ଭୁବନେଶ୍ୱର : ପ୍ରଶାନ୍ତ ଜଗଦେବ ଯିଏ କି ମାତାଲ ଅବସ୍ଥାରେ ବିଜେପି କର୍ମୀଙ୍କ ଉପରେ ଗାଡି ଚଢାଇ ମାରିବାକୁ ଉଦ୍ୟମ କରିବା ସହ ୨ଟି ଅପରାଧିକ ମାମଲାରେ ଜେଲ ଯାଇଥିଲେ ଏବଂ ଯାହାଙ୍କ ବିରୁଦ୍ଧରେ ଓଡିଶା ବିଜେପିର ନେତା ଓ କର୍ମୀ ଗଳାଫଟାଇ ଚିତ୍କାର କରୁଥିଲେ, ଆଜି କିଭଳି ତାଙ୍କ ଗଳାରେ ଦଳୀୟ ଉତ୍ତରୀୟ ପକାଇ ସ୍ୱାଗତ କଲେ? ଯେଉଁ ଓଡିଶା ବିଜେପିର କର୍ମୀଙ୍କୁ ଗଳା ଧକ୍କା ମାରି ପ୍ରଶାନ୍ତ ଜଗଦେବ ଲହୁଲୁହାଣ କରିଥିଲେ ବୋଲି ଦଳୀୟ ନେତା ଓ କର୍ମୀ ପ୍ରତିବାଦ କରୁଥିଲେ, ଆଜି କିଭଳି ତାଙ୍କ ପିଠି ଥାପୁଡାଇଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ୍ ମହାନ୍ତି। ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଡକ୍ଟର ମହାନ୍ତି କହିଛନ୍ତି ଯେ ଉଭୟ ଅପରାଧିକ କାର୍ଯ୍ୟକଳାପକୁ ବେଶ ଗୁରୁତ୍ୱର ସହ ଗ୍ରହଣ କରି ବିଜୁ ଜନତା ଦଳ ପ୍ରଶାନ୍ତ ଜଗଦେବଙ୍କୁ ଦଳରୁ ନିଲମ୍ବନ କରିବା ସହ…
Author: Samikhsya Bureau
ଭୁବନେଶ୍ୱର: ଯାଜପୁର ଜିଲ୍ଲାର କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀ ସବୁବେଳେ ଚର୍ଚ୍ଚାରେ ରହିଥାଏ। କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଣ କଂଗ୍ରେସ ପ୍ରାର୍ଥୀଙ୍କୁ ବିଜୟୀ କରାଇଥାଏ। ସେଠାରୁ ୧୯୮୫ ରେ କଂଗ୍ରେସ ପ୍ରାର୍ଥୀ ଓ ୨୦୦୪ ରେ ବିଜେପି ପ୍ରାର୍ଥୀ ଥରେ ଲେଖାଏଁ ବିଜୟୀ ହୋଇଛନ୍ତି। ସେହିପରି ୨୦୦୯ ପରଠାରୁ ୨୦୧୯ ପର୍ଯ୍ୟନ୍ତ ବିଜେଡିର ପ୍ରାର୍ଥୀମାନେ ବିଜୟୀ ହୋଇ ଆସୁଛନ୍ତି। ୧୯୭୪ ମସିହାରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀ ଗଠିତ ହେବା ପରଠାରୁ ୨୦୦୦ ପର୍ଯ୍ୟନ୍ତ ୬ ଥର ଅଶୋକ ଦାସ ଅଣ କଂଗ୍ରେସ ପ୍ରାର୍ଥୀ ଭାବରେ ବିଜୟୀ ହୋଇଛନ୍ତି। କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି କୌଣସି ପ୍ରାର୍ଥୀଙ୍କୁ ଦ୍ୱିତୀୟ ଥର ପାଇଁ ନିର୍ବାଚନ ଲଢ଼ିବାର ସୁଯୋଗ ଦେଇନାହିଁ। ୨୦୦୯ରେ ପ୍ରୀତିରଞ୍ଜନ ଘଡ଼ାଇ ଏଠାରୁ ବିଜେଡି ପ୍ରାର୍ଥୀଭାବେ ବିଜୟୀ ହୋଇଥିବାବେଳେ ୨୦୧୪ରେ ଆକାଶ ଦାସ ନାୟକ ଓ ୨୦୧୯ରେ ଅଶୋକ ବଳ ବିଜୟୀ ହୋଇଛନ୍ତି। ଆଗାମୀ ନିର୍ବାଚନରେ ବିଧାୟକ ଅଶୋକ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ। ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଅଙ୍ଗନବାଡି କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ। ଏହି ନୂତନ ଘୋଷଣା ଅନୁଯାୟୀ,…
ବାଣପୁର( ସୀତାରାମ ଅଗ୍ରୱାଲ): ଚଳିତ ୨୧ ତାରିଖ ଦିନ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଶାଳିଆ ଡ୍ୟାମ ନିକଟରୁ ଅନ୍ନପୂର୍ଣ୍ଣା ଅର୍ଥ ଲଗାଣକାରି ସଂସ୍ଥା କର୍ମଚାରୀଙ୍କ ଠାରୁ ୭,୫୨,୨୫୦ ଟଙ୍କା ଦୁର୍ବୁର୍ତ୍ତ ମାନେ ଲୁଟି ଫେରାର ହୋଇଯାଇଥିଲେ। ତେବେ ଉକ୍ତ ଲୁଟ ଘଟଣାର ପର୍ଦାଫାଶ କରିଛି ବାଣପୁର ପୋଲିସ l ଏ ନେଇ ଆଜି ଅପରାହ୍ନରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେନ୍ଦ୍ରନାଥ ମୁର୍ମୁ। ଉକ୍ତ ଲୁଟ ଘଟଣାରେ ଦୁଇ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି l ଅଭିଯୁକ୍ତ ଦ୍ବୟ ହେଲେ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା କୁମାରିପାରି ଗ୍ରାମର ଶାନ୍ତନୁ ତାରେଣି(୨୩) ଏବଂ ବାଣପୁର ଥାନା ଶାଳିଆଡ୍ୟାମ ନିକଟସ୍ଥ ପଣସଡିହ ଗ୍ରାମର ନିରଞ୍ଜନ ଶବର(୩୦) l ସେମାନଙ୍କ ନିକଟରୁ ୨,୪୭,୫୦୦ ଟଙ୍କା, ମାରଣାସ୍ତ୍ର ଏବଂ ଦୁଇ ଗୋଟି ମୋବାଇଲ ଜବତ କରିଛି ପୋଲିସ l ତେବେ ଉକ୍ତ ଲୁଟ ଘଟଣାରେ…
ଭୁବନେଶ୍ବର: ଆଜି ବିଧିବଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି ବାହୁବଳି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ସେ ରାଜ୍ୟ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପ୍ରଭାରୀ, ସାଂସଦ ଅପରାଜିତା ଷଡଙ୍ଗୀ, ବରିଷ୍ଠ ନେତା ପୃଥୀରାଜ ହରିଚନ୍ଦନ ପ୍ରମୁଖଙ୍କ ଉପସ୍ଥିତିରେ ବିଜେପିରେ ଯୋଗ ଦେଇଛନ୍ତି। ତେବେ ଯୋଗଦେବା ପରେ ସେ ବିଜେପିକୁ ଟେକିବା ସହିତ ବିଜେଡିକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ସେ ବିଜୁବାବୁଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ରାଜନୀତିକୁ ଆସିଥିଲି। ସେ ଥିଲେ ଜଣେ ସାହାସୀ ପୁୁରୁଷ। ଏବେ ନରେନ୍ଦ୍ର ମୋଦି ଜଣେ ସାହାସୀ ନେତା। ତେଣୁ ତାଙ୍କ ଆଦର୍ଶରେ ମଧ୍ୟ କାମ କରିବାର ଆଗ୍ରହ ହେଲା। ଆମର ପ୍ରଧାନମନ୍ତ୍ରୀ ମଧ୍ୟ ଜଣେ ଲଢୁଆ ନେତା ବୋଲି ପ୍ରଶାନ୍ତ କହିଛନ୍ତି। ସେହିପରି ସେ ବିଜେଡିକୁ ସମାଲୋଚନା କରି କହିଛନ୍ତି ଯେ, ନବୀନ ଆଉ ସେହି ନବୀନ ହୋଇ ନାହାଁନ୍ତି। ଆମେମାନେ ତାଙ୍କୁ ନେଇ ରାଜନୀତି କରୁଥିଲୁ। ସେ ଆମର ସୁରକ୍ଷା ଦେଉଥିଲେ। ହେଲେ ବର୍ତ୍ତମାନ…
ଭୁବନେଶ୍ବର: ଓଡ଼ିଶା ରାଜ୍ୟ ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀମାନଙ୍କୁ ସେମାନଙ୍କ ସମ୍ପର୍କରେ ସବିଶେଷ ସଂକ୍ଷିପ୍ତ ତଥ୍ୟ(ପ୍ରୋଫାଇଲ୍ ଡାଟା) ଏଚ୍ଆରଏମ୍ଏସ୍ ପୋର୍ଟାଲରେ ଆବେଦନ ଅଦ୍ୟତନ(ଅପଡେସନ) କରିବା କାର୍ଯ୍ୟ ଆଗାମୀ ୨୦୨୪ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି କାର୍ଯ୍ୟ ଗତ ଫେବୃୟାରୀ ୧୫ ତାରିଖ ସୁଦ୍ଧା ଶେଷ କରିବାକୁ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏ ସଂପର୍କରେ କର୍ମଚାରୀମାନେ ସେମାନଙ୍କର ତଥ୍ୟ ଏଚ୍ଆରଏମ୍ଏସ୍ ପୋର୍ଟାଲରେ ଆବେଦନ କରି ନିଜ ନିଜର ସଂସ୍ଥାର ପ୍ରତିଷ୍ଠାନ (ଏଷ୍ଟାବ୍ଲିସ୍ମେଣ୍ଟ) ଅଧିକାରୀ/ ଅର୍ଥ ଉଠାଣ ଓ ବିତରଣ ଅଧିକାରୀ (ଡିଡିଓ) କିମ୍ବା ପ୍ରାଧୀକୃତ ଅଧିକାରୀଙ୍କ ଜରିଆରେ ଏହାକୁ ବୈଧ କରିବାକୁ ବିଭାଗ ତରଫରୁ ଜଣାଇ ଦିଆଯାଇଥିଲା। ଏହି ବ୍ୟବସ୍ଥାରେ ଆଜି ସୁଦ୍ଧା ପ୍ରାୟ ୩.୩ ଲକ୍ଷ କର୍ମଚାରୀ ସେମାନଙ୍କ ତଥ୍ୟ ଅଦ୍ୟତନ କରିଛନ୍ତି, ଯାହା ଉତ୍ସାହଜନକ ବୋଲି ବିଭାଗ ତରଫରୁ…
ଭୁବନେଶ୍ବର: ଶେଷରେ ବିଜେପିରେ ମିଶିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଆଜି ସେ ବିଜେପି କାର୍ଯ୍ୟାଳୟରେ ପହଞ୍ଚି ଦଳରେ ସାମିଲ ହୋଇଛନ୍ତି। ଓଡିଶା ବିଜେପିର ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି ତାଙ୍କୁ ଉତ୍ତରୀୟ ପିନ୍ଧାଇ ଦଳରେ ସାମଲ କରାଇଥିଲେ। ସେହିପରି ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ତାଙ୍କୁ ଦଳିୟ ଟୋପି ପିନ୍ଧାଇଥିଲେ। ଏହି ମିଶ୍ରଣ ପର୍ବରେ ଖୋର୍ଦ୍ଧା ଜିଲ୍ଲାର ବହୁ ବିଜେଡି କର୍ମି ମଧ୍ୟ ସାମିଲ ହୋଇଥିଲେ। ଏହି ସମାରୋହରେ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି, ବରିଷ୍ଠ ନେତା ପୃଥୀରାଜ ହରିଚନ୍ଦନ, ଭୃଗୁ ବକ୍ସିପାତ୍ର ପ୍ରମୁଖ ଯୋଗଦେଇଥିଲେ। ତାଙ୍କର ଯୋଗଦାନ ଖୋର୍ଦ୍ଧା ଜିଲ୍ଲାର ସଂଗଠନ ବେଶ ମଜବୁତ ହେବ ବୋଲି ଅପରାଜିତା କହିଛନ୍ତି।
ଭୁବନେଶ୍ବର: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ। ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି। ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ- – ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ – ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ CMD – ଶ୍ରୀ ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ, – ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଶ୍ରୀ ଦିବ୍ୟସିଂହ ଦେବ ଙ୍କ ପ୍ରତିନିଧି – ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି…
ଭୁବନେଶ୍ବର: ଓଡିଶା ଗସ୍ତରେ ପୁଣି ଥରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ଆଜି ବିଜେପି ସହ ପ୍ରଭାରୀ ପ୍ରଭାରୀ ଲତା ଉସେଣ୍ଡି। ଭୁବନେଶ୍ବରରେ ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଆସିବା ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ ହୋଇସାରିଛି। ସେହି ଅନୁସାରେ ସେ ଆସନ୍ତା ପାଞ୍ଚ ତାରିଖରେ ଓଡିଶା ଆସିବେ। ଏହି ଦିନିକିଆ ଗସ୍ତରେ ସେ ଚଣ୍ଡିଖୋଲର ଆୟୋଜିତ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିରେ ମୋଦି କେତେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହିତ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି। ସେହିପରି ସେ ଏକ ଦଳିୟ ସଭାରେ ମଧ୍ୟ ଯୋଗ ଦେଇ ଜନସାଧାରଣଙ୍କୁ ଉଦବୋଧନ ଦେବେ। ଗତ ଫେବୃୟାରୀ 10 ତାରିଖରେ ମୋଦି ଓଡିଶା ଗସ୍ତରେ ଆସି ସମ୍ବଲପୁରରେ ଉଦବୋଧନ ଦେଇଥିଲେ।
ଭୁବନେଶ୍ବର: ଶେଷରେ ଆଜି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ସାମିଲ ହେବେ। ଏ ନେଇ ବିଜେପି କାର୍ଯ୍ୟାଳୟ ତରଫରୁ ପ୍ରସ୍ତୁତି କରାଯାଇଛି। ସେ ମଧ୍ୟାହ୍ନରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗଦେବେ। ବିଜେଡି ତାଙ୍କୁ ପୁଣି ଥରେ ଟିକେଟ ଦେବ ନାହିଁ ବୋଲି ଜାଣିବା ପରେ ଜଗଦ୍ଦେବ ବିଜେପିରେ ସାମିଲ ହେବା ପାଇଁ ନିଷ୍ପତି କରିଥିଲେ। ହେଲେ କୌଣସି କାରଣରୁ ତାହା ସମ୍ଭବ ହୋଇପାରି ନ ଥିଲା। ସେ ବିଜେପିରେ ମିଶିବା ପରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳିରୁ ପ୍ରାର୍ଥୀ ହେବେ ବୋଲି ଜଣାପଡିଛି।
ଭୁବନେଶ୍ବର: ଆଇଏଏସ ସ୍ତରରେ ବୁଧବାର ଦିନ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏଥିରେ ତିନିଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ବାଲେଶ୍ଵର, ମୟୂରଭଞ୍ଜ ଏବଂ ପୁରୀ ଜିଲ୍ଲା। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗତକାଲି ଏକ ବିଜ୍ଞପ୍ତି ଜାରି କରାଯାଇଛି। ସେହି ଅନୁସାରେ ପୁରୀ ଜିଲ୍ଲାପାଳ ବିଜୟ କୁମାର ଦାସଙ୍କୁ କଟକ ମହାନଗର ନିଗମର ନୂଆ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି କଟକ ମହାନଗର ନିଗମର କମିଶନର ଥିବା ସିଦ୍ଧାର୍ଥ ଶଙ୍କର ସ୍ଵାଇଁଙ୍କୁ ପୁରୀ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ଏହା ସହିତ ବାଲେଶ୍ଵର ଜିଲ୍ଲାପାଳ ଥିବା ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ମୟୂରଭଞ୍ଜ ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲାପାଳ ଥିବା ଆଶିଷ ଠାକରେଙ୍କୁ ବାଲେଶ୍ଵର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।
ଭୁବନେଶ୍ବର: ବର୍ତ୍ତମାନ ଟିକେଟ ରାଜନୀତିରେ ସତ୍ୟବାଦୀ ନିର୍ବାଚନ ମଣ୍ଡଳି ଏକ ବଡ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। କାରଣ ଏହି ନିର୍ବାଚନ ମଣ୍ଡଳିରୁ ଟାଣୁଆ ନେତା ସଂଜୟ ଦାସ ବର୍ମା ଛିଡା ହେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି। ହେଲେ ସେଠାରୁ ବିଧାୟକ ଉମା ସାମନ୍ତରାୟ ହଟିବାକୁ ନାରାଜ। ସଂଜୟ ବିଭିନ୍ନ କର୍ମି ସମ୍ମିଳନୀରେ ସେ ଏଥର ସତ୍ୟବାଦୀରୁ ଲଢେଇ କରିବାକୁ ଯାଉଛନ୍ତି ବୋଲି ଘୋଷଣା କରିଛନ୍ତି। ଯାହାକୁ ନେଇ ଉତକ୍ଷିପ୍ତ ହୋଇପଡିଛନ୍ତି ଉମା। ତାହାକୁ ବିରୋଧ କରିବାକୁ ଯାଇ ଉମା ପୁଣି କର୍ମିି ସମ୍ମିଳନୀ କରି ନିଜେ ଛିଡା ହେଉଛନ୍ତି ବୋଲି ଘୋଷଣା କରିଛନ୍ତି। ଏହାକୁ ନେଇ ବର୍ତ୍ତମାନ ଉଭୟଙ୍କ ମଧ୍ୟରେ ଆରମ୍ଭ ହୋଇଯାଇଛି ଯୁଦ୍ଧ। ତେବେ ଗତକାଲି ଉଭୟଙ୍କୁ ନବୀନ ନିବାସରୁ ଡକରା ଆସିଥିଲା। ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟସ୍ଥତାରେ ଉଭୟଙ୍କୁ ବୁଝାଇବାକୁ ଚେଷ୍ଠା କରାଯାଇଥିଲା। ହେଲେ ସେଥିରେ ଉମା କୁଆଡେ ରାଜି ହେଲେ ନାହିଁ। ଫଳରେ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୩୩ଟି ନୂତନ ପ୍ରାଣୀ ସେବା ଯାନ ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧିନରେ ଏହା କାର୍ଯ୍ୟକାରୀ ହୋଇଛି। କଳିଙ୍ଗ ଷ୍ଟାଡିୟମ୍ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହାକୁ ଲୋକାର୍ପିତ କରିଛନ୍ତି। ରାଜ୍ୟ ତଥା ଦେଶର ଅର୍ଥନୀତିରେ ପ୍ରାଣୀ ସମ୍ପଦର ପ୍ରମୁଖ ଯୋଗଦାନ ସର୍ବଦା ରହିଆସିଛି। କୃଷକମାନଙ୍କ ଆୟବୃଦ୍ଧି ଦିଗରେ ପ୍ରାଣୀପାଳନ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ। ରାଜ୍ୟ ସରକାର କୃଷକମାନଙ୍କ ଆୟବୃଦ୍ଧି କରି ସେମାନଙ୍କର ଜୀବନ ଧାରଣ ମାନରେ ଉନ୍ନତି ଆଣିବା ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ଏ ଦିଗରେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। ପ୍ରାଣୀ ସମ୍ପଦ କ୍ଷେତ୍ରକୁ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ଉଦ୍ୟୋଗୀ ମାନଙ୍କର ପ୍ରଗତିର କ୍ଷେତ୍ର ଭାବରେ ଚିହ୍ନଟ କରିଛନ୍ତି। ପ୍ରାଣୀ ସମ୍ପଦର ସୁରକ୍ଷା…
ଭୁବନେଶ୍ବର: ପୁଣି ଥରେ ବିଜେପିକୁ ଫେରିବେ କି ବିଜେଡି ବିଧାୟକ ଅରବିନ୍ଦ ଢାଲି। ଏ ନେଇ ଜୟଦେବ ନିର୍ବାଚନ ମଣ୍ଡଳିରେ ଚାଲିଛି ଚର୍ଚ୍ଚା। ତେବେ ଏ ସଂପର୍କରେ କେହି କିଛି କହି ନ ଥିଲେ ମଧ୍ୟ ଏହି ଚର୍ଚ୍ଚା ନିର୍ବାଚନ ମଣ୍ଡଳି ପାରି ହୋଇ ଭୁବନେଶ୍ବରରେ ପହଞ୍ଚି ସାରିଲାଣି। ଯାହାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ବବାଚୀ ସୃଷ୍ଟି ହେବାରେ ଲାଗିଛି। ଅରବିନ୍ଦ ଢାଲି କଣ ପାଇଁ ବିଜେପିକୁ ପୁଣି ଥରେ ଆସିବେ ସେ ନେଇ ଅନେକ କିଛି କଳ୍ପନା ଜଳ୍ପନା ପ୍ରକାଶ ପାଇବାରେ ଲାଗିଛି। ବଡ କଥା ହେଲା ଯେ ଅରବିନ୍ଦ ଢାଲି ନିଶ୍ଚିତ ହୋଇ ସାରିଲେଣି ଯେ, ତାଙ୍କୁ ବିଜେଡି ଏଥର ଆଉ ଟିକେଟ ଦେବ ନାହିଁ। ମୁଖ୍ୟତଃ ବୟସ ଗୋଟିଏ ବଡ ବାଧକ ବୋଲି କୁହାଯାଉଛି। ଏଥିସହିତ ସେ ତାଙ୍କ ନିର୍ବାଚନ ମଣ୍ଡଳିରେ ମଧ୍ୟ ସକ୍ରିୟ ନାହାଁନ୍ତି ବୋଲି ରହିଛି ଅଭିଯୋଗ। ଜୟଦେବ ନିର୍ବାଚନ ମଣ୍ଡଳିରେ କେତେକ ନେତାଙ୍କ…
ଭୁବନେଶ୍ବର: ଆଜି ଜାତୀୟ ବିଜ୍ଞାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର, ରାୟଗଡାରେ ପ୍ଲାନେଟୋରିୟମ, କେନ୍ଦୁଝର ଜିଲ୍ଲା ଘଟଗାଁରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ଓ ମୟୁରଭଞ୍ଜ ଜିଲ୍ଲା ବାରିପଦାଠାରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ଉଦ୍ଘାଟନ କରିବା ସହିତ କଳାହାଣ୍ଡି, ବୌଦ୍ଧ, କେନ୍ଦ୍ରାପଡା, ଝାରସୁଗୁଡା, ଗଜପତି, ନୂଆପଡା ଓ ଜଗତସିଂହପୁର ଜିଲ୍ଲା ବିଜ୍ଞାନ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜ୍ଞାନ ଓ ବିକାଶ ସମତାଳରେ ଆଗକୁ ବଢିଥାଏ। ବିଜ୍ଞାନ ବିନା ବିକାଶ ଅସମ୍ପୂର୍ଣ୍ଣ । ପ୍ରତିଦିନ ବିଜ୍ଞାନ ଓ ବୈଷୟିକ ଜ୍ଞାନକୌଶଳ ସମାଜର ବିଭିନ୍ନ କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି। ଶିକ୍ଷା କ୍ଷେତ୍ରରେ ଏହାର ବିଶେଷ ଗୁରୁତ୍ୱ ରହିଛି। 5T ସ୍କୁଲ ରୂପାନ୍ତରଣରେ ଆଜି ବୈଷୟିକ ଜ୍ଞାନକୌଶଳକୁ ବ୍ୟବହାର କରି ସ୍ମାର୍ଟ କ୍ଲାସ ରୁମ୍, ଇ- ଲାଇବ୍ରେରୀ, ମଡର୍ଣ୍ଣ…
ଭୁବନେଶ୍ୱର: ବାଇକ୍ ଟ୍ୟାକ୍ସି ଡ୍ରାଇଭର୍ସ ଆସୋସିଏସନ୍ ପକ୍ଷରୁ ମାଷ୍ଟର କ୍ୟାଂଟିନଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହିତ ସହର ଭିତରେ ଶାନ୍ତିପୂର୍ଣ୍ଣ ଭାବେ ବାଇକ୍ ଟ୍ୟାକ୍ସି ଚଳାଚଳ ପାଇଁ ଅନୁମତି ଦେବାକୁ ସରକାରଙ୍କୁ ଅନୁରୋଧ ସଂଘ ପକ୍ଷରୁ କରାଯାଇଥିଲା। ୨୦୨୩ର ଓଡ଼ିଶା ଏଗ୍ରିଗେଟର ଗାଇଡଲାଇନରେ ଦର୍ଶାଯାଇଥିବା ସରକାରଙ୍କ କଟକଣା ଯୋଗୁଁ ଯାତ୍ରୀ ପରିବହନ ପାଇଁ ହ୍ୱାଇଟ୍ ବୋର୍ଡ ଦୁଇ ଚକିଆ ଯାନ ଚଳାଚଳ ଉପରେ କଟକଣା ଲଗାଯାଇଛି। ଏହି ନିଷ୍ପତି କେନ୍ଦ୍ର ସରକାର ଏବଂ ଗୋଆ, ତେଲେଙ୍ଗାନା, ରାଜସ୍ଥାନ ଓ ଉତରପ୍ରଦେଶ ଭଳି ଅନ୍ୟ କେତେକ ରାଜ୍ୟ ଦ୍ୱାରା କାର୍ଯ୍ୟକାରୀ କରାଯାଇଥିବା ନୀତିର ବିପରୀତ ଅଟେ। ସେଠାରେ ଏଗ୍ରିଗ୍ରେଟରକୁ ଅନୁମତି ରହିଛି। ନିକଟରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ୨୦୨୪ ଜାନୁଆରି ୨୨ ତାରିଖରେ ରାଜ୍ୟ ସରକାରଙ୍କୁ ଏକ ପରାମର୍ଶବଳୀ ଜାରି କରାଯାଇଥିଲା। ମୋଟର ଯାନ (ଏମଭି) ଆଇନ, ୧୯୮୮ର ଧାରା ୨(୭) ଅନୁଯାୟୀ ମୋଟରସାଇକେଲ୍ ଚୁକ୍ତିଭିତିକ ଗାଡ଼ିର ସଂଜ୍ଞା…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ୱର ଜିଲ୍ଲାରେ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହିତ ମହାନ ବରପୁତ୍ର ମନ୍ମଥ ଦାସ ଓ ମନୋଜ ଦାସଙ୍କ ସ୍ମୃତି ପୀଠ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଉଭୟ ମନ୍ମଥ ଦାସ ଓ ମନୋଜ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସେମାନଙ୍କର ପ୍ରତିଭା ଓ ଜ୍ଞାନ ବଳରେ ସେମାନେ ସାରା ଦେଶକୁ ଗର୍ବିତ କରିଛନ୍ତି। ଇତିହାସ ଓ ସାହିତ୍ୟ କ୍ଷେତ୍ରରେ ସେମାନଙ୍କ ଅବଦାନ ସେମାନଙ୍କୁ ଅମର କରି ରଖିଛି ବୋଲି ସେ କହିଥିଲେ। ଏହି ସ୍ମୃତି ପୀଠ ପ୍ରତିଷ୍ଠାରେ ମନ୍ମଥ ଦାସ ଓ ମନୋଜ ଦାସଙ୍କ ପରିବାର ସମ୍ପୂର୍ଣ୍ଣ ସହଯୋଗ କରିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନୀଳଗିରିର ଜନଜାତି ଭାଇଭଉଣୀଙ୍କ ପାଇଁ ‘ଲାଭ’ ଯୋଜନାର ଶୁଭାରମ୍ଭ କରିଥିଲେ। ଏହା ଦ୍ୱାରା ସେମାନେ ଲଘୁ ବନଜାତ ଦ୍ରବ୍ୟ ଉପରେ ଗୋଷ୍ଠୀଗତ…
ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ପ୍ରଯୁକ୍ତି ବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କର ଏକ ଦିନିକିଆ କର୍ମଶାଳା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରୁ ଆସିଥିବା ୩୦ ଜଣ ପ୍ରଯୁକ୍ତିବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କୁ ନେଇ ଏହା ଅନୁଷ୍ଠିତ ହୋଇଛି। କର୍ମଶାଳାରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଯୋଗଦେଇ ନିର୍ବାଚନ ପ୍ରକ୍ରିୟାରେ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହାର ପ୍ରୟୋଗ ଫଳରେ ସହଜରେ ଓ ସଠିକ୍ ଭାବରେ କାର୍ଯ୍ୟ ପରିଚାଳିତ ହୋଇଥାଏ ବୋଲି ମତପ୍ରକାଶ କରିଥିଲେ। ଏହାର ସୁରକ୍ଷା ପ୍ରତି ଦୃଷ୍ଟି ଦେବାକୁ ପ୍ରଯୁକ୍ତିବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଓକାକ୍ରୁ ଆସିଥିବା ଦକ୍ଷ ସାଇବର ସୁରକ୍ଷା ବିଶେଷଜ୍ଞ ଶ୍ରୀ ମନମୋହନ ମହାପାତ୍ର, ଶ୍ରୀ ପ୍ରଭୁଦତ୍ତ ମହାପାତ୍ର ଓ ଶ୍ରୀ ହିମାଂଶୁ ଶେଖର ସାହୁ ପ୍ରମୁଖ ଏହି କର୍ମଶାଳାରେ ଉପସ୍ଥିତ…
ଭୁବନେଶ୍ବର: ଆଗାମୀ ଲୋକସେବା ଏବଂ ବିଧାନସଭା ସାଧାରଣ ନିର୍ବାଚନ ୨୦୨୪ କୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ବିଭିନ୍ନ ପ୍ରବର୍ତ୍ତନ ସଂସ୍ଥା (ଏନଫୋର୍ସମେଣ୍ଟ ଏଜେନ୍ସି) ମାନଙ୍କ ସହିତ ଏକ ରାଜ୍ୟସ୍ତରୀୟ ସମନ୍ୱୟ ବୈଠକ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ ଆଗାମୀ ନିର୍ବାଚନ ସମୟରେ ଯେପରି ମାଦକ ଦ୍ରବ୍ୟ ସେବନ, ମାଦକ ଦ୍ରବ୍ୟ ଚୋରା ଚାଲାଣ ଏବଂ ବେଆଇନ୍ ଅସ୍ତ୍ରଶସ୍ତ୍ର କାରବାର ଜନିତ କୌଣସି ବିଶୃଙ୍ଖଳା ନ ହୁଏ, ଅପରାଧିକ କାର୍ଯ୍ୟକଳାପ ସୃଷ୍ଟି ନ ହୁଏ, ସେଥିପ୍ରତି ସମ୍ମିଳିତ ପ୍ରୟାସରେ ଆଇନ୍ ଖିଲାପକାରୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି। ପୁଲିସ୍ ବିଭାଗ, ଅବକାରୀବିଭାଗ, ଜଙ୍ଗଲବିଭାଗ, ବାଣିଜ୍ୟକର ବିଭାଗ ଆଦି ସମନ୍ୱୟରେ ଚଢ଼ାଉକୁ ଗୁରୁତ୍ୱ ଦିଆଯିବ। ପୋଲିସ୍ ଦ୍ୱାରା ଆନ୍ତଃ ରାଜ୍ୟସୀମା ଏବଂ ପୋଲିସ୍ ଚେକ୍ ପୋଷ୍ଟଗୁଡିକରେ କଡ଼ା ନଜର ରଖାଯିବ। ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଓଡିଶା ସୀମାକୁ ଲାଗି ଥିବା ୧୧୮ଟି…
କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ କେନ୍ଦ୍ରାପଡା ପ୍ରତି ଅବହେଳା ପ୍ରତିବାଦରେ “ମାଟି ପାଇଁ ଜେଲ ଚାଲ” ଆନ୍ଦୋଳନ କରାଯାଇଥିଲା। କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା, ମୁନିସିପାଲଟିରେ ସିଟି ହସପିଟାଲ ପ୍ରତିଷ୍ଠା, କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଓ କେନ୍ଦ୍ରାପଡାକୁ ରେଳ ସେବା ଯୋଗାଇଦେବା କ୍ଷେତ୍ରରେ ରାଜ୍ୟ ବିଜେଡି ସରକାର ଓ କେନ୍ଦ୍ର ବିଜେପି ସରକାରର ଉଦାସୀନତା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ। ରାଜ୍ୟ ସରକାର ଇତି ମଧ୍ୟରେ ୧୫ଗୋଟି ମେଡିକାଲ କଲେଜ ପ୍ରତିଷ୍ଠା କରିଥିଲେ ମଧ୍ୟ କେନ୍ଦ୍ରାପଡାକୁ ଅଣଦେଖା କରି ଚାଲିଛନ୍ତି। ଜିଲ୍ଲା ସଦର ମହକୁମାର ଚିକିତ୍ସାଳୟ ଗତ ୨୦୨୩ ଜାନୁୟାରୀରେ ମିନିସିପାଲଟି ବାହାରକୁ ସ୍ଥାନାନ୍ତରିତ ହେତୁ ପୌରବାସୀ ତଥା ପଡୋସୀ କେନ୍ଦ୍ରାପଡା ଓ ଡେରାବିଶର ପ୍ରାୟ ୧ଲକ୍ଷ ଲୋକ ଚିକିତ୍ସା ସୁବିଧାରୁ ବଞ୍ଚିତ ହୋଇଛନ୍ତି। ଏଥି ନିମନ୍ତେ ଦୀର୍ଘ ୫୪ ଦିନ ବ୍ୟାପି କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରିଲେ ଗଣ ଧାରଣା ଦିଆଯାଇଥିଲା। ପୂର୍ବତନ…
ଭୁବନେଶ୍ବର: ଆଜି ଭୁବନେଶ୍ବର ବସ୍ତିରେ ବୁଲୁଛନ୍ତି ବିଶ୍ବର ଅନ୍ୟତମ ଧନି ତଥା ମାଇକ୍ରୋସପ୍ଟ କଂପାନୀର ସହ ପ୍ରତିଷ୍ଠାତା ବିଲ ଗେଟସ। ଲୁମ୍ବିନ ବିହାରସ୍ଥିତ ମା ମଙ୍ଗଳା ବସ୍ତିରେ ସେ ପରିଦର୍ଶନ କରୁଛନ୍ତି। ସାଥିରେ ଅଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ସହିତ ବହୁ ଅଧିକାରୀ। ଏହାପରେ ସେ କୃଷି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ମଧ୍ୟାହ୍ନରେ ବିଲଗେଟସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।ଏହାମଧ୍ୟରେ ସେ ଓଡିଶାର ଚାଷୀ ଏବଂ କେତେକ କୃଷି ଉଦ୍ୟୋଗୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ଗତକାଲି ସଂଧ୍ୟାରେ ବିଲଗେଟସ ଭୁବନେଶ୍ବରରେ ପହଞ୍ଚିଥିଲେ।

