Author: Samikhsya Bureau

ନୂଆଦିଲ୍ଲୀ: ନିର୍ବାଚନ ଫଳାଫଳ ପରେ ପଶ୍ଚିମବଙ୍ଗରେ ହିଂସା କମିବାର ନାଁ ଧରୁନି। ବର୍ତ୍ତମାନ କେନ୍ଦ୍ର ମନ୍ତ୍ରୀ ଭି. ମୁରଲୀଧରନଙ୍କ ଉପରକୁ ମେଦିନୀପୁରରେ ଆକ୍ରମଣ ହୋଇଥିବା ଖବର ମିଳିଛି। ଏହି ଆକ୍ରମଣରେ କେନ୍ଦ୍ରମନ୍ତ୍ରୀଙ୍କ ଗାଡି କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣର ଏକ ଭିଡିଓ ମଧ୍ୟ ସାମାଜିକ ଗଣମାଧ୍ୟମରେ ଘୁରି ବୁଲୁଛି। https://twitter.com/VMBJP/status/1390209778798923778 ତେବେ ଆକ୍ରମଣର ଏକ ଭିଡିଓକୁ ନିଜେ କେନ୍ଦ୍ର ମନ୍ତ୍ରୀ ମୁରଲୀଧରନ ଟ୍ବିଟରରେ ସେୟାର କରିଛନ୍ତି। ଟିଏମସି କର୍ମୀ ଏହି ଆକ୍ରମଣ କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଅଭିଯୋଗ କରିଛନ୍ତି।

Read More

ନୂଆଦିଲ୍ଲୀ: ଚଳିତ ବର୍ଷ ଜୁନ୍ ପହିଲାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ଆକଳନ କରିଛି। ମୌସୁମୀ ବାୟୁ  ଜୁନ୍ ୧ ତାରିଖରେ କେରଳ ଛୁଇଁବା ନେଇ ଅନୁମାନ କରାଯାଇଛି।

Read More

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ କୋଭିଡ ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ଉପରେ ଦାୟିତ୍ଵ ଦେଉଛନ୍ତି। ପ୍ରଭାବିତ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ଅଲଗା ଅଲଗା ଆର୍ଥିକ ଅନୁଦାନ ମଧ୍ୟ ପ୍ରଦାନ କରୁଛନ୍ତି। ତେବେ ଆଜି ମୁଖ୍ୟମନ୍ତ୍ରୀ ୩ ଟି ଜିଲ୍ଲାକୁ ଆର୍ଥିକ ଅନୁଦାନ ପ୍ରଦାନ କରିଛନ୍ତି। ସମ୍ବଲପୁର, ପୁରୀ ଏବଂ ସୋନପୁର   ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ଅନୁଦାନ ପ୍ରଦାନ କରିଛନ୍ତି। ସମ୍ବଲପୁର ଜିଲ୍ଲା ପାଇଁ ୪ କୋଟି ୬୨ ଲକ୍ଷ, ପୁରୀ ପାଇଁ ୨ କୋଟି ଏବଂ ସୋନପୁର ପାଇଁ ୧ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ସିଏମଆରଏଫରୁ ଦେଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ ପରିଚାଳନା ପାଇଁ ସମ୍ବଲପୁର ଜିଲ୍ଲାକୁ ମୋଟ ୧୬ କୋଟି ୧୨ ଲକ୍ଷ ପ୍ରଦାନ କରାଯାଇଥିବା ବେଳେ  ପୁରୀ ଜିଲ୍ଲା ପାଇଁ ୧୬ କୋଟି ୫୯ ଲକ୍ଷ ଏବଂ ସୋନପୁର ଜିଲ୍ଲା ପାଇଁ ୩  କୋଟି…

Read More

ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକାରେ କଳାବଜାରୀକୁ ରୋକିବା ପାଇଁ ଯୋଗାଣ ବିଭାଗ ସକ୍ରିୟ ହୋଇଥିବା ଦେଖାଯାଇଛି। ଖବର ପ୍ରସାରଣ ହେବା ମାତ୍ରେ ଯୋଗାଣ ବିଭାଗ ସକ୍ରିୟ ହେବା ସହ କଡା କାର୍ଯ୍ୟାନୁଷ୍ଠାନ ପାଇଁ ଅଣ୍ଟା ଭିଡିଛି। ଉଲ୍ଲେଖ ଯୋଗ୍ୟ ଯେ, ଗତକାଲିଠାରୁ ସାରା ରାଜ୍ୟରେ ଲକ ଡ଼ାଉନ କଟକଣା ଆରମ୍ଭ ହୋଇଥିଲା। ଏହା ପରେ ଚିଲିକା ଅଞ୍ଚଳରେ କିଛି ବ୍ୟବସାୟୀ ଅତ୍ୟାବଶ୍ୟକ ସାମଗ୍ରୀକୁ ଚଢା ଦରରେ ବିକ୍ରି କରୁଥିବା ଅଭିଯୋଗ ହୋଇଥିଲା। ଗତ ମଙ୍ଗଳବାର ଦିନ ତଥା ଲକଡାଉନର ପୂର୍ବ ଦିନ ଆଳୁ କେଜି ୩୨ ଟଙ୍କା ଦରରେ ବିକ୍ରି କରାଯାଉଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ସମୀକ୍ଷା ନିୟୁଜ ପକ୍ଷରୁ ଏକ ଖବର ପ୍ରସାରଣ କରାଯାଇଥିଲା। ଯାହାଫଳରେ ଚିଲିକା ଅଞ୍ଚଳରେ ଏଭଳି କଳାବଜାରୀ କାରବାର ହେଉଥିବାର ଯୋଗାଣ ବିଭାଗ ଜାଣିପାରିଥିଲା। ତେବେ ଯୋଗାଣ ବିଭାଗ ଏହାକୁ ଗୁରୁତର ସହ ନେଇ ସହକାରୀ ଯୋଗାଣ ଅଧିକାରୀ ତ୍ରିଲୋଚନ ସାହୁ ଏବଂ…

Read More

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ଶୋପିୟା ଜିଲ୍ଲାରେ ଭାରତୀୟ ଯବାନଙ୍କ ଏନକାଉଣ୍ଟର ସମୟରେ ତିନି ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏହାସହ ଜଣେ ଆତଙ୍କବାଦୀ ସୁରକ୍ଷା କର୍ମୀଙ୍କ ନିକଟରେ ଆତ୍ମସମର୍ପଣ କରିଛି। ପୋଲିସର ସୂଚନା ଅନୁଯାୟୀ, ଦକ୍ଷିଣ କାଶ୍ମୀରର କନିଗମ ଅଞ୍ଚଳରେ କେତେ ଜଣ ଆତଙ୍କବାଦୀ ଉପସ୍ଥିତ ଥିବା ଖବର ପାଇ ଭାରତୀୟ ଯବାନମାନେ ଘେରାବନ୍ଦୀ କରିବା ସହ ତଲାସ ଅଭିଯାନ ଆରମ୍ଭ କରିଥିଲେ। ପରେ ସେଠାରେ ଉପସ୍ଥିତ ଥିବା ଆତଙ୍କବାଦୀମାନଙ୍କୁ ଆତ୍ମସମର୍ପଣ କରିବାପାଇଁ ସେନା ପକ୍ଷରୁ କୁହାଯାଇଥିଲା। କିନ୍ତୁ ଆତ୍ମସମର୍ପଣ କରିବା ବଳଦଳରେ ଆତଙ୍କବାଦୀମାନେ ସେନା ଉପରକୁ ଗୁଳି ଚାଳନା ଆରମ୍ଭ କରିଦେଇଥିଲେ। ଯାହାଫଳରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଆକ୍ରମଣ କରାଯାଇଥିଲା। ତେବେ ଗୁଳିବିନିମୟ ସମୟରେ ଜଣେ ଆତଙ୍କି ସେନା ନିକଟରେ ଆତ୍ମସମର୍ପଣ କରିଥିବା ବେଳେ ଅନ୍ୟ ତିନିଜଣ ମୃତ୍ୟୁବରଣ କରିଥିଲେ।

Read More

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ଲୋକଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଚୌଧୁରୀ ଅଜିତ ସିଂହଙ୍କ ପରଲୋକ ହୋଇଯାଇଛି। ଏନେଇ ଅଜିତଙ୍କ ପୁତ୍ର ଜୟନ୍ତ ଚୌଧୁରୀ ଟ୍ବିଟ କରି ସୂଚନା ଦେଇଛନ୍ତି। ଚୌଧୁରୀ ଅଜିତ ସିଂହ ଏପ୍ରିଲ ୨୨ ତାରିଖରେ କରୋନାରେ ସଂକ୍ରମିତ ହୋଇଥିଲେ। ଏହା ପରେ ତାଙ୍କ ଫୁସପୁସରେ ସଂକ୍ରମଣ ବଢିଯାଇଥିଲା। ମଙ୍ଗଳବାର ଦିନ ଅଜିତଙ୍କ ସ୍ୱାସ୍ଥ୍ୟବସ୍ଥା ଅଧିକ ଖରାପ ହୋଇଯାଇଥିଲା ତାପରେ ତାଙ୍କୁ ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ତାଙ୍କର ନିଧନ ହୋଇଥିଲା।

Read More

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪ ଲକ୍ଷ ୧୨ ହଜାର ୨୬୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୯୮୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୧୦ ଲକ୍ଷ ୭୨ ହଜାର ୪୧୦ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୩୦ ହଜାର ୧୬୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୨ ଲକ୍ଷ ୮୦ ହଜାର ୮୪୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୫ ଲକ୍ଷ ୬୬ ହଜାର ୩୯୮ ଆକ୍ଟିଭ୍‌ କେସ୍ ରହିଛି।

Read More

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୨୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର ଏବଂ ମାଳାକାନାଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେହିଭଳି ବୌଦ୍ଧ, ଦେବଗଡ, ଝାରସୁଗୁଡା, କେନ୍ଦୁଝର, କଳାହାଣ୍ଡି, ନୟାଗଡ, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୧୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୧୬ ହଜାର ୪୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୧ ହଜାର ୫୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା…

Read More

ଭୁବନେଶ୍ବର: ଆଜି ରାଜ୍ୟରେ ୧୦ ହଜାର ୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୯୪୫ ଜଣ ଚିହ୍ନଟ ହୋଇଥିବା ବେଳେ ୪୫୭୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୧୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୧୬ ହଜାର ୪୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୧ ହଜାର ୫୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୦୪ କୁ ବୃଦ୍ଧି ହୋଇଛି। ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୦ ହଜାର ୫୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୪୭୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୧୮୬ ଜଣ, ଅନୁଗୁଳ ଜିଲ୍ଲାରୁ ୩୮୮ ଜଣ,…

Read More

ନୂଆଦିଲ୍ଲୀ, ବୁଧବାର ଦିନ ପୂର୍ବ ଭାରତର ୫ଟି ରାଜ୍ୟର କରୋନା ସ୍ଥିତି ସଂପର୍କରେ କେନ୍ଦ୍ର ସ୍ବାସ୍ଯ୍ ସଚିବ ରାଜେଶ ଭୂଷଣ ଏକ ବୈଠକ କରିଥିଲେ। ଏହି ସମୀକ୍ଷା ବୈଠକରେ ସୂଚୀତ କରାଯାଇଥିଲା ଯେ ସମସ୍ତ ରାଜ୍ୟ ସରଳୀକୃତ ମୂଲ୍ୟ ଓ ତ୍ୱରାନ୍ୱିତ ଜାତୀୟ କୋଭିଡ଼ ୧୯ ଟିକାକରଣ ରଣନୀତି ପର୍ଯ୍ୟାୟ -୩ର ଅଂଶବିଶେଷ ସ୍ୱରୂପ କେନ୍ଦ୍ରୀୟ ଡ୍ରଗ୍‍ ପରୀକ୍ଷାଗାର ସ୍ୱୀକୃତି ପ୍ରଦାନ କରିଥିବା ପ୍ରତ୍ୟେକ ଟିକା ଉତ୍ପାଦନକାରୀଙ୍କ ଠାରୁ ୫୦% ଟିକା ରାଜ୍ୟ ସରକାର ତଥା ଘରୋଇ ହସପିଟାଲମାନେ ସଂଗ୍ରହ କରିବେ। ରାଜ୍ୟମାନଙ୍କୁ ଆହୁି ପରାମର୍ଶ ଦିଆଯାଇଛି ଯେ ସେମାନେ ନିର୍ଦ୍ଦିଷ୍ଟ ସମୟରେ ଉତ୍ପାଦନକାରୀଙ୍କ ଠାରୁ ଟିକା ଗ୍ରହଣ କରିବା ସହିତ ସେମାନଙ୍କ ଏହାର ମୂଲ୍ୟ ପ୍ରଦାନ କରିବେ। ଦେଶବ୍ୟାପୀ କରାଯାଉଥିବା ତୃତୀୟ ପର୍ଯ୍ୟାୟ ଟିକାକରଣ ସମୟରେ ଏହି ନୀତି ଅବଲମ୍ବନ କରାଯିବ। ଭାରତ ସରକାର ପ୍ରତି ମାସରେ ସିଡ଼ିଏଲ ଦ୍ୱାରା ମଂଜୁର ଟିକାର ୫୦% ସଂଗ୍ରହ କରିବା ସହିତ ରାଜ୍ୟମାନଙ୍କୁ…

Read More

ନୂଆଦିଲ୍ଲୀ, ସଂଯୁକ୍ତ ରାଜ୍ୟ ଗ୍ରେଟ୍ ବ୍ରିଟେନ ଓ ନର୍ଦ୍ଦନ ଆୟାର୍ଲଣ୍ଡ ସହିତ ପ୍ରବାସନ ତଥା ଗମନାଗମନରେ ସୁବିଧା ବଢାଇବାକୁ ଭାରତ ଯେଉଁ ବୁଝାମଣାପତ୍ର ସ୍ୱାକ୍ଷର କରିବ ତାହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ବୁଧବାର ସ୍ୱୀକୃତି ପ୍ରଦାନ କରାଯାଇଛି । ଏହି ବୁଝାମଣାପତ୍ରର ଉଦ୍ଦେଶ୍ୟ ହେଲା ଗ୍ରେଟବିଟେନ ଓ ନର୍ଦ୍ଦନ ଆୟାର୍ଲଣ୍ଡ ଏବଂ ଭାରତ ମଧ୍ୟରେ ଗବେଷକ, ଛାତ୍ରଛାତ୍ରୀ, କୁଶଳୀ ପେସାଦାର ଆଦିଙ୍କ ଗମନାଗମନ ଓ ପ୍ରବାସନ ସୁବିଧାକୁ ଅଧିକ ସୁଗମ କରି ପାରସ୍ପରିକ ସହଯୋଗ ଓ ସମ୍ପର୍କକୁ ସୁଦୃଢ କରିବା । ଏହାଫଳରେ ଅନିୟମିତ ଦେଶାନ୍ତର, ପ୍ରବାସନ, ପ୍ରବ୍ରଜନ ଓ ମାନବଚାଲାଣ ଆଦିକୁ ନିୟନ୍ତ୍ରିତ କରି ହେବ ଏବଂ ଦୁଇପକ୍ଷ ମଧ୍ୟରେ ଏ କ୍ଷେତ୍ରରେ ସହଯୋଗ ଅଧିକ ସୁଦୃଢ ହୋଇପାରିବ । ଏହି ବୁଝାମଣା ଦ୍ୱାରା ଭାରତୀୟ ବିଦ୍ୟାର୍ଥୀ, ଶୈକ୍ଷିକବର୍ଗ ଓ ଗବେଷକ ଆର୍ଥିକ ତଥା ବୃତ୍ତିଗତ ଦୃଷ୍ଟିରୁ ବିଶେଷ ଉପକୃତ ହେବେ । ଆହୁରି…

Read More

ନୂଆଦିଲ୍ଲୀ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ବୁଧବାର ଦିନ ଏକ ଉଚ୍ଚସ୍ତରୀୟ ବୈଠକରେ ପୂର୍ବ ଭାରତର ପାଞ୍ଚଟି ରାଜ୍ୟରେ କରୋନା ମହାମାରୀ ମୁକାବିଲା ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ପାଞ୍ଚଟି ରାଜ୍ୟ ହେଲେ ଓଡ଼ିଶା, ଆସାମ, ପଶ୍ଚିମ ବଙ୍ଗ, ବିହାର ଓ ଝାଡ଼ଖଣ୍ଡ । ଏହି ସମୀକ୍ଷା ବୈଠକରେ ଉପରୋକ୍ତ ରାଜ୍ୟମାନଙ୍କରେ କୋଭିଡ଼ ୧୯ ମହାମାରୀ ପରିଚାଳନା ତଥା କଣ୍ଟେନମେଣ୍ଟ ପାଇଁ କି କି ପ୍ରକାର ପଦକ୍ଷେପମାନ ଗ୍ରହଣ କରାଯାଇଛି ସେ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ଏବେ ଲକ୍ଷ୍ୟ କରାଯାଇଛି ଯେ ମହାମାରୀ କରୋନା ପୂର୍ବାଞ୍ଚଳ ରାଜ୍ୟମାନଙ୍କ ଦିଗରେ ଗତି କରୁଛି ଏବଂ ସେହିସବୁ ରାଜ୍ୟରେ ପ୍ରତିଦିନ ନୂତନ ସଂକ୍ରମିତ ଓ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି ସମୀକ୍ଷା ବୈଠକରେ ଯେଉଁ ପାଞ୍ଚଟି ପ୍ରମୁଖ ତଥା ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଉପରେ ଆଲୋଚନା କରାଯାଇଥିଲା ସେଗୁଡ଼ିକ ହେଲା ସଂପୃକ୍ତ ରାଜ୍ୟମାନଙ୍କରେ କୋଭିଡ଼ ୧୯…

Read More

ନୂଆଦିଲ୍ଲୀ, ରାହୁଙ୍କ ଯୋଗୁଁ ଜୀବନରେ ହଠାତ୍ ଘଟଣା ଏବଂ ଦୁର୍ଘଟଣା ବଢିଯାଏ । ଅନେକ ଥର ହଠାତ୍ ରୋଗ ହୁଏ, ସେହି ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଏ । ରାହୁଙ୍କ ଯୋଗୁଁ ବ୍ୟକ୍ତି ମଧ୍ୟ ପାଗଳତାର ଶିକାର ହୁଅନ୍ତି । ଲାଲ କିତାବ ଅନୁଯାୟୀ ରାହୁଙ୍କ ସ୍ଥିତି ଘରର ଅନେକ ସ୍ଥାନରେ ରହିଥାଏ। କିନ୍ତୁ ଯଦି ଦୁଇଟି ନିର୍ଦ୍ଦିଷ୍ଟ ସ୍ଥାନ ପରିଷ୍କାର ରଖାଯାଏ ନାହିଁ, ତେବେ ରାହୁଙ୍କ ରାଶିର ଅବସ୍ଥା ସଠିକ୍ ହୋଇଥିଲେ ମଧ୍ୟ ରାହୁଙ୍କ କୋପ ଆରମ୍ଭ ହୁଏ। ତେବେ ଆସନ୍ତୁ ଜାଣିବା ସେହି ଦୁଇଟି ସ୍ଥାନ କ’ଣ ଏବଂ ସେମାନଙ୍କୁ କୌଣସି ପ୍ରକାରେ ସଫା ରଖିପାରେ । ଶୌଚାଳୟ ହେଉଛି ରାହୁଙ୍କର ମୁଖ୍ୟ ସ୍ଥାନ । ଏହି କାରଣରୁ ପୂର୍ବେ ଘରେ ଶୌଚାଳୟ ରଖାଯାଉ ନ ଥିଲା । ତା’ପରେ, ଯେତେବେଳେ ଘରେ ଶୈୌଚାଳୟ ରଖିବାର ପରମ୍ପରା ଆରମ୍ଭ ହେଲା, ଆମେ ଘର ପଛରେ ଟିକିଏ ଦୂରରେ ଶୌଚାଳୟ…

Read More

ମେଷ- କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଅବଗଣନା ଆରମ୍ଭ ହୋଇଛି, ଭଲ ପ୍ରସ୍ତୁତ ରୁହ। ଅଧ୍ୟୟନ ସ୍ତରରେ ଯେଉଁମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ସେମାନେ ସ୍ଥିତିର ଉନ୍ନତି ପାଇଁ କଠିନ ପରିଶ୍ରମ ଆରମ୍ଭ କରିବେ । ସମ୍ପତ୍ତି ଭଲ ଫଳ ଆଣିବ ବୋଲି ଆଶା କରାଯାଉଛି । ଏହି ସପ୍ତାହରେ ଅଳଙ୍କାର କିମ୍ବା ସୁନା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକଙ୍କ ଆୟ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ଯେ କୈଣସି ଆସାଇନମେଣ୍ଟ କିମ୍ବା ପ୍ରୋଜେକ୍ଟ ଆପଣ ସମାପ୍ତ କଲେ ମଧ୍ୟ ସିନିୟରମାନଙ୍କୁ ପ୍ରଭାବିତ କରିବ ନାହିଁ । ବୃଷ-  କୌଣସି ନିଷ୍ପତ୍ତି ନେବା ପୂର୍ବରୁ ସାମ୍ପ୍ରତିକ ପରିସ୍ଥିତି ଉପରେ ନଜର ରଖିବା ଆବଶ୍ୟକ ହେବ। ଏକ ବୃତ୍ତିଗତ ସ୍ତରର ସମସ୍ୟାର ସମାଧାନ ପାଇଁ ଆପଣ ପୁରସ୍କାର ପାଇପାରିବେ । ବୁଝାମଣା ମାଧ୍ୟମରେ ଏହି ରାଶିର ଲୋକମାନେ କମ୍ ମୂଲ୍ୟରେ କିଛି କିଣିବାକୁ ଯାଉଛନ୍ତି । ନବ ବିବାହିତାମାନେ ସେମାନଙ୍କର ଦାମ୍ପତ୍ୟ…

Read More

ବୃଷ-  କୌଣସି ନିଷ୍ପତ୍ତି ନେବା ପୂର୍ବରୁ ସାମ୍ପ୍ରତିକ ପରିସ୍ଥିତି ଉପରେ ନଜର ରଖିବା ଆବଶ୍ୟକ ହେବ। ଏକ ବୃତ୍ତିଗତ ସ୍ତରର ସମସ୍ୟାର ସମାଧାନ ପାଇଁ ଆପଣ ପୁରସ୍କାର ପାଇପାରିବେ । ବୁଝାମଣା ମାଧ୍ୟମରେ ଏହି ରାଶିର ଲୋକମାନେ କମ୍ ମୂଲ୍ୟରେ କିଛି କିଣିବାକୁ ଯାଉଛନ୍ତି । ନବ ବିବାହିତାମାନେ ସେମାନଙ୍କର ଦାମ୍ପତ୍ୟ ଜୀବନକୁ ପୂର୍ଣ୍ଣ ଉପଭୋଗ କରିବାକୁ ସକ୍ଷମ ହେବେ। ପ୍ରେମ ଜୀବନ ସନ୍ତୋଷଜନକ ହେବ । କର୍କଟ- ଆପଣ ବିଶ୍ବାସ ଯୋଗ୍ୟ ବ୍ୟକ୍ତିଙ୍କର ସହଯୋଗରେ ସଠିକ୍ ରାସ୍ତାରେ କାର୍ଯ୍ୟ ପାଇପାରିବେ।  ସାମାଜିକ କ୍ଷେତ୍ରରେ ଆପଣ ସାମ୍ନା କରୁଥିବା ଯେ କୌଣସି ଘଟଣାରେ ଆପଣଙ୍କୁ ସାହସିକ ପଦକ୍ଷେପ ନେବାକୁ ପଡିପାରେ । ରୋମାଣ୍ଟିକ୍ ସ୍ତରରେ କିଛି ଲୁଚାଇ ପ୍ରେମିକ ଆପଣଙ୍କୁ ଲୋଭ କରିପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣା ପୂର୍ବରୁ, ଆପଣଙ୍କୁ ଅନେକ ଚତୁରତାର ସମାଧାନ କରିବାକୁ ପଡିବ ।

Read More

ମକର-  ନିଜର କିଛି ସମୟ ସଞ୍ଚୟ କର, ଏହା ଆବଶ୍ୟକ ହୋଇପାରେ । ପରିବାର ସଦସ୍ୟଙ୍କ ପରିବର୍ତ୍ତିତ ଆଚରଣ ଆପଣଙ୍କ ପାଇଁ ଏକ ପଜଲ୍ ହୋଇପାରେ, ଯାହା ସମାଧାନ କରିବା ସହଜ ହେବ ନାହିଁ । ଘରେ ଏକ ଘଟଣା ବିଷୟରେ ଆପଣ କାହାର ପରାମର୍ଶ ଶୁଣିବାକୁ ପସନ୍ଦ କରିବେ ନାହିଁ । ମୀନ- ଆପଣ ଜୀବନରେ ଆଗଧାଡିରେ ରହି ଉପଭୋଗ କରିପାରିବେ । ବୃତ୍ତିଗତ ସ୍ତରରେ, ଆପଣ ନିଜକୁ ଏପରି ଏକ ସ୍ଥାନରେ ରଖିବେ ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେବ। ବହୁଦିନର ହଜିଯାଇଥିବା ବା ବୁଡିଯାଇଥିବା ସଂପତ୍ତି ହାସଲ ହେବ।

Read More

କୁମ୍ଭ- ଯଦି ଆପଣଙ୍କର ଆତ୍ମବିଶ୍ୱାସ ଅଛି ତେବେ ଆପଣ କୌଣସି କାର୍ଯ୍ୟ କରିବାରେ ସଫଳ ହେବେ, ହୃଦୟ ହରାନ୍ତୁ ନାହିଁ । ସମସ୍ତଙ୍କ ସହିତ ଚାଲିବାର କ୍ଷମତା ଆପଣଙ୍କୁ ପରିବାରରେ ପ୍ରଶଂସା ଯୋଗ୍ୟ କରିପାରେ । ଆପଣ ସାମାଜିକ କ୍ଷେତ୍ରରେ ଯେକୌଣସି କାର୍ଯ୍ୟ ପାଇଁ ଗର୍ବିତ ହେବାର ସୁଯୋଗ ପାଇବେ । କନ୍ୟା- ଏକ ଭଲ ଆସାଇନମେଣ୍ଟ ପାଇବାର ସମ୍ଭାବନା ଅଛି । କାର୍ଯ୍ୟକ୍ଷେତ୍ରରେ ଏକ ଚମତ୍କାର ସପ୍ତାହ ଅତିବାହିତ ହେବ ବୋଲି ଆଶା କରାଯାଏ । ଯେ କୌଣସି ସାମାଜିକ କ୍ଷେତ୍ର କାର୍ଯ୍ୟକ୍ରମରେ ଆପଣଙ୍କର ସେବା ନିଆଯାଇପାରେ । ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଲୋକମାନେ ବର୍ତ୍ତମାନ ଆରାମ ପାଇବାକୁ ଆଶା କରୁଛନ୍ତି । ଆପଣ କିଣୁଥିବା ସମ୍ପତ୍ତି ଭଲ ରିଟର୍ନ ପାଇବା ଆରମ୍ଭ କରିବ ।

Read More

ଧନୁ- ପରେ କୌଣସି ସମସ୍ୟାରେ ନ ପଡ଼ିବା ପାଇଁ ଆଇନଗତ ଔପଚାରିକତା ପୂରଣ କରିବା ଆବଶ୍ୟକ ହେବ । ଯେଉଁମାନେ ବର୍ତ୍ତମାନ କାର୍ଯ୍ୟ ଆରମ୍ଭ କରିଛନ୍ତି ସେମାନଙ୍କ ପାଇଁ ଭଲ ଜୀବନଯାପନର ଲକ୍ଷଣ ଅଛି । ମାର୍କେଟିଂ ଲୋକମାନେ ସେମାନଙ୍କର ଯୋଜନାରେ ସଫଳ ହେବାକୁ ଯାଉଛନ୍ତି । ବିଛା- ଆପଣ ବିଶ୍ବାସ କରୁଥିବା ବ୍ୟକ୍ତିଙ୍କଠାରୁ ଆଶା କରାଯାଉଥିବା ସାହାଯ୍ୟ ପାଇବାକୁ ସାମାନ୍ୟ ଆଶା ଅଛି । ଆପଣଙ୍କ ଆଗ୍ରହ ପ୍ରତି ଧ୍ୟାନ ଦିଅନ୍ତୁ, ଯେହେତୁ ଅନ୍ୟର ମାମଲାରେ ହସ୍ତକ୍ଷେପ କରିବା ମହଙ୍ଗା ପଡିପାରେ ।  ପ୍ରତିଦ୍ୱନ୍ଦୀଙ୍କୁ ପରାସ୍ତ କରିବାକୁ ଆପଣଙ୍କୁ ସକ୍ରିୟ ହେବାକୁ ପଡିବ ।

Read More

ସିଂହ-  ପରିବାରର ଲୋକଙ୍କ ସହିତ ଭଲ ସମ୍ପର୍କ ରଖିବା ଦ୍ୱାରା ଆପଣ ପୂର୍ବ ଅପେକ୍ଷା ଏକ ଭଲ ପରିବେଶ ସୃଷ୍ଟି କରିବାରେ ସକ୍ଷମ ହେବେ । ସମାଜ ସହିତ ସଂଯୁକ୍ତ ରହିବାର ପ୍ରବୃତ୍ତି ଆପଣଙ୍କୁ ଅନେକ ବନ୍ଧୁ ଏବଂ ଶୁଭେଚ୍ଛୁ ସାହାଯ୍ୟ ପ୍ରଦାନ କରିବାକୁ ଯାଉଛନ୍ତି । ବୃତ୍ତିଗତ ସ୍ତରରେ ସଫଳତା ଆପଣଙ୍କ ଖ୍ୟାତି ବଢାଇପାରେ । ତୂଳା- ସାମାଜିକ କ୍ଷେତ୍ରରେ ତୁମର ଉତ୍କଣ୍ଠା ମନୋଭାବ ଅନ୍ୟମାନଙ୍କୁ ମଧ୍ୟ ପ୍ରଭାବିତ କରିବ । କେହି ଜଣେ ଲୋକ ଆପଣଙ୍କୁ ସାହାଯ୍ୟ କରିବାକୁ ଯାଉଛନ୍ତି । ପ୍ରେମ ଜୀବନ ଆରମ୍ଭ ହେବାକୁ ଯାଉଛି । ଏକ କାର୍ଯ୍ୟ ପାଇଁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ ବୋଲି ଆଶା କରାଯାଏ ।

Read More

ମେଷ- କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଅବଗଣନା ଆରମ୍ଭ ହୋଇଛି, ଭଲ ପ୍ରସ୍ତୁତ ରୁହ। ଅଧ୍ୟୟନ ସ୍ତରରେ ଯେଉଁମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ସେମାନେ ସ୍ଥିତିର ଉନ୍ନତି ପାଇଁ କଠିନ ପରିଶ୍ରମ ଆରମ୍ଭ କରିବେ । ସମ୍ପତ୍ତି ଭଲ ଫଳ ଆଣିବ ବୋଲି ଆଶା କରାଯାଉଛି । ମିଥୁନ- ଆପଣ ଜୀବନର ସେହି ଅଦ୍ଭୁତ ପର୍ଯ୍ୟାୟ ଦେଇ ଗତି କରୁଛନ୍ତି ଯାହା ଏପର୍ଯ୍ୟନ୍ତ ମିଳି ନାହଁ । ସ୍ୱାସ୍ଥ୍ୟ ଭଲ ହେବ ଏବଂ ଆପଣ ଏହାକୁ ଉପଭୋଗ କରିବାକୁ ସକ୍ଷମ ହେବେ । ବ୍ୟବସାୟ ବୃଦ୍ଧିରେ କିମ୍ବା ବୃତ୍ତିଗତ ଭାବରେ ତୁମର କ୍ୟାରିୟରର ସମ୍ଭାବନା ବଢାଇବାରେ ଆପଣ ସଫଳ ହେବାକୁ ଯାଉଛନ୍ତି ।

Read More

ଭୁବନେଶ୍ବର: ଲକଡାଉନ ସମୟରେ ରାଜଧାନୀବାସୀଙ୍କ ପାଇଁ ଡିସିପି ଉମାଶଙ୍କର ଦାଶ ଆଉ ଏକ ଘୋଷଣା କରିଛନ୍ତି। ଫୋନ ମାଧ୍ୟମରେ ଥାନାରେ କୌଣସି ଅଭିଯୋଗ କରିବାକୁ ଡିସିପି ଗତକାଲି ପରାମର୍ଶ ଦେଇଥିବା ବେଳେ ଆଜି ବାହାଘର ଏବଂ ଅନ୍ତ୍ୟେଷ୍ଟି କ୍ରିୟା ପାଇଁ ମଧ୍ୟ ସେଭଳି ବ୍ୟବସ୍ଥା କରାଯାଇଛି। ବିବାହ ଏବଂ ଅନ୍ତ୍ୟେଷ୍ଟି କ୍ରିୟା ପାଇଁ ଘରେ ବସି ମଧ୍ୟ ରାଜଧାନୀବାସୀ ଅନୁମତି ମାଗିପାରିବେ। ସେଥିପାଇଁ ଆଉ ଥାନାକୁ ଯିବାକୁ ପଡିବ ନାହିଁ, ଫୋନ ଦ୍ଵାରା ରାଜଧାନୀବାସୀ ଅନୁମତି ପାଇପାରିବେ ବୋଲି ଡିସିପି କହିଛନ୍ତି। ତେବେ ଅନୁମତି ପାଇଁ ୧୦୦ କିମ୍ବା ୮୧୪୪୨୦୭୧୦୦କୁ ଫୋନ କରିବାକୁ ପଡ଼ିବ। ଏହାପରେ ହ୍ବାଟ୍ସଆପ୍ ମାଧ୍ୟମରେ ଆବେଦନକାରୀଙ୍କ ପାଖକୁ ଏକ ପତ୍ର ଯିବ। ଏହି  ପତ୍ରକୁ ଆବେଦନକାରୀ ପୂରଣ କରି ପୁନଶ୍ଚ ପୋଲିସ ପାଖକୁ ପଠାଇବାକୁ ପଡିବ। ତାପରେ କମିଶନରେଟ ପୋଲିସରୁ ଏହି କାର୍ଯ୍ୟ ପାଇଁ ଅନୁମତି ମିଳିବ ବୋଲି ଡିସିପି ଘୋଷଣା କରିଛନ୍ତି।

Read More