Author: Samikhsya Bureau

ରମେଶ ମହାନ୍ତି ଜଗତସିଂହପୁର: ସରକାରଙ୍କ ଦ୍ବାରା ପ୍ରଣିତ ସ୍ୱୀକୃତ ଯୋଜନାରେ ଜଗତସିଂହପୁର ଜିଲ୍ଲାରେ ଚିହ୍ନଟ ହୋଇଥିବା ୫୭ଜଣ କିନ୍ନର ମାନଙ୍କୁ ଭତ୍ତା ଯୋଜନାରେ ସାମିଲ୍ କରାଯିବାର ସମସ୍ତ ବ୍ୟବସ୍ଥା ସରିଯାଇଛି। ଆଜି ପ୍ରଥମଥର ପାଇଁ ସେମାନଙ୍କ ମଧ୍ୟରୁ ୯ଜଣ କିନ୍ନରଙ୍କୁ ଜଗତସିଂହପୁର ଜିଲ୍ଲା କାର୍ଯ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ ଓ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶମ୍ଭୁନାଥ ରାଉତ ପରିଚୟପତ୍ର ସହ ସମସ୍ତ ହିତାଧିକାରୀମାନଙ୍କୁ ୫ଶହ ଟଙ୍କା ଲେଖାଏଁ ପ୍ରଦାନ କରି ସ୍ୱୀକୃତି ଯୋଜନାକୁ ଜଗତସିଂହପୁର ଜିଲ୍ଲାରେ ଶୁଭାରମ୍ଭ କରିଥିଲେ। ପ୍ରକାଶ ଥାଉକି ଚଳିତ ମାସରେ ରାଜ୍ୟ କିନ୍ନର ସମାଜର ଆଗୁଆ ନେତ୍ରୀ ମୀରା ପରିଡାଙ୍କ ଦ୍ୱାରା ସ୍ଥାପିତ ସ୍ୱେଚ୍ଛାସେବୀ ସଂଗଠନ ସଖା ନିମନ୍ତେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶସ୍ତ୍ରୀ କରଣ ବିଭାଗ ଓଡିଶା ସରକାରଙ୍କ ଦିଆଯାଇଥିବା ୫ଲକ୍ଷ ୭୯ହଜାର ଟଙ୍କାରୁ ଜିଲ୍ଲାପାଳ କିନ୍ନର ଆତ୍ମନିର୍ଭରଶୀଳ ଓ ସାମାଜିକ ନ୍ୟାୟ ବାବଦକୁ ଅଗ୍ରୀମ ୨ଲକ୍ଷ ୫୦ ହଜାର ଟଙ୍କା…

Read More

ନୂଆଦିଲ୍ଲୀ: ସୁଶୀଲ ଚନ୍ଦ୍ରା ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତ ହୋଇଛନ୍ତି। ସେ ଆସନ୍ତାକାଲି ଦାୟିତ୍ଵ ଗ୍ରହଣ କରିବେ। ସୁନିଲ ଆରୋରାଙ୍କ ସ୍ଥାନରେ ସୁଶୀଲ ଚନ୍ଦ୍ରା ନିଯୁକ୍ତ ହୋଇଛନ୍ତି। ସୁଶୀଲ ଆସନ୍ତା ମେ’ ୧୪ ତାରିଖ ୨୦୨୨ ପର୍ଯ୍ୟନ୍ତ କାର୍ଯ୍ୟଭାର ସମ୍ଭାଳିବେ।

Read More

କଲିକତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ନିର୍ବାଚନ କମିଶନର କଡା ପଦକ୍ଷେପ ନେଇଛନ୍ତି। ମମତାଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ ଲଗାଇଛନ୍ତି ନିର୍ବାଚନ କମିଶନର। ଫଳରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ଯନ୍ତ ମମତା ପ୍ରଚାର କରିପାରିବେ ନାହିଁ। କେନ୍ଦ୍ରୀୟ ସୁରକ୍ଷାବଳର ଯବାନଙ୍କ ଉପରେ ଲୋକଙ୍କୁ ବିଦ୍ରୋହ କରିବା ପାଇଁ ପ୍ରବର୍ତ୍ତାଉଥିବା ଅଭିଯୋଗ ହୋଇଥିଲା। ଗତ ସପ୍ତାହରେ ଏନେଇ କମିଶନର ଦୁଇଥର ମମତାଙ୍କୁ ନୋଟିସ କରିଥିଲେ। ଫଳରେ ଏହି ଅଭିଯୋଗ ଅନୁଯାୟୀ ଆଜି ନିର୍ବାଚନ କମିଶନର ତାଙ୍କୁ ୨୪ ଘଣ୍ଟିଆ ବ୍ୟାନ ଘୋଷଣା କରିଛନ୍ତି।

Read More

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ୧୬ ନଂ ଜାତୀୟ ରାଜପଥର ଚଣ୍ଡେଶ୍ଵର ଓଭରବ୍ରିଜ ଉପରେ ଏକ ସଡକ ଦୁର୍ଘଟଣା ଘଟିଯାଇଛି। ଏଥିରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକ ଗୁରୁତର ହୋଇଛନ୍ତି। ମିଳିଥିବା ଖବର ଅନୁଯାୟୀ, ଏକ ମାରୁତି ସୁଇଫ୍ଟ ଡିଜାୟର (ଓଡ଼ି ୦୨ଏକେ୧୧୬୦) କାରଟି ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ହେଲେ କାରଟି ଭାରସାମ୍ୟ ହରାଇ ଚଣ୍ଡେଶ୍ଵର ଓଭର ବ୍ରିଜ ଉପରେ ଥିବା ସ୍ଲାପକୁ ଧକ୍କା ଦେଇଥିଲା। ଟାଙ୍ଗୀ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଗାଡିଟି ଏତେ ଜୋରରେ ସ୍ଲାବକୁ ଧକ୍କା ଦେଇଥିଲା ଯେ ଗାଡ଼ିଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। କାରଟି ଧକ୍କାରେ ଓଭରବ୍ରିଜର ଏକ ସ୍ଲାବ ଉପରୁ ତଳକୁ ଖସିପଡିଥିଲା। ସୌଗ୍ୟବଶତଃ ତଳେ କୌଣସି ଜନସାଧାରଣ ନଥିବାରୁ ଏକ ନିଶ୍ଚିତ ବିପଦରୁ ରକ୍ଷା ମିଳିଛି। ଏନେଇ ଘଟଣା ସ୍ଥଳରେ ଟାଙ୍ଗୀ…

Read More

ସୀତାରାମ ଅଗ୍ରୱାଲ ବାଣପୁର: ସୋମବାର ଦିନ ଟୀକା ଉତ୍ସବର ଦ୍ଵିତୀୟ ଦିବସ ଥିଲା। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ଏହା ଅଧୀନରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକରେ ଟୀକା ନେବା ପାଇଁ ନାଗରିକମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ସମସ୍ତ ସ୍ୱାସ୍ଥ୍ୟକେନ୍ଦ୍ର ଗୁଡିକରେ ୪୫ ବର୍ଷରୁ ଉର୍ଦ୍ଧ ବହୁ ନାଗରିକମାନେ ଉତ୍ଫୁଲିତ ହୋଇ ଟୀକା ନେଉଥିବାର ଲକ୍ଷ୍ୟ କରାଯାଇଥିଲା। ଦ୍ଵିତୀୟ ଦିବସରେ ସୁନାଖେଳାରେ ୨୧୨ ଜଣ, ଗମ୍ଭାରୀମୁଣ୍ଡାରେ ୨୫୩ ଜଣ, ନୀଳାଦ୍ରିପ୍ରସାଦରେ ୧୮୭ ଜଣ ଏବଂ ବାଣପୁରରେ ୩୯୦ ଜଣ ନାଗରିକ ଟୀକା ନେଇଥିବାର ସୂଚନା ଦେଇଛନ୍ତି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଜନ ସ୍ୱାସ୍ଥ୍ୟ ଅଧିକାରୀ ପ୍ରଦୀପ କୁମାର ପାତ୍ର। ତେବେ ଉକ୍ତ ଟୀକା ଉତ୍ସବ କୁ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା ଧୂର୍ଜଟି ପ୍ରସାଦ ମହାପାତ୍ର ପରିଚାଳନା କରିଥିବା ବେଳେ ବାଣପୁର ମେଡିକାଲର କର୍ମଚାରୀମାନେ ଯଥା ହୃଦାନନ୍ଦ ବିଷୋୟୀ,…

Read More

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୭୫, ସୁନ୍ଦରଗଡରୁ ୭୩, କଳାହାଣ୍ଡିରୁ ୬୪, ନୂଆପଡାରୁ ୬୨, ବଲାଙ୍ଗୀରିରୁ ୩୫, କଟକରୁ ୨୬, ଝାରସୁଗୁଡାରୁ ୨୫, କେନ୍ଦୁଝରରୁ ୨୦, ବରଗଡରୁ ୧୯, ମୟୂରଭଞ୍ଜରୁ ୧୫, ନବରଙ୍ଗପୁରରୁ ୧୫, ରାୟଗଡାରୁ ୧୪, ଅନୁଗୁଳରୁ ୧୨, ଯାଜପୁରରୁ ୧୧, ନୟାଗଡରୁ ୧୧, ପୁରୀରୁ ୧୧, ସମ୍ବଲପୁରରୁ ୧୦, ଗଞ୍ଜାମରୁ ୮, ବାଲେଶ୍ବରରୁ ୫, ଭଦ୍ରକରୁ ୪, କନ୍ଧମାଳରୁ ୩, ମାଲକାନାଗିରିରୁ ୩, ଜଗତସିଂହପୁରରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟ ପୁଲରୁ ୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୦ ହଜାର ୬୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

Read More

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଉପର ମୁହାଁ ହେବାରେ ଲାଗିଛି। ଆଜି ରାଜ୍ୟରେ ୧୭୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେବଳ ଭୁବନେଶ୍ବରରେ ୧୯୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ବିଭିନ୍ନ ରାଜ୍ୟରୁ କିମ୍ବା ବିଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ବିଏମସି ପକ୍ଷରୁ ଯାଞ୍ଚ ବ୍ୟବସ୍ଥା କଡାକଡି କରାଯାଇଛି। ସବୁ ଯାତ୍ରୀଙ୍କ ପାଇଁ କୋଭିଡ଼ ନେଗେଟିଭ ରିପୋର୍ଟ କିମ୍ବା ଦ୍ଵିତୀୟ ଡୋଜ ଟୀକା ନେଇଥିବା ପ୍ରମାଣପତ୍ର ଦେଖାଇବା ବାଧ୍ୟତାମୂଳକ ହୋଇଛି। ଯେଉଁ ଯାତ୍ରୀଙ୍କ ପାଖରେ ଏସବୁ ପ୍ରମାଣପତ୍ର ନଥାଏ, ସେମାନଙ୍କୁ ସଙ୍ଗରୋଧରେ ରହିବା ପାଇଁ ନିର୍ଦ୍ଦେଶ ହୋଇଛି। ସେଥିପାଇଁ ଭୁବନେଶ୍ବରରେ ୩ ଟି ଓୟୋ ହୋଟେଲକୁ ଦେୟଯୁକ୍ତ ସଙ୍ଗରୋଧ ଭାବେ ଘୋଷଣା କରାଯାଇଛି। ପଟିଆ, ଘାଟକିଆ ଓ ଗଜପତି ନଗରରେ ତିନୋଟି ହୋଟେଲକୁ ଦେୟଯୁକ୍ତ ସଙ୍ଗରୋଧ କେନ୍ଦ୍ର ଭାବେ ବିଏମସି ଘୋଷଣା କରିଛି। ପଟିଆର କିମ୍ସ ହସ୍ପିଟାଲ ନିକଟସ୍ଥ ମା’ ଗେଷ୍ଟ ହାଉସ, ଘାଟିକିଆର ମା’ ସମ…

Read More

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୫୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୭୦୨ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୩୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୧୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read More

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ 10 ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। କ୍ୟାବିନେଟର ୯ ଟି ପ୍ରାସ୍ତାବ ମଧ୍ୟରୁ ସ୍ୱାସ୍ଥ୍ୟସେବା ଉପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଭୁବନେଶ୍ବରରେ ବାଗଚୀ- ଶ୍ରୀଶଙ୍କର କ୍ୟାନ୍ସର ହସ୍ପିଟାଲ ନିର୍ମିତ ହେବ। ଏହି ହସ୍ପିଟାଲ ପାଇଁ ବାଗଚୀ ଦମ୍ପତି ୨୧୦ କୋଟି ଟଙ୍କା ଦେବେ। ସୁବ୍ରତ ବାଗଚୀ ଏବଂ ସୁସ୍ମିତା ବାଗଚୀ ଏଥିପାଇଁ ୨୧୦ କୋଟି ଟଙ୍କା ଦେବେ। ୨୦୨୪ ମସିହା ସୁଦ୍ଧା ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏହି ହସ୍ପିଟାଲ ପାଇଁ ରାଜ୍ୟ ସରକାର ଇନଫୋସିଟି ଭ୍ୟାଲି-୨ରେ ୨୦ ଏକର ଜମି ଯୋଗାଇଦେବ। ୨୫୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲରେ ମାଗଣା ଚିକିତ୍ସା ପାଇଁ ୨୫ ପ୍ରତିଶତ ଶଯ୍ୟା ଅଲଗା ରଖାଯିବ। ଏତଦବ୍ୟତୀତ ଭୁବନେଶ୍ବରରେ ବାଗଚୀ ପଲିଆଟିଭ କେୟାର ସେଣ୍ଟର ଖୋଲିବ। ସେଥିପାଇଁ ବାଗଚୀ ଦମ୍ପତି ମଧ୍ୟ ୧୩୦ କୋଟି ଟଙ୍କା ଦେବେ।…

Read More

ନୂଆଦିଲ୍ଲୀ: ଋଷ ଟୀକା ସ୍ପୁଟନିକ-୫ ର ଭାରତରେ ବ୍ୟବହାର ପାଇଁ ମଞ୍ଜୁରୀ ମିଳିଥିବା ସୂଚନା ରହିଛି। ଆଜି ବିଶେଷଜ୍ଞଙ୍କ ଏକ କମିଟିର ବୈଠକରେ ଏହି ନିଷ୍ପତ୍ତି ହୋଇଥିବା କୁହାଯାଉଛି। ଭାରତରେ ତୃତୀୟ ଟୀକା ଭାବେ ଏହାକୁ ମଞ୍ଜୁରୀ ମିଳିଛି। ପୂର୍ବରୁ କୋଭାକ୍ସିନ ଏବଂ କୋଭାସିଲ୍ଡ ଟୀକାକୁ ମଞ୍ଜୁରୀ ମିଳିଥିଲା। ତେବେ ହାଇଦ୍ରାବାଦର ଡ଼ା.ରେଡି ଲ୍ୟାବ ଦ୍ଵାରା ନିର୍ମିତ ଏହି ଟୀକା ୯୧.୬ ପ୍ରତିଶତ ପ୍ରଭାବଶାଳୀ ବୋଲି କୁହାଯାଉଛି। ଉଲ୍ଲେଖ ଯୋଗ୍ୟ ଯେ, ସ୍ପୁଟନିକ-୫ ର ଜରୁରୀକାଳୀନ ବ୍ୟବହାର ପାଇଁ ଡ଼ା.ରେଡ଼ି ଫେବୃୟାରି ୧୯ ତାରିଖରେ ଆବେଦନ କରିଥିଲା। ବର୍ତ୍ତମାନ ଭାରତ, ବେନେଜୁଏଲା ଏବଂ ବେଲାରୁଷରେ ଏହି ଟୀକା ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲରେ ଅଛି। ଭାରତରେ ଏହାର କ୍ଲିନିକାଲ ଟ୍ରାଏଲ ୧୮ ରୁ ୯୯ ବର୍ଷର ପ୍ରାୟ ୧ ହଜାର ୬୦୦ ଲୋକଙ୍କ ଉପରେ କରାଯାଉଛି। ଏହାର ଦାମ ୧୦ ଡଲାର ଠାରୁ କମ ରହିଛି। ଏହାକୁ ୨ ରୁ ୮ ଡିଗ୍ରୀ…

Read More

ଭୁବନେଶ୍ବର: ହସ୍ପିଟାଲ ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଗାଇଡଲାଇନ ଜାରି କରିଛି। ଆବଶ୍ୟକ ନଥିବା ରୋଗୀଙ୍କୁ ଆଡ୍ମିଶନ ମିଳିବ ନାହିଁ। ଗୁରୁତର ରୋଗୀଙ୍କ ପାଖରେ ମାତ୍ର ଜଣେ ଆଟେଣ୍ଡାଣ୍ଟକୁ ମିଳିବ ଅନୁମତି। ହସ୍ପିଟାଲରେ ଜରୁରୀ ଅସ୍ତ୍ରୋପଚାର ବ୍ୟତୀତ ସାଧାରଣ ଅସ୍ତ୍ରୋପଚାର ପାଇଁ ରୋକ ଲଗାଯାଇଛି। ଓପିଡି ପାଇଁ ସେଣ୍ଟ୍ରାଲ ରେଜିଷ୍ଟ୍ରେସନକୁ ବନ୍ଦ କରାଯାଇଥିବା ବେଳେ ଭିଡ ରୋକିବା ପାଇଁ ମାନୁଆଲ ରେଜିଷ୍ଟ୍ରେସନକୁ ଅନୁମତି ମିଳିଛି।  ଓପିଡି ଏବଂ ଆଇପିଡିକୁ ପ୍ରବେଶ ପାଇଁ ମିଡ଼ିଆ ଉପରେ କଟକଣା ଲାଗିଛି।

Read More

ଭୁବନେଶ୍ବର: ନିର୍ବାଚନୀ ହିଂସା ପରେ ପୋଲିସ ଡିଜିପି ଅଭୟଙ୍କ ସମେତ ବହୁ ପୋଲିସ ଅଧିକାରୀ ଆଜି ପିପିଲିରେ ପହଞ୍ଚିଛନ୍ତି। ପିପିଲିରେ ବଢୁଥିବା ନିର୍ବାଚନୀ ହିଂସାକୁ ନେଇ ସମୀକ୍ଷା କରୁଛନ୍ତି। ପିପିଲି ଥାନାରେ ଡିଜିପି ଏବଂ ବହୁ ବରିଷ୍ଠ ଅଧିକାରୀ ସ୍ଥିତି ସମୀକ୍ଷା କରୁଛନ୍ତି। ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ଏବଂ ଇଡ଼ିଆଇଜି ଆଇନ ଶ୍ରୁଙ୍ଖଳା ଏଥିରେ ମଧ୍ୟ ସାମିଲ ଅଛନ୍ତି। ସେପଟେ ଏହି ହିଂସା ଲାଗି ପୋଲିସକୁ ଦାୟୀ କରିଛି ବିଜେପି। ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ଡ଼ା. ସମ୍ବିତ ପାତ୍ର ପୋଲିସ ଉପରେ ଅଭିଯୋଗ ଆଣିଛନ୍ତି। ମୁକ୍ତ ଓ ଅବଧ ନିର୍ବାଚନରେ ପୋଲିସ ବାଧକ ସାଜିଛି ବୋଲି ସେ ଅଭିଯୋଗ କରିଛନ୍ତି। ବିଜେଡ଼ି ସହାୟତାରେ ପୋଲିସ ଅବଧ ନିର୍ବାଚନକୁ ଅଟକାଇବା ପାଇଁ ଚେଷ୍ଟା କରୁଛି ବୋଲି ସମ୍ବିତ କହିଛନ୍ତି। ପିପିଲିରେ ଭୟ ଓ ଆତଙ୍କର ବାତାବରଣ ସୃଷ୍ଟି କରିବା ପାଇଁ ପୋଲିସ ଚେଷ୍ଟା କରୁଛି ବୋଲି ଡ଼ା. ପାତ୍ର ଅଭିଯୋଗ…

Read More

ନୂଆଦିଲ୍ଲୀ: ଋଷ ଟୀକା ସ୍ପୁଟନିକ ୫ ର ଭାରତରେ ବ୍ୟବହାର ପାଇଁ ଆଜି ବିଶେଷଜ୍ଞଏକ କମିଟି ଆଲୋଚନ କରିବ। ହାଇଦ୍ରାବାଦର ଡ଼ା.ରେଡି ଲ୍ୟାବ ଦ୍ଵାରା ନିର୍ମିତ ଏହି ଟୀକା ୯୧.୬ ପ୍ରତିଶତ ପ୍ରଭାବଶାଳୀ ବୋଲି କୁହାଯାଉଛି। ଜରୁରୀକାଳୀନ ବ୍ୟବହାରର ଅନୁମତି ଉପରେ ବିଚାର ପାଇଁ ଆଜି ଏସଇସି ଏହି ବୈଠକ କରିବ। ଉଲ୍ଲେଖ ଯୋଗ୍ୟ ଯେ, ସ୍ପୁଟନିକ-୫ ର ଜରୁରୀକାଳୀନ ବ୍ୟବହାର ପାଇଁ ଡ଼ା.ରେଡ଼ି ଫେବୃୟାରି ୧୯ ତାରିଖରେ ଆବେଦନ କରିଥିଲା। ବର୍ତ୍ତମାନ ଭାରତ, ବେନେଜୁଏଲା ଏବଂ ବେଲାରୁଷରେ ଏହି ଟୀକା ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲରେ ଅଛି। ଭାରତରେ ଏହାର କ୍ଲିନିକାଲ ଟ୍ରାଏଲ ୧୮ ରୁ ୯୯ ବର୍ଷର ପ୍ରାୟ ୧ ହଜାର ୬୦୦ ଲୋକଙ୍କ ଉପରେ କରାଯାଉଛି। ଏହାର ଦାମ ୧୦ ଡଲାର ଠାରୁ କମ ରହିଛି। ଏହାକୁ ୨ ରୁ ୮ ଡିଗ୍ରୀ ତାପମାତ୍ରାରେ ଏହାକୁ ରଖାଯାଇପାରିବ।

Read More

ବାଲେଶ୍ଵର: ଆଜି ବାଲେଶ୍ବରରୁ ୧୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରୁ କେବଳ ଇମାମୀ ପେପର ମିଲରୁ ୧୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହି ପେପର ମିଲରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୧ ଜଣ ଚିହ୍ନଟ ହୋଇଛନ୍ତି। ତେବେ ଇମାମୀର ଏକ କଲୋନୀକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ଏହି ମିଲର ୩ ଟି ୟୁନିଟ ମଧ୍ୟରୁ ଗୋଟିଏ ୟୁନିଟକୁ ପ୍ରଶାସନ ବନ୍ଦ କରିଛି। ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧକାରୀ ଦୁଲାଲସେନ ଜଗଦ୍ଦେବ ଏନେଇ ସୂଚନା ଦେଇଛନ୍ତି।

Read More

ଭୁବନେଶ୍ବର: ଆଜି କୁଖ୍ୟାତ ଗ୍ୟାଙ୍ଗଷ୍ଟାର ହାଇଦରର ମୁଖ୍ୟ ସହଯୋଗୀ ୟାକୁବ ଆତ୍ମସମର୍ପଣ କରିଛି। ଆଜି ସେ ଚାଉଳିଆଗଞ୍ଜ ଥାନାରେ ଆତ୍ମସମର୍ପଣ କରିଛି। ହାଇଦର କଟକର ଏସସିବିରୁ ଫେରାର ହେବା ପୂର୍ବରୁ ୟାକୁବ ତାକୁ ସାକ୍ଷାତ କରିଥିଲା। ଏସସିବିରେ ଗ୍ୟାଙ୍ଗଷ୍ଟାର ହାଇଦରକୁ ଖାଇବା ପାଇଁ ସେ ବିରିୟାନୀ ଦେଇଥିଲା। ପରେ ହାଇଦର ସେଠାରୁ ଫେରାର ହୋଇଥିଲା। ହାଇଦରକୁ ଧରିବା ପାଇଁ ଓଡିଶା ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ତାହାର ମୁଖ୍ୟ ସହଯୋଗୀ ୟାକୁବ ଆଜି ଚାଉଳିଆଗଞ୍ଜ ପୋଲିସ ନିକଟରେ ଆତ୍ମସମର୍ପଣ କରିଛି।

Read More

ଭୁବନେଶ୍ଵର: ଆଜି ଓଡ଼ିଶାକୁ ୨ ଲକ୍ଷ ୭୧ ହଜାର କୋଭାସିଲ୍ଡ ଟୀକା ଡ଼ୋଜ ଆସୁଛି। ଆଜି ୭୦୦ ଟୀକାକରଣ କେନ୍ଦ୍ର ବନ୍ଦ ରହିଥିବା ବେଳେ ୭୫୫ ଟି ଟୀକା କେନ୍ଦ୍ର କାର୍ଯ୍ୟକ୍ଷମ ଅଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଏନେଇ ସୂଚନା ଦେଇଛନ୍ତି।

Read More

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୬୮ ହଜାର ୯୧୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୦୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩୫ ଲକ୍ଷ ୨୭ ହଜାର ୭୧୭ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୦ ହଜାର ୧୭୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୧ ଲକ୍ଷ ୫୬ ହଜାର ୫୨୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୨ ଲକ୍ଷ ୧ ହଜାର ୯ ଆକ୍ଟିଭ୍‌ କେସ୍ ରହିଛି।

Read More

ଭୁବନେଶ୍ବର: ଆଜି ରାଜ୍ୟରେ ୧୭୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୧୫ ଜଣ ଚିହ୍ନଟ ହୋଇଥିବା ବେଳେ ୭୨୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୧ ହଜାର ୩୦୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୦ ହଜାର ୬୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯ ହଜାର ୨୫୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୬ କୁ ବୃଦ୍ଧି ହୋଇଛି। ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୭୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୬୮, ଖୋର୍ଦ୍ଧା ଜିଲ୍ଲାରୁ ୨୦୪ ଜଣ, ଅନୁଗୁଳ ୪୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୫୮ ଜଣ,…

Read More

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କହିଛନ୍ତି ଯ, ଜୀବନ କାଳ ମଧ୍ୟରେ ଯେତେବେଳେ ଭାଗ୍ୟ ଖରାପ ପଡେ ସେବେବେଳେ ସେହି ଅନାନ୍ତି ନାହିଁ। ସେମାନଙ୍କର ବ୍ୟବହାରରେ ମଧ୍ୟ ପରିବର୍ତ୍ତନ ହୋଇଯାଏ। ସେ ମାତ୍ର ଚାରୋଟି ଉଦାହରଣ ଦେଇ ଏହାର ବିସ୍ତୃତ ତଥ୍ୟ ଉପସ୍ଥାପନ କରିଛନ୍ତି। 1- ଧନହୀନ ପୁରୁଷକୁ ବେଶ୍ୟା- ଚାଣକ୍ୟ କହିଛନ୍ତି ଯେ, ଯେତେେବଳେ ପୁରୁଷଙ୍କଠାରୁ ପଇସା ସରିଯାଏ ସେତେବେଳେ ବେଶ୍ୟା ତାଙ୍କୁ ତ୍ୟାଗ କରିଥାଏ। ପଇସା ଥିବା ବେଳେ ସେ ପୁରା ନିଜର ହୋଇ ବାନ୍ଧି ରଖିବାକୁ ଚେଷ୍ଠା କରେ। ଉଦ୍ଦେଶ୍ୟ ହେଉଛି ସବୁ ପଇସା ମାରି ନେବା। 2-ଶକ୍ତିହୀନ ରାଜାକୁ ପ୍ରଜା- ସେହିପରି ଯେ ପର୍ଯ୍ୟନ୍ତ ରାଜା ଶକ୍ତିଶାଳୀ ଥିବେ ସେ ପର୍ଯ୍ୟନ୍ତ ପ୍ରଜା ତାଙ୍କୁ ଖାତିର କରି ରହିବେ। ହେଲେ ଯେତେବେଳ ରାଜା ଶକ୍ତିହୀନ ହେବେ ସେତେବେଳେ ସେହି ପ୍ରଜାମାନେ ଦୂରେଇ ଯିବେ। ଏପରିକି ହଇରାଣ କରିବାକୁ ମଧ୍ୟ ପଛେଇବେ ନାହିଁ। 3-ଫଳହୀନ…

Read More

ମେଷ- ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ ଅଂଶ ରହିବେ ।  ବ୍ୟବସାୟ ଭଲ କରିବ। ଅଫିସରେ ଚାକିରିକୁ ନେଇ ସନ୍ତୁଷ୍ଟ ରହିବେ। ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ। ଘର ବାହାରେ ଜୀବନ ଖୁସି ହେବ। ଆର୍ଥିକ ଦିଗ ଦୃଢ ହେବ। ଘରର ଉପଯୋଗୀ ଜିନିଷଗୁଡ଼ିକ ବୃଦ୍ଧି ପାଇବ । ମୋଟ ଉପରେ, ଆଜି ଆପଣଙ୍କ ପାଇଁ ସଠିକ୍ ଦିନ ହେବ।  ବୃଷ- କାରବାରରେ ସତର୍କତା ବ୍ୟବହାର କରନ୍ତୁ। ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ । ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ । ଅଫିସ୍ କିମ୍ବା କାର୍ଯ୍ୟକ୍ଷେତ୍ରରେ ଏକ ଚାପଗ୍ରସ୍ତ ପରିସ୍ଥିତି ହୋଇପାରେ । ଆପଣ ବନ୍ଧୁ ଏବଂ ପରିବାରର ଆବଶ୍ୟକତାରେ ଅଟକି ଯାଇପାରନ୍ତି । ପେଟ…

Read More

ମେଷ- ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ ଅଂଶ ରହିବେ ।  ବ୍ୟବସାୟ ଭଲ କରିବ। ଅଫିସରେ ଚାକିରିକୁ ନେଇ ସନ୍ତୁଷ୍ଟ ରହିବେ। ବିନିଯୋଗ ଇତ୍ୟାଦିରେ ଲାଭବାନ ହେବ।   ବୃଷ- କାରବାରରେ ସତର୍କତା ବ୍ୟବହାର କରନ୍ତୁ। ପରିସ୍ଥିତିକୁ ନେଇ ଟଙ୍କା ଚିନ୍ତା କରିବାକୁ ପଡିବ। ଆପଣଙ୍କର ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ଚାକିରି ଏବଂ ବ୍ୟବସାୟରେ ଦ୍ୱନ୍ଦ୍ୱ ବଢିପାରେ। ଟଙ୍କା ମାମଲାରେ ଯତ୍ନବାନ ହେବାକୁ ପଡିବ । ଆପଣଙ୍କ ସ୍ୱାସ୍ଥ୍ୟ ପ୍ରତି ବେପରୁଆ ହୁଅନ୍ତୁ ନାହିଁ ।

Read More