ଭୁବନେଶ୍ବର: ଶେଷରେ ବିଧବଧ ଭାବେ ବିଜେପିରେ ମିଶିଲେ ଭୁବନେଶ୍ବରର 4 ଥର ସାଂସଦ ଥିବା ପ୍ରସନ୍ନ ପାଟ୍ଟଶାଣୀ। ସେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟରେ ବିଜେପିରେ ସାମିଲ ହୋଇଛନ୍ତି। ପୂର୍ବରୁ ସେ ବିଜେପିରେ ସାମିଲ ହେବେ ବୋଲି ଦିଲ୍ଲୀ ଯାଇଥିଲେ। ହେଲେ ସେଠାରେ ନୂଆମନ୍ତ୍ରୀ ମଣ୍ଡଳ ଗଠନ ପାଇଁ ସମସ୍ତେ ବ୍ୟସ୍ତ ଥିବାରୁ କୈଣସି ମିଶ୍ରଣ ପର୍ବ ହୋଇପାରି ନ ଥିଲା। ହେଲେ ସେ ବିଜେପିରେ ଯୋଗ ଦେଇଛନ୍ତି ବୋଲି ଏକ ଫଟୋରୁ ସ୍ପଷ୍ଟ ହୋଇଥିଲା। ପ୍ରସନ୍ନ ପାଟ୍ଟଶାଣୀ ଭୁବନେଶ୍ବରରୁ ୪ ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ହେଲେ ବିଜେଡି ଗତ 2019 ମସିହା ନିର୍ବାଚନରେ ତାଙ୍କୁ ଟିକେଟ ନ ଦେଇ ଅରୂପ ପଟ୍ଟନାୟକଙ୍କୁ ଟିକେଟ ଦେଇଥିଲା। ସେଥିରେ ସେ ହାରିଯାଇଥିଲେ। ଏଥର ନିର୍ବାଚନରେ ଶ୍ରୀ ପାଟ୍ଟଶାଣୀ ମଧ୍ୟ ଟିକେଟ ପାଇବେ ବୋଲି ଆଶା କରିଥିଲେ। ଏପରିକି ଶେଷ ମୂହୁର୍ତ୍ତରେ ତାଙ୍କୁ ଚିଲିକାରୁ ଟିକେଟ ଦିଆଯିବ ବୋଲି ନବୀନ…
Author: Samikhsya Bureau
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଏହି ବିଭାଗ ଓଡ଼ିଆ ଅସ୍ମିତାର ସୁରକ୍ଷା ଦିଗରେ ଗୁରୁ ଭୂମିକା ତୁଲାଉଥିବାରୁ ଏହାର କାର୍ଯ୍ୟଧାରା ଓଡିଶାବାସୀଙ୍କ ମଧ୍ୟରେ ଏକ ସ୍ୱତନ୍ତ୍ର ଅନୁଭୂତି ଆଣିଦେବ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ। ବିଭିନ୍ନ ସରକାରୀ ଅନୁଷ୍ଠାନ ଓ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକରେ ଓଡ଼ିଆରେ ନାମ ଫଳକ ଲେଖା ପଦକ୍ଷେପକୁ ତ୍ୱରାନ୍ୱିତ କରିବାକୁ ସେ ପରାମର୍ଶ ଦେଇଥିଲେ। ଏଥିସହ ଭାଷା କମିଶନ ପ୍ରତିଷ୍ଠା, ସଂସ୍କୃତି ଓ ଐତିହ୍ୟ ନୀତି ସ୍ୱତନ୍ତ୍ର ମାର୍ଗଦର୍ଶିକା ପ୍ରଣୟନ, ସାହିତ୍ୟ ଏକାଡେମୀର ବାକି ଥିବା ପୁରସ୍କାର ପ୍ରଦାନ ଏବଂ ବିଭିନ୍ନ ଏକାଡେମୀର କାର୍ଯ୍ୟନିର୍ବାହୀ କମିଟି ଗଠନ ନିମନ୍ତେ ପଦକ୍ଷେପ ନେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାର ହିତାଧିକାରୀ ଓ ବର୍ତ୍ତମାନ ଜୀବିତ ଥିବା ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତା…
ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ପୂର୍ବାହ୍ନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଦାୟିତ୍ୱ ଗ୍ରହଣ କରିବା ସହ କୃଷି ଭବନ ପରିଦର୍ଶନ କରିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଏବଂ ବିଭାଗର ନିର୍ଦ୍ଦେଶକଗଣ ଓ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ମାନ୍ୟବର ଉପମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ସହ ତାଙ୍କୁ ମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠକୁ ପାଛୋଟି ନେଇଥିଲେ। ଏହି ଅବସରରେ ନବନିର୍ବାଚିତ ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂହଦେଓ ମଧ୍ୟ ଉପସ୍ଥିତ ଥିଲେ। କୃଷି ବିଭାଗର ସମସ୍ତ କର୍ମଚାରୀ ଉପମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଜଣାଇବା ପାଇଁ ସମବେତ ହୋଇଥିଲେ। କୃଷି ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ବୈଠକରେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ରାଜ୍ୟର କୃଷକ ସମାଜର ବୃହତ୍ତର ଉନ୍ନତି ନିମନ୍ତେ ମିଳିମିଶି କାର୍ଯ୍ୟ କରିବାକୁ ଅଧିକାରୀ ଓ କର୍ମଚାରୀମାନଙ୍କୁ ଆହ୍ୱାନ ଦେଇଥିଲେ।…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ଵ ଗ୍ରହଣ ପରେ ଆଜି ପ୍ରଥମ ଥର ପାଇଁ କଟକ ଗସ୍ତ କରି ପୂଜ୍ୟ ପୂଜାର ଧାରା ଜାରୀ ରଖିଛନ୍ତି। କଟକର ଓଡ଼ିଆ ବଜାର ଠାରେ ନେତାଜୀ ଜନ୍ମ ପୀଠ ପରିଦର୍ଶନ କରି ସେ ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପ ମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। ନେତାଜୀ ମ୍ୟୁଜିଅମ୍ ପରିଦର୍ଶନ କରି ତାଙ୍କ ବାଲ୍ୟକାଳର ବ୍ୟବହୃତ ଦ୍ରବ୍ୟ ଗୁଡ଼ିକ ଦେଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେନେତାଜୀ ଙ୍କ ଜନ୍ମ ସ୍ଥାନ କୁ ଆସିବା ମୋ ପାଇଁ ଗର୍ବ ଓ ଗୌରବର କଥା।ଦେଶର ସ୍ବାଧୀନତାରେ ନେତାଜୀଙ୍କ ଅବଦାନ ଏ ଜାତିକୁ ଯୁଗ ଯୁଗ ପାଇଁ ପ୍ରେରଣା ଦେଉଥିବ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ କଟକ ର ଯେଉଁ ସବୁ କାମ ଅଧୁରା ରହିଛି ଯାହାବି ସମସ୍ୟା ରହିଛି ତାକୁ ଅନୁଧ୍ୟାନ କରି ଖୁବ୍ ଶିଘ୍ର ନୂଆ ଯୋଜନା ମାଧ୍ୟମ…
ଭୁବନେଶ୍ବର: ଆସନ୍ତାକାଲି ସ୍କୁଲ ଖୋଲିବାକୁ ଥିବା ବେଳେ ବର୍ତ୍ତମାନ ଯେପରି ଖରା ହେଉଛି ସେଥିରେ କଣ କରାଯିବ ନେଇ ସମସ୍ତେ ବ୍ୟତିବ୍ୟସ୍ତ ଥିଲେ। ହେଲେ ଏହି ସମୟରେ ଖୋଦ ମୁଖ୍ୟମନ୍ତ୍ରୀ ମୋନହ ମାଝି ଜିଲ୍ଲାର ସ୍ଥିତି ନେଇ ସ୍କୁଲ ଛୁଟି ହେବ କି ନାହିଁ ତାହା ନିଷ୍ପତି ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହି ଅନୁସାରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣା ଆଜି ସ୍କୁଲ ଖୋଲିବା ନେଇ ନିଷ୍ପତି ନେଇଛନ୍ତି। ଜିଲ୍ଲାପାଳଙ୍କ ଅଫିସର ତରଫରୁ ଜାରୀ ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ, “ପାଣିପାଗ ବିଭାଗ ସୂଚନା ଓ ଖୋର୍ଦ୍ଧା ଜିଲ୍ଲାର ସ୍ଥିତି ଅନୁଧ୍ୟାନ କରି ତଥା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାନୁସାରେ ଆସନ୍ତା ଜୁନ୍ ୧୮ ତାରିଖ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲିବା ନେଇ…
ସମ୍ବଲପୁର: ସମ୍ବଲପୁର ଲୋକସଭା ସାଂସଦ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ବିଭିନ୍ନ ମନ୍ଦିରରେ ଦର୍ଶନ କରିବା ସହ ସ୍ଥାନୀୟ ଲୋକମାନଙ୍କୁ ଭେଟି ସମର୍ଥନ ପାଇଁ ଧନ୍ୟବାଦ ଜଣାଇଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରବିବାର ସମ୍ବଲପୁର ମାନେଶ୍ଵର ସ୍ଥିତ ଶିବ ମନ୍ଦିର, ବ୍ରୁକ୍ସହିଲ୍ ସ୍ଥିତ ହନୁମାନ ମନ୍ଦିର, ଦାନୀପାଲିରେ ମା’ ରଣେଶ୍ୱର ରାମଚଣ୍ଡୀ ମନ୍ଦିର, ନନ୍ଦପଡା ବାଲୁଙ୍କେଶ୍ଵର ମନ୍ଦିରରେ ଦର୍ଶନ କରିଥିଲେ। ସେହିପରି ଝାଡୁଆପଡ଼ା ସ୍ଥିତ ଜଗନ୍ନାଥ ମନ୍ଦିର, ସମ୍ବଲପୁରରେ ଅନୋଖା ଶ୍ରୀ ଶ୍ୟାମ ମନ୍ଦିରରେ କରିଥିଲେ କେନ୍ଦ୍ରମନ୍ତ୍ରୀ। ଏହି ଅବସରରେ ସେ କହିଛନ୍ତି ଯେ ସମ୍ବଲପୁର ହେଉଛି ମନ୍ଦିରରେ ପରପୂର୍ଣ୍ଣ ସହର। ଏକ ଆଧ୍ୟାତ୍ମିକ ସହର। ଏଠାରୁ ସାଂସଦ ଭାବରେ ନିର୍ବାଚିତ ହେବା ପରେ ସମ୍ବଲପୁରକୁ ଏହା ମୋର ପ୍ରଥମ ଗସ୍ତ। ଏଠାକାର ମନ୍ଦିର ଗୁଡିକ କେବଳ ଆସ୍ଥାର କେନ୍ଦ୍ର ନୁହେଁ, ସଭ୍ୟତା ଓ ସଂସ୍କୃତିର ବଡ ପ୍ରୟୋଗଶାଳା। ସ୍ଥାନୀୟ ଜୀବନଜୀବନକୁ ଭଲରେ ବୁଝିବା ସହ ଲୋକଙ୍କ ସହ…
ଭୁବନେଶ୍ବର: ଆଜି ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ରଜ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ଆଇନି, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସକାଳ ଭୁବନେଶ୍ବରର ରଥ ବୈଠକ ଶେଷ କରିବା ପରେ ସେ ଖୋର୍ଦ୍ଧାରେ ପହଞ୍ଚିଥିଲେ। ସେ ବରୁଣେଈ ପୀଠ ଠାରେ ୧୬ ତମ ବରୁଣେଈ ରଜ ମହୋତ୍ସବ ରେ ଯୋଗଦେଇ ପାଇକ ଗଡ ରେ ରଜ ପର୍ବ ସହିତ ଓଡ଼ିଆ ଅସ୍ମିତା ର ମହତ୍ତ୍ଵ ଓ ଆକାଂକ୍ଷା ସଂପର୍କରେ ବର୍ଣ୍ଣନା କରିଥିଲେ। ଏହାପରେ ସେ ଗଡ଼ ଖୋର୍ଦ୍ଧା ସ୍ଥିତ ପଞ୍ଚ ପାଇକ ପୀଠ ଠାରେ ପାଇକ ବିଦ୍ରୋହର ମହାନାୟକ ବକ୍ସି ଜଗବନ୍ଧୁ,ଜୟୀ ରାଜଗୁରୁ,କୃତ୍ତିବାସ ପାଟ୍ଟଶାଣୀ, ମାଧବ ଚ଼ନ୍ଦ୍ର ରାଉତରାୟ, ପିଣ୍ଡିକି ବାହୁବଳେନ୍ଦ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ସାଥୀରେ ଥିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଏବଂ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଏହାପରେ ସେ ଭୂଷୁଣ୍ଡପୁର ସ୍ଥିତ ଆରାଧ୍ୟ ଦେବୀ ମା’ ଉଗ୍ରତାରାଙ୍କ ପୀଠରେ…
ଭୁବନେଶ୍ବର: ଆଜି ରବିବାର ଛୁଟିରେ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କର ସରକାରୀ କାର୍ଯ୍ୟକ୍ରମ ଜାରୀ ରଖିଛନ୍ତି। ଆଜି ସେ ଅତିଥୀ ଭବନରେ ରଥଯାତ୍ରା ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ କରିଥିଲେ। ଏଥିରେ ଆଇନି ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଯୋଗଦେଇଥିଲେ। ଏଥିରେ କିପରି ଶାନ୍ତି ଶୃଙ୍ଖଳାର ସହିତ ରଥଯାତ୍ରା ହେବ ସେ ନେଇ ବିସ୍ତୁତ ଆଲୋଚନା କରାଯାଇଛି। ବୈଠକ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭକ୍ତ ଓ ଭଗବାନଙ୍କ ମିଳନର ମହାପର୍ବ ରଥଯାତ୍ରା ଓ ସ୍ନାନ ପୂର୍ଣ୍ଣିର୍ମା ନେଇ ଆଲୋଚନା କରିଛନ୍ତି । ଚଳିତ ବର୍ଷ ରଥଯାତ୍ରାରେ କିପରି ଶୃଙ୍ଖଳିତ ନୀତିକାନ୍ତି ଓ ସହଜ ଦର୍ଶନ ହୋଇପାରିବ ତାହା ଉପରେ ଗୁରୁତ୍ୱ ଦିଆଯାଇଛି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ଗୁଇନ୍ଦା ନିର୍ଦ୍ଦେଶକ ସହିତ ବହୁ ଅଧିକାରୀ ଯୋଗ ଦେଇଥିଲେ।
ଭୁବନେଶ୍ବର: ଓଡିଶା ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଇ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଆଜି ଭୁବନେଶ୍ବରରେ ନବନିଯୁକ୍ତ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀଯୁକ୍ତ ରବି ନାରାୟଣ ନାୟକଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି। ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ପୁଷ୍ପଗୁଚ୍ଛ ଦେଇ ବିଭାଗୀୟ ମନ୍ତ୍ରୀଙ୍କୁ ସ୍ବାଗତ କରିବା ସହିତ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଗ୍ରାମ୍ୟ ଉନ୍ନୟନ ଏଜେଣ୍ଡାକୁ ଆଗକୁ ବଢ଼ାଇବା ପାଇଁ ଧାର୍ଯ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଏବଂ ରଣନୀତିକ ପଦକ୍ଷେପ ଉପରେ ମନ୍ତ୍ରୀଙ୍କୁ ସମ୍ୟକ ସୂଚନା ଦେଇଥିଲେ। ଏଥି ସହିତ ଚାଲିଥିବା ପ୍ରକଳ୍ପଗୁଡ଼ିକର କାର୍ଯ୍ୟକାରିତା, ଗ୍ରାମୀଣ ଭିତ୍ତିଭୂମି ବୃଦ୍ଧି ଉଦ୍ଦେଶ୍ୟରେ ନୂତନ ନୀତିଗତ ପଦକ୍ଷେପ ଏବଂ ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ରେ ଅଂଶୀଦାରଙ୍କ ସହଭାଗିତାକୁ ବିଭାଗ ଗୁରୁତ୍ୱ ଦେଉଛି ବୋଲି କହିଥିଲେ। ନବ ନିଯୁକ୍ତ ମନ୍ତ୍ରୀ ଶ୍ରୀ ନାୟକ ଗ୍ରାମ୍ୟ ଉନ୍ନୟନ ବିଭାଗ ସହିତ ସହ ପଞ୍ଚାୟତିରାଜ, ପାନୀୟଜଳ ବିଭାଗର ଦାୟିତ୍ବରେ ମଧ୍ୟ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳରୋଗରେ ପୀଡ଼ିତ ଅଛନ୍ତି । ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନଥିଲେ । ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ ଅବଗତ ହେବା ପରେ ଜିଲ୍ଲା ପ୍ରଶାସନକୁ ବାବୁଲିଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତାଙ୍କ ପରିବାରକୁ ୩୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ଡାକ୍ତରୀ ଦଳ ବାବୁଲିଙ୍କ ଗ୍ରାମରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି । ସ୍ୱାସ୍ଥ୍ୟ ପରୀକ୍ଷା ପରେ ପରବର୍ତ୍ତୀ…
ଭୁବନେଶ୍ବର: ଓଡିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଆଜି 95 ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଓଡିଶାର ରାଜ୍ୟପାଳ ଭାବେ ୨୦୦୭ ଅଗଷ୍ଟ ୨୧ ତାରିଖରୁ ୨୦୧୩ ମାର୍ଚ୍ଚ ୯ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ସେ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ରାଜ୍ୟପାଳ ଥିବା ବେଳେ ସ୍ବର୍ଗତ ଭଣ୍ଡାରେଙ୍କ ଅବଦାନ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଥିଲା। ସ୍ବର୍ଗତ ଭଣ୍ଡାରେଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହିତ ପରିବାର ଓ ବନ୍ଧୁବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରୁଛି।
ଭୁବନେଶ୍ବର: ଆଜି ଓଡିଶାର ପୂର୍ବତନ ରାଜ୍ୟପାଳ ମୁରଲିଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 95 ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ଓଡିଶା ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି। ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ଶ୍ରୀ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ଅମର ଆତ୍ମାର ସଦଗତି ନିମନ୍ତେ କାମନା କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
ଭୁବନେଶ୍ବର: ଆଜି ଓଡିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ସେ ଓଡିଶାର ରାଜ୍ୟପାଳ ଭାବେ ୨୦୦୭ ମସିହା ଅଗଷ୍ଟ ୨୧ ତାରିଖରେ ଯୋଗ ଦେଇଥିଲେ। ତାଙ୍କର କାର୍ଯ୍ୟକାଳ ଶେଷ ହୋଇଥିଲେ ମଧ୍ୟ ପରବର୍ତ୍ତି ରାଜ୍ୟପାଳ ଆସିବା ପର୍ଯ୍ୟନ୍ତ ସେ କାର୍ଯ୍ୟ କରିଥିଲେ। ସେ ୨୦୧୩ ମାର୍ଚ୍ଚ ୯ ତାରିଖ ପର୍ୟ୍ୟନ୍ତ ଓଡିଶାର ରାଜ୍ୟପାଳ ଥିଲେ। ମୁରଲିଧର ଚନ୍ଦ୍ରକାନ୍ତ ଭଣ୍ଡାରେ ହେଉଛନ୍ତି ସୁପ୍ରିମ କୋର୍ଟର ଜଣେ ପ୍ରତିଷ୍ଠିତ ଓକିଲ। ସେ କଂଗ୍ରେସର ଜଣେ ଟାଣୁଆ ନେତା ମଧ୍ୟ ଥିଲେ। ସେ ତିନିଥର ରାଜ୍ୟସଭାକୁ ନିର୍ବାଚନ ହୋଇଯାଇଥିଲେ। ସେ ୧୯୮୦ ମସିହାରୁ ୧୯୯୫ ମସିହା ପର୍ଯ୍ୟନ୍ତ ରାଜ୍ୟସଭା ସଦସ୍ୟ ଥିଲେ। ଚଳିତ ବର୍ଷ ମାର୍ଚ୍ଚ ମାସରେ ତାଙ୍କ ଲିଖିତ ପୁସ୍ତକ The Arc of Memory ଉନମୋଚିତ ହୋଇଥିଲା।
ଭୁବନେଶ୍ୱର: କୁଏତ୍ ଭୟାବହ ଅଗ୍ନିକାଣ୍ଡରେ ୨ ଓଡ଼ିଆ ମହମ୍ମଦ ଜହୁୂର ଓ ସନ୍ତୋଷ ଗୌଢ଼ଙ୍କ ମୃତ୍ୟୁ ଘଟିଛି । ଜହୁରଙ୍କ ଘର କଟକ ଜିଲା ତିଗିରଆ ଥାନା ଅନ୍ତର୍ଗତ କରଡାପଲ୍ଳୀ ଗ୍ରାମରେ ହୋଇଥିବା ବେଳେ ସନ୍ତୋଷଙ୍କ ଘର ଗଞ୍ଜାମ ଜିଲ୍ଲା ପୁରୁଷୋତମ ବ୍ଲକର ରଣଝାଲି ଗାଁରେ। ଜହୁର ୨୦୧୭ରୁ କୁଏତ୍ରେ ଲାବୋରୋଟାରୀ ଟେକନିସିଆନ ଭାବେ କାମ କରୁଥିଲେ । ସନ୍ତୋଷ ୨ବର୍ଷ ପୂର୍ବେ କୁଏତ୍ ଯାଇଥିଲେ । ଗତ ବୁଧବାର ଭୋର ସମୟରେ କୁଏତ୍ରେ ସେମାନେ ରହୁଥିବା ୬ ମହଲା ବିଶିଷ୍ଟ କୋଠାରେ ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡରେ ସେଠାରେ ରହୁଥିବା ବହୁ ଭାରତୀୟଙ୍କ ମୃତ୍ୟୁ ଘଟିଥିବାବେଳେ ସେମାନଙ୍କ ମଧ୍ୟରେ ଜହୁର ଓ ସନ୍ତୋଷ ମଧ୍ୟ ରହିଛନ୍ତି। ଉଭୟଙ୍କ ମରଶରୀର ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ସେହିପରି ଦୁଇ ଉପମୁଖ୍ୟମନ୍ତ୍ରୀ କେ ଭି…
ନୂଆଦିଲ୍ଲୀ: ଶାସନ ହାତରୁ ଗଲେ କଣ ଅବସ୍ଥା ହୁଏ ତାହା ସମସ୍ତେ ଜାଣନ୍ତି। ସେହିପରି ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆନ୍ଧ୍ର ପ୍ରଦେଶ ସରକାର ପରିବର୍ତ୍ତନ ପରେ। ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ବାସଭବନକୁ ଭାଙ୍ଗିଛି ନଗର ନିଗମ। ପୂର୍ବରୁ ଜଗମୋହନ ବେଆଇନି ନିର୍ମାଣ କରିଛନ୍ତି ବୋଲି ଅଭିଯୋଗ ହୋଇଥିଲା। ହେଲେ ସେ ମୁଖ୍ୟମନ୍ତ୍ରୀ ଥିବାରୁ କେହି କିଛି କରିପାରିଲେ ନାହିଁ। ବର୍ତ୍ତମାନ ଗତ 12 ତାରିଖରେ ଆନ୍ଧ୍ର ପ୍ରଦେଶ ସରକାର ପରିବର୍ତ୍ତନ ହୋଇଯାଇଛି। ଜଗମୋହନଙ୍କ ସ୍ଥାନରେ ଟିଡିପି ନେତା ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଶାସନ ଭାର ନେବାର ଦିନ କେଇଟା ହୋଇ ନାହିଁ ଆରମ୍ଭ କରିଦେଲେ ଏହି ପଦକ୍ଷେପ। ଜଗନମୋହନଙ୍କ ହାଇଦ୍ରାବାଦ ଲୋଟସ ପଣ୍ଡ ନିକଟରେ ଏକ ନୂଆ ଘର କରିଛନ୍ତି। ସେଥିରେ ସେ ନଗର ନିଗମର ଏକ ଚଲା ରାସ୍ତା ଉପରେ ଏହି ଘର ନିର୍ମାଣ କରିଛନ୍ତି। ଯାହାକୁ ନେଇ ସ୍ଥାନୀୟ ଅଧିବାସୀମାନେ ଅଭିଯୋଗ…
ଭୁବନେଶ୍ବର: ଆଜି ରାଜ୍ୟ ଅତିଥୀ ଭବନରେ ଥିବା ଅସ୍ଥାୟୀ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ଲୋକାଭିମୁଖୀ କାମ କରିବା ପାଇଁ ସେ ପୋଲିସ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ଯେଉଁମାନେ ଥାନାର ଦ୍ବାରସ୍ଥ ହେଉଛନ୍ତି ସେମାନଙ୍କୁ ଉଚିତ ବ୍ୟବହାର ପ୍ରଦର୍ଶନ କରିବା ପାଇଁ କହିଛନ୍ତି। ଏହି ବୈଠକରେ ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ସହିତ ଗୁଇନ୍ଦା ନିର୍ଦ୍ଦେଶକ, ବରିଷ୍ଠ ପୋଲିସ ଅଧିକାରୀ ଏବଂ ବିଭିନ୍ନ ଜିଲ୍ଲାର ଏସପି ମଧ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ମୋହନ ମାଝୀ ବିଭିନ୍ନ ଅଧିକାରୀଙ୍କ ସହିତ ଘନଘନ ବୈଠକ ଜାରୀ ରଖିଛନ୍ତି। ପୂର୍ବରୁ ମୁଖ୍ୟସଚିବ ଏବଂ ବରିଷ୍ଠ ଆଇଏଏସଙ୍କ ସହିତ ବୈଠକ କରିଛନ୍ତି।
ନୂଆଦିଲ୍ଲୀ: ଆଜି କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବାଲ୍ ପୁରସ୍କାର ଓ ଯୁବ ପୁରସ୍କାର ଘୋଷଣା କରାଯାଇଛି। ଆଜି ଗୁଜରାଟର ନର୍ମଦା ଜିଲ୍ଲାରେ ଅନୁଷ୍ଠିତ କେନ୍ଦ୍ର ସାହିତ୍ୟ ଏକାଡେମୀର କାର୍ଯ୍ୟନିର୍ବାହୀ ବୈଠକରେ ଏହି ଘୋଷଣା କରାଯାଇଛି। ଏଥିରେ ୨୦୨୪ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ୨୪ଟି ଭାଷାରେ ୨୪ ଜଣ ଲେଖକଙ୍କୁ ବାଲ ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି। ସେହିପରି ୨୩ଟି ଭାଷାରେ ୨୩ ଜଣ ଲେଖକଙ୍କୁ ଯୁବ ପୁରସ୍କାର ଘୋଷଣା କରାଯାଇଛି। ଓଡ଼ିଆ ଭାଷା ପାଇଁ ବରିଷ୍ଠ ଶିଶୁ ସାହିତ୍ୟିକ ମାନସ ରଞ୍ଜନ ସାମଲଙ୍କୁ ଚଳିତ ୨୦୨୪ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ ସାହିତ୍ୟ ପୁରସ୍କାର ପାଇଁ ମନୋନିତ କରାଯାଇଛି। ତାଙ୍କ ପୁସ୍ତକ ‘ଗପ କଳିକା’ ପାଇଁ ସେ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦକୁ ତାଙ୍କୁ ଏକ ତାମ୍ରଫଳକ ସହିତ ୫୦ ହଜାର ଟଙ୍କାର ଏକ ଚେକ୍ ମଳିବି। ସେହିପରି ୨୦୨୪…
ଭୁବନେଶ୍ବର: ପ୍ରାୟ ଦୁଇମାସ ନିରବତା ପରେ ଏବେ ଭୁବନେଶ୍ବର ସଂସଦୀୟ ଅଞ୍ଚଳରେ ପ୍ରବେଶ କରିଛନ୍ତି ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର। ଚଳିତ ନିର୍ବାଚନରେ ଶ୍ରୀମୟୀଙ୍କୁ ନେଇ ସାରା ରାଜ୍ୟରେ ବେଶ ଚର୍ଚ୍ଚା ଚାଲିଥିଲା। କାରଣ ତାଙ୍କୁ ଭୁବନେଶ୍ବରର ସାଂସଦ ପ୍ରାର୍ଥୀ କରିବ ବୋଲି ବିଜେଡି ନିର୍ବାଚନର ବହୁ ପୂର୍ବରୁ ମଇଦାନକୁ ଛାଡିଥିଲା। ଶ୍ରୀମୟୀ ମଧ୍ୟ ଜାନ୍ ଲଗାଇ ଭୁବନେଶ୍ବରର ସଂସଦୀୟ କ୍ଷେତ୍ରର ସାତୋଟି ନିର୍ବାଚନ ମଣ୍ଡଳିର ଗଳିକନ୍ଦି ବୁଲିସାରିଥିଲେ। ହେଲେ ଭାଗ୍ୟର ବିଡମ୍ବନା ତାଙ୍କୁ ଶେଷ ମୁହୁର୍ତ୍ତରେ ପରିବର୍ତ୍ତନ କରାଯାଇ ମନ୍ମଥ ରାଉତରାୟଙ୍କୁ ଟିକେଟ ଦିଆଯାଇଥିଲା। ଏହାପରେ ପରେ ଶ୍ରୀମୟୀ ପୁରା ମଇଦାନରୁ ଉଭାନ ହୋଇଯାଇଥିଲେ। ଏତେ ବଡ ନିର୍ବାଚନ ଶେଷ ହେଲା ସିନା ଶ୍ରୀମୟୀ ପୁରା ରାଜନୀତିରୁ ଆଉଟ ହୋଇଗଲେ। ତେବେ ସବୁ କାମ ଶେଷ ହେବା ପରେ ଏହି ଶ୍ରୀମୟୀ ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ପୁଣି ବୁଲାବୁଲି ଆରମ୍ଭ କରିଛନ୍ତି। ସେ ପୁରୁଣା ଭୁବନେଶ୍ବର ଖୋର୍ଦ୍ଧାର ବିଭିନ୍ନ କାର୍ଯ୍ୟକ୍ରମରେ…
ଝାରସୁଗୁଡା: ନିର୍ବାଚନ ଶେଷ ହୋଇଯାଇଥିଲେ ମଧ୍ୟ ଶେଷ ହୋଇ ନାହିଁ ବିବାଦ। ବର୍ତ୍ତମାନ ଇଭିଏମ ବିବାଦ ନେଇ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି ଦୀପାଳି ଦାସ। ଦୀପାଳି ଝାରସୁଗୁଡା ବିଧାନସଭା ପାଇଁ ବିଜେଡି ପ୍ରାର୍ଥୀ ହୋଇ ହାରିଯାଇଛନ୍ତି। ସେ ବିଜେପିର ଟଙ୍କଧର ତ୍ରିପାଠୀଙ୍କଠାରୁ ମାତ୍ର ୧୩୩୩ ଭୋଟରେ ହାରିଯାଇଛନ୍ତି। ବର୍ତ୍ତମାନ ଇଭିଏମରେ ତ୍ରୁଟି ଦର୍ଶାଇ ଦୀପାଳି ପୁଣି ଥରେ ଗଣତି କରିବା ପାଇଁ ସେ ଆବେଦନ କରିଛନ୍ତି। ଦୀପାଳି କହିଛନ୍ତି ଯେ, ତାଙ୍କର ନିଜ ଗାଁ ସରବାହଲରେ ସେ ପଛରେ ଅଛନ୍ତି। ଏହି ବୁଥରେ ବିଜେପି ପ୍ରାର୍ଥୀ ୩୬୭ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ଏହା କେବେ ସମ୍ଭବ ହେବ ନାହିଁ ବୋଲି ଦୀପାଳି କହିଛନ୍ତି। ଭୋଟ ପୁନଃଗଣତି ପାଇଁ ସେ ଧାର୍ୟ୍ୟ ଫି ଦାଖଲ କରି ସାରିଛନ୍ତି। ନିୟମ ଅନୁସାରେ ପାଞ୍ଚ ପ୍ରତିଶତ ଇଭିଏମ ଓ ଭିଭିପାଟ ଗଣତି କରାଯିବ। ସେଥିପାଇଁ ପ୍ରତି ସେଟ ପିଛି ୪୭ ହଜାର…
ଭୁବନେଶ୍ବର: ସମୟ ଥିଲା ଅପରାହ୍ନ। ରାଜ୍ୟ ସଂଗ୍ରହାଳୟରେ ହଜାର ହଜାର ପୁଅ, ଝିଅ ଓ ଦର୍ଶକମାନଙ୍କ ଭିଡ। ପାରମ୍ପରିକ ଲୋକକଳା, ଲୋକନୃତ୍ୟ, ଲୋକବାଦ୍ୟରେ ଭରି ଉଠୁଥିଲା ସଂଗ୍ରହାଳୟ ପରିସର। ଏହି ସମୟରେ ଆସି ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ହୁଳହୁଳି, କରତାଳି ଓ ପାରମ୍ପରିକ ନୃତ୍ୟବାଦ୍ୟର ତାଳେତାଳେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଯାଇଥିଲେ ସାଧାରଣ ଜନତା । ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ରଜ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଯୋଗଦେଇ ସାଧାରଣ ଲୋକଙ୍କ ସହିତ ପାଳନ କରିଥିଲେ ରଜ ମହୋତ୍ସବ। ଫୁଲ ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ଜଣେ ଖାଣ୍ଟି ଓଡିଆ ଘରର ପୁଅ ଭଳି ପୋଡ ପିଠା ଖାଇଥିଲେ, ରଜ ପାନ ଖାଇଥିଲେ। ପିଲାଙ୍କୁ ଦୋଳି ମଧ୍ୟ ଖେଳାଇଥିଲେ। ସେଠାରେ ରଜ ମହୋତ୍ସବ ପାଳିବା ପାଇଁ ଉପସ୍ଥିତ ଥିବା ଯୁବକ, ଯୁବତୀ ଓ ଜନତାଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ବର: ଆଜି ହେଉଛି ପହିଲି ରଜ। ଏହି ରଜରେ ରାଜା ସ୍ବାଇଁ ତଥା ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆଜି କାମଚଳା ବାଚସ୍ପତି ଭାବେ ଶପଥ ଗ୍ରହଣ କରିଛନ୍ତି।ଆଜି ରାଜଭବନରେ ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି। ରଣେନ୍ଦ୍ର ପ୍ରତାପ ବାଚସ୍ପତି ନିର୍ବାଚନ ପର୍ଯ୍ୟନ୍ତ ବିଧାନସଭା ସମ୍ଭାଳିବେ। ସେ ଆସନ୍ତା ୧୮ ଏବଂ ୧୯ ତାରିଖରେ ନବ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ। ସେହିପରି ଆସନ୍ତା ୨୦ ତାରିଖରେ ହେବାକୁ ଥିବା ବାଚସ୍ପତି ନିର୍ବାଚନ ମଧ୍ୟ ସେ ପରିଚାଳନା କରିବେ। ଆଜି ରାଜଭବନରେ ଆୟୋଜିତ ଏହି ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମୁଖ୍ୟ ସଚିବ ପ୍ରଦୀପ ଜେନା, ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶ୍ବାସତ ମିଶ୍ର, ସଂସଦୀୟ ସଚିବ ଜି ମାଥିଭାତନାନ୍, ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।

