Author: Samikhsya Bureau

ପୁରୀ, ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ସେହିପରି ପୁରୀ ବେଳାଭୂମିରେ ଏକ ବାଲୁକା କଳା କରି ଅଭିନନ୍ଦନ ଜଣାଇଛନ୍ତି ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏଥିରେ ସୁଦର୍ଶନ ଏକ ପାହଡାକୃତି ବାଲିରେ ମୋଦିଙ୍କ ପ୍ରତିମୂର୍ତ୍ତି ନର୍ମାଣ କରିଛନ୍ତି। ସେହି ପ୍ରତିମୁର୍ତ୍ତି ନିକଟରେ ଇଂରାଜୀରେ ହାପି ବାର୍ଥ ଡେ ଲେଖି,ଏହାର ତଳେ କୋଟିକୋଟି ଶୁଭେଚ୍ଛା ବୋଲି ଉଲ୍ଲେଖ କରିଛନ୍ତି। ତେବେ ସୁଦର୍ଶନ ପ୍ରଧାନମନ୍ତ୍ରୀଙ୍କ ଲୋକ ପ୍ରିୟ ଯୋଜନା ମଧ୍ୟରୁ ଆତ୍ମ ନିର୍ଭର ଭାରତକୁ ଗୁରୁତ୍ବ ଦେଇଛନ୍ତି। ସେଥିପାଇଁ ସେ ମୋଦିଙ୍କୁ ଆତ୍ମ ନିର୍ଭର ଭାରତର ବିନ୍ଧାଣି ବୋଲି ଅଭିହିତ କରିଛନ୍ତି।

Read More

ଭୁବନେଶ୍ବର, ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ। ୧୯୫୦ ମସିହା ସେପ୍ଟମ୍ବର ୧୭ ତାରିଖରେ ସେ ଜନ୍ମ ଗ୍ରହଣ କରିଥିଲେ। ଫଳରେ ବର୍ତ୍ତମାନ ମୋଦି ୭୦ ବର୍ଷ ବୟସରେ ପଦାର୍ପଣ କଲେ। ଆଜି ଜନ୍ମଦିନ ହୋଇଥିବାରୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ପହଞ୍ଚିବାରେ ଲାଗିଛି। ଏପରିକି ବିଦେଶରୁ ମଧ୍ୟ ବହୁ ବିଶିଷ୍ଠ ବ୍ୟକ୍ତି ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି। ତେବେ ମୋଦିଙ୍କର ଏକ ବଡ ସଫଳତା ହେଲା ସେ ଏହି ବୟସରେ ମଧ୍ୟ ବେଶ୍ ଫିଟ ଅଛନ୍ତି। ମୁଖ୍ୟତଃ ଯୋଗ ଓ ବ୍ୟାୟମ ସହିତ ଖାଦ୍ୟପେୟରେ ନିୟନ୍ତ୍ରଣ ହିଁ ତାଙ୍କୁ ଯୁବକ କରି ରଖିଛି।

Read More

ନୂଆଦିଲ୍ଲୀ, ଆଜି ଓଡିଶାର ବିଜେପି ସାଂସଦମାନେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡଙ୍ଗୀଙ୍କ ସହିତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ସମ୍ବଲପୁରୀ ମାସ୍କ ପ୍ରଦାନ କରିଛନ୍ତି।

Read More

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 18 ସେପ୍ଟେମ୍ବର 2020 ମଧ୍ୟାହ୍ନ 12ଟାରେ ଭିଡିଓ କନଫରେନ୍ସ ଜରିଆରେ କୋଶୀ ରେଳ ମହାସେତୁ (ବିଶାଳ ସେତୁ)କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହା ବ୍ୟତୀତ ବିହାର ରାଜ୍ୟର ଉନ୍ନତି ପାଇଁ ପ୍ରଧାନମନ୍ତ୍ରୀ ଯାତ୍ରୀ ସୁବିଧା ସହ ଜଡ଼ିତ 12ଟି ରେଳ ପ୍ରକଳ୍ପକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିମଧ୍ୟରେ ରହିଛି କିଉଲ ନଦୀ ଉପରେ ଏକ ନୂଆ ରେଳ ସେତୁ, ଦୁଇଟି ନୂଆ ରେଳ ଲାଇନ, 5ଟି ବିଦ୍ୟୁତିକରଣ ପ୍ରକଳ୍ପ, ଗୋଟିଏ ବିଦ୍ୟୁତ ଲୋକୋମୋଟିଭ ଶେଡ ଏବଂ ବାଡ଼-ବଖତିୟାରପୁର ମଧ୍ୟରେ ତୃତୀୟ ରେଳ ଲାଇନ ପ୍ରକଳ୍ପ। କୋଶି ରେଳ ମହାସେତୁ କାର୍ଯ୍ୟକ୍ଷମ ହେବା ଫଳରେ ବିହାର ଏବଂ ଉତ୍ତର ପୂର୍ବାଞ୍ଚଳକୁ ଯୋଡ଼ୁଥିବା ସମଗ୍ର କ୍ଷେତ୍ରର ଇତିହାସରେ ଏକ ଐତିହାସିକ ମୁହୂର୍ତ୍ତ। 1887ରେ ଏକ ମିଟର ଗଜ ଲିଙ୍କ ନିର୍ମଲି ଓ ଭାପ୍ତିଆହି (ସାରାଇଗଡ଼) ମଧ୍ୟରେ ନିର୍ମାଣ କରାଯାଇଥିଲା। 1934ରେ ପ୍ରବଳ ବନ୍ୟା ଏବଂ…

Read More

ନୂଆଦିଲ୍ଲୀ, 10ମ ପ୍ରତିରକ୍ଷା ପ୍ରଯୁକ୍ତି ଓ ବାଣିଜ୍ୟିକ ଉପକ୍ରମ (ଡିଟିଟିଆଇ) ଗୋଷ୍ଠୀର ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଛି । ଭାରତ ପକ୍ଷରୁ ପ୍ରତିରକ୍ଷା ଉତ୍ପାଦନ ସଚିବ ରାଜକୁମାର ଓ ଆମେରିକା ତରଫରୁ ଅଣ୍ଡର ସେକ୍ରେଟାରୀ ଅଫ ଡିଫେନ୍ସ ଫର ଏକ୍ସିଜିବିସନ ଆଣ୍ଡ ସଷ୍ଟେନମେଂଟ ଏଲେନ ଏମ ଲର୍ଡ ବୈଠକରେ ସହ-ଅଧ୍ୟକ୍ଷତା କରିଥିଲେ । ବର୍ଷକୁ ଦୁଇ ଥର ପର୍ଯ୍ୟାୟ କ୍ରମେ ଭାରତ ଓ ଆମେରିକାରେ ଡିଟିଟିଆଇ ଗୋଷ୍ଠୀ ସମୂହ ବୈଠକ ଆୟୋଜିତ ହୋଇଥାଏ । ତେବେ କୋଭିଡ ମହାମାରୀ ଯୋଗୁଁ ଏଥରର ବୈଠକ ଭିଟିସି ମାଧ୍ୟମରେ ଆୟୋଜିତ ହୋଇଥିଲା । ଦ୍ୱିପାକ୍ଷିକ ପ୍ରତିରକ୍ଷା ବାଣିଜ୍ୟିକ ସମ୍ପର୍କ ପ୍ରତି ନେତୃବୃନ୍ଦଙ୍କ ଧ୍ୟାନ ଆକର୍ଷଣ ଓ ପ୍ରତିରକ୍ଷା ଉପକରଣଗୁଡିକର ମିଳିତ ଉତ୍ପାଦନ ତଥା ବିକାଶ ସୁଯୋଗ ସୃଷ୍ଟି କରିବା ଡିଟିଟିଆଇ ସମୂହର ଉଦ୍ଦେଶ୍ୟ । ସ୍ଥଳ, ନୌସେନା, ବାୟୁ ଓ ବିମାନ ବାହକ ପ୍ରଯୁକ୍ତି କ୍ଷେତ୍ରରେ ପାରସ୍ପରିକ ସହମତିରେ ପ୍ରକଳ୍ପ ପ୍ରୋତ୍ସାହନ ପାଇଁ ଚାରିଟି…

Read More

ଭୁବନେଶ୍ବର, କୋଭିଡ ଜନିତ ଆର୍ଥକ ମାନ୍ଦା ଅବସ୍ଥାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଜୀବିକା ପ୍ରକଳ୍ପକୁ ଅଧିକ ପାଣ୍ଠି ଯୋଗାଇବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି। ଆଜି କୋଭିଡ ପରିଚାଳନା ଵିଷୟରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ MGNREGS ସମେତ ଅନ୍ୟ ଜୀବିକା କାର୍ଯ୍ୟକ୍ରମ ଜରିଆରେ ଯେପରି ଗାଁ ଲୋକମାନେ ଅଧିକରୁ ଅଧିକ ରୋଜଗାର ପାଇପାରିବେ, ସେଥିପ୍ରତି ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେହିପରି କୃଷି, ମତ୍ସ୍ୟଚାଷ, ଉଦ୍ୟାନ କୃଷି, ଜଙ୍ଗଲ, ମୃତ୍ତିକା ସଂରକ୍ଷଣ ପାଇଁ ସେ ଘୋଷଣା କରିଥିବା ପ୍ୟାକେଜକୁ ଠିକ୍‌ ଭାବରେ କାର୍ଯ୍ୟ କରିବା ସର୍ବୋଚ୍ଚ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏତଦ୍‌ବ୍ୟତୀତ ଚାଷୀ, ମିଶନ ଶକ୍ତିର ମା ମାନେ, MSME ଓ ବୁଣାକାର ମାନଙ୍କୁ ଅଧିକ…

Read More

ଭୁବନେଶ୍ବର, ବର୍ତ୍ତମାନ କରୋନା ଭାଇରସ କଟକ ଭୁବନେଶ୍ବରେ ଅଧିକ ପରିଲକ୍ଷିତ ହେବାରେ ଲାଗିଛି। ଏହି ଦୁଇ ସହରରେ କୋଭିଡ ନିୟମ ଯେପରି ପାଳନ ହେବା କଥା ତାହା ହେଉ ନାହିଁ। ତୁରନ୍ତ ଏହାକୁ ନିୟନ୍ତ୍ରଣ କର ବୋଲି ଆଜି ମୁଖ୍ୟମନ୍ତ୍ରୀ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଏହି ଦୁଇ ସହରରେ କୋରନା ସ୍ଥିତି ସଂପର୍କରେ ବସିଥିବା ଏକ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ଅନ୍ୟ ଅଞ୍ଚଳମାନଙ୍କରେ କୋଭିଡ ନିୟମର କଡାକଡି ଅନୁପାଳନ ସନ୍ତୋଷ ଜନକ ଥିବାବେଳେ ଭୁବନେଶ୍ବର କଟକରେ କମିଶନରେଟ ଅଞ୍ଚଳରେ ଏହା ସେତେଟା ଉତ୍ସାହଜନକ ନଥିବାରୁ ଭୁବନେଶ୍ବର କଟକ କମିଶନରେଟ ଅଞ୍ଚଳରେ କୋଭିଡ ନିୟମ କାର୍ଯ୍ୟକାରିତା ଉପରେ ପୋଲିସ ମହାନିର୍ଦ୍ଦେଶକ ପ୍ରତ୍ୟକ୍ଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Read More

ନୂଆଜିଲ୍ଲୀ, ଭାରତ ସରକାରଙ୍କ ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର ଆଭ୍ୟନ୍ତରୀଣ ବ୍ୟାପାର ଏବଂ ଉଦ୍ୟୋଗ ସମ୍ବର୍ଦ୍ଧନ ବିଭାଗ (ଡିପିଆଇଆଇଟି) ଆଜି ଏକ ବିଜ୍ଞପ୍ତିରେ ଖେଳଣା (ଗୁଣବତ୍ତା ନିୟନ୍ତ୍ରଣ) ନିର୍ଦ୍ଦେଶ, 2020ର ପ୍ରଣୟନ ତାରିଖ 01.09.2020ରୁ 01.01.2021କୁ ଘୁଞ୍ଚାଇ ଦେଇଛି। ଏହି ନିଷ୍ପତ୍ତି ଦ୍ୱାରା କୋଭିଡ-19 ମହାମାରୀ ସମୟରେ ଘରୋଇ ଉତ୍ପାଦନକାରୀମାନଙ୍କୁ ଆବଶ୍ୟକ ମାନାଙ୍କ ହାସଲ କରିବାକୁ ଅଧିକ 4 ମାସ ସମୟ ମିଳିପାରିବ ।

Read More

ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ହୁ ହୁ ହୋଇ ବଢୁଛି କରୋନା ମହାମାରୀ। ଯେମିତି କମିବାର ନାଁ ଧରୁନି ତଥାପି ସଚେତନ ହେଉନାହାନ୍ତି ଲୋକେ। ଜଗତସିଂହପୁର ଜିଲ୍ଲାରେ ଆଜି କରୋନା ପୂ୍ର୍ବର ସବୁ ରେକର୍ଡ଼ ଭାଙ୍ଗିଛି। ଜିଲ୍ଲାରୁ ଆଜି ସର୍ବାଧିକ ୧୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକରୁ ୧୬ଜଣ, ବିରିଡ଼ି ବ୍ଲକରୁ ୧୧ଜଣ ,ତିର୍ତ୍ତୋଲ ବ୍ଲକରୁ ୧୯ଜଣ, ଏରସମା ବ୍ଲକରୁ ୭ଜଣ, କୁଜଙ୍ଗ ବ୍ଲକରୁ ୩୦ଜଣ, ନାଉଗାଁ ବ୍ଲକରୁ ୫ଜଣ, ରଘୁନାଥପୁର ବ୍ଲକରୁ ୨୭ଜଣ, ଜଗତସିଂହପୁର ବ୍ଲକରୁ ୨୫ଜଣ, ଜଗତସିଂହପୁର ୟୁଏଲବି ରୁ ୧୩ଜଣ, ପାରାଦ୍ଵୀପ ୟୁଏଲବି ରୁ ୩୩ଜଣ ଓ ଅନ୍ୟ ଜିଲ୍ଲାରୁ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଜିଲ୍ଲାରୁ ୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୩୩୭୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୨୯ ଜଣ ସୁସ୍ଥ ହୋଇଥିବା…

Read More

ସୀତାରାମ ଅଗ୍ରୱାଲ ଚିଲିକା: କରୋନା ମହାମାରୀ ବର୍ତ୍ତମାନ ତାର କରାଳ ରୂପ ଖୋର୍ଦ୍ଧା ଜିଲ୍ଲାରେ ଦେଖାଉଛି। ବିଶେଷ କରି ଚିଲିକା ନିର୍ବାଚନମଣ୍ଡଳୀ ରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ବର୍ତ୍ତମାନ ଏହା ସର୍ବାଧିକ ସ୍ଥାନକୁ ପହଁଚିଛି ଯାହା ବର୍ତ୍ତମାନ ଜିଲ୍ଲା ଏବଂ ସ୍ଥାନୀୟ ପ୍ରଶାସନର ମୁଣ୍ଡ ବିନ୍ଧା ର କାରଣ ପାଲଟିଛି। ଅପରପକ୍ଷେ କରୋନା ରେ ମୃତକଙ୍କ ସଂଖ୍ୟା ମଧ୍ୟ ଚିଲିକା ନିର୍ବାଚନମଣ୍ଡଳୀ ରେ ବଢିଚାଲିଛି। ଗତକାଲି କୋଭିଡରେ ବାଣପୁର ଏବଂ ବାଲୁଗାଁ ଏନ.ଏ.ସି ର ତିନି ଜଣ ବ୍ୟକ୍ତି ପ୍ରାଣ ହରାଇଥିବାର ସୂଚନା ଅଛି। ଯାହାକି ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି କରିଛି। ପ୍ରତିଦିନ ଜିଲ୍ଲା ଉଚ୍ଚ ଅଧିକାରୀମାନେ ବାଲୁଗାଁ ଏବଂ ବାଣପୁରରେ ତୁହାକୁ ତୁହା ବୈଠକ କରୁଛନ୍ତି। ଗତକାଲି ଖୋର୍ଦ୍ଧା ସ୍ୱତନ୍ତ୍ର ଅତିରିକ୍ତ ଜିଲ୍ଲାପାଳ ଏବଂ ଖୋର୍ଦ୍ଧା ଉପଜିଲ୍ଲାପାଳ ବାଲୁଗାଁ ଏନ.ଏ.ସି ସଭାଗୃହ ମଧ୍ୟରେ କରୋନାକୁ ପ୍ରତିହିତ କରିବା ପାଇଁ ବୈଠକ କରିଥିବାବେଳେ ଆଜି ଖୋର୍ଦ୍ଧା ଅତିରିକ୍ତ…

Read More

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଭାପତି ତଥା ବାଲୁଗାଁ ଏନ୍‌ଏସିର ପୂର୍ବତନ ନଗରପାଳ ସତ୍ୟ ନାରାୟଣ ସେନାପତିଙ୍କ ଅକାଳ ବିୟୋଗରେ ଏବିଭିପି ଖୋର୍ଦ୍ଧା ଜିଲ୍ଲା ସହ ପ୍ରମୁଖ ସୀତାରାମ ଅଗ୍ରୱାଲ୍‌, ବାଲୁଗାଁ-ବାଣପୁର ନଗର ସମ୍ପାଦକ ବିକାଶ ସେଠୀ, ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘର ସ୍ୱୟଂସେବକ ଭାଇ ମାନେ, ଚିଲିକା ବିଜେପି ର କାର୍ଯ୍ୟକର୍ତାମାନେ, ଶାଳିଆ ପ୍ରେସ୍ କ୍ଲବ୍‌ର ସମସ୍ତ ସଦସ୍ୟ ବୃୃନ୍ଦ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଗଭୀର ଶୋକପ୍ରକାଶ କରିବା ସହ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରି ସ୍ୱର୍ଗତ ଆତ୍ମାର ସଦ୍‌ଗତି କାମନା କରି ଦୀପଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ବାଲୁଗାଁ ସହରର ବିଭିନ୍ନ ଅଞ୍ଚଳ ଦେଇ ଏକ କ୍ୟାଣ୍ଡେଲ୍ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ବହୁତ ଅଳ୍ପସମୟ ମଧ୍ୟରେ ଜଣେ ଦକ୍ଷ ସଂଗଠକ ଏବଂ ଯୁବନେତା ଭାବେ ଶ୍ରୀ ସେନାପତି ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଏପରିକି ଛାତ୍ର ଜୀବନରୁ ଏବିଭିପି ସହ ଜଡ଼ିତ ହୋଇ କଲେଜ କ୍ୟାରିଅର୍‌ରେ…

Read More

ଭୁବନେଶ୍ବର: ଆଜି ରାଜ୍ୟରେ  ୪ ହଜାର ୧୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭୫୨ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୪୪୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ପୁରୀରୁ ୨୭୫, ଯାଜପୁରରୁ ୨୭୨, ନୂଆପଡାରୁ ୨୬୮, ଅନୁଗୁଳରୁ ୧୮୭, ବରଗଡରୁ ୧୮୧, ଢେଙ୍କାନାଳରୁ ୧୫୦, ମୟୂରଭଞ୍ଜରୁ ୧୨୬, ସୋନପୁରରୁ ୧୨୨, କୋରାପୁଟରୁ ୧୧୯, ବାଲେଶ୍ବରରୁ ୧୦୮, ବଲାଙ୍ଗୀରିରୁ ୧୦୮, ଗଞ୍ଜାମରୁ ୧୦୩, ଜଗତସିଂହପୁରରୁ ୯୭, କେନ୍ଦୁଝରରୁ ୮୩, ବୌଦ୍ଧରୁ ୭୬, କେନ୍ଦ୍ରାପଡାରୁ ୭୫, କନ୍ଧମାଳରୁ ୬୯, ଝାରସୁଗୁଡାରୁ ୬୬, ସୁନ୍ଦରଗଡରୁ ୬୪, ଭଦ୍ରକରୁ ୬୨, ରାୟଗଡାରୁ ୬୧, ସମ୍ବଲପୁରରୁ ୬୦, ନୟାଗଡରୁ ୫୬, କଳାହାଣ୍ଡିରୁ ୫୧, ଗଜପତିରୁ ୨୯, ଦେବଗଡରୁ ୨୪, ନବରଙ୍ଗପୁରରୁ ୨୪ ଏବଂ ମାଲକାନଗିରିରୁ ୧୩ ଜେଏଏନଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେଇଛନ୍ତି। ରାଜ୍ୟରେ ଆଜି ସୁସ୍ଥ…

Read More

ହେମାଙ୍ଗ ପ୍ରସାଦ ରାଉଳ ଗଞ୍ଜାମ: ଓଡିଶା ବିଧାନସଭା ବାଚସ୍ପତି ଡ଼ଃ.ସୂର୍ଯ୍ୟ ନାରାୟଣ ପାତ୍ର ନିଜର ଜିଲ୍ଲା ପରିଷଦ ପ୍ରତିନିଧି ଭାବେ ଜଣେ ଜଳସମ୍ପଦ ବିଭାଗର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ବି.ଶଙ୍କର ନାରାୟଣ ସୁବୁଦ୍ଧିଙ୍କୁ ଦାୟିତ୍ତ୍ଵ ଦେଇଛନ୍ତି। ପୂର୍ବରୁ ଜଳସମ୍ପଦ ବିଭାଗରେ ବହୁ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ଅବସ୍ଥାପିତ ହୋଇ ସୁଚାରୁ ରୂପେ ନିଜ ଦାୟିତ୍ତ୍ଵ ତୁଲାଇଥିବା ବେଳେ ବର୍ତ୍ତମାନ ସରକାରୀ ଚାକିରୀରୁ ଅବସର ନେବାପରେ ଜନସେବାରେ ନିଜକୁ ମନନିବେଶ କରିଛନ୍ତି। ଆଗାମୀ ଦିନରେ ହେବାକୁ ଥିବା ସମସ୍ତ ଜିଲ୍ଲା ପରିଷଦ ବୈଠକରେ ଶ୍ରୀ ସୁବୁଦ୍ଧି ବାଚସ୍ପତିଙ୍କ ପ୍ରତିନିଧି ରୂପରେ ଯୋଗଦେବେ। ଏନେଇ ଡ଼ଃ.ପାତ୍ର ଚିଠି ସଂଖ୍ୟା ୩୧୯/୧୪/୨୦ରେ ଏକ ଲିଖିତ ପତ୍ର ଜିଲ୍ଲାପାଳଙ୍କୁ ଦେଇଛନ୍ତି। ଏହାକୁ ନେଇ ଶ୍ରୀ ସୁବୁଦ୍ଧି ବାଚସ୍ପତିଙ୍କୁ ଧନ୍ୟବାଦ ଜଣାଇଥିବାବେଳେ ପୂର୍ବତନ ସାଂସଦ ପ୍ରତିନିଧି ସନାତନ ସଂଗ୍ରାମ ସିଂ, ଦିଗପହଣ୍ଡି ବ୍ଲକ ଉପାଧ୍ୟକ୍ଷା ପ୍ରତିନିଧି ଏମ୍. ନିରଞ୍ଜନ ରେଡି, କୁକୁଡାଖଣ୍ଡି ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ଦିଲ୍ଲୀପ ପାତ୍ର,…

Read More

ଭୁବନେଶ୍ୱର, ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ ପ୍ରାର୍ଥୀଙ୍କର ଅପରାଧ ପ୍ରବଣ ପୃଷ୍ଠଭୂମି ଛାପା ଓ ଇଲଟ୍ରୋନିକ୍ ଗଣମାଧ୍ୟମ ଜରିଆରେ ପ୍ରଚାର ପ୍ରସାର କରାଇବେ। ଆଜି ଏ ନେଇ ନିର୍ବାଚନ ଅଧିକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେହେତୁ ଓଡ଼ିଶାର ବାଲେଶ୍ୱର ଓ ତିର୍ତ୍ତୋଲ ଆସନରେ ଉପନିର୍ବାଚନ ହେବାକୁ ଯାଉଛି ସେଥିପାଇଁ ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିରେ କୁହାଯାଇଛି ଯେ, ପ୍ରଥମ ପର୍ଯ୍ୟାୟ ପ୍ରଚାର ପ୍ରସାର ପାଇଁ ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ନାମାଙ୍କନ ପତ୍ର ପ୍ରତ୍ୟାହାରର ପ୍ରଥମ ଚାରିଦିନ ମଧ୍ୟରେ କରାଇବେ । ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ପ୍ରସାର ନାମାଙ୍କନ ପତ୍ର ପ୍ରାତ୍ୟାହାରର ପଞ୍ଚମରୁ ଅଷ୍ଟମ ଦିନ ମଧ୍ୟରେ ଏବଂ ସେହିପରି ତୃତୀୟ ପର୍ଯ୍ୟାୟ ପ୍ରଚାର ପ୍ରସାର ନାମାଙ୍କନ ପତ୍ର ପ୍ରତ୍ୟାହାରର ନବମ ଦିନଠାରୁ ନିର୍ବାଚନ ପ୍ରଚାରର ଶେଷ ଦିନ ମଧ୍ୟରେ ଅର୍ଥାତ୍‌ ଭୋଟ ଗ୍ରହଣର ଦୁଇଦିନ ପୂର୍ବରୁ କରାଇବେ। ଅପ୍ରତିଦ୍ୱନ୍ଦୀ…

Read More

ଭୁବନେଶ୍ବର: ବର୍ତ୍ତମାନ ବନ୍ୟା ନାଁ ରେ ବିଭିନ୍ନ ସ୍ଥାନରେ ପରିବାପତ୍ର ଦର ହୁତୁହୁତୁ ହୋଇ ବଢିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ଖାଉଟୀ ଅଧିକାରୀମାନେ ବିଭିନ୍ନ ପରିବା ବଜାର ଉପରେ ଚଢାଉ କରିଛନ୍ତି। ବିଶେଷ କରି ଆଳୁ ଓ ପିଆଜ ପରି ଅତ୍ୟାବଶ୍ୟକ ଜିନିଷର ମଧ୍ୟ ଦର ବୃଦ୍ଧି ଘଟିଛି। ତେବେ ପ୍ରକୃତରେ ଦର ବୃଦ୍ଧି ଘଟିଛି କି କୃତ୍ରିମ ଭାବେ ଦର ବୃଦ୍ଧି କରାଯାଉଛି ଏହି ଅଧିକାରୀମାନେ ତାହା ଯାଞ୍ଚ କରିଛନ୍ତି। ଖୁଚୁରା ଦୋକାନ ସହିତ ହୋଲସେଲ ବଜାର ଉପରେ ମଧ୍ୟ ଏହି ଚଢାଉ କରାଯାଇଥିଲା। ଏହିପରି ଭାବେ ବିଭିନ୍ନ ସମୟରେ ଖାଉଟୀ ଅଧିକାରୀମାନେ ଜିଲ୍ଲା ପୋଲିସ ସହାୟତାରେ ଏହି ଚଢାଉ କରିବେ ବୋଲି ଜଣାପଡିଛି।

Read More

ଭୁବନେଶ୍ବର: ରେଳବାଇ କର୍ମଚାରୀ ସେମାନଙ୍କ ନିଜ ପରିସରକୁ ପରିଚ୍ଛନ୍ନତା ରଖିବା ସହିତ ଅନ୍ୟମାନଙ୍କୁ ଏଥିପ୍ରତି ପ୍ରେରଣା ଦେବାକୁ ଶପଥ ନେଲେ ଓ ସ୍ୱଚ୍ଛତା ପକ୍ଷରେ ପରିଚ୍ଛନ୍ନତା କାର୍ଯ୍ୟକ୍ରମ ପାଇଁ ବ୍ୟାପକ ଆୟୋଜନ ଓ ୧୬ ରୁ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଭାରତୀୟ ରେଳବାଇ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ପକ୍ଷ ଦେଶସାରା ପାଳନ କରାଯାଉଅଛି ଓ ଏଥିପାଇଁ ପୂର୍ବତଟ ରେଳପଥ ବ୍ୟାପକ ଭାବେ ସ୍ୱଚ୍ଛତା ପକ୍ଷ ପାଳନ କରି ରେଳ ଷ୍ଟେସନ ପରିସର, ଟ୍ରେନ, କାର୍ଯ୍ଯାଳୟ, ୱର୍କଶପ, ମରାମତି ଡିପୋ, ରେଳବାଇ ସ୍ୱାସ୍ଥ୍ୟ କେନ୍ଦ୍ର ଓ ବାସସ୍ଥଳୀ ଅଞ୍ଚଳମାନଙ୍କରେ ପରିଚ୍ଛନ୍ନତା ପ୍ରତି ବ୍ୟାପକଭାବେ ସ୍ୱତନ୍ତ୍ର ଧ୍ୟାନ ଦେଉଅଛି ଓ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଆଜି ପୂର୍ବାହ୍ନରେ ରେଳସଦନରୁ ଭରଚୁଆଲ ମାଧ୍ୟମରେ ରେଳପଥ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇ ସ୍ୱଚ୍ଛତା ନିମନ୍ତେ ପ୍ରତି ସପ୍ତାହରେ ଦୁଇ ଘଣ୍ଟା ଶ୍ରମଦାନ କରିବା ସହିତ ନିଜେ ଅଳିଆ ନଫିଙ୍ଗିବା କିମ୍ବା…

Read More

ମୁମ୍ବାଇ: ଜିଓ ପକ୍ଷରୁ କ୍ରିକେଟପ୍ରେମୀଙ୍କ ପାଇଁ ଏକ ଖୁସି ଖବର ଭାବରେ ଆଗାମୀ କ୍ରିକେଟ ସିଜନ ପାଇଁ ଏକାଧିକ ଆକର୍ଷଣୀୟ ତାରିଫ ପ୍ଲାନ୍ ଆରମ୍ଭ କରାଯାଇଛିି। ‘ଜିଓ କ୍ରିକେଟ ପ୍ଲାନ’ ଭାବରେ ପ୍ରଚଳନ କରାଯାଇଥିବା ଏହି ସମସ୍ତ ପ୍ଲାନ୍‌ରେ ୩୯୯ ଟଙ୍କା ମୂଲ୍ୟର ଡିଜ୍‌ନି+ ହଟ୍‌ଷ୍ଟାର ଭିଆଇପି ଆପ୍‌ର ବାର୍ଷିକ ସବ୍‌ସ୍କ୍ରିପ୍‌ସନ୍ ସୁବିଧା ମିଳିବା ସହିତ ହାଇସ୍ପିଡ୍ ଡାଟା, ଭଏସ୍ ଓ ଏସ୍‌ଏମ୍‌ଏସ୍ ସେବାର ମିଳିତ ଲାଭ ମଧ୍ୟ ଉପଲବ୍ଧ ହେଉଛି। ଏହି ପ୍ଲାନ୍‌ଗୁଡିକର ସୁଯୋଗ ନେଉଥିବା କ୍ରିକେଟପ୍ରେମୀମାନେ ଡିଜ୍‌ନି+ ହଟ୍‌ଷ୍ଟାର ଆପ୍‌ରେ ମାଗଣାରେ ଚଳିତ ସପ୍ତାହରୁ ଆରମ୍ଭ ହେଉଥିବା ଡ୍ରିମ୧୧ ଆଇପିଏଲ୍ ମ୍ୟାଚଗୁଡିକ ସହଜରେ ଦେଖିପାରିବେ। ଜିଓ କ୍ରିକେଟ ପ୍ଲାନସମୂହ ଅଧୀନରେ ୧ମାସ, ୨ମାସ, ୩ ମାସ ଏବଂ ଏକବର୍ଷର ବୈଧତା ବିଶିଷ୍ଟ ପ୍ରିପେଡ ପ୍ଲାନ୍ ଆରମ୍ଭ କରାଯାଇଛି ଏବଂ ଏଥିମଧ୍ୟରୁ ପ୍ରତ୍ୟେକଟି ପ୍ଲାନ୍ ସହିତ ଏକବର୍ଷର ଡିଜ୍‌ନି+ ହଟ୍‌ଷ୍ଟାର ଭିଆଇପି ଆପ୍‌ର ବାର୍ଷିକ ସବ୍‌ସ୍କ୍ରିପ୍‌ସନ୍ ଉପଲବ୍ଧ ରହିଛି। ୨୮ଦିନ…

Read More

ଭୁବନେଶ୍ବର, ଆଜି ମଧ୍ୟ ଭୁବନେଶ୍ବରରୁ 362 ଜଣ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି। ତେବେ କ୍ବାରଣ୍ଟାଇନ ଅପେକ୍ଷା ସ୍ଥାନୀୟ ସଂକ୍ରାମଣ ସଂଖ୍ୟା ସବୁଠାରୁ ଅଧିକ ରହୁଛି। ଆଜି କ୍ବାରଣ୍ଟାଇନରୁ ମାତ୍ର 76 ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରାମଣ ସଂଖ୍ୟା ଅଛି 286। ଆଜିର ପଜେଟିଭ ସଂଖ୍ୟା ମିଶାଇଲେ ଭୁବନେଶ୍ବରରେ କରୋନା ସ୍ଥିତି ରହିଛି ଏହିପରି ମୋଟ କରୋନା ପଜେଟିଭ-17295 ଆରୋଗ୍ୟ ଲାଭ-12694 ସକ୍ରିୟ ସଂଖ୍ୟା-4524 ମୃତ୍ୟୁ ବରଣ-64

Read More

ଭୁବନେଶ୍ବର: ଆଜି ଉତ୍କଳ ସାମ୍ବାଦିକ ଭବନ ପରିସରରେ “ଆମ ଜନତା ଅଧିକାର” ସଂଗଠନ ତରଫରୁ ଏକ ପ୍ରେସମିଟ ଅନୁଷ୍ଠିତ ହୋଇଯାଇଛି। ସଦ୍ୟ ସମାପ୍ତ ହେଇଥିବା ଜେଇଇ ଓ ନିଟ ପରୀକ୍ଷାରେ ହଜାର ହଜାର ଗରୀବ ମେଧାବୀ ପରୀକ୍ଷାର୍ଥୀ ପରୀକ୍ଷାରୁ ବଞ୍ଚିତ ହୋଇଛନ୍ତି। ଏନେଇ ପରୀକ୍ଷାରୁ ବଞ୍ଚିତ ପରୀକ୍ଷାର୍ଥୀଙ୍କ ପାଇଁ ପୁନଃପରୀକ୍ଷା କରିବା ଲାଗି ସରାକାରଙ୍କ ନିକଟରେ ଦାବୀ କରିଛି ଏହି ସାମାଜିକ ସଂଗଠନ। ରାଜ୍ୟର ଅନେକ ଜିଲ୍ଲା ବନ୍ୟା କ୍ଷତିଗ୍ରସ୍ତ ଥିବା ସମୟରେ ଏହି ପ୍ରକାର ଏକ ନିଷ୍ପତ୍ତି ଅନେକ ନିରୀହ ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଅନ୍ଧକାର ମଧ୍ୟକୁ ଠେଲି ଦେଇଛି। କୋଭିଡ ସମୟରେ କେବଳ ରାଜ୍ୟର ପ୍ରମୁଖ ସାତଗୋଟି ସହରରେ ପରୀକ୍ଷା କେନ୍ଦ୍ର କରାଯିବାକୁ ନେଇ ଅଭିଭାବକଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ଦେଖା ଦେଇଛି। ଜେଇଇ ପରୀକ୍ଷା ଲାଗି ୩୮ ହଜାର ୨ ଶହ ୩୬ ପରୀକ୍ଷାର୍ଥୀ ଆବେଦନ କରିଥିବାବେଳେ ଅନ୍ୟୂନ ୧୧ ହଜାର ପରୀକ୍ଷାର୍ଥୀ ପରୀକ୍ଷା କେନ୍ଦ୍ର ପର୍ଯ୍ୟନ୍ତ ପହଞ୍ଚିପାରି…

Read More

ଭୁବନେଶ୍ବର : ଆସନ୍ତା 20 ତାରିଖରୁ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ଅଞ୍ଚଳରେ ବର୍ଷା ହେବ । 19 ତାରିଖରୁ ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ାରେ ବର୍ଷା ହେବ । ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ତେବେ ଲଘୁଚାପ କ୍ଷେତ୍ର ଯୋଗୁଁ ସମ୍ଭାବ୍ୟ ବର୍ଷାନେଇ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି । କିଛି ପରିସ୍ଥିତି ଉପୁଜିଲେ ମୁକାବିଲା କରିବା ପାଇଁ ସଜାଗ ରହିବାକୁ ଏସଆରସି ଶ୍ରୀ ଜେନା ନିଦେ୍ର୍ଧଶ ଦେଇଛନ୍ତି । ଲଘୁଚାପ କ୍ଷେତ୍ର ଯୋଗୁଁ ଆସନ୍ତା 20ରୁ 23 ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା…

Read More

ଭୁବନେଶ୍ବର : କରୋନା ଆକ୍ରାନ୍ତଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । କଟକ, ଭୁବନେଶ୍ବର ଆସୁଥିବା ଆକ୍ରାନ୍ତ ଆନୁସଙ୍ଗିକ ବ୍ୟବସ୍ଥାରେ ଆସନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ।ସ୍ବାସ୍ଥ୍ୟ ଅଧିକାରୀଙ୍କ ପରାମର୍ଶରେ ଆସୁଥିବା ରୋଗୀ ଆନୁସଙ୍ଗିକ ବ୍ୟବସ୍ଥାରେ ଆସନ୍ତୁ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ । ଆନୁସଙ୍ଗିକ ବ୍ୟବସ୍ଥା ସହ ଅକ୍ସିଜେନ୍‌ ସପୋର୍ଟରେ ଆସିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଅବହେଳା ପାଇଁ ଅତୀତରେ ଗୁରୁତର ସମସ୍ୟା ସୃଷ୍ଟି ହୋଇଥିବାରୁ ଏବେ ଏହାକୁ ଧ୍ୟାନରେ ରଖାଯାଇ ବିହିତ ପଦକ୍ଷେପମାନ ନିଆଯାଉଛି । ସାରା ରାଜ୍ୟ ପାଇଁ ଟୁଇନ୍‌ସିଟିରେ ସରକାର ଅତ୍ୟାଧୁନିକ ବ୍ୟବସ୍ଥା କରିଛନ୍ତି । ପ୍ରକାଶ ଯେ, ଓଡିଶା ସରକାର ସବୁ ଜିଲ୍ଲାପାଳ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀମାନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଚିଠି ଲେଖିଛନ୍ତି । ଓଡିଶାରେ ଭର୍ଚୁଆଲ ଆଇସିୟୁ ବ୍ୟବସ୍ଥା ଆରମ୍ଭ କରିବା ପାଇଁ ଏହି ଚିଠି ଲେଖାହୋଇଛି…

Read More