ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୮୨ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୮୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
Author: Samikhsya Bureau
ନୂଆଦିଲ୍ଲୀ/ଭୁବନେଶ୍ବର: ଆଜି ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୧୯ ଘୋଷଣା ହୋଇଛି। ‘ଛିଛୋର’ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ବିବେଚିତ ହୋଇଛି। ଦିଂବଗତ ଅଭିନେତା ସୁଶାନ୍ତ ସିଂହ ରାଜପୁତ ‘ଛିଛୋର’ ମୁଖ୍ୟ ନାୟକ ଥିଲେ। ମନୋଜ ବାଜପେୟୀ ଓ ଧନୁଷ ଯୁଗ୍ମ ଶ୍ରେଷ୍ଠ ଅଭିନେତା ଭାବେ ବିବେଚିତ ହୋଇଛନ୍ତି। ଭୋସଲେ ଚଳଚ୍ଚିତ୍ର ପାଇଁ ମନୋଜ ବାଜପେୟୀ ଶ୍ରେଷ୍ଠ ଅଭିନେତା ବିବେଚିତ ହୋଇଥିବା ବେଳେ ଅସୁରନ ପାଇଁ ଧନୁଷଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ମନୋନୀତ କରାଯାଇଛି। ଫିଲ୍ମ ମଣିକର୍ଣ୍ଣିକା ପାଇଁ କଙ୍ଗନା ରାଣାୱତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ମନୋନୀତ କରାଯାଇଛି। ସେହିପରି ‘ଶଲାବୁଢାର ବଦଲା’ ଓ ‘କାଲିର ଅତୀତ’ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ଭାବେ ବିବେଚିତ ହୋଇଛି। ଉଭୟ ଓଡିଆ ଚଳଚ୍ଚିତ୍ର ଯୁଗ୍ମ ଭାବେ ଶ୍ରେଷ୍ଠ ବିବେଚିତ ହୋଇଛନ୍ତି। ତେବେ ନନ୍ ଫିଚର ବର୍ଗରେ ଓଡିଆ ଫିଲ୍ମ ‘ଶ୍ରୀକ୍ଷେତ୍ରରୁ ସାହିଜାତ’ ମନୋନୀତ ହୋଇଛି।
ନୂଆଦିଲ୍ଲୀ: ଇଂଲଣ୍ଡ ବିରୋଧରେ ଅନ୍ତିମ ଟି-୨୦ ମ୍ୟାଚ ଜିତି ଭାରତ ୩-୨ରେ ସିରିଜକୁ ହାତେଇ ନେଇଛି। ହେଲେ ଭାରତୀୟ ଦଳକୁ ଏହି ମ୍ୟାଚ ପାଇଁ ଜରିମାନା ଲାଗିଛି। ଭାରତୀୟ ଦଳର ସମସ୍ତ ଖେଳାଳିଙ୍କୁ ମ୍ୟାଚ ଫି’ ର ୪୦ ପ୍ରତିଶତ କାଟି ଦିଆଯାଇଛି। ସ୍ଲୋ ଓଭର ବୋଲିଂ ପାଇଁ ଆଇସିସି ପକ୍ଷରୁ ଖେଳାଳିଙ୍କୁ ଏହି ଜରିମାନା ଲାଗିଛି। ଏହି ସିରିଜରେ ବିରାଟ କୋହଲୀଙ୍କ ନେତୃତ୍ବରେ ଦୁଇଥର ଭାରତୀୟ ଦଳକୁ ଜରିମାନା ଲାଗିଛି। ଏହା ପୂର୍ବରୁ ଦ୍ଵିତୀୟ ଟି-୨୦ରେ ମଧ୍ୟ ଭାରତ ନିର୍ଦ୍ଧାରିତ ସମୟ ଠାରୁ ୨ ଓଭର କମ ବୋଲିଂ କରିଥିଲା। ମ୍ୟାଚ ରେଫରୀ ତଥା ଭାରତୀୟ ଦଳର ପୂର୍ବ ଦ୍ରୁତ ବୋଲର ଜବାଗଲ ଶ୍ରୀନାଥ ଭାରତୀୟ ଦଳକୁ ଏହି ଜରିମାନା ଲଗାଇଛନ୍ତି।
ଭୁବନେଶ୍ବର: କରୋନା ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ କରୋନା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ସମୀକ୍ଷା କରିବେ। ବିଭିନ୍ନ ସଚିବ, ଜିଲ୍ଲାପାଳ ଏବଂ ଏସପିଙ୍କ ସହ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ଏହାସହିତ ଗାଁର କରୋନା ପରିଚାଳନା କମିଟିକୁ ସକ୍ରିୟ କରାଯିବ। ସବୁ ସରପଞ୍ଚ, ଅଙ୍ଗନବାଡି କର୍ମୀ, ଆଶାକର୍ମୀମାନଙ୍କୁ ଦାୟିତ୍ଵ ଦିଆଯିବ। ସେମାନେ ବାହାରୁ ଆସୁଥିବା ଲୋକମାନଙ୍କ ଉପରେ ନଜର ରଖିବେ। ସ୍ଥିତି ଦେଖି ଲକଡାଉନ ନିଷ୍ପତ୍ତି ନିଆଯିବ। ଏନେଇ ସ୍ଵତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ଆଜି ଭୁବନେଶ୍ଵରର ଏକ ଘରୋଇ ଶିକ୍ଷାନୁଷ୍ଠାନ (ଏକ୍ସଆଇଏମବି)ରେ ୪୫ ଜଣ କରୋନାରେ ସଂକ୍ରମିତ ହୋଇଥିବା ଏସଆରସି ସୂଚନା ଦେଇଛନ୍ତି।
ଭୁବନେଶ୍ବର: ଦୋଳ ବିମାନ ଯାତ୍ରାରେ ସର୍ବାଧିକ ୬ ଜଣଙ୍କୁ ଅନୁମତି ମିଳିଛି। ଦୋଳ ବିମାନ ଯାତ୍ରା ସମୟରେ ଶୋଭାଯାତ୍ରା, ସାଉଣ୍ଡ ସିଷ୍ଟମ ଉପରେ ବାରଣ କରାଯାଇଛି। ବିମାନ କାନ୍ଧେଇଥିବା ଲୋକ ଠିକ ଭାବେ ମାସ୍କ ପିନ୍ଧିବା ଜରୁରୀ। ଦୋଳ ମେଳଣରେ ସର୍ବାଧିକ ୫୦/୬୦ ଲୋକ ରହିପାରିବ। ସେଥିପାଇଁ ଆୟୋଜକ ନିଶ୍ଚିତ କରିବ। ସମସ୍ତେ ସାମାଜିକ ଦୂରତ୍ଵ ବଜାୟ ରଖିବା ସହ ମାସ୍କ ପିନ୍ଧିବ ଜରୁରୀ ଅଟେ। ମେଳଣରେ ଯାତ୍ରା, ମେଲୋଡି, ମୀନାବଜାର ସଂପୂର୍ଣ୍ଣ ବାରଣ କରାଯାଇଛି। ମେଳଣ ପାଇଁ ଆୟୋଜକଙ୍କୁ ବିଏମସି ଠାରୁ ଅନୁମତି ନେବାକୁ ପଡ଼ିବ। ଦୋଳ ନୀତି ମନ୍ଦିର ଭିତରେ ହେବ। କୌଣସି ଶ୍ରଦ୍ଧାଳୁ ମନ୍ଦିର ଭିତରକୁ ପ୍ରବେଶ ପାଇଁ ବାରଣ କରାଯାଇଛି।
ଭୁବନେଶ୍ବର: ଆଜି ରାଜ୍ୟରେ ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୮୭ ଜଣ ଚିହ୍ନଟ ହୋଇଥିବା ବେଳେ ୫୯ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୯୬୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୧୨୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୬୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୮ କୁ ବୃଦ୍ଧି ହୋଇଛି। ଆଜି ମୋଟ ୧୯ ଟି ଜିଲ୍ଲାରୁ ୧୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୫ ଜଣ, କଟକ ଜିଲ୍ଲାରୁ ୨୫ ଜଣ, ଅନୁଗୁଳ ଜିଲ୍ଲାରୁ ୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୪ ଜଣ,…
ଭୁବନେଶ୍ବର: ଭୁବନେଶ୍ବରର ଏକ ଘରୋଇ ଶିକ୍ଷାନୁଷ୍ଠାନକୁ ବିଏମସି ସିଲ୍ କରିଛି। ସମ୍ପୃକ୍ତ ଶିକ୍ଷାନୁଷ୍ଠାନରୁ ବହୁ ସଂଖ୍ୟାରେ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମସି ଏଭଳି ନିଷ୍ପତ୍ତି ନେଇଛି। ଶିକ୍ଷାନୁଷ୍ଠାନ ଭିତରକୁ ପ୍ରବେଶ ଉପରେ ସଂପୂର୍ଣ୍ଣ କଟକଣା ଲଗାଯାଇଛି। କେବଳ ଶିକ୍ଷାନୁଷ୍ଠାନ ପରିସରକୁ ବିଏମସି କର୍ମଚାରୀମାନେ ଯିବା ପାଇଁ ଅନୁମତି ରହିଛି। ସେହିଭଳି ଭିତରେ ଥିବା ବ୍ୟକ୍ତିଙ୍କୁ ବାହାରକୁ ଆସିବା ବାରଣ କରାଯାଇଛି। ସେଥିପାଇଁ ଶିକ୍ଷାନୁଷ୍ଠାନ ଭିତରେ ଥିବା ଲୋକଙ୍କ ପାଇଁ ବିଏମସି ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ଔଷଧ ଯୋଗାଇବ। ଶିକ୍ଷାନୁଷ୍ଠାନର ସବୁ ଛାତ୍ର ଏବଂ ଶିକ୍ଷକମାନଙ୍କୁ ଆଜି କରୋନା ପରୀକ୍ଷା ପାଇଁ ବିଏମସି ନିର୍ଦ୍ଦେଶ ଦେଇଛି। ସମସ୍ତ ଆକ୍ରାନ୍ତମାନଙ୍କୁ ଗୋଟିଏ ସ୍ଥାନରେ ଆଇସୋଲେସନରେ ରଖିବା ପାଇଁ ନିର୍ଦ୍ଦେଶ ହୋଇଛି।
ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଅବସ୍ଥିତ ସର୍ବପୁରାତନ ଗୋଦାବରୀଶ ମହାବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଯାଇଛି। ଏହି କଲେଜରୁ ପାଠପଢା ସାରି ବର୍ତ୍ତମାନ ଛାତ୍ରଛାତ୍ରୀମାନେ ବିଭିନ୍ନ ସ୍ଥାନରେ କାର୍ଯ୍ୟରତ ଅଛନ୍ତି। ସେମାନଙ୍କୁ ଏକଠା କରି ସେହି ପୁରୁଣା ସ୍ମୃତିକୁ ଉଦଜୀବିତ କରିବା ପାଇଁ କରାଯାଇଥିଲା ଏହି ପ୍ରୟାସ। କଲେଜର ପୁରାତନ ଛାତ୍ର ଲକ୍ଷ୍ମୀଧର ପ୍ରଧାନଙ୍କ ଏହି ପ୍ରୟାସରେ ଭୁବନେଶ୍ବରରେ ପ୍ରାୟ 50 ଜଣ ଛାତ୍ରଛାତ୍ରୀ ଏକାଠି ହୋଇଥିଲେ। ଏହି ଉପଲକ୍ଷେ ବିଭିନ୍ନ ମନୋରଂଜନ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଥିଲା। ବର୍ତ୍ତମାନ ରାଜ୍ୟ ସରକାର ଆରମ୍ଭ କରିଥିବା ମୋ କଲେଜ ଅଭିଯାନରେ ସମସ୍ତେ ସାମିଲ ହେବା ପାଇଁ ନିଷ୍ପତି କରିଥିଲେ।
ଭୁବନେଶ୍ବର: ବିଧାନସଭାରେ ଆଜି ପୁଣି ବିରୋଧୀ ଦଳର ହୋହଲ୍ଲା ଦେଖିବାକୁ ମିଳିଛି। ମାହାଙ୍ଗା ଡବଲ ମର୍ଡ଼ର ଘଟଣାରେ ବିରୋଧୀ ହଟ୍ଟଗୋଳ କରିଛନ୍ତି। ବିଧାନସଭାର ପ୍ରଶ୍ନ କାଳରେ ବିଜେପି ପୋଷ୍ଟର ଧରି ଗୃହ ମଧ୍ୟକୁ ଆସି ହୋହାଲ୍ଲ କରିଛି। ଯାହାଫଳରେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ୧୧ ଟା ୩୦ ଯାଏଁ ମୁଲତବୀ ଘୋଷଣା କରିଛନ୍ତି। ଉଲ୍ଲେଖ ଯୋଗ୍ୟ ଯେ, ଗତ ୨୦ ତାରିଖରେ ବିଜେପି ମାହାଙ୍ଗା ହତ୍ୟାକାଣ୍ଡ ଘୋଷଣାରେ ବିଧାନସଭା ଘେରାଉ କରିଥିଲା। ମାହାଙ୍ଗାରୁ ଏକ ଶୋଭାଯାତ୍ରା ବାହାରି ମନ୍ତ୍ରୀ ପ୍ରତାପ ଜେନାଙ୍କ ଗିରଫ ଦାବିରେ ପ୍ରତିବାଦ କରାଯାଇଥିଲା।
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୬ ହଜାର ୯୫୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୧୬ ଲକ୍ଷ ୪୬ ହଜାର ୮୧ ରେ ପହଞ୍ଚିଛି। ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୯୬୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୧ ଲକ୍ଷ ୫୧ ହଜାର ୪୬୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୩୪ ହଜାର ୬୪୬ ଆକ୍ଟିଭ୍ କେସ୍ ରହିଛି।
ବାରିପଦା, ମୟୁରଭଂଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡ ଅନ୍ତର୍ଗତ ଠାକୁର ମୁଣ୍ଡା ଜଙ୍ଗଲରେ ଏକ ଅଭାବନିୟ ଘଟଣା ଘଟିଯାଇଛି। ସେହି ଜଙ୍ଗଲରେ ନିଆଁ ଲାଗିବା ପରେ ତାହାକୁ ଲିଭାଇଭା ପାଇଁ ଜଣେ ବନ କର୍ମଚାରୀ ଏକାକୀ ଚେଷ୍ଠା କରିଥିଲେ। ହେଲେ ନିଆଁ ଲିଭାଇବା ଦୂରେ ଥାଉ ତାଙ୍କ ନିଜ ପୋଷାକରେ ନିଆଁ ଲାଗିଗଲା। ଫଳରେ ସେ ସେହିଠାରେ ଛଟପଟ ହୋଇ ମରିଗଲେ। ପାଖରେ କେହି ନ ଥିବାରୁ ଏପରି ମୃତ୍ୟୁ ହୋଇଗଲା ବୋଲି ଜଣାପଡିଛି। ମୃତ ବନ କର୍ମଚାରୀ ଜଣଙ୍କ ହେଉଛନ୍ତି 60 ବର୍ଷ ବୟସ୍କ ଯଦୁମଣି ମହନ୍ତ। ସେ ହେଉଛନ୍ତି ନିକଟସ୍ଥ ଜଡିବିଲ ଗ୍ରାମର। ତାଙ୍କୁ ଜଙ୍ଗଲରେ ଲଗାଯାଇଥିବା ଗଛକୁ ଦେଖାରଖା କରିବା ପାଇଁ ନିଯୁକ୍ତି କରାଯାଇଥିଲା। ଗତକାଲି ଦିନ 12ଟାରେ ସେ ଜଙ୍ଗଲରେ ଥିବା ବେଳେ ହଠାତ ନିଆଁ ଲାଗିଯାଇଥିଲା। ସେହି ନିଆଁକୁ ଲିଭାଇଭା ପାଇଁ ସେ ଆପ୍ରାଣ ଉଦ୍ୟମ କରିଥିଲେ। ହେଲେ ହଠାତ ତାଙ୍କ ପିନ୍ଧା ଲୁଗାରେ ନିଆଁ…
ନୂଆଦିଲ୍ଲୀ: ବାସ୍ତୁ ଶାସ୍ତ୍ର ଅନୁସାରେ ଘରେ ବିଭିନ୍ନ ଫଟୋ ରଖିଲେ ସୌନ୍ଦର୍ଯ୍ୟ ବୃଦ୍ଧି ସହିତ ଏହାର ପ୍ରଭାବ ମଧ୍ୟ ପରିଲକ୍ଷିତ ହୋଇଥାଏ। ତେବେ ସେହି ଫଟୋକୁ ଠିକ ଦିଗରେ ନ ରଖିଲେ ହୁଏତ ଏହାର କୁପ୍ରଭାବ ପଡିବାର ସମ୍ଭାବନା ଥାଏ। ଜାଣନ୍ତୁ କେଉଁ ପ୍ରକାରର ଫଟୋ କେଉଁ ଦିଗରେ ରଖିବା ଉଚିତ। 1-ନିଜ ଘରର ଉତ୍ତର ଦିଗରେ ଯଦି ଆମେ ଶୁଆର ଫଟୋ ବା ମୂର୍ତ୍ତି ଲଗାଇବା ତା‘ହେଲେ ଏହା ଅତ୍ୟନ୍ତ ଶୁଭ ଫଳ ପ୍ରଦାନ କରିବ। ଏହି ଫଟୋ ଲଗାଇବା ଦ୍ବାରା ଘରେ ରହୁଥିବା ସନ୍ତାନ ସନ୍ତତିମାନେ ପାଠପଢାରେ ମନୋନିବେଶ କରିବେ। ଏହାସହିତ ପରିବାର ଲୋକଙ୍କ ଆୟୁ ବଢବ। ଘରେ କୌଣସି ରୋଗ ରହିବ ନାହିଁ ସେହିପରି ଅଭାବ ମଧ୍ୟ ଦୂର ହେବ। 2- ଯଦି ଆପଣ ଧାତୁରେ ନିର୍ମିତ କଇଁଚ ଘରକୁ ଆଣିବେ ଏହା ଅତ୍ୟନ୍ତ ଶୁଭ ହେବ। ରୂପା, ପିତ୍ତଳ କିମ୍ବା ତମ୍ବାର କଇଁଚ ଆଣି ଏହାକୁ…
ଭୁବନେଶ୍ବର: ଜୀବନର ଆଇନା ହେଉଛି ସ୍ବପ୍ନ। ସ୍ବପ୍ନ ଶାସ୍ତ୍ର ପୂରାପୂରି ସ୍ବପ୍ନ ଉପରେ ଆଧାରିତ। ଏହି ଶାସ୍ତ୍ରରେ ସ୍ବପ୍ନ ବିଷୟରେ ଲେଖାଯାଇଛି। ତେବେ ଆସନ୍ତୁ ଜାଣିବା ସ୍ବପ୍ନରେ ଜୀବଜନ୍ତୁଙ୍କୁ ଦେଖିବା ଶୁଭ ନା ଅଶୁଭ। ମାନ୍ୟତା ଅନୁସାରେ ସ୍ବପ୍ନରେ କିଛି ଜୀବଜନ୍ତୁଙ୍କୁ ଦେଖିଲେ ଖାସ୍ ଯୋଗ ହୋଇଥାଏ। ଗାଈ: ସ୍ବପ୍ନ ଶାସ୍ତ୍ର ଅନୁସାରେ ସ୍ବପ୍ନରେ ଗାଈ ଦେଖିବା ବହୁତ ଶୁଭ ହୋଇଥାଏ। କୁହାଯାଏ ସ୍ବପ୍ନରେ ଗାଈକୁ ଦେଖିଲେ ଭାଗ୍ୟ ଖୋଲିଥାଏ। ଗାଈ ଅର୍ଥାତ୍ ଗୋମାତାଙ୍କଠାରେ ୩୩ କୋଟି ଦେବୀଦେବତା ବାସ କରିଥା’ନ୍ତି। ଗାଈଙ୍କୁ ସ୍ବପ୍ନରେ ଦେଖିବା ଅର୍ଥ ଈଶ୍ବରଙ୍କ କୃପା ମିଳିଥାଏ। ହାତୀ: ହାତୀକୁ ଐଶ୍ବର୍ଯ୍ୟର ପ୍ରତୀକ ରୂପେ ମନାଯାଏ। ଯଦି ସ୍ବପ୍ନରେ କେହି ହାତୀ ଦେଖନ୍ତି, ତେବେ ଏହା ଅତ୍ୟନ୍ତ ଶୁଭ ଫଳ ଦେଇଥାଏ। ହାତୀ ସ୍ବପ୍ନରେ ଦେଖିଥିବା ବ୍ୟକ୍ତିଙ୍କୁ ଜୀବନରେ ଉନ୍ନତି ମିଳିଥାଏ। ସୁଖ ସମୃଦ୍ଧି ପ୍ରାପ୍ତ ହୋଇଙଥାଏ। କୁହାଯାଏ ହାତୀ ସ୍ବପ୍ନ ଦେଖିବା ପରେ ମାତା ଲକ୍ଷ୍ମୀଙ୍କୁ…
ନୂଆଦିଲ୍ଲୀ, ଗ୍ରହମାନଙ୍କର ଚିକିତ୍ସା: ଯଦି ଆପଣଙ୍କର କୈଣସି ଗ୍ରହ ଖରାପ କିମ୍ବା କୁପ୍ରଭାବ ରହିଛି ତେବେ ନିମ୍ନଲିଖିତ ପ୍ରତିକାରଗୁଡିକ ଚେଷ୍ଟା କରନ୍ତୁ । ସୂର୍ଯ୍ୟ – ଚାଲୁଥିବା ପାଣିରେ ତମ୍ବା କିମ୍ବା ତମ୍ବାମୁଦ୍ରା ପକାନ୍ତୁ । ଚନ୍ଦ୍ର – ଏକ ପାତ୍ରରେ କ୍ଷୀର କିମ୍ବା ପାଣି ମୁଣ୍ଡ ପାଖରେ ରଖି ଶୋଇ ପଡନ୍ତୁ। ପରଦିନ ସମସ୍ତ ଜଳକୁ ବାଗୁଲ ଗଛ ମୂଳରେ ରଖ । ବୁଧ – ଝିଅମାନଙ୍କୁ ସବୁଜ ପୋଷାକ ଏବଂ ସବୁଜ ଚୁଡି ଦାନ କରନ୍ତୁ, ଦାନ୍ତକୁ ସଫା ରଖନ୍ତୁ । ଗୁରୁ- କପାଳରେ ଚନ୍ଦନ ତିଳକ ଲଗାନ୍ତୁ, ତୁଳସୀ ଗଛ ମୂଳରେ ପାଣି ଦିଅନ୍ତୁ, ଡାଲି ଦାନ କରନ୍ତୁ । ଶୁକ୍ର- ଘିଅ, କର୍ପୁର, ଦହି ଦାନ କରନ୍ତୁ ଏବଂ ସୁଗନ୍ଧିତ ପଦାର୍ଥ ବ୍ୟବହାର କରନ୍ତୁ । ଶନି- ବାଗୁଲ ଗଛ ଦାନ୍ତକାଠି ଘଷନ୍ତୁ, ଓସ୍ତ ଗଛ ମୂଳରେ ତେଲ ଢାଳନ୍ତୁ । ରାହୁ- ଗହମକୁ କ୍ଷୀରରେ…
ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କହିଛନ୍ତି ଯେ, ଜଣେ ବ୍ୟକ୍ତି ଜଣେ ମହାନ ବ୍ୟକ୍ତିଙ୍କ ସଂପର୍ଶରେ ସହଜରେ ଆସିପାରେ ନାହିଁ। ସେପରି ଲୋକଙ୍କ ସଂସ୍ପର୍ଶରେ ଆସିବାକୁ ହେଲେ ନିଜର ସତ ସାହାସ ରହିବା ଆବଶ୍ୟକ। ଏକ ଉଦାହରଣ ଦେଇ ଚାଣକ୍ୟ କହିଛନ୍ତି ଯେ, ସିଂହ ବାସକରୁଥିବା ସ୍ଥାନକୁ ଯିବାକୁ ହେବେ ସତସାହସର ଆବଶ୍ୟକ। ଯଦି ସେଠାକୁ ଗଲେ ତେବେ ସେ ମାରିଥିବାର ହାତୀ ମସ୍ତକର ମୁକ୍ତା ମିଳିବ। ଯଦି ଜଣେ ଶୃଗାଳର ଗାତକୁ ପଶିବ ତେବେ ସେଠାରେ ତାକୁ ବାଛୁରୀ ଲାଞ୍ଜ କିମ୍ବା ଚମଡା ମିଳିବ। ଜଣେ ଶୃଗାଳ ଗାତକୁ ପଶିବାକୁ ହେଲେ ତାହାର ସତ ସାହାସର ଆବଶ୍ୟକତା ନାହିଁ। ଯେ କେହି ସେହି ଗାତରେ ପଶିବ, ହେଲେ ମିଳିବ ଅନାବଶ୍ୟକ ଜିନିଷ।ତେଣୁ ଖଳ ଲୋକଙ୍କ ସହିତ ଯେ କେହି ମିଶିଯିବ। ହେଲେ ମହାନ ଲୋକଙ୍କ ସହିତ ସମସ୍ତେ ମିଶିପାରିବେ ନାହିଁ। ତାଙ୍କ ସହିତ ମିଶିବାକୁ ହେଲେ ସତ…
ମିଥୁନ- ଭୟ ହେତୁ ନିଷ୍ପତ୍ତି ନେବା କ୍ଷମତା ହ୍ରାସ ହୋଇପାରେ। ପତି-ପତ୍ନୀଙ୍କଠାରୁ ସମର୍ଥନ ପାଇବେ। ଯାତ୍ରା ଚିତ୍ତାକର୍ଷକ ହେବ। ଉପହାର ଗ୍ରହଣ କରିବାର ସମ୍ଭାବନା ଅଛି। ରୋଜଗାର ବୃଦ୍ଧି ପାଇବ। ଚାକିରିର ପଦୋନ୍ନତି ସମ୍ଭବ। ମକର- ଖରାପ ଖବର ଗ୍ରହଣ କରାଯାଇପାରେ। ଉତ୍ସାହର ଅଭାବ ରହିବ। ସ୍ୱାସ୍ଥ୍ୟ ଦୁର୍ବଳ ରହିବ । ଦୈଡ଼ ଅଧିକ ହେବ। ଘର-ପାରିବାରିକ ଚିନ୍ତାଧାରା ରହିବ । ଅନ୍ୟମାନଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରନ୍ତୁ ନାହିଁ ।
ମୀନ- ବାଣିଜ୍ୟର ଲାଭ ଅଛି । ସାଙ୍ଗମାନଙ୍କୁ ସାହାଯ୍ୟ କରିବାକୁ ସମର୍ଥ ହେବେ । ଆପଣ କଠିନ ପରିଶ୍ରମର ଫଳ ପାଇବେ। ଏହାର ପ୍ରଭାବ ଚାକିରିରେ ବୃଦ୍ଧି ପାଇବ। ଉଚ୍ଚ ପଦାଧିକାରୀମାନେ ଖୁସି ହେବେ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ତୂଳା- ସୃଜନଶୀଳ କାର୍ଯ୍ୟ ସଫଳ ହେବ। ପାର୍ଟି ଏବଂ ପିକନିକ୍ ଆୟୋଜନ କରାଯାଇ ପାରିବ। ଆପଣ ସୁସ୍ୱାଦୁ ଖାଦ୍ୟର ଲାଭ ପାଇବେ। ଜୀବନ ଖୁସି ହେବ। ବିବାଦକୁ ପ୍ରୋତ୍ସାହିତ କରନ୍ତୁ ନାହିଁ। ବକ୍ତବ୍ୟରେ ନିୟନ୍ତ୍ରଣ ଆବଶ୍ୟକ।
କନ୍ୟା- ଅନାବଶ୍ୟକ ଖର୍ଚ୍ଚ ହେବ। ବ୍ୟବସାୟ ଅନୁକୂଳ ଲାଭ ପ୍ରଦାନ କରିବ। ଚାକିରିରେ ଶାନ୍ତି ରହିବ। ନୂତନ ବନ୍ଧୁ ସୃଷ୍ଟି ହେବ। ମୂଲ୍ୟବାନ ସାମଗ୍ରୀକୁ ସୁରକ୍ଷିତ ରଖନ୍ତୁ। ବିପଦ ଆସିପାରେ। ମେଷ- ମୂଲ୍ୟବାନ ସାମଗ୍ରୀକୁ ସୁରକ୍ଷିତ ରଖନ୍ତୁ। ଚିନ୍ତା ରହିବ। ବ୍ୟବସାୟ ଭଲ କରିବ। ବକ୍ତବ୍ୟରେ ହାଲୁକା ଶବ୍ଦ ବ୍ୟବହାର କରିବା ଠାରୁ ଦୂରେଇ ରୁହନ୍ତୁ। ଏକ ଅପଚୟ ହେବ। ଅସଂଗଠିତତା କ୍ଷତି ଘଟାଇବ।
ଧନୁ- ଲାଭ ସୁଯୋଗ ଆସିବ। ଅଫିସରେ ଚାକିରିର ସୁଖ ଦେଖାଇବ । ବ୍ୟବସାୟ ବୃଦ୍ଧି ପାଇବ । ବିନିଯୋଗ ଇତ୍ୟାଦି ଅନୁକୂଳ ଲାଭ ଦେବ । ପରିବାରର ସହାୟତା ପାଇବାରେ ସୁଖ, ଉତ୍ସାହ ଏବଂ ସନ୍ତୁଷ୍ଟତା ରହିବ। କର୍କଟ- ଭ୍ରମଣ ଲାଭଦାୟକ ହେବ। ଅଟକି ରହିଥିବା ଟଙ୍କା ଧରିବାକୁ ଚେଷ୍ଟା କରନ୍ତୁ। ବ୍ୟବସାୟ ଅନୁକୂଳ ଲାଭ ପ୍ରଦାନ କରିବ। ଚାକିରିରେ ଅଧସ୍ତନମାନଙ୍କ ସହାୟତା ପାଇବେ। ଟଙ୍କା ପାଇବା ସହଜ ହେବ।
ବିଛା- ଆଘାତ ଏବଂ ଦୁର୍ଘଟଣା କ୍ଷତି ହୋଇପାରେ, ଯନ୍ତ୍ରଣା ଦେବ। ବିପଦ ଏବଂ ବନ୍ଧକ କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟ ଦୁର୍ବଳ ରହିବ। ବିବାଦକୁ ପ୍ରୋତ୍ସାହନ ଦିଅନ୍ତୁ ନାହିଁ, ଦୁଃଖ ଆସିପାରେ। ଅଂଶୀଦାରମାନଙ୍କ ସହିତ ମତ ପାର୍ଥକ୍ୟ ହୋଇପାରେ। କୁମ୍ଭ- ଧର୍ମ ପ୍ରତି ଆଗ୍ରହ ପ୍ରକାଶ କରିବେ। ସତସଙ୍ଗର ଲାଭ ହେବ। ତୀର୍ଥଯାତ୍ରା ଯୋଜନା କରାଯିବ। ଅନାବଶ୍ୟକ ଖର୍ଚ୍ଚ ହେବ। ସରକାରୀ ସହାୟତା ମିଳିବ। ବ୍ୟବସାୟ ବୃଦ୍ଧି ପାଇବ। ବିରୋଧୀମାନେ ସକ୍ରିୟ ରହିବେ।
ବୃଷ- ବନ୍ଧୁ ଏବଂ ସମ୍ପର୍କୀୟଙ୍କୁ ସମର୍ଥନ କରିବାକୁ ସମର୍ଥ ହେବେ। ଆପଣ ସାମାଜିକ ସ୍ତରରେ ସମ୍ମାନ ପାଇବ । ବନ୍ଦ ହୋଇଥିବା କାର୍ଯ୍ୟ ସମାପ୍ତ ହେବ। ଏକ ନୂତନ ଯୋଜନା ପ୍ରସ୍ତୁତ ହେବ। ଅର୍ଥନୈତିକ କ୍ଷେତ୍ରରେ ଉନ୍ନତି ହେବ। ସିଂହ- ସ୍ଥାୟୀ ସମ୍ପତ୍ତି ବୃଦ୍ଧିର ଆଶା। ଅଂଶୀଦାରମାନଙ୍କ ସହଯୋଗ ମିଳିବ। ବ୍ୟବସାୟ ପାଇଁ ଏକ ବଡ ଡିଲ୍ କରିପାରିବେ। ପ୍ରଗତିର ରାସ୍ତା ପକ୍କା ହେବ। ରୋଜଗାର ବୃଦ୍ଧି ପାଇବ। ବାଣିଜ୍ୟ-ବ୍ୟବସାୟରେ ଅନୁକୂଳ ଆଗ୍ରହ ରହିବ।

