ନୂଆଦିଲ୍ଲୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ୱାନ୍ ଷ୍ଟପ୍ କେନ୍ଦ୍ର ବା ଓଏସସି ଯୋଜନା କାର୍ଯ୍ୟକାରୀ କରାଯାଉଛି। ବର୍ତ୍ତମାନ ସୁଦ୍ଧା 3 ଲକ୍ଷରୁ ଉର୍ଦ୍ଧ୍ୱ ମହିଳାଙ୍କୁ ଏହା ମାଧ୍ୟମରେ ସହାୟତା ଯୋଗାଇ ଦିଆଯାଇ ସାରିଲାଣି। ବର୍ତ୍ତମାନ ସୁଦ୍ଧା, 35ଟି ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶରେ 701ଟି ଓଏସସି କାର୍ଯ୍ୟକ୍ଷମ ହୋଇସାରିଛି। ଏଥିମଧ୍ୟରୁ ଓଡ଼ିଶାରେ 31ଟି କାର୍ଯ୍ୟକ୍ଷମ ଥିବା ଜଣାପଡ଼ିଛି। ସେଗୁଡ଼ିକ ହେଲା- ଅନୁଗୁଳ, ବୌଦ୍ଧ, ବରଗଡ଼, ବାଲେଶ୍ବର, ବଲାଙ୍ଗିର, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ଭୁବନେଶ୍ବର ମହିଳା ହେଲ୍ପଲାଇନ। ରାଜ୍ୟ ସରକାର ଓ କେନ୍ଦ୍ର ଶାସିତ ପ୍ରଦେଶ ପ୍ରଶାସନ ଜରିଆରେ ଏପ୍ରିଲ ପହିଲା 2015 ଠାରୁ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି। ଉଭୟ ଘରୋଇ ଏବଂ ସର୍ବସାଧାରଣ ସ୍ଥାନରେ…
Author: Samikhsya Bureau
ସୀତାରାମ ଅଗ୍ରୱାଲ ବାଣପୁର: ସପ୍ତାହନ୍ତ ସଟଡ଼ାଉନ ସମୟରେ ଦୋକାନ ଖୋଲିବା ମହଙ୍ଗା ପଡିଛି। ସ୍ଥାନୀୟ ପ୍ରଶାସନ ଏନେଇ ଦୁଇଟି ଦୋକାନକୁ ସିଲ୍ କରିଛି। ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ଅଞ୍ଚଳରେ ଏଭଳି ଘଟଣା ଘଟିଯାଇଛି। ଗତକାଲି ସନ୍ଧ୍ୟାସମୟରେ ବାଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି ସହରର ବିଭିନ୍ନ ଅଞ୍ଚଳ ପଇଁତରା ମାରୁଥିବାବେଳେ ପଲଟନ ପଡିଆ ଛକ ନିକଟରେ ଏକ ଦୋକାନ ଖୋଲା ଥିବା ଦେଖିବାକୁ ପାଇଥିଲେ। ତେବେ ଏହା ଦେଖି ଶ୍ରୀ ମହାନ୍ତି ସମ୍ପୃକ୍ତ ଦୋକାନୀଙ୍କୁ ଜରିମାନା ଦେବାପାଇଁ କହିବାରୁ ଜନୈକ ଦୋକାନୀ ଏହାକୁ ବିରୋଧ କରିବା ସହ ପ୍ରଶାସନକୁ ଅବମାନନା କରିଥିବାର ଅଭିଯୋଗ ହୋଇଛି। ଅନୁରୂପ ଭାବେ ଆଜି ସପ୍ତାହନ୍ତ ସଟ ଡ଼ାଉନ ଥିବାରୁ ମେଡ଼ିସିନକୁ ଛାଡିଦେଲେ ଅନ୍ୟ ସବୁ ଦୋକାନ ବନ୍ଦ ରହିବା କଥା। କିନ୍ତୁ ଆଜି ପୁଣି ସମ୍ପୃକ୍ତ ଅଞ୍ଚଳର ଆଉ ଗୋଟେ ଦୋକାନ ଖୋଲାଥିବାର କାର୍ଯ୍ୟନିର୍ବାହୀ ଅଧିକାରୀ ଦେଖିବାକୁ ପାଇଥିଲେ। ତେବେ କାର୍ଯ୍ୟାନୁଷ୍ଠାନ ସ୍ୱରୂପ…
ଭୁବନେଶ୍ୱର, ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି। କୋଭିଡ-୧୯ ପରୀକ୍ଷା; ଯଥା ଆରଟି ପିସିଆର କିମ୍ବା ରାପିଡ୍ ଆଣ୍ଟିଜେନ୍ ପରୀକ୍ଷ ପାଇଁ ନମୁନା ଦେଇଥିବା ବ୍ୟକ୍ତି ଏହି ୱେବସାଇଟରେ କେବଳ ସେମାନଙ୍କ ପଞ୍ଜିକୃତ ମୋବାଇଲ୍ ନମ୍ବର କିମ୍ବା ଏସଆରଏଫ ଆଇଡି ଦାଖଲ କରି ନିଜର ନମୁନା ପରୀକ୍ଷା ଫଳାଫଳ ଜାଣିପାରିବା ସହ ଆବଶ୍ୟକସ୍ଥଳେ ଏହାକୁ ଡାଉନଲୋଡ୍ ମଧ୍ୟ କରିପାରିବେ। ସ୍ୱାସ୍ଥ୍ୟ ବିଭାଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗର ଏହି ଅଭିନବ ବ୍ୟବସ୍ଥା ଦ୍ୱାରା ଲୋକମାନଙ୍କୁ ରିପୋର୍ଟ ସଂଗ୍ରହ କରିବା ପାଇଁ ପରୀକ୍ଷା କେନ୍ଦ୍ରକୁ ଯିବାକୁ ପଡ଼ିବ ନାହିଁ। ଏହି ଡିଜିଟାଲ୍ ପରୀକ୍ଷା ରିପୋର୍ଟରେ ନମୁନା ପରୀକ୍ଷା କରିଥିବା ବ୍ୟକ୍ତିଙ୍କ ସମସ୍ତ ବିବରଣୀ ରହିବ। ଏଥିସହ ଏହି ରିପୋର୍ଟରେ ଥିବା କ୍ୟୁଆର କୋଡ୍ ଯୋଗେ ପ୍ରାଧିକୃତ ସାଂସ୍ଥ ଯେକୌଣସି ସମୟରେ ରିପୋର୍ଟର ସତ୍ୟାସତ୍ୟ ଯାଞ୍ଚ କରିପାରିବେ।…
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଥିବା ଚିକିତ୍ସାଳୟଗୁଡିକରେ ଯେଉଁ ଚିକିତ୍ସା ଚାଲିଛି ତାହା ‘ରାମ ଭରସା’ ରେ ଚାଲିଛି। ଏକ ରାୟରେ ଏହିପରି କହିଥିଲେ ଆହ୍ଲାବାଦ ହାଇକୋର୍ଟ। ଆଜି ହାଇକୋର୍ଟଙ୍କର ଏପରି ଆଦେଶକୁ ସୁପ୍ରିମକୋର୍ଟ ସ୍ଥଗିତ ରଖିଛନ୍ତି। ସୁପ୍ରିମ କୋର୍ଟ କହିଛନ୍ତି ଯେ ଉତ୍ତରପ୍ରଦେଶର ଆହ୍ଲାବାଦ ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶନାମା ରାୟ ଭାବରେ ନୁହେଁ ବରଂ ପରାମର୍ଶ ଭାବରେ ଗ୍ରହଣ କରାଯିବା ଉଚିତ। ଅନ୍ୟପକ୍ଷରେ ଅଦାଲତ ଏହା ମଧ୍ୟ କହିଛନ୍ତି ଯେ ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେବାଠାରୁ ଦୂରେଇ ରହିବା ଉଚିତ, ଯାହା କାର୍ଯ୍ୟକାରୀ କରିବା କଷ୍ଟକର। ଏକ ପିଆଇଏଲ ଶୁଣାଣି କରି ହାଇକୋର୍ଟ ଗତ ମଇ 17 ତାରିଖ ଆଦେଶରେ ରାଜ୍ୟ ସରକାରଙ୍କୁ କରୋନା ମୁକାବିଲା ନେଇ ସମାଲୋଚନା କରିଥିଲେ। କୋର୍ଟ କହିଥିଲେ ଯେ, 20 ରୁ ଅଧିକ ଶଯ୍ୟା ବିଶିଷ୍ଟ ପ୍ରତ୍ୟେକ ନର୍ସିଂହୋମ ଏବଂ ଡାକ୍ତରଖାନାରେ ଅତି କମରେ 40 ପ୍ରତିଶତ ଆଇସିୟୁ ଶଯ୍ୟା ରହିବା ଆବଶ୍ୟକ।…
ଚାନ୍ଦପୁର: ନୟାଗଡ ଜିଲ୍ଲା ଚାନ୍ଦପୁରରେ ଏକ ଅଘଟଣ ଘଟିଯାଇଛି। ବଜ୍ରାଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଚାନ୍ଦପୁର ଥାନା ଅନ୍ତର୍ଗତ କଟକ ସହର ଗ୍ରାମର ସଂଜିତ୍ ରଂଜନ ସେନାପତି ଚାଷ କାମ ପାଇଁ ନିଜ ଜମିକୁ ଯାଇଥିଲେ। ଆଜି ଅପରାହ୍ନରେ ସେ ଜମିରେ ଚାଷ କରୁଥିବା ବେଳେ ବଜ୍ରପାତ ହୋଇଥିଲା। ଫଳରେ ସେ ଗୁରୁତର ହୋଇପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ତାଙ୍କ ପରିବାର ଲୋକଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ଲାଗି ସାଧାରଣରେ ଦାବି ହେଉଛି।
ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ତାରିଖ ସକାଳେ ଏହା ବାତ୍ୟାର ରୂପ ନେବ। ୨୫ ତାରିଖରେ ଏହା ଅତି ଭୀଷଣ ବାତ୍ୟାର ରୂପାନ୍ତରିତ ହେବ। ୨୬ ତାରିଖ ସନ୍ଧ୍ୟାରେ ଏହି ବାତ୍ୟା ଉପକୂଳ ଅତିକ୍ରମ କରିବ। ଉପକୂଳ ଛୁଇଁଲା ବେଳକୁ ପବନର ବେଗ ୧୨୦ ରୁ ୧୬୫ କିମି ରହିବ ବୋଲି ଅନୁମାନ କରାଯାଉଛି। ସ୍ଥଳ ବିଶେଷରେ ପବନର ବେଗ ୧୮୫ କିମି ରହିବ ବୋଲି ଅନୁମାନ କରାଯାଉଛି। ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶକୁ ଏହା ପ୍ରଭାବିତ କରିବ। ଏନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ମନାଲିରେ ଅବସ୍ଥିତ ହିଡିମ୍ବା ଦେବୀ ମନ୍ଦିର ଯାହା ଏକ ପ୍ରାଚୀନ ଗୁମ୍ଫା ମନ୍ଦିର ଭାବେ ପରିଚିତ। ଏହି ମନ୍ଦିରଟି ମହାଭାରତ ଅନୁସାରେ ଭୀମଙ୍କ ଧର୍ମପତ୍ନୀ ହିଡିମ୍ବା ଦେବୀଙ୍କ ନାମରେ କରାଯାଇଛି। ଏହି ମନ୍ଦିରକୁ 1553 ମସିହାରେ ମହାରାଜା ବାହାଦୂର ସିଂହ ନିର୍ମାଣ କରିଥିଲେ।
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ସକାଳୁ ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ସଲପଡିହ ଗ୍ରାମ ଶୂଳିଆ ଜଙ୍ଗଲରେ ନାଚୁଣୀ ଫାଣ୍ଡି ପୋଲିସ ଏବଂ ବାଲୁଗାଁ ଅବକାରି ବିଭାଗର ମିଳିତ ଚଢ଼ାଉ ହୋଇଥିଲା। ଦେଶୀ ମଦ ତିଆରି ହେଉଥିବାର ଖବର ପାଇ ଉକ୍ତ ସ୍ଥାନରେ ଉଭୟ ବିଭାଗ ଚଢାଉ ଆରମ୍ଭ କରିଥିଲେ। ଏହି ପରିପ୍ରେକ୍ଷୀରେ ଆଜି ସକାଳ ୬ ଘଟିକାରୁ ୮ ଘଟିକା ଯାଏଁ ଦୁଇ ଘଣ୍ଟା ଚଢ଼ାଉରେ ୨୮ ଲିଟର ଦେଶୀ ମଦ ସହ ୧୨ ଶହ ଲିଟର ପୋଚ ଜବତ କରି ନଷ୍ଟ କରାଯାଇଛି। ଉକ୍ତ ସ୍ଥାନରେ ଦେଶୀ ମଦ ତିଆରି କରିବା ଅଭିଯୋଗରେ ଲକ୍ଷ୍ମୀଧର ସେଠି (୫୮) ନାମକ ଜଣେ ବ୍ୟକ୍ତିଙ୍କୁ ଅବକାରି ବିଭାଗ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ଅବକାରୀ ବିଭାଗ ପିଆର ନମ୍ବର ୧୯/୨୧-୨୨ ରେ ମାମଲା ରୁଜୁ କରିଛି। ଉକ୍ତ ଚଢ଼ାଉରେ ଟାଙ୍ଗୀ ଅବକାରୀ ବିଭାଗ ନିରୀକ୍ଷକ ଆଲୋକ ପ୍ରଧାନ, ନାଚୁଣୀ ଫାଣ୍ଡି ଅଧିକାରୀ ଉମାକାନ୍ତ…
ସୀତାରାମ ଅଗ୍ରୱାଲ ଚିଲିକା: ଗତକାଲି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଆରକ୍ଷୀ ଉପଖଣ୍ଡ ଅଧୀନରେ ୧୦୭ ଟି ବିବାହ କାର୍ଯ୍ୟ ଏବଂ ୭ ଟି ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତେବେ ଉକ୍ତ କାର୍ଯ୍ୟ ଗୁଡିକରେ ସମସ୍ତେ କୋଭିଡ ନିୟମକୁ ଅନୁପାଳନ କରିଥିବା ବେଳେ ତିନି ଜଣ ଏହାର ଉଲଂଘନ କରିଥିଲେ। ତେଣୁ ସେମାନଙ୍କଉପରେ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ତହସିଲ ଏବଂ ପୋଲିସ ପ୍ରଶାସନ ମିଳିତ ଭାବେ ୧୭ ହଜାର ୭ ଶହ ତାଙ୍କ ଜରିମାନା ଆଦାୟ କରିଛି। ଅନୁରୂପ ଭାବେ ଗତକାଲି ବାଲୁଗାଁ ଆରକ୍ଷୀ ଉପଖଣ୍ଡ ଅଧୀନରେ କୋଭିଡ ନିୟମ ଉଲଂଘନ ବାବଦରେ ୧୫୪ ଜଣ ଅମାନିଆଙ୍କଠାରୁ ୪୨ ହଜାର ୮ ଶହ ଟଙ୍କା ଏବଂ ୧୬୯ ଜଣ ଅମାନିଆ ଗାଡ଼ିଚାଳକଙ୍କ ଠାରୁ ୧ ଲକ୍ଷ ୯୩ ହଜାର ଟଙ୍କା ପୋଲିସ ଆଦାୟ କରିଥିବାର ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ସୂଚନା ଦେଇଛନ୍ତି। ସେହିପରେ ଭାବେ ଗତକାଲି ରାତିରେ ବାଲୁଗାଁ ଏସଡ଼ିପିଓ…
ନୂଆଦିଲ୍ଲୀ: କରୋନା ଭୂତାଣୁର ପ୍ରକୋପ ସମଗ୍ର ଦେଶରେ ଜାରି ରହିଛି। କରୋନା ସଙ୍କଟରେ ଲୋକଙ୍କ ଢାଲ ହୋଇ ଛିଡା ହୋଇଥିବା ଡାକ୍ତରମାନଙ୍କର ମଧ୍ୟ ଏଥିରେ ଜୀବନ ଯାଉଛି। କରୋନା ଭୂତାଣୁର ଦ୍ଵିତୀୟ ଲହରୀରେ ୪୨୦ ଜଣ ଡାକ୍ତରଙ୍କ ପ୍ରାଣହାନୀ ଘଟିଛି। ସର୍ବାଧିକ ୧୦୦ ଜଣ ଡାକ୍ତର ଦିଲ୍ଲୀରେ ପ୍ରାଣ ହରାଇଥିବା ବେଳେ ବିହାରରେ ୯୬ ଜଣ, ଉତ୍ତରପ୍ରଦେଶରେ ୪୧ ଜଣ, ଗୁଜୁରାଟରେ ୩୧ ଜଣ, ଆନ୍ଧ୍ରପ୍ରଦେଶରେ ୨୬ ଜଣ, ମହାରାଷ୍ଟ୍ରରେ ୧୫ ଜଣ, ମଧ୍ୟପ୍ରଦେଶରେ ୧୩ ଜଣ, ଆସାମରେ ୩ ଜଣ, ଗୋଆରେ ୨ ଜଣ, ଏବଂ ହରିୟଣାରେ ୨ ଜଣ ପ୍ରାଣ ହରାଇଛନ୍ତି। ସେହିଭଳି ପଞ୍ଜାବ ଏବଂ ପୁଡୁଚେରୀରେ ଜଣେ ଲେଖାଏଁ ଡାକ୍ତର ଏହି କରୋନା ଯୁଦ୍ଧରେ ହାରିଯାଇଛନ୍ତି।
ନୂଆଦିଲ୍ଲୀ: ଦେଶରେ ଟୀକାକରଣକୁ ନେଇ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ଏଗଜିକ୍ୟୁଟିଭ ଡାଇରେକ୍ଟର ସୁରେଶ ଯାଦବ ଏକ ମନ୍ତବ୍ୟ ରଖିଛନ୍ତି। ଟୀକାକରଣ ପ୍ରକ୍ରିୟାର ବିସ୍ତାର କରିବା ସମୟରେ କେନ୍ଦ୍ର ସରକାର ନା ଟୀକାର ଉପଲବ୍ଧତା ଉପରେ ଧ୍ୟାନ ଦେଇଛନ୍ତି ନା ବିଶ୍ଵ ସ୍ୱାସ୍ଥ୍ୟ ସଂଗଠନର ଗାଇଡଲାଇନକୁ ଅନୁସରଣ କରିଛନ୍ତି। ସୁରେଶ ଏଭଳି ସମୟରେ ନିଜର ମନ୍ତବ୍ୟ ରଖିଛନ୍ତି, ଯେତେବେଳେ ଦେଶର ଅନେକ ରାଜ୍ୟରେ ଟୀକାର ଘୋର ଅଭାବ ଦେଖାଯାଇଛି। ସୁରେଶ ଯାଦବ କହିଛନ୍ତି ଯେ, ଆମେ ଟୀକା ପ୍ରସ୍ତୁତ କରିବା ଟାର୍ଗେଟରେ ପହଞ୍ଚିବା ପୂର୍ବରୁ ୪୫ ବର୍ଷ ଉର୍ଦ୍ଧ୍ଵ ବର୍ଗର ଲୋକଙ୍କୁ ଟୀକା ଦେବା ସହ ୧୮ ବର୍ଷ ବର୍ଗର ବୟସ୍କଙ୍କୁ ଦେବା ପାଇଁ ସରକାର ଘୋଷଣା କରିଦେଲେ। ଯେତେବେଳେ ସରକାରଙ୍କୁ ଜଣାଥିଲା ଯେ, ଆମ ପାଖରେ ପର୍ଯ୍ୟାପ୍ତ ପରିମାଣରେ ଟୀକା ନାହିଁ।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୫୭ ହଜାର ୨୯୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୧୯୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୬୨ ଲକ୍ଷ ୮୯ ହଜାର ୨୯୦ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୯୨ ହଜାର ୫୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୩୦ ଲକ୍ଷ ୭୦ ହଜାର ୩୬୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୯ ଲକ୍ଷ ୨୩ ହଜାର ୪୦୦ ଆକ୍ଟିଭ୍ କେସ୍ ରହିଛି।
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୫୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବାଲେଶ୍ଵର ଏବଂ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବୌଦ୍ଧ, ଗଜପତି, କୋରାପୁଟ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୯ ହଜାର ୫୩୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୬୭ ହଜାର ୩୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି…
ଭୁବନେଶ୍ବର: ଆଜି ରାଜ୍ୟରେ ୧୧ ହଜାର ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୬୨୧୯ ଜଣ ଚିହ୍ନଟ ହୋଇଥିବା ବେଳେ ୪୮୮୯ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୯ ହଜାର ୫୩୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୬୭ ହଜାର ୩୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୯ ହଜାର ୬୩୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୩୦ କୁ ବୃଦ୍ଧି ହୋଇଛି। ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୧ ହଜାର ୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୪୫୧ ଜଣ, ଅନୁଗୁଳ ଜିଲ୍ଲାରୁ ୮୬୪ ଜଣ,…
ଭୁବନେଶ୍ବର, ଗୃହ ମନ୍ତ୍ରଣାଳୟ ପକ୍ଷରୁ ଆଜି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର ସ୍ୱତନ୍ତ୍ର ରିଲିଫ କମିଶନର ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସଚିବମାନଙ୍କ ବାର୍ଷିକ ସମ୍ମିଳନୀ ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ 2021 କାରଣରୁ ଦେଖାଯିବାକୁ ଥିବା ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତିର ସ୍ଥିତି ସମୀକ୍ଷା କରିବା ଲାଗି ମୁଖ୍ୟତଃ ଏହି ସମ୍ମିଳନୀ ଆୟୋଜନ କରାଯାଇଥିଲା। କେନ୍ଦ୍ର ଗୃହ ସଚିବ ଏହି ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ। ସେ ତାଙ୍କର ଉଦଘାଟନୀ ଅଭିଭାଷଣରେ ବର୍ଷା ସାରା 24 ଘଣ୍ଟିଆ ପ୍ରସ୍ତୁତି ସୁନିଶ୍ଚିତ କରିବା ଲାଗି କ୍ଷମତା ନିର୍ମାଣ ଏବଂ ତୁରନ୍ତ ପଦକ୍ଷେପ ନିମନ୍ତେ ସଜାଗ ରହିବାର ଆବଶ୍ୟକତା ଉପରେ ଗୁରୁତ୍ବାରୋପ କରିଥିଲେ। ସେ ଦକ୍ଷିଣ-ପଶ୍ଚିମ ମୌସୁମୀ କିମ୍ବା ଅନ୍ୟ କୌଣସି ଆସନ୍ନ ବିପତ୍ତି ସମୟରେ ପ୍ରବଳ ବର୍ଷା ଏବଂ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହେବାର ଆଶଙ୍କା ଥିବା ସମସ୍ତ ସ୍ୱାସ୍ଥ୍ୟ ସେବା ସୁବିଧା, ଅକ୍ସିଜେନ…
ମେଷ- କାରବାରରେ ସତର୍କତା ବ୍ୟବହାର କରନ୍ତୁ। ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ । ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ । ଅଫିସ୍ କିମ୍ବା କାର୍ଯ୍ୟକ୍ଷେତ୍ରରେ ଏକ ଚାପଗ୍ରସ୍ତ ପରିସ୍ଥିତି ହୋଇପାରେ । ଆପଣ ବନ୍ଧୁ ଏବଂ ପରିବାରର ଆବଶ୍ୟକତାରେ ଅଟକି ଯାଇପାରନ୍ତି । ପେଟ ସମ୍ବନ୍ଧୀୟ ରୋଗ ହେବାର ସମ୍ଭାବନା ଅଛି। ବୃଷ- ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ ଅଂଶ ରହିବେ । ବ୍ୟବସାୟ ଭଲ କରିବ। ଅଫିସରେ ଚାକିରିକୁ ନେଇ ସନ୍ତୁଷ୍ଟ ରହିବେ। ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ। ଘର ବାହାରେ ଜୀବନ ଖୁସି ହେବ। ଆର୍ଥିକ ଦିଗ ଦୃଢ ହେବ। ଘରର ଉପଯୋଗୀ ଜିନିଷଗୁଡ଼ିକ ବୃଦ୍ଧି ପାଇବ । ମୋଟ ଉପରେ, ଆଜି…
ତୂଳା- ପରିବାର ସାହାଯ୍ୟ କରିବେ । ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ । କାର୍ଯ୍ୟ ସମାପ୍ତ ହୋଇପାରିବ । କ୍ୟାରିୟର ଏବଂ ପୁଞ୍ଜି ବିନିଯୋଗ କ୍ଷେତ୍ରରେ ଆପଣ କିଛି ନୂତନ ଏବଂ ମହତ୍ ସୁଯୋଗ ମଧ୍ୟ ପାଇପାରିବେ। ବିଛା- ଆପଣ ମଧୁରବାଣୀ ଦ୍ବାରା ଯେକୈଣସି କାର୍ଯ୍ୟରେ ବିଜୟୀ ହେବାକୁ ସମର୍ଥ ହେବେ। ପରିବାର ସଦସ୍ୟଙ୍କ ସହିତ ଖୁସିରେ ସମୟ ଅତିବାହିତ କରିବେ। ଆଜି ଭାଗ୍ୟ ଆପଣଙ୍କ ସହିତ ରହିବ। ଆୟର ନୂତନ ଉତ୍ସ ଉତ୍ପନ୍ନ ହୋଇପାରେ। ଅଫିସ୍ କାର୍ଯ୍ୟ ସବୁଦିନ ଅପେକ୍ଷା ଆଜି ଭଲ ହେବ। ଜୀବନ ସାଥୀଙ୍କ ପୂର୍ଣ୍ଣ ସମର୍ଥନ ପାଇବେ।
ଧନୁ- ଶାରୀରିକ ଭାବରେ ବ୍ୟସ୍ତ ରହିବେ। ଆପଣଙ୍କ କାମରୁ ପଛକୁ ଯାଅନ୍ତୁ ନାହିଁ । ଟଙ୍କା ରୋଜଗାର କରିବାର କିଛି ନୂତନ ଏବଂ ଭଲ ସୁଯୋଗ ମଧ୍ୟ ମିଳିପାରେ । ଆପଣଙ୍କର ଆତ୍ମବିଶ୍ୱାସ ଆଧାରରେ, ଅନ୍ୟମାନଙ୍କଠାରୁ ଭିନ୍ନ ପରିଚୟ ସୃଷ୍ଟି କରିବାରେ ସଫଳ ହୋଇପାରିବ। ଆୟ ବୃଦ୍ଧି ପାଇବ। ମୀନ –ଭାଗ୍ୟ ଆପଣଙ୍କ ସହିତ ରହିପାରେ। ଆପଣଙ୍କୁ ଦେଖା କରୁଥିବା ଲୋକମାନେ ଆପଣଙ୍କୁ କିଛି ନୂଆ ଚେଷ୍ଟା କରିବାକୁ ପ୍ରେରଣା ଦେଇପାରିବେ। ଏହି ସମୟରେ କରାଯାଇଥିବା ପ୍ରୟାସ ସଫଳ ହେବାର ସମ୍ଭାବନା ଅଧିକ। ବୋଧହୁଏ ଆପଣ ଅତିରିକ୍ତ ଦାୟିତ୍ବ ପାଇବେ କିମ୍ବା ସାମ୍ପ୍ରତିକ ଚାକିରିରେ କାମ କରିବ।
ମକର- କ୍ରନିକ୍ ରୋଗରେ କିଛି ଆରାମ ମିଳିପାରେ। ଅନେକ ଦିନ ଧରି ବନ୍ଦ ହୋଇଯାଇଥିବା କାର୍ଯ୍ୟଗୁଡ଼ିକ ମଧ୍ୟ ସଂପୂର୍ଣ୍ଣ ହୋଇପାରିବ। ପାରିବାରିକ ସମ୍ପର୍କ ଆନ୍ତରିକ ହେବ । ଆପଣଙ୍କର ଭାବମୂର୍ତ୍ତିରେ ଉନ୍ନତି ଆଣିବାକୁ ଆପଣ ଏକ ସୁଯୋଗ ମଧ୍ୟ ପାଇପାରିବେ। ଚିନ୍ତା ସମାପ୍ତ ହୋଇପାରିବ। କୁମ୍ଭ- ଆପଣ ଆଜି ଧର୍ଯ୍ୟବାନ ହେବା ଉଚିତ୍। ଟଙ୍କା କ୍ଷେତ୍ରରେ କ୍ଷତି ହୋଇପାରେ। କିଛି ଆଇନଗତ ପ୍ରସଙ୍ଗରେ ଆପଣ ଜଡିତ ହୋଇପାରନ୍ତି। ସମୟର ଯତ୍ନ ନିଅନ୍ତୁ । କିଛି ବିଶେଷ କାର୍ଯ୍ୟ ପାଇଁ ଆପଣଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡିପାରେ ।
ସିଂହ- ଆପଣଙ୍କର ଜୀବନରେ କିଛି ପରିବର୍ତ୍ତନ କରିବାକୁ ପଡିପାରେ। ପରିବାର ସାହାଯ୍ୟ ମିଳିବ। ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ। କାର୍ଯ୍ୟ ସମାପ୍ତ ହୋଇପାରିବ। ବୁଦ୍ଧିମାନ ଭାବରେ ଷ୍ଟକ୍ ମାର୍କେଟରେ ବିନିଯୋଗ କରନ୍ତୁ। କନ୍ୟା- ଆପଣଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଆପଣ ଲୋକମାନଙ୍କୁ ମଧ୍ୟ ପ୍ରଭାବିତ କରିବେ। ଲୋକମାନେ ଆପଣଙ୍କର ଚିନ୍ତାଧାରାକୁ ପସନ୍ଦ କରିବେ। ଲୋକମାନେ ଆପଣଙ୍କ ପରାମର୍ଶରୁ ଉପକୃତ ହେବେ। ଆପଣ କିଛି ଭଲ ଖବରକୁ ଅପେକ୍ଷା କରିବେ। ଆଜିର ଦିନଟି ଆପଣଙ୍କ ପାଇଁ ସ୍ୱାଭାବିକ।
ମେଷ- କାରବାରରେ ସତର୍କତା ବ୍ୟବହାର କରନ୍ତୁ। ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ । ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ । କର୍କଟ- ଦୈନ୍ୟନ୍ଦିନ କାର୍ଯ୍ୟଗୁଡିକ କିଛି ବିପଦ ବହନ କରିପାରେ । ଚାକିରିରେ ସମସ୍ୟା ହୋଇପାରେ। ଯଦି ଆପଣ ଜିଦି କରନ୍ତି ତେବେ, କାହା ସହିତ ବିବାଦ ହେବାର ସମ୍ଭାବନା ଅଛି । ଅଧିକ ଚିନ୍ତାରେ ସମୟ ନଷ୍ଟ କରନ୍ତୁ ନାହିଁ । ହଠାତ୍ ଆପଣ ଅସୁବିଧା ମଧ୍ୟ ବଢିପାରେ ।

