବନର ବେଗ ଘଣ୍ଟାପ୍ରତି ୧୩୦-୧୪୦ କି.ମି. ରହିଥିଲା । ବାଲେଶ୍ୱର ଜିଲ୍ଲା ଅତିକ୍ରମ କରି ଏହା ମୟୁରଭଞ୍ଜ ଜିଲ୍ଲା ମଧ୍ୟ ଦେଇ ଯିବା ସମୟରେ ପବନର ବେଗ ଘଣ୍ଟାପ୍ରତି ୭୦-୮୦ କି.ମି. ରହିଛି ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ବାତ୍ୟା ସଂପର୍କରେ ଅବଗତ କରିବା ସମୟରେ ସେ କହିଛନ୍ତି ଯେ, ବାତ୍ୟା ସମୟରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବୃଷ୍ଟିପାତ ହୋଇଛି…

Read More

ଭୁବନେଶ୍ବର, ଆଜି ସଂଧ୍ୟାରୁ ଭୁବନେଶ୍ବର ବିମାନ ବନ୍ଦରରୁ ପୁଣି ଥରେ ଉଡାଣ ଆରମ୍ଭ ହୋଇଛି। ବାତ୍ୟା ୟଶ୍ ପାଇଁ ଭୁବନେଶ୍ବର ବିମାନ ବନ୍ଦରରୁ ବିମାନ ଉଡାଣ ଗତକାଲି ରାତିରୁ ସ୍ଥଗିତ ରଖାଯାଇଥିଲା। ଆଜି ସଂଧ୍ୟା 7ଟାରୁ ଏହି ଉଡାଣ କାର୍ଯ୍ୟ ଆରମ୍ଭ କରାଯାଇଛି ବୋଲି ଭୁବନେଶ୍ବର ବିମାନ ବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ବାତ୍ୟା ୟଶ ଓଡିଶାର ସ୍ଥଳଭାଗ ଛୁଇଁବା ବେଳେ ପ୍ରବଳ ପବନ ସହିତ ବର୍ଷା ଆଶଙ୍କା ଥିବାରୁ ଏହି ବିମାନ ସେବା ସ୍ଥଗିତ ରଖାଯାଇଥିଲା। ଭୁବନେଶ୍ବର ସହିତ କୋଲକାତା ବିମାନ ବନ୍ଦର ଉଡାଣକୁ ମଧ୍ୟ ସ୍ଥାଗିତ ରଖାଯାଇଥିଲା। ତେବେ ଉଭୟ ସ୍ଥାନରୁ ଏହି ଉଡାଣ ଆଜି ସଂଧ୍ୟାରୁ ଆରମ୍ଭ କରାଯାଇଛି।

Read More

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଓ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସହିତ ବାତ୍ୟା ୟାସର ପ୍ରଭାବ, ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ଯୋଗୁ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର ୧୨୮ଟି ଜଳମଗ୍ନ ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପାଇଁ ରିଲିଫ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହି ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ବାତ୍ୟା ୟାସ ସମୟରେ ସମସ୍ତ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳ ଓ ଅନ୍ୟାନ୍ୟ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାରେ ଉଲ୍ଲେଖନୀୟ କାର୍ଯ୍ୟ ଓ ସହଯୋଗ ପାଇଁ ସମସ୍ତ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ, ନାଗରିକ ସଂଗଠନ (Community Organizations) NDRF, ODRF ଏବଂ ପୋଲିସ- ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ବାତ୍ୟା ସମୟରେ ରୋଗୀ ମାନଙ୍କୁ ନିରବଚ୍ଛିନ୍ନ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।…

Read More

ଭୁବନେଶ୍ବର: ବାତ୍ୟା କ୍ଷୟକ୍ଷତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି। ବାତ୍ୟା ପ୍ରଭାବିତ ୧୨୮ ଟି ଗାଁର ଲୋକଙ୍କୁ ୭ ଦିନ ରିଲିଫ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ୨୪ ଘଣ୍ଟା ଭିତରେ କ୍ଷତିଗ୍ରସ୍ତ ମୁଖ୍ୟ ରାସ୍ତାର ମରାମତି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ୨୪ ଘଣ୍ଟା ମଧ୍ୟରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣକୁ ସ୍ଵାଭାବିକ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ମୁକାବିଲା ଲାଗି ପ୍ରଶାସନ ଏବଂ ପଞ୍ଚାୟତ ପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ ପୋଲିସ ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି।

Read More

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୬୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୦୨୭, କଟକରୁ ୯୩୬, ସୁନ୍ଦରଗଡରୁ ୮୩୦, ଯାଜପୁରରୁ ୭୫୪, ଅନୁଗୁଳରୁ ୫୦୩, ସମ୍ବଲପୁରରୁ ୪୯୪, ପୁରୀରୁ ୪୭୨, ଭଦ୍ରକରୁ ୪୪୨, ମୟୂରଭଞ୍ଜରୁ ୪୩୮, ବରଗଡ ୩୯୫, ବାଲେଶ୍ବରରୁ ୩୫୪, ଝାରସୁଗୁଡାରୁ ୩୪୦, ବଲାଙ୍ଗୀରିରୁ ୨୮୯, ନବରଙ୍ଗପୁରରୁ ୨୭୧, କୋରାପୁଟରୁ ୨୭୦, ନୟାଗଡରୁ ୨୬୫, ଢେଙ୍କାନାଳରୁ ୨୬୩, ସୋନପୁରରୁ ୨୫୪, ଗଞ୍ଜାମରୁ ୨୪୨, ବୌଦ୍ଧରୁ ୨୪୧, ନୂଆପଡାରୁ ୨୧୮, ଜଗତସିଂହପୁରରୁ ୧୯୯, ରାୟଗଡାରୁ ୧୬୯, କେନ୍ଦୁଝରରୁ ୧୬୭, କେନ୍ଦ୍ରାପଡାରୁ ୧୫୩, କଳାହାଣ୍ଡିରୁ ୧୨୩, ଦେବଗଡରୁ ୧୦୬, କନ୍ଧମାଳରୁ ୮୧, ଗଜପତିରୁ ୭୦, ମାଲକାନଗିରିରୁ ୬୯ ଏବଂ ଷ୍ଟେଟ ପୁଲରୁ ୨୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୬…

Read More

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୯୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୮୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧ ହଜାର ୮୮୩ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୦୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୫୮ ହଜାର ୮୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨ ହଜାର ୬୯୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୨୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read More

ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ଅଣାୟତ୍ତ ଅବସ୍ଥାରେ ଅଛି। ସ୍ଥାନୀୟ ଏବଂ ଜିଲ୍ଲା ପ୍ରଶାସନର ଶତ ଚେଷ୍ଟା ସତ୍ତ୍ୱେ ସଂକ୍ରମଣ କମିବାର ନାଁ ଧରୁନାହିଁ।  ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୮୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଗତକାଲି ସଂଖ୍ୟାର ୩୦ ପ୍ରତିଶତ ଅଧିକ। ଚିହ୍ନଟ ହୋଇଥିବା ୮୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୫୦ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧୨ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୬୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୬ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୪୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୨…

Read More

ନୂଆଦିଲ୍ଲୀ: ଇଣ୍ଡିଆନ ମେଡିକାଲ ଆସୋସିଏସନ ପକ୍ଷରୁ ଯୋଗଗୁରୁ ରାମଦେବ ବାବାଙ୍କ ବିରୋଧରେ ଦେଶ ଦ୍ରୋହ ମାମଲା ରୁଜୁ କରିବା ପାଇଁ ଦାବି କରାଯାଇଛି। ରାମଦେବ ବାବାଙ୍କ ପକ୍ଷରୁ କରୋନା ଟୀକାକୁ ନେଇ ଭ୍ରମ ଏବଂ ଭୁଲ ବୟାନ ଦେଇଥିବାର ଆଇଏମଏ ଅଭିଯୋଗ କରିଛି। ଏହାସହ ଏଲୋପ୍ୟାଥି ଏବଂ ଡାକ୍ତରଙ୍କ ବିରୋଧରେ ସେ ବିବାଦିତ ବୟାନ ଦେଇଥିବା ମଧ୍ୟ ଅଭିଯୋଗ ହୋଇଛି। ତେଣୁ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଆଇଏମଏ ଦାବି କରିଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଇଏମଏ ଚିଠି ଲେଖି ଦାବି କରିଛି।

Read More

ମୁମ୍ବାଇ: କରୋନାର ଦ୍ଵିତୀୟ ଲହରରେ ମହାରାଷ୍ଟ୍ରର ଅନେକ ଲୋକଙ୍କ ଜୀବନ ଚାଲିଯାଇଛି। ଆହୁରି ଅନେକ ଲୋକ ଏହି ମାହାମାରୀରୁ ରକ୍ଷା ପାଇବା ପାଇଁ ସଂଘର୍ଷ ଜାରି ରଖିଛନ୍ତି। ଏହାପରେ ମଧ୍ୟ କେତେ ଲୋକ ଟୀକା ନେବା ପାଇଁ ଆଗ୍ରହ ପ୍ରକାଶ କରୁନାହାନ୍ତି। ଯଦିବା ଟୀକାକରଣ ପ୍ରକ୍ରିୟାରେ ମହାରାଷ୍ଟ୍ର ଅନ୍ୟ ରାଜ୍ୟ ତୁଳନାରେ ଆଗରେ ଅଛି, ତଥାପି ରାଜ୍ୟର ମୋଟ ଜନସଂଖ୍ୟାର ମାତ୍ର ୩.୬୯ ପ୍ରତିଶତ ଲୋକଙ୍କୁ ଏପର୍ଯ୍ୟନ୍ତ ଟୀକା ଦିଆଯାଇଛି। ହିଙ୍ଗୋଲି, ପାଲଘର, ନନ୍ଦୁରବାର, ପରଭନୀ, ଜଲଗାଁଓ, ଗଢଚିରେଲିରେ ୩ ପ୍ରତିଶତରୁ କମ ଲୋକଙ୍କୁ ଏପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦିଆଯାଇଛି। ଗ୍ରାମୀଣ ଏବଂ ଆଦିବାସୀ ଅଞ୍ଚଳରେ କୋଭିଡ ଟୀକାକୁ ନେଇ ଲୋକଙ୍କ ମନରେ ଏବେ ବି ଭୟ ରହିଛି। ତେଣୁ ପ୍ରଶାସନ ପକ୍ଷରୁ ଟୀକା ବାବଦରେ ଲୋକଙ୍କୁ ସଚେତନ କରାଯାଉଛି। ଏପରି ଲୋକଙ୍କୁ ଟୀକା ଦେବା ପାଇଁ ବୀମା ଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର ଅଫର ମଧ୍ୟ ଘୋଷଣା କରାଯାଉଛି।…

Read More

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୮ ହଜାର ୯୨୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୫୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୭୧ ଲକ୍ଷ ୫୭ ହଜାର ୭୯୫ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୧୧ ହଜାର ୩୮୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୪୩ ଲକ୍ଷ ୫୦ ହଜାର ୭୧୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୪ ଲକ୍ଷ ୯୫ ହଜାର ୫୯୧ ଆକ୍ଟିଭ୍‌ କେସ୍ ରହିଛି।

Read More

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୫୮୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନବରଙ୍ଗପୁର, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ସେହିଭଳି ଝାରସୁଗୁଡା, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, ବୌଦ୍ଧ, କଟକ, ଗଞ୍ଜାମ, ଜଗତସିଂହପୁର, କେନ୍ଦୁଝର, ନୟାଗଡ ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୨୬ ହଜାର ୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି…

Read More

ଭୁବନେଶ୍ବର, ବାତ୍ୟା ୟଶ୍ ର ଲ୍ୟାଣ୍ଡଫଲ ପକ୍ରିୟା ଆରମ୍ଭ ହୋଇଯାଇଛି। ଆଉ ଘଣ୍ଟାଏ ମଧ୍ୟରେ ଏହା ରେମୁଣା ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ସମ୍ଭାବନା ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ଧାମରାରୁ ମାତ୍ର 80 କିଲୋମଟିର ଦୂରରେ ରହିଛି। ତେବେ ଲ୍ୟାଣ୍ଡଫଲ ପୂର୍ବରୁ ୟଶ୍ ର ତାଣ୍ଡବ ଆରମ୍ଭ ହୋଇଯାଇଛି। ବିଶେଷ କରି ଧାମରା, ପାରାଦ୍ବୀପ, ବାଲେଶ୍ବର ଭଦ୍ରକ ପ୍ରଭୃତି ସ୍ଥାନରେ ପ୍ରବଳ ପବନ ସାଙ୍ଗକୁ ବର୍ଷା ଆରମ୍ଭ ହୋଇଯାଇଛି। ଲ୍ୟାଣ୍ଡଫଳ ବେଳେ ଏହାର ଗତି ଆହୁରି ତୀବ୍ର ରହିବ। ସେତେବେଳେ ଘଣ୍ଟାକୁ ପ୍ରାୟ 155 କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ତେବେ ୟଶ ଆଜି ସକାଳୁ ତାହାର ତାଣ୍ଡବ ଆରମ୍ଭ କରିଦେଇଛି। ବର୍ତ୍ତମାନ ବିଭିନ୍ନ ସ୍ଥାନରେ ଚାଳଛପର ଘର ଭାଙ୍ଗିବା ସହିତ ରାସ୍ତାଘାଟରେ ଗଛ ଏବଂ ବିଦ୍ୟୁତ ଖୁଣ୍ଟ ଉପୁଡି ପଡିଛି। ପ୍ରବଳ ପବନ ସତ୍ବେ ଏନଡିଆରଏଫ, ଓଡ୍ରାଫ ଏବଂ ଅଗ୍ନିସେବା କର୍ମଚାରୀ…

Read More

ସୀତାରାମ ଅଗ୍ରୱାଲ ଚିଲିକା: ମହାବାତ୍ୟା ‘ୟଶ’ ର ମୁକାବିଲା ପାଇଁ ଭାରତୀୟ ନୌସେନା ସମ୍ପୂର୍ଣ ପ୍ରସ୍ତୁତ ଅଛି ବୋଲି ନାଭାଲ ଅଫିସର ଇନଚାର୍ଜ(ଓଡିଶା) ଏନ. ପି ପ୍ରଦୀପ ଆଜି ସୂଚନା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଆଈଏନଏସ ଚିଲିକା ବାତ୍ୟା ‘ୟଶ’ରେ ଓଡିଶାର ବେସାମରିକ ନାଗରିକମାନଙ୍କୁ ସହଯୋଗ କରିବା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ କରିଛି। ହଜାର ହଜାର ଜନସାଧାରଣଙ୍କ ନିମନ୍ତେ ପାଣି ଏବଂ ଶୁଖିଲା ଖାଦ୍ୟ ପ୍ରସ୍ତୁତ କରି ସଜାଗ ଅଛି ଆଈଏନଏସ ଚିଲିକା। ତତ ସହିତ ନାଗରିକମାନଙ୍କୁ ରିଲିଫ ଯୋଗାଣ ଏବଂ ଉଦ୍ଧାର କାର୍ଯ୍ୟ ନିମନ୍ତେ ନୌସେନାର ବିଭିନ୍ନ ଟିମ ପ୍ରସ୍ତୁତ ହୋଇସାରିଛି। ଓଡିଶା ସରକାରଙ୍କ ନିର୍ଦ୍ଦେଶ ପାଇବା ମାତ୍ରେ ଆଈଏନଏସ ଚିଲିକା ତାର ସେବା କାର୍ଯ୍ୟ ଆରମ୍ଭ କରିଦେବ। ଗତ ମଇ ୨୪ ତାରିଖରୁ ଭାରତୀୟ ନୌସେନା ଓଡ଼ିଶା ସରକାରଙ୍କ ସହ ପ୍ରତ୍ୟକ୍ଷ ଭାବେ ସମ୍ପର୍କରେ ଅଛି। ଏଥି ନିମନ୍ତେ ଆଈଏନଏସ ଚିଲିକାରେ…

Read More

ଭୁବନେଶ୍ବର, ଧୀରେ ଧୀରେ ସ୍ଥଳଭାଗ ଆଡକୁ ମାଡିଆସିବାରେ ଲାଗିଛି ବାତ୍ୟା ୟଶ୍। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଯଶ ବର୍ତ୍ତମାନ ଧାମରା 40 କିଲୋମିଟର ଦୂରରେ ରହିଛି। ସେହିପରି ବାଲେଶ୍ବର ଓ ଦୀଘାରୁ 80 କିଲୋମିଟର ଦୂରରେ ରହିଛି। ପୂର୍ବରୁ ଆଶା କରାଯାଉଥିଲା ଯେ,ଯଶ୍ ଆଜି ସକଳା 9 ଟା ସୁଦ୍ଧା ସ୍ଥଳଭାଗ ଛୁଇଁବ। ହେଲେ ସେଥିରେ ଟିକିଏ ଡେରି ହୋଇଛି। ବର୍ତ୍ତମାନ ଅନୁମାନ କରାଯାଉଛି ଯେ, ୟଶ୍ ଆଜି ଦିନ 11 ଟା ସୁଦ୍ଧା ଧାମରାର ସ୍ଥଳଭାଗ ଛୁଇଁବ। ବର୍ତ୍ତମାନ ଗତ 6 ଘଣ୍ଟାର ଆକଳନ ଅନୁସାରେ ୟଶ୍ ବାତ୍ୟା ଘଣ୍ଟାକୁ 15 କିଲୋମିଟର ବେଗର ମାଡି ଆସୁଛି। ଏହାର ପ୍ରଭାବରେ ଘଣ୍ଟାପ୍ରତି 130 ରୁ 140 କିଲୋମିଟର ବେଗରେ ପବନ ପ୍ରବାହିତ ହେବ। ମୁଖ୍ୟ ସମୟରେ ପବନର ଗତି ବଢି 155 କିଲୋମିଟର ପର୍ଯ୍ୟନ୍ତ ହେବ ବୋଲି ପାଣିପାଗ ବିଭାଗ କହିଛି।

Read More

ଭୁବନେଶ୍ବର: ଆଜି ରାଜ୍ୟରେ 11 ହଜାର 623 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 6509 ଜଣ ଚିହ୍ନଟ ହୋଇଥିବା ବେଳେ 5114 ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 7 ଲକ୍ଷ 26 ହଜାର 3 କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 6 ଲକ୍ଷ 12 ହଜାର 993 ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 1 ଲକ୍ଷ 10 ହଜାର 373 ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା 2549 କୁ ବୃଦ୍ଧି ହୋଇଛି। ଆଜି ମୋଟ 30 ଟି ଜିଲ୍ଲାରୁ 11 ହଜାର 623 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ 2021, କଟକ ଜିଲ୍ଲାରୁ 998 ଜଣ, ଅନୁଗୁଳ…

Read More