Author: Samikhsya Bureau

ଭୁବନେଶ୍ୱର: ବିଶ୍ୱର ସର୍ବବୃହତ ଘରୋଇ ମୋବାଇଲ ଡାଟା ନେଟୱର୍କ ରିଲାଏନ୍ସ ଜିଓ ପକ୍ଷରୁ ସାରା ଓଡ଼ିଶାରେ ୩୦ ରୁ ଉର୍ଦ୍ଧ୍ୱ ସହର ଓ ନଗରକୁ ବିଶ୍ୱ ମାନର ସର୍ବାଧୁନିକ ଜିଓ ଏୟାର ଫାଇବ‍ର ସେବା ସମ୍ପ୍ରସାରଣ କରାଯାଇଛି। ପ୍ରାରମ୍ଭିକ ଭାବେ ନଭେମ୍ବର ୨୦୨୩ ରେ ଭୁବନେଶ୍ୱର ଓ କଟକ ସହରରେ ଶୁଭାରମ୍ଭ ହୋଇଥିବା ଜିଓ ଏୟାର ଫାଇବ‍ର ସେବା ଆଜିକାର ଏହି ୩୦ ସହର ଓ ନଗରକୁ ସମ୍ପ୍ରସାରଣ ମାଇଲଖୁଣ୍ଟ ସହିତ ଓଡ଼ିଶାରେ ଡିଜିଟାଲ ଦୃଶ୍ୟପଟ୍ଟରେ ଉଲ୍ଲେଖନୀୟ ପରିବର୍ଦ୍ଧନର ଏକ ନିଦର୍ଶନ ହୋଇଛି। ଜିଓ ଏୟାର ଫାଇବ‍ର ଶେଷ ମାଇଲ ସଂଯୋଗୀକରଣରେ ରହିଥିବା ସମସ୍ୟାକୁ ଦୂର କରିବ ଏବଂ ପ୍ରତ୍ୟେକ ଘର ଓ କ୍ଷୁଦ୍ର ବ୍ୟବସାୟିକ ପ୍ରତିଷ୍ଠାନକୁ ବ୍ରଡବ୍ୟାଣ୍ଡ୍‌‌‍ ସୁବିଧା ସହିତ ସଂଯୁକ୍ତ କରିବ ଯେଉଁଠାରେ ପୂର୍ବରୁ ଗୁଣାତ୍ମକ ହୋମ୍‌‌‍ ବ୍ରଡବ୍ୟାଣ୍ଡ୍‌‌‍ ସୁବିଧା ସେମାନଙ୍କ ପରିସରକୁ ଅପ୍‌‌‍ଟିକାଲ-ଫାଇବର ସମ୍ପ୍ରସାରଣରେ ରହିଥିବା ବିଭିନ୍ନ ଜଟିଳତା କାରଣରୁ ଉପଲବ୍ଧ ହୋଇପାରୁନଥିଲା। ଜିଓ ଏୟାର ଫାଇବର…

Read More

ବାଲୁଗାଁ( ସୀତାରାମ ଅଗ୍ରୱାଲ): ହିନ୍ଦୁମାନଙ୍କ ମୁଖ୍ୟ ପର୍ବ ମକର ସଂକ୍ରାନ୍ତି ଚିଲିକା ଅଧିଷ୍ଠାତ୍ରୀ ମା କାଳିଜାଇଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି।ମସ୍ୟଜୀବିଙ୍କ ଆରାଧ୍ୟ ଠାକୁରାଣୀ ମା କାଳିଜାଇଙ୍କ ପୀଠରେ ହଜାର ହଜାର ମତ୍ସ୍ୟଜୀବୀ ସମେତ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା। ସକାଳ ୬ ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଶୃଙ୍ଖଳିତ ଭାବେ ଶ୍ରଦ୍ଧାଳୁମାନେ ବାଲୁଗାଁ ଜେଟି ଏବଂ ବଡ଼କୁଳ ପାନ୍ଥନିବାସ ଠାରୁ ବିଭିନ୍ନ ମୋଟର ବୋଟ ଆସୋସିଏସନ,ସରକାରୀ ଲଞ୍ଚ ଓ ଓଟିଡିସି ବୋଟ ସାହାର୍ଯ୍ୟରେ ପୀଠକୁ ନୌଯାତ୍ରା କରିଥିଲେ। ଧୀବରମାନଙ୍କ ମକର ମେଳା ପର୍ବଟି ସବୁଠାରୁ ବଡ଼ ପର୍ବ ହୋଇଥିବା ବେଳେ ଚିଲିକା ତଟବର୍ତୀ ବାଲୁଗାଁ, ଚନ୍ଦ୍ରାପୁଟ, ବଡ଼କୁଳ, ନଈରୀ, ବଉଳାବନ୍ଧ, ସୋରଣ, ମାନସିଂହପୁର ଆଦି ଅଞ୍ଚଳର ମତ୍ସ୍ୟଜୀବୀମାନେ ମା କାଳିଯାଇ ଠାକୁରାଣୀଙ୍କ ଦର୍ଶନ କରି ଆଗାମୀ ବର୍ଷର ବେଉସା ଉର୍ଣ୍ଣତମାନର ତଥା ଭଲମନ୍ଦରେ ସାହା ଭରସା ହେବାପାଇଁ ମାଙ୍କୁ ପ୍ରାର୍ଥନା କରିଥିଲେ। ଶ୍ରଦ୍ଧାଳୁମାନଙ୍କ ଭିଡକୁ ଦୃଷ୍ଟିରେ ରଖି ପ୍ରଶାସନ ଓ ବିଭିନ୍ନ…

Read More

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ ହେବ। ସେଥିପାଇଁ ମୁଖ୍ୟମନ୍ତ୍ରୀ ଅଫିସଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ପୋଲିସ ସମସ୍ତେ ତତ୍ପର ହୋଇ ଉଠିଛନ୍ତି। ଏହି ପବିତ୍ର ଦିବସରେ ଜଗନ୍ନାଥ ପ୍ରେମୀ ତଥା ଭକ୍ତମାନଙ୍କୁ ମୁଖ୍ୟମନ୍ତ୍ରୀ ଆଜି ଏକ ନିବେଦନ କରିଛନ୍ତି। ପ୍ରକଳ୍ପ ଉଦଘାଟନ ଦିନ ସମସ୍ତେ ନିଜ ନିଜ ଘରେ ଦୀପ ଜାଳି, ଶଙ୍ଖ ବଜାଇ ଗ୍ରାମରେ ସଂକୀର୍ତ୍ତନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ପ୍ରେମୀଙ୍କୁ ଅନୁରୋଧ କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୧୭ ତାରିଖରେ ପ୍ରଭୃଙ୍କ ଇଚ୍ଛାରେ ପ୍ରକଳ୍ପ ଉଦଘାଟନ ହେଉଛି। ସମସ୍ତେ ତାହା ଦେଖିବା ସୁଯୋଗ ହୁଏତ ପାଇପାରିବେ ନାହିଁ। ହେଲେ ସେହିଦିନ ସମସ୍ତେ ଭକ୍ତିପୂତଚିତରେ ଠାକୁରଙ୍କୁ ଧ୍ୟାନ କରିନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଗନ୍ନାଥ ହେଉଛନ୍ତି ଜଗତର ନାଥ। ବିଶ୍ବବାସୀଙ୍କ ଠାକୁର। ତାଙ୍କର ବହୁ ଭକ୍ତ ଦେଶ ଓ…

Read More

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରିବ, ମହିଳା, ଚାଷୀ, ଯୁବକ, ଜନଜାତି, ଦଳିତ ତଥା ପଛୁଆବର୍ଗଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ। ଗାଁ ଗାଁରେ ମୋଦି ଗ୍ୟାରେଂଟି ପହଂଚାଇବା ପାଇଁ ‘କାନ୍ଥ ଲିଖନ’ ଅଭିଯାନ ଆରମ୍ଭ ହୋଇଛି। ଆଗାମୀ ସାଧାରଣ ନିର୍ବାଚନରେ ଓଡ଼ିଶାବାସୀଙ୍କ ଅଧିକ ଆସ୍ଥାଭାଜନ ହେବ ଭାରତୀୟ ଜନତା ପାର୍ଟି ଏବଂ ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବ। ସାଢ଼େ ଚାରିକୋଟି ଓଡିଆଙ୍କ ସମେତ ସାଧାରଣ ଲୋକଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାର ଚିହ୍ନ ହେଉଛି ପଦ୍ମ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି । ଆଜି ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ଏକାମ୍ର ନିର୍ବାଚନ ମଣ୍ଡଳୀର ୱାର୍ଡ ନଂ ୫୫ ଠାରେ ‘କାନ୍ଥ ଲିଖନ’ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପଦ୍ମଚିହ୍ନ ଆଙ୍କିଛନ୍ତି ଶ୍ରୀ ସାମଲ। ୨୦୧୪ ଏବଂ ୨୦୧୯ରେ ବିଜେପି ପାର୍ଟିକୁ ଦେଶର ଲୋକମାନେ ପୂର୍ଣ୍ଣ ଆର୍ଶୀବାଦ ଦେଇଛନ୍ତି। ଗତ ୧୦ବର୍ଷ ମଧ୍ୟରେ ଦେଶରେ…

Read More

ଭୁବନେଶ୍ବର: ମହିଳାଙ୍କ ବିନା କୌଣସି ରାଷ୍ଟ୍ରର ପ୍ରଗତିର କଳ୍ପନା କରିହେବ ନାହିଁ । ଭାରତର ତଥା ରାଜ୍ୟର ବିକାଶରେ ମାତୃଶକ୍ତିର ଯେଉଁ ଯୋଗଦାନ ରହିଛି, ଦୁନିଆରେ ତା’ର ତୁଳନା ନାହିଁ । କୃଷି କ୍ଷେତ୍ରରେ ପୁରୁଷଙ୍କ ତୁଳନାରେ ମହିଳାମାନେ ଦୁଇପାଦ ଆଗକୁ ଯାଇ କାମ କରୁଛନ୍ତି । କୃଷି, ପ୍ରାଣୀପାଳନ, ମତ୍ସ୍ୟଚାଷ ଆଦି ସବୁଥିରେ ମହିଳାମାନେ ଅଗ୍ରଣୀ ଭୂମିକା ନିର୍ବାହ କରି ରାଜ୍ୟର ବିକାଶରେ ସେମାନଙ୍କ ଯୋଗଦାନକୁ ପ୍ରତିପାଦନ କରିଛନ୍ତି ବୋଲି ରାଜ୍ୟପାଳ ଶ୍ରୀ ରଘୁବର ଦାସ କହିଛନ୍ତି । ଗତକାଲି କୃଷି ଓଡ଼ିଶା-୨୦୨୪ର ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଶ୍ରୀ ଦାସ କୃଷି ଉତ୍ପାଦକ ଓ ଉତ୍ପାଦିକତାର ଅଧିକ ବୃଦ୍ଧି କରି ରାଜ୍ୟର ଶସ୍ୟ ଭଣ୍ଡାରକୁ ସମୃଦ୍ଧ କରିବା ପାଇଁ କୃଷକମାନଙ୍କୁ ଅଧିକ ପରିମାଣର ଅତ୍ୟାଧୁନିକ ବୈଜ୍ଞାନିକ ଜ୍ଞାନକୌଶଳ ଓ ଆଧୁନିକ ସୁବିଧାସୁଯୋଗ ଯୋଗାଇଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ଓଡ଼ିଶା କୃଷିକୁ ଏକ ନୂତନ ଶିଖରରେ…

Read More

ଭୁବନେଶ୍ବର: ରେଳମନ୍ତ୍ର ଅଶ୍ବିନୀ ବୈଷ୍ଣବ ବର୍ତ୍ତମାନ କେନ୍ଦ୍ର ସରକାରଙ୍କର ଜଣେ ଟାଣୁଆ ତଥା ବିଶ୍ବସ୍ଥ ମନ୍ତ୍ରୀ। ମୋଦିଙ୍କର ଅତି ଘନିଷ୍ଠ ଲୋକ ବୋଲି ସମସ୍ତେ ଜାଣନ୍ତି। ତାଙ୍କର ରାଜସ୍ଥାନ ଜନ୍ମଭୂମି ହୋଇଥିଲେ ମଧ୍ୟ କର୍ମଭୂମି ହେଉଛି ଓଡିଶା। ଏହି ଓଡିଶାରୁ ରାଜ୍ୟସଭାକୁ ନିର୍ବାଚିତ ହୋଇ ସେ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ। ତେବେ ସେ ଏଥର ଲୋକସଭା ନିର୍ବାଚନ ଲଢିବେ। କାରଣ ପରବର୍ତ୍ତି ନୂଆ କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ କୌଣସି ରାଜ୍ୟସଭା ସଦସ୍ୟଙ୍କୁ ନିଆଯିବ ନାହିଁ। ସେଥିପାଇଁ ଅଶ୍ବିନୀଙ୍କୁ ଲୋକସଭା ନିର୍ବାଚନ ଲଢେଇ କରିବା ପାଇଁ କୁହାଯାଇଛି। ଆଉ ସେହି ନିର୍ଦ୍ଦେଶ ଅନୁସାରେ ଅଶ୍ବିନୀ ବର୍ତ୍ତମାନ ଓଡିଶାରେ ଡେରା ପକାଇଛନ୍ତି। ଅଶ୍ବନୀ ବୈଷ୍ଣବ ଓଡିଶାରୁ ଟିକେଟ ପାଇବା ପାଇଁ ସେ ଦୁଇଟି ସିଟ୍ କୁ ହାତରେ ରଖିଛନ୍ତି। ଗୋଟିଏ ହେଲା କଟକ ଓ ଅନ୍ୟଟି ହେଲା ବାଲେଶ୍ବର। ଅର୍ଥାତ ସେ ଉଭୟ କଟକ ଓ ବାଲେଶ୍ବର ଆସନରୁ ଗୋଟିଏରେ ଛିଡା ହେବେ ବୋଲି ଆଗ୍ରହ…

Read More

ଭୁବନେଶ୍ବର: ଆଧୁନିକ ଓଡିଆ ଗଳ୍ପର ଜନକ ତଥା ଏକାଧାରରେ ଜଣେ କବି, ଔପନ୍ୟାସିକ, ଦାର୍ଶନିକ ଏବଂ ସମାଜ ସଂସ୍କାରକ ଭାବେ ସୁପରିଚିତ ବ୍ୟାସକବି ଫକୀରମୋହନ ସେନାପତି ତାଙ୍କର କାଳଜୟୀ ଲେଖା ପାଇଁ ଓଡିଶାର ଘରେ ଘରେ ସମସ୍ତଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ୧୮୪୩ ମସିହା ମକର ସଂକ୍ରାନ୍ତିରେ ବାଲେଶ୍ୱର ଜିଲ୍ଲା ମଲ୍ଲିକାଶପୁରରେ ଜନ୍ମଗ୍ରହଣ କରି ଫକୀରମୋହନ, ପରବର୍ତ୍ତୀ ସମୟରେ ଓଡିଆ ଭାଷାର ସୁରକ୍ଷା, ଓଡିଆ ସାହିତ୍ୟର ପ୍ରଚାର ପ୍ରସାର ପାଇଁ ଯେଉଁ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି, ସେଥିପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ସେ ସଂପର୍କରେ ଏକ ଅବତାରଣା ଉପନ୍ୟାସ ସାହିତ୍ୟର ବିଭିନ୍ନ ବିଭାଗ ଯଥା ଅନୁବାଦ ସାହିତ୍ୟ (ସଂସ୍କୃତରୁ), କାବ୍ୟ-କବିତା ଇତ୍ୟାଦିରେ ସେ ସାହିତ୍ୟ ସୃଜନ କରିଥିଲେ ହେଁ ସେ ମୁଖ୍ୟତଃ ଓଡ଼ିଆ ଉପନ୍ୟାସ ସାହିତ୍ୟର ସୃଷ୍ଟିକର୍ତ୍ତା ରୂପେ ସୁପରିଚିତ। ୧୮୯୭ରୁ ୧୯୧୫ ମଧ୍ୟରେ ରଚିତ ତାଙ୍କର ଚାରୋଟି ଉପନ୍ୟାସ – ’ଛ’ ମାଣ ଆଠ…

Read More

ଭୁବନେଶ୍ବର: ହିନ୍ଦୁମାନଙ୍କର ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ। ମକର ସଂକ୍ରାନ୍ତି ପର୍ବ ସମଗ୍ର ଦେଶରେ ବିଭିନ୍ନ ରୂପରେ ଏବଂ ଭିନ୍ନ ଉପାୟରେ ପାଳନ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ଗତି କରନ୍ତି। ଏହି ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ଟୁଇଟ ଯୋଗେ ସେ କହିଛନ୍ତି ଯେ, ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି।

Read More

ଭୁବନେଶ୍ବର: ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯାଇଥାଏ। ଏହି ଦିନ ଶ୍ରୀଜିୟୁଙ୍କ ପାଖରେ ମକର ଭୋଗ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ ମଙ୍ଗଳା ଆରତି ଓ ଅବକାଶ ନୀତି ପରେ ଶ୍ରୀଜିଉମାନଙ୍କର ପଟା ପହରଣ  ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ। ଏହାପରେ କର୍ପୂରଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ। ଗୋପାଳବଲ୍ଲଭ ଓ ସକାଳ ଧୂପ ପରେ ମଇଲମ ମହାସ୍ନାନ ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକର ବେଶ ବଢ଼ିଥାଏ। ଏହାପରେ ମକର ଚାଉଳ ପ୍ରସ୍ତୁତ କରାଯାଇଥାଏ। ନଡ଼ିଆ, ଘିଅ, ମିଠା, ମସଲା ଓ ଦୁଧସରରେ ଏହା ପ୍ରସ୍ତୁତ କରାଯାଏ। ଏହା କୁଡ଼ୁଆରେ ସଜଡ଼ା ଯାଇଥାଏ। ସୁଦୁ ସୁଆର ସେବକ ମକରଚାଉଳ ପ୍ରସ୍ତୁତ କରି ରଖିଥାନ୍ତି। ଏହାପରେ ପୂର୍ବ ଦିନରୁ ଭୋଗମଣ୍ଡପ ଘରେ ଶୁଦ୍ଧପୂତ ଭାବେ ଅଧିବାସ ହୋଇ ରଖାଯାଇଥିବା ମକରଚାଉଳକୁ ପତ୍ରିବଡ଼ୁ…

Read More

ଭୁବନେଶ୍ୱର: ଗୋ ସମ୍ପଦ ହେଉଛି ଆମ ରାଜ୍ୟର ଅମୂଲ୍ୟ ସମ୍ପଦ। ମାତ୍ର ଏବେ ଆନ୍ତଃ ରାଜ୍ୟ ଗୋ ତସକରି ବୃଦ୍ଧି ପାଇଛି ଶହ ଶହ ସଂଖ୍ୟକ ଗାଈଗୋରୁ ଙ୍କୁ ଅତି ନିଷ୍ଠୁର ଭାବେ ମଧ୍ୟ ରାତ୍ରି ରେ ବେଆଇନ ଭାବେ ବିଭିନ୍ନ କଣ୍ଟେନର,ଟ୍ରକ ଆଦିରେ ଭର୍ତ୍ତି କରି ରାଜ୍ୟ ବାହାରକୁ ହତ୍ୟା ଉଦ୍ଦେଶ୍ୟ ରେ ରପ୍ତାନୀ ହେଉଛି। ଏ ନେଇ ତତ୍କାଳୀନ ଭାରତ ସରକାରଙ୍କ ପ୍ରାଣୀ କଲ୍ୟାଣ ଅଧିକାରୀ ଡା ତ୍ରୈଲୋକ୍ୟ ନାଥ ମହାରଣା ଗତ ୨୭.୦୭.୨୦୦୮ ରିଖରେ ଖୋର୍ଦ୍ଧା ଜିଲ୍ଲାପାଳ ତଥା ଜିଲ୍ଲାର ଏସ ପି ସି ଏ ସଭାପତି ଓ ଅନ୍ୟାନ୍ୟ ରାଜ୍ୟ ଅଧିକାରୀଙ୍କୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ହେଉଥିବା ଗୋ ଚାଲାଣ କୁ ବନ୍ଦ କରିବା ପାଇଁ ଲିଖିତ ଅଭିଯୋଗ କରିଥିଲେ। ସୂଚନା ଅଧିକାର ଆଇନ ଅନୁଯାୟୀ ଡା ତ୍ରୈଲୋକ୍ୟ ନାଥ ମହାରଣା ଗତ ୧୭.୧୧.୨୦୨୨ ପତ୍ର ସଂଖ୍ୟା ୬୪୭୪ ରେ ଖୋର୍ଦ୍ଧା ଜିଲ୍ଲାର ଏସପିସିଏ ସମ୍ପାଦକ…

Read More

Shreemandir Parikrama Prakalap: ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।

Read More

ଭୁବନେଶ୍ୱର/ଖୋର୍ଦ୍ଧା: ବିକଶିତ ଭାରତ ସଂକଳ୍ପ ଯାତ୍ରା ଅବସରରେ ଆଜି ଖୋର୍ଦ୍ଧା ସହରର ୱାର୍ଡ ନଂ ୧୧ ରେ ସଂକଳ୍ପ ରଥକୁ ସ୍ଥାନୀୟ ଜନସାଧାରଣଙ୍କ ତରଫରୁ ସ୍ୱାଗତ କରାଯାଇଥିଲା । ଖୋର୍ଦ୍ଧା ପୌରପାଳିକା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ରାଜ୍ୟସଭା ସାଂସଦ ତଥା ରାଜ୍ୟ ସହପ୍ରଭାରୀ ଶ୍ରୀ ବିଜୟପାଲ ସିଂ ତୋମାର୍ ଉଦ୍‌ଘାଟନ କରିଥିଲେ । ୨୦୪୭ ମସିହା ସୁଦ୍ଧା ଭାରତବର୍ଷକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ସମସ୍ତଙ୍କୁ ଶ୍ରୀ ତୋମାର ସଂକଳ୍ପପାଠ କରାଇଥିଲେ। ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଯେଉଁସବୁ ଜନହିତକର ଏବଂ ଗରିବ କଲ୍ୟାଣ ଯୋଜନାମାନ ସାଧାରଣ ଜନତାଙ୍କ ଏବଂ ଦେଶବାସୀଙ୍କ ପାଇଁ ପ୍ରଚଳନ କରିଛନ୍ତି ସେଗୁଡିକ ତଳସ୍ତରରେ କିପରି ପହଂଚିବ ସମସ୍ତ ସରକାରୀ ଅଧିକାରୀମାନଙ୍କୁ ଆହ୍ୱାନ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି ହିଁ ଦେଶବାସୀଙ୍କ ପାଇଁ ଏକମାତ୍ର ଗ୍ୟାରେଂଟି ବୋଲି ଶ୍ରୀ ତୋମାର ଉପସ୍ଥିତ ଜନସାଧାରଣଙ୍କୁ କହିଥିଲେ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୪୭…

Read More

ଭୁବନେଶ୍ବର: ଶେଷରେ କଂଗ୍ରେସରେ ମିଶିବେ ଗମାଙ୍ଗ ପରିବାର। ଅର୍ଥାତ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ପତ୍ନୀ ତଥା ପୂର୍ବତନ ବିଧାୟକ ହେମା ଗମାଙ୍ଗ ଏବଂ ପୁତ୍ର ଶିଶିର ଗମାଙ୍ଗ। ଏଥିସହିତ ପୂର୍ବତନ ସାଂସଦ ସଂଜୟ ଭୋଇ ମଧ୍ୟ କଂଗ୍ରେସରେ ସାମିଲ ହେବେ। ଗତକାଲି ସମସ୍ତେ ନୂଆ ଦିଲ୍ଲୀରେ ଓଡିଶା ପ୍ରଭାରୀ ଡ ଅଜୟ କୁମାରଙ୍କୁ ସାକ୍ଷାତ କରିଛନ୍ତି। ନୂଆଦିଲ୍ଲୀ ସୁତ୍ର ଅନୁସାରେ ସମସ୍ତେ ଆସନ୍ତା 17 ତାରିଖରେ ଭୁବନେଶ୍ବରର କଂଗ୍ରେସ ଭବନରେ ସାମଲି ହେବେ ବୋଲି ଜଣାପଡିଛି। ସେଦିନ କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହେବ। ପୂର୍ବରୁ ଗମାଙ୍ଗ ପରିବାର ପୁଣି କଂଗ୍ରେସକୁ ଫେରିବେ ବୋଲି ନିଷ୍ପତି ହୋଇଥିଲା। ହେଲେ କୌଣସି କାରଣରୁ ତାହା ସ୍ଥଗିତ ରହିଥିଲା। ବର୍ତ୍ତମାନ ନୂଆ ପ୍ରଭାରି ଯୋଗଦେବା ପରେ ଏହି ମିଶ୍ରଣ ପକ୍ରିୟାକୁ ତ୍ବରାନିତ କରିଛନ୍ତି। ତେବେ ପୂର୍ବରୁ ଗିରିଧର ଗମାଙ୍ଗ ଏବଂ ଶିଶିର ଗମାଙ୍ଗ କଂଗ୍ରେସ ଛାଡି ବିଜେପିରେ…

Read More

Makar Sankranti : ହିନ୍ଦୁମାନଙ୍କର ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ। ମକର ସଂକ୍ରାନ୍ତି ପର୍ବ ସମଗ୍ର ଦେଶରେ ବିଭିନ୍ନ ରୂପରେ ଏବଂ ଭିନ୍ନ ଉପାୟରେ ପାଳନ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ଗତି କରନ୍ତି। ଏଥର ମକର ସଂକ୍ରାନ୍ତି ପର୍ବ ୧୫ ଜାନୁଆରୀରେ ପାଳନ କରାଯିବ। ଶାସ୍ତ୍ର ଅନୁଯାୟୀ, ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରବେ ଏବଂ ଏହି ସମସ୍ତ ଶୁଭ କାର‌୍ୟ୍ୟ ଆରମ୍ଭ ହୁଏ। ପୂଜା ଠାରୁ ଆରମ୍ଭ କରି ବିବାହ ପର୍ଯ୍ୟନ୍ତ, ମାଙ୍ଗଳିକ ଭଳି କାର୍ଯ୍ୟ ମକର ସଂକ୍ରାନ୍ତିରେ ଆରମ୍ଭ ହୁଏ । ସୂର୍ଯ୍ୟ ରାତି ୨ ଟା ୪୪ ମିନିଟରେ ଧନୁ ରାଶିରୁ ମକର ରାଶିରେ ପ୍ରବେଶ କରିବେ। ସେହି ଅନୁସାରେ ଭୋରରୁ ସୂର୍ଯ୍ୟ ଉଦୟ ଥିବାରୁ ୧୫ ତାରିଖରେ ମକର ସଂକ୍ରାନ୍ତି ପାଳନ କରାଯିବ। ତେବେ ଏହିଦିନ କେତେବେଳେ ପୂଜା ମୂର୍ହୁତ ରହିଛି ତାହା ଜାଣିବା…

Read More

ଭୁବନେଶ୍ୱର: ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ଏ.ଆଇ.ସି.ସି ସଭାପତି ତଥା ଜନମାନସର ନେତା ଶ୍ରୀଯୁକ୍ତ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଆଜି ମଣିପୁରର ଇମ୍ଫାଲ ଠାରେ ଭାରତ ଯୋଡ ନ୍ୟାୟ ଯାତ୍ରାର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀର ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଆଜି ଭାରତ ଯୋଡୋ ନ୍ୟାୟ ଯାତ୍ରାର ଲୋଗୋ ଶତାଧିକ ଚାରି ଚକିଆ ଯାନରେ ଷ୍ଟିକରିଙ୍ଗ କରାଗଲା। ପାଖାପାଖି ୧୦୦ ରୁ ଉର୍ଦ୍ଧ୍ୱ ୪ ଚକିଆ ଯାନରେ ଷ୍ଟିକରିଂ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନେତା ଶ୍ରୀ ନବଜ୍ୟୋତି ପଟ୍ଟନାୟକ ଯୋଗ ଦେଇ ଗଣମାଧ୍ୟମର ସାମ୍ବାଦିକମାନଙ୍କୁ କହିଥିଲେ ଯେ ଏହି ଯାତ୍ରା ମଣିପୁର ଇମ୍ଫାଲ ଠାରୁ ଆରମ୍ଭ ହୋଇ ମହାରାଷ୍ଟ୍ର ମୁମ୍ବାଇ ଠାରେ ସମାପ୍ତ ହେବ। ଏହି ଯାତ୍ରା…

Read More

ପବିତ୍ର ମକର ସଂକ୍ରାନ୍ତି: ମକର ସଂକ୍ରାନ୍ତି ହିନ୍ଦୁମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ପର୍ବ। ଦେଶର ବିଭିନ୍ନ ରାଜ୍ୟରେ ବିଭିନ୍ନ ନାମ ସହିତ ମକର ସଂକ୍ରାନ୍ତି ପାଳନ କରାଯାଏ। ଏହା କର୍ଣ୍ଣାଟକର ସଂକ୍ରାନ୍ତି, ତାମିଲନାଡୁରେ ପୋଙ୍ଗଲ ଏବଂ କେରଳର ପୋଙ୍ଗଲ ଏବଂ ହରିୟାଣାର ମାଘି, ଗୁଜରାଟ ଏବଂ ରାଜସ୍ଥାନରେ ଉତ୍ତରାୟଣ, ଉତ୍ତରାଖଣ୍ଡର ଉତ୍ତରାୟଣି, ଉତ୍ତରପ୍ରଦେଶ ଏବଂ ବିହାରରେ ଖିଚିଡି ନାମରେ ମଧ୍ୟ ଜଣାଶୁଣା। ମକର ସଂକ୍ରାନ୍ତି ଏକ ପବିତ୍ର ଦିନ ହୋଇଥିବାରୁ ଏହିଦିନ ପୁରାଣ ପୃଷ୍ଟାରେ ଅନେକ କାହାଣୀ ରହିଛି, ଅନେକ ତଥ୍ୟ ମଧ୍ୟ ରହିଛି। ସେଗୁଡିକ ହେଲା ମହାଭାରତ କାଳରେ ଭୀଷ୍ମ ପିତାମହ ତାଙ୍କ ଶରୀର ତ୍ୟାଗ କରିବାକୁ ମକର ସଂକ୍ରାନ୍ତି ଦିନକୁ ବାଛିଥିଲେ। ମକର ସଂକ୍ରାନ୍ତି ଦିନ, ଗଙ୍ଗାଜୀ ଭାଗୀରଥଙ୍କୁ ଅନୁସରଣ କରି ସମୁଦ୍ରରେ କପିଲ ମୁନିଙ୍କ ଆଶ୍ରମ ହୋଇ ସାଗରରେ ମିଶିଥିଲେ ଏବଂ ମହାରାଜ ଭାଗୀରଥଙ୍କ ପୂର୍ବପୁରୁଷମାନେ ଏହି ଉପାୟରେ ପରିତ୍ରାଣ ପାଇଥିଲେ। ପ୍ରତିବର୍ଷ ମକର ସଂକ୍ରାନ୍ତି ଦିନ ଗଙ୍ଗାସାଗରରେ…

Read More

ପୁରୀ: ଆଜି ସକାଳେ ଅଧ୍ୟକ୍ଷ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଶ୍ରୀ ମାର୍ଗ, ଶ୍ରୀ ଜଗନ୍ନାଥ ବିହାର, ଶ୍ରୀ ସେତୁ, ସାମଙ୍ଗା ପାର୍କିଂ ଏବଂ ତୀର୍ଥଯାତ୍ରୀମାନଙ୍କ ପାଇଁ ନିର୍ମାଣ ହେଉଥିବା ସୁବିଧା ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ବଡି ଭୋରରୁ ମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିୟୁଙ୍କୁ ଦର୍ଶନ କରିଥିଲେ। ଏହାପରେ ସେ ପ୍ରକଳ୍ପର ବିଭିନ୍ନ କାର୍ଯ୍ୟ ତଦାରଖ କରିଥିଲେ। ଆଉ ତିନିଦନ ପରେ ଏହି ପ୍ରକଳ୍ପର ଶୁଭାରମ୍ଭ ହେବ। ସେଥିପାଇଁ ପ୍ରସ୍ତୁତି ଶେଷ କରିବା ସହିତ ନିର୍ମାଣ ସ୍ଥଳ ସଫା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେଠାରେ ହେବାକୁ ଥିବା ପ୍ରଦର୍ଶିନ ସଂପର୍କରେ ମଧ୍ୟ ସେ ଅବଗତ ହୋଇଥିଲେ। ଏହି ଗସ୍ତ ସମୟରେ ଜିଲ୍ଲାପାଳ, ଏସପି, ଓବିସିସି ଏମଡି ଏବଂ ଜିଲ୍ଲା ପ୍ରଶାସନ ଏବଂ ଏଜେନ୍ସିର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Read More

ଭୁବନେଶ୍ୱର: ଏନଏଚ-୫୫ ର କଦର୍ଯ୍ୟ ଅବସ୍ଥା ଓ ପଦ୍ମପୁର ଉପ-ନିର୍ବାଚନ ବେଳେ କେନ୍ଦୁପତ୍ର ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପୁଣି ମନେ ପକାଇ ଦେଲେ ଫାଇଭ ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସମ୍ବଲପୁର ଜିଲ୍ଲାର କୁଚିଣ୍ଡା ଓ ରେଢାଖୋଲ ନିର୍ବାଚନ ମଣ୍ଡଳିରେ ଆୟୋଜିତ ସଭାରେ ନାଆଁ ନ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଏ ଦୁଇଟି ପ୍ରସଂଗ ଚେତାଇ ଦେଇଛନ୍ତି ପାଣ୍ଡିଆନ। ଏହି ଦୁଇ ସଭାରେ ପାଣ୍ଡିଆନ କହିଛନ୍ତି ଯେ, ଦୀର୍ଘ ୧୦ବର୍ଷ ହେଲା କଟକ-ସମ୍ବଲପୁର ଜାତୀୟ ରାଜପଥ କାମ ଶେଷ ହେଉନି। ନିର୍ବାଚନ ଆସିଲେ କିଛି ନେତା ବଡବଡ ଭାଷଣ ମାରୁଛନ୍ତି, ହେଲେ ଜାତୀୟ ରାଜପଥ କାମ ସରିପାରୁନି। ଅପର ପକ୍ଷରେ ଏନଏଚ କାମ ଆରମ୍ଭ ହେବାର ବହୁଦିନ ପରେ ବରଗଡରୁ ଆମ୍ବପାଣୀ ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସ ୱେ କାମ ଆରମ୍ଭ ହୋଇ କେବେଠୁ ଶେଷ ହୋଇ ସାରିଲାଣି। ୨୦୧୭ରେ ଆରମ୍ଭ ହୋଇଥିଲା ବିଜୁ ଏକ୍ସପ୍ରେସ ୱେ କାମ।…

Read More

ଭୁବନେଶ୍ୱର: ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ର ଓ ପ୍ଳାଣ୍ଟ ଲଭର୍ସ ଆସୋସିଏସନ୍‌ର ମିଳିତ ଆନୁକୂଲ୍ୟରେରେ ଏକାମ୍ର କାନନରେ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ-୨୦୨୪। ପ୍ରିନ୍ସିପାଲ ଚିଫ କଞ୍ଜରଭେଟର ଅଫ ଫରେଷ୍ଟ ତଥା ହେଡ ଅଫ ଫରେଷ୍ଟ ଫୋର୍ସ ଶ୍ରୀ ଦେବିଦତ୍ତ ବିଶ୍ୱାଳ ଏହି ବାର୍ଷିକ ପୁଷ୍ପ ପ୍ରଦର୍ଶନୀକୁ ଉଦଘାଟନ କରିବା ସହ ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସୁରେଶ ପନ୍ତଙ୍କ ସହ ପ୍ରଦର୍ଶନୀରେ ଥିବା ବିଭିନ୍ନ ପୁଷ୍ପ ବଗିଚା, ପ୍ରଦର୍ଶନୀ ଷ୍ଟଲ, ଉଦ୍ଭିଦ ବଜାର ଏବଂ ସେଲଫି ପଏଣ୍ଟ ଆଦି ବୁଲି ଦେଖିଥିଲେ। ଏହି ପ୍ରଦର୍ଶନୀରେ ଗୋଲାପ, ଡାହାଲିଆ, ସେବତୀ, ଗେଣ୍ଡୁ, ଜଣବେରା, ଜିନିଆ, ଆଷ୍ଟର ପ୍ରଭୁତି ବହୁ ଅଧିକ କିସମ ଫୁଲର ସମାହାର ସହ ବିଭିନ୍ନ କିସମର ପତ୍ର ଗଛ ଯଥା- ଫର୍ଣ୍ଣ, ଆଗ୍ଲୋନିମା, ପାମ୍‌, ଭଳି ଅନେକ ଗଛ ପ୍ରଦର୍ଶିତ ହୋଇଥିଲା। ଏହା ସହିତ ଅତିଥିମାନେ ରିଜିଓନାଲ୍‌ ପ୍ଲାଣ୍ଟ ରିସୋର୍ସ…

Read More

ଭୁବନେଶ୍ବର: ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆଜି ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ରାଜା ମର୍ଦ୍ଦରାଜ ଦେଓଙ୍କ ରାଜ୍ୟ ଶାସନ, ରାଜନୈତିକ ଜୀବନ ଓ ଜନସଂପର୍କ ଉପରେ ଆଲୋକପାତ କରିଥିଲେ । ଅର୍ଥ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କୁ ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ବୋଲି ଅଭିହିତ କରିଥିଲେ ଖଲ୍ଲିକୋଟ ବିଧାୟିକା ଶ୍ରୀମତୀ ସୂର୍ଯ୍ୟମଣି ବୈଦ୍ୟ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୀବନୀ ଓ ଆଦର୍ଶ ନେଇ ବକ୍ତବ୍ୟ ରଖିଥିଲେ ।…

Read More

ଭୁବନେଶ୍ବର: ଖୁବଶୀଘ୍ର କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ନୂଆ ପ୍ୟାକେଜ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ। କେନ୍ଦୁପତ୍ର ତୋଳାଳିଙ୍କ ଆବେଦନ କ୍ରମେ ସେମାନଙ୍କ ପରିବାର ସଦସ୍ୟଙ୍କ ବିବାହ ପାଇଁ ରାଜ୍ୟ ସରକାର ଆର୍ଥିକ ସହାୟତା ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ପାଣ୍ଡିଆନ ସୂଚନା ଦେଇଛନ୍ତି। ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ଏ ନେଇ ଘୋଷଣା କରିବେ ବୋଲି ପାଣ୍ଡିଆନ କହିଛନ୍ତି। ସମ୍ବଲପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପାଣ୍ଡିଆନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ପଦ୍ମପୁର ଉପନିର୍ବାଚନ ସମୟରେ କେନ୍ଦୁପତ୍ର ଉପରୁ ଜିଏସଟି ଛାଡ ପାଇଁ କେନ୍ଦ୍ରମନ୍ତ୍ରୀ ଘୋଷଣା କରିଥିଲେ। ହେଲେ ପ୍ରତ୍ୟାହାର ପ୍ରସଂଗରେ କେନ୍ଦ୍ରମନ୍ତ୍ରୀଙ୍କ ଉଦାସୀନତା ନେଇ ସମାଲୋଚନା କରିଥିଲେ କାର୍ତ୍ତିକ ପାଣ୍ଡିଆନ। ଏପର୍ଯ୍ୟନ୍ତ କେନ୍ଦ୍ରମନ୍ତ୍ରୀ ତାଙ୍କ ପ୍ରତିଶ୍ରୁତି ପାଳନ କରି ନ ଥିବା ବେଳେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ଉପରୁ ନିଜ ଭାଗର ୮ ପ୍ରତିଶତ ଟିକସ ଛାଡ କରିଛନ୍ତି। ରାଜ୍ୟ…

Read More