Author: Samikhsya Bureau

ମକର ରାଶିଫଳ- ଆଜି ଆପଣ ସତର୍କ ରହିବାକୁ ସୂଚନା ଆସିଛି। ଆଜି, ବ୍ୟବସାୟିକ କାର୍ଯ୍ୟରେ ସହଯୋଗୀ ହସ୍ତକ୍ଷେପ ବୃଦ୍ଧି ପାଇବ । ଖର୍ଚ୍ଚ ସାଧାରଣ ଅପେକ୍ଷା ଅଧିକ ହେବ । ଧାର୍ମିକ, ସାମାଜିକ କାର୍ଯ୍ୟରେ ଯୋଗଦାନ ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ମଧ୍ୟ ହୋଇପାରେ । ସ୍ୱାସ୍ଥ୍ୟ ବିଷୟରେ ଚିନ୍ତା ହେବ। କୁମ୍ଭ ରାଶିଫଳ- ଆପଣ ନୂତନ କାର୍ଯ୍ୟ ଆୟୋଜନ ଆରମ୍ଭ କରିବା ପାଇଁ ଆଜି ଶୁଭ ଦିନ। ଚାକିରୀ ଏବଂ ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି । ଆପଣ ମହିଳା ସାଙ୍ଗମାନଙ୍କଠାରୁ କାମ ପାଇପାରିବେ । ଲକ୍ଷ୍ମୀ ଦେବୀଙ୍କ ଆଶୀର୍ବାଦ ଆଜି ଆପଣଙ୍କ ଉପରେ ଅଛି ।

Read More

ଧନୁ ରାଶିଫଳ- ଆପଣ ଶାରୀରିକ ଏବଂ ମାନସିକ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଜି ଆପଣ ନିର୍ଦ୍ଦିଷ୍ଟ କାର୍ଯ୍ୟ କରିବାକୁ ସକ୍ଷମ ହେବେ । ଆର୍ଥିକ ଲାଭ ହାସଲ ହେବ । ସ୍ଥାନାନ୍ତରଣର ସମ୍ଭାବନା, ବିଶେଷକରି ଧାର୍ମିକ ଯାତ୍ରା ସମ୍ଭାବନା ଅଛି। ସମ୍ପର୍କୀୟଙ୍କ ଘରେ ଏକ ମଙ୍ଗଳ ପ୍ରସଙ୍ଗରେ ଉପସ୍ଥିତ ହେବାର ଏକ ସୁଯୋଗ ଥାଇପାରେ। ମୀନ ରାଶିଫଳ- ଆଜି ଆପଣଙ୍କ ଦିନ ବହୁତ ଶୁଭ ହେବ। ଆପଣ ସଫଳତା ଏବଂ ଉଚ୍ଚ ପଦାଧିକାରୀଙ୍କ ଇଚ୍ଛା ହେତୁ ଆଜି ଆପଣଙ୍କ ପାଇଁ ଖୁସିର ଦିନ ହେବ । ବ୍ୟବସାୟୀମାନେ ବ୍ୟବସାୟରେ ଅଭିବୃଦ୍ଧି ଏବଂ ସଫଳତା ପାଇବେ । ପିତା ଏବଂ ବରିଷ୍ଠମାନେ ଉପକୃତ ହେବେ। ଲକ୍ଷ୍ମୀଦେବୀଙ୍କ ଆଶୀର୍ବାଦ ରହିବ ।

Read More

ସିଂହ ରାଶିଫଳ- ଆଜି ଏକ ଖୁସିର ଦିନ ହେବ । ଆଜି ଆପଣ ଅଧିକ କଳ୍ପନାକାରୀ ହେବେ। ସାହିତ୍ୟର ସୃଷ୍ଟି କବିତା ସୃଷ୍ଟିର ପ୍ରେରଣା ହେବ । ପ୍ରିୟଙ୍କ ସହିତ ସାକ୍ଷାତ ଶୁଭ ହେବ, ଫଳସ୍ୱରୂପ ଦିନସାରା ମନ ଖୁସି ରହିବ । ଆପଣ ପିଲାମାନଙ୍କର ଅଗ୍ରଗତି ବିଷୟରେ ଖବର ପାଇବେ । ତୂଳା ରାଶିଫଳ- ଆପଣଙ୍କ ଦିନ ଶୁଭ ହେବ। ଭାଇମାନଙ୍କ ସହିତ ଭଲ ସମ୍ପର୍କ ରହିବ ଏବଂ ଘର ସେମାନଙ୍କ ସହିତ ପ୍ରଶ୍ନ ଉପରେ ଆଲୋଚନା କରିବେ । ଏକ ଛୋଟ ଧାର୍ମିକ ସ୍ଥାନ ପରିଦର୍ଶନ କରିବା ଏକ ସଫଳ କାର୍ଯ୍ୟକ୍ରମ ହେବ । ଧନ ଲାଭର ସମ୍ଭାବନା । ବିଦେଶରୁ ଭଲ ଖବର ଆସିବ ।

Read More

ବୃଷ ରାଶିଫଳ- ଆପଣଙ୍କ ଦିନକୁ ଯତ୍ନର ସହିତ ବିତାନ୍ତୁ। ଆଜି କୈଣସି ପ୍ରକାରର ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ । ଖାଦ୍ୟ ଏବଂ ପାନୀୟରେ ବିଶେଷ ଯତ୍ନ ନେବା ଲାଭଦାୟକ ଅଟେ। ଆପଣ ଶାରୀରିକ ଥକ୍କା ଏବଂ ମାନସିକ ବିଭ୍ରାଟ ଅନୁଭବ କରିବେ । କର୍କଟ ରାଶିଫଳ-  ଆପଣ ଯାହା ବି କରନ୍ତି ସେଥିରେ ଆପଣ ଖ୍ୟାତି ଅର୍ଜନ କରିବେ। ସ୍ୱାସ୍ଥ୍ୟ ଭଲ ହେବ। ପରିବାର ସଦସ୍ୟଙ୍କ ସହିତ ଘରେ ସମୟ ବିତାଇବେ । ଚାକିରିରେ ଲୋକଙ୍କୁ ଉପକୃତ କରିବେ । ଆପଣଙ୍କଠାରୁ ସହକର୍ମୀମାନେ ଲାଭବାନ ହେବେ । ମହିଳା ସାଙ୍ଗମାନଙ୍କ ସହିତ ସାକ୍ଷାତ କରି ମନ ଖୁସି ହେବ। ଶତ୍ରୁମାନେ ଜିତିବେ।

Read More

ଭୁବନେଶ୍ୱର, ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଲିଙ୍ଗରାଜ ଭଜନ ମଣ୍ଡପରେ ୬ଦିନ ଧରି ହେବାକୁଥିବା ଲିଙ୍ଗରାଜ ମହୋତ୍ସବ କୋଭିଡ଼୍ ଯୋଗୁ ବନ୍ଦ କରି ଦିଆଯାଇଛି । ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା ଉପଲକ୍ଷେ ଓଡ଼ିଶା ସଂସ୍କୃତ ବିଭାଗ, ପୂର୍ବାଚଂଳ ସାଂସ୍କୃତିକ କେନ୍ଦ୍ର(ଇଜେଡ଼୍‌ସିସି) ଓ ବିଭିନ୍ନ ବେସରକାରୀ ଅନୁଷ୍ଠାନ ସହଯୋଗରେ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ବାହାରୁ ବହୁ କଳାକାର ଯୋଗ ଦେଇଥାନ୍ତି । ଚଳିତ ବର୍ଷ କୌଣସି ଅନୁଷ୍ଠାନ ନଆସିବା ପାଇଁ ମନା କରାଯିବା ସହ କୋଭିଡ଼୍ କଟକଣା ମାନି କାର୍ଯ୍ୟକ୍ରମ ବନ୍ଦ କରାଗଲା ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠାନର ସଭାପତି ତଥା ବିଧାୟକ ସୁରେଶ କୁମାର ରାଉତରାୟ, ସମ୍ପାଦକ ସନତ ମିଶ୍ର ସୂଚନା ଦେଇଥିଲେ । ଆସନ୍ତା ବର୍ଷ କରୋନା ଦୂରାଇଯିବା ପରେ ମହାସମାରୋହରେ ଏହା କରାଯିବ । ତେବେ ଚଳିତ ବର୍ଷ ସ୍ଥଗିତ ରହିଛି ରାସ୍ତାରେ ୧୪୪ଧାରା ଲାଗିବ ଏଣୁ କୌଣସି ଭକ୍ତ ଆସିବେ ନାହିଁ।…

Read More

ନୂଆଦିଲ୍ଲୀ, ଭାରତରେ ଦୈନିକ କରୋନା ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୬୧ ହଜାର ୫୦୦ କରୋନା ମାମଲା ଚିହ୍ନଟ ହୋଇଛି । ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ଦିଲ୍ଲୀ, ଛତିଶଗଡ଼, କର୍ଣ୍ଣାଟକ, ମଧ୍ୟ ପ୍ରଦେଶ, କେରଳ, ଗୁଜରାଟ, ତାମିଲନାଡ଼ୁ ଏବଂ ରାଜସ୍ଥାନରେ ନୂଆ ମାମଲା ମଧ୍ୟରୁ ୭୮.୫୬ ପ୍ରତିଶତ ମାମଲା ଚିହ୍ନଟ ହୋଇଛି । ମହାରାଷ୍ଟ୍ରରେ ଗୋଟିଏ ଦିନରେ ସର୍ବାଧିକ ୬୭ ହଜାର୧୨୩ ମାମଲା ଆସିଛି । ଏହା ପଛକୁ ଉତ୍ତର ପ୍ରଦେଶରେ ୨୭ ହଜାର ୩୩୪ ଏବଂ ଦିଲ୍ଲୀରେ ୨୪ ହଜାର ୩୭୫ ମାମଲା ଆସିଛି । ଜାତୀୟ ସାପ୍ତାହିକ ପଜିଟିଭିଟି ହାର ଗତ ଏକ ମାସ ମଧ୍ୟରେ ୩.୦୫ ପ୍ରତିଶତରୁ ୧୩.୫୪ ପ୍ରତିଶତକୁ ବୃଦ୍ଧି ପାଇଛି । ଛତିଶଗଡ଼ରେ ସର୍ବାଧିକ ସାପ୍ତାହିକ ପଜିଟିଭିଟି ହାର ୩୦.୩୮ ପ୍ରତିଶତ ରହିଛି । ଭାରତରେ ମୋଟ କରୋନା ସକ୍ରିୟ ମାମଲା…

Read More

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେବାରେ ଲାଗିଛି। ଅନେକ ରାଜ୍ୟରେ ଆକ୍ରାନ୍ତଙ୍କ ପାଇଁ କୋଭିଡ଼ ଶଯ୍ୟା ଅଭାବ ପରିଲିକ୍ଷିତ ହେଉଛି। ଏହାସହିତ ଗୁରୁତର ରୋଗୀଙ୍କ ପାଇଁ ଅକ୍ସିଜେନର ମଧ୍ୟ ଅଭାବ ଦେଖାଦେଉଛି। ଏପରି ସ୍ଥଳେ ଆଜି ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବମାନଙ୍କୁ କେନ୍ଦ୍ର ଗୃହ ସଚିବ ଚିଠି ଲେଖିଛନ୍ତି। ଅକ୍ସିଜେନ ଉପରେ କଟକଣା ପାଇଁ ଏହି ଚିଠିରେ ଉଲ୍ଲେଖ ଅଛି। ଅତି ଜରୁରୀ ନଥିବା ଶିଳ୍ପ ସଂସ୍ଥାକୁ ଅକ୍ସିଜେନ ନଦେବା ପାଇଁ କେନ୍ଦ୍ର ଗୃହ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

Read More

ନୂଆଦିଲ୍ଲୀ, ଭାରତ ମାତ୍ର ୯୨ ଦିନ ମଧ୍ୟରେ ୧୨ କୋଟିର ଟିକାକରଣ ଲକ୍ଷ୍ୟ ହାସଲ କରିଛି,  ବିଶ୍ୱର ବୃହତମ ଟିକାକରଣ ଅଭିଯାନ କ୍ରମରେ ଭାରତରେ ମୋଟ ୧୨ କୋଟିରୁ ଅଧିକ କୋଭିଡ-୧୯ ଡୋଜ୍ ଟିକାକରଣ ହୋଇପାରିଛି । ଆଜି ସକାଳ ୭ଟା ସୁଦ୍ଧା ୧୮ ଲକ୍ଷ ୧୫ ହଜାର ୩୨୫ ସେସନରେ ମୋଟ ୧୨ କୋଟି ୨୬ ଲକ୍ଷ ୨୨ହଜାର ୫୯୦ ଡୋଜ୍ ଟିକା ଦିଆଯାଇଛି । ଏହା ମଧ୍ୟରେ, ୯୧ ଲକ୍ଷ ୨୮ ହଜାର ୧୪୬ ଏଚସିଡବ୍ଲୁଙ୍କୁ ପ୍ରଥମ ଡୋଜ୍, ୫୭ ଲକ୍ଷ ୮ ହଜାର ୨୨୩ ଜଣ ଏଚସିଡବ୍ଲୁଙ୍କୁ ଦ୍ୱିତୀୟ ଡୋଜ୍, ୧ କୋଟି ୧୨ ଲକ୍ଷ ୩୩ ହଜାର ୪୧୫ ଜଣ ଏଫଏଲଡବ୍ଲୁଙ୍କୁ ପ୍ରଥମ ଡୋଜ୍, ୫୫ ଲକ୍ଷ ୧୦ ହଜାର ୨୩୮ ଏଫଏଲଡବ୍ଲୁଙ୍କୁ ଦ୍ୱିତୀୟ ଡୋଜ୍, ୬୦ ବର୍ଷରୁ ଅଧିକ ବୟସର ୪ କୋଟି ୫୫ ଲକ୍ଷ ୯୪ ହଜାର ୫୨୨ ଜଣ ହିତାଧିକାରୀଙ୍କୁ ପ୍ରଥମ…

Read More

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବାରାଣସୀ ଜିଲ୍ଲାରେ କୋଭିଡ-୧୯ ପରିସ୍ଥିତିର ସମୀକ୍ଷା କରିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ କରୋନା ନିରାକରଣ ଏବଂ କରୋନା ସଂକ୍ରମିତ ରୋଗୀଙ୍କ ଉପଯୁକ୍ତ ଚିକିତ୍ସା ଲାଗି ପରୀକ୍ଷଣ, ଶଯ୍ୟା, ଟିକା ଓ ମାନବ ସମ୍ବଳ ଆଦିର ଉପଲବ୍ଧତା ସମ୍ପର୍କରେ ପଚାରି ବୁଝିଥିଲେ। ତୁରନ୍ତ ଜନସାଧାରଣଙ୍କୁ ସମସ୍ତ ଯଥାସମ୍ଭବ ସହାୟତା ଯୋଗାଇ ଦେବା ନିମନ୍ତେ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ ଜୋର ଦେଇ କହିଥିଲେ ଯେ ସମସ୍ତେ “ଦୁଇ ଗଜ ଦୂରତା ଓ ମାସ୍କ ଜରୁରି” ନିୟମକୁ ପାଳନ କରିବା ଉଚିତ୍। ଟିକାକରଣ ଅଭିଯାନ ଉପରେ ଗୁରୁତ୍ବାରୋପ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ପ୍ରଶାସନ ୪୫ ବର୍ଷରୁ ଊର୍ଦ୍ଧ୍ବ ବୟସ୍କ ଲୋକଙ୍କୁ ଏ ସମ୍ପର୍କରେ ସଚେତନ କରାଇବା ଆବଶ୍ୟକ। ସର୍ବାଧିକ ସମ୍ବେଦନଶୀଳତାର ସହିତ ବାରାଣସୀର ଜନସାଧାରଣଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦେବା ନିମନ୍ତେ ସେ ପ୍ରଶାସନକୁ ଆହ୍ବାନ…

Read More

ଭୁବନେଶ୍ବର: ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟସରକାର ୭ ଟି ମେଡିକାଲ କଲେଜକୁ ୩୦ ଟି ଜିଲ୍ଲାର ଦାୟିତ୍ଵ ଦେଇଛନ୍ତି। ମେଡିକାଲ କଲେଜ ଟିମ୍ ଜିଲ୍ଲା କୋଭିଡ଼ ସେଣ୍ଟରର ତଦାରଖ କରିବେ। ଜାଣନ୍ତୁ କେଉଁ ମେଡିକାଲ କଲେଜକୁ କେଉଁ ଜିଲ୍ଲା ଦାୟିତ୍ଵ: ୧- ଏସସିବି ମେଡିକାଲ କଲେଜ ଟିମ୍- କଟକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ ଏବଂ ପୁରୀ ଜିଲ୍ଲା ୨- ଏମକେସିଜି, ବ୍ରହ୍ମପୁର- ଗଞ୍ଜାମ, ବୌଦ୍ଧ, ଗଜପତି ଏବଂ କନ୍ଧମାଳ ଜିଲ୍ଲା ୩- ଭୀମସାର- ଅନୁଗୁଳ, ବରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲା ୪- ଏସ.ଏଲ.ଏନ ମେଡିକାଲ କଲେଜ-  କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ରାୟଗଡା ଜିଲ୍ଲା ୫- ପି.ଆର.ଏମ, ବାରିପଦା- କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ୬- ଏଫ.ଏମ କଲେଜ- ବାଲେଶ୍ଵର ଏବଂ ଭଦ୍ରକ ଜିଲ୍ଲା ୭- ବି.ବି କଲେଜ- ବଲାଙ୍ଗୀରି, କଳାହାଣ୍ଡି, ନୂଆପଡା ଏବଂ ସୋନପୁର…

Read More

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ସୁନ୍ଦରଗଡରୁ ୨୨୪, ଖୋର୍ଦ୍ଧାରୁ ୧୯୧, କଳାହାଣ୍ଡିରୁ ୧୦୮, ସମ୍ବଲପୁରରୁ ୮୨, ବରଗଡରୁ ୮୦, ନୂଆପଡାରୁ ୭୪, କଟକରୁ ୬୨, ଝାରସୁଗୁଡାରୁ ୫୦, ଗଞ୍ଜାମରୁ ୪୯, କେନ୍ଦୁଝରରୁ ୪୮, ଅନୁଗୁଳରୁ ୪୧, ପୁରୀରୁ ୨୮, ମୟୂରଭଞ୍ଜରୁ ୨୬, ଯାଜପୁରରୁ ୨୫, ରାୟଗଡାରୁ ୨୫, ଭଦ୍ରକରୁ ୨୪, ଗଜପତିରୁ ୨୦, ନବରଙ୍ଗପୁରରୁ ୧୯, ଦେବଗଡରୁ ୧୮, ନୟାଗଡରୁ ୧୫, ବଲାଙ୍ଗୀରିରୁ ୧୩, ବାଲେଶ୍ବରରୁ ୧୦, କୋରାପୁଟରୁ ୭, କେନ୍ଦ୍ରାପଡାରୁ ୬, ଜଗତସିଂହପୁରରୁ ୫, କନ୍ଧମାଳରୁ ୫, ସୋନପୁରରୁ ୫, ଢେଙ୍କାନାଳରୁ ୨, ମାଲକାନାଗିରିରୁ ୨ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୬ ହଜାର ୧୩୪…

Read More

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିର ପାଇଁ ପୁଣି ଥରେ କଟକଣା ଆରମ୍ଭ ହୋଇଯାଇଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏହି କଟକଣା ଲାଗୁ କରାଯାଇଛି। ମନ୍ଦିରର କିଛି ସେବାୟତ ସଂକ୍ରମିତ ହେବାରୁ କଟକଣା ନିଷ୍ପତ୍ତି ନିଆଯାଇଛି। ମନ୍ଦିର ଭିତରକୁ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ପାଇଁ ବାରଣ କରାଯାଇଛି। କେବଳ ସେବାୟତଙ୍କ ଦ୍ଵାରା ନୀତିକାନ୍ତ କରିବାକୁ ନିଷ୍ପତ୍ତି ହୋଇଛି। କିନ୍ତୁ ପୂର୍ବ ନିଷ୍ପତ୍ତି ଅନୁସାରେ ଅଶୋକାଷ୍ଟମୀ ରଥଯାତ୍ରା ହେବ। ମନ୍ଦିର ପ୍ରଶାସନ ରଥଯାତ୍ରା ପରିଚାଳନା କରିବା ପାଇଁ ନିର୍ଦ୍ଦେଶ ହୋଇଛି। ଏନେଇ ବିଏମସି ନିର୍ଦ୍ଦେଶନାମା ଜାରି କରିଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ହେବା ଯାଏଁ ଏହି କଟକଣା ଲାଗିବ ବୋଲି ବିଏମସି କହିଛି।

Read More

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୬୭୯ କୁ ବୃଦ୍ଧି ହୋଇଛି। ଖଣ୍ଡଗିରିରୁ ସର୍ବାଧିକ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପଟିଆରୁ ୧୫ ଜଣ, ନଯାପଲ୍ଲୀରୁ ୧୪ ଜଣ, ଓଲ୍ଡ ଟାଉନରୁ ୧୩ ଜଣ, ୟୁନିଟ ୬ ରୁ ୧୦ ଜଣ, ବାଣୀବିହାରରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଭୁବନେଶ୍ବରରୁ ୧୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୮୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୫୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି…

Read More

ଭୁବନେଶ୍ୱର: ଓଡିଶାରୁ ଉତ୍ତରାଖଣ୍ଡ କୁମ୍ଭମେଳାକୁ ଯାଇଥିବା ଶ୍ରଦ୍ଧାଳୁଙ୍କ ଉପରେ କଡା ନଜର ରଖିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କୁମ୍ଭମେଳାକୁ ଓଡିଶାରୁ ୪୦୦ରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ ଯାଇଛନ୍ତି। ୧୫୦ ଟି  ପରିବାରରୁ ୪୦୦ ରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ କୁମ୍ଭମେଳାକୁ ଯାଇଥିବା ସୂଚନା ରହିଛି। ଗଞ୍ଜାମରୁ ୨୫ ଜଣ ଶ୍ରଦ୍ଧାଳୁ ଯାଇଥିବା ବେଳେ ନବରଙ୍ଗପୁରରୁ ୨୦ ଜଣ, ପୁରୀରୁ ୨୦ ଜଣ, ଖୋର୍ଦ୍ଧାରୁ ୧୦ ଜଣ, କଟକରୁ ୯ ଟି ପରିବାରର ଲୋକ କୁମ୍ଭ ମେଳାକୁ ଯାଇଛନ୍ତି। ଉତ୍ତରାଖଣ୍ଡ ସରକାରଙ୍କ ପଞ୍ଜୀକରଣ ରିପୋର୍ଟରୁ ଏହି ତଥ୍ୟ ମିଳିଛି। ତେଣୁ କୁମ୍ଭମେଳା ଫେରନ୍ତାଙ୍କଠାରୁ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିପାରେ। ସେଥିପାଇଁ ରାଜ୍ୟ ସରକାର ଏହି ଶ୍ରଦ୍ଧାଳୁଙ୍କ ଉପରେ କଡା ନଜର ରଖିଛନ୍ତି। ଉତ୍ତରାଖଣ୍ଡରେ ପଞ୍ଜୀକୃତ ଶ୍ରଦ୍ଧାଳୁଙ୍କ ତାଲିକା ପ୍ରସ୍ତୁତ କରାଯାଉଛି। ସେମାନଙ୍କୁ ଟ୍ରାକିଂ କରିବା ପାଇଁ ଜିଲ୍ଲାପାଳ ଓ ମ୍ୟୁନିସିପାଲଟି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଏନେଇ ସୂଚନା…

Read More

ନୂଆଦିଲ୍ଲୀ: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଦେଶରେ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ ନିବେଦନ କରିଛନ୍ତି। ଏହାସହିତ ନିର୍ବାଚନ ରାଲି ଉପରେ କଟକଣା ଲଗାଇବା ପାଇଁ ନିର୍ବାଚନ କମିଶନଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ କପିଲ ସିବଲ ଅନୁରୋଧ କରିଛନ୍ତି। କପିଲ ଟ୍ବିଟ କରି କହିଛନ୍ତି ଯେ, ସୁସ୍ଥ ସଂଖ୍ୟା ଠାରୁ ସଂକ୍ରମଣ ଦ୍ରୁତଗତିରେ ବଢୁଛି। ତେଣୁ ଦେଶରେ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କରନ୍ତୁ ବୋଲି ମୋଦୀଙ୍କୁ ସିବଲ କହଛନ୍ତି। ତେବେ ଭାରତରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୬୧ ହଜାର ୫୦୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪୦୧ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୪୭ ଲକ୍ଷ ୮୮ ହଜାର ୧୦୯ କୁ ବୃଦ୍ଧି ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ୧ ଲକ୍ଷ ୭୭ ହଜାର ୧୫୦ ରେ ପହଞ୍ଚିଛି।

Read More

ରମେଶ ମହାନ୍ତି ଜଗତସିଂହପୁର: ବାଲିକୁଦା ବ୍ଲକ୍ ଓଷକଣା ହାଇସ୍କୁଲର ପୁର୍ବତନ ପ୍ରଧାନ ଶିକ୍ଷକ ଗଦାଧର ସ୍ବାଇଁଙ୍କ ଏକାଦଶାହ ଉପଲକ୍ଷେ ବାଲିକୁଦାର ପୂଜ୍ୟପୁଜା ସଂସଦ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସ୍ମତି ସଭା ଅନୁଷ୍ଠିତ ହୋଇଯାଇଛି। ପୂଜ୍ୟପୁଜା ସଂସଦ ସଭାପତି କୈଳାସ ଚନ୍ଦ୍ର ବିଶ୍ବାଳଙ୍କ ପୈାରହିତରେ ଅନୁଷ୍ଠିତ ଏହି ସଭାରେ ଶ୍ରଦ୍ଧାଞ୍ଜଳି ସଭାରେ ଗଦାଧର ସ୍ବାଇଁଙ୍କ ତୈଳଚିତ୍ର ନିକଟରେ ତିର୍ତ୍ତୋଲ ବ୍ଲକର ପୂର୍ବତନ ଶିକ୍ଷା ଅଧିକାରୀ ସୁକାନ୍ତ ରାୟ ପ୍ରଦୀପ ପ୍ରଜ୍ଜୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଓକିଲ ସଂଘର ସମ୍ପାଦକ ନରେଶ ଦାସ, ନାଉଗାଁ ବ୍ଲକ ଶିକ୍ଷକ ସଂଘର ସମ୍ପାଦକ ନରେଶ ଚନ୍ଦ୍ର ସାହୁ, ଓଷକଣା ହାଇସ୍କୁଲର ପ୍ରଧାନ ଶିକ୍ଷକ ଜ୍ଞାନରଂଜନ ମହାନ୍ତି, ପଣ୍ଡିତ ଅଜୟ କୁମାର ମିଶ୍ର, ଶିକ୍ଷକ ବାମନ ଦାସ, ବିଶ୍ମୟ ମଲ୍ଲ ସମେତ ଶତାଧିକ ଶିକ୍ଷକ ,ଛାତ୍ର ଓ ନିକଟସ୍ଥ ଗ୍ରାମର ଜନସାଧାରଣ ଉପସ୍ଥିତ ରହି ପୁଷ୍ପାଞ୍ଜଳି ପ୍ରଦାନ କରିବା ସହିତ ଗଦାଧର ସାର୍ ଙ୍କ ନିର୍ଭିକତା ଛାତ୍ରଛାତ୍ରୀ…

Read More

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥରେ ବନ୍ଧୁକ ଦେଖାଇ ଲୁଟ୍ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାକୁ ନେଇ ଜଙ୍କିଆ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଏହାପରେ ଖୋର୍ଦ୍ଧା ଏସପିଙ୍କ  ନିର୍ଦ୍ଦେଶରେ ଖୋର୍ଦ୍ଧା ଏସଡ଼ିପିଓ ସୁଶୀଲ ମିଶ୍ର, ଜଙ୍କିଆ ଆଇଆଇସି ସତ୍ୟବ୍ରତ ଲେଙ୍କା, ନିରାକାରପୁର ଆଇଆଇସି ଭବାନୀ ଶଙ୍କର ଖୁଣ୍ଟିଆ ଏବଂ ଅନ୍ୟ ପୋଲିସ କର୍ମଚାରୀଙ୍କୁ ନେଇ ଏକ ଟିମ୍ ଗଠନ କରାଯାଇ ବିଭିନ ସ୍ଥାନରେ ଚଢ଼ାଉ ଜାରି ରହିଥିଲା ତେବେ ଗତକାଲି ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୩ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ୧ ଲକ୍ଷ୍ୟ ୧୦ ହଜାର ୩ ଶହ ୮୦ ଟଙ୍କା, ଗୋଟିଏ ଦେଶୀ ବନ୍ଧୁକ, ଦୁଇଟି ଗୁଳି, ଗୋଟେ ଖଣ୍ଡା, ୫ଟି  ମୋବାଇଲ ଏବଂ ୩ଟି ମଟରସାଇକେଲ ଜବତ ହୋଇଛି। ଏନେଇ ଖୋର୍ଦ୍ଧା ଏସପି ରାଜକିଶୋର ଦୋରା ଆଜି ମଧ୍ୟାହ୍ନରେ ଜଙ୍କିଆ…

Read More

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୪୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ବରଗଡ ଜିଲ୍ଲାରୁ ଜଣେ ୭୫ ବର୍ଷିୟା ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ଜଣେ ୩୨ ବର୍ଷିୟା ମହିଳାଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୮ ହଜାର ୨୫୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୪ ହଜାର ୮୨୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୧ ହଜାର ୪୩୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୪୪ କୁ ବୃଦ୍ଧି ହୋଇଛି।

Read More

ଭୁବନେଶ୍ବର: ଆଜି ରାଜ୍ୟରେ ୮ ଟି ଜିଲ୍ଲାରେ ଟୀକାଦାନ ବନ୍ଦ ରହିଥିବା ବେଳେ  ୪୨୭ ଟି କେନ୍ଦ୍ରରେ ଆଜି ଟୀକାଦାନ ଜାରି ରହିଛି। ବର୍ତ୍ତମାନ ୩ ଲକ୍ଷ ୧ ହଜାର ଟୀକା ଓଡିଶାରେ ମହଜୁଦ ଅଛି। ଆଜି ଆଉ ୨ ଲକ୍ଷ ଟୀକା ଓଡ଼ିଶାକୁ ଆସୁଛି। ଆସନ୍ତାକାଲିଠାରୁ ଟୀକାକରଣ ପ୍ରକ୍ରିୟା ସ୍ଵଭାବିକ ହୋଇପାରେ  ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି।

Read More

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ସୀମା ସିଲ ହେବା ଫଳରେ ଛତିଶଗଡର ରାୟପୁର ଓ ନାଗପୁର ଉପରେ ଭରସା କରୁଥିବା କଳାହାଣ୍ଡିର ସୀମାନ୍ତ ଅଂଚଳର ଖୁଚୁରା ବ୍ୟବସାୟୀ ଓ ଖାଉଟି ମାନେ ବେଶ ପ୍ରଭାବିତ ହୋଇଥିବା ଜଣାପଡିଛି। ଯାହାଫଳରେ ଅସାଧୁ ବ୍ୟବସାୟୀମାନେ ଗଳା ବାଟ ଖୋଜୁଥିବା ମଧ୍ୟ ଚର୍ଚ୍ଚା ହେଉଛି। ବିଶେଷ କରି ନାଗପୁରରୁ ଫଳ, ପିଆଜ, ଚିନି ଇତ୍ୟାଦି ରାୟପୁର ମଧ୍ୟ ଦେଇ ଆସୁଥିବା ବେଳେ ଚାଉଳ, ଡାଲି, ଖାଇବା ତେଲ ଇତ୍ୟାଦି ରାୟପୁର ବଜାରରୁ ଧର୍ମଗଡ, ଜୁନାଗଡ ଅଂଚଳ ସମେତ ସମସ୍ତ ସୀମାନ୍ତବର୍ତ୍ତୀ ଅଂଚଳକୁ ଯୋଗାଣ ହୋଇଥାଏ। ସେହିପରି କଳାହାଣ୍ଡି ଅଂଚଳରୁ ଭାଙ୍ଗ, ଗୁଡାଖୁ ଭଲି ଅନ୍ୟାନ୍ୟ ସାମଗ୍ରୀ ଉପରେ ରାୟପୁର ଅଂଚଳର ଖାଉଟୀ ନିର୍ଭର କରିଥାନ୍ତି। ସୀମା ସିଲ ହେବା ପରେ ବର୍ତ୍ତମାନ କେତେକ ଅସାଧୁ କଳାବଜାରୀ ବିଭିନ୍ନ ସାମଗ୍ରୀକୁ ଗୋଦାମରେ ଗଚ୍ଛିତ ରଖି ଦେଇ ଚଢାଦାମରେ ବିକ୍ରୀ କରୁଥିବା ଚର୍ଚ୍ଚା ହେଉଛି। କଳାହାଣ୍ଡିର ସୀମାନ୍ତ ସନ୍ଧିକୁଲିହାରୀ…

Read More