Author: Samikhsya Bureau

ଭୁବନେଶ୍ବର: ପ୍ୟାରିସ୍‌ ଅଲମ୍ପିକ୍ସରେ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳର ଏକମାତ୍ର ଓଡିଆ ଖେଳାଳୀ ଶ୍ରୀ ଅମିତ୍‌ ରୋହିଦାସ୍ ଆଜି ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅମିତ୍‌ଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅମିତ୍‌ଙ୍କର ଭୂୟସୀ ପ୍ରଶଂସା କରି ତାଙ୍କୁ ଓଡିଶାର ଗର୍ବ ଓ ଗୌରବ ବୋଲି ଅଭିହିତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅମିତ୍‌ ହେଉଛନ୍ତି ଓଡିଆ ଅସ୍ମିତାର ପ୍ରକୃତ ପରିଚୟ। ଆମ ଓଡିଆ ଅସ୍ମିତାକୁ ସେ ବିଶ୍ୱ ଦରବାରରେ ପହଞ୍ଚାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ହେଉଛି ଏକ ପବିତ୍ର ଦିନ। ଆଗାମୀ ଅଲମ୍ପିକ୍ସ ପାଇଁ ସଂକଳ୍ପର ଦିନ। ସାଢେ ଚାରି କୋଟି ଓଡିଶାବାସୀଙ୍କ ଶୁଭେଚ୍ଛା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ୨୦୨୮ ଲସ୍ ଏଞ୍ଜେଲେସ୍ ଅଲମ୍ପିକ୍ସରେ ଆମେ ସ୍ୱର୍ଣ୍ଣ ପଦକ ହାସଲ କରିବୁ ବୋଲି ଆଶାବ୍ୟକ୍ତ କରିଥିଲେ। ଭାରତୀୟ ହକି…

Read More

ଭୁବନେଶ୍ବର: ପଶ୍ଚିମବଙ୍ଗ କଲିକତା ସ୍ଥିତ ଆରଜି କର ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଗତ୯ତାରିଖ ରାତ୍ରି ରେ କର୍ତ୍ତବ୍ୟ ରତ ସ୍ନାତକୋତ୍ତର ଡ଼ାକ୍ତରୀ ଛାତ୍ରୀ ଡା ମୌମିତା ଦେବନାଥ ଙ୍କୁ ବଳାତ୍କାର ଓ ହତ୍ୟା ପ୍ରତିବାଦରେ ନିରବ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ସ୍ଥିତ ଡ଼ା ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ର ଅଧ୍ୟକ୍ଷ ପ୍ରଫେସର ଡ଼ା ଜ୍ଞାନରଞ୍ଜନ ମହାନ୍ତି ଙ୍କ ସହ ଅଧ୍ୟାପକ ଡା ପ୍ରିୟଙ୍କା ପତି,ଅଧ୍ୟାପକ ଡା ସୁଧୀର ଦାସ, ପିଜିଟି ଡା ପ୍ରିୟଙ୍କା ପ୍ରିୟଦର୍ଶିନୀ ,ଡା ଆଶିଷ କୁମାର ମହାନ୍ତି,ସମସ୍ତ କର୍ମଚାରୀ, ଛାତ୍ର ସଂସଦ ସଭାପତି ସମୃଧା ଦାସ, ରାଜ୍ୟ ଆୟୁଷ ଛାତ୍ର ସଂସଦ ସଭାପତି ଡ଼ା ଶୁଭେନ୍ଦୁ କୁମାର ସାହୁ, ଉପସଭାପତି ଡ଼ା ନଚିକେତା ଗୁପ୍ତା,ଡା ଚିନ୍ମୟୀ ସାହୁ, ଡା ମୌସୁମୀ ପ୍ରିୟଦର୍ଶିନୀ, ଡା ସୌମ୍ୟ ଦର୍ଶନ ସାହୁ ଏବଂ ସମସ୍ତ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ନିରବ…

Read More

ଭୁବନେଶ୍ବର: ପୂର୍ବରୁ ଯେଉଁ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା ତାହା ସତ ହେଲା। ଶେଷରେ ୱାଇ ବି ଖୁରାନିଆ ହେଲେ ଓଡିଶା ପୋଲିସ ଡିଜି। ଏ ନେଇ ଆଜି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ସୂଚନା ପ୍ରଦାନ କରାଯାଇଛି। ନିକଟରେ ଖୁରାନିଆ କେନ୍ଦ୍ରୀୟ ଡେପୁଟେସନରୁ ଓଡିଶା ଫେରିଛନ୍ତି। ସେ ଓଡିଶା ଆସିବା ଖବର ପରେ ତାଙ୍କୁ ପୋଲିସ ଡିଜି କରାଯିବ ବୋଲି ଜଣାପଡିଥିଲା। 1990 ବ୍ୟାଚର ଖୁରାନିଆ ପୂର୍ବରୁ ଭୁବନେଶ୍ବର ପୋଲିସ କମିଶନର ଭାବେ କାର୍ଯ୍ୟ କରିଛନ୍ତି। ଏଥିସହିତ ସେ ବିଭିନ୍ନ ଜିଲ୍ଲାରେ ଏସପି ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ସେ କେନ୍ଦ୍ରରେ ବିଏସଏଫରେ ସ୍ବତନ୍ତ୍ର ଡିଜି ଭାବେ କାର୍ଯ୍ୟରତ ଥିଲେ। ବର୍ତ୍ତମାନ ଓଡିଶାର ପୋଲିସ ଡିଜି ଭାବେ ଅରୁଣ ଷଡଙ୍ଗୀ ଦାୟିତ୍ବରେ ଅଛନ୍ତି।

Read More

ଭୁବନେଶ୍ବର: ଆସନ୍ତା ଦୁଇଟି ସୋମବାରରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ପ୍ରଦାନ କରାଯାଇଛି। ସେହି ଅନୁସାରେ ଅଗଷ୍ଟ ୧୯ ଏବଂ ଅଗଷ୍ଟ ୨୬ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏହି ବିଜ୍ଞପ୍ତିରେ କୁହାଯାଇଛି ଯେ, ଆଗାମୀ ଅଗଷ୍ଟ ୧୯ ତାରିଖ (ସୋମବାର ) ଏବଂ ଅଗଷ୍ଟ ୨୬ତାରିଖ(ସୋମବାର)ରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ସରକାରୀ ଛୁଟି ଥିବାରୁ ଏହି ଦିନଗୁଡ଼ିକରେ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Read More

ବ୍ରହ୍ମପୁର: ଗଞ୍ଜାମ ବ୍ରହ୍ମପୁର ସ୍ଥିତ କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମହାବିଦ୍ୟାଳୟ ଓ ହସ୍ପିଟାଲ ର ୪୭ତମ ପ୍ରତିଷ୍ଠା ଦିବସ ଦୁଇ ଦିନ ଧରି ଏକ ମନୋଜ୍ଞ ଓ ଆକର୍ଷଣୀୟ ପରିବେଶରେ ଆୟୋଜିତ ହୋଇଯାଇଛି। ଏହାକୁ କଲେଜ ର ଅଧ୍ୟକ୍ଷ ପ୍ରଫେସର ଡା ବିପିନ ବିହାରୀ ଖୁଣ୍ଟିଆ ପୌରହିତ୍ୟ କରିଥିଲେ। ଏଥିରେ ମୁଖ୍ୟ ଅତିଥି ରୂପେ ଖଲ୍ଲିକୋଟ ବିଶ୍ଵ ବିଦ୍ୟାଳୟ ର ପୂର୍ବତନ କୁଳପତି ପ୍ରଫେସର ମନ୍ମଥ ପାଢ଼ୀ ,ସମ୍ମାନୀତ ଅତିଥି ଭାବେ ସିଟି କଲେଜ ପ୍ରାକ୍ତନ ଅଧ୍ୟକ୍ଷ ଓ ସଂସ୍କୃତି ଗବେଷକ ସାହିତ୍ୟିକ ଡ ଲମ୍ବୋଦର ପାଣିଗ୍ରାହୀ ,ମୁଖ୍ୟ ବକ୍ତା ଭାବେ ସୁପରିଚିତ କବି କୃଷ୍ଣଚନ୍ଦ୍ର ତ୍ରିପାଠୀ ଯୋଗ ଦେଇ ସଂକ୍ଷିପ୍ତ ଓ ସାର ଗର୍ଭକ ବକ୍ତବ୍ୟ ରେ ଆୟୁର୍ବେଦ ଓ କବିରାଜ ଅନନ୍ତ ତ୍ରିପାଠୀ ଶର୍ମାଙ୍କ ଆୟୁର୍ବେଦ ପ୍ରତି ଥିବା ମହତ୍ୱପୂର୍ଣ୍ଣ ଯୋଗଦାନ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ନିମନ୍ତ୍ରିତ ଅତିଥି ମାନେ ନିଜ ନିଜ ବକ୍ତବ୍ୟ…

Read More

ଭୁବନେଶ୍ବର: ଶେଷରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୫ଦିନ ଯାଏ ଲଗାତର ବର୍ଷା ଜାରୀ ରହିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ଆଡକୁ ଗତି କରିବ ବୋଲି ଜଣାପଡିଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ୧୮ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ଅର୍ଥାତ୍ ୭ ରୁ ୧୧ ସେମି ବର୍ଷାର ଆଶଙ୍କା ରହିଛି।

Read More

ଛତ୍ରପୁର: ଗଂଜାମ ଜିଲ୍ଲା ରାଜ୍ୟ ସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଆଇନ, ପୁର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ଛତ୍ରପୁରଠାରେ ଆୟୋଜିତ ଏକ ରଂଗାରଂଗ କାର୍ଯ୍ୟକ୍ରମରେ ସେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିସହିତ ସେ ମହାନ ସ୍ବାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ସମାରୋହ ଅବସରରେ ଛତ୍ରପୁର ବିଧାୟକ ଶ୍ରୀ କୃଷ୍ଣଚନ୍ଦ୍ର ନାୟକ, ଗଞ୍ଜାମ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକଙ୍କ ସମେତ ଜିଲ୍ଲା ଅଧିକାରୀ ଗଣ, ବିଶିଷ୍ଟ ବ୍ୟକ୍ତିବିଶେଷ ଓ ଛାତ୍ରଛାତ୍ରୀ ବୃନ୍ଦ ଉପସ୍ଥିତ ଥିଲେ।

Read More

ଭୁବନେଶ୍ବର: ନବରଙ୍ଗପୁର ଜିଲ୍ଲା ସ୍ତରୀୟ ୭୮ ତମ ସ୍ଵାଧୀନତା ଦିବସ ପ୍ୟାରେଡ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ପାତ୍ର ଯୋଗଦେଇ ଆନୁଷ୍ଠାନିକ ଭାବେ ଷ୍ଟାଡିୟମ୍ ଠାରେ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରି ଜିଲ୍ଲା ଉଦ୍ଦେଶ୍ୟରେ ସମବେତ ଜନତାଙ୍କୁ ଉଦବୋଧନ ଦେଇଥିଲେ। ଉଭୟ କେନ୍ଦ୍ର ଓ ରାଜ୍ୟରେ ଡବଲ ଇଂଜିନ ସରକାର ନୂଆ ଓଡିଶା ଗଠନରେ ସହାୟକ ହେବ। ଏଥି ନିମନ୍ତେ ସମସ୍ତଙ୍କ ସହଯୋଗ ଲୋଡ଼ା ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ମତବ୍ୟକ୍ତ କରିଥିଲେ। ଏହି ଅବସରରର ମନ୍ତ୍ରୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଜିଲ୍ଲାରେ ବିଭିନ୍ନ କ୍ଷେତ୍ରରେ କୃତିତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀ,କର୍ମଚାରୀ ଓ ଅନ୍ୟାନ୍ୟ ବ୍ୟକ୍ତି ବିଶେଷଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ।

Read More

ଭୁବନେଶ୍ବର: ଓଡିଶାର ଗୋଟିଏ ରାଜ୍ୟସଭା ଆସନ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହି ଅନୁସାରେ ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ । ୨୨ ତାରିଖରେ ଯାଞ୍ଚ ପ୍ରକ୍ରିୟା ସରିବା ସହ ୨୭ରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ଧାର୍ଯ୍ୟ କରାଯାଇଛି । ତେବେ ରାଜ୍ୟସଭା ନିର୍ବାଚନ ଲଢ଼ିବାପାଇଁ ଆଜି ପ୍ରଥମ ଦିନରେ ନୀଳଗିରି ପଞ୍ଚଲିଙ୍ଗେଶ୍ଵରର ବାବା କମଲେଶ ମହାପ୍ରଭୁ ଗୋଟାଏ ସେଟ୍ ଫର୍ମ କିଣିଛନ୍ତି । ସେ ବିଜେପି ସମର୍ଥନରେ ରାଜ୍ୟସଭାକୁ ଯିବା ପାଇଁ ଦଳସହ ଯୋଗାଯୋଗରେ ଥିବା କହିଛନ୍ତି । ଦଳ ସମର୍ଥନ ନ କଲେ ସ୍ଵାଧୀନ ଭାବେ ନିର୍ବାଚନ ଲଢ଼ିବେ ବୋଲି ମଧ୍ୟ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ, ରାଜ୍ୟ ବିଜେପି ସଭାପତି ଓ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରାଜ୍ୟସଭା ପାଇଁ ସମର୍ଥନ ମାଗିବେ ବୋଲି କହିଛନ୍ତି । ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ…

Read More

ଭୁବନେଶ୍ୱର: ଅଠସ୍ତରୀ ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟ ରେ ସମାରୋହ ସହକାରେ ପାଳିତ ହୋଇଯାଇଛି। ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସର ରେ ଜାତୀୟ ପତାକା ଉତୋଳନ କରିଥିଲେ। ପରେ ବିଜେଡି ରାଜ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଆୟୋଜିତ ସଭା ରେ ଯୋଗ ଦେଇ ଜାତିର ଜନକ ମହାତ୍ମା ଗାନ୍ଧୀ, ନେତାଜୀ ସୁଭାଷ ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ ଏବଂ ବିଜୁ ବାବୁଙ୍କ ଫଟୋ ଚିତ୍ର ରେ ପୁଷ୍ପାର୍ଘ୍ୟ ପ୍ରଦାନ କରି ସମ୍ମାନ ଜଣାଇଥିଲେ। ଏହି ଅବସରରେ ଶ୍ରୀ ପଟନାୟକ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଦାୟାଦ ମାନଙ୍କୁ ଉତ୍ତରୀୟ ଓ ପୁଷ୍ପ ଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ. ସମ୍ବର୍ଦ୍ଧିତ ହୋଇଥିବା ବ୍ୟକ୍ତିତ୍ୱ ମାନେ ହେଲେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଜୟକୃଷ୍ଣ ମହାନ୍ତି ଓ କିରଣ ବାଳା ମହାନ୍ତି ଙ୍କ…

Read More

ଭୁବନେଶ୍ୱର: ରାଜ୍ୟ ପୋଲିସ୍‌ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୯୪ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ରାଷ୍ଟ୍ରପତି, ରାଜ୍ୟପାଳ ଓ ସାହସିକତା ପଦକ ଏବଂ ଅର୍ଥ ପୁରସ୍କାର ପ୍ରଦାନ କରାଯାଇଛି। ଲୋକସେବା ଭବନ କନଭେନସନ୍‌ ହଲରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ପଦକ ପ୍ରଦାନ କରିଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଡିଜି-ପୋଲିସ ଶ୍ରୀ ଅରୁଣ କୁମାର ଷଡଙ୍ଗୀ, ଡିଜି-ଅଗ୍ନିଶମ, ହୋମଗାର୍ଡ ଓ ବେସାମରିକ ପ୍ରତିରକ୍ଷା ଡ. ସୁଧାଂଶୁ କୁମାର ଷଡଙ୍ଗୀ, ଅତିରିକ୍ତ ଡିଜି-କାରାଗାର ଓ ସଂସ୍କାର ସେବା ଶ୍ରୀ ଅମିତାଭ ଠାକୁରଙ୍କ ସହ ଗୃହ ବିଭାଗର…

Read More

ଭୁବନେଶ୍ବର: ସ୍ବାଧୀନତା ଦିବସ ଅବସରରେ ଗାନ୍ଧୀମାର୍ଗଠାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟସ୍ତରୀୟ ପରେଡ୍‌। ଏଥିରେ ୫୮ ଟି ପ୍ଲାଟୁନ ଅଂଶଗ୍ରହଣ କରିଥିଲେ। ଏହି ପ୍ଲାଟୁନଗୁଡିକ ମଧ୍ୟରେ ୧୨୦ ବାଟାଲିୟନ, ସୀମା ସୁରକ୍ଷା ବଳ, ସିଆରପିଏଫ, ଆଇଟିବିପି, ଏସଓଜି ଚନ୍ଦକା, ଛତିଶଗଡ଼ ସଶସ୍ତ୍ର ପୁଲିସ ବାହିନୀ, ଭୁବନେଶ୍ୱରସ୍ଥିତ ବିଭିନ୍ନ ସ୍କୁଲର ଏନସିସି, ସ୍କାଉଟ ଓ ଗାଇଡ, ରେଡ୍‌କ୍ରସ, ଅଶ୍ୱାରୋହୀ ପ୍ରଭୃତି ଯୋଗଦେଇଥିଲେ । ବଲାଙ୍ଗିରର ଅମି୍ରତ ପାଲ୍‌ କୌର, (ଭାରତୀୟ ପୋଲିସ ସେବା ଅଧିକାରୀ) ପରେଡ୍‌ ପରିଚାଳନା କରିଥିଲେ। ୨୦୨୪ ଜାନୁଆରୀ ୨୬ରେ ଅନୁଷ୍ଠିତ ପରେଡ୍‌ରେ ଭାଗ ନେଇଥିବା ପ୍ଲାଟୁନମାନଙ୍କୁ ମଧ୍ୟରୁ ଶ୍ରେଷ୍ଠ ବିବେଚିତ ହୋଇଥିବା ପ୍ଲାଟୁନମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରସ୍କାର ପ୍ରଦାନ କରିଥିଲେ । ସର୍ବୋତ୍ତମ ୟୁନିଫର୍ମ ସଶସ୍ତ୍ର ବାହିନୀ ପାଇଁ ଏସଓଜି ଚନ୍ଦକା, ଶ୍ରେଷ୍ଠ ରାଜ୍ୟ ପୁଲିସ ଭାବେ ଓଡ଼ିଶା ସ୍ୱିଫଫ ଆକ୍ସନ ଫୋର୍ସକୁ, ଏନସିସିରେ ଶ୍ରେଷ୍ଠ ସିନିୟର ବିଭାଗରେ ଏନସିସି ବାଳକ ଓ ବାଳିକା ପ୍ଲାଟୁନ,…

Read More

ଭୁବନେଶ୍ବର: ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ -୨୦୨୪ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯାହା ଉଦବୋଧନ ଦେଲେ ତାହା ହେଲା.. ଜୟ ଜଗନ୍ନାଥ ମୋର ପ୍ରିୟ ଭାଇ ଓ ଭଉଣୀମାନେ, ଆଜି, ଭାରତ ବର୍ଷର ପବିତ୍ର ୭୮ତମ ସ୍ୱାଧୀନତା ଦିବସ ଅବସରରେ ଦେଶ ଓ ରାଜ୍ୟ ତଥା ସାରା ବିଶ୍ବରେ ରହୁଥିବା ପ୍ରତ୍ୟେକ ଭାରତବାସୀଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ଜବାହରଲାଲ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ବୀର୍ ସବରକର୍, ସହୀଦ ଭଗତ ସିଂ, ଚନ୍ଦ୍ରଶେଖର ଆଜାଦ, ଡଃ ବି.ଆର. ଆମ୍ବେଦକର ଓ ଡଃ ରାଜେନ୍ଦ୍ର ପ୍ରସାଦଙ୍କ ପରି ମହାନ୍ ସ୍ବାଧୀନତା ସଂଗ୍ରାମୀ ମାନଙ୍କୁ ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ସ୍ୱାଧୀନତା ଆନ୍ଦୋଳନରେ ଓଡିଶାର ନେତୃବୃନ୍ଦ ତ୍ୟାଗ ଓ ସଂଗ୍ରାମର ପରାକାଷ୍ଠା ଦେଖାଇ ଓଡିଶାକୁ ଜାତୀୟ ଆନ୍ଦୋଳନର ମୁଖ୍ୟ ସ୍ରୋତରେ…

Read More

ନୂଆଦିଲ୍ଲୀ: ଭାରତର ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ୩ ଟି ଅନୁଷ୍ଠାନ ଯଥା ଲଳିତ କଳା ଏକାଡେମୀ, ସାହିତ୍ୟ ଏକାଡେମୀ ଏବଂ ସଙ୍ଗୀତ ନାଟକ ଏକାଡେମୀ ମିଳିତ ଭାବେ ଦିଲ୍ଲୀରେ ଏକ ଚମତ୍କାର ତିରଙ୍ଗା ଯାତ୍ରାର ଆୟୋଜନ କରିଥିଲେ। ଏହି ଜୀବନ୍ତ କାର୍ଯ୍ୟକ୍ରମରେ ଯୁବକ, କଳାକାର, ସୃଜନଶୀଳ ବୃତ୍ତିଜୀବୀ ଓ କଲେଜ ଛାତ୍ରଛାତ୍ରୀଙ୍କ ଠାରୁ ଆରମ୍ଭ କରି ସ୍କୁଲ ପିଲା, ଯୁବ ବ୍ଲଗର, ଅଧିକାରୀ ଓ ଜନସାଧାରଣଙ୍କ ଠାରୁ ଆରମ୍ଭ କରି ସମସ୍ତ ବର୍ଗର ୨୫୦୦ରୁ ଅଧିକ ବ୍ୟକ୍ତି ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ କଳା ମହାବିଦ୍ୟାଳୟ, ବିଦ୍ୟାବିହାର ସ୍କୁଲ, କସମସ୍ ସ୍କୁଲ ଓ କ୍ୟାଥର୍ସିସ୍ ୱାର୍ଲ୍ଡ ସ୍କୁଲ ଭଳି ବିଭିନ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଏଥିରେ ଲଳିତ କଳା ଏକାଡେମୀ, ସାହିତ୍ୟ ଏକାଡେମୀ, ସଙ୍ଗୀତ ନାଟକ ଏକାଡେମୀ, କଥକ କେନ୍ଦ୍ରର ଅଧିକାରୀ ଓ କର୍ମଚାରୀଙ୍କ ସମେତ ବହୁ ଉତ୍ସାହୀ କଳାକାର…

Read More

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଅହମ୍ମଦାବାଦ ମ୍ୟୁନିସିପାଲିଟି କର୍ପୋରେସନ୍ (ଏଏମସି) ପକ୍ଷରୁ ଅହମ୍ମଦାବାଦ ଠାରେ ଆୟୋଜିତ ‘ତ୍ରିରଙ୍ଗା ଯାତ୍ରା’ ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ଏହି ଅବସରରେ ଶ୍ରୀ ଅମିତ ଶାହ କହିଥିଲେ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ହର ଘର ତ୍ରିରଙ୍ଗା ଅଭିଯାନ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ଦେଶଭକ୍ତି ଏବଂ ସଂକଳ୍ପର ପରିଭାଷା ପାଲଟିଛି। ଏହି ଅଭିଯାନ କେବଳ ଗୁଜରାଟରେ ନୁହେଁ ବରଂ ସମଗ୍ର ଦେଶରେ ଏକ ନୂତନ ଶକ୍ତି ସଂଚାର କରୁଛି ବୋଲି ସେ କହିଛନ୍ତି। ଅଗଷ୍ଟ ୧୫ ତାରିଖରେ ଆମେ ସ୍ୱାଧୀନତାର ୭୮ ତମ ବର୍ଷରେ ପ୍ରବେଶ କରିବାକୁ ଯାଉଛୁ ଏବଂ ଏହି ଅବସରରେ ଗୁଜରାଟରେ ଗୋଟିଏ ବି ଘର କିମ୍ବା…

Read More

ମେଷ: – ଜମିରେ ବିନିଯୋଗ ଲାଭଦାୟକ ହେବ। ଅଧିକାରୀମାନଙ୍କୁ ବୁଝାଇବାକୁ ସମର୍ଥ ହେବ। ବୃଷ: – ବ୍ୟବସାୟରେ ପରିବର୍ତ୍ତନ ଆସିବ। ଦୁର୍ଘଟଣାଗ୍ରସ୍ତ ଏବଂ ଅଧିକ ଅର୍ଥରେ ଉପକୃତ ହେବେ। ମିଥୁନ: – କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ ହେତୁ ମନୋବଳ ଭଲ ରହିବ। କାର୍ଯ୍ୟରେ ସଫଳତା ମିଳିପାରିବ। କର୍କଟ: – ଏହି ବର୍ଷ ଆପଣଙ୍କ ପାଇଁ ଏକ ନୂତନ ପ୍ରେମିକର ସନ୍ଧାନ ମିଳିବ। ଆପଣ ନୂଆ ବର୍ଷରେ ଭଲ ସ୍ବାମୀଙ୍କୁ ପାଇବେ। ସିଂହ: – ତୁମେ କଠିନ ପରିଶ୍ରମର ପୂର୍ଣ୍ଣ ଫଳ ପାଇବ। ଆପଣଙ୍କର ବୈବାହିକ ଜୀବନରେ ସୁଖରେ ପରିପୂର୍ଣ୍ଣ ହେବାକୁ ଯାଉଛି। କନ୍ୟା: – ଆପଣ ବେକାର ଯୁବକମାନଙ୍କର ଚାକିରିର ସୁଯୋଗ ତିଆରି କରିବେ। ପରିଶ୍ରମର ଫଳାଫଳ ପାଇବ। ତୂଳା: – ଯେଉଁମାନଙ୍କର ଚାକିରୀ  ଅଛି ସେମାନେ ପଦବୀ ଏବଂ ସମ୍ମାନର ଲାଭ ପାଇବେ । ଧନର ଆଗମନ ସମ୍ଭାବନା। ବିଛା: – ନିରନ୍ତର ଭଲ କାମ ନିଶ୍ଚିତ ଭାବରେ…

Read More

ଭୁବନେଶ୍ୱର: ପିଏମ୍‌-ପୋଷଣ ଯୋଜନା ଅନ୍ତର୍ଗତ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଓ ପୁଷ୍ଟିକର ମଧ୍ୟାହ୍ନ ଭୋଜନ ଯୋଗାଇଦେବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିଛି । ପିଏମ୍‌-ପୋଷଣ ଚାଉଳ ଯୋଗାଣରେ ହେଉଥିବା ଅବ୍ୟବସ୍ଥାର ମୁକାବିଲା କରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାକୁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଛି । ଜିଲ୍ଲାପାଳଙ୍କ ଦ୍ୱାରା ସ୍ୱୀକୃତିପ୍ରାପ୍ତ ମଧ୍ୟାହ୍ନ ଭୋଜନ ଚାଉଳ ପରିବହନ କଣ୍ଟ୍ରାକcର ଜିଲ୍ଲା ଶିକ୍ଷାଅଧିକାରୀଙ୍କ ଠାରୁ ଚାଉଳ ବିତରଣ ସମ୍ବନ୍ଧୀୟ ବିବରଣୀ ଗ୍ରହଣ କରି ନିଜସ୍ୱ ପରିବହନ ଯାନ ଦ୍ୱାରା ଖାଦ୍ୟ ଯୋଗାଣ ନିଗମଠାରୁ ପୋଷଣଯୁକ୍ତ ଚାଉଳ ସଂଗ୍ରହ କରି ସିଧାସଳଖ ବିଦ୍ୟାଳୟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଓଡ଼ିଶା ରାଜ୍ୟ ଯୋଗାଣ ନିଗମରୁ ଉତ୍ତମ ମାନର ଚାଉଳ ଉଠାଣ କରାଯିବ । ପିଏମ୍‌-ପୋଷଣ ଚାଉଳ ଗ୍ରହଣ କରୁଥିବା ଅଧିକାରୀ ଚାଉଳର ପରିମାଣ ଓ ମାନ ଉଭୟ ଉପରେ ଗୁରୁତ୍ୱ ଦେବେ।…

Read More

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ,  ଆଇନ, ପୂର୍ତ୍ତ, ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ଜାତୀୟ ରାଜପଥ ପ୍ରାଧିକରଣ (NHAI) ଏବଂ NH ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଗୁଡ଼ିକ ଉପରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ବୈଠକରେ ଯୋଗ ଦେଇଥିଲେ। ଏହି ବୈଠକରେ କେନ୍ଦ୍ର ମନ୍ତ୍ରୀ, ସଡକ ପରିବହନ ଏବଂ ରାଜପଥ ଶ୍ରୀଯୁକ୍ତ ନିତିନ ଗଡକରୀ  ଅଧ୍ୟକ୍ଷତା କରିଥିଲେ। ଏହି ସଭାରେ ଓଡିଶାର ମୁଖ୍ୟ ଶାସନ ସଚିବ; ଏସିଏସ୍, ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ଏବଂ ପୁର୍ତ୍ତ ବିଭାଗର ପ୍ରମୁଖ ସଚିବ ଯୋଗ ଦେଇଥିଲେ। ଏହି ବୈଠକରେ ଓଡ଼ିଶା ସରକାରଙ୍କ ସହ ସମନ୍ୱୟ ରକ୍ଷା କରି ଚାଲିଥିବା ପ୍ରକଳ୍ପଗୁଡିକ ତ୍ୱରାନ୍ୱିତ କରାଯିବ ବୋଲି ସହମତି ପ୍ରକାଶ ପାଇଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଆଶ୍ୱାସନା ଦେଇଛନ୍ତି ଯେ ରାସ୍ତା ନିର୍ମାଣ ଓଡ଼ିଶା ସରକାରଙ୍କ ପ୍ରାଥମିକତା ହୋଇଥିବାରୁ ସମସ୍ତ ସହଯୋଗ ଯୋଗାଇ ଦିଆ ଯିବ…

Read More

ବାଲୁଗାଁ: ମଙ୍ଗଳବାର ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ସଭାଗୃହରେ ସିଡିପିଓ ଅନୁସ୍ଵୟା ମିଶ୍ରଙ୍କ ନେତୃତ୍ୱରେ କିଶୋରୀମାନଙ୍କୁ ସ୍ୱାବଲମ୍ବୀ କରିବାପାଇଁ ଏକ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ବିଭାଗ ଓ ସାହି ଏକ୍ସପୋର୍ଟସ ପ୍ରାଇଭେଟ ଲିମିଟେଡ଼ ତରଫରୁ ସୌମ୍ୟଶ୍ରୀ ମହାନ୍ତି,ସୁଭଦ୍ରା ମହାନ୍ତି କାଉନସେଲର ଭାବେ ଉପସ୍ଥିତ ରହି କିଶୋରୀ ବାଳିକାମାନଙ୍କୁ ନିଯୁକ୍ତି ସମ୍ପର୍କରେ ଅବଗତ କରିଥିଲେ।କମ ବୟସରୁ ବିବାହ ନକରି ଗୁଣାତ୍ମକ ଶିକ୍ଷାଦ୍ୱାରା କିପରି ଜଣେ ମହିଳା ସ୍ୱାବଲମ୍ବୀ ହୋଇ ସମାଜରେ ପ୍ରତିଷ୍ଠିତ ହୋଇପାରିବ ସେନେଇ ସିଡିପିଓ ଶ୍ରୀମତୀ ମିଶ୍ର ପରାମର୍ଶ ଦେଇଥିଲେ। ଉକ୍ତ ଶିବିରରେ ଚିଲିକା ବ୍ଲକ ଅନ୍ତର୍ଗତ ଜରିପଡା,କଳକଳେଶ୍ୱର,ସିଙ୍ଗେଶ୍ୱର,ଚଣ୍ଡେଶ୍ୱର, ଆଙ୍କୁଲା ପଞ୍ଚୟତରୁ ୧୨୬ ଜଣ ବାଳିକା ଅଂଶଗ୍ରହଣ କରିଥିଲେ।ଏହି ନିଯୁକ୍ତି ପ୍ରକ୍ରିୟା ଆସନ୍ତା ଶନିବାର ପର୍ଯ୍ୟନ୍ତ ହେବାକୁ ଥିବାବେଳେ ଦକ୍ଷତା ଅନୁଯାଇ କିଶୋରୀ ବାଳିକାମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି ବିଭିନ୍ନ ସଂସ୍ଥାର କାଉନସେଲର ମାନେ ପ୍ରକାଶ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ଚିଲିକା ବିଡ଼ିଓ ହଳଧର…

Read More

ରେଢାଖୋଲ (କନ୍ଦର୍ପ ବେହେରା ): ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ର ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ମଙ୍ଗଳବାର ଦିନ ସାମୁହିକ ଫାଇଲେରିଆ ଔଷଧ ସେବନ, ସଚେତନତା ଓ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠାନ ର ଅଧ୍ୟକ୍ଷ ସୁଧୀର କୁମାର ସାହୁ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଚେତନତା ସଭା ରେ ଏନ୍ ଏସ୍ ଏସ୍ ପ୍ରୋଗ୍ରାମ୍ ଅଫିସର୍ ଡକ୍ଟର୍ ପୁଷ୍ପାଞଳି ରବନା ଫାଇଲେରିଆ ସଚେତନତା ଓ ହର୍ ଘର୍ ତ୍ରିରଙ୍ଗା ଅଭିଯାନ ରେ ଏନ୍ ଏସ୍ ଏସ୍ ର ଭୁମିକା ସମ୍ପର୍କ ରେ ଆଲୋକପାତ କରିଥିଲେ। ଉକ୍ତ ସମାରୋହ ରେ ସମ୍ମାନୀତ ଅତିଥି ଭାବରେ ନାକଟିଦେଉଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ସୁପରଭାଇଜର୍ ମାନବେନ୍ଦ୍ର ବସ୍ତିଆ ଓ ଜନସ୍ବାସ୍ଥ୍ୟ ଶିକ୍ଷା ଅଧିକାରୀ ଶରତ ନାୟକ ଯୋଗ ଦେଇ ଫାଇଲେରିଆ ରୋଗ ର କାରଣ ତଥା ନିରାକରଣ ବିଷୟ ରେ ବୁଝାଇଥିଲେ। ତିନିଶହ ଜଣ ଛାତ୍ର ଛାତ୍ରୀ ସାମୁହିକ…

Read More

ବ୍ରହ୍ମପୁର( କୈଳାଶ ଚନ୍ଦ୍ର ଚୈଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ଲାଠି ମୁଖ୍ୟ ରାସ୍ତା କୋରେଇସୁଣୀ ମନ୍ଦିର ବନ୍ଧ ହୁଡ଼ାରୁ ଝୁଲୁଥିବା ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତିଙ୍କ ନାମ କ୍ଷେତ୍ରବାସୀ ସାହୁ ଓ ତା ଘର ଆସ୍କା ରୋଡ଼ ଧୋବା ବନ୍ଧ ହୁଡ଼ା ବୋଲି ଜଣାପଡିଛି। ଆତ୍ମହତ୍ୟା ର କାରଣ ଜଣାପଡି ନାହିଁ। ଖବର ପାଇ ପରିବାର ଲୋକେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଚିହ୍ନଟ କରିଥିଲେ।ଶବ ଉଦ୍ଧାର କରି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

Read More