ଭୁବନେଶ୍ବର: ରାଜ୍ୟର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ ହଠାତ ପାଣ୍ଡିଆନଙ୍କୁ ଟାର୍ଗେଟ କରିବା ଆରମ୍ଭ କରିଛନ୍ତି। ସେ ସିଧା କହିଛନ୍ତି ଯେ, ବିଜେଡିରେ ଯେ ପର୍ଯ୍ୟନ୍ତ ଭି କେ ପାଣ୍ଡିଆନ ରହିବେ ସେ ପର୍ଯ୍ୟନ୍ତ ଦଳ ହାରିବ। ତାଙ୍କ ପାଇଁ ମୁଁ ବିଜେଡି ଛାଡିଲି ବୋଲି କହିଛନ୍ତି ଛଅ ଥର ସାଂସଦ ହୋଇଥିବା ବାବା ପ୍ରସନ୍ନ ପାଟ୍ଟଶାଣୀ। ପ୍ରସନ୍ନଙ୍କୁ ଚଳିତ ବିଧାନସଭା ନିର୍ବାଚନରେ ଚିଲିକା ଏବଂ ପରବର୍ତ୍ତି ସମୟରେ ଖୋର୍ଦ୍ଧାରୁ ବିଧାନସଭା ଟିକେଟ ଦିଆଯିବ ବୋଲି ଆଶା କରାଯାଉଥିଲା। ହେଲେ ଶେଷ ମୁହୁର୍ତ୍ତରେ ତାହା ବାତିଲ ହେଲା। ଫଳରେ ପାଟ୍ଟଶାଣୀ ବିଜେଡିର ପ୍ରଚାରରେ ସାମିଲ ହେଲେ ନାହିଁ। ନିର୍ବାଚନ ଫଳାଫଳ ବାହାରିବା ପରେ ଏବଂ ବିଜେପି ସରକାର କରିବା ପରେ ସେ ବିଜେପିରେ ଯୋଗ ଦେଇଛନ୍ତି। ହେଲେ ପ୍ରସନ୍ନଙ୍କ ଏହି କଥା ରାଜ୍ୟ ରାଜନୀତିରେ ବେଶ ଚର୍ଚ୍ଚା ହେଉଛି।
Author: Samikhsya Bureau
ନୂଆଦିଲ୍ଲୀ: ଚାଣକ୍ୟ ନୀତି ଅନୁସାରେ ଯେଉଁମାନେ ସାକ୍ଷାତରେ ସବୁବେଳେ ମିଠା କଥା କହନ୍ତି ସେମାନଙ୍କୁ ବର୍ଜନ କରନ୍ତୁ। କାରଣ ମିଠା କଥା କହି ଆପଣଙ୍କ ବିଶ୍ବାସକୁ ସେମାନେ ହରଣ କରନ୍ତି। ଆଉ ଠିକ୍ ସମୟରେ ପଛରୁ ଛୁରାଘାତ କରିଥାନ୍ତି। ଏହି ଶ୍ରେଣୀର ଲୋକେ ଆପଣଙ୍କୁ ବିଶ୍ବାସ ଜନ୍ମମାଇ ଆପଣଙ୍କର ଗୁପ୍ତ କଥା ହାତେଇ ନିଅନ୍ତି। ପରବର୍ତ୍ତି ସମୟରେ ଆପଣଙ୍କୁ ଅସୁବିଧାରେ ପକାନ୍ତି। ସେଥିପାଇଁ ମିଷ୍ଟଭାଷୀ ଲୋକଙ୍କଠାରୁ ସବୁବେଳେ ଦୂରେଇ ରହନ୍ତୁ। କଦାପି ସେମାନଙ୍କୁ ବିଶ୍ବାସକୁ ନିଅନ୍ତୁ ନାହିଁ। ହଁ ଆପଣ ତାଙ୍କ ସହିତ ସଂପର୍କ ରଖିପାରନ୍ତି, ହେଲେ ଗଭୀର ସଂପର୍କ ରଖନ୍ତୁ ନାହିଁ। ଏମାନେ ହେଉଛନ୍ତି ପୂର୍ଣ ବିଷ ମାଠିଆ ଉପରେ ଥିବା କିଛି ଅମୃତ ସଦୃଶ୍ୟ।
ଭୁବନେଶ୍ବର: ଘରେ ସୁଖ ଶାନ୍ତି ଓ ସମୃଦ୍ଧି ରଖିବ ପାଇଁ ଶୁକ୍ରବାର ଦିନ ମାତା ଲକ୍ଷ୍ମୀଙ୍କର ପୂଜା କରାଯାଇଥାଏ। ଲକ୍ଷ୍ମୀଙ୍କର ବିଧିବଦ୍ଧ ଭାବେ ପୂଜା କରିବା ଦ୍ବାରା ମାତା ଲକ୍ଷ୍ମୀ ପ୍ରସନ୍ନ ହୋଇ ଆଶୀର୍ବାଦ ପ୍ରଦାନ କରିଥା’ନ୍ତି। ଏହା ଦ୍ବାରେ ଘରେ ଧନ,ସମ୍ପତ୍ତି ଓ ସୁଖ ସର୍ବଦା ରହିଥାଏ। ତେବେ କେବେ କେବେ ଘରେ ବହୁ ପୂଜା ଅର୍ଚ୍ଚନା କରିବା ପରେ ମଧ୍ୟ ଘରେ ସବୁବେଳେ ଅଭାବ ଅନାଟନ ଲାଗିରହିଥାଏ। ତେବେ ଏହି ସମସ୍ୟାରୁ ମୁକ୍ତି ପାଇଁ ଆପଣ ଶୁକ୍ରବାରଦିନ ବିଶେଷ ପ୍ରକାରର ପୂଜା କରିପାରିବେ। ଯଦି ଆପଣଙ୍କ ପାଖରେ ଟଙ୍କାର ଅଭାବ ପରିଲକ୍ଷିତ ହେଉଛି, ଅଧିକ ଖର୍ଚ୍ଚ ହେଉଛି, ତେବେ ଆପଣ ପୂଜାସ୍ଥଳରେ ମା’ଲକ୍ଷ୍ମୀଙ୍କର ଧନ ବର୍ଷା କରୁଥିବାର ଫଟୋ ଲଗାନ୍ତୁ। ଏହା ପରେ ମାଙ୍କ ସାମ୍ନାରେ ଏକ ଶୁଦ୍ଧ ଘିଅର ଦୀପ ଲଗାଇ ଅତର ଲଗାନ୍ତୁ। ଏହି ଅତରକୁ ସର୍ବଦା ଉପଯୋଗ କରନ୍ତୁ। ଏହାଦ୍ବାରା ଆପଣ ଆର୍ଥିକ ସମସ୍ୟାରୁ…
ମେଷ : ଗଣେଶଙ୍କ ଆଶୀର୍ବାଦ ସହିତ ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟରେ ଉତ୍ସାହ ଏବଂ ଉତ୍ସାହ ଦେଖାଯିବ। ଆପଣ ଶରୀର ଏବଂ ମନରେ ସତେଜତା ଏବଂ ସତେଜତା ଅନୁଭବ କରିବେ। ପାରିବାରିକ ପରିବେଶ ଖୁସି ହେବ। ସାଙ୍ଗ ଏବଂ ପ୍ରିୟଜନଙ୍କ ସହିତ ଆନନ୍ଦ ଜୀବନ ଅତିବାହିତ ହେବ। ମାଆଙ୍କ ପକ୍ଷରୁ ଲାଭ ମିଳିବ। ଯାତ୍ରା ର ଯୋଗ ରହିଛି। ଧନ, ଭଲ ଖାଦ୍ୟ ଏବଂ ଉପହାରର ହାସଲ କରିବେ। ବୃଷ: କ୍ରୋଧ ଏବଂ ନିରାଶାର ଭାବନା ଆପଣଙ୍କ ମନରେ ପ୍ରାଧାନ୍ୟ ଦେବ। ଶାରୀରିକ ସ୍ୱାସ୍ଥ୍ୟ ମଧ୍ୟ ସମର୍ଥନ କରିବ ନାହିଁ। ଘର – ପରିବାରର ଚିନ୍ତା ସହିତ, ଖର୍ଚ୍ଚ କ୍ଷେତ୍ରରେ ମଧ୍ୟ ଆଜି ଚିନ୍ତିତ ହେବେ। ଆପଣ କାହା ସହିତ ମତଭେଦ ଏବଂ ଝଗଡା ସୃଷ୍ଟି ହେବ। କାମ ବୃଥା ମନେ ହୁଏ। ଭୁଲ ବୁଝାମଣାରୁ ରକ୍ଷା ପାଇବା ପାଇଁ ଗଣେଶଙ୍କୁ ଧ୍ୟାନ କରନ୍ତୁ। ମିଥୁନ: ପରିବାରରେ ସୁଖ ଏବଂ ଆନନ୍ଦର ପରିବେଶ ରହିବ। ଚାକିରୀରେ ଆପଣ…
ଭୁବନେଶ୍ୱର: ଚଳିତ ଅକ୍ଟୋବର ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ ଜିଲ୍ଲା, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ଣରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ଗୃହ(ସ୍ୱରାଷ୍ଟ୍ର) ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୁଲିସ ମହା ନିର୍ଦ୍ଦେଶକ ଶ୍ରୀ ଓ୍ୱାଇ.ବି.ଖୁରାନିଆଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଅନ୍ୟ ବରିଷ୍ଠ ପଦାଧିକାରୀ ଏବଂ ଜିଲ୍ଲାପାଳ ଖୋର୍ଦ୍ଧା ଯୋଗଦେଇଥିବା ବେଳେ ଜିଲ୍ଲାପାଳ, ମୟୂରଭଞ୍ଜ ଏବଂ ଜିଲ୍ଲାପାଳ, ପୁରୀ ଆଭାସୀ ବ୍ୟବସ୍ଥା ମାଧ୍ୟମରେ ବୈଠକରେ ଯୋଗଦେଇ ପ୍ରସ୍ତୁତି ସଂପର୍କରେ…
ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜ୍ୟ ବିଜେପି ଆରମ୍ଭ କରିବ ସକ୍ରିୟ ସଦସ୍ୟ ସଂଗ୍ରହ ଅଭିଯାନ। ପ୍ରଥମେ ପ୍ରାଥମିକ ସଦସ୍ୟ ହେବା ପରେ କାର୍ଯ୍ୟକର୍ତାମାନେ ସକ୍ରିୟ ସଦସ୍ୟ ହୁଅନ୍ତି। ସେଥିପାଇଁ ୧୬ ଦିନ ଧରି ଏହି ସକ୍ରିୟ ସଦସ୍ୟ ସଂଗ୍ରହ ଅଭିଯାନ ଚାଲିବ।ଏହାପରେ ଦଳ ବୁଥ୍ରୁ ଆରମ୍ଭ କରି ମଣ୍ଡଳ, ଜିଲ୍ଲା, ରାଜ୍ୟ ଏବଂ ରାଷ୍ଟ୍ରୀୟ ସ୍ତରୀୟ କମିଟି ନିର୍ବାଚନ କରିବ। ଚଳିତ ଥର ସଦସ୍ୟତା ଅଭିଯାନ-୨୦୨୪ ଗତ ସେପ୍ଟେମ୍ବର ୨ ତାରିଖରୁ ଦେଶବ୍ୟାପୀ ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଚାଲୁରହିଛି। ୧୬ ତାରିଖରୁ ଅକ୍ଟୋବର ୩୧ତାରିଖ ପର୍ଯ୍ୟନ୍ତ ସକ୍ରିୟ ସଦସ୍ୟ ଗ୍ରହଣର ପ୍ରକ୍ରିୟା ଚାଲୁ ରହିବ। ଏହି ସମୟରେ ପ୍ରାଥମିକ ସଦସ୍ୟ ସଂଗ୍ରହ ଅଭିଯାନ ମଧ୍ୟ ଜାରି ରହିବ। ବିଜେପିର ପ୍ରାଥମିକ ସଦସ୍ୟ ସଂଗ୍ରହ ପାଇଁ ଉଭୟ ଅନ୍ଲାଇନ ଓ ଅଫ୍ଲାଇନ୍ରେ ବ୍ୟବସ୍ଥା କରାଯାଇଛି। ଅନ୍ଲାଇନ୍ରେ ଫୋନ ନଂ.୮୮୦୦୦୦୨୦୨୪ରେ ମିସ୍ କଲ୍ ମାଧ୍ୟମରେ ସଦସ୍ୟ ସଂଗ୍ରହ କରାଯାଉଥିବାବେଳେ ଅଫ୍ଲାଇନ୍ ମାଧ୍ୟମରେ ସଦସ୍ୟତା ସଂଗ୍ରହ ଅଭିଯାନ…
ନୂଆଦିଲ୍ଲୀ: ସ୍ୱାସ୍ଥ୍ୟସେବା, କୃଷି ଓ ସହରରେ ଥିବା ପ୍ରମୁଖ ସମସ୍ୟାର ସମାଧାନ ବାହାର କରିବା ପାଇଁ ଏଆଇ ଟେକ୍ନୋଲୋଜିକୁ ବିକଶିତ କରିବା ଦିଗରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀ ଠାରେ ସ୍ୱାସ୍ଥ୍ୟସେବା, କୃଷି ଏବଂ ସ୍ଥାୟୀ ସହର କ୍ଷେତ୍ରକୁ ବିଶେଷ ଦୃଷ୍ଟିରେ ରଖି ତିନୋଟି ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ (ସିଓଇ) ପ୍ରତିଷ୍ଠା କରିବା ପାଇଁ ଘୋଷଣା କରିଛନ୍ତି । ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି କାର୍ୟ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ)ରେ ଥିବା ୩ଟି ଉତ୍କର୍ଷ କେନ୍ଦ୍ର ବିଶ୍ୱର ଜନକଲ୍ୟାଣକାରୀ ମନ୍ଦିର ଭାବେ ଉଭା ହେବ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏଆଇ ଉତ୍କର୍ଷ କେନ୍ଦ୍ରର ନେତୃତ୍ୱ ଆଇଆଇଟି ଦିଲ୍ଲୀ ଏବଂ ଏମ୍ସ ଦିଲ୍ଲୀ ନେବ। କୃଷି କ୍ଷେତ୍ରରେ ଏଆଇ ଉତ୍କର୍ଷ କେନ୍ଦ୍ରର ନେତୃତ୍ୱ ଆଇଆଇଟି ରୋପାର ନେବ…
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ଭାରତୀୟ ପୋଲିସ ସେବା (ଆଇପିଏସ)ର ୨୦୨୩ ବ୍ୟାଚ୍ (୭୬ ଆରଆର) ର ପ୍ରୋବେସନରଙ୍କ ସହ ଆଲୋଚନା କରିଛନ୍ତି । ଏହି ସମୟରେ ପ୍ରଶିକ୍ଷଣପ୍ରାପ୍ତ ଆଇପିଏସ୍ ଅଧିକାରୀମାନେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀଙ୍କ ସହ ତାଲିମ ସମ୍ବନ୍ଧୀୟ ଅଭିଜ୍ଞତା ବାଣ୍ଟିଥିଲେ। ଏହି ଅବସରରେ କେନ୍ଦ୍ର ଗୃହ ସଚିବ, ଗୁଇନ୍ଦା ବ୍ୟୁରୋ (ଆଇବି)ର ନିର୍ଦ୍ଦେଶକ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଜାତୀୟ ପୁଲିସ ଏକାଡେମୀ (ଏସଭିପିଏନପିଏ)ର ନିର୍ଦ୍ଦେଶକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ ଯେ ୨୦୪୭ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନର ବିକଶିତ ଭାରତ ଆତଙ୍କବାଦ ମୁକ୍ତ, ନିଶାମୁକ୍ତ, ଆଭ୍ୟନ୍ତରୀଣ ନିରାପତ୍ତା, ମାନବିକ ଅଧିକାର ଏବଂ ନାଗରିକଙ୍କ ଅଧିକାରର ସୁରକ୍ଷା ସୁନିଶ୍ଚିତ କରିବ। ଗୃହମନ୍ତ୍ରୀ କହିଛନ୍ତି ଯେ ପ୍ରଶିକ୍ଷଣପ୍ରାପ୍ତ ଆଇପିଏସ୍ ଅଧିକାରୀମାନେ…
ନୂଆଦିଲ୍ଲୀ: ରିଲାଏନ୍ସ ଜିଓର ଅଧ୍ୟକ୍ଷ ଆକାଶ ଅମ୍ବାନୀ ଭାରତର ଡାଟା କେବଳ ଭାରତୀୟ ଡାଟା ସେଣ୍ଟରରେ ରଖାଯିବା ସପକ୍ଷରେ ମତ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଭାରତରେ ଡାଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଏବଂ ଏଆଇ ସହିତ ଆହୁରି ଦ୍ରୁତ ଗତିରେ ବୃଦ୍ଧି ପାଇବ। ତେଣୁ ଦେଶରେ ଏଆଇ ଓ ମେସିନ୍ ଲର୍ନିଂ ଡାଟା ସେଣ୍ଟର ପ୍ରତିଷ୍ଠା କରିବାର ଆବଶ୍ୟକତା ରହିଛି ଏବଂ ଏଥିପାଇଁ ଭାରତୀୟ କମ୍ପାନୀଗୁଡିକ ସରକାରଙ୍କ ପକ୍ଷରୁ ପ୍ରୋତ୍ସାହନ ମିଳିବା ଉଚିତ। ଏଥିସହିତ ଡାଟା ସେଣ୍ଟର ନୀତି ୨୦୨୦ ର ଡ୍ରାଫ୍ଟକୁ ଶୀଘ୍ର ଅପଡେଟ କରିବାକୁ ସେ ସରକାରଙ୍କୁ ଅନୁରୋଧ କରିଛନ୍ତି। ଦିଲ୍ଲୀରେ ଆଜିଠାରୁ ଆରମ୍ଭ ହୋଇଥିବା ତିନିଦିନିଆ ଇଣ୍ଡିଆ ମୋବାଇଲ୍ କଂଗ୍ରେସ ୨୦୨୪ ରେ ଆକାଶ ଅମ୍ବାନୀ ଏହା କହିଛନ୍ତି। ଆକାଶ ଅମ୍ବାନୀ କହିଛନ୍ତି ଯେ, “ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବା ପାଇଁ ଏଆଇ…
ନୂଆଦିଲ୍ଲୀ: ଆଜି ରାଷ୍ଟ୍ରୀୟ ବିଜେପି ସଭାପତି ଜେପି ନଡ୍ଡା ଓଡିଶା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଦିଲ୍ଲୀ ପ୍ରଭାରୀ ଭାବେ ନିଯୁକ୍ତ କରିଛନ୍ତି। ଆଉ କିଛି ମାସ ପରେ ଦିଲ୍ଲୀର ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଦଳ ତାଙ୍କୁ ଏହି ଗୁରୁ ଦାୟିତ୍ବ ପ୍ରଦାନ କରିଛି। ପୂର୍ବରୁ ବୈଜୟନ୍ତ ଦିଲ୍ଲୀ ପ୍ରଭାରୀ ଦାୟିତ୍ବରେ ଥିଲେ। ତାଙ୍କର କାର୍ଯ୍ୟରେ ସନ୍ତୁଷ୍ଠ ହୋଇ ଦଳ ପୁଣି ଥରେ ତାଙ୍କୁ ଏହି ଦାୟିତ୍ବ ପ୍ରଦାନ କରିଛି। ସେହିପରି ଦିଲ୍ଲୀ ପାଇଁ ଦଳ ସାଂସଦ ଅତୁଳ ଗର୍ଗଙ୍କୁ ସହ ପ୍ରଭାରୀ ଭାବେ ନିଯୁକ୍ତି ପ୍ରଦାନ କରିଛି। ସେ ବୈଜୟନ୍ତଙ୍କୁ ନିର୍ବାଚନ ରଣ ନୀତି ପ୍ରସ୍ତୁତ କରିବାରେ ସମସ୍ତ ସାହାର୍ଯ୍ୟ କରିବେ। ବର୍ତ୍ତମାନ ଦିଲ୍ଲୀରେ ଆପ ସରକାର ଶାସନରେ ରହିଛି। ତାଙ୍କ ହାତରୁ ଶାସନ କ୍ଷମତା ଛଡାଇ ଆଣିବା ପାଇଁ ଚେଷ୍ଠା କରିବେ ବୈଜୟନ୍ତ ପଣ୍ଡା।
ନୂଆଦିଲ୍ଲୀ: ଆସନ୍ତା ମାସର ୨୦ ତାରିଖରେ ମହାରାଷ୍ଟ୍ର ବିଧାନସଭାର ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ସେହିପରି ନଭେମ୍ବର ୧୩ ଏବଂ ୨୦ ତାରିଖରେ ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ହେବ। ଭୋଟ୍ ଗଣନା ଆସନ୍ତା ମାସର ନଭେମ୍ବର ୨୩ ତାରିଖରେ ଦୁଇ ରାଜ୍ୟରେ ହେବ।ଆଜି ଭାରତ ନିର୍ବାଚନ ଆୟୋଗ ଏହି ତାରିଖ ଘୋଷଣା କରିଛନ୍ତି। ନୂଆଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ୨୮୮ ସଦସ୍ୟ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ଅକ୍ଟୋବର ୨୨ ରେ ଜାରି କରାଯିବ ଏବଂ ପ୍ରାର୍ଥୀମାନେ ୨୯ ଅକ୍ଟୋବର ପର୍ୟ୍ୟନ୍ତ ନାମାଙ୍କନ ଦାଖଲ କରିପାରିବେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ରାଜ୍ୟରେ ୯.୬୩ କୋଟି ଭୋଟରଙ୍କ ପାଇଁ ଏକ ଲକ୍ଷରୁ ଅଧିକ ମତଦାନ କେନ୍ଦ୍ର ସ୍ଥାପନ କରାଯିବ। ଝାଡଖଣ୍ଡରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ଚଳିତ ମାସ ୧୮ ତାରିଖରେ ଜାରି କରାଯିବ…
ଭୁବନେଶ୍ବର: ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନସ୍ଥ ସେଣ୍ଟର ଫର୍ ଏନ୍ଭର୍ଣ୍ଣମେଣ୍ଟାଲ ଷ୍ଟଡିଜ୍ର ୧୮ତମ ପରିଚାଳନା କମିଟି ବୈଠକ ଆଜି ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗୃହ ବିଭାଗର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନିର୍ଦ୍ଦେଶକ, ପରିବେଶ ତଥା-ସ୍ୱତନ୍ତ୍ର ଶାସନ ସଚିବ, ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଶ୍ରୀ ପ୍ରେମ କୁମାର ଝା, ନିର୍ଦ୍ଦେଶକ, ସେଣ୍ଟର ଫର୍ ଏନ୍ଭର୍ଣ୍ଣମେଣ୍ଟାଲ ଷ୍ଟଡିଜ୍ ଡକଫର କେ. ମୁରୁଗେସନ୍, ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି) ଏବଂ କନ୍ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଇଣ୍ଡଷ୍ଟି୍ରର ଅଧିକାରୀମାନେ ଉପସ୍ଥିତ ଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସାହୁ ମିଶନ୍ ଲାଇଫ ସମ୍ବନ୍ଧୀୟ ୭ଟି ବିଷୟବସ୍ତୁ ଉପରେ ଗୁରୁତ୍ୱାରୋପ କରିଥିଲେ । ଇକୋ-କ୍ଲବ୍ର ସଦସ୍ୟମାନେ ମିଶନ୍ ଲାଇଫ…
ଭୁବନେଶ୍ୱର: ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଟିଟିଲାଗଡ଼ଠାରେ ୧୩୨/୩୩ କେଭି ଗ୍ରୀଡ଼୍ ସବ୍ଷ୍ଟେସନ୍ ଓ ଖଣ୍ଡପଡ଼ାଠାରେ ୨୨୦/୩୩ କେଭି ଗ୍ରୀଡ଼୍ ସବ୍ଷ୍ଟେସନ୍ ସ୍ଥାପନା ନେଇ ଟିଟିଲାଗଡ଼ ବିଧାୟକ ଶ୍ରୀ ନବୀନ କୁମାର ଜୈନ ଓ ଖଣ୍ଡପଡ଼ା ବିଧାୟକ ଶ୍ରୀ ଦୁଷ୍ମନ୍ତ କୁମାର ସ୍ୱାଇଁ ବୈଠକରେ ପ୍ରସ୍ତାବ ଦେଇଥିଲେ। ଏହି ଦୁଇଟି ଅଞ୍ଚଳରେ ଉଚ୍ଚ କ୍ଷମତାସଂପନ୍ନ ଗ୍ରୀଡ଼୍ ସବ୍ଷ୍ଟେସନ୍ ସ୍ଥାପନ ହେବା ଦ୍ୱାରା ସ୍ଥାନୀୟ ଜନସାଧାରଣଙ୍କ ବିଦ୍ୟୁତଜନିତ ଅସୁବିଧା ଦୂର ହେବା ସଙ୍ଗେ ସଙ୍ଗେ ଖରାଦିନେ ହେଉଥିବା ଲୋ-ଭୋଲ୍ଟେଜ୍ ସମସ୍ୟାରୁ ମୁକ୍ତି ମିଳିପାରିବ। ବୈଠକରେ ଓପିଟିସିଏଲ୍ ଓ ଟାଟା ପାୱାରର ବରିଷ୍ଠ ଅଧିକାରୀମାନେ ଏ ନେଇ ନିଜ ନିଜର ମତ ପ୍ରକାଶ କରିଥିଲେ। ସଂପ୍ରତି ରାଜ୍ୟରେ ୨୦ରୁ ଅଧିକ ଗ୍ରୀଡ଼୍ ସବ୍ଷ୍ଟେସନ୍ ସ୍ଥାପନ କାର୍ଯ୍ୟ ଚାଲୁ ରହିଛି…
ଭୁବନେଶ୍ବର: ଆଜି ଅପରାହ୍ନରେ ଭୁବନେଶ୍ବର ରାଜରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ଏକ କାର। କାର ଚାଳକ ଭିତରୁ ବାହାରୁ ବାହାରୁ ନିଆଁ ବ୍ୟାପିବାରେ ଲାଗିଲା। ତେବେ ଭାଗ୍ୟ ଭଲ କାହାର କିଛି କ୍ଷତି ହୋଇ ନାହିଁ। ତେବେ କେଉଁ କାରଣରୁ ନିଆଁ ଲାଗିଲେ ତାହା ଜଣାପଡି ନାହିଁ। ଘଟଣାଟି ଘଟିଛି ଭୁବନେଶ୍ବର ନୟାପଲ୍ଲୀ ଦୁର୍ଗାମଣ୍ଡପ ସାମନା ରାସ୍ତା ଉପରେ। କାର ଚାଳକ କିଛି ପୋଡା ଗଂନ୍ଧ ବାରିବା ପରେ ସେ ରାସ୍ତା ଉପରେ ଗାଡି ରଖିଦେଲେ। ପରେ ଦେଖିଲେ ଯେ, ଗାଡି ଭିତରୁ ଧୂଆଁ ବାହାରୁଛି। ଚାହୁଚାହୁଁ କାର ସାରା ନିଆଁ ବ୍ୟାପିଗଲା। ପରେ ଅଗ୍ନିଶମ କର୍ମଚାରୀମାନେ ଆସି ନିଆଁକୁ ଆୟତ କରିଥିଲେ।
ଭୁବନେଶ୍ୱର: ଏକ ପୂର୍ଣ୍ଣାଙ୍ଗ ସମାଜ ଗଠନ କରିବା ନିମନ୍ତେ ଧଳାବାଡ଼ି ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଜଣେ ଦୃଷ୍ଟିବାଧିତ ବ୍ୟକ୍ତିଙ୍କୁ ସମାଜରେ ଆତ୍ମନିର୍ଭରଶୀଳ କରିବା ପାଇଁ ଧଳାବାଡି ର ମହତ୍ତ୍ୱପୂର୍ଣ୍ଣ ଅବଦାନ ରହିଛି। ଧଳାବାଡ଼ି ମନରେ ଆତ୍ମପ୍ରତ୍ୟୟ ସୃଷ୍ଟି କରାଇ ସମାଜରେ ଜଣେ ଦୃଷ୍ଟିବାଧିତ ବ୍ୟକ୍ତି ଯେପରି ସମାନତାର ଅଧିକାରକୁ ସାବ୍ୟସ୍ତ କରିପାରିବ ସେଥି ନିମନ୍ତେ ଆତ୍ମବିଶ୍ଵାସ ଜାଗ୍ରତ କରାଇଥାଏ। ଏକ ଅନ୍ତର୍ନିବେଶି ସମାଜ ଗଠନ ନିମନ୍ତେ ଦୃଷ୍ଟିବାଧିତମାନଙ୍କୁ ସମାଜର ସାଧାରଣ ବ୍ୟକ୍ତି ମାନଙ୍କ ସହ ସମକକ୍ଷ କରିବା ପାଇଁ ଧଳାବାଡ଼ି ଦୃଷ୍ଟିବାଧିତମାନଙ୍କୁ ସଶକ୍ତ କରିଥାଏ। ରାଜ୍ୟ ସ୍ୱତନ୍ତ୍ର ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (SISER) ଆନୁକୁଲ୍ୟରେ ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ବିଶ୍ଵ ଧଳାବାଡ଼ି ଦିବସ ୨୦୨୪ ପାଳନ ଅବସରରେ ଏହି ଭଳି କିଛି ମତ ପ୍ରକାଶ ପାଇଛି। ମହାସମାରୋହରେ ପାଳିତ ଏହି ଉତ୍ସବରେ ବିଭାଗୀୟ ପ୍ରମୁଖ ଶାସନ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ ଠାରେ ନବ ଗଠିତ ହରିଆଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ସେଦିନ ଅପରାହ୍ନରେ ଚଣ୍ଡିଗଡ ଠାରେ ଏନ୍.ଡି.ଏ. ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ। ଚଣ୍ଡିଗଡ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖ ଦିନ Indian Chemicals and Petrochemicals କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ। ୧୮ ତାରିଖ ଅପରାହ୍ନରେ ଓ ୧୯ ତାରିଖ ସକାଳେ ସେ ମୁମ୍ବାଇର ହୋଟେଲ Oberoi ଠାରେ ଆଗାମୀ ‘Make In Odisha’ ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ। ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ।
ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ପକ୍ଷରୁ ଇଣ୍ଡିଆ ମୋବାଇଲ୍ କଂଗ୍ରେସ ୨୦୨୪ ରେ ଦୁଇଟି ନୂତନ ୪ଜି ଫିଚର ଫୋନ୍ ଶୁଭାରମ୍ଭ କରାଯାଇଛି। ଜିଓଭାରତ ଭି୩ ଏବଂ ଜିଓଭାରତ ଭି୪ ନାମିତ ଏହି ଦୁଇ ୪ଜି ଫିଚର ଫୋନ ଜିଓଭାରତ ସିରିଜ୍ ଅଧୀନରେ ଆରମ୍ଭ କରାଯାଇଛି। ନୂଆ ମଡେଲଗୁଡିକ ୧୦୯୯ ଟଙ୍କା ମୂଲ୍ୟରେ ବଜାରରେ ଉପଲବ୍ଧ ହେବ। ଗତ ବର୍ଷ ଜିଓଭାରତ ଭି୨ ମଡେଲ୍ ଶୁଭାରମ୍ଭ କରାଯାଇଥିଲା, ଯାହା ଭାରତୀୟ ଫିଚର ଫୋନ୍ ବଜାରରେ ଆଲୋଡ଼ନ ସୃଷ୍ଟି କରିଥିଲା। କମ୍ପାନୀ ଅନୁଯାୟୀ, ଲକ୍ଷ ଲକ୍ଷ ୨ଜି ଗ୍ରାହକ ଜିଓଭାରତ ଫିଚର ଫୋନ୍ ମାଧ୍ୟମରେ ୪ଜିକୁ ପରିବର୍ତ୍ତିତ ହୋଇସାରିଛନ୍ତି । ଆଗାମୀ ପିଢ଼ିର ଏହି ନୂଆ ଫିଚର ଫୋନ ଆଧୁନିକ ଡିଜାଇନ୍, ଶକ୍ତିଶାଳୀ ୧୦୦୦ ଏମଏଏଚ (mAh) ବ୍ୟାଟେରୀ, ୧୨୮ ଜିବି ପର୍ଯ୍ୟନ୍ତ ବିସ୍ତାରଯୋଗ୍ୟ ଷ୍ଟୋରେଜ୍ ଏବଂ ୨୩ଟି ଭାରତୀୟ ଭାଷାକୁ ସମର୍ଥନ କରୁଛି । ଜିଓଭାରତ ଫୋନରେ ମାସିକ ମାତ୍ର ୧୨୩ ଟଙ୍କାରେ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଚଳିତ ବର୍ଷ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ବ୍ୟବସ୍ଥା ସମୀକ୍ଷା କରି ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଧାନ ସଂଗ୍ରହରେ ହେଉଥିବା ଅନିୟମିତତା, ଦୁର୍ନୀତି ଓ ପ୍ରିୟାପ୍ରୀତିତୋଷଣ ଯେପରି ସମ୍ପୂର୍ଣ୍ଣ ଭାବେ ବନ୍ଦ ହେବ ତାହା ସୁନିଶ୍ଚିତ କରିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରଥମ ଥର ପାଇଁ ଧାନର ସର୍ବନିମ୍ନ ମୂଲ୍ୟ ଉପରେ ୮୦୦ ଟଙ୍କା ଅଧିକ ଦିଆ ଯାଉଛି। ସେଥିପାଇଁ ଚାଷୀମାନଙ୍କ ଭିତରେ ବିପୁଳ ଉତ୍ସାହ ରହିଛି। ତେଣୁ ଧାନ ସଂଗ୍ରହ ପ୍ରକ୍ରିୟା ଯେପରି ସମ୍ପୂର୍ଣ୍ଣ ଭାବେ ସ୍ୱଚ୍ଛ ହେବ, ସେଥିପାଇଁ ପ୍ରତ୍ୟେକ ମନ୍ତ୍ରୀ ଗୋଟିଏ ବା ଦୁଇଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବେ। ସେମାନେ ସରକାରଙ୍କ ପାଇଁ ୱାନ ପଏଣ୍ଟ କଂଣ୍ଟାକ୍ଟ ଭାବେ କାର୍ଯ୍ୟ କରିବେ। ମନ୍ତ୍ରୀମାନେ ଜିଲ୍ଲା ତଥା ବିଭିନ୍ନ ମଣ୍ଡି…
ଭୁବନେଶ୍ୱର: ଅଗ୍ନିପଥ ଯୋଜନାରେ ଚୟନ (ସର୍ଟଲିଷ୍ଟ) ହୋଇଥିବା ପ୍ରାର୍ଥୀଙ୍କ ପାଇଁ ଚଳିତ ମାସ ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ପୁରୀ ତାଳବଣିଆସ୍ଥିତ ଜିଲ୍ଲା ସ୍ପୋର୍ଟସ୍ କମ୍ପ୍ଲେକ୍ସ ଏବଂ ଇନଡୋର ଷ୍ଟାଡିୟମ ଠାରେ ନିଯୁକ୍ତି ଶିବିର (ରାଲି) ଅନୁଷ୍ଠିତ ହେବ। ଏଥିରେ କଟକ, ପୁରୀ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରୁ ଚୟନ ହୋଇଥିବା ପ୍ରାର୍ଥୀ ଏବଂ ନିୟମିତ ସୈନିକ (କେବଳ ଜେସିଓ ବର୍ଗର ସିପାହୀ ଫାର୍ମା, ସୈନିକ ଟେକ୍, ନର୍ସିଂ ସହାୟକ ଓ ଧାର୍ମିକ ଶିକ୍ଷକ) ଏବଂ ପଶ୍ଚିମବଙ୍ଗ, ଓଡ଼ିଶା ଓ ସିକ୍କିମର ମହିଳା ମିଲିଟାରୀ ପୁଲିସ ପାଇଁ ସର୍ଟଲିଷ୍ଟ ହୋଇଥିବା ପ୍ରାର୍ଥୀମାନେ ଅଂଶଗ୍ରହଣ କରିପାରିବେ। ଅନଲାଇନରେ ସାଧାରଣ ପ୍ରବେଶିକ ପରୀକ୍ଷା (ସିଇଇ)ରେ ଉତ୍ତୀର୍ଣ୍ଣ ହୋଇ ସର୍ଟଲିଷ୍ଟ ହୋଇଥିବା ପ୍ରାର୍ଥୀଙ୍କୁ ଶାରୀରିକ ପରୀକ୍ଷା ଏବଂ ମେଡ଼ିକାଲ ପରୀକ୍ଷା ପାଇଁ ଡକାଯାଇଛି। ପଞ୍ଜୀକୃତ ଇମେଲ୍ ଆଇଡିରେ ପ୍ରାର୍ଥୀମାନଙ୍କୁ ଆଡମିଟ୍ କାର୍ଡ ପଠାଇ ଦିଆଯାଇଛି। ପ୍ରାର୍ଥୀମାନେ ଭାରତୀୟ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ – ବିଶ୍ୱ ଦୂରସଞ୍ଚାର ମାନକ ସମାବେଶ (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶ୍ରୀ ମୋଦୀ ଇଣ୍ଡିଆ ମୋବାଇଲ୍ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ମଧ୍ୟ ଉଦଘାଟନ କରିଥିଲେ। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ସେ ବୁଲି ଦେଖିଥିଲେ। ପ୍ରଧାନମନ୍ତ୍ରୀ ଏହି ସମାବେଶକୁ ସମ୍ବୋଧିତ କରି କେନ୍ଦ୍ର ସଞ୍ଚାର ମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ସଞ୍ଚାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଚନ୍ଦ୍ରଶେଖର ପେମସାନି, ଆଇଟିୟୁର ମହାସଚିବ ସୁଶ୍ରୀ ଡୋରିନ ବୋଗଡାନ-ମାର୍ଟିନ, ବିଭିନ୍ନ ଦେଶର ମନ୍ତ୍ରୀ ଓ ବିଶିଷ୍ଟ ବ୍ୟକ୍ତି, ଶିଳ୍ପ ନେତା, ଦୂରସଞ୍ଚାର ବିଶେଷଜ୍ଞ, ଷ୍ଟାର୍ଟଅପ୍ ଜଗତ ସହ ଜଡ଼ିତ ଯୁବବର୍ଗ ଏବଂ ଡବ୍ଲୁଟିଏସଏ ଓ ଇଣ୍ଡିଆ ମୋବାଇଲ କଂଗ୍ରେସ (ଆଇଏମସି)ରେ ଯୋଗ ଦେଇଥିବା ସମସ୍ତଙ୍କୁ ସ୍ୱାଗତ କରିଥିଲେ । ଆଇଟିୟୁର ଅତିଥିମାନଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ପ୍ରଥମ ଡବ୍ଲୁଟିଏସଏ ବୈଠକ ପାଇଁ…
ଭୁବନେଶ୍ବର: ବିଜେଡି ତରଫରୁ ଜାରୀ ହୋଇଥିବା କାରଣଦର୍ଶା ନୋଟିସର ଜବାବ ରଖିଛନ୍ତି ଅମେରଶ ଜେନା ବା ବାଇଁଆ ଏବଂ ଲିଟୁ ବା ବିରଞ୍ଚି ନାରାୟଣ ମହାସୂପକାର। ଉଭୟଙ୍କୁ ଦଳ ତରଫରୁ ଭୁବନେଶ୍ବର ଜିଲ୍ଲା ସଭାପତି ସୁଶାନ୍ତ ରାଉତ ନୋଟିସ ଜାରୀ କରିଥିଲେ। ସେଥିରେ ଉଲ୍ଲେଖ କରାଯାଇଥିଲା ଯେ, ଦଳ ଭିତରେ ଉଭୟ କାହିଁକି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ତାହାର ଜବାବ 15 ଦିନ ମଧ୍ୟରେ ଦେବା ପାଇଁ ନିର୍ଦ୍ଦେଶ ରହିଥିଲା। ତେବେ ଏହାର ଉତ୍ତରେ ଉଭୟ ଯାହା ଲେଖିଛନ୍ତି ତାହା ଦଳ ପାଇଁ ବର୍ତ୍ତମାନ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। କାରଣ ଉଭୟ ତାଙ୍କ ଉତ୍ତରେ ଉଲ୍ଲେଖ କରିଛନ୍ତି ଯେ, ସେମାନେ ନୁହେଁ ବରଂ ଅନ୍ୟମାନେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ମୁଖ୍ୟତଃ ଅଶୋକ ପଣ୍ଡାଙ୍କୁ ଇଙ୍ଗିତ କରି ସେମାନେ ଏହି ଉତ୍ତର ଲେଖିଛନ୍ତି। ତେବେ ଏହା ଉପରେ ଦଳ କଣ ପଦକ୍ଷେପ ନେବା ତାହା ଜଣାପଡି ନାହିଁ।

