କୁମ୍ଭ : ଅପ୍ରତ୍ୟାଶିତ ଖର୍ଚ୍ଚ ଆସିବ । ଯାତ୍ରାରେ ଶୀଘ୍ର ଯାଆନ୍ତୁ ନାହିଁ । ଚିନ୍ତା ଏବଂ ଟେନସନ ରହିବ । ସ୍ୱାସ୍ଥ୍ୟ ଦୁର୍ବଳ ରହିବ । ସ୍ୱାସ୍ଥ୍ୟ ପାଇଁ ଏକ ବଡ ଖର୍ଚ୍ଚ ହୋଇପାରେ। ବିବାଦକୁ ପ୍ରୋତ୍ସାହିତ କରନ୍ତୁ ନାହିଁ । ଆୟରେ ହ୍ରାସ ଘଟିବ । ମୀନ :ବିଚକ୍ଷଣତାର ବ୍ୟବହାର ଲାଭ ବୃଦ୍ଧି କରିବ । ଯେ କୌଣସି ପ୍ରମୁଖ ପ୍ରତିବନ୍ଧକ ସାମ୍ନା କରାଯାଇପାରେ । ରାଜକୀୟ ଠାଣିରେ ରହିବେ । ଶୀଘ୍ର ଏବଂ ଯୁକ୍ତିତର୍କରୁ ଦୂରେଇ ରୁହନ୍ତୁ । ବୁଡିଯାଇଥିବା ଟଙ୍କା ମିଳିପାରିବ ।
Author: Samikhsya Bureau
ମେଷ: ଜୀବନସାଥୀଙ୍କୁ କହିବା କଷ୍ଟକର ହୋଇପାରେ । ବଡ ସମ୍ପତ୍ତି କାରବାର ବହୁତ ଲାଭ ଦେଇପାରେ । ବେକାରୀ ଦୂର ହେବ। ଆପଣ କ୍ୟାରିୟର କରିବାକୁ ସୁଯୋଗ ପାଇବେ । ଚାକିରିରେ ପ୍ରଶଂସା ପାଇବେ । କନ୍ୟା : ପ୍ରେମ ସଂପର୍କରେ ତରତର ହୁଅ ନାହିଁ । ଶାରୀରିକ ଯନ୍ତ୍ରଣା ହେତୁ କାର୍ଯ୍ୟରେ ବାଧା ସୃଷ୍ଟି ହେବ । ଅପ୍ରତ୍ୟାଶିତ ଲାଭ ହୋଇପାରେ । ଯାତ୍ରା ଚିତ୍ତାକର୍ଷକ ହେବ । ଚାକିରିରେ ସୁସଙ୍ଗତତା ରହିବ ।
ବୃଷ : ବୌଦ୍ଧିକ କାର୍ଯ୍ୟ ସଫଳ ହେବ । ଲାଭର ସଫଲତା ହାତକୁ ଆସିବ । ଭ୍ରମଣ ସମୟରେ ସାବଧାନ ରୁହନ୍ତୁ । ଏକ ପାରିବାରିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିବ । ସୁସ୍ୱାଦୁ ଖାଦ୍ୟ ଉପଭୋଗ ହେବ । ସିଂହ: ଦୂରରୁ ଭଲ ଖବର ଗ୍ରହଣ କରାଯାଇପାରେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କିଛି ବଡ କରିବାକୁ ଯୋଜନା ହେବ । ଶକ୍ତି ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ । ଘରେ ଅତିଥିମାନଙ୍କ ପାଇଁ ଖର୍ଚ୍ଚ ହେବ ।
ଧନୁ : ସାମାଜିକ ସେବାରେ ଏକ ଧାରା ରହିବ । ପ୍ରତିଷ୍ଠା ବୃଦ୍ଧି ପାଇବ । ଏକ ନୂତନ ଅର୍ଥନୈତିକ ନୀତି ଗଠନ ହେବ । ପଦ୍ଧତିରେ ଉନ୍ନତି ହେବ । କ୍ରନିକ୍ ରୋଗ ସମସ୍ୟା ସୃଷ୍ଟି କରିପାରେ । ଏହାର ପ୍ରଭାବ ଚାକିରିରେ ବୃଦ୍ଧି ପାଇବ । ମକର : ସରକାରୀ ପ୍ରତିବନ୍ଧକ ହଟିଯିବ । ଲାଭ ସୁଯୋଗ ଆସିବ । ଧର୍ମ ଆପଣଙ୍କର ମନ ଭିତରେ ଉଦ୍ରେଗ ହେବ। ଆପଣଙ୍କ ଇଚ୍ଛା ଅନୁଯାୟୀ ବ୍ୟବସାୟ ଚାଲିବ । ଚାକିରିରେ ଥିବା ସହକର୍ମୀମାନେ ଆପଣଙ୍କ ସହିତ ଆସିବେ । ବିନିଯୋଗ ଶୁଭ ହେବ। ପ୍ରଭାବଶାଳୀ ଲୋକଙ୍କ ସହିତ ପରିଚିତ ହେବେ ।
ତୂଳା: କିଛି ଖରାପ ଖବର ଗ୍ରହଣ କରାଯାଇପାରେ । ପାରିବାରିକ ଚିନ୍ତା ଲାଗି ରହିବ । କାର୍ଯ୍ୟ ଅଧିକ ହେବ ଏବଂ ଲାଭ କମ୍ ହେବ । ଅନ୍ୟମାନଙ୍କଠାରୁ ଆଶା କର ନାହିଁ । ବ୍ୟବସାୟ ଭଲ କରିବ । ଅଧସ୍ତନ କର୍ମାମଚାରୀମାନଙ୍କ ସମର୍ଥନ ପାଇବେ ନାହିଁ । ବିଛା: ସାଙ୍ଗମାନଙ୍କୁ ସାହାଯ୍ୟ କରିବାକୁ ସମର୍ଥ ହେବେ । ଆପଣ କଠିନ ପରିଶ୍ରମର ଫଳ ପାଇବେ । ସମ୍ମାନ ମଧ୍ୟ ପାଇବେ । ମୂଲ୍ୟବାନ ସାମଗ୍ରୀକୁ ସୁରକ୍ଷିତ ରଖନ୍ତୁ । ଉଚ୍ଚ ପଦାଧିକାରୀମାନେ ଚାକିରିରେ ଖୁସି ହେବେ।
ମିଥୁନ : ସ୍ୱାସ୍ଥ୍ୟ ଦୁର୍ବଳ ହେବ। ବକ୍ତବ୍ୟରେ ହାଲୁକା ଶବ୍ଦ ବ୍ୟବହାର କରିବା ଠାରୁ ଦୂରେଇ ରୁହନ୍ତୁ। ବିଶେଷକରି ମହିଳାମାନେ ଯାନବାହନ, ଯନ୍ତ୍ରପାତି ଏବଂ ଅଗ୍ନି ଇତ୍ୟାଦି ବ୍ୟବହାରରେ ଯତ୍ନବାନ ହେବା ଉଚିତ୍। କାର୍ଯ୍ୟର ଗତି ଧୀର ହେବ । ସବୁବେଳେ ନିଜର ବୁଦ୍ଧି ବ୍ୟବହାର କରନ୍ତୁ। କର୍କଟ : ଭୟ ହେତୁ କାମ ମନ୍ଥର ହୋଇପାରେ। କୌଣସି ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ବିଷୟରେ ଚିନ୍ତା ହେବ। ବୈବାହିକ ପ୍ରସ୍ତାବ ଗ୍ରହଣ କରାଯାଇପାରେ । ବ୍ୟବସାୟ ବୃଦ୍ଧି ହେବାର ସମ୍ଭାବନା ଅଛି।
ଭୁବନେଶ୍ବର,ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି ବୋଲି କହିହେବ ନାହିଁ। ବର୍ତ୍ତମାନ ସହର ସହିତ କରୋନା ଗ୍ରାମାଞ୍ଚଳ ଆଡକୁ ମୁହାଁଇବାରେ ଲାଗିଛି। ତେବେ ଏହି ପରିସ୍ଥିତିକୁ ସଂପୂର୍ଣ୍ଣ ନଜରରେ ରଖାଯାଇଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଛନ୍ତି। ପରିସ୍ଥିତି ଦେଖି ପରବର୍ତ୍ତି ପଦକ୍ଷେପ ନିଆଯିବ ବୋଲି ସେ ପରୋକ୍ଷରେ ସୂଚନା ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ କହିଛନ୍ତି ଯେ, ରାଜ୍ୟ ସରକାର ପ୍ରତ୍ୟକ ଜିଲ୍ଲାର କୋଭିଡ ସ୍ଥିତି ଏବଂ ଏହାର ମୁକାବିଲା କାର୍ଯ୍ୟକ୍ରମ ଉପରେ ତୀକ୍ଷଣ ଦୃଷ୍ଟି ରଖିଛନ୍ତି। ପ୍ରତିଦିନ କାର୍ଯ୍ୟକୁ ଅନୁଧ୍ୟାନ କରୁଛନ୍ତି । ରାଜ୍ୟର ୧୦ ଟି ଜିଲ୍ଲା ଯଥା-ଭଦ୍ରକ , ବଲାଙ୍ଗିର , ଦେବଗଡ , ଗଜପତି,କଳାହାଣ୍ଡି , ନବରଙ୍ଗପୁର , ନୂଆପଡା, ସମ୍ବଲପୁର,ସୁନ୍ଦରଗଡ ଓ ଝାରସୁଗୁଡା ଆଦି ଜିଲ୍ଲାରେ ଗତ ୨ ସପ୍ତାହ ମଧ୍ୟରେ କରୋନା ସଂକ୍ରମଣ ହାର ପ୍ରାୟତଃ ସ୍ଥିର…
ଭୁବନେଶ୍ଵର, ରାଜ୍ୟରେ କରୋନା ଲଢେଇକୁ ଅଧିକ ଲକ୍ଷଭେଦୀ ଓ ଫଳପ୍ରସୂ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଅପରାହଣରେ ରାଜ୍ୟବାସୀଙ୍କୁ ଗୁରୁତ୍ଵପୂର୍ଣ୍ଣ ସୂଚନା ପ୍ରଦାନ କରିଛନ୍ତି । ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନେତୃତ୍ଵରେ ରାଜ୍ୟରେ ଚାଲିଥିବା କୋଭିଡ ଲଢେଇରେ ପ୍ରତ୍ୟକ ଜୀବନ ମୂଲ୍ୟବାନ । ଏ ଦିଗରେ ଆଜି ରାଜ୍ୟ ସରକାର ଦୁଇଟି ବଡ ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ପ୍ରଥମତଃ ରାଜ୍ୟ କ୍ୟାବିନେଟର ନିଷ୍ପତ୍ତି ଅନୁସାରେ କରୋନା ଟୀକା କିଣିବା ପାଇଁ ଇତି ମଧ୍ୟରେ ଗ୍ଲୋବାଲ ଟେଣ୍ଡର ଆହ୍ଵାନ କରାଯାଇଛି । ଓଡିଶା ରାଜ୍ୟ ଔଷଧ ନିଗମ ଲିଃ. ମାଧ୍ୟମରେ ପ୍ରାୟ ୩.୮ କୋଟି ଟୀକା କ୍ରୟ କରାଯିବ । ଜନସାଧାରଣଙ୍କୁ ଶୀଘ୍ର ଟୀକା ଯୋଗାଇବା ଲକ୍ଷ୍ୟ ସାଧନ ନିମନ୍ତେ ଏହି ଟେଣ୍ଡର ମାଧ୍ୟମରେ ୪ ମାସ ମଧ୍ୟରେ ଟୀକା କ୍ରୟ ପାଇଁ ଚେଷ୍ଟା କରାଯାଉଛି । ଏହି ଗ୍ଲୋବାଲ…
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡି ର ସାମାଜିକ ଅନୁଷ୍ଠାନ ‘ଓଡ଼ିଶା ମୋ ପରିବାର’ ସମସ୍ତ ସାମାଜିକ କାର୍ଯ୍ୟ କୁ ସମଗ୍ର ରାଜ୍ୟରେ ତ୍ବରାନ୍ବିତ କରୁଅଛି।ଏହି ପରିପ୍ରେକ୍ଷୀରେ ଯୁବ ବିଜେଡ଼ି ରାଜ୍ୟ ସଭାପତି ତଥା ମାନ୍ୟବର ବିଧାୟକ ବ୍ୟୋମକେଶ ରାୟଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ପ୍ଲାଟଫର୍ମ ରେ କୋଭିଡ୍ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସେ କହିଥିଲେ” ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗଦର୍ଶନ ରେ ବିଜୁ ଜନତା ଦଳ ର ସାମାଜିକ ପ୍ରତିବଦ୍ଧତା ଆଜି ସମଗ୍ର ଦେଶରେ ସାମାଜିକ ବିପ୍ଲବ ରେ ପରିଣତ ହୋଇପାରିଛି। ବିଜୁ ଯୁବ ଜନତା ଦଳ’ ଓଡ଼ିଶା ମୋ ପରିବାର’ ର ସମସ୍ତ ସାମାଜିକ କାର୍ଯ୍ୟ ଯଥା ଜୀବନ ବିନ୍ଦୁ ରକ୍ତଦାନ,ପ୍ଲାଜମା ସଂଗ୍ରହ,କୋଭିଡ୍ ସହାୟତା କାର୍ଯ୍ୟକ୍ରମ କୁ ଆହୁରି ବ୍ୟାପକ କରିବ।ଏହି କୋଭିଡ୍ ପରିଚାଳନା ସମୀକ୍ଷା ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଜୁ ଜନତା ଦଳ ର ରାଜ୍ୟ ସାଧାରଣ…
ଭୁବନେଶ୍ବର: କୋଭିଡ଼ ହସ୍ପିଟାଲ ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଏକ ନିର୍ଦ୍ଦେଶନାମା ଜାରି କରିଛି। ସବୁ ହସ୍ପିଟାଲରେ ହେଲ୍ପ ଡେସ୍କକୁ ବାଧ୍ୟତାମୂଳକ କରାଯାଇଛି। ଏହି ହେଲ୍ପଡେସ୍କ ୨୪ ଘଣ୍ଟା କାର୍ଯ୍ୟ କରିବ। ଏଥିରେ ଟୋଲ ଫ୍ରି ନମ୍ବର ରହିବ। ଏହି ଟୋଲ ଫ୍ରି ନମ୍ବର ମାଧ୍ୟମରେ ସମ୍ପର୍କୀୟମାନେ ରୋଗୀଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ବୁଝିପାରିବେ। ହେଲ୍ପ ଡେସ୍କରେ ମଧ୍ୟ ସୋସିଆଲ ମିଡିଆର ବ୍ୟବସ୍ଥା ରହିବ। ଏହା ମାଧ୍ୟମରେ ସମ୍ପର୍କୀୟମାନେ ରୋଗୀଙ୍କ ଫଟୋ ଚିତ୍ର ଦେଖିବା ସହ କଥା ବାର୍ତ୍ତା ମଧ୍ୟ ହୋଇପାରିବେ। ପ୍ରତ୍ୟେକ ଦିନ ରୋଗୀଙ୍କ ସ୍ୱାସ୍ଥ୍ୟବସ୍ଥା ଉପରେ ଅପଡେଟ କରାଯିବ। ତେବେ ହେଲ୍ପ ଡେସ୍କର ସୁପରିଚାଳନା ପାଇଁ ସ୍ଵେଚ୍ଛାସେବୀଙ୍କ ସହାୟତା ନିଆଯିବ। ଏହାସହ ରୋଗୀଙ୍କୁ ଦେଖିବା ପାଇଁ ଏକ ସ୍ଵତନ୍ତ୍ର ବ୍ୟବସ୍ଥା ରହିବ। ସିସିଟିଭ ମାଧ୍ୟମରେ ରୋଗୀଙ୍କୁ ତାଙ୍କ ସମ୍ପର୍କୀୟମାନେ ସିଧାସଳଖ ଦେଖିପାରିବେ। ସେଥିପାଇଁ ସ୍ଵତନ୍ତ୍ର କନଫରେନ୍ସ ହଲର ବ୍ୟବସ୍ଥା ହେବ।
ଭୁବନେଶ୍ବର: କୋଭିଡ଼ର ଦ୍ଵିତୀୟ ଲହରୀରେ ଶିଶୁମାନେ ଆକ୍ରାନ୍ତ ହେଉଥିବାରୁ ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଶିଶୁଙ୍କ ସୁରକ୍ଷା ଲାଗି ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏନେଇ ଏକ କମିଟି ଗଠନ କରିଛନ୍ତି। ଡିଏମଇଟିଙ୍କ ଅଧ୍ୟକ୍ଷତାରେ ୮ ଜଣିଆ କମିଟି ଗଠନ ହୋଇଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ କମିଟିର ସଦସ୍ୟ ଆବାହକ ରହିବେ। ଏହି କମିଟି ଶିଶୁଙ୍କ କ୍ଷେତ୍ରରେ କରୋନା ସଂକ୍ରମଣକୁ ତର୍ଜମା କରିବ। ସେହିଭଳି ୧୮ ରୁ ୪୪ ବର୍ଷ ବର୍ଗଙ୍କୁ କୋଭିଡ଼ ସୁରକ୍ଷା ପାଇଁ ମଧ୍ୟ କମିଟି ଗଠନ ହୋଇଛି। ସେଥିପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୧୨ ଜଣିଆ କମିଟି ଗଠନ କରିଛି। ଏହି କମିଟି ୧୮ ରୁ ୪୪ ବର୍ଷ ବର୍ଗଙ୍କୁ ଟୀକାକରଣ ପ୍ରକ୍ରିୟାକୁ ତଦାରଖ କରିବ। ସ୍ୱାସ୍ଥ୍ୟ ବିଭାଗ ପରାମର୍ଶଦାତା ଶ୍ରୀନାଥ ରେଡ୍ଡୀଙ୍କୁ ଏହି କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ଵ…
ଭୁବନେଶ୍ୱର: ୯ଟି ହସ୍ପିଟାଲ ବୁଲି ଶେଷରେ ଆଖି ବୁଜିଲେ ନବବଧୁ ଭଳି ସମ୍ବାଦକୁ ଦେଖିଲା ପରେ ମନ ଭିତରେ ସ୍ୱତଃ ରାଜ୍ୟ ସରକାରଙ୍କ କଥା ଓ କାମ ଉପରେ ଏଭଳି ଏକ ବିବୃତ୍ତି ଦେବାକୁ ବାଧ୍ୟ ହେଉଛି ବୋଲି ଏକ ପ୍ରେସ୍ ବିବୃତ୍ତିରେ ବିଶିଷ୍ଟ ସମାଜସେବୀ ତଥା କଂଗ୍ରେସ ଦଳର ବରିଷ୍ଠ ନେତା ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର କହିଛନ୍ତି। ମୃତକଜଣକ କାହାର ଭଉଣୀ, କାହାର ଝିଅ ଓ କାହାର ସ୍ତ୍ରୀ ହୋଇଥାଇପାରେ। କିନ୍ତୁ ରାଜ୍ୟ ସରକାର ଗଣମାଧ୍ୟମରେ ଯେଉଁ ତଥ୍ୟ ଦେଉଛନ୍ତି ଏହା ଯେ ସମ୍ପୂର୍ଣ୍ଣ ଭୁଲ୍ ତାହା ସ୍ୱର୍ଣ୍ଣଲତାଙ୍କ ଦାରୁଣ ମୃତ୍ୟୁରୁ ପ୍ରମାଣିତ ହୋଇଛି। ସରକାରଙ୍କ ସମସ୍ତ କାର୍ଯ୍ୟକୁ ଆମେ ନକରାତ୍ମକ ଦୃଷ୍ଟିରେ ଦେଖୁନାହୁଁ। କିନ୍ତୁ ତଦାରଖ ଦାୟିତ୍ୱରେ ଥିବା କର୍ମକର୍ତ୍ତାମାନେ ଆହୁରି କଠୋର ଓ ସକ୍ରିୟ ହେବାର ଆବଶ୍ୟକତା ଅଛି ବୋଲି ଡଃ ଜ୍ଞାନେନ୍ଦ୍ର କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ସରକାରଙ୍କ ସଟ୍ଡ଼ାଉନ ଓ ଲକ୍ଡ଼ାଉନ ହେବା…
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨ ହଜାର ୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ସୁନ୍ଦରଗଡରୁ ୨୦୭୨, ଖୋର୍ଦ୍ଧାରୁ ୧୬୧୧, କଟକରୁ ୯୧୬, ଅନୁଗୁଳରୁ ୫୮୦, ସମ୍ବଲପୁରରୁ ୫୪୩, ବରଗଡରୁ ୪୬୨, ପୁରୀରୁ ୪୫୩, ବାଲେଶ୍ବରରୁ ୪୩୭, ବଲାଙ୍ଗୀରିରୁ ୪୩୫, ନବରଙ୍ଗପୁରରୁ ୪୨୯, ଝାରସୁଗୁଡାରୁ ୪୨୫, କଳାହାଣ୍ଡିରୁ ୪୦୧, ଭଦ୍ରକରୁ ୩୮୨, ନୂଆପଡାରୁ ୨୬୧, ଗଞ୍ଜାମରୁ ୨୧୮, ନୟାଗଡରୁ୨୧୫, ସୋନପୁରରୁ ୨୧୩, କେନ୍ଦୁଝରରୁ ୨୧୦, ରାୟଗଡାରୁ ୧୭୬, ମୟୂରଭଞ୍ଜରୁ ୧୭୫, କେନ୍ଦ୍ରାପଡାରୁ ୧୫୬, ଢେଙ୍କାନାଳରୁ ୧୩୭, ଦେବଗଡରୁ ୧୩୬, ଜଗତସିଂହପୁରରୁ ୧୩୦, କୋରାପୁଟରୁ ୧୧୮, ଯାଜପୁରରୁ ୧୦୪, ଗଜପତିରୁ ୧୦୧, ବୌଦ୍ଧରୁ ୯୨, କନ୍ଧମାଳରୁ ୬୯, ମାଲକାନାଗିରିରୁ ୬୩ ଏବଂ ଷ୍ଟେଟ ପୁଲରୁ ୩୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୫ ଲକ୍ଷ…
ଭୁବନେଶ୍ୱର: ଭାରତୀୟ ଦୂରସଂଚାର ନିୟାମକ କର୍ତ୍ତୁପକ୍ଷ (ଟ୍ରାଇ) ଦ୍ୱାରା ନିକଟରେ ପ୍ରକାଶିତ ୪ଜି ସ୍ପିଡ୍ ଚାର୍ଟରେ ରିଲାଏନ୍ସ ଜିଓ ଏପ୍ରିଲ୍ ମାସରେ ସର୍ବାଧିକ ହାରାହାରି ଡାଉନ୍ଲୋଡ୍ ସ୍ପିଡ୍ ସହ ଶୀର୍ଷରେ ରହିଥିବା ଜଣାପଡିଛି। ଏପ୍ରଲ୍ ମାସରେ ସେକେଣ୍ଡ ପିଛା ସର୍ବାଧିକ ହାରାହାରି ୨୦.୧ ମେଗାବିଟ୍ ୪ଜି ଡାଉନ୍ଲୋଡ୍ ସ୍ପିଡ ହାସଲ କରିବା ସହିତ ଜିଓ ଏହି ସାରଣୀରେ ଶୀର୍ଷସ୍ଥାନ ଅଧିକାର କରିଛି। ଟ୍ରାଇର ମାଇଁସ୍ପିଡ ପୋର୍ଟାଲରେ ପ୍ରକାଶିତ ଏହି ତଥ୍ୟ ଅନୁଯାୟୀ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କମ୍ପାନୀ ତୁଳନାରେ ଜିଓର ତିନିଗୁଣ ଅଧିକ ହାରାହାରି ୪ଜି ଡାଉନ୍ଲୋଡ ସ୍ପିଡ ରହିଛି। ଟ୍ରାଇ ତଥ୍ୟ ମୁତାବକ ଏପ୍ରିଲରେ ଜିଓର ହାରାହାରି ୪ଜି ଡାଉନ୍ଲୋଡ୍ ସ୍ପିଡ ୨୦.୧ ଏମ୍ବିପିଏସ୍ ରହିଥିବାବେଳେ ଏହା ପଛକୁ ଭୋଡାଫୋନର ହାରାହାରି ଡାଉନ୍ଲୋଡ ସ୍ପିଡ ୭ ଏମ୍ବିପିଏସ୍, ଆଇଡିଆର ୫.୮ ଏମ୍ବିପିଏସ୍ ଏବଂ ଭାରତୀ ଏୟାରଟେଲର ହାରାହାରି ଡାଉନ୍ଲୋଡ ସ୍ପିଡ ୫ ଏମ୍ବିପିଏସ୍ ରହିଥିଲା। ସେହିଭଳି ହାରାହାରି ୪ଜି ଅପ୍ଲୋଡ ସ୍ପିଡ…
ରମେଶ ମହାନ୍ତି ଜଗତସିଂହପୁର: ଦୃତ ଗତିରେ ବୃଦ୍ଧି ପାଉଥିବା କରୋନାର ଦ୍ୱିତୀୟ ଲହରୀରେ ଜଗତସିଂହପୁର ଜିଲ୍ଲାରୁ ଯେମିତି କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ଧରୁନି, ହୁ ହୁ ହୋଇ ବଢି ଚାଲିଛି। ଗତକାଲି ଜିଲ୍ଲାରୁ ୨୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଜିଲ୍ଲାରୁ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ପାରାଦ୍ବୀପରୁ ସର୍ବାଧିକ ୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କୁଜଙ୍ଗ ବ୍ଲକରୁ ୫୯ ଜଣ ,ଜଗତସିଂହପୁର ବ୍ଲକରୁ ୫୪ଜଣ, ତିର୍ତ୍ତୋଲ ବ୍ଳକରୁ ୩୪ଜଣ, ନାଉଗାଁ ବ୍ଲକରୁ ୩୨ଜଣ, ରଘୁନାଥପୁର ବ୍ଲକରୁ ୨୭ଜଣ, ବାଲିକୁଦା ବ୍ଲକରୁ ୧୮ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୧୪ଜଣ, ବିରିଡି ବ୍ଲକରୁ ୧୦ଜଣ ଓ ଏରସମା ବ୍ଲକରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସମୁଦାୟ ୧୩୨୯୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୩୮୪ ଜଣ ସୁସ୍ଥ ହୋଇଥିବା ବେଳେ ଆଜି ପର୍ଯ୍ୟନ୍ତ…
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଟକଣା ଅବଧିକୁ ପୁଣିଥରେ ବୃଦ୍ଧି କରାଯାଇଛି। କରୋନା ସଂକ୍ରମଣକୁ ଦେଖି କଟକଣା ଅବଧିକୁ ବୃଦ୍ଧି କରାଯାଇଛି। ଜୁନ୍ ୧୫ ତାରିଖ ଯାଏଁ ଏହି କଟକଣା ବଳବତ୍ତର ରହିବ। କୋଭିଡ଼ ସ୍ଥିତିକୁ ନେଇ ଆଜି ବସିଥିବା ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେଣୁ ଜୁନ୍ ୧୫ ତାରିଖ ଯାଏଁ ଶ୍ରଦ୍ଧାଳୁମାନଙ୍କୁ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା ଲାଗିଛି। ଏହି ସମୟରେ କେବଳ ମହାପ୍ରଭୁଙ୍କ ରୀତିକାନ୍ତି ଚାଲିବ। ଶ୍ରୀମନ୍ଦିର କାର୍ଯ୍ଯାଳୟ ପକ୍ଷରୁ ଏନେଇ ସୂଚନା ମିଳିଛି।
ଭୁବନେଶ୍ୱର: ହାରିବ କରୋନା, ଜିତିବ ମଣିଷ। ଏ କଥାକୁ ପୁଣି ଥରେ ସାବ୍ୟସ୍ତ କରିଛନ୍ତି ୯୦ ବର୍ଷୀୟା ଜଣେ ବୃଦ୍ଧା। ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି କରୋନା ସଂକ୍ରମିତ ହୋଇଥିବା ବାଉରୀ ସାହୁ। ଭୁବନେଶ୍ୱର ୟୁନିଟ ୨ ଅଂଚଳର ବାଉରୀ ଗତ ମେ ୩ ତାରିଖରେ କୋଭିଡ ଆକ୍ରାନ୍ତ ହେବା ପରେ ସମ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଏହି ହସ୍ପିଟାଲର ଡାକ୍ତର, ନର୍ସ ଏବଂ ଅନ୍ୟ ସ୍ୱାସ୍ଥ୍ୟ କର୍ମୀଙ୍କ ପ୍ରଚେଷ୍ଟା ଫଳରେ ସେ ରବିବାର ଆରୋଗ୍ୟ ଲାଭ କରିବା ସହ ଘରକୁ ଫେରିଛନ୍ତି। ବୃଦ୍ଧା ଜଣଙ୍କ ସୁସ୍ଥ ହେବା ନେଇ ସମ କୋଭିଡ ହସ୍ପିଟାଲକୁ ତାଙ୍କ ପୁଅ ବିଶି ସାହୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି। ଗତ ୧୩ ତାରିଖରେ ଜଣେ ୯୮ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା ବିଶ୍ୱାଳ ମଧ୍ୟ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୩୫୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧୩୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ହଜାର ୬୩୪ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୯୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୪୯ ହଜାର ୨୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨ ହଜାର ୯୦୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୯୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
କନ୍ଦର୍ପ ବେହେରା ରେଢାଖୋଲ: ଗୋଟିଏ ଗର୍ଭରୁ ଜନ୍ମିତ ଭାଇ ଯେ ଦିନେ ନିଜର ସାନ ଭାଇକୁ ହତ୍ୟା କରିବ ଏ କଥା କେବେ ବିଶ୍ୱାସ ଯୋଗ୍ୟ ହେଉ ନ ଥିବା ବେଳେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ଜାମୁଯୋରୀ ଗ୍ରାମରେ। ନିଜର ବଡଭାଇ ସାନ ଭାଇକୁ ଟାଙ୍ଗିଆରେ ହାଣି ହତ୍ୟା କରିବା ଭଳି ଘଟଣା ଘଟି ଅଂଚଳରେ ଚାଂଚଲ୍ୟ ସୃଷ୍ଟି କରିଛି। ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, ଗତକାଲି ରାତି ପ୍ରାୟ ୯ଟା ୩୦ ମିନିଟ୍ ସମୟରେ ଗାଁ ଛକ ପାଖରେ ସାନ ଭାଇ ଅଶୋକ ପ୍ରାଧାନ (୩୮) ଠିଆ ହୋଇଥିବା ସମୟରେ ହଠାତ୍ ଏକ ଟାଙ୍ଗିଆରେ ବଡ ଭାଇ ଅର୍ଜ୍ଜୁନ ପ୍ରଧାନ ଅତର୍କିତ ଆକ୍ରମଣ କରିଥିଲା। ଘଟଣା ସ୍ଥଳରେ ହିଁ ଅଶୋକ ପ୍ରଧାନ ମୃତ୍ୟୁ ବରଣ କରିଥିଲେ। ଅଭିଯୁକ୍ତକୁ ଗାଁ ଲୋକେ କାବୁ କରି ନାକଟିଦେଉଳ ଥାନାକୁ ଖବର ଦେବା ପରେ ରେଢାଖୋଲ…
ନୂଆଦିଲ୍ଲୀ, ଆସନ୍ତା 24 ଘଣ୍ଟା ମଧ୍ୟରେ ପ୍ରବଳ ବାତ୍ୟା ତାଉତେ ଆହୁରି ତୀବ୍ର ହେବ ଏବଂ ସୋମବାର ସଂଧ୍ୟାରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ଆରବ ସାଗରର ପୂର୍ବ କେନ୍ଦ୍ରାଞ୍ଚଳରେ ସୃଷିଟ ହୋଇଥିବା ଏହି ବାତ୍ୟା ଘଣ୍ଟାକୁ 11 କିଲୋମିଟର ବେଗରେ ସ୍ଥଳଭାଗ ଆଡକୁ ମାଡି ଆସୁଛି। ମଙ୍ଗଳବାର ସକାଳେ ଗୁଜୁରାଟର ଭବନଗର ଜିଲ୍ଲାର ପୋରବନ୍ଦର ଏବଂ ମହୁଭା ମଧ୍ୟରେ ଉପକୂଳ ଅତିକ୍ରମ କରିବ ବୋଲି ଆଶା କରାଯାଉଛି। ପାଣିପାଗ ବିଭାଗ ଅନୁଯାୟୀ, ଆରବ ସାଗରର ପୂର୍ବ କେନ୍ଦ୍ରାଞ୍ଚଳର ଉପରେ ଏକ ଭୟଙ୍କର ବାତ୍ୟା ତାଉତେ ସୃଷ୍ଟି ହୋଇଛି। ଆଜି ସକାଳେ ଗୋଆ ପାନଜୀରୁ ପ୍ରାୟ 130 କିଲୋମିଟର ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଏବଂ ମୁମ୍ବାଇରୁ 450 କିଲୋମିଟର ଦକ୍ଷିଣରେ ଥିଲା। ଆସନ୍ତା 24 ଘଣ୍ଟା ମଧ୍ୟରେ ଏହା ତୀବ୍ରତର ହୋଇ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଯାଇ ସୋମବାର ସନ୍ଧ୍ୟାରେ ଗୁଜୁରାଟ ଉପକୂଳରେ ପହଞ୍ଚିବ ବୋଲି…
ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ୮ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ କୁଆପଥର ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ସତର୍କ ସୂଚନା ଦେଇଛି।

