ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୧୧ ହଜାର ୧୭୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ୭୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୪୬ ଲକ୍ଷ ୮୪ ହଜାର ୭୭ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୭୦ ହଜାର ୨୮୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୭ ଲକ୍ଷ ୯୫ ହଜାର ୩୩୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୬ ଲକ୍ଷ ୧୮ ହଜାର ୪୫୮ ଆକ୍ଟିଭ୍ କେସ୍ ରହିଛି।
Author: Samikhsya Bureau
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୧୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଓ ରାୟଗଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିଭଳି ନୂଆପଡା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ବେଳେ ଗଜପତି, କେନ୍ଦ୍ରାପଡା, ପୁରୀ, ନବରଙ୍ଗପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ୨୨୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୨ ହଜାର ୪୫୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି…
ଭୁବନେଶ୍ବର: ଆଜି ରାଜ୍ୟରେ ୧୧ ହଜାର ୭୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୬୫୬୯ ଜଣ ଚିହ୍ନଟ ହୋଇଥିବା ବେଳେ ୫୧୬୩ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ୨୨୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୨ ହଜାର ୪୫୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୭ ହଜାର ୪୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୨୯୪ କୁ ବୃଦ୍ଧି ହୋଇଛି। ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୧ ହଜାର ୭୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୭୧୦ ଜଣ, ଅନୁଗୁଳ ଜିଲ୍ଲାରୁ ୭୦୦ ଜଣ,…
ମେଷ-ବ୍ୟବସାୟ ଅଭିବୃଦ୍ଧି ପାଇଁ ବିଦେଶ ଭ୍ରମଣର ଲକ୍ଷଣ ଅଛି, ଯାହା ଶେଷରେ ଲାଭଦାୟକ ହେବ । କମିଶନ ଆଧାରରେ କାର୍ଯ୍ୟ କରୁଥିବା ଲୋକଙ୍କ ପାଇଁ ଏହି ସପ୍ତାହ ଅତ୍ୟନ୍ତ ଲାଭଦାୟକ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ତୁମେ ତୁମର ସାଥୀଙ୍କ ସହିତ ସମୟ ବିତାଇବାକୁ ଏକ ସୁଯୋଗ ପାଇବ, ଯାହା ତୁମ ମନକୁ ସପ୍ତାହ ସାରା ସତେଜ ରଖିବ । ଭାଗ୍ୟ ସଂଖ୍ୟା: 5 ଭାଗ୍ୟ ରଙ୍ଗ: ସବୁଜ । ବୃଷ- ଲଭ୍ ଲାଇଫରେ ତୁମେ ତୁମର ସାଥୀଙ୍କ ସହିତ ସମୟ ବିତାଇବାକୁ ଏକ ସୁଯୋଗ ପାଇବ । ଆପଣଙ୍କ ଇଚ୍ଛା ପୂରଣ କରିବା ପାଇଁ ଆପଣଙ୍କ ପରିବାର ଆପଣଙ୍କ ସମର୍ଥନରେ ଠିଆ ହେବେ । କିଛି ଲୋକ ଏହି ସପ୍ତାହରେ ଆର୍ଥିକ ସ୍ବାଧୀନ ହେବେ। କୈଣସି ସ୍ୱାସ୍ଥ୍ୟ ସମସ୍ୟା ହେବ ନାହିଁ । ପ୍ରେମ ସଂପର୍କରେ ମଧୁରତା ବୃଦ୍ଧି ହେବାର ସମ୍ଭାବନା ଅଛି । ଭାଗ୍ୟ ସଂଖ୍ୟା:…
କୁମ୍ଭ- ବୃତ୍ତିଗତ ଜୀବନରେ ଏକ ନୂତନ ପ୍ରୋଜେକ୍ଟ କରିବାକୁ, ଆପଣଙ୍କୁ ସଜାଇବାକୁ ପଡିବ। ପରିବାରର ଗୁରୁଜନମାନଙ୍କ ପରାମର୍ଶରେ କାର୍ଯ୍ୟ କରି ଆପଣ ଜୀବନରେ ସଫଳତା ପାଇବେ । ଏହି ସପ୍ତାହରେ, କାହାର ଅସହିଷ୍ଣୁ ଜିନିଷ ଆପଣଙ୍କୁ ବିଭ୍ରାନ୍ତ କରିପାରେ । କୈତୁହଳପ୍ରଦ ବ୍ୟକ୍ତିଙ୍କ ସହିତ ତୁମର ଘନିଷ୍ଠତା ବୃଦ୍ଧି କରିବାର ଲକ୍ଷଣ ଅଛି । ମୀନ- ଏହି ସପ୍ତାହ ଛାତ୍ର ତଥା ବୃତ୍ତିଗତ କ୍ଷେତ୍ରରେ ଅତ୍ୟନ୍ତ ଲାଭଦାୟକ ପ୍ରମାଣିତ ହେବ । କର୍ମକ୍ଷେତ୍ରରେ ଆପଣଙ୍କର ଭଲ ପ୍ରଦର୍ଶନ ଏବଂ ଦକ୍ଷତା ଆପଣଙ୍କ ବୟସ୍କମାନଙ୍କୁ ଆକର୍ଷିତ କରିବ । ଟଙ୍କା ପ୍ରସଙ୍ଗରେ ତୁମର ଚିନ୍ତିତ ବିନିଯୋଗ ତୁମର ଆର୍ଥିକ ସ୍ଥିତିକୁ ଅଧିକ ଶକ୍ତିଶାଳୀ କରିବ ।
ଧନୁ- ପ୍ରେମ ସମ୍ପର୍କର ବିବାହରେ ପରିଣତ ହେବାର ଲକ୍ଷଣ ଅଛି । ଆର୍ଥିକ ଦୃଷ୍ଟିରୁ, ଆପଣ ଆପଣଙ୍କର ଆୟ ବୃଦ୍ଧି କରିବାକୁ କଠିନ ଚେଷ୍ଟା କରିବେ । ଏକ ନିୟନ୍ତ୍ରିତ ଖାଦ୍ୟ ଏବଂ ସକ୍ରିୟ ଜୀବନଶୈଳୀ ଅନୁସରଣ କରି, ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ । ମକର – ଆପଣଙ୍କ ଦ୍ବାରା ଦିଆଯାଇଥିବା ପରାମର୍ଶଗୁଡିକ କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ବୟସ୍କମାନଙ୍କୁ ପ୍ରଭାବିତ କରିବ, ଯାହା ଦର୍ଶାଏ ଯେ ଆପଣଙ୍କ କମ୍ପାନୀ ମଧ୍ୟ ଉପକୃତ ହେବ। ପରୀକ୍ଷାରେ ଭଲ ଫଳାଫଳ ଛାତ୍ରମାନଙ୍କ ପାଇଁ ଇଚ୍ଛାକୃତ ଚାକିରି ପାଇବାରେ ଲାଭଦାୟକ ପ୍ରମାଣିତ ହେବ ।
ତୂଳା- ଲଭ୍ ଲାଇଫ୍ ଆପଣଙ୍କୁ ଉତ୍ସାହିତ କରିବ । ବୃତ୍ତିଗତ ଜୀବନରେ ସହକର୍ମୀମାନଙ୍କ ସହ ମିଶି କାମ କରିବା ଆପଣଙ୍କ ଆଗ୍ରହରେ ରହିବ। ଏହି ସପ୍ତାହରେ, ଆବଶ୍ୟକତା ଅନୁଯାୟୀ ଏକ ନୂତନ ବିନିଯୋଗ ବିକଳ୍ପ ଆପଣଙ୍କୁ ଉପସ୍ଥାପିତ ହେବାର ସମ୍ଭାବନା ଅଛି । ସାମାଜିକ କାର୍ଯ୍ୟରେ କାହାର ସମ୍ବେଦନଶୀଳତା ଆପଣଙ୍କୁ ଅସନ୍ତୁଷ୍ଟ କରିପାରେ । ବିଛା- ଅତ୍ୟଧିକ ଆତ୍ମବିଶ୍ୱାସ ବୃତ୍ତିଗତ ଜୀବନରେ ଆପଣଙ୍କ ପାଇଁ କ୍ଷତିକାରକ ପ୍ରମାଣିତ ହୋଇପାରେ । ବହୁତ ସମୟ ପରେ, ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସମ୍ଭାବନା ଅଛି । ପରିବାରର କାହାର ସ୍ୱାସ୍ଥ୍ୟ ଖରାପ ହେବା ଫଳରେ ଘରେ ଉତ୍ତେଜନା ସୃଷ୍ଟି ହୋଇପାରେ । କୌଣସି ପୁରୁଣା ପାର୍ଥକ୍ୟ ହେତୁ ବିବାହିତ ଜୀବନ ବିଚଳିତ ହୋଇପାରେ ।
ସିଂହ- ତୁମର ସଂଗଠିତ କାର୍ଯ୍ୟ ଶୈଳୀ ଏବଂ କର୍ମକ୍ଷେତ୍ରରେ ଦକ୍ଷତାର ସହିତ କାର୍ଯ୍ୟ ପାଇଁ ତୁମେ ସମ୍ମାନ ପାଇବ । ଉଦାରତାରେ କରାଯାଇଥିବା କୌଣସି ଭଲ କାର୍ଯ୍ୟ ପାଇଁ ତୁମେ ସମାଜରେ ପ୍ରଶଂସିତ ହେବ । ଯଦି ବନ୍ଧୁମାନଙ୍କୁ ଦୀର୍ଘ ସମୟ ପାଇଁ ସମୟ ଦିଆଯାଇ ନ ଥାଏ ତେବେ ଖରାପ ସମ୍ପର୍କରେ ଉନ୍ନତିର ଲକ୍ଷଣ ଦେଖାଦେଇଛି । କନ୍ୟା- ଭଲ ପ୍ରଦର୍ଶନ ସହିତ ଛାତ୍ରମାନେ ସେମାନଙ୍କର ଶିକ୍ଷକ ଏବଂ ବୟସ୍କମାନଙ୍କ ହୃଦୟ ଜିତିବାକୁ ସକ୍ଷମ ହେବେ । କିଛି ଲୋକଙ୍କ ପାଇଁ ଆର୍ଥିକ ସ୍ଥିତିରେ ଉନ୍ନତି ହେବାର ସମ୍ଭାବନା ଅଛି । ପରିବାର ସହିତ ବାହାରକୁ ଯିବା ଆନନ୍ଦଦାୟକ ହେବ । ସାମାଜିକ ପରିବେଷରେ ତୁମେ କିଛି ଗୁରୁତ୍ୱପୂର୍ଣ୍ଣ ଇଭେଣ୍ଟକୁ ଆମନ୍ତ୍ରିତ ହେବ ।
ମିଥୁନ- ଜଣେ ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ଭେଟିବାର ସମ୍ଭାବନା ଅଛି, ଯିଏ ଆପଣଙ୍କ କ୍ୟାରିୟର ପାଇଁ ଲାଭଦାୟକ ପ୍ରମାଣିତ ହେବେ । ବୃତ୍ତିଗତ ଜୀବନରେ ଭଲ ନେଟୱାର୍କିଙ୍ଗ୍ ସାହାଯ୍ୟରେ, ତୁମେ ତୁମର ଲକ୍ଷ୍ୟ ଆଡକୁ ଯିବାରେ ସଫଳ ହେବ । କର୍କଟ- ପରିବାରର ଗୁରୁଜନମାନେ ତୁମେ କରୁଥିବା ସମସ୍ତ କାର୍ଯ୍ୟରେ ସାହାଯ୍ୟ କରିବ । ତୁମେ ତୁମର ସାମାଜିକ ଭିତରେ ଆକର୍ଷଣର କେନ୍ଦ୍ର ହୋଇ ରହିବ । ଏହି ସପ୍ତାହରେ ଆପଣ ଏକ ଦୀର୍ଘ ସମୟ ପରେ ଏକ ସାଥୀ ସହିତ ଏକାକୀ ସମୟ ଅତିବାହିତ କରିବାର ସୁଯୋଗ ପାଇବେ।
ମେଷ-ବ୍ୟବସାୟ ଅଭିବୃଦ୍ଧି ପାଇଁ ବିଦେଶ ଭ୍ରମଣର ଲକ୍ଷଣ ଅଛି, ଯାହା ଶେଷରେ ଲାଭଦାୟକ ହେବ । କମିଶନ ଆଧାରରେ କାର୍ଯ୍ୟ କରୁଥିବା ଲୋକଙ୍କ ପାଇଁ ଏହି ସପ୍ତାହ ଅତ୍ୟନ୍ତ ଲାଭଦାୟକ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ବୃଷ- ଲଭ୍ ଲାଇଫରେ ତୁମେ ତୁମର ସାଥୀଙ୍କ ସହିତ ସମୟ ବିତାଇବାକୁ ଏକ ସୁଯୋଗ ପାଇବ । ଆପଣଙ୍କ ଇଚ୍ଛା ପୂରଣ କରିବା ପାଇଁ ଆପଣଙ୍କ ପରିବାର ଆପଣଙ୍କ ସମର୍ଥନରେ ଠିଆ ହେବେ । କିଛି ଲୋକ ଏହି ସପ୍ତାହରେ ଆର୍ଥିକ ସ୍ବାଧୀନ ହେବେ। କୈଣସି ସ୍ୱାସ୍ଥ୍ୟ ସମସ୍ୟା ହେବ ନାହିଁ ।
ନୂଆଦିଲ୍ଲୀ, ସାମ୍ଭବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପଶ୍ଚିମ ରେଳବାଇ ବଡ ପଦକ୍ଷେପ ଗ୍ରହଣ କରିଛି। ଏହି ବାତ୍ୟାରେ ମହାରାଷ୍ଟ୍ର ସମେତ କେତେ ରାଜ୍ୟ ପ୍ରଭାବିତ ହେଉଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ସେହି ଅନୁସାରେ ଆସନ୍ତାକାଲି ରବିବାରଠାରୁ 6 ଦିନ ପାଇଁ ବିଭିନ୍ନ ଟ୍ରେନକୁ ବାତିଲ କରାଯାଇଛି। ଯାତ୍ରୀମାନଙ୍କ ଯାତ୍ରାକୁ ସୁରକ୍ଷିତ ରଖିବା ପାଇଁ ଏହି ପଦକ୍ଷେପ ନିଆଯାଇଛି ବୋଲି ରେଳବାଇ କହିଛି। ସେହିପରି ପୂର୍ବତଟ ରେଳବାଇ ତରଫରୁ ଯାତ୍ରୀ ମାନଙ୍କ ସୁରକ୍ଷା ଓ ନିରାପତ୍ତାକୁ ଦୃଷ୍ଟିରେ ରଖି 08401/08402 ପୁରୀ-ଓ଼ଖା-ପୁରୀ ସ୍ପେସିଆଲ ଟ୍ରେନକୁ ପୁରୀ ଠାରୁ ମଇ ମାସ 16 ତାରିଖ ଏବଂ ଓ଼ଖା ଠାରୁ ମଇ ମାସ 19 ତାରିଖ ଦିନ ବାତିଲ କରାଯାଇଅଛି । ଆସନ୍ତାକାଲିଠାରୁ ପଶ୍ଚମ ରେଳବାଇର ବିଭିନ୍ନ ଦିନମାନଙ୍କରେ ଯେଉଁ ଟ୍ରେନ ବାତିଲ ହେବ ସେଗୁଡିକ ହେଲା
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ତଥା ଏଜେନ୍ସିମାନଙ୍କ ସହିତ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ସାମୁଦ୍ରିକ ଘୂର୍ଣ୍ଣବାତ୍ୟା “ତାଉତେ”ର ଉପଯୁକ୍ତ ମୁକାବିଲା ସକାଶେ ସମ୍ଭାବ୍ୟ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଛନ୍ତି । ଆଜିର ସମୀକ୍ଷା ବୈଠକରେ କରାଯାଇଥିବା ଆଲୋଚନା ଅନୁସାରେ କ୍ୟାବିନେଟ୍ ସଚିବ ଘୂର୍ଣ୍ଣିବାତ୍ୟା ସଂପର୍କରେ ସମସ୍ତ ତଟୀୟ ରାଜ୍ୟମାନଙ୍କ ମୁଖ୍ୟ ଶାସନ ସଚିବ ଓ କେନ୍ଦ୍ର ସରକାରଙ୍କ ମନ୍ତ୍ରଣାଳୟ ଏବଂ ଏଜେନ୍ସିମାନଙ୍କ ସହିତ ନିରବଚ୍ଛିନ୍ନ ଭାବେ ସମ୍ପର୍କରେ ରହିବେ। ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ (ଏମଏଚଏ) ପକ୍ଷରୁ ଘୂର୍ଣ୍ଣିବାତ୍ୟା “ତାଉତେ” ସମ୍ପର୍କରେ ୨୪*୭ ସମୀକ୍ଷା କରାଯାଉଛି ଏବଂ ସଂପୃକ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ କ୍ଷେତ୍ର ସରକାର ତଥା କେନ୍ଦ୍ରୀୟ ଏଜେନ୍ସିମାନଙ୍କ ସହିତ ପରିସ୍ଥିତିର ସମୀକ୍ଷା କରାଯାଉଛି । ଜାତୀୟ ବିପର୍ୟ୍ୟୟ ମୁକାବିଲା ବାହିନୀ (ଏନଡିଆରଏଫ) ପକ୍ଷରୁ ଇତି ମଧ୍ୟରେ ସଂପୃକ୍ତ ଛଅଟି ତଟୀୟ ରାଜ୍ୟର ବିଭିନ୍ନ ସ୍ଥାନରେ ୪୨ଟି ଦଳଙ୍କୁ ଆଗୁଆ ମୁତୟନ…
ନୂଆଦିଲ୍ଲୀ, ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ତାଉତେ’ ଧିରେ ଧିରେ ଘନିଭୂତ ହେବାରେ ଲାଗିଛି। ବର୍ତ୍ତମାନ ଏହା ପ୍ରବଳରୁ ଅତି ପ୍ରବଳ ରୂପକୁ ଧାରଣ କରିବାରେ ଲାଗିଛି। ବର୍ତ୍ତମାନ ଏହା ସ୍ଥଳଭାଗ ଆଡକୁ ମାଡିଆସୁଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଏହି ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା “ତାଉତେ’ ଗୁଜରାଟର ପୋରବନ୍ଦର ଏବଂ ନଲିୟା ମଧ୍ୟରେ ମେ ୧୮ ତାରିଖ ଅପରାହ୍ଣ କିମ୍ବା ସନ୍ଧ୍ୟା ମଧ୍ୟରେ ସ୍ଥଳଭାଗ ଛୁଇଁବ । ସ୍ଥଳଭାଗ ଛୁଇଁଲା ବେଳକୁ ଏହାର ଘଣ୍ଟାପ୍ରତି ବେଗ ପ୍ରାୟ ୧୭୫ କିଲୋମିଟର ହୋଇପାରେ ବୋଲି ପୂର୍ବନୁମାନ କରାଯାଇଛି । ଏହାର ପ୍ରଭାବରେ ଗୁଜରାଟର ତଟୀୟ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ସହ ଜୁନାଗଡ଼ ଓ ଗୀର ସୋମନାଥ ଅଞ୍ଚଳରେ ଅତି ପ୍ରବଳ ବର୍ଷା ଏବଂ ସୌରାଷ୍ଟ୍ର, କଚ୍ଛ ଓ ଡିଉର ଗୀର ସୋମନାଥ, ଡିଉ, ଜୁନାଗଡ଼, ପୋରବନ୍ଦର, ଦେବଭୂମି ଦ୍ୱାରକା, ଆମରେଲି, ଜାମନଗର ଆଦି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା…
ନୂଆଦିଲ୍ଲୀ: ବ୍ରିଟେନରେ କରୋନା ସଂକ୍ରମଣ ରୋକିବା ପାଇଁ ଟୀକାକରଣ ଜାରି ରହିଛି। ହେଲେ ଭୂତାଣୁ ବି୧.୬୧୭.୨ ଭ୍ୟାରିଏଣ୍ଟକୁ ରୋକିବା ପାଇଁ ଏହି ଟୀକାର ପ୍ରଭାବ କମ ରହିପାରେ। ବ୍ରିଟେନ ଟୀକାକରଣ ପ୍ରକ୍ରିୟାରେ ସାମିଲ ଥିବା ଜଣେ ବୈଜ୍ଞାନିକ ଏଭଳି ମତ ରଖିଛନ୍ତି। ଏକ ସପ୍ତାହ ମଧ୍ୟରେ କରୋନାର ବି୧.୬୧୭.୨ ଭ୍ୟାରିଏଣ୍ଟ ଦ୍ଵାରା ଦୁଇଗୁଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ପ୍ରଫେସର ଏନ୍ଥନୀ ହାର୍ଡନ କହିଛନ୍ତି ଯେ, ଏହି ଭ୍ୟାରିଏଣ୍ଟ ବିରୋଧରେ ଲଢେଇ ପାଇଁ ଟୀକା କମ ପ୍ରଭାବ ହୋଇପାରେ। ଏହା ଭିତରେ କୋଭିଶିଲ୍ଡ ଟୀକାର ଦୁଇ ଡୋଜ ମଧ୍ୟରେ ଥିବା ବ୍ୟବଧାନ ଅବଧିକୁ ବ୍ରିଟେନ ସରକାର ହ୍ରାସ କରିଦେଇଛି। ବର୍ତ୍ତମାନ ଦୁଇ ଡୋଜ ମଧ୍ୟରେ ବ୍ଯବଧାନକୁ ୮ ସପ୍ତାହ ପର୍ଯ୍ୟନ୍ତ କରାଯାଇଛି। ଏହି ନିୟମ ୫୦ ବର୍ଷର ଉର୍ଦ୍ଧ୍ଵ ବର୍ଗର ଲୋକଙ୍କ ପାଇଁ ଲାଗୁ କରାଯାଇଛି। ପୂର୍ବରୁ ଏହାର ବ୍ୟବଧାନ ଅବଧି ୧୨ ସପ୍ତାହ ଥିଲା। ପ୍ରଧାନମନ୍ତ୍ରୀ ବୋରୀସ…
ରମେଶ ମହାନ୍ତି ଜଗତସିଂହପୁର: ଦୃତ ଗତିରେ ବୃଦ୍ଧି ପାଉଥିବା କରୋନା ମହାମାରୀର ଦ୍ୱିତୀୟ ଲହରୀ ଜଗତସିଂହପୁର ଜିଲ୍ଲାରେ ଉପରମୁହାଁ ହୋଇଥିବା ଦେଖିବାକୁ ମିଳୁଛି। ଜଗତସିଂହପୁର ଜିଲ୍ଲାରେ ଆଜି ୨୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଆଜି ପାରାଦ୍ବୀପରୁ ସର୍ବାଧିକ ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କୁଜଙ୍ଗ ବ୍ଲକରୁ ୩୯ଜଣ, ବାଲିକୁଦା ବ୍ଲକରୁ ୩୨ଜଣ, ଜଗତସିଂହପୁର ବ୍ଲକରୁ ୨୯ଜଣ, ନାଉଗାଁ ବ୍ଲକରୁ ୨୮ଜଣ, ଏରସମା ବ୍ଲକରୁ ୨୨ଜଣ, ତିର୍ତ୍ତୋଲ ଓ ରଘୁନାଥପୁର ବ୍ଲକରୁ ୧୯ଜଣ ଲେଖାଏଁ,ବିରିଡ଼ି ବ୍ଲକରୁ ୧୩ଜଣ ଓ ଜଗତସିଂହପୁର ମ୍ୟୁନିସିପାଲିଟିରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସମୁଦାୟ ୧୨୯୬୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୨୫୪ ଜଣ ସୁସ୍ଥ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ ୪୧ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଆଜି ଜିଲ୍ଲାରୁ ୧୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଜିଲ୍ଲାରେ ବର୍ତ୍ତମାନ ୧୬୬୫ ଜଣ…
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୪୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୨୮୧ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୮୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୪୮ ହଜାର ୨୮୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧ ହଜାର ୬୮୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୯୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୭୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୦୫, ସୁନ୍ଦରଗଡରୁ ୧୧୮୬, କଟକରୁ ୯୬୬, କଳାହାଣ୍ଡିରୁ ୫୬୬, ଅନୁଗୁଳରୁ ୫୫୭, ବରଗଡରୁ ୫୩୦, ସମ୍ବଲପୁରରୁ ୪୫୮, ଝାରସୁଗୁଡାରୁ ୪୨୨, ପୁରୀରୁ ୩୬୬, ନବରଙ୍ଗପୁରରୁ ୩୪୨, ଗଞ୍ଜାମରୁ ୨୮୫, ନୟାଗଡରୁ ୨୬୭, ବଲାଙ୍ଗୀରିରୁ ୨୫୮, ମୟୂରଭଞ୍ଜରୁ ୨୫୭, ନୂଆପଡାରୁ ୨୫୬, ବୌଦ୍ଧରୁ ୨୫୧, କୋରାପୁଟରୁ ୨୧୮, କେନ୍ଦୁଝରରୁ ୨୦୬, ଯାଜପୁରରୁ ୧୭୭, ଢେଙ୍କାନାଳରୁ ୧୬୩, ଭଦ୍ରକରୁ ୧୫୭, ଜଗତସିଂହପୁରରୁ ୧୪୭, ସୋନପୁରରୁ ୧୪୪, କେନ୍ଦ୍ରାପଡାରୁ ୧୪୩,ରାୟଗଡ଼ାରୁ ୧୩୧, ଦେବଗଡରୁ ୧୧୦, ବାଲେଶ୍ବରରୁ ୯୭, ଗଜପତିରୁ ୯୧, କନ୍ଧମାଳରୁ ୭୬, ମାଲକାନାଗିରିରୁ ୬୭ ଏବଂ ଷ୍ଟେଟ ପୁଲରୁ ୨୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୫ ଲକ୍ଷ…
ଭୁବନେଶ୍ବର: ଭୁବନେଶ୍ବର ମହାନଗର ନିଗମ ଆଜି ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ଵତନ୍ତ୍ର ବ୍ୟବସ୍ଥା କରିଛି। ଲକ୍ଷଣ ଦେଖାଯାଉଥିବା କୌଣସି ବରିଷ୍ଠ ନାଗରିକ ଯଦି କରୋନା ପରୀକ୍ଷା କେନ୍ଦ୍ରକୁ ଆସିବା ପାଇଁ ଅସମର୍ଥ ଅଛନ୍ତି। ସେମାନଙ୍କ ପାଇଁ ବିଏମସି ଏକ ଭଲ ବ୍ୟବସ୍ଥା କରିଛି। ଘରୁ ଆସିପାରୁନଥିବା ବରିଷ୍ଠ ନାଗରିକ ମାନେ ଏବେ ଫୋନ କଲେ ନମୁନା ସଂଗ୍ରହ ଗାଡି ତାଙ୍କ ଘରେ ପହଞ୍ଚିବ। ସେଠାରେ ଏହି ଗାଡି ତାଙ୍କର ନମୁନା ସଂଗ୍ରହ କରିବ। ତେବେ ଏଥିପାଇଁ କୋଭିଡ ପରୀକ୍ଷା କରିବାକୁ ଆଗ୍ରହ ପ୍ରକାଶ କରୁଥିବା ବରିଷ୍ଠ ନାଗରିକମାନେ ୧୯୨୯ ନମ୍ବରକୁ ଫୋନ କରିବାକୁ ପଡିବ। ଏହି ବ୍ୟବସ୍ଥା ଆସନ୍ତା ସୋମବାରଠାରୁ କାର୍ଯ୍ୟକ୍ଷମ ହେବ ବୋଲି ବିଏମସି କମିଶନର ସଞ୍ଜୟ କୁମାର ସିଂହ କହିଛନ୍ତି। ସେହିଭଳି ଟୀକା ପାଇଁ ମଧ୍ୟ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ଟୀକା ପାଇଁ ଯେଉଁ ବରିଷ୍ଠ ନାଗରିକମାନେ ସମସ୍ୟାରେ ପଡୁଥିବେ, ସେମାନଙ୍କ ପାଇଁ ମଧ୍ୟ ବିଏମସି ପ୍ରଶଂସନୀୟ…
ଭୁବନେଶ୍ବର: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର୨ଟି ବଡ ନିଷ୍ପତ୍ତି ନେଇଛନ୍ତି। ପ୍ରଥମତଃ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ବିଶିଷ୍ଟ ଚିକିତ୍ସା ବିଜ୍ଞାନୀ ଡାକ୍ତର ଶ୍ରୀନଥ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। ଏହି କମିଟିରେ ବହୁ ବରିଷ୍ଠ ଡାକ୍ତର ଏବଂ ବୈଜ୍ଞାନିକ ସଦସ୍ୟ ଅଛନ୍ତି। ଡାକ୍ତର ଦେବୀ ସେଟ୍ଟୀ, ରାମାକାନ୍ତ ପଣ୍ଡା କମିଟିରେ ସଦସ୍ୟ ଅଛନ୍ତି। ତେବେ ଏହି କମିଟି କରୋନା ପରିଚାଳନା ନେଇ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବେ। ଟୀକାକରଣ ଏବଂ ପରବର୍ତ୍ତୀ ଲହର ବିଷୟରେ ରାଜୟ ସରକାରଙ୍କୁ ପରାମର୍ଶ ଦେବେ। କମିଟିର ପରାମର୍ଶ ଅନୁସାରେ ରାଜ୍ୟ ସରକାର ପଦକ୍ଷେପ ନେବେ। ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ଦ୍ଵିତୀୟ ନିଷ୍ପତ୍ତି ହେଉଛି, ଟୀକା ପାଇଁ ଗ୍ଲୋବାଲ ଟେଣ୍ଡର ବ୍ୟବସ୍ଥା। ଏ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମଧ୍ୟ ସୂଚନା ଦେଇଛନ୍ତି। ୩ କୋଟି…
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ରୋଡ଼ ରେଳ ଡ଼ିଭିଜନ ଅନ୍ତର୍ଗତ ସୋଲରୀ ଷ୍ଟେସନ ନିକଟରେ ଆଜି ପୂର୍ବାହ୍ନରୁ ଜଣେ ଅଜଣା ମହିଳାଙ୍କ ମୃତ ଦେହ ପଡ଼ିରହିଛି। ତାଙ୍କର ବୟସ ୪୦ ରୁ ୪୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ତେବେ ଉକ୍ତ ଖବର ସୋଲରି ଗ୍ୟାଙ୍ଗ ମ୍ୟାନ ବାଲୁଗାଁ ରେଳ ସୁରକ୍ଷା ବଳ ଥାନାଧିକାରୀ ମହେଶ୍ୱର ଚଣ୍ଡରାୟଙ୍କୁ ଜଣାଇବାରୁ ସେ ସଙ୍ଗେ ସଙ୍ଗେ ଏ ନେଇ ଖୋର୍ଦ୍ଧା ରୋଡ଼ ଜିଆରପିଙ୍କୁ ଜଣାଇଥିଲେ। ବର୍ତ୍ତମାନ ଘଟଣା ସ୍ଥଳରେ ଖୋର୍ଦ୍ଧା ରୋଡ଼ ଜିଆରପି ଉପନିରୀକ୍ଷକ ଧରଣୀଧର ପ୍ରଧାନ ଏବଂ ଚିଲିକା ଅତିରିକ୍ତ ତହସିଲଦାର ଅପର୍ଣ୍ଣା ଡେଙ୍ଗୁଆ ପହଁଚି ତଦନ୍ତ ଜାରି ରଖିଛନ୍ତି। ମୃତ୍ୟୁର କାରଣ ଏଯାଏଁ ସ୍ପଷ୍ଟ ହୋଇନଥିବା ବେଳେ ମହିଳାଙ୍କ ମୃତ ଦେହ ନିବସ୍ତ୍ର ଅବସ୍ଥାରେ ପଡିଥିବାରୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ହେଲେ ତଦନ୍ତ ପରେ ପ୍ରକୃତ କାରଣ ଜଣାପଡିବ ବୋଲି ଜିଆରପି ଉପନିରୀକ୍ଷକ…
ଭୁବନେଶ୍ବର: ଦୈତ ନଗରୀର କୋଭିଡ ହସ୍ପିଟାଲ ଯାଞ୍ଚ ପାଇଁ ସ୍ଵତନ୍ତ୍ର ଟିମ୍ ଗଠନ କରାଯାଇଛି। ମୋଟ ୪ ଟି ଟିମ୍ ଗଠନ ହୋଇଥିବା ବେଳେ କେବଳ ଭୁବନେଶ୍ବରରେ ୩ ଟି ଟିମ୍ କାର୍ଯ୍ୟ କରିବ। ପ୍ରତ୍ୟେକ ଟିମରେ ୨ ଜଣ ଲେଖାଏଁ ଡାକ୍ତର ନିଯୁକ୍ତ ହେବେ। କୋଭିଡ ହସ୍ପିଟାଲର ଆଇସିୟୁ ଯାଞ୍ଚ କରିବେ ଏହି ସ୍ଵତନ୍ତ୍ର ଟିମ୍। ଆଇସିୟୁରେ ଗୁରୁତର ରୋଗୀଙ୍କୁ ଚିକିତ୍ସା ହେଉଛି କି ନାହିଁ, ତାହା ଯାଞ୍ଚ କରିବେ। ଗୁରୁତର ନଥିବା ରୋଗୀ ଆଇସିୟୁରେ ଭର୍ତ୍ତି ହେଉଥିବା ପୂର୍ବରୁ ଅଭିଯୋଗ ହୋଇଥିଲା। ଫଳରେ ଏହାକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଏଭଳି ପଦକ୍ଷେପ ନେଇଛି। ପ୍ରତ୍ୟେକ ଦିନ ସନ୍ଧ୍ୟା ସମୟରେ ଏହି ଟିମ କୋଭିଡ ହସ୍ପିଟାଲ ତଦାରଖ କରିବା ନେଇ ନିର୍ଦ୍ଦେଶ ରହିଛି।

