Author: Samikhsya Bureau

ଭୁବନେଶ୍ବର: ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଗତକାଲି ଶେଷ ହୋଇଛି ନାମାଙ୍କନ ପତ୍ର ଦାଖଲ। ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଂଗପୁର, ବ୍ରହ୍ମପୁର ଏବଂ କଳାହାଣ୍ଡି ଲୋକସଭା ଏବଂ ଏହା ଅଧିନରେ ଥିବା ୨୮ ଟି ବିଧାନସଭାର ନିର୍ବାଚନ ହେବ। ଏହି ନିର୍ବାଚନ ଆସନ୍ତା ୧୩ ତାରିଖରେ ହେବ। ଆଜି ନାମାଙ୍କନ ପତ୍ର ଯାଞ୍ଚ କରାଯାଇ ଚୁଡାନ୍ତ ତାଲିକା ବାହାରିବ। ତେବେ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୁତ୍ର ଅନୁସାରେ ଅନୁଷ୍ଠିତ ହେଉଥିବା ୪ଟି ଲୋକସଭା ଆସନରେ ମୋଟ ୩୯ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରିବା ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଏମାନେ ମୋଟ ୭୫ଟି ନାମାଙ୍କନ ପତ୍ର ଦାଖଲ କରିଥିବାର ଜଣାପଡିଛି। ତେବେ ଏହି ୪ଟି ଲୋକସଭା ଆସନ ମଧ୍ୟରୁ କୋରାପୁଟରେ ସର୍ବାଧିକ ୧୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ଓଡିଶାର ପ୍ରଥମ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଥିବା ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳି…

Read More

ଭୁବନେଶ୍ବର: କଂଗ୍ରେସ ପାଇଁ ପ୍ରଚାର କରିବାକୁ ଓଡିଶା ଆସିବେ ରାହୁଳ ଗାନ୍ଧୀ। ଆସନ୍ତା 28 ତାରିଖରେ ସେ ଦିନିକିଆ ପ୍ରଚାରରେ ଓଡିଶା ଆସୁଛନ୍ତି ବୋଲି କଂଗ୍ରେସ କହିଛି। ଓଡିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି ଯେ, ରାହୁଳ ଗାନ୍ଧୀ ଭୁବନେଶ୍ବର ପହଞ୍ଚିବା ପରେ ସାଲେପୁର ଯିବେ। ସାଲେପୁରରେ କଂଗ୍ରେସ ଏକ ବିରାଟ ଆୟୋଜନ କରିଛି। ସେଠାରେ ରାହୁଳ ଗାନ୍ଧୀ ପହଞ୍ଚିବା ପରେ ତାଙ୍କୁ ଏକ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରାଯିବ। ଏହାପରେ ସେ ଏକ ବିଶାଳ ଜନସମାଜକୁ ଉଦବୋଧନ ଦେବେ। ସେ ଉତ୍କଳଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ପ୍ରଚାର କାର୍ଯ୍ୟ ଆରମ୍ଭ କରିବେ।

Read More

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ କୋରାପୁଟ ଜିଲ୍ଲା ବିଷମକଟକ ଓ ଗୁଣୁପୁର ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି।ଏହି ସଭାରେ ହଜାର ହଜାର ସଂଖ୍ୟାରେ ଉପସ୍ଥିତ ରହି ଜନସାଧାରଣ ଶ୍ରୀ ପାଣ୍ଡିଆନଙ୍କୁ ଭବ୍ୟ ସ୍ବାଗତ କରିଥିଲେ । ବିରୋଧୀଙ୍କୁ ନିଜ ଭାଷଣରେ ଶାଣିତ ଆକ୍ରମଣ କରି ଶ୍ରୀ ପାଣ୍ଡିଆନ କହିଲେ ଯେ ଲୋକଙ୍କ ଉତ୍ସାହ ଦେଖି, ସେମାନଙ୍କ ବିଶାଳ ଉପସ୍ଥିତି ଦେଖି ବିରୋଧୀଙ୍କ ନିଦ ହଜିଛି । ସେମାନେ ଲୋକଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ନିର୍ବାଚନ ସମୟରେ ସେମାନେ ମିଠା ମିଠା କଥା କୁହନ୍ତି, ନିର୍ବାଚନ ସରିଗଲେ ଖୋଜିଲେ ବି ମିଳନ୍ତି ନାହିଁ, ଓଡିଶା ପାଇଁ ସେମାନେ ଟଙ୍କାକର କାମ କରିନାହାନ୍ତି। ନିର୍ବାଚନ ସରିଲେ ମୁଁ କିନ୍ତୁ ଆପଣମାନଙ୍କ ପାଖକୁ ଧନ୍ୟବାଦ ଦେବାକୁ ଆସିବି। ଜନଜାତିଙ୍କ କଳା ସଂସ୍କୃତିର ସୁରକ୍ଷା…

Read More

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ କମ୍ ମତଦାନ ଭାରତୀୟ ଜନତା ପାର୍ଟିକୁ ନିଜର ରଣନୀତି ବଦଳାଇବାକୁ ବାଧ୍ୟ କରିଛି। ଏପର୍ଯ୍ୟନ୍ତ ନିରବ ଥିବା ପ୍ରସଙ୍ଗକୁ ନେଇ ଦଳର ଜାତୀୟ ଅଭିଯାନ ଅଧିକ ପ୍ରଭାବିତ ହେଉଛି। ଏପ୍ରିଲ ୧୯ରେ ଦେଶର ୧୦୨ଟି ଲୋକସଭା ଆସନରେ ମତଦାନ ହୋଇଛି। ଏହି ୧୦୨ଟି ଆସନରେ ୪ ପ୍ରତିଶତ ମତଦାନ କମ୍‍ ହୋଇଥିବାବେଳେ ଗଣମାଧ୍ୟମଠାରୁ ଆରମ୍ଭ କରି ସୋସିଆଲ ମିଡିଆ ପର୍ଯ୍ୟନ୍ତ ଏହି ମାମଲା ମୁଖର ହୋଇଛି। ପ୍ରଥମ ପର୍ଯ୍ୟାୟ ମତଦାନ ପରେ ରାଜସ୍ଥାନର ବାଂଶୱାଡ଼ାରେ ପ୍ରଧାନମନ୍ତ୍ରୀ ମୋଦି ନିଜ ପୁରୁଣା ଶୈଳୀରେ ମୁଖ୍ୟ ପ୍ରସଙ୍ଗ ଉପରେ କହିବା ଆରମ୍ଭ କରିଛନ୍ତି। ଏହି ରାଲିରେ ପ୍ରଧାନମନ୍ତ୍ରୀ ମୁସଲମାନ, ରାମନବମୀ ଏବଂ କଂଗ୍ରେସର ତୁଷ୍ଟୀକରଣ ବିଷୟରେ ଉଲ୍ଲେଖ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ତତ୍ତ୍ୱାବଧାନରେ ବିଜେପିର ଶୀର୍ଷ ନେତାମାନେ ବିଗତ ୫ ବର୍ଷ ଧରି ‘ବିକଶିତ ଭାରତ’, ‘୪୦୦ ପାର୍‍’ ଏବଂ ‘ତୃତୀୟ ବୃହତ୍ତମ ଅର୍ଥନୀତି’ ସ୍ଲୋଗାନରେ ଲୁଚି…

Read More

ଭୁବନେଶ୍ବର: ଚଳିତ ଗ୍ରୀଷ୍ମ ଋତୁ ତଥା ବର୍ତ୍ତମାନର ନିର୍ବାଚନୀ ମାହୋଲରେ ସବୁ ଦଳ ବ୍ୟସ୍ତ ଥିବା ବେଳେ ସମ୍ବଲପୁରରେ ଉତ୍କଟ ରକ୍ତାଭାବକୁ ଲକ୍ଷ୍ୟ କରି ସମ୍ବଲପୁର ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ସୌଜନ୍ୟରୁ ଏକ ଜରୁରୀକାଳୀନ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି । ଏହି ଶିବିରରେ ନିଜେ ରାଜ୍ୟ ସାଂଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ରକ୍ତଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ “ପ୍ରତିଟି ଜୀବନ ମୁଲ୍ୟବାନ” ଉକ୍ତିକୁ ସାର୍ଥକ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜୁ ଜନତା ଦଳ ସବୁ ସମୟ ଅସମୟରେ ଲୋକଙ୍କ ସହ ରହେ ଏହା ଶ୍ରେଷ୍ଠ ପ୍ରମାଣ। ଏହି ଶିବିରରେ ଅତିଥି ଭାବେ ଅନ୍ୟ ମାନଙ୍କ ମଧ୍ୟରେ ସମ୍ବଲପୁର ବିଧାନସଭା ପ୍ରାର୍ଥୀ ରୋହିତ ପୂଜାରୀ, ଜିଲ୍ଲା ଯୁବ ସଭାପତି ଲକ୍ଷ୍ମୀ ପ୍ରସାଦ ମହାପାତ୍ର, ଜିଲ୍ଲା ଛାତ୍ର ସଭାପତି ସୁଭ୍ରାଶୁଂ ପାଢ଼ୀ, ଓଡିଶା ମୋ ପରିବାର…

Read More

ଭୁବନେଶ୍ଵର: ନିର୍ବାଚନ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେଇଛନ୍ତି ବିହିତ ପଦକ୍ଷେପ। ସେହି ଅନୁସାରେ ଆଜି ରାଜ୍ୟ ସରକାର ଜାରୀ କରିଛନ୍ତି ଏକ ବିଜ୍ଞପ୍ତି। ଏତିରେ   ଓଡ଼ିଶାର ୬ ନେତାଙ୍କୁ ଯୋଗାଇ ଦିଆଯିବ ସ୍ଵତନ୍ତ୍ର ସୁରକ୍ଷା ବ୍ୟବସ୍ଥା। ୩ ନେତାଙ୍କୁ Z ସୁରକ୍ଷା ଏବଂ ଅନ୍ୟ ୩ ନେତାଙ୍କୁ Y ଶ୍ରେଣୀର ସୁରକ୍ଷା ଯୋଗାଇ ଦିଆଯିବ ବୋଲି ରାଜ୍ୟ ସିକ୍ୟୁରିଟି ଓ୍ଵିଙ୍ଗ୍, ସ୍ପେଶାଲ ବ୍ରାଞ୍ଚ ପକ୍ଷରୁ କୁହାଯାଇଛି। ବିଜ୍ଞପ୍ତି ଅନୁସାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କୁ ସ୍ଵତନ୍ତ୍ର Z ସୁରକ୍ଷା ଯୋଗାଇ ଦିଆଯିବ। ସେହିପରି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ପିସିସି ସଭାପତି ଶରତ ପଟ୍ଟନାୟକ ଏବଂ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ Y ଶ୍ରେଣୀ ସୁରକ୍ଷା ଦିଆଯିବ।

Read More

ଭୁବନେଶ୍ବର: ଆଜି ବଲାଙ୍ଗିର ଲୋକସଭା କ୍ଷେତ୍ର ସୋନପୁରରେ ଗର୍ଜନ କରିଛନ୍ତି ବିଜେପି ଚାଣକ୍ୟ ତଥା ଗୃହମନ୍ତ୍ରୀ ଅମିତ ଶାହ। ସେଠାରେ ସେ ଭରପୁର ଜନସମାବେଶରେ ଏଥର ଓଡିଶାରେ ବିଜେପି ସରକାର ଆସିବ ବୋଲି ଲୋକଙ୍କୁ ଆହ୍ବାନ ଦେଇଛନ୍ତି। ସେହିପରି ଓଡିଶାରୁ 20 ରୁ ଅଧିକ ବିଜେପି ଲୋକସଭା ପ୍ରାର୍ଥୀ ଜିତିକି ଯିବେ ବୋଲି ସେ ଲୋକଙ୍କୁ ପ୍ରଶ୍ନ କରିଛନ୍ତି। ଶାହ ଭାଷଣରେ ସେ ନବୀନ ପଟ୍ଟନାୟକ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ଓଡିଶାରୁ ନବୀନ ସରକାରକୁ ଉପାଡି ଦେଇ ବିଜେପି ସରକାର ଆଣ ଦେଖିବ ରାଜ୍ୟର କିପରି ବିକାଶ ହେଉଛି। ସେହିପରି ଓଡିଶାର ବିକାଶ ଦିଗରେ ନବୀନ ପଟ୍ଟନାୟକ କୌଣସି ପଦକ୍ଷେପ ନେଇ ନାହାଁନ୍ତି। ଓଡିଶାର ଲୋକେ ଦାଦନ ଖଟିବାକୁ ଯାଉଛନ୍ତି। ହେଲେ ଓଡିଶାରେ ବିଜେପି ସରକାର ଆସିଲେ ଏଠାରେ କଳକାରଖାନା ହେବ। ଓଡିଶାର ଲୋକେ ଆଉ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯିବେ ନାହିଁ। ସେହିପରି…

Read More

ଭୁବନେଶ୍ବର: ଆସନ୍ତାକାଲିଠାରୁ ରାଜ୍ୟରେ ହେବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଅର୍ଥାତ ଆକାଶରୁ ଖସିବ ଅଗ୍ନି ବର୍ଷା। ଏ ନେଇ ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ପ୍ରଦାନ କରାଯାଇଛି। ଏହି ପ୍ରଚଣ୍ଡ ତାତି ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ସୂଚନା ଦିଆଯାଇଛି। ତେବେ ପାଣିପାଗ ବିଭାଗ ୯ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରିକରିଛି। ସେଗୁଡିକ ହେଲା ବାଲେଶ୍ବର, ମୟୂରଭଞ୍ଜ, ଢେଙ୍କାନାଳ, ଝାରସୁଗୁଡା, ଗଞ୍ଜାମ, ଗଜପତି, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି ଜିଲ୍ଲା। ସେହିପରି ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୧୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୨୭ ତାରିଖରେ ୧୫ ଜିଲ୍ଲାକୁ ରେଡ ଆଲର୍ଟ ରହିଛି। ୨୮ ଓ ୨୯ ତାରିଖରେ ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ୩୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ରାଜ୍ୟରେ ପ୍ରବଳ ତାତି ପ୍ରବାହିତ ହୋଇଛି। ସବୁଠୁ ତତଲା ସହର ପାଲଟିଛି ରାଜଧାନୀ ଭୁବନେଶ୍ବର।…

Read More

ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି କୋରାପୁଟ ଜିଲ୍ଲା ପଟାଙ୍ଗୀ ଓ ଲକ୍ଷ୍ମୀପୁରର ଦଶମନ୍ତପୁର ରୁ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି। ଏହି ସଭାରେ ହଜାର ହଜାର ସଂଖ୍ୟାରେ ଉପସ୍ଥିତ ରହି ଜନସାଧାରଣ ଶ୍ରୀ ପାଣ୍ଡିଆନଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ଉଭୟ ସଭାରେ ଅନେକ କଂଗ୍ରେସ ନେତା ଓ କର୍ମୀ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ବିରୋଧୀଙ୍କୁ ନିଜ ଭାଷଣରେ ଶାଣିତ ଆକ୍ରମଣ କରି ଶ୍ରୀ ପାଣ୍ଡିଆନ କହିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲକ୍ଷ ଲକ୍ଷ ଲୋକ ସ୍ବାସ୍ଥ୍ୟସେବା ପାଉଥିବା ବେଳେ, ଜଣେ କେନ୍ଦ୍ରମନ୍ତ୍ରୀ ଏହାକୁ ବନ୍ଦ କରିବାକୁ ଷଡଯନ୍ତ୍ର କରୁଛନ୍ତି। ଏପରିକି ମା ମାନଙ୍କୁ ଆମେ ଦୁବାଇ ପଠାଉଛୁ। ତାକୁ ବି ସେମାନେ ସହିପାରୁ ନାହାନ୍ତି। ସେ କାର୍ଯ୍ୟକ୍ରମକୁ ବନ୍ଦ କରିଦେଲେ। ଜନତା ତାଙ୍କୁ…

Read More

ସମ୍ବଲପୁର: ଗତକାଲି ଓଡିଶାର ପ୍ରତିଷ୍ଠିତ ନାଟ୍ୟକାର ବିନୋଦ ପଶାୟତଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି। ଆଜି ତାଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କରିଛନ୍ତି ସମ୍ବଲପୁର ଲୋକସଭାର ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ଏ ନେଇ ସେ ନିଜ ସାମାଜିକ ଗଣମାଧ୍ୟମରେ ମଧ୍ୟ ସେ ସୂଚନା ପ୍ରଦାନ କରିଛନ୍ତି। ସେ ଲେଖିଛନ୍ତି ଯେ, ” ସମ୍ବଲପୁର ମାଟିର ବିଶିଷ୍ଟ ନାଟ୍ୟକାର ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ଶ୍ରୀ ବିନୋଦ କୁମାର ପଶାୟତଙ୍କୁ ଭେଟି ସମ୍ବର୍ଦ୍ଧିତ କରିବାର ସୌଭାଗ୍ୟ ମିଳିଲା। ଶ୍ରୀ ପଶାୟତଙ୍କ ଓଜସ୍ବୀ ସାହିତ୍ୟ ସର୍ଜନା ସାରା ଦେଶରେ ଆମ ମାଟିର ଯଶକୁ ବଢ଼ାଇଛି। ସେ ସବୁବେଳେ ସୁସ୍ଥ ରୁହନ୍ତୁ ଏବଂ ତାଙ୍କ ରଚନା ଆମ ସମାଜକୁ ଆହୁରି ପ୍ରେରଣା ଯୋଗାଉ, ମା’ ସମଲେଶ୍ୱରୀଙ୍କ ନିକଟରେ ଏତିକି ପ୍ରାର୍ଥନା।’

Read More

ବାଲୁଗାଁ( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା 16 ନମ୍ବର ଜାତୀୟ ରାଜପଥ ନୂଆଗଡ ଓଭରବ୍ରିଜ ନିକଟରେ ଏକ ଯାତ୍ରୀବାହି ଅଟୋ ଭାରସାମ୍ୟ ହରାଇ ଲେଉଟିବା ଫଳରେ ପାଞ୍ଚ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ମୁତାବକ ଅଟୋଟି ଚଣ୍ଡେଶ୍ୱର ଅଞ୍ଚଳରୁ ବାହାରି ଗଞ୍ଜାମ ପଥରା ଅଞ୍ଚଳକୁ ଯାଉଥିବା ବେଳେ ନୂଆଗଡ ଓଭରବ୍ରିଜ ନିକଟରେ ଭାରସାମ୍ୟ ହରାଇ ଲେଉଟିପଡ଼ିଛି। ଫଳରେ ଅଟୋ ମଧ୍ୟରେ ଥିବା ୩ ଜଣ ପୁରୁଷ ଓ ୨ ଜଣ ମହିଳା ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ବର୍ତ୍ତମାନ ଦୁର୍ଘଟଣାସ୍ଥଳରେ ନାଭାଲ ଫାଣ୍ଡି ପୋଲିସ ଏବଂ ଆମ୍ବୁଲାନ୍ସ ପହଞ୍ଚି ଗୁରୁତରଙ୍କୁ ଚିକିତ୍ସା ପାଇଁ ମେଡିକାଲ ନେଉଥିବାର ଜଣାପଡିଛି।

Read More

ବାଲୁଗାଁ( ସୀତାରାମ ଅଗ୍ରୱାଲ): ସାରା ଦେଶରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ସରକାର ତଥା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଜନସାଧାରଣଙ୍କ ପାଇଁ ପାନୀୟ ଜଳ ବ୍ୟବସ୍ଥା କରାଯାଉଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ରେଳ ଷ୍ଟେସନ ପରିସରରେ ଆଜି ଯାତ୍ରୀ ମାନଙ୍କ ନିମନ୍ତେ ରେଳ ସୁରକ୍ଷା ବଳ(ଆରପିଏଫ) ପକ୍ଷରୁ ଜଳଛତ୍ର ଉଦଘାଟନ ହୋଇଛି। ଏହାକୁ ଆରପିଏଫ ଆଇଆଇସି ଜିତେନ୍ଦ୍ର ମୌର୍ୟ ଉଦଘାଟିତ କରିଥିଲେ। ଏହି ଅବସରରେ ଆଜି ପ୍ରଥମ ଦିନରରେ ବିଭିନ୍ନ ଟ୍ରେନର ପାଖାପାଖି 1500 ଯାତ୍ରୀଙ୍କୁ ଆରପିଏଫ ପକ୍ଷରୁ ଥଣ୍ଡା ପାଣି, ଘୋଳ ଦହି ଏବଂ ସର୍ବତ ବିତରଣ କରାଯାଇଛି। ଉକ୍ତ କାର୍ଯ୍ୟରେ ସ୍ଥାନୀୟ ସ୍ବେଛାସେବୀ ସଂଗଠନ ମାନେ ମଧ୍ୟ ସାହାଯ୍ୟ କରିଛନ୍ତି। ତେବେ ଏହାଦ୍ୱାରା ଯାତ୍ରୀମାନେ ଗ୍ରୀଷ୍ମ ଦାଉରୁ ସାମୟିକ ଆଶ୍ବସ୍ତି ପାଉଛନ୍ତି। ବାଲୁଗାଁ ଆରପିଏଫର ଉକ୍ତ ସେବା କାର୍ଯ୍ୟକୁ ଜନସାଧାରଣ ମାନେ ପ୍ରଶଂସା କରିଛନ୍ତି।

Read More

ଭୁବନେଶ୍ବର: ପାଖେଇଲା ଓଡିଶା ନିର୍ବାଚନ। ଆସନ୍ତା ମେ ୧୩ ତାରିଖରେ ହେବ ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏଥିରେ ରାଜ୍ୟର ଚାରିଟି ଲୋକସଭା ଏବଂ ଏହା ଅଧିନରେ ଥିବା ବିଧାନସଭାର ନିର୍ବାଚନ ହେବ। ସେଥିପାଇଁ ନାମାଙ୍କନ ପତ୍ର ଦାଖଲର ଆଜି ହେଉଛି ଶେଷ ଦିନ। ଆସନ୍ତାକାଲି ପ୍ରାର୍ଥିପତ୍ର ଯାଞ୍ଚ ହେବ। ଏହାପରେ ଚୁଡାନ୍ତ ତାଲିକା ପ୍ରକାଶ କରାଯିବ। ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଏପ୍ରିଲ ୨୯ ତାରିଖ ସୁଦ୍ଧା କରିବା ପାଇଁ କୁହାଯାଇଛି। ଏହାପରେ ମେ ୧୩ ତାରିଖରେ ଭୋଟ ଗ୍ରହଣ ହେବ। ପ୍ରଥମ ପର୍ଯ୍ୟାୟରେ ଚାରିଟି ଲୋକସଭା କ୍ଷେତ୍ର ପାଇଁ ନିର୍ବାଚନ ହେବ। ସେଗୁଡିକ ହେଲା କଳାହାଣ୍ଡି, କୋରାପୁଟ, ନବରଂଗପୁର ଏବଂ ବ୍ରହ୍ମପୁର ଲୋକସଭା ଆସନ ପାଇଁ ଭୋଟ ହେବ। ତେବେ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ ଗତକାଲି ପର୍ଯ୍ୟନ୍ତ ଲୋକସଭା ପାଇଁ ୨୩ ଜଣ ଏବଂ ବିଧାନସଭା ପାଇଁ ୫୫ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

Read More

ଭୁବନେଶ୍ବର: ଆଜି ନିର୍ବାଚନ ପ୍ରଚାରରେ ଓଡିଶା ଆସୁଛନ୍ତି ବିଜେପିର ଚାଣକ୍ୟ ଅମିତ ଶାହ। ଆଜି ଅପରାହ୍ନରେ ସେ ସୋନପୁରରେ ଏକ ସଭାରେ ଯୋଗ ଦେବେ। ତଥ୍ୟ ଅନୁସାରେ ସେ ଅପରାହ୍ନ ୩ଟା ୪୫ରେ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିବେ। ଏହା ପରେ ୩ଟା ୫୦ରୁ ସ୍ୱତନ୍ତ୍ର ହେଲିକପ୍ଟର ଜରିଆରେ ସୋନପୁର ଯିବେ। ସୋନପୁର ରାମେଶ୍ୱରମ୍ ଷ୍ଟାଡିଅମରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିବେ।ଏହାପରେ ଅପରାହ୍ନ ସାଢେ ୫ଟାରେ ସେ ପୁଣି ଝାରସୁଗୁଡା ବିମାନବନ୍ଦର ପହଞ୍ଚି ଭୁବନେଶ୍ବର ଅଭିମୁଖେ ଆସିବେ। ସନ୍ଧ୍ୟା ୬ଟା ୫୫ରେ ଭୁବନେଶ୍ୱର ପହଁଚି ସେ ରାଜ୍ୟ ବରିଷ୍ଠ ନେତାଙ୍କ ସହ ନିର୍ବାଚନ ରଣନୀତି ନେଇ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ବିଜେପି ପାଇଁ ଅମିତ ଶାହ ନିର୍ବାଚନ ପ୍ରଚାରର ପ୍ରଥମ ବିଗୁଲ ବଜାଇବେ। କାରଣ ଏ ପର୍ଯ୍ୟନ୍ତ କୌଣସି କେନ୍ଦ୍ରୀୟ ନେତା ଓଡିଶାକୁ ପ୍ରଚାର ପାଇଁ ଆସି ନାହାଁନ୍ତି। ଖୋଦ ଗୃହମନ୍ତ୍ରୀ ପ୍ରଚାରରେ ଆସୁଥିବାରୁ ଓଡିଶା…

Read More

ଭୁବନେଶ୍ୱର: ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, କର୍ପୋରେଟର ମିହିର କୁମାର ରାଉତ, ନିର୍ମଳ ରାଉତ, ସନ୍ତୋଷ ନାଥ, ଜୟନ୍ତୀ ସାହୁ ଓ ସରପଞ୍ଚ ହେମନ୍ତ ପରିଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ନେତା ଓ କର୍ମୀଙ୍କୁ ଶ୍ରୀ ରାଉତ, ଶ୍ରୀମତୀ ଦାସ, ଡକ୍ଟର ପାତ୍ର, ଶ୍ରୀ ମିହିର ରାଉତ, ଶ୍ରୀ ନିର୍ମଳ ରାଉତ, ଶ୍ରୀ ନାଥ, ଶ୍ରୀମତୀ ସାହୁ ଓ ଶ୍ରୀ ପରିଡା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ରାଉତ, ଶ୍ରୀମତୀ ଦାସ, ଡକ୍ଟର ପାତ୍ର, ଶ୍ରୀ…

Read More

ଭୁବନେଶ୍ୱର: ଓଡିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୈାଣସି ତଥ୍ୟ ଆଧାରରେ ମିଛ, ଭିତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି, ଯାହା ସେମାନଙ୍କର ଅଭ୍ୟାସ। ୨୦୧୯ ମସିହାରେ ମଧ୍ୟ ଏଭଳି ତଥାକଥିତ ଚାର୍ଜଶିଟ୍ ଓଡିଶା ବିଜେପି ପକ୍ଷରୁ ଅଣାଯାଇଥିଲା, ଯେତେବେଳେ ସେମାନେ ବୁଝିଯାଇଥିଲେ ଯେ, ଅତି ଦୟନୀୟ ଭାବେ ସେମାନେ ହାରିବାକୁ ଯାଉଛନ୍ତି ବୋଲି କହିଛନ୍ତି ବିଜେଡି ନେତ୍ରୀ ଡକ୍ଟର ଲେଖାଶ୍ରୀ ସାମନ୍ତସିଂହାର। ଡକ୍ଟର ସାମନ୍ତସିଂହାର ଆଜି ଏଠାରେ ଗଣମାଧ୍ୟମକୁ କହିଛନ୍ତି ଯେ ୨୦୨୪ରେ ମଧ୍ୟ ସେମାନେ ଅତି ଶୋଚନୀୟ ଭାବେ ହାରିବାକୁ ଯାଉଥିବା ଜାଣିସାରିଲେଣି। ଆଉ ସେଥିପାଇଁ ସେମାନେ ବିନା କୈାଣସି ତଥ୍ୟ ପ୍ରମାଣ ଆଧାରରେ ଏଭଳି ମିଛ, ଭିତିହୀନ ଏବଂ ନିରାଧାର ଅଭିଯୋଗ ମାନ ଆଣିଛନ୍ତି। କିଛି ଉଦାହରଣ ଉପରେ ନଜର ପକାନ୍ତୁ, କିଭଳି ଚାର୍ଜଶିଟ୍ ନାଁରେ ଭିତିହୀନ ଏବଂ କପୋଳକଳ୍ପିତ କଥା ଉଲ୍ଲେଖ କରାଯାଇଛି। କେନ୍ଦ୍ରୀୟ…

Read More

ଭୁବନେଶ୍ବର: ସାରା ଓଡିଶା ଏକ ପରିବାର। ବିଜୁ ଜନତା ଦଳ ଏକ ପରିବାର। ଏ ପରିବାରର ମୁଖ୍ୟ ନବୀନ ପଟ୍ଟନାୟକ ସବୁବେଳେ ଆମ ସାଥିରେ ଅଛନ୍ତି। ମୁଁ ତ ନିମିତ୍ତ ମାତ୍ର। ଆପଣଙ୍କ ସେବା କରିବା ପାଇଁ ମୁଖ୍ୟମନ୍ତ୍ରୀ ମତେ ଏଠିକି ପଠାଇଛନ୍ତି। ଆପଣଙ୍କ ଆଶୀର୍ବାଦ ରହିଲେ ଦିଲ୍ଲୀ ଦରବାରରେ ଏ ଅଞ୍ଚଳର ସ୍ୱର ଶାଣିତ କରିବି। ପଶ୍ଚିମ ଓଡିଶାରୁ ଭାରତୀୟ ଜନତା ପାର୍ଟିର ପାଞ୍ଚ ଜଣ ସାଂସଦକୁ ଆପଣମାନେ ନିର୍ବାଚିତ କରି ପଠାଇଲେ। ହେଲେ ଏ ଅଞ୍ଚଳର ବିକାଶ ପାଇଁ ଆଜି ପର୍ଯ୍ୟନ୍ତ ସେମାନେ ମୁହଁ ଖୋଲି ନାହାନ୍ତି। ବିଜୁ ଜନତା ଦଳ ଉପରେ ଭରସା ରଖନ୍ତୁ। ଏଥର ଯୋଡି ଶଙ୍ଖରୁ ବିକାଶର ସ୍ୱର ଶୁଭିବ ବୋଲି ମାରାଥନ ପ୍ରଚାର ସମୟରେ ଜନସାଧାରଣଙ୍କୁ ଭରସା ଦେଇ କହିଛନ୍ତି ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ଆଜି ତାଳଚେରରେ ମା ହିଙ୍ଗୁଳାଙ୍କ…

Read More

ଭୁବନେଶ୍ବର: କଟକ ବାରବାଟୀ ବିଧାନସଭା ଆସନରୁ କଂଗ୍ରେସରୁ ପ୍ରାର୍ଥୀ ହୋଇପାରନ୍ତି ସୋଫିଆ ଫିର୍ଦ୍ଧୋସ। ଏ ନେଇ କଟକରେ ଚାଲିଛି ଗୁପ୍ତ ବୈଠକ। ତେବେ କଂଗ୍ରେସ ତରଫରୁ ଏ ପର୍ଯ୍ୟନ୍ତ ସେଠାରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇ ନ ଥିବାରୁ ଏହି ଚର୍ଚ୍ଚା ବଢିଛି। ସେ କଟକ ପାଇଁ ଏକ ଯୁବ ଚେହେରା ଭାବେ ଭଲ ଭୋଟ ହାସଲ କରିବେ ବୋଲି ଅନେକ ଆଶା କରିଛନ୍ତି। ତେବେ ପ୍ରଶ୍ନ ଉଠିଛି ଯେ, ଏହି ସୋଫିଆ ଫିର୍ଦ୍ଦୋସ କିଏ? ସେ ହେଉଛନ୍ତି କଟକ ବାରବାଟୀର ବର୍ତ୍ତମାନର ବିଧାୟକ ମହମ୍ମଦ ମୋକିମଙ୍କ ଝିଅ। ଯିଏ ବର୍ତ୍ତମାନ ମୋକିମଙ୍କ ବିଶାଳ ବିଲଡର ସଂସ୍ଥାକୁ ସମ୍ଭାଳୁଛନ୍ତି। ମୋକିମ ବର୍ତ୍ତମାନ ଆଇନ ଜାଲରେ ଛନ୍ଦି ହୋଇପଡିବା ପରେ ତାଙ୍କର ନିର୍ବାଚନ ଲଢିବା ଆଶା ମଉଳି ଯାଇଛି। ଫଳରେ ତାଙ୍କ ସ୍ଥାନରେ ଝିଅ ସୋଫିଆଙ୍କୁ ପ୍ରାର୍ଥୀ କରାଯିବ ବୋଲି ଜଣାପଡିଛି। ଏ ନେଇ ମହମ୍ମଦ ମୋକିମ ତାଙ୍କର କଟକ ବାସଭବନରେ ଏକ…

Read More

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳି-ଶେରଗଡରେ ବିରାଟ ଜନସଭା ସହ ଆଜି ବିଜୁ ଜନତା ଦଳର ବିଜୟ ଶଙ୍ଖ ଫୁଙ୍କିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ଓ ଶେରଗଡରେ ଦୁଇଟି ବିରାଟ ଜନସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଜୁ ଜନତା ଦଳର ବିଜୟ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ନବୀନ ପଟ୍ଟନାୟକ କହିଛନ୍ତି ଯେ ଯୋଡି ଶଙ୍ଖ ହେଉଛି ଓଡିଶାର ପରିଚୟ। ଯୋଡି ଶଙ୍ଖ ହେଉଛି ବିକାଶର ପରିଚୟ ବୋଲି ମତଦେଇ ସେ କହିଥିଲେ ଯେ ଓଡିଶାର ସାଢେ ଚାରି କୋଟି ଲୋକଙ୍କ ଆଶୀର୍ବାଦରେ ବିଜୁ ଜନତା ଦଳ ଚଳିତ ନିର୍ବାଚନରେ ଉଭୟ ବିଧାନସଭା ଓ ଲୋକସଭାରେ ବିପୁଳ ବିଜୟ ହାସଲ କରିବ। ସେ କହିଥିଲେ ଯେ ବିଜୁ ଜନତା ଦଳ ସବୁବେଳେ ଏକ ନମ୍ବର ଦଳ ହୋଇ ରହିଆସିଛି। ଜନତାଙ୍କ ଆଶୀର୍ବାଦରେ ଏହି ନିର୍ବାଚନରେ ମଧ୍ୟ ପୁଣି ଥରେ ଏକ ନମ୍ବର…

Read More

ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଧିରେ ଧିରେ ତାଙ୍କର ପ୍ରାର୍ଥୀ ତାଲିକା ଘୋଷଣା କରୁଛନ୍ତି। ଆଉ ମାତ୍ର ଛଅଟି ଆସନ ରହିଲା। ଶେଷ ଘୋଷଣାରେ ନବୀନ ଛଅଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ହେଲେ ଏହା ପୂର୍ବରୁ ସେ ତିନିଥର ୯ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ତେବେ ନବୀନ କଣ ପାଇଁ ୯ ପରି ଏକ ଅଛିଣ୍ଡା ଅଙ୍କର ତାଲିକା ଘୋଷଣା କଲେ। ପ୍ରଶ୍ନ ଉଠିଛି ଯେ, କଣ ନବୀନଙ୍କ ପାଇଁ ୯ ଅଙ୍କ ଶୁଭକର କି ? ଶୁଣାଯାଏ ଯେ, ନବୀନ ପଟ୍ଟନାୟକଙ୍କୁ କୁଆଡେ ଏହି ନିର୍ବାଚନ ୯ ଅଙ୍କ ଶୁଭକର। ସେଥିପାଇଁ ସେ ୯  କିମ୍ବା ଅଛିଣ୍ଡା ଅଙ୍କର ପ୍ରାର୍ଥୀ ଘୋଷଣା କରୁଛନ୍ତି। କୌଣସି ଜ୍ୟୋତିଷ କିମ୍ବା ସଂଖ୍ୟା ବିଶେଷଜ୍ଞଙ୍କ ସହିତ ଆଲୋଚନା କରିଛନ୍ତି ତାହା ଜଣାପଡି ନାହିଁ। ହେଲେ ନବୀନ ଚତୁର୍ଥ, ପଞ୍ଚମ, ଷଷ୍ଠ ଏବଂ ସପ୍ତମ ପ୍ରାର୍ଥୀ ତାଲିକା ଦେଖିଲେ…

Read More

ଭୁବନେଶ୍ବର: ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ନବୀନ ନିଜ ନିର୍ବାଚନ ମଣ୍ଡଳି ହିଞ୍ଜିଳିରେ ପ୍ରଚାର କରିବେ।  ସେଥିପାଇଁ ବିଜୁ ଜନତା ଦଳ ତରଫରୁ ଜୋରଜାର ପ୍ରସ୍ତୁତି କରିଛି। ଏହି ପ୍ରଚାର ବେଳେ ନବୀନ ଆସ୍କା ଓ ବ୍ରହ୍ମପୁର ଲୋକସଭା ଏବଂ ଏହାର ଅଧିନରେ ଥିବା ବିଧାନସଭା ନିର୍ବାଚନ ମଣ୍ଡଳିର ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ଏହାପରେ ନବୀନ ଆସନ୍ତାକାଲି ରାୟଗଡାରେ ପ୍ରଚାର କରିବେ। କୋରାପୁଟ ଲୋକସଭା ନିର୍ବାଚନ ମଣ୍ଡଳି ଏବଂ ଏହା ଅଧିନରେ ଥିବା ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନବୀନ ପ୍ରଚାର କରିବେ।

Read More