ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୪୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୮୨୫, ସୁନ୍ଦରଗଡରୁ ୯୩୧, କଟକରୁ ୪୮୧, ନବରଙ୍ଗପୁରରୁ ୩୪୬, ଝାରସୁଗୁଡାରୁ ୩୪୩, ଅନୁଗୁଳରୁ ୩୨୨, ମୟୂରଭଞ୍ଜରୁ ୩୦୮, ସମ୍ବଲପୁରରୁ ୩୦୭, ନୂଆପଡ଼ାରୁ ୨୯୭, ପୁରୀରୁ ୨୮୭, ବରଗଡରୁ ୨୭୦, ଯାଜପୁରରୁ ୨୪୦, ବଲାଙ୍ଗୀରିରୁ ୨୩୪, କେନ୍ଦୁଝରରୁ ୨୩୪, ଗଞ୍ଜାମରୁ ୨୨୨, ବାଲେଶ୍ବରରୁ ୨୦୦, ଗଜପତିରୁ ୧୫୭, ରାୟଗଡାରୁ ୧୪୭, କଳାହାଣ୍ଡିରୁ ୧୨୩, ନୟାଗଡରୁ ୧୨୦, ସୋନପୁରରୁ ୧୧୨, ଜଗତସିଂହପୁରରୁ ୧୦୯, ଦେବଗଡରୁ ୯୬, କେନ୍ଦ୍ରାପଡାରୁ ୮୫, କୋରାପୁଟରୁ ୭୬, ଭଦ୍ରକରୁ ୬୭, କନ୍ଧମାଳରୁ ୫୩, ମାଲକାନାଗିରିରୁ ୨୬, ଢେଙ୍କାନାଳରୁ ୨୫, ବୌଦ୍ଧରୁ ୨୦ ଏବଂ ଷ୍ଟେଟ ପୁଲରୁ ୩୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୪…
Author: Samikhsya Bureau
ଭୁବନେଶ୍ବର: ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ଝଡବର୍ଷା ସହ ବଜ୍ରପାତ ନେଇ ଆଶଙ୍କା କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ଅନୁମାନ କରିଛି। ତେବେ ଏହାକୁ ଦେଖି ପ୍ରଭାବିତ ଜିଲ୍ଲାଗୁଡିକ ପାଇଁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏସଆରସି ସତର୍କ କରିଛନ୍ତି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲାଗୁଡିକରେ ଆସନ୍ତାକାଲି ସକାଳ ୮:୩୦ ପର୍ଯ୍ୟନ୍ତ ଝଡବର୍ଷା ସହ ବଜ୍ରପାତ ହେବ ବୋଲି ଅନୁମାନ କରାଯାଇଛି। ଏହି ସମୟରେ ଉକ୍ତ ଜିଲ୍ଲାଗୁଡିକରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ଆଶଙ୍କା କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଦେବଗଡ଼, କଟକ, ଭଦ୍ରକ, ବାଲେଶ୍ୱର, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଜିଲ୍ଲାକୁ ୮ ତାରିଖରୁ…
ଭୁବନେଶ୍ୱର, କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁମ୍ବାଇ ରେ ରୋଗୀ ଙ୍କୁ ସେବା ଯୋଗାଉଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କ ସନ୍ ଗରୋଧ ନିମନ୍ତେ ନାଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ ୨୦୨୦ ଅପ୍ରେଲରୁ ବ୍ୟବହାର କରିଆସୁଥିଲେ । ଏହାର ଭଡ଼ା ବାବଦ ଦେୟ ଦୁଇ କୋଟି ଷୋହଳ ହଜାର ଟଙ୍କା ଥିବା ବେଳେ , ମହାମାରୀ ର ଏ ବିପଦ ସମୟରେ ମାନଵିକତା ତଥା ମୁମ୍ବାଇ ର ଜନସାଧାରଣଙ୍କ ପ୍ରତି ସଦିଛ୍ଛା ପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ ଗୁରୁତର କୋଭିଡ଼ ରୋଗୀଙ୍କ ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ର କୁ ଜରୁରୀ ଭିତ୍ତି ରେ ଗତ ପନ୍ଦର ଦିନ ହେଲା ଅକ୍ସିଜେନ ମଧ୍ୟ ଯୋଗାଉଛି ।
ଭୁବନେଶ୍ବର: ଆଜି ଭୁବନେଶ୍ଵରରେ ୨ ଲକ୍ଷ କୋଭିସିଲ୍ଡ ଟୀକା ଡୋଜ ପହଞ୍ଚିଛି। ଦ୍ଵିତୀୟ ଡୋଜ ଅପେକ୍ଷାରେ ଥିବା ୪୫ ବର୍ଷର ବର୍ଗର ଲୋକଙ୍କୁ ପ୍ରଥମେ ଏହି ଟୀକା ମିଳିବ। ଉଲ୍ଲେଖ ଯୋଗ୍ୟ ଯେ, ରାଜ୍ୟରେ ମୋଟ ୪୫ ବର୍ଷରୁ ଉର୍ଦ୍ଧ୍ଵ ବର୍ଗରେ ମୋଟ ୧ କୋଟି ୧୬ ଲକ୍ଷ ଲୋକ ଅଛନ୍ତି। ସେମାନଙ୍କ ମଧ୍ୟରୁ ୪୩ ଲକ୍ଷ ୫୫ ହଜାର ଲୋକ ପ୍ରଥମ ଡୋଜ ନେଇଥିବା ବେଳେ ୨୩ ଲକ୍ଷ ୪୩ ହଜାର ଲୋକ ଦ୍ଵିତୀୟ ଡୋଜ ପାଇଁ ଅପେକ୍ଷାରତ ଅଛନ୍ତି। ଏଯାବତ ୫ ଲକ୍ଷ ୯୬ ହଜାର ଲୋକ ଦ୍ଵିତୀୟ ଡୋଜ ନେଇସାରିଲେଣି। ପାଖାପାଖି ୧୭ ଲକ୍ଷ ଲୋକ ଦ୍ଵିତୀୟ ଡୋଜ ନେବାକୁ ଅପେକ୍ଷାରେ ଅଛନ୍ତି।
ରମେଶ ମହାନ୍ତି ଜଗତସିଂହପୁର: ଚଳିତ ଲକଡାଉନରେ ଜଗତସିଂହପୁର ଜିଲ୍ଲାରେ ସରକାରୀ ସ୍ୱୀକୃତି ପ୍ରାପ୍ତ ମଦଦୋକାନ ଗୁଡିକ ବନ୍ଦ ରହିଥିବା ବେଳେ ଚୋରା ମଦ ବେପାରୀ ମାନେ ସକ୍ରିୟ ହୋଇ ଉଠିଥିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଦୃତ ଗତିରେ ବୃଦ୍ଧି ପାଉଥିବା ଭୟାବହ କରୋନା ମହାମାରୀର ଦ୍ୱିତୀୟ ଲହରୀକୁ ଚୋରା ମଦ ବେପାରୀଙ୍କ ଖାତିର ନାହିଁ। ସୂଚନାନୁଯାୟୀ ଗତବର୍ଷ ଲକଡାଉନ ସମୟରେ ତିର୍ତ୍ତୋଲ ଅଞ୍ଚଳର ଚୋରା ମଦ ବେପାରୀମାନେ ମଦର ଧାର୍ଯ୍ୟ ମୁଲ୍ୟ ଠାରୁ ତିନି ଚାରି ଗୁଣା ଚଢା ଦାମରେ ବିକ୍ରିକରି ମାଲେମାଲ୍ ହୋଇଥିବା ବେଳେ ଚଳିତ ଲକଡାଉନରେ ପୁଣି ଆରମ୍ଭ ହୋଇଗଲାଣି ଚୋରା ମଦର ବହୁଳ କାରବାର। ଲକଡାଉନ ଚାଲିଥିବା ବେଳେ ତିର୍ତ୍ତୋଲ ଅଞ୍ଚଳର ବିଭିନ୍ନ ଗାଁ ଗହଳି ଛକ ବଜାରରେ ଛତୁ ଫୁଟିଲା ପରି ଚୋରା ମଦ ବେପାର ଚାଲିଥିବା ଦେଖିବାକୁ ମିଳୁଛି। ଏମିତିକି ତିର୍ତ୍ତୋଲ ଅଞ୍ଚଳରେ ଏବେ ନକଲି ମଦର ଯୋରଦାର କାରବାର ଚାଲିଥିବା ଚର୍ଚ୍ଚା…
ନୂଆଦିଲ୍ଲୀ: କରୋନା ସଂକ୍ରମଣରେ ଜଣେ ବିଧାୟକଙ୍କ ପ୍ରାଣହାନୀ ଘଟିଛି। ଆଉ ଜଣେ ବିଜେପି ବିଧାୟକଙ୍କ କରୋନାରେ ନିଧନ ହୋଇଛି। ଉତ୍ତରପ୍ରଦେଶ ସଲୋନ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦଳ ବାହାଦୁର କୋରୀଙ୍କ ପରଲୋକ ହୋଇଯାଇଛି। କିଛି ଦିନ ତଳେ ବାହାଦୁର କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଆଜି ତାଙ୍କର ପ୍ରାଣହାନୀ ଘଟିଛି। ଏହା ପୂର୍ବରୁ ଔରେୟାର ବିଜେପି ବିଧାୟକ ରମେଶ ଦିବାକର, ଲକ୍ଷ୍ନୌ ପଶ୍ଚିମରୁ ବିଧାୟକ ସୁରେଶ ଶ୍ରୀବାସ୍ତବ, ବରେଲୀର ନବବଗଞ୍ଜ ବିଧାୟକ କେଶର ସିଂହଙ୍କ ମଧ୍ୟ କରୋନାରେ ମୃତ୍ୟୁ ହୋଇଛି।
ଚେନ୍ନାଇ: ଡିଏମକେ ମୁଖ୍ୟ ଏମକେ ଷ୍ଟାଲିନ ଆଜି ତାମିଲନାଡୁର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚେନ୍ନାଇ ସ୍ଥିତ ରାଜଭବନରେ ଷ୍ଟାଲିନଙ୍କୁ ରାଜ୍ୟପାଳ ବନବାରିଲାଲ ପୁରୋହିତ ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ କ୍ୟାବିନେଟକୁ ଆସୁଥିବା ୩୩ ମନ୍ତ୍ରୀଙ୍କୁ ମଧ୍ୟ ରାଜ୍ୟପାଳ ଶପଥ ପାଠ କରାଇଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ଚଳିତ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏଆଇଡିଏମକେକୁ ହରାଇ ଡିଏମକେ ଶାସନ କ୍ଷମତାକୁ ଆସିଛି। ଷ୍ଟାଲିନଙ୍କ ନେତୃତ୍ଵରେ ଡିଏମକେ ଷଷ୍ଠ ଥର ପାଇଁ ତାମିଲନାଡୁରେ କ୍ଷମତାକୁ ଆସିଛି। ଡିଏମକେ ୨୦୦୬-୨୦୧୧, ୧୯୯୬-୨୦୦୧, ୧୯୮୯-୯୧, ୧୯୭୧-୭୬ ଏବଂ ୧୯୬୭-୭୧ ପର୍ଯ୍ୟନ୍ତ ତାମିଲନାଡୁରେ ସରକାର ଗଠନ କରିଥିଲା। ତେବେ ଏହି ନିର୍ବାଚନରେ ତାମିଲନାଡୁ ବିଧାନସଭା ମୋଟ ୨୩୪ ଟି ଆସନରୁ ଡିଏମକେ ମେଣ୍ଟକୁ ୧୫୯ ଟି ଆସନ ମିଳିଛି। ଯେଉଁଥିରେ ଡିଏମକେ ୧୩୩ ଟି ଆସନ ପାଇଥିବା ବେଳେ କଂଗ୍ରେସକୁ ୧୮ ଟି ଆସନ, ବିସିକେ ଦଳକୁ ୪ ଟି ଏବଂ ସିପିଏମ,…
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ରେଞ୍ଜ ଅଧିନସ୍ଥ ଲୁହାପଙ୍କ ପଂଚାୟତର ଜରିପାଣି ଗ୍ରାମରେ ଜନୈକ ବ୍ୟକ୍ତି ଜଙ୍ଗଲକୁ ହଜିଯାଇଥିବା ବଳଦ ଖୋଜିବାକୁ ଯାଇଥିବା ବେଳେ ହାତୀ ହାବୁଡରେ ପଡି ମୃତ୍ୟୁ ବରଣ କରିଥିବା ଖବର ହସ୍ତଗତ ହୋଇଛି। ଖବରରୁ ପ୍ରକାଶ ଯେ, ଅନୁଗୋଳ ଜିଲ୍ଲା ମହୁଲମାଳ ଗ୍ରାମର ଧନେଶ୍ୱର ଦେହୁରୀଙ୍କ ବଳଦ ହଜିଯାଇଥିଲା। ସେମାନେ ବହୁ ଖୋଜାଖୋଜି କରିଥିଲେ ହେଲେ ନିଜ ଅଂଚଳରେ ନ ମିଳିବାରୁ ରାହାସ ମିର୍ଦ୍ଧା ଙ୍କ ସହ ସମ୍ବଲପୁର ଜିଲ୍ଲା ରେଢାଖୋଲ ବନାଂଚଳର ଲୁହାପଙ୍କ ପଂଚାୟତର ଜରିପାଣି ଗ୍ରାମ ଜଙ୍ଗଲକୁ ଗତକାଲି ସକାଳ ୭ ଟାରେ ପହଂଚି ଖୋଜାଖୋଜି କରୁଥିଲେ। ସେମାନେ ଜଙ୍ଗଲରେ ବଳଦ ଖୋଜୁଥିବା ସମୟରେ ହାତୀ ହାବୁଡରେ ପଡିଯାଇଥିଲେ ଧନେଶ୍ୱର ଦେହୁରୀ ଓ ରାହାସ ମିର୍ଦ୍ଧା। ହାତୀଟି ଧନେଶ୍ୱରଙ୍କୁ ଦଳି ଚକଟି ଦେଇ ମାରି ଦେଇଥିଲା। ଘଟଣା ସ୍ଥଳରେ ହିଁ ଧନେଶ୍ୱରଙ୍କର ମୃତ୍ୟୁ ହୋଇଯାଇଥିଲା। ତାଙ୍କ ସାଥିରେ ଯାଇଥିବା ରାହାସ ମିର୍ଦ୍ଧା ଆହତ ହୋଇ ଜରିପାଣି…
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୪୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ଖୋର୍ଦ୍ଧା ଓ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଏବଂ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେହିଭଳି ଅନୁଗୁଳ, ବଲାଙ୍ଗୀରି, କଟକ, ଦେବଗଡ, ଗଜପତି, ଝାରସୁଗୁଡା ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୧୨ ହଜାର ୪୦୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୨୩ ହଜାର ୨୫୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୬ ହଜାର ୯୫୦ ଜଣ। ରାଜ୍ୟରେ…
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪ ଲକ୍ଷ ୧୪ ହଜାର ୧୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୯୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୧୪ ଲକ୍ଷ ୯୧ ହଜାର ୫୯୮ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୩୪ ହଜାର ୮୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ ୧୨ ହଜାର ୩୫୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୬ ଲକ୍ଷ ୪୫ ହଜାର ୧୬୪ ଆକ୍ଟିଭ୍ କେସ୍ ରହିଛି।
ଭୁବନେଶ୍ବର, ଆଜି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ପ୍ରକାଶିତ ସଦ୍ୟ କରୋନା ଆକ୍ରାନ୍ତଙ୍କୁ ନେଇ ନୂଆ ତଥ୍ୟ ପ୍ରକାଶିତ ହୋଇଛି। ତାହା ହେଲା ସବୁବେଳେ କରୋନା ଆକ୍ରାନ୍ତରେ ଶୀର୍ଷରେ ଥିବା ଖୋର୍ଦ୍ଧାକୁ ଟପିଛି ଆଉ ଏକ ଜିଲ୍ଲା। ସେହି ଜିଲ୍ଲାଟି ହେଲା ସୁନ୍ଦରଗଡ। ଏହି ଜିଲ୍ଲାରୁ ଗତକାଲି 2 ହଜାର 73 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପଛକୁ ରହିଛି ଖୋର୍ଦ୍ଧା ଜିଲ୍ଲା। ଏହି ଜିଲ୍ଲାରୁ ଗତକାଲି 1 ହଜାର 8 ଶହ 28 ଜଣ ଚିହ୍ନଟ ହୋଇଛନ୍ତି। ତଥ୍ୟ ଅନୁସାରେ ସର୍ବାଧିକରୁ ସର୍ବନିମ୍ନ ହିସାବରେ ସବୁ ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ହେଲା Sundargarh: 2073 Khurda: 1828 Cuttack: 916 Kalahandi: 580 Sambalpur: 544 Angul: 480 Bargarh: 475 Balasore: 437 Bhadrak: 381 Puri: 369 Jajpur: 318 Ganjam: 312 Jharsuguda: 306 Nuapada: 290 Balangir: 260 Nawarangpur:…
ଭୁବନେଶ୍ବର, ଆଜିର ତାଜା ରିପୋର୍ଟ ଅନୁସାରେ ଓଡିଶାରେ ଗତକାଲି 12 ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ଅନୁସାରେ ଓଡିଶାର ଗୋଟିଏ ଦିନରେ କରୋନା ଆକ୍ରାନ୍ତ ସଂଖ୍ୟା ରହିଛି 12 ହଜାର 2 ଶହ 38। ଏମାନଙ୍କ ମଧ୍ୟରୁ କ୍ବାରଣ୍ଟାଇନରୁ 6 ହଜାର 9 ଶହ 14 ଜଣ ଅଛନ୍ତି। ସେହିପରି ସ୍ଥାନୀୟ ସଂକ୍ରାମଣ ସଂଖ୍ୟା ହେଉଛି 5 ହଜାର 3 ଶହ 24।
ମେଷ- ସ୍ଥାୟୀ ସମ୍ପତ୍ତି କାର୍ଯ୍ୟ ବହୁତ ଲାଭ ଦେଇପାରେ । ବେକାରୀ ସମସ୍ୟା ଦୂର କରିବା ପାଇଁ ପ୍ରୟାସ ସଫଳ ହେବ । ଆୟ ବୃଦ୍ଧି ଏବଂ ପ୍ରଗତି ମୁଳକ କାର୍ଯ୍ୟ କରିବାରେ ଇଚ୍ଛା ହେବ। ଲାଭ ସୁଯୋଗ ଆସିବ । ଅଂଶୀଦାରମାନଙ୍କ ସହଯୋଗ ଠିକ୍ ସମୟରେ ଗ୍ରହଣ କରାଯିବ । ଏକ ଯାତ୍ରା ଯୋଜନା ହେବ । ଘର ବାହାରେ କିଛି ଟେନସନ ହେବ । ସ୍ବାସ୍ଥ୍ୟ ଭଲ ରହିବ। ବୃଷ- ପାର୍ଟୀ ଏବଂ ପିକନିକ୍ ପାଇଁ ଏକ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ । ଆପଣ ସୁସ୍ୱାଦୁ ଖାଦ୍ୟର ଲାଭ ପାଇବେ । ବ୍ୟବସାୟ କଷ୍ଟମାଇଜ୍ ହେବ। ସୃଜନଶୀଳ କାର୍ଯ୍ୟ ସଫଳ ହେବ। କାମ ଆପଣଙ୍କ ମନକୁ ନେଇଯିବ । ସେୟାର ବଜାରରେ ଲାଭ ହେବ । ଚାକିରିରେ ସୁବିଧା ବଢିପାରେ । ବ୍ୟସ୍ତତା ହେତୁ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଟଙ୍କା ସହଜରେ ଗ୍ରହଣ କରାଯିବ । ମିଥୁନ…
ଭୁବନେଶ୍ବର, ବିରୋଧୀ ଦଳର ନେତା ତଥା ବିଜେପି ବିଧାୟକ ପ୍ରଦୀପ ନାୟକ କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହୋଇପଡିଛି। ଫଳରେ ତାଙ୍କୁ ଭୁବନେଶ୍ବରର ଏମସରେ ଭର୍ତ୍ତି କରାଯାଇଛି। ତାଙ୍କୁ ଆଇୟୁସିରେ ରଖାଯାଇ ଚିକିତ୍ସା କରାଯାଉଛି। ତାଙ୍କର ସ୍ବାସ୍ଥ୍ୟ ଖବର ପ୍ରସାରିତ ହେବା ପରେ ସବୁ ଦଳ ତରଫରୁ ତାଙ୍କର ଆଶୁ ଆରୋଗ୍ୟ କାମନା କରାଯାଇଛି। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା କରି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଛନ୍ତି।
ମେଷ- ସ୍ଥାୟୀ ସମ୍ପତ୍ତି କାର୍ଯ୍ୟ ବହୁତ ଲାଭ ଦେଇପାରେ । ବେକାରୀ ସମସ୍ୟା ଦୂର କରିବା ପାଇଁ ପ୍ରୟାସ ସଫଳ ହେବ । ଆୟ ବୃଦ୍ଧି ଏବଂ ପ୍ରଗତି ମୁଳକ କାର୍ଯ୍ୟ କରିବାରେ ଇଚ୍ଛା ହେବ। ଲାଭ ସୁଯୋଗ ଆସିବ । ଅଂଶୀଦାରମାନଙ୍କ ସହଯୋଗ ଠିକ୍ ସମୟରେ ଗ୍ରହଣ କରାଯିବ । ମିଥୁନ – ଆପଣ ଦୁଃଖଦ ସୂଚନା ପାଇପାରିବେ, ଧର୍ଯ୍ୟବାନ ହୁଅନ୍ତୁ । ଧାଁଧପଡ ଲାଗି ରହିବ। ବିପଦ ଦୂରେଇ ରୁହନ୍ତୁ । ଖରାପ ଜିନିଷ ପ୍ରତି ଧ୍ୟାନ ଦିଅ ନାହିଁ । ତୁମର କାମ ଉପରେ ଅଧିକ ଧ୍ୟାନ ଆବଶ୍ୟକ କରେ । ବକ୍ତବ୍ୟର ନିୟନ୍ତ୍ରଣ ନିଅ ।
କର୍କଟ- ଭୁଲିଯାଇଥିବା ସାଥୀ ଏବଂ ପରିଦର୍ଶକଙ୍କ ଗ୍ରହଣ ଏବଂ ସମ୍ମାନ ପାଇଁ ଖର୍ଚ୍ଚ ହେବ । ଆତ୍ମ ସମ୍ମାନ ରହିବ । ଆପଣ ଉତ୍ସାହଜନକ ସୂଚନା ପାଇବେ । ବଡ କାମ କରିବାକୁ ଇଚ୍ଛା କରିବେ । ପରିବାର ସଦସ୍ୟଙ୍କ ଅଗ୍ରଗତିର ଖବର ଆସିବ । ଖୁସି ହେବେ । ପରିବାର ସହାୟତା ରହିବ । ତୂଳା- ସ୍ୱାସ୍ଥ୍ୟ ଦୁର୍ବଳ ହେବ । କରାଯାଉଥିବା କାର୍ଯ୍ୟରେ ବାଧା ଉପୁଜିବ । ଚିନ୍ତା ଏବଂ ଟେନସନ ରହିବ । ନିଜ ସାଥୀଙ୍କ ସହିତ ଯୋଗାଯୋଗ କରନ୍ତୁ । ବିବାଦରୁ ଦୂରେଇ ରୁହନ୍ତୁ । ଅନାବଶ୍ୟକ ଲୋକମାନେ ଅଲଗା ହୋଇପାରନ୍ତି । ଅଦରକାରୀ ଜିନିଷ ପ୍ରତି ଧ୍ୟାନ ଦିଅ ନାହିଁ।
ମକର- ଜଣେ ଜ୍ଞାନୀ ବ୍ୟକ୍ତିଙ୍କ ସମର୍ଥନ ପାଇବାର ସମ୍ଭାବନା ଅଛି । ତନ୍ତ-ମନ୍ତ୍ର ପ୍ରତି ଆଗ୍ରହୀ ହେବେ । କୌଣସି କୂଟନୀତିଜ୍ଞଙ୍କ ସମର୍ଥନ ମିଳିପାରିବ । ଲାଭର ଦ୍ୱାର ଖୋଲିବ । ଆଘାତ ଏବଂ ଦୁର୍ଘଟଣାରୁ ଦୂରେଇ ରୁହନ୍ତୁ । ବ୍ୟସ୍ତ ରହିବ । ମୀନ- ପ୍ରେମ ସଂପର୍କରେ ସୁସଙ୍ଗତତା ରହିବ । ଜଣେ ବରିଷ୍ଠ ବ୍ୟକ୍ତିଙ୍କ ସାହାଯ୍ୟରେ କାର୍ଯ୍ୟ ପ୍ରତିବନ୍ଧକ ହଟାଯିବ ଏବଂ ଲାଭର ପରିସ୍ଥିତି ସୃଷ୍ଟି ହେବ । ପରିବାର ସଦସ୍ୟମାନେ ଭଲ ବ୍ୟବହାର କରିବେ। ବ୍ୟବସାୟ ଭଲ କରିବ ।
ବିଛା- ବକେୟା ପୁନରୁଦ୍ଧାର ପାଇଁ ପ୍ରୟାସ ସଫଳ ହେବ । ଯାତ୍ରା ଚିତ୍ତାକର୍ଷକ ହେବ । ଲାଭ ସୁଯୋଗ ଆସିବ । ଚାକିରିରେ ଆରାମ ମିଳିବ । ଯେ କୌଣସି ଜରୁରୀ ଜିନିଷ ଶୀଘ୍ର ନଷ୍ଟ ହୋଇପାରେ । ଆଇନଗତ ବାଧା ଉପୁଜିପାରେ । କୁମ୍ଭ – ସ୍ୱାସ୍ଥ୍ୟର ଯତ୍ନ ନିଅ । ଆଘାତ ଏବଂ ଦୁର୍ଘଟଣାରୁ ଦୂରେଇ ରୁହନ୍ତୁ । ଆୟ ହ୍ରାସ ହୋଇପାରେ । ଘର ବାହାରେ ସହଯୋଗ ଏବଂ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ଲୋକମାନେ ସେମାନଙ୍କର ମତ ବ୍ୟାଖ୍ୟା କରିବାକୁ ସମର୍ଥ ହେବେ ନାହିଁ । ଅପାରଗତା ପାଇଁ ବିପୁଳ ଖର୍ଚ୍ଚ ହେବ ।
ସିଂହ- ଘର ବାହାରେ ଏକ ମନୋରମ ପରିବେଶ ରହିବ । ଆପଣ ଚାକିରିରେ ଆରାମ ଅନୁଭବ କରିବେ । ବ୍ୟବସାୟରୁ ସନ୍ତୁଷ୍ଟ ହେବେ । ପିଲାମାନଙ୍କ ବିଷୟରେ ଚିନ୍ତା କରିବେ । ବିରୋଧୀ ଏବଂ ଶତ୍ରୁମାନେ କ୍ଷତି ଘଟାଇ ପାରନ୍ତି । ଆପଣ ସାଙ୍ଗମାନଙ୍କଠାରୁ ସମର୍ଥନ ଏବଂ ମାର୍ଗଦର୍ଶନ ପାଇବେ । ଧନୁ -ଏକ ନୂତନ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଏହା ହେଉଛି ସର୍ବୋତ୍ତମ ସମୟ । ପଦ୍ଧତିରେ ଉନ୍ନତି ହେବ । ସାମାଜିକ କାର୍ଯ୍ୟ ସଫଳ ହେବ । ସମ୍ମାନ ପାଇବେ । ସେଠାରେ ସଫଳତା ହେବ । ଲାଭ ସୁଯୋଗ ଆସିବ । ଘର ବାହାରେ ଖୁସିର ପରିବେଶ ରହିବ । ପରିବାର ସହାୟତା ଗ୍ରହଣ କରାଯିବ ।
ବୃଷ- ପାର୍ଟୀ ଏବଂ ପିକନିକ୍ ପାଇଁ ଏକ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ । ଆପଣ ସୁସ୍ୱାଦୁ ଖାଦ୍ୟର ଲାଭ ପାଇବେ । ବ୍ୟବସାୟ କଷ୍ଟମାଇଜ୍ ହେବ। ସୃଜନଶୀଳ କାର୍ଯ୍ୟ ସଫଳ ହେବ। କାମ ଆପଣଙ୍କ ମନକୁ ନେଇଯିବ । ସେୟାର ବଜାରରେ ଲାଭ ହେବ । କନ୍ୟା- ଯାତ୍ରା ଆକର୍ଷଣୀୟ ଏବଂ ଲାଭଦାୟକ ହେବ । ଉପହାର ଗ୍ରହଣ କରିବା ସମ୍ଭବ ଅଟେ । ବ୍ୟବସାୟ ଲାଭଦାୟକ ହେବ । ଘର ବାହାରେ ସଫଳତା ମିଳିବ । ପରିବାରରେ ଶାନ୍ତି ବଜାଇ ରହିବ। କାର୍ଯ୍ୟରେ ଉତ୍ସର୍ଗୀକୃତ ଏବଂ ଉତ୍ସାହ ରହିବ ।
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ କୋଭିଡ-୧୯ ପରିସ୍ଥିତିର ଆଜି ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଛନ୍ତି । ଦେଶରେ ବିଭିନ୍ନ ରାଜ୍ୟ ଓ ଜିଲ୍ଲା ୱାରୀ କୋଭିଡ ସଂକ୍ରମଣ ନେଇ ତାଙ୍କୁ ସବିଶେଷ ଅବଗତ କରାଯାଇଛି । ଯେଉଁ ୧୨ଟି ରାଜ୍ୟରେ ଏକଲକ୍ଷ ବା ତା’ଠାରୁ ଅଧିକ ମାମଲା ଅଛି ସେ ସମ୍ପର୍କରେ ତାଙ୍କୁ ଅବଗତ କରାଯାଇଛି । ଯେଉଁ ଜିଲ୍ଳାଗୁଡିକରେ ସଂକ୍ରମଣ ଅଧିକ ହୋଇଛି ସେ ସମ୍ପର୍କରେ ମଧ୍ୟ ତାଙ୍କୁ ଅବଗତ କରାଯାଇଥିଲା । ବିଭିନ୍ନ ରାଜ୍ୟରେ ସ୍ୱାସ୍ଥ୍ୟଗତ ଭିତ୍ତିଭୂମିକୁ କିପରି ସଜଡା ଯାଇଛି ସେ ସମ୍ପର୍କରେ ମଧ୍ୟ ସୂଚନା ଦିଆଯାଇଥିଲା । ଯେଉଁ ରାଜ୍ୟରେ ଏହାର ଆବଶ୍ୟକତା ରହିଛି ସେ ରାଜ୍ୟଗୁଡିକୁ ସାହାଯ୍ୟ ଓ ମାର୍ଗଦର୍ଶନ ଦେବା ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଶୀଘ୍ର ଓ ସମ୍ପୂର୍ଣ୍ଣ ସଙ୍ଗରୋଧଜନିତ ପଦକ୍ଷେପର ଆବଶ୍ୟକତା ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଯେଉଁ ଜିଲ୍ଲାଗୁଡିକରେ ସଂକ୍ରମଣ ପଜିଟିଭ ହାର ଶତକଡା…

