ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନଏସି କୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ମୟୁରଭଞ୍ଜ ର କରଞ୍ଜିଆ ବଲାଙ୍ଗିର ର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯାଇଛି . 5T ଅଧ୍ୟକ୍ଷଙ୍କ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣ ଙ୍କ ପ୍ରସ୍ତାବ ଏବଂ ବିକାଶ ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି. ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା – ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ…
Author: Samikhsya Bureau
ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବାରୁ ବିଜେଡି ତାହାର ସଂଗଠନକୁ ମଜବୁତ କରିବାରେ ଲାଗିଛି। କାହାକୁ ନିଲମ୍ବିତ କାହାକୁ ବହିସ୍କାର କାହାକୁ ନୂଆ ପଦବୀ ଦେବା କର୍ଯ୍ୟ କରିବାରେ ଲାଗିଛି। ସେହି ଅନୁସାରେ ଦଳ ସୁନ୍ଦରଗଡ ଜିଲ୍ଲାର ବିଧାନସଭା ପାଇଁ ନୂଆ ପର୍ଯ୍ୟବେକ୍ଷକ ଘୋଷଣା କରିଛି। ସେମାନେ ହେଲେ.. ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ପ୍ରକାଶ ପାଇଛି ଏହି ବିଜ୍ଞପ୍ତି। ଏଥିରେ କୁହାଯାଇଛି ଯେ, ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିଷ୍ପତି କ୍ରମେ ଏହି ପରିବର୍ତ୍ତନ କରାଯାଇଛି।
ଭୁବନେଶ୍ବର: କେନ୍ଦ୍ରାପଡା ଜିଲ୍ଲାର ଆଳି ନିର୍ବାଚନ ମଣ୍ଡଳି ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଥାଏ। କାରଣ ଏହି ନିର୍ବାଚନ ମଣ୍ଡଳିର ବିଧାୟକ ହେଉଛନ୍ତି ବିଜେଡିର ଟାଣୁଆ ନେତା ତଥା ମନ୍ତ୍ରୀ ପ୍ରତାପ ଦେବ। ତେବେ ଏଥର ନିର୍ବାଚନରେ ପ୍ରତାପଙ୍କ ସହିତ ଜଣେ ଯୁବତୀ ଲଢେଇ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଯାହାକୁ ନେଇ ପ୍ରତାପ ବର୍ତ୍ତମାନ ଚିନ୍ତାରେ ପଡିଯାଇଛନ୍ତି। ଏଥର ନିର୍ବାଚନରେ ପ୍ରତାପଙ୍କୁ ଟକ୍କର ଦେବା ପାଇଁ ପ୍ରସ୍ତୁତ ହେଉଛନ୍ତି ଦେବସ୍ମିତା ଶର୍ମା। ସେ କଂଗ୍ରେସରୁ ପ୍ରାର୍ଥୀ ହେବେ ବୋଲି ଜଣାପଡିଛି। ଆଉ ସେ ହେଉଛନ୍ତି ଆଳିର ପୂର୍ବତନ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଝିଅ। ଦେବେନ୍ଦ୍ର ଶର୍ମା ଏଥର ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବେ ନାହିଁ ବୋଲି ଘୋଷଣା କରିଛନ୍ତି। ତାଙ୍କ ବଦଳରେ ଝିଅ ଦେବସ୍ମିତା ଛିଡା ହେବ ବୋଲି କଂଗ୍ରେସ ସବୁଜ ସଙ୍କେତ ଦେଇଛି ବୋଲି ଜଣାପଡିଛି। ଦେବେନ୍ଦ୍ର କହିଛନ୍ତି ଯେ ତାଙ୍କର ଦେହ ଭଲ ରହୁ ନ ଥିବାରୁ…
ଭୁବନେଶ୍ୱର: ଓଡ଼ିଶାର ସର୍ବ ପୁରାତନ ତଥା ଉତ୍କଳମଣି ଗୋପବନ୍ଧୁ ଦାସ ଙ୍କ ପ୍ରତିଷ୍ଠିତ ଦୈନିକ ସମ୍ବାଦପତ୍ର ‘ସମାଜ ‘ର ନୂତନ ମୁଦ୍ରାକର ଓ ପ୍ରକାଶକ ଭାବେ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ଡ ପ୍ରଭାସ ଆଚାର୍ଯ୍ୟ ଦାୟିତ୍ଵ ଗ୍ରହଣ କରିଛନ୍ତି। ଏହି ଅବସରରେ ଲୋକ ସେବକ ମଣ୍ଡଳ ର ରାଷ୍ଟ୍ରୀୟ ସଭାପତି ରାଜ କୁମାର ଚୋପ୍ରାଙ୍କ ସମେତ ସମାଜର ସଂପାଦକ ଓ ମୁଖ୍ୟ ପରିଚାଳକ, ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଏହି ପୁରାତନ ସମ୍ବାଦପତ୍ର ର ପାଠକୀୟ ବିଶ୍ୱସନୀୟତା ବଜାୟ ରଖିବା ତଥା ଉତ୍କଳମଣି ଙ୍କ ଆଦର୍ଶକୁ ପାଥେୟ କରି କାର୍ଯ୍ୟ ସମ୍ପାଦନ କରିବେ ବୋଲି ଡ. ଆଚାର୍ଯ୍ୟ ମତ ପୋଷଣ କରିଛନ୍ତି।
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା ବର୍ତ୍ତମାନର ପାରିଶ୍ରମିକ ଠାରୁ ୬୨.୫୦ ପ୍ରତିଶତ ଅଧିକ । ଏହାଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ କାରିଗର (Self Employed Mechanic) ଉପକୃତ ହେବେ। ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରୁ ସ୍ବାବଲମ୍ବୀ କାରିଗର ଏବଂ ପ୍ରତିନିଧି ମାନଙ୍କ ଠାରୁ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଆସିଥିଲା । 5T ଅଧ୍ୟକ୍ଷ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି । ରାଜ୍ୟର ସମସ୍ତ ଗ୍ରାମକୁ ନିୟମିତ ସ୍ଵଚ୍ଛ ପାନୀୟ ଜଳ ଯୋଗାଇବା ତଥା…
ନୂଆଦିଲ୍ଲୀ: ବର୍ତ୍ତମାନ ସାରା ଦେଶରେ ଯାହା ସବୁଠୁ ଅଧିକ ଚର୍ଚ୍ଚା ତାହା ହେଉଛି ନିର୍ବାଚନ କେବେ ହେବ। ଏହାପରେ କିଏ ଟିକେଟ ପାଇବ ପ୍ରଭୃତି ଆସିବ। ତେବେ ଏକ ବିଶେଷ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ମାର୍ଚ୍ଚ ୪ ରେ ନିର୍ବାଚନ ତାରିଖ ଘୋଷଣା ହେବ। ଏ ନେଇ ଭାରତୀୟ ନିର୍ବାଚନ କମିସନର ପ୍ରସ୍ତୁତି ଆରମ୍ଭ କରିଛନ୍ତି ବୋଲି କୁହାଯାଉଛି। ବର୍ତ୍ତମାନ ନିର୍ବାଚନ କମିସନର ବିଭିନ୍ନ ରାଜ୍ୟ ଭ୍ରମଣ କରି ନିର୍ବାଚନ ପ୍ରସ୍ତୁତି ଉପରେ ସମୀକ୍ଷା କରିବାରେ ଲାଗିଛନ୍ତି। ଯେହେତୁ ଜୁନ ମାସରେ ସରକାରଙ୍କ କାର୍ଯ୍ୟକାଳ ଶେଷ ହେଉଛି ତା ପୂର୍ବରୁ ନିର୍ବାଚନ କାର୍ଯ୍ୟ ଶେଷ କରିବାକୁ ହେବ। ସେଥିପାଇଁ ମାର୍ଚ୍ଚରେ ନିର୍ବାଚନ ତାରିଖ ଘୋଷଣା ହେଲେ ଏପ୍ରିଲ ମେ ରେ ନିର୍ବାଚନ ଶେଷ ହେବ। ଆଗରୁ ଚର୍ଚ୍ଚା ହେଉଥିଲା ଯେ ନିର୍ବାଚନ କମିସନର ମାର୍ଚ୍ଚ ୯ ତାରିଖ ପରେ ଯେ କୌଣସି ସମୟରେ ଘୋଷଣା କରିପାରନ୍ତି। ହେଲେ ବର୍ତ୍ତମାନ ଏହା…
ଭୁବନେଶ୍ୱର: ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ରାଜ୍ୟ ସ୍ତରୀୟ ହସ୍ତତନ୍ତ ପ୍ରଦର୍ଶନୀକୁ ଉଦ୍ଘାଟନ କରିଛନ୍ତି। ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ରୀମତୀ ପ୍ରଶତି ଛୋଟରାୟ, ଉତ୍କଳିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ କଲ୍ୟାଣୀ ପଟ୍ଟନାୟକ ଏବଂ ହସ୍ତତନ୍ତ, ବୟନ ଏବଂ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀ ସରୋଜ କୁମାର ପଟେଲ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ପଦ୍ମଶ୍ରୀ ବିନୋଦ ମହାରଣାଙ୍କୁ ସମ୍ମାନିତ କରାଯାଇଥିଲା। ହସ୍ତଶିଳ୍ପ କାରୀଗରମାନଙ୍କ ଉତ୍ପାଦିତ ସାମଗ୍ରୀ ଗୁଡ଼ିକର ବିକି୍ରବଟାର ସହାୟତା ନିମନ୍ତେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ମାଧ୍ୟମରେ ଚଳିତ ବର୍ଷ ଏହି ରାଜ୍ୟସ୍ତରୀୟ ପ୍ରଦର୍ଶନୀ ଭୁବନେଶ୍ୱରସ୍ଥ ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହୋଇଛି। ଏହି ପ୍ରଦର୍ଶନୀରେ ୨୩ ଗୋଟି ଜିଲ୍ଲାର ପ୍ରାୟ ୧୨୦ ଜଣ ହସ୍ତଶିଳ୍ପ କାରିଗରୀଙ୍କୁ ବିନା ଦେୟରେ ଷ୍ଟଲ ପ୍ରଦାନ କରାଯାଇଛି। ଅଂଶଗ୍ରହଣ କରୁଥିବା ଜିଲ୍ଲାଗୁଡ଼ିକରେ ମଧ୍ୟରେ କେନ୍ଦୁଝର, ଯାଜପୁର, ବାଲେଶ୍ୱର, ବରଗଡ଼,…
ଭୁବନେଶ୍ୱର: ବିଶ୍ୱର ଅଗ୍ରଣୀ ପ୍ରଯୁକ୍ତିବିଦ୍ୟା ସେବା ପ୍ରଦାନକାରୀ ସଂସ୍ଥା ଆକ୍ସେଞ୍ଚରର ଅତ୍ୟାଧୁନିକ ବୈଷୟିକ ଗବେଷଣା କେନ୍ଦ୍ରକୁମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରେ ଉଦଘାଟନ କରିଛନ୍ତି । ଆକ୍ସେଞ୍ଚର ହେଉଛି ବିଶ୍ଵର ଅନ୍ୟତମ ଅଗ୍ରଣୀ ବୃତ୍ତିଗତ ସେବା କମ୍ପାନୀ,ଭାରତରେ ୩ଲକ୍ଷରୁ ଊର୍ଦ୍ଧ୍ଵକର୍ମଚାରୀକାର୍ଯ୍ୟ କରୁଥିବାବେଳେ ସମଗ୍ର ବିଶ୍ଵରେ ପାଖାପାଖି ୭,୪୩,୦୦୦ କର୍ମଚାରୀ ଏହି ସଂସ୍ଥାରେ କାର୍ଯ୍ୟରତ। ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ବିଗତ ତିନି ଦଶନ୍ଧି ଧରି ଏହି ସଂସ୍ଥା ନିଯୁକ୍ତି ତଥାନିବେଶ କ୍ଷେତ୍ରରେ ଏକ ଅଗ୍ରଣୀ ଅନୁଷ୍ଠାନ। ଓଡ଼ିଶାରେ ଆକ୍ସେଞ୍ଚରର ପ୍ରତିଷ୍ଠା ଫଳରେ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ହେବା ସଙ୍ଗେ ସଙ୍ଗେ ଓଡ଼ିଶା ସମଗ୍ର ଭାରତରେ ନିଜର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିବ । ଏହି କେନ୍ଦ୍ରକୁ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଲେ, “ଓଡ଼ିଶା ବର୍ଷ-ବର୍ଷ ଧରି ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରି ଚାଲିଛି,ଆକ୍ସେଞ୍ଚର ଓଡ଼ିଶାର ପ୍ରଗତି ଯାତ୍ରାରଆଉ ଏକ ସଫଳ କାହାଣୀ”।…
ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟରେ ଏକ ବଡ ନିଷ୍ପତି ଗ୍ରହଣ କରାଯାଇଛି। ତାହା ହେଲା ରାଜ୍ୟର ନୂତନ ସହାୟତା ପ୍ରାପ୍ତ ଅଣ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ସଂସ୍କୃତ ଟୋଲ ଯୋଗ୍ୟ କର୍ମଚାରୀଙ୍କୁ ସପ୍ତମ ବେତନ କମିଶନ ହାରରେ ଦରମା ଦିଆଯିବ। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନିଷ୍ପତି ନିଆଯାଇଛି। ଏହାଦ୍ବାରା ରାଜ୍ୟର ନୂତନ ସହାୟତା ପ୍ରାପ୍ତ 627 ଟି ଉଚ୍ଚ ବିଦ୍ୟାଳୟ ଏବଂ 39ଟି ସଂସ୍କୃତ ଟୋଲ ର ଶିକ୍ଷକ ଉପକୃତ ହେବେ। ଏଥିରେ 7796 ଜଣ ଶିକ୍ଷକ ଏବଂ ଅଣଶିକ୍ଷକ ଏହି ବର୍ଦ୍ଧିତ ଦରମା ପାଇବେ।
ଭୁବନେଶ୍ବର: ଆଜି ରାଜ୍ୟ ସରକାର ଓଡିଶାର ଲୋକପ୍ରିୟ ଯୋଜନା କାଳିଆ କୁ ଆଉ ତିନି ବର୍ଷ ପାଇଁ ବୃଦ୍ଧି କରିଛନ୍ତି। ଆଜି ରାଜ୍ୟ କ୍ୟାବିନେଟରେ ଏହାକୁ ଅନୁମୋଦନ ମିଳିଛି। ଫଳରେ ୨୦୨୫-୨୬-୨୭ ମସିହା ପର୍ଯ୍ୟନ୍ତ ଏହି ଯୋଜନା ଚାଲୁ ରହିବ। ଚାଷୀମାନେ ଯେପରି ବାର୍ଷିକ ୧୨୫୦୦ ଟଙ୍କା ଦୁଇଟି କିସ୍ତିରେ ପାଉଥିଲେ ତାହା ଆଉ ତିନି ବର୍ଷ ଦିଆଯିବ। ଏଥିପାଇଁ ରାଜ୍ୟ ରାଜକୋଷରୁ ୬ ହଜାର ୨୯ କୋଟି ୭୦ ଲକ୍ଷ ଟଙ୍କା ବ୍ୟୟ ହେବ। ଏହାକୁ ଆଜି ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି। ଆଜି ରାଜ୍ୟ କ୍ୟାବିନେଟର ୭୪ ତମ ବୈଠକ ଲୋକ ସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ସଂପର୍କରେ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ଏବଂ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ…
ଭୁବନେଶ୍ବର: ରାଜ୍ୟର ଯୁବଗୋଷ୍ଠୀଙ୍କୁ ସ୍ଵତନ୍ତ୍ର ଯୁବ ଉଦ୍ୟମୀରେ ପରିଣତ କରିବା ପାଇଁ ଓଡିଶା ରାଜ୍ୟ ସରକାରଙ୍କ ଦ୍ଵାରା ଆରମ୍ଭ ହୋଇଥିବା ‘ସ୍ଵୟମ୍’ ଯୋଜନାକୁ କାର୍ୟ୍ୟକ୍ଷମ କରିବା ନିମନ୍ତେ ରାଜ୍ୟ ସରକାର ଓ କ୍ରେଡିଟ୍ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ ଫର ମାଇକ୍ରୋ ଆଣ୍ଡ ସ୍ମଲ୍ ଏଣ୍ଟରପ୍ରାଇଜେସ୍ (CGTMSE) କର୍ତ୍ତୃପକ୍ଷଙ୍କ ସହ ଏକ ବୁଝାମଣା ପତ୍ର ଆଜି ଲୋକସେବା ଭବନ ସ୍ଥିତ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ସ୍ଵାକ୍ଷର ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଅଧ୍ୟକ୍ଷତା କରିଥିଲେ ଏବଂ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଜି. ମାଥିଭାଥାନନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ, ଅର୍ଥ ବିଭାଗ ପ୍ରମୁଖ ଶାସନ…
ଭୁବନେଶ୍ଚର: ଚଳିତ ଫେବୃୟାରୀ ୨୮ ରୁ ଆଗାମୀ ମାର୍ଚ୍ଚ ୨ ତାରିଖ ମଧ୍ୟରେ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ଓ ମୟୂରଭଂଜ, କେନ୍ଦୁଝର, ବ୍ରହ୍ମପୁର, ଭୁବନେଶ୍ୱର,କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ସେହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି ସଂପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂ, ସଂପୃକ୍ତ ବିଭିନ୍ନ ବିଭାଗର ଶାସନ ସଚିବ, ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଡଙ୍ଗୀଙ୍କ ସମେତ ରାଜ୍ୟ ପୁଲିସର ବରିଷ୍ଠ ପଦାଧିକାରୀ ,ସଂପୃକ୍ତ ବିଭିନ୍ନ ବିଭାଗର ପଦାଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ରାଜ୍ୟ ଗୃହ ବିଭାଗର ସ୍ୱତନ୍ତ୍ର ଶାସନ…
ଭୁବନେଶ୍ବର: ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡିଶାର ତିନୋଟି ଲୋକସଭା କ୍ଷେତ୍ରରେ ପ୍ରଚାର କରି ନୂଆଦିଲ୍ଲୀ ଫେରିଯାଇଛନ୍ତି। ସେ ନବରଙ୍ଗପୁର, ବ୍ରହ୍ମପୁର ଓ ମୟୁରଭଞ୍ଜ ରେ ଜନସମାବେଶକୁ ଉଦବୋଧନ ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ବିଜେପି ଶିବିର ବେଶ ଉତ୍ସାହିତ ହୋଇପଡିଛି। ହେଲେ ଦୁଃଖର କଥା ରାଜନାଥ କୌଣସି ସଭାରେ ନବୀନ ପଟ୍ଟନାୟକଙ୍କୁ ବିରୋଧ କିଛି କହିଲେ ନାହିଁ। ଏପରିକି ରାଜ୍ୟର ବିଜେଡି ସରକାରକୁ ମଧ୍ୟ ସମାଲୋଚନା କଲେ ନାହିଁ। କେବଳ ଏତିକି କହିଲେ ଯେ, ଓଡିଶାରେ ଡବଲ ଇଂଜିନି ସରକାର ହେବ। ଓଡିଶାର ବିକାଶ ହେବ। ହେଲେ ରାଜ୍ୟ ବିଜେପି ନେତା ଯେଉଁ ଆଶା ବାନ୍ଧି ବସିଥିଲେ ତାହା ଫସର ଫାଟିଗଲା। ରାଜନାଥ ସବୁ ସଭାରେ କେବଳ ମୋଦି ସରକାର କଣ କରିଛନ୍ତି ତାହାର ହିସାବ ଲୋକଙ୍କ ଆଗରେ ଉପସ୍ଥାପିତ କଲେ। ମୋଦି ଗ୍ୟାରେଣ୍ଟି ଆଜି କିପରି ଘରେ ଘରେ ପହଞ୍ଚି ପାରିଛି ତାହାର ବର୍ଣ୍ଣନା କରିଥିଲେ। ମୋଦିଙ୍କ…
ଭୁବନେଶ୍ବର: ଆଜି 5ଟି ଅଧ୍ୟକ୍ଷ ତଥା ଆମ ଓଡିଶା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଗଂଜାମ ଗସ୍ତ ବେଳେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ତାହା ହେଲା ସେ ସଭାକୁ ଯିବା ବେଳେ ତାଙ୍କ ଉପରକୁ କେହି ଜଣେ ଟମାଟୋ ମାରିଛି। ବେଳଗୁଣ୍ଠାଠାରେ ଆୟୋଜିତ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମକୁ ଯିବା ବେଳେ ଏହି ଟମାଟୋ ମାଡ କରାଯାଇଛି। ତେବେ ସେଠାରେ ଉପସ୍ଥିତ ଥିବା ବିଜେଡି କର୍ମି ସେ ବ୍ୟକ୍ତିଙ୍କୁ ଧରି ପୋଲିସ ଜିମା ଦେଇଛନ୍ତି। ପୋଲିସ ତାଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ତେବେ ସେ ଜଣେ କଂଗ୍ରେସ କର୍ମି ବୋଲି ଜଣାପଡିଛି। ଏହି ଘଟଣା ପରେ ମଧ୍ୟ ସତସାହସ କରି ସଭା କରିଥିଲେ କାର୍ତ୍ତିକ ପାଣ୍ଡିଆନ। ସେଠାରେ ଉପସ୍ଥିତ ଥିବା ହଜାର ହଜାର ଲୋକଙ୍କୁ ସେ ତାଙ୍କର ଶୈଳୀରେ ସମ୍ବୋଧିତ କରିଥିଲେ। ତେବେ ସେ ସେଠାରେ କହିଥିଲେ ଯେ, ମୋତେ ଟମାଟୋ ମାର, ଚପଲ ମାର,…
ଭୁବନେଶ୍ବର: ଆଜି 5ଟି ତଥା ଆମ ଓଡିଶା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଉପରକୁ ଜଣେ ବ୍ୟକ୍ତି ଟମାଟୋ ମାଡ କରିଛି। ଆଜି ପାଣ୍ଡିଆନ ଗଂଜାମ ଜିଲ୍ଲା ବେଲଗୁଣ୍ଠା ଗସ୍ତ ବେଳେ ଏହି ଘଟଣା ଘଟିଛି। ଲୋକଟି ଟମାଟୋ ଫିଙ୍ଗି ପଳାଇଯାଉଥିବା ବେଳେ ସେଠାରେ ଉପସ୍ଥିତ ଲୋକେ ତାକୁ କାବୁ କରିଥିଲେ। ପରେ ପୋଲିସ ତାଙ୍କୁ କବଜା କରିଥିଲା। ତେବେ ଏହି ଘଟଣା ପରେ ମଧ୍ୟ ପାଣ୍ଡିଆନ ସେହି କାର୍ଯ୍ୟକ୍ରମକୁ ବାତିଲ କରି ନ ଥିଲେ। ସେ ସେଠାରେ ଉପସ୍ଥିତ ଲୋକଙ୍କୁ ଭାଷଣ ପ୍ରଦାନ କରିଥିଲେ। ସେ କହିଥିଲେ ଯେ, ମୋ ଉପରକୁ ଟମାଟୋ ଫିଙ୍ଗ, ଚପଲ ଫିଙ୍ଗ, ଗୁଳି ମାର ମୁଁ କେବେ ଅଟକିବି ନାହିଁ। ମୁଁ ଆପଣମାନଙ୍କୁ ଦେଖାକରିବାକୁ ଆସିବି। ସମସ୍ୟା ବୁଝିବାକୁ ଆସିବି। ତେବେ ଯେଉଁ ବ୍ୟକ୍ତି ଟମାଟୋ ମାରିଛି ସେ କଂଗ୍ରେସର ଜଣେ କର୍ମି ବୋଲି ଜଣାପଡିଛି।
ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦି ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬୮ ଜଣ ହିନ୍ଦି ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଲୋକସେବା ଭବନସ୍ଥିତ କନ୍ଭୋନସନ ସେଣ୍ଟରରେ ଏକ ନିଯୁକ୍ତି ପର୍ବର ଆୟୋଜନ ସହିତ ଦିଗ୍ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ନୂତନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ। ଛାତ୍ରଛାତ୍ରୀଙ୍କୁ ବଡ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ। ପିଲାମାନଙ୍କୁ ସେମାନଙ୍କ ସ୍ବପ୍ନ ପୂରଣ ଦିଗରେ ଅନୁପ୍ରାଣିତ କରିବାକୁ ସେ କହିଥିଲେ। ଏହାସହିତ ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରଛାତ୍ରୀଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ। ଏହି ଲକ୍ଷ୍ୟ ନେଇ ଆମର 5T…
ଭୁବନେଶ୍ବର: ବର୍ତ୍ତମାନ କେନ୍ଦ୍ରାପଡା ରାଜନୀତି ଓଡିଶାରେ ବେଶ ଚର୍ଚ୍ଚା ଚାଲିଛି। କାରଣ ନିକଟରେ ରାଜନଗରର ପୂର୍ବତନ କଂଗ୍ରେସ ବିଧାୟକ ଅଂଶୁମାନ ମହାନ୍ତି ବିଜେଡିରେ ଯୋଗ ଦେବା ପରେ ଏହି ଜିଲ୍ଲା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ପରେ ପରେ ଦଳ ଏହି ଜିଲ୍ଲାର ସଭାପତିଙ୍କୁ ବଦଳାଇବା ସହିତ ସଂଗଠନ ସ୍ତରରେ ଅଦଳବଦଳ କରିଛି। ବର୍ତ୍ତମାନ କେନ୍ଦ୍ରାପଡାକୁ ନେଇ ଯେଉଁ ଚର୍ଚ୍ଚା ଚାଲିଛି ତାହା ହେଲା , ଓଡିଶାର ଏକଦା ଟାଣୁଆ ନେତା ଥିବା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଜେଡିରେ ମିଶିବେ। ବର୍ତ୍ତମାନ ବିଜୟ ମହାପାତ୍ର ରାଜନୀତିରୁ ଏକ ପ୍ରକାରର ଦୂରେଇ ଗଲେଣି। ସେଥିପାଇଁ ସେ ତାଙ୍କ ପୁଅଙ୍କୁ ମଇଦାନକୁ ଆଣିବା ପାଇଁ ଆଗ୍ରହୀ ଅଛନ୍ତି। ତେବେ ପୁଅ ବିଜେପି ରେ ନ ମିଶି ବିଜେଡିରେ ମିଶୁ ବୋଲି କୁଆଡେ ବିଜୟ ଚାହୁଁଛନ୍ତି। ତେବେ ଏ ନେଇ ବିଜେଡି ତରଫରୁ ମଧ୍ୟ ଆଗ୍ରହ ପ୍ରକାଶ ପାଇଛି। ବିଜୟକୁ ହୁଏତ ବିଜେଡି…
ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ଗରମ ପ୍ରବାହ ଆରମ୍ଭ ହୋଇଗଲାଣି। ମାଘ ମାସରେ ଯେପରି ଗରମ ହେଉଛି ସେଥିରୁ ଜଣାପଡିଛି ଯେ, ଗ୍ରୀଷ୍ଣ ଋତୁରେ କଣ ହେବ ପରିସ୍ଥିତି। ତେବେ ଏହି ଗ୍ରୀଷ୍ଣ ପ୍ରବାହ ପୂର୍ବରୁ ରାଜ୍ୟ ସରକାର ଜାରି କରିଛନ୍ତି ପରାମର୍ଶ। ରାଜ୍ୟରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ, ଅଫିସ ଏବଂ ଜନସାଧାରଣ ତାହାକୁ ପାଳନ କରିବା ପାଇଁ ନିବେଦନ କରାଯାଇଛି। ସେଗୁଡିକ ହେଲା.. ଗ୍ରୀଷ୍ମ ପ୍ରବାହ ଜନିତ ରୋଗ ଓ କ୍ଷୟକ୍ଷତି ରୋକିବା ପାଇଁ ଜନସଚେତନତା ହେଉଛି ଚାବିକାଠି । ତେଣୁ ଗ୍ରୀଷ୍ମ ପ୍ରବାହ ଜନିତ ବିପଦ ସମ୍ପର୍କରେ ଲୋକଙ୍କୁ ସଚେତନ କରାଇବା, ବିପଦ ଚିହ୍ନଟ କରିବା, ଉକ୍ତ ବିପଦରୁ ମଣିଷ ଓ ପଶୁପକ୍ଷୀଙ୍କୁ ରକ୍ଷା କରିବା ପାଇଁ ‘କ’ଣ ଓ କ’ଣ କରିବେ ନାହିଁ’ ଏବଂ ଯଦି କେହି ପ୍ରଭାବିତ ହୁଅନ୍ତି ତେବେ କ’ଣ କରିବେ ସେ ନେଇ ତୁରନ୍ତ ସଚେତନତା ଅଭିଯାନ ଆରମ୍ଭ କରାଯାଇପାରିବ। ନାଗରିକ ସମାଜ ସଂଗଠନଗୁଡ଼ିକ…
ବାଣପୁର( ସୀତାରାମ ଅଗ୍ରୱାଲ): ବାଣପୁର ଥାନା ହାତୀବାରି ଗ୍ରାମରେ ଅଗ୍ନିକାଣ୍ଡ ଦୁଇ ବଖରା ଘର ଜଳି ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ମୁତାବକ ବାଣପୁର ବ୍ଲକ ନୀଳାଦ୍ରିପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ହାତିବାରୀ ଗ୍ରାମରେ ଆଜି ଅପରାହ୍ନରେ ତ୍ରିନାଥ ଶବରଙ୍କ ପରିବାରବର୍ଗ ରୋଷେଇ କରୁଥିବା ବେଳେ ହଠାତ ଚାଳ ଘରେ ନିଆଁ ଧରିଦେଇଥିଲା। ଫଳରେ ତ୍ରିନାଥଙ୍କ ଏକ ବଖରା ଚାଳ ଘର ଏବଂ ପଡୋଶୀ ଶରତ ଶବରଙ୍କ ଏକ ବଖରା ଚାଳ ଘର ଓ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ବାଣପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ଉଭୟ ପରିବାର ଅତି ଗରିବ ଶ୍ରେଣୀର ହୋଇଥିବାବେଳେ ତୁରନ୍ତ ସରକାରୀ ସାହାଯ୍ୟପାଇଁ ସାଧାରଣରେ ଦାବି ହେଉଛି।
ଭୁବନେଶ୍ୱର: ପ୍ରଦୀପ ପାଣିଗ୍ରାହୀ ହେଉଛନ୍ତି ଏମିତି ଜଣେ ଜନବିରୋଧୀ ନେତା ଯିଏ ନିଜ ଜ୍ୱାଇଁ ଆକାଶ ପାଠକ ଏବଂ ସମୁଦି ତଥା ପୂର୍ବତନ ଆଇଏଫଏସ ଅଧିକାରୀ ଅଭୟ ପାଠକ ସହ ମିଶି ଷଡଯନ୍ତ୍ର କରି, ଚାକିରୀ ଦେବା ନାଁରେ ନିଜ ନିର୍ବାଚନମଣ୍ଡଳୀର ଗରିବ ସାଧାରଣ ଲୋକ ଓ ବେକାର ଯୁବକଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କାର ଠକେଇ କରିଥିଲେ। ଏଭଳି ଜଣେ ନେତାଙ୍କୁ ଆଜି ବିଜେପି କୋଳେଇ ନେଇ ତାହାର ଅସଲ ଚେହେରା ଦେଖାଇଛି ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଶ୍ରୀମତୀ ଇପ୍ସିତା ସାହୁ। ଆଜି ସାମ୍ବାଦିକମାନଙ୍କୁ ବିଜେଡି ପ୍ରବକ୍ତା ଶ୍ରୀମତୀ ସାହୁ କହିଛନ୍ତି ଯେ ଭାବୀ ଜ୍ୱାଇଁକୁ ଟାଟା ମୋଟର୍ସର ଏମଡି ଦର୍ଶାଇ ନିଜ ନିର୍ବାଚନ ମଣ୍ଡଳୀର ବେକାର ଗରିବ ଯୁବକଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଆଦାୟ କରି ଠକିଥିଲେ। ଠକେଇ ମାମଲା ଧରା ପଡିବା ପରେ ପ୍ରଦୀପ ପାଣିଗ୍ରାହୀଙ୍କ ସମେତ ପାଠକ ବାପା-ପୁଅ ଗିରଫ ହୋଇଥିଲେ ଏବଂ…
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍ ରାଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ। ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍ ଆମର ଜୀବନ ଯାତ୍ରାକୁ ସହଜ କରିବ। ଆଜି ୫ଟି ଜିଲ୍ଲାର ୧୦୫୭ଟି ପଞ୍ଚାୟତରେ ୨୫୫ଟି ବସ୍ ଚାଲିଲା ଏବଂ ଏହା ଦ୍ୱାରା ୭୧ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ। ବାଲେଶ୍ୱର ଜିଲ୍ଲାର ୩୧୫ଟି ପଞ୍ଚାୟତରେ ୪୮ଟି ବସ୍ ଚାଲିଲା ଓ ୨୦ଲକ୍ଷ ୪୨ ହଜାର ଲୋକ ଉପକୃତ ହେଲେ। ନୂଆପଡାର ୧୨୩ଟି ପଞ୍ଚାୟତରେ ୨୫ଟି ବସ୍ ଚାଲିଲା…

