ମଧ୍ୟପ୍ରଦେଶ ଭୋପାଳର ଭାରତୀୟ ଜନତା ପାର୍ଟିର ସାଂସଦ ସାଧ୍ବୀ ପ୍ରଜ୍ଞା ସିଂହ ଠାକୁର୍ଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟର ସଂସଦୀୟ କମିଟିରେ ସ୍ଥାନ ମିଳିଛି । ସାଧ୍ବୀ ପ୍ରଜ୍ଞା ଏହି କମିଟିର ସଦସ୍ୟ ହୋଇଛନ୍ତି । ସବୁବେଳେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା ସାଧ୍ବୀ ପ୍ରଜ୍ଞା ନିର୍ବାଚନରେ ବଡ ଜିତ୍ ହାସଲ କରିଥିଲେ । ଲୋକସଭା ପରେ ମଧ୍ୟ ସେ ବହୁ ବିବାଦୀୟ ବୟାନ ଦେଇଛନ୍ତି । ରକ୍ଷା ମାମଲାରେ ଏହି କମିଟିରେ ମୋଟ ୨୧ ଜଣ ସଦସ୍ୟ ରହିଛନ୍ତି । ଏହି ସଦସ୍ୟଙ୍କ ମଧ୍ୟରେ ସାଧ୍ବୀ ପ୍ରଜ୍ଞା ସିଂହଙ୍କ ନାମ ସାମିଲ୍ ହୋଇଛନ୍ତି । ଏହି କମିଟିର ସଭାପତି ରାଜନାଥ ସିଂହ ରହିଥିବାବେଳେ ଏହି କମିଟିରେ ଫାରୁକ୍ ଅବଦୁଲ୍ଲା, ଏ.ରାଜା, ସୁପ୍ରିୟା ସୁଲେ, ମୀନାକ୍ଷୀ ଲେଖି, ରାକେଶ ସିଂ, ଶରଦ ପାଓ୍ବାର, ଜେପି ନଡ୍ଡା ପ୍ରମୁଖ ସାମିଲ୍ ରହିଛନ୍ତି । ତେବେ ସ୍ବାଧୀ ପ୍ରଜ୍ଞାଙ୍କୁ ଏହି କମିଟିରେ ସାମିଲ୍ କରିବାକୁ ନେଇ…
Author: Samikhsya Bureau
ସମୀକ୍ଷା ବ୍ୟୁରୋ ଓଡ଼ିଶାର ସର୍ବପୁରାତନ ବିଦ୍ୟାଳୟ ଆଜି ବିିଭିନ୍ନ ସମସ୍ୟାଘେରରେ। ୧୯୩୦ ମସିହା ବ୍ରିଟିଶ୍ ଅମଳରେ ଓଡ଼ିଶାର ବାଣପୁରଠାରେ ସ୍ଥାପିତ ହୋଇଥିବା ଗୋଦାବରୀଶ ବିଦ୍ୟାପୀଠ ହେଉଛି ଓଡ଼ିଶାର ପ୍ରଥମ ବିଦ୍ୟାଳୟ। ୮୯ବର୍ଷର ଏହି ସର୍ବପୁରାତନ ବିଦ୍ୟାଳୟଟି ଆଜି ଅବହେଳିତ ଅବସ୍ଥାରେ। ଏହି ବିଦ୍ୟାଳୟରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପାଠ ପଢି ଭାରତର ବିଶିଷ୍ଟ ପଦ ପଦବୀରେ ଅବସ୍ଥାପିତ ହୋଇ ଆମ ଜାତିର ଟେକ ରଖିଥିବାବେଳେ ସେହି ବିଦ୍ୟାଳୟ ଆଜି ସମସ୍ୟାଘେରରେ। ନ୍ୟାୟମୂର୍ତ୍ତି ରଙ୍ଗନାଥ ମିଶ୍ର, ସୁପ୍ରିମ୍କୋର୍ଟର ପୂର୍ବତନ ବିଚାରପତି ଦୀପକ ମିଶ୍ର, ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ପରି ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏହି ବିଦ୍ୟାଳୟରେ ପାଠ ପଢିଥିବାବେଳେ ଅନେକ ଆଇଏଏସ୍ ଓ ଓଏଏସ୍ ଏହି ବିଦ୍ୟାଳୟରୁ ପାଠ ପଢିଛନ୍ତି। ଶିକ୍ଷାଦାନର ଅନନ୍ୟ ନିଦର୍ଶନ ସ୍ବରୂପ ଏହି ବିଦ୍ୟାଳୟଟି ମଣିଷ ତିଆରି କାରଖାନା ରୂପେ ବେଶ୍ ଖ୍ୟାତି ଅର୍ଜନ କରିଥିଲା, ମାତ୍ର ସରକାରୀ ଉଦାସୀନତା କାରଣରୁ ଏହି ବିଦ୍ୟାଳୟ ବିଭିନ୍ନ…
କେଦାର ମିଶ୍ର କେତେ ହଜାର ଥର ଆମେ ବୋଲିଥିବୁ- କହେ ସାଲବେଗ ହୀନ ଜାତିରେ ଯବନ। ଜାତିରେ ଯବନ ସାଲବେଗଙ୍କ ଓଡିଆ ରଚନାରେ ଭାବ ଓ ଭକ୍ତିର ସବୁଠୁ ମାର୍ମିକ ଅନୁଭବ ପାଇଥିବା ଜଣେ ଭାରତୀୟ ଭାବରେ ମୋତେ ଯେତେବେଳେ ଖବର ମିଳେ ଯେ, ବାରାଣସି ହିନ୍ଦୁ ବିଶ୍ଵ ବିଦ୍ୟାଳୟରେ ଫିରୋଜ ଖାଁ ନାମକ ଜଣେ ମେଧାବୀ ସଂସ୍କୃତ ବିଦ୍ଵାନ ପାଠ ପଢାଇପାରିବେ ନାହିଁ ବୋଲି ଆନ୍ଦୋଳନ ହେଉଛି, ସେତେବେଳେ ମୋତେ ଲାଗିଲା, ମୁଁ ଯେଉଁ ଭାରତରେ ଜନ୍ମ ହୋଇଛି, ଇଏ ସେଇ ଭାରତ ନୁହେଁ। ମୋର ଭାରତ ହେଉଛି ଯବନ ସାଲବେଗ ଓ ହରି ଦାସଙ୍କର ଭାରତ। ମୋର ଭାରତ ହେଉଛି କାଳିଦାସ ଓ ଅମିର ଖୁସ୍ରୋଙ୍କର ଭାରତ। ମୋର ଭାରତରେ ସଂସ୍କୃତ ଯେତିକି ଦେବତାମାନଙ୍କର ଭାଷା, ସେତିକି ପରିମାଣରେ ଜନଗଣଙ୍କର ମଧ୍ୟ ଭାଷା। ସଂସ୍କୃତ ଭାଷା କେବଳ ହିନ୍ଦୁ ଧର୍ମର (ତାହା ପୁଣି କେବଳ ବ୍ରାହ୍ମଣଙ୍କର) ଭାଷା ବୋଲି…
ଅନ୍ତରୀଣ ଡିଜି ଭାବରେ ସତ୍ୟଜିତ୍ ମହାନ୍ତି ଦାୟିତ୍ବ ଗ୍ରହଣ କରିଛନ୍ତି । ଜେଲ୍ ବିଭାଗ ଡିଜି ଥିବା ସତ୍ୟଜିତ୍ ମହାନ୍ତି ପୂର୍ବରୁ ମଧ୍ୟ ପୁଲିସ୍ କମିଶନର ଦାୟିତ୍ବ ତୁଲାଇସାରିଛନ୍ତି । ସତ୍ୟଜିତ୍ ମହାନ୍ତି ବର୍ତ୍ତମାନ ଜେଲ୍ ବିଭାଗ ଡିଜି ଭାବେ କାର୍ଯ୍ୟ କରୁଥିବାବେଳେ ତାଙ୍କୁ ଗୁଇନ୍ଦା ବିଭାଗର ସ୍ବତନ୍ତ୍ର ଡିଜି ଭାବେ ମଧ୍ୟ ନିଯୁକ୍ତି ମିଳିଛି । ରାଜ୍ୟସରକାର ପୁଲିସ୍ ମହାନିର୍ଦ୍ଦେଶକ ବିକେ ଶର୍ମାଙ୍କୁ ବଦଳି କରିବା ପରେ ୧୯୮୬ ବ୍ୟାଚର ଆଇପିଏସ୍ ଅଫିସର ଅଭୟଙ୍କୁ ରାଜ୍ୟର ନୂଆ ପୁଲିସ୍ ଡିଜି ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ଗତକାଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା । ନୂଆ ଡିଜିପି ଅଭୟ ବର୍ତ୍ତମାନ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି। ହାଇଦ୍ରାବାଦରେ ଜାତୀୟ ପୋଲିସ ଏକାଡେମୀର ସେ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ସେଠାରୁ ସେ ଦାୟିତ୍ବ ହସ୍ତାନ୍ତର କରିବା ପାଇଁ ପ୍ରାୟ ଏକ ସପ୍ତାହ ଲାଗିଯିବ। ସେଥିପାଇଁ ସରକାର ତୁରନ୍ତ…
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର:20/11- ଏକ ବିବାଦୀୟ ପରିସ୍ଥିତିରେ ରାଜ୍ୟ ସରକାର ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କୁ ହଟାଇ ଦେଇଛନ୍ତି। ତାଙ୍କ ସ୍ଥାନରେ ବରିଷ୍ଠ ଆଇପିଏସ ଅଧିକାରୀ ଅଭୟଙ୍କୁ ପୂର୍ଣ୍ଣକାଳୀନ ପୋଲିସ ଡିଜି ଭାବେ ନିଯୁକ୍ତି ଦିଆଯାଇଛି। ବିଜୟ ଶର୍ମାଙ୍କୁ ଗୃହ ବିଭାଗର ଓଏସଡି ଭାବେ ବଦଳି କରାଯାଇଛି। ବିଜୟ ଶର୍ମାଙ୍କୁ ଅଗ୍ନି ସୁରକ୍ଷା ସାର୍ଟିଫିକେଟ ପ୍ରଦାନରେ ଅନିୟମିତତା ଅଭିଯୋଗରେ ହଟାଇ ଦିଆଯାଇଥିବାର ଜଣାପଡିଛି। କାରଣ ଏହି ସାର୍ଟିଫିକେଟ ପ୍ରଦାନରେ ତାଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆସିବା ପରେ ମୁଖ୍ୟମନ୍ତ୍ରୀ ଏହି କଡା ପଦକ୍ଷେପ ନେଇଛନ୍ତି। ଏପରିକି ତାଙ୍କ ବିରୋଧରେ ତଦନ୍ତ କରିବା ପାଇଁ ଏକ ତିନିଜଣିଆ କମିଟକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ତିନିଜଣିଆ କମିଟରେ ଉନ୍ନୟନ କମିଶନର ଏବଂ ଗୃହ ବିଭାଗର ସଚିବ ସଦସ୍ୟ ଅଛନ୍ତି। ବିଜୟ କୁମାର ଅସ୍ଥାୟୀ ଡିଜି ଭାବେ ନିଯୁକ୍ତି ପୂର୍ବରୁ ଅଗ୍ନିଶମ ବିଭାଗର ଡିଜି ଭାବେ…

