ଭୁବନେଶ୍ବର, ବରିଷ୍ଠ ଆଇଏଏସ ଅଫିସର ସଂଜୟ ସିଂ ଭୁବନେଶ୍ବର ମହାନଗରର କମିଶନର ଭାବେ ଯୋଗ ଦେବା ପରେ ଆକ୍ସନ ମୁଡରେ ତାଙ୍କର କାମ ଆରମ୍ଭ କରିଛନ୍ତି। ଗୋଟିଏ ଦିନରେ ସେ ବିଭିନ୍ନ ସ୍ଥାନ ତଦାରଖ କରିଥିବା ବେଳେ କେତେକ ନୂଆ କାର୍ଯ୍ୟ ମଧ୍ୟ ଆରମ୍ଭ କରିଛନ୍ତି। ଯେଉଁଠି କିଛି ଅସୁବିଧା ଦୃଷ୍ଟିକି ଆସିଛି ତାହାର ତୁରନ୍ତ ଅନ ସ୍ପଷ୍ଟ ସମାଧାନ ମଧ୍ୟ କରିବାରେ ଲାଗିଛନ୍ତି। ଆଜି କମିଶନରଙ୍କ ତତ୍ବାବଧାନରେ କୋଭିଡ ଆକ୍ରାନ୍ତଙ୍କୁ ତୁରନ୍ତ ହସପିଟାଲ ନେବା ପାଇଁ ଆମ୍ବୁଲାନସ ବ୍ୟବସ୍ଥାର ତଦାରଖ କରିଥିଲେ। ବର୍ତ୍ତମାନ 64ଟି ଆମ୍ବଲାନସ ମଧ୍ୟରୁ 40ଟିରେ ଜିପିଏସ ଟ୍ରାକିଂ ବ୍ୟବସ୍ଥା ରହିଛି। ଅନ୍ୟଗୁଡିକ ତୁରନ୍ତ ଜିପିଏସ ଟ୍ରାକିଂ ବ୍ୟବସ୍ଥାକୁ ଆଣିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଆକ୍ରାନ୍ତଙ୍କ ସ୍ଥାନାନ୍ତର ସୁବିଧା ହୋଇପାରିବ। ସେହିପରି କମିଶନର ରାଜଧାନୀର ବିଭିନ୍ନ ଟିକାକରଣ କେନ୍ଦ୍ରକୁ ମଧ୍ୟ ତଦାରଖ କରିବା ପାଇଁ ଯାଇଥିଲେ। ଏଥିରେ ସେ ୟୁନିଟ-2/3/4 ରେ ଥିବା ଅର୍ବାନ ପ୍ରାଇମେରୀ…
Author: Samikhsya Bureau
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ କୋଭିଡ ସଂକ୍ରମଣ ବର୍ତ୍ତମାନ ଶୀର୍ଷରେ ଅଛି। ପ୍ରତିଦିନ ବାଣପୁର, ବାଲୁଗାଁ ଏବଂ ଚିଲିକାରୁ ଏକାଧିକ ପଜିଟିଭ ଚି଼ହ୍ନଟ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ଚିହ୍ନଟ ହୋଇଥିବା ଅଞ୍ଚଳଗୁଡିକୁ ଖୋର୍ଦ୍ଧା ଉପଜିଲ୍ଲାପାଳ ଅଶୋକ ବେହୁରିଆ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି। ବାଲୁଗାଁ ଏନଏସି: ୱାର୍ଡ ନମ୍ବର ୧ ଅଶୋକ ନଗରର ରବୀନ୍ଦ୍ର ସେଠିଙ୍କ ଘରଠାରୁ ନୀଳମଣି ସାହୁଙ୍କ ଘର ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ବାଣପୁର ବ୍ଲକ: ଗାଲୁଆ ପଞ୍ଚାୟତ ଅନ୍ତର୍ଗତ ଭୀମପୁର ଗ୍ରାମର ଗୋଡିପଦର ସାହି ଖଲି ବାରିକଙ୍କ ଘର ଠାରୁ ଲକ୍ଷ୍ମୀନାରାୟଣ ସାହୁଙ୍କ ଘର ପର୍ଯ୍ୟନ୍ତ (ମୋଟ ୭୬ ଟି ଘର) କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। କୁଲେଇ ପଞ୍ଚାୟତ ଆନ୍ତର୍ଗତ ମାନସିଂହପୁର ଗ୍ରାମର ଜ୍ଞାନ ସାହୁଙ୍କ ଘରଠାରୁ ସୁବାସ ଦଳାଇଙ୍କ ଘର ପର୍ଯ୍ୟନ୍ତ( ମୋଟ ୭୫ଟି ଘର) କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଉକ୍ତ ସବୁ ଅଞ୍ଚଳରେ ଆଜି…
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ ଆଜି ୯ କୋଟି ୫୦ ଲକ୍ଷ ୬୭ ହଜାର ୬୦୧ ହିତାଧିକାରୀଙ୍କୁ ପ୍ରଦାନ କରାଯାଇଛି। ଏଥିରେ ୨୦ ହଜାର ୬୬୭ କୋଟି ୭୫ ଲକ୍ଷ ୬୬ ହଜାର ଟଙ୍କାର ଅଷ୍ଟମ କିସ୍ତି ଆର୍ଥିକ ସହାୟତା ବଣ୍ଟନ କରିଛନ୍ତି। ଏଥିରେ ଓଡ଼ିଶାର ୨୫ ଲକ୍ଷ ୯୦ ହଜାର ୩୧୫ ଜଣ ଚାଷୀ ଏହି ସହାୟତା ରାଶି ପାଇଛନ୍ତି । ଭିଡିଓ କନଫ୍ରେସିଂ ଯୋଗେ ଏହା ପ୍ରଦାନ କରିବା ପରେ ପ୍ରଧାନମନ୍ତ୍ରୀ କୃଷକମାନଙ୍କ ସହ ମତ ବିନିମୟ କରିଥିଲେ। କେନ୍ଦ୍ର କୃଷିମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ। ପିଏମ କିଷାନ ହିତାଧିକାରୀମାନଙ୍କ ସହ ଭିଡିଓ କନଫରେନ୍ସି ଜରିଆରେ ମତ ବିନିମୟ କାଳରେ ପ୍ରଧାନମନ୍ତ୍ରୀ ଉତ୍ତରପ୍ରଦେଶର ଉନାଓର ଚାଷୀ ଅରବିନ୍ଦଙ୍କୁ ପ୍ରଶଂସା କରିଥିଲେ । ଅରବିନ୍ଦ ତାଙ୍କ ଅଞ୍ଚଳର ଯୁବଶକ୍ତି ମାନଙ୍କୁ ଜୈବିକ କୃଷି ଓ ନୂତନ କୃଷି ପଦ୍ଧତି…
ଭୁବନେଶ୍ବର: କରୋନାରୁ ସୁସ୍ଥ ହେବା ପରେ ବ୍ଲାକ୍ ଫଙ୍ଗସ୍ ରୋଗରେ ଆକ୍ରାନ୍ତ ଘଟଣାକୁ ନେଇ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ୭ ଜଣିଆ କମିଟି ଗଠନ କରିଛନ୍ତି। ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ପାଇଁ ଏହି କମିଟି ଗାଇଡଲାଇନ ପ୍ରସ୍ତୁତ କରିବ। ତେବେ ଏଥିରେ ୭ ଜଣ ବିଶେଷଜ୍ଞ ଡାକ୍ତରଙ୍କୁ ସାମିଲ କରାଯାଇଛି। ଏସସିବି ମାଇକ୍ରୋବାୟୋଲୋଜି ବିଭାଗ ମୁଖ୍ୟ ପ୍ରଫେସର ନିରୁପମା ଚଇନି ଏହି କମିଟିରେ ଅଧ୍ୟକ୍ଷା ରହିବେ। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କମିଟିର ଆବାହକ ରହିବେ। ସେହିଭଳି ଏସସିବି ମେଡିକାଲର ଆଉ ୫ ଜଣ ପ୍ରଫେସର ଏହି କମିଟିରେ ସଦସ୍ୟ ରହିବେ। ରାଜ୍ୟର କୌଣସି ହସ୍ପିଟାଲରେ ବ୍ଲାକ୍ ଫଙ୍ଗସ୍ ଚିହ୍ନଟ ହେଲେ ସମ୍ପୃକ୍ତ ହସ୍ପିଟାଲର କର୍ତ୍ତୁପକ୍ଷ ଏହି କମିଟିକୁ ଜଣାଇବା ପାଇଁ ନିର୍ଦ୍ଦେଶ ରହିଛି।
ମୁମ୍ବାଇ: କରୋନା ଦ୍ଵିତୀୟ ଲହରୀରେ ମହାରାଷ୍ଟ୍ର ଅଧିକ ପ୍ରଭାବିତ ହୋଇଛି। ଏହି ଲହରୀରେ ଛୋଟ ଛୋଟ କୋମଳବତୀ ଛୁଆମାନେ ମଧ୍ୟ ଆକ୍ରାନ୍ତ ହେଉଛନ୍ତି। ଜାନୁୟାରୀ ୧ ତାରିଖ ୨୦୨୧ ଠାରୁ ମେ’ ୧୨ ତାରିଖ ପର୍ଯ୍ୟନ୍ତ ମାହାରାଷ୍ଟ୍ରରେ ୧ ଲକ୍ଷ ୬ ହଜାର ୨୨୨ ଜଣ ୧୦ ବର୍ଷରୁ କମ ଛୁଆ ଆକ୍ରାନ୍ତ ହୋଇଥିବା ବେଳେ ବିଗତ ୪୩ ଦିନ ମଧ୍ୟରେ ୭୬ ହଜାର ୪୦୧ ଜଣ ଛୁଆ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କିନ୍ତୁ ୨୦୨୦ ମସିହାରେ ମୋଟ ୬୭ ହଜାର ୧୧୦ ଜଣ ପିଲା ସଂକ୍ରମିତ ହୋଇଥିଲେ। ପିଲାଙ୍କ ଉପରେ କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏବେ ହସ୍ପିଟାଲରେ ଆଇସିୟୁ ପ୍ରସ୍ତୁତ କରାଯାଉଛି। ବିଶେଷଜ୍ଞଙ୍କ ଅନୁମାନ, ତୃତୀୟ ଲହରୀ ପିଲାଙ୍କ ଉପରେ ଅଧିକ ପ୍ରଭାବ ପକାଇବ। ତେବେ ପିଲାଙ୍କ ଉପରେ ବଢୁଥିବା ବିପଦକୁ ଟାଳିବା ପାଇଁ ମହାରାଷ୍ଟ୍ର ସରକାର ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି।
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୯ ହଜାର ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୨୧୪, ସୁନ୍ଦରଗଡରୁ ୧୧୩୬, କଟକରୁ ୭୮୦, ବରଗଡରୁ ୪୮୭, ସମ୍ବଲପୁରରୁ ୪୭୦, ନୂଆପଡାରୁ ୪୩୪, କଳାହାଣ୍ଡିରୁ ୪୧୦, ଅନୁଗୁଳରୁ ୩୮୪, ଝାରସୁଗୁଡାରୁ ୩୮୪, ପୁରୀରୁ ୩୧୯, ବଲାଙ୍ଗୀରିରୁ ୩୧୩, ନବରଙ୍ଗପୁରରୁ ୩୧୨, ମୟୂରଭଞ୍ଜରୁ ୨୮୮, ଗଞ୍ଜାମରୁ ୨୬୧, ନୟାଗଡରୁ ୨୦୬, ବୌଦ୍ଧରୁ ୨୦୦, ରାୟଗଡ଼ାରୁ ୧୯୯, କେନ୍ଦ୍ରାପଡାରୁ ୧୯୦, ବାଲେଶ୍ବରରୁ ୧୫୧, ଜଗତସିଂହପୁରରୁ ୧୪୭, ସୋନପୁରରୁ ୧୨୩, , ଗଜପତିରୁ ୧୧୬, ଗଜପତିରୁ ୧୧୬, କେନ୍ଦୁଝରରୁ ୧୧୩, ଢେଙ୍କାନାଳରୁ ୯୦, କୋରାପୁଟରୁ ୭୨, ମାଲକାନାଗିରିରୁ ୭୨, ଯାଜପୁରରୁ ୭୧, କନ୍ଧମାଳରୁ ୫୩, ଭଦ୍ରକରୁ ୫୨, ଦେବଗଡରୁ ୩୩, ଏବଂ ଷ୍ଟେଟ ପୁଲରୁ ୨୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ…
ରାୟପୁର: ଆଜି ଛତିଶଗଡ ଦନ୍ତେୱାଡର ମୁସ୍ତଲନାର ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଉଭୟ ପକ୍ଷରୁ ପାଖାପାଖି ଏକ ଘଣ୍ଟା ପର୍ଯ୍ୟନ୍ତ ଗୁଳି ବିନିମୟ ଜାରି ରହିଥିଲା। ଏଥିରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି। ମୃତ ନକ୍ସଲ ପାଖରୁ ଦୁଇଟି ଦେଶୀ ଅସ୍ତ୍ର, ଆଇଇଇଡି ବମ ଏବଂ ଅନେକ ଅସ୍ତ୍ରଶସ୍ତ୍ର ସାମଗ୍ରୀ ଜବତ କରାଯାଇଛି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୯୮୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮୨୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯ ହଜାର ୧୬୩ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୭୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୪୭ ହଜାର ୪୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧ ହଜାର ୪୧୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୮୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଗୌହାଟି: ଆସାମର ତିନସୁକିୟା ଜିଲ୍ଲା ଅନ୍ତର୍ଗତ ଡିଗବୋଇ ଅଞ୍ଚଳରେ ଆଜି ବିସ୍ଫୋରଣ ହୋଇଛି। ଏହି ଗ୍ରେନେଡ ବିସ୍ଫୋରଣରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଆହାତ ମଧ୍ୟ ହୋଇଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଏହି ଘଟଣାକୁ ନେଇ ଶୋକ ବ୍ୟକ୍ତ କରିବା ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଏ ବିଷୟରେ ଅବଗତ କରାଇଛନ୍ତି। ଏହାସହ ଅପରାଧୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଆସାମ ପୋଲିସକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଭୁବନେଶ୍ବର, କୋଭିଡ୧୯ ସଂକ୍ରମଣ ବୃଦ୍ଧିର ଶୃଙ୍ଖଳାକୁ ଭାଙ୍ଗିବାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ଛାଡୁଥିବା ଆହୁରି ଦୁଇ ଯୋଡ଼ା ବିଶେଷ ଏକ୍ସପ୍ରେସ ଟ୍ରେନକୁ ନିମ୍ନ ଲିଖିତ ଅନୁଯାୟୀ ଉଭୟ ପାର୍ଶ୍ୱରୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି ୦୧. ୦୮୪୯୩/୦୮୪୯୪ ଭୁବନେଶ୍ୱର-ବାଲାଙ୍ଗୀର-ଭୁବନେଶ୍ୱର ସ୍ପେଶାଲ୍ ଉଭୟ ଦିଗରୁ ମାଇଁ ମାସ ୧୫,୧୬,୨୨ ଏବଂ ୨୩ ତାରିଖ ଦିନ ବାତିଲ୍ ରହିବ। ୦୨. ୦୮୫୬୧/୦୮୫୬୨ ବିଶାଖାପାଟନମ୍-କାଚେଗୁଡା-ବିଶାଖାପାଟନମ୍ ବିଶେଷ ଟ୍ରେନ ବିଶାଖାପାଟନମ୍ ଠାରୁ ୧୪ ମଇରୁ ୩୧ ମଇ ପର୍ୟ୍ୟନ୍ତ ଏବଂ କାଚେଗୁଡା ଠାରୁ ୧୫ ମଇରୁ ୧ ଜୁନ୍, ୨୦୨୧ ପର୍ୟ୍ୟନ୍ତ ବାତିଲ୍ ରହିବ। କୋଭିଡ୧୯ ସଂକ୍ରମଣର ଶୃଙ୍ଖଳାକୁ ଭାଙ୍ଗିବା ପାଇଁ ପୂର୍ବତଟ ରେଳପଥ ଏହାପୂର୍ବରୁ ଚାରି ଯୋଡ଼ା ସ୍ପେଶାଲ ଏକ୍ସପ୍ରେସ ଟ୍ରେନକୁ ବାତିଲ କରିବାକୁ ଘୋଷଣା କରିଛି। ଏହି ଟ୍ରେନ୍ ଗୁଡିକ ହେଉଛି ୦୨୮୬୬/୦୨୮୬୫ ପୁରୀ- ଏଲଟିଟି-ପୁରୀ ସାପ୍ତାହିକ ସ୍ପେଶାଲ ଏକ୍ସପ୍ରେସ, ୦୨୮୮୦/୦୨୮୭୯ ଭୁବନେଶ୍ୱର-ଏଲଟିଟି- ଭୁବନେଶ୍ୱର ଦ୍ୱି-ସାପ୍ତାହିକ ସ୍ପେଶାଲ ଏକ୍ସପ୍ରେସ, ୦୭୪୮୮/୦୭୪୮୭…
ଭୂବନେଶ୍ୱର, ଆସନ୍ତା କାଲି ଅଷୟ ତୃତୀୟା। ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦର ଦିନ । ଚାଷ କାମ ର ଅନୁକୂଳ କାଲିଠାରୁ ଆରମ୍ଭ ହୋଇଥାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀମାନଙ୍କୁ ଶୁଭେଛା ଜଣାଇବା ସହ ରାଜ୍ୟର ୪୨ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଖାତାରେ ଖରିଫ ୨୦୨୧ ପାଇଁ କାଳିଆ ଯୋଜନାରେ ୯୨୦ କୋଟି ଟଙ୍କା ଜମା କରାଯାଇଥିବା ବିଷୟ ଘୋଷଣା କରିଛନ୍ତି । ରାଜ୍ୟର ଛୋଟ ଚାଷୀ ,ନାମ ମାତ୍ର ଚାଷୀ ,ଓ ଭୂମିହୀନ ଚାଷୀ ପରିବାର ସମସ୍ତେ ଏହି କାଳିଆ ଯୋଜନାର ସହାୟତା ପାଇ ଏହାକୁ ଚାଷ କାମରେ ତଥା ଜୀବନ ଜୀବିକାର ଉନ୍ନତିରେ ଲଗେଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚାଷୀଙ୍କ ପାଇଁ ସାରା ଦେଶରେ କାଳିଆ ଯୋଜନା ସବୁଠାରୁ ଭଲ ଯୋଜନା । ଏହି ଯୋଜନା ଚାଷୀ ମୁହଁ ରେ ହସ…
ରମେଶ ମହାନ୍ତି ଜଗତସିଂହପୁର: କୋଭିଡ୍-୧୯ ମହାମାରୀର ଦୃତ ସଂକ୍ରମଣ ସହ ଜୀବନହାନୀ ଏବଂ କୋଭିଡ୍ ରୋଗୀଙ୍କର ଅମ୍ଳଜାନ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପାରାଦ୍ବୀପର ଇଫକୋ ସାର କାରଖାନା ପ୍ଲାଣ୍ଟ୍ ପରିସରରେ ଅକ୍ସିଜେନ ପ୍ଲାଣ୍ଟ୍ ପ୍ରତିଷ୍ଠା ହେବାକୁ ଯାଉଛି। ଏଥିପାଇଁ ଗତକାଲି ଅପରାହ୍ନରେ ଜିଲ୍ଲାସ୍ତରୀୟ ସିଙ୍ଗଲୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ମାଧ୍ୟମରେ ଅନୁଷ୍ଠିତ ହୋଇ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ବୈଠକରେ ଇଫକୋର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ କେ.ଜେ. ପଟେଲ୍, ଡି.ଜି.ଏମ୍ (ଟେକନିକାଲ୍) ପି.କେ ମହାପାତ୍ର ଭର୍ଚୁଆଲ୍ ମାଧ୍ୟମରେ ଯୋଗଦେଇଥିଲେ। ଏହି ଅକ୍ସିଜେନ ପ୍ଲାଣ୍ଟ୍ ପ୍ରତିଷ୍ଠା ପାଇଁ ଆନୁସଙ୍ଗିକ ଡ୍ରଗ୍ ଲାଇସେନସ୍, ଏକ୍ସପ୍ଲୋସିଭ୍ ଲାଇସେନ୍ସ୍, ଫ୍ୟାକ୍ଟ୍ରି ଆଣ୍ଡ୍ ବଏଲର୍ ବିଭାଗ ଅନୁମତି ଲାଭ କରିଛି। ଏହି ଅକ୍ସିଜେନ ପ୍ଲାଣ୍ଟ୍ ପ୍ରତିଷ୍ଠା ନିମନ୍ତେ ୭କୋଟି ୨୦ଲକ୍ଷ ବ୍ୟୟ ହେବ ଏବଂ ଏହା ୨୦୨୧ ମସିହା ଜୁନ୍ ୧୫ ତାରିଖ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।…
ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ମଣିଷ ପାଇଁ ସାପଠାରୁ ଆହୁରି ଏକ ଭୟଙ୍କର ପ୍ରାଣୀ ରହିଛି। ଆପଣ ସାପ ଦେଖିଲେ ଜାଣିପାରିବେ ବା ଚିହ୍ନି ପାରିବେ। ହେଲେ ଏହି ଭୟଙ୍କର ପ୍ରାଣୀକୁ ଚିହ୍ନିବା କାଠିକର ପାଠ। ସେହିପରି ସାପକୁ ଯଦି ଆପଣ ଆଘାତ କରିବେ ସେ ହୁଏତ ଦଂଶନ କରିବ। କିନ୍ତୁ ଏହି ପ୍ରାଣୀକୁ ଆପଣ କିଛି କରନ୍ତୁ ବା ନ କରନ୍ତୁ ଆପଣଙ୍କୁ ଖାଇଦେବ। ଆଚାର୍ଯ୍ୟ ଚାଣକ୍ୟଙ୍କ ହିସାବରେ ସେହି ଭୟଙ୍କର ପ୍ରାଣୀଟି ହେଉଛି ଦୁର୍ଜନ ବ୍ୟକ୍ତି। ଚାଣକ୍ୟ ନୀତିରେ ଉଲ୍ଲେଖ ରହିଛି ଯେ ମଣିଷ ପାଇଁ ଏହି ଦୁର୍ଜନ ବ୍ୟକ୍ତି ଭାରି ସାଙ୍ଘାତିକ ତଥା ଭୟଙ୍କର। ସାପକୁ ଆପଣ ଦେଖିଲେ ଜାଣିପାରିବେ ଏହା ଦୁଷ୍ଟ ଜନ୍ତୁ ବୋଲି। ହେଲେ ଏହି ଦୁର୍ଜନ ମଣିଷକୁ ଚିହ୍ନିବା କାଠିକର ପାଠ। କୌଣସି ଆଘାତ କଲେ ସାପ ଦଂଶନ କରେ ଏବଂ ମଣିଷ ହୁଏତ ମୃତ୍ୟୁ ମୁଖରେ ପଡିପାରେ, କିମ୍ବା…
ଭୁବନେଶ୍ବର: କୋଭିସିଲ୍ଡ ଟୀକା ପାଇଁ ସାନି ଗାଇଡଲାଇନ ଜାରି ହୋଇଛି। ବ୍ୟବଧାନ ଅବଧି ବୃଦ୍ଧି ପରେ ସାନି ଗାଇଡଲାଇନ ଜାରି କରାଯାଇଛି। ପ୍ରଥମ ଡୋଜ ନେବାର ୮୪ ଦିନ ପୂର୍ବରୁ ଦ୍ଵିତୀୟ ଡୋଜ ନେବାକୁ ବାରଣ କରାଯାଇଛି। ୮୪ ଦିନ ପୂର୍ବରୁ ଦ୍ଵିତୀୟ ଡୋଜ ପାଇଁ ବୁକିଂ କରିବା ପାଇଁ ମନା କରାଯାଇଛି। ତେବେ ଯେଉଁମାନେ ଅନଲାଇନ ବୁକିଂ କରିସାରିଛନ୍ତି, ସେମାନଙ୍କର ବୁକିଂ ବାତିଲ ହେବ ନାହିଁ। ଯେଉଁମାନେ ନୂଆ ବୁକିଂ କରିବାକୁ ଚାହାନ୍ତି, ସେମାନେ ୮୪ ଦିନ ପରେ ବୁକିଂ କରିବା ପାଇଁ ନିର୍ଦ୍ଦେଶ ହୋଇଛି। ସବୁ ଜିଲ୍ଲାପାଳ ଏବଂ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ଏନେଇ ସ୍ୱାସ୍ଥ୍ୟ ବିଭାଗ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛି।
ସୀତାରାମ ଅଗ୍ରୱାଲ ବାଣପୁର: ବର୍ତ୍ତମାନ ଓଡ଼ିଶାରେ କରୋନା ତାର କାୟାବିସ୍ତାର ଜାରି ରଖିଥିବାବେଳେ ଖୋର୍ଦ୍ଧାରେ ଏହା ଡେଣା ମେଳାଇବାରେ ଲାଗିଛି। ଆଜି ଖୋର୍ଦ୍ଧାରୁ ରେକର୍ଡ଼ ୨ ହଜାର ୨୦୧ କୋଭିଡ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହି ହିସାବରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ମଧ୍ୟ କୋଭିଡ ପଜିଟିଭ ହାର ବଢ଼ିବାରେ ଲାଗିଛି। ତେବେ କେତକ ଅମାନିଆଙ୍କ ଲାଗି ବାଣପୁର ପରିସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପୋଲିସ ଏବଂ ସ୍ଥାନୀୟ ପ୍ରଶାସନ ଦିନତମାମ ଏନ୍ଫୋର୍ସମେଣ୍ଟ ଜାରି ରଖିଥିବା ସତ୍ତ୍ୱେ ଅମାନିଆ ମାନେ ଗାଡିମୋଟର ଦ୍ୱାରା ଗଳା ବାଟ ଦେଇ ବଜାରକୁ ଅବାଧରେ ୟାତାୟାତ କରୁଛନ୍ତି। ଯାହାଫଳରେ ରାଜ୍ୟ ସରକାରଙ୍କ ସଂକ୍ରମଣକୁ ରୋକିବା ପ୍ରୟାସରେ ସେମାନେ ବାଧା ସୃଷ୍ଟି କରୁଛନ୍ତି। ଏହାକୁ ଗୁରୁତର ସହ ନେଇ ଆଜି ପୂର୍ବାହ୍ନରେ ବାଣପୁରରେ ପୋଲିସ ଏବଂ ସ୍ଥାନୀୟ ପ୍ରଶାସନକୁ ଉଦବେଗ ପ୍ରକାଶ କରିଛି। ଏଭଳି ଅମାନିଆଙ୍କ ଉପରେ ନଜର ରଖିବା ସହ କଡା କାର୍ଯ୍ୟାନୁଷ୍ଠାନ ନେବା ପାଇଁ…
ନୂଆଦିଲ୍ଲୀ: ରୁଷୀୟ ଟୀକା ସ୍ପୁଟିନିକ-ଭି ଟୀକାର ଦର ପ୍ରକାଶ ହୋଇଛି। ଡ.ରେଡ୍ଡୀ ଲ୍ୟାବ ପକ୍ଷରୁ ସ୍ପୁଟିନିକ-ଭି ଟୀକାର ଦର ପ୍ରକାଶ କରାଯାଇଛି। ଡୋଜ ପିଛା ଏହାର ଦର ୯୪୮ ଟଙ୍କା ରହିଛି। କିନ୍ତୁ ଏଥିରେ ୫ ପ୍ରତିଶତ ଜିଏସଟି ପରେ ମୋଟ ମୂଲ୍ୟ ୯୯୫ ଟଙ୍କା ରହିବ। ଏନେଇ ଡ.ରେଡ୍ଡୀ ଲ୍ୟାବ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ବର: ପୁରୀରେ ଚନ୍ଦନ ଯାତ୍ରା ପାଇଁ କଟକଣାକୁ କଡାକଡି କରାଯାଇଛି। କୋଭିଡ଼ କଟକଣା ଭିତରେ ଚନ୍ଦନ ଯାତ୍ରା ଅନୁଷ୍ଠିତ ହେବ। ସେଥିପାଇଁ ୧୪୪ ଧାରା ଜାରି ହେବ ବୋଲି ପୁରୀ ଏସପି କହିଛନ୍ତି। ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ଵ ସହ ଶ୍ରୀମନ୍ଦିର ସମ୍ମୁଖରେ ୧୪୪ ଧାରା ଲାଗିବ ବୋଲି ଏସପି କହିଛନ୍ତି। ଏହି ଚନ୍ଦନ ଯାତ୍ରା ପାଇଁ ପୁରୀ ସହରର ବିଭିନ୍ନ ସ୍ଥାନରେ ୧୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ନିୟନ୍ତ୍ରଣ ପାଇଁ ୨ ଟି ସ୍ଵତନ୍ତ୍ର କଣ୍ଟ୍ରୋଲ ରୁମର ବ୍ୟବସ୍ଥା ହୋଇଥିବା ବେଳେ ୬ ଟି ଏନଫୋର୍ସମେଣ୍ଟ ଟିମ ଗଠନ ହୋଇଛି। ଏହି ସମୟରେ କେହି କୋଭିଡ଼ କଟକଣାକୁ ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସପି ଚେତାବନୀ ଦେଇଛନ୍ତି,
ନୂଆଦିଲ୍ଲୀ, ଗଙ୍ଗା ନଦୀରେ ଭାସୁଥିବା ମୃତଦେହ ନେଇ ଜାତୀୟ ମାନବ ଅଧିକାର ଆୟୋଗ କେନ୍ଦ୍ର, ଉତ୍ତରପ୍ରଦେଶ ଏବଂ ବିହାର ସରକାରଙ୍କୁ ନୋଟିସ ଜାରୀ କରିଛନ୍ତି। ଦୁଇ ରାଜ୍ୟର ମୁଖ୍ୟ ସଚିବ ଏବଂ ସଚିବ ସହିତ କେନ୍ଦ୍ରୀୟ ଜଳ ଶକ୍ତି (ଜଳ ସମ୍ପଦ, ନଦୀ ବିକାଶ ଏବଂ ଗଙ୍ଗା ନବୀକରଣ ବିଭାଗ) କୁ ଆୟୋଗ ଏହି ନୋଟିସ ଜାରି କରିଛନ୍ତି। ଏଥିରେ 4 ସପ୍ତାହ ମଧ୍ୟରେ ନିଆଯାଇଥିବା କାର୍ଯ୍ୟର ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆୟୋଗ କହିଛନ୍ତି ଯେ ଗଙ୍ଗା ନଦୀରେ ଅର୍ଦ୍ଧ ଜଳିଯାଇଥିବା କିମ୍ବା ପୋଡି ନ ଥିବା ମୃତଦେହକୁ ଭସାଇବା କାର୍ଯ୍ୟକୁ ରୋକିବାରେ ସରକାରୀ କର୍ତ୍ତୃପକ୍ଷ ବିଫଳ ହୋଇଛନ୍ତି। ପବିତ୍ର ଗଙ୍ଗା ନଦୀରେ ଶବଗୁଡିକ ବିସର୍ଜନ କରିବାର ଅଭ୍ୟାସ ଲୋକଙ୍କର ରହିଛି। ହେଲେ ଜଳ ଶକ୍ତି ମନ୍ତ୍ରଣାଳୟ, ଜଳ ସମ୍ପଦ ବିଭାଗ, ନଦୀ ବିକାଶ ଏବଂ ଗଙ୍ଗା ପୁନଃନବୀକରଣ ବିଭାଗର ସ୍ୱଚ୍ଛ ଗଙ୍ଗା ପ୍ରକଳ୍ପ ପାଇଁ ଜାତୀୟ ମିଶନର…
ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଲକ୍ଷ ଲକ୍ଷଙ୍କ ଜୀବନ ନେଇଛି। ପ୍ରତ୍ୟେକ ଦିନ ଦେଶରେ ୪ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି। ଏହି ଭୂତାଣୁ ନବଜାତ ଶିଶୁ ଠାରୁ ଆରମ୍ଭ କରି ବୟଜ୍ୟେଷ୍ଠ ବ୍ୟକ୍ତିମାନଙ୍କ ଜୀବନକୁ ଉଜାଡି ଦେଉଛି। ତେବେ ୧୫୦ ଦିନର ଶିଶୁଟିଏ ମଧ୍ୟ ଏହି କରୋନା ଯୋଗୁଁ ପ୍ରାଣ ହରାଇଛି। ସୂଚନା ଅନୁଯାୟୀ, ପରୀ ନାମକ ଛୋଟ ଶିଶୁଟି କରୋନାରେ ସଂକ୍ରମଣ ହୋଇ ଦିଲ୍ଲୀର ଜିଟିବି ହସ୍ପିଟାଲରେ ଚିକିତ୍ସିତ ହେଉଥିଲା। ତାହାର ଫୁସଫୁସ ସଂପୂର୍ଣ୍ଣ ସଂକ୍ରମିତ ହୋଇଯାଇଥିଲା। ସେ ୬ ଦିନ ଭେଣ୍ଟିଲେଟରେ ରହିବା ପରେ ମଧ୍ୟ ସୁସ୍ଥ ହୋଇପାରିନଥିଲା। ଶେଷରେ ପରୀର ମୃତ୍ୟୁ ହୋଇଥିଲା।
ନୂଆଦିଲ୍ଲୀ: ଅକ୍ଷୟ ତୃତୀୟା ଅବସରରେ ଆଜି ଦେଶର ସାଢେ ୯ କୋଟି ଚାଷୀଙ୍କୁ ପିଏମ କିଷାନ ସହାୟତା ରାଶି ମିଳିଛି। ମୋଟ ୧୯ ହଜାର କୋଟି ଟଙ୍କା କୃଷକଙ୍କ ଖାତାରେ ଜମା ହୋଇଛି। ଏହା ପିଏମ କିଷାନ ସହାୟତାର ଅଷ୍ଟମ କିସ୍ତି ଥିଲା। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷକମାନଙ୍କୁ ସମ୍ବୋଧନ କରିଛନ୍ତି। ଏହାସହ ଦେଶର ଜୈବିକ ପଦ୍ଧତିରେ ଫସଲ କରୁଥିବା କେତେଜଣ କୃଷକଙ୍କ ସାଥିରେ ପ୍ରଧାନମନ୍ତ୍ରୀ ସିଧାସଳଖ ଆଲୋଚନା କରି ସେମାନଙ୍କୁ ଉତ୍ସାହିତ କରିଛନ୍ତି।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୪୩ ହଜାର ୧୪୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ହଜାର ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୪୦ ଲକ୍ଷ ୪୬ ହଜାର ୮୦୯ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୬୨ ହଜାର ୨୭୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୭୯ ହଜାର ୫୯୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୭ ଲକ୍ଷ ୪ ହଜାର ୮୯୩ ଆକ୍ଟିଭ୍ କେସ୍ ରହିଛି।

