Author: Samikhsya Bureau

ଭୁବନେଶ୍ବର: ଏଥର ନିର୍ବାଚନ ରଣାଙ୍ଗନରେ ଅବତିର୍ଣ୍ଣ ହେବେ ନାହିଁ ବିଜେପିର ବରିଷ୍ଠ ନେତା ବୈଜୟନ୍ତ ପଣ୍ଡା। ଅବଶ୍ୟ ସେ ଏ ନେଇ ସେମିିତି କିଛି ଘୋଷଣା କରି ନାହାଁନ୍ତି। ହେଲେ ଗତକାଲି ତାଙ୍କୁ ଉତ୍ତର ପ୍ରଦେଶ ପ୍ରଭାରୀ ଭାବେ ନିଯୁକ୍ତ ହେବା ପରେ ଏହି ସନ୍ଦେହ ବଢିଛି। ଦେଶର ଉତ୍ତର ପ୍ରଦେଶ ହେଉଛି ଅଧିକ ଲୋକସଭା ଆସନ ଥିବା ରାଜ୍ୟ। ସେହି ରାଜ୍ୟରେ ଏଥର ବିଜେପି କିପରି ଅଧିକ ଆସନରେ ଜିତିବ ସେ ଦାୟିତ୍ବ ବର୍ତ୍ତମାନ ମୋଦୀଶାହା ଖୋଦ ପଣ୍ଡାଙ୍କ ଉପରେ ଲଦି ଦେଲେ। ତେଣୁ ସେଠାରେ ଦଳକୁ ଆହୁରି ସୁଦୃଢ କରିବାକୁ ହେଲେ ତାଙ୍କୁ ସେଠାରେ ରହିବାକୁ ପଡିବ। ସେଥିପାଇଁ ସେ ଏଥର ନିର୍ବାଚନରେ ନିଜେ ଛିଡା ହେବେ ନାହିଁ କି ପ୍ରଚାରକୁ ମଧ୍ୟ ଆସିପାରିବେ ନାହିଁ ବୋଲି ସନ୍ଦେହ ସୃଷ୍ଟି ହୋଇଛି। ପୂର୍ବରୁ ବୈଜୟନ୍ତ ନିର୍ବାଚନ ରଣାଙ୍ଗନରେ ସାମିଲ ହେବେ ନାହିଁ ବୋଲି ଅନୁମାନ ମଧ୍ୟ କରାଯାଇଛି। କାରଣ…

Read More

ଭୁବନେଶ୍ବର: ଶନିବାର ଦିନ ବେଶ ଭକ୍ତିପୂର୍ଣ୍ଣ ପରିବେଷ ମଧ୍ୟରେ ଉଦଘାଟିତ ହୋଇଛି ମା ସମଲେଇ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଥିଲେ। ହରିବୋଲ ହୁଳହୁଳି ଓ ଶଙ୍ଖ ଧ୍ବନୀରେ ପ୍ରକମ୍ପିତ ହୋଇଥିଲା ପ୍ରକଳ୍ପ ସ୍ଥାନ। ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ଲୋକଙ୍କ ମଧ୍ୟରେ ବେଶ ଉତ୍ସାହ ବୃଦ୍ଧି ପାଇଥିଲା। ଏହି ପ୍ରକଳ୍ପ ହେଉଛି ମୁଖ୍ୟମନ୍ତ୍ରୀ ତଥା ନବୀନ ଓଡିଶା ଅଧ୍ୟକ୍ଷଙ୍କ ସ୍ବପ୍ନର ପ୍ରକଳ୍ପ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପରେ ମା ସମଲେଇ ପ୍ରକଳ୍ପ ହେଉଛି ଉଭୟଙ୍କର ଦ୍ବିତୀୟ ସ୍ବପ୍ନର ପ୍ରକଳ୍ପ। ତେବେ ଏହି ପ୍ରକଳ୍ପକୁ ନେଇ ଖୋଦ କାର୍ତ୍ତିକ ପାଣ୍ଡିଆନ କେତେ ଉତ୍ସାହିତ ଏବଂ ଖୁସି ସେହି ପ୍ରକଳ୍ପ ସ୍ଥାନରେ ତାହାର ପ୍ରମାଣ ମିଳିଥିଲା। ପ୍ରକଳ୍ପ ଫଳକ ଉଦଘାଟନ ପରେ ମୁଖ୍ୟମନ୍ତ୍ରୀ ଚଉକିରେ ବସି ପୂଜିବିଧିକୁ ଅନୁଧ୍ୟାନ କରୁଥିଲେ। ସେ ଏକ ଚଉକିରେ ବସି ଥିବା ବେଳେ ପାଣ୍ଡିଆନ ତାଙ୍କ ପାଖରେ ଛିଡା ହୋଇଥିଲେ। ସେ ପୁରା ଭାବ…

Read More

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡାଜୀ ଆଜି ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନାମ ତାଲିକା ଘୋଷଣା କରିଛନ୍ତି। ଓଡ଼ିଶା ପାଇଁ ଶ୍ରୀ ବିଜୟ ପାଲ ସିଂହ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦେଇଥିବାବେଳେ ଶ୍ରୀମତୀ ଲତା ଉସେଣ୍ଡିଙ୍କୁ ସହପ୍ରଭାରୀ ଦାୟିତ୍ୱ ଦେଇଛନ୍ତି। ଶ୍ରୀ ତୋମାର ଉତର ପ୍ରଦେଶରୁ ସାଂସଦ ଏବଂ ଶ୍ରୀମତୀ ଉସେଣ୍ଡି ଛତିଶଗଡରେ ବିଧାୟକଭାବେ ନିର୍ବାଚିତ ହୋଇଛନ୍ତି। ଉଭୟ ରାଜ୍ୟରେ ବିଜେପି ସରକାର ଗଠନରେ ଶ୍ରୀ ତୋମାର ଓ ଶ୍ରୀମତୀ ଲତା ଉସେଣ୍ଡିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ଏହି ୨ ଜଣଙ୍କ ରାଜନୈତିକ ଏବଂ ସାଂଗଠନିକ ଦକ୍ଷତା ଓଡିଶାରେ ବିଜେପି ସରକାର ଗଠନ କରିବାର ବେଶ୍ ସହାୟକ ହେବ। ଓଡିଶା ପ୍ରଭାରୀ ବିଜୟ ପାଲ ସିଂହ ତୋମାର ଓ ସହ-ପ୍ରଭାରୀ ଲତା ଉସେଣ୍ଡିଙ୍କୁ ରାଜ୍ୟ ସଭାପତି ମନମୋହନ ସାମଲ ଧନ୍ୟବାଦ ଓ କୃତଜ୍ଞତା…

Read More

ଭୁବନେଶ୍ଵର: ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନ ର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ବାଧିନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧିନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧିନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ସେ କହିଛନ୍ତି। ସ୍ବର୍ଗତ ନାୟକଙ୍କ ଶେଷ କୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର…

Read More

କଟକ: ବର୍ଷିୟାନ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କର ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା। ସେ ଅସୁସ୍ଥ ହୋଇଥିବାରୁ କଟକ ମେଡିକାଲରେ ତାଙ୍କର ଚିକିତ୍ସା କରାଯାଉଥିଲା। ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଦେଖାରଖା କରୁଥିଲେ। ହେଲେ ଆଜି ତାଙ୍କର ପରଲୋକ ଘଟିଛି। ତାଙ୍କ ମରଶରୀରକୁ କଟକ ରୁ ନିଜ ଜନ୍ମମାଟି ଯାଜପୁରର ବଡଚଣା ବ୍ଲକ ଅନ୍ତର୍ଗତ ବାଲିପଡ଼ିଆକୁ ଅଣାଯାଇ ସେଠାରେ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡିଛି। ସେ ସର୍ବଭାରତୀ ସ୍ବାଧୀନତା ସଂଗ୍ରାମୀ ସଂଘର ସଭାପତି ଥିଲେ। ସ୍ବୀଧୀନତା ସଂଗ୍ରାମ ବେଳେ ସେ 3 ବର୍ଷ ଜେଲଦଣ୍ଡ ଭୋଗ କରିଥିଲେ।

Read More

ଭୁବନେଶ୍ବର: ପୂର୍ବରେ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ଏବେ ପଶ୍ଚିମରେ ମା ସମଲେଶ୍ବରୀଙ୍କ ପୀଠର ହୋଇଛି ରୂପାନ୍ତରଣ। ପୂର୍ବରୁ ପଶ୍ଚିମ ଯାଏ ସବୁଆଡେ ଦିବ୍ୟତାର, ଭାବ୍ୟତାର, ଆଧ୍ୟାତ୍ମିକତାର ଅନୁଭବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବହୁ ପ୍ରତିକ୍ଷୀତ ସମଲେଇ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ମା ଙ୍କ ଦର୍ଶନ ଓ ପ୍ରାର୍ଥନା କରି ଓଡ଼ିଶା ବାସୀଙ୍କ ସୁଖ, ଶାନ୍ତି ପାଇଁ ଆଶୀର୍ବାଦ ଭିକ୍ଷା କରିଥିଲେ। ତା ପରେ, ଶହ ଶହ ସାଧୁ, ସନ୍ଥ, ସେବକ, ପଣ୍ଡିତଙ୍କ ଗହଣରେ ଯଜ୍ଞ, ହୋମ, ଓ ମନ୍ତ୍ର ଧ୍ବନିରେ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ। 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ। ସମଲେଇ ପ୍ରକଳ୍ପ ହେଉଛି Samaleswari Temple Area Management and Local Economic Initiative. ୨୦୨୧ ଫେବୃଆରୀ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ପ୍ରଥମେ ଏହି ପ୍ରକଳ୍ପର ରୂପରେଖ ପ୍ରସ୍ତୁତ…

Read More

ଭୁବନେଶ୍ବର: ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଉଛି। ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ମଧ୍ୟରେ ସ୍ଥାନୀୟ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବ। ଏଥିରେ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା, ଗବେଷକ, ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେବାର କାର‌୍ୟ୍ୟକ୍ରମ ରହିଛି। ଓଡ଼ିଆ ଭାଷା ପ୍ରତି ଆଗ୍ରହ ସୃଷ୍ଟି ସହ ଭାଷାକୁ ପ୍ରୋତ୍ସାହିତ କରିବାକୁ ସମ୍ମିଳନୀରେ ବ୍ୟାପକ ଆୟୋଜନ କରାଯାଉଛି। ପ୍ରତ୍ୟେକ ବ୍ୟକ୍ତି ଏଠାକୁ ଆସି ଓଡ଼ିଆ ଭାବେ ନିଜକୁ ଗର୍ବ ଅନୁଭବ କରିବା ସହ ଅଭୁଲା ସ୍ମୃତି ନେଇ ଯିବେ। ଏହି ସମୟରେ ରାଜ୍ୟର ସମସ୍ତ ପୌରାଞ୍ଚଳ ମାନଙ୍କରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରିବା ନିମନ୍ତେ ଗୃହ ଓ ନଗର ଉନ୍ନୟନ…

Read More

ଭୁବନେଶ୍ବର: ଆଜି ଉଦଘାଟିତ ହେବ ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମଧ୍ୟାହ୍ନରେ ଏହି ପ୍ରକଳ୍ପର ଶୁଭାରମ୍ଭ କରିବେ। ଏ ନେଇ ସମ୍ବଲପୁରରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ମା ସମଲେଶ୍ବରୀ ପ୍ରକଳ୍ପ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ସ୍ବପ୍ନର ପ୍ରକଳ୍ପ। ଏହି ପ୍ରକଳ୍ପରେ ମା ସମଲେଶ୍ବରୀ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି। ଯେଉଁଠାରେ ଭକ୍ତ ଓ ଶ୍ରଦ୍ଧାଳୁ ଦିବ୍ୟ ଅନୁଭବ ପାଇବେ। ଏହି ପ୍ରକଳ୍ପ ସାରା ଓଡିଶାର ପର୍ଯ୍ୟଟନ ଓ ଅର୍ଥନୀତି ଆଗକୁ ବଢାଇବ। ପ୍ରକଳ୍ପରେ ମହାନଦୀ ଘାଟ ପ୍ରସ୍ତୁତ ହୋଇଛି। ଯେଉଁଠାରେ ହଜାର ହଜାର ଶ୍ରଦ୍ଧାଳୁ ଏକାସଙ୍ଗେ ମହାନଦୀ ଆଳତି ଦେଖିପାରିବେ।

Read More

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଏହି ସମାରୋହରେ ଉପସ୍ଥିତ ଥିଲେ। ରାଜ୍ୟପାଳ ଶ୍ରୀ ରଘୁବର ଦାସ ସକାଳ ୮.୨୮ ରେ ମହାତ୍ମା ଗାନ୍ଧୀ ମାର୍ଗରେ ପହଞ୍ଚିବା ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ, ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଡଙ୍ଗୀ ଓ ସମର ଶିକ୍ଷାର୍ଥୀ ବାହିନୀର ଉପମହାନିର୍ଦ୍ଦେଶକ କମୋଡର ଜେ. ସୁରେଶ ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇ ମଞ୍ଚ ନିକଟକୁ ପାଛୋଟି ନେଇଥିଲେ। ରାଜ୍ୟପାଳ ଶ୍ରୀ ରଘୁବର ଦାସ ୮.୩୦ ମିନିଟ୍‌ ସମୟରେ ଜାତୀୟ ପତାକା ଉତ୍ତୋଳନ…

Read More

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡିଲା ଓଡିଶାର ପ୍ରଜ୍ଞାପନ ମେଢ। ୨୦୩୬ ମସିହା ସୁଦ୍ଧା ଓଡ଼ିଶାକୁ ଦେଶର ସର୍ବାଙ୍ଗୀନ ବିକଶିତ ରାଜ୍ୟରେ ପରିଣତ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଓ ପଦକ୍ଷେପ ଏବଂ ଦେଶର ଅର୍ଥନୈତିକ ବିକାଶ ଓ ସାମାଜିକ ଉନ୍ନତି ପାଇଁ ମହିଳା ସଶକ୍ତିକରଣ ଜରୁରୀ ହୋଇଥିବାରୁ ‘ବିକଶିତ ଭାରତ’ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଓଡିଶାର ପ୍ରଜ୍ଞାପନ ମେଢରେ ଓଡିଶାର ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ମାଧ୍ୟମରେ ରାଜ୍ୟରେ ମହିଳା ସଶକ୍ତିକରଣକୁ ପ୍ରଦର୍ଶନ କରାଯାଇଛି। ବିକଶିତ ଭାରତରେ ଓଡ଼ିଶାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଶକ୍ତି ଓ ସାମର୍ଥ୍ୟ, ହାତୀର ଶକ୍ତି ଓ ସାମର୍ଥ୍ୟ ସହ ସମକକ୍ଷ ବୋଲି ପ୍ରଜ୍ଞାପନ ମେଢର ଅଗ୍ର ଭାଗରେ ଥିବା ଉତ୍କଳୀୟ କଳାକୃତିର ଏକ ଲୋକପ୍ରିୟ ଓ ଅନନ୍ୟ ବିଷୟବସ୍ତୁ କନ୍ଦର୍ପ ହସ୍ତୀ ମାଧ୍ୟମରେ ପ୍ରମାଣିତ କରାଯିବା ସହିତ ରାସଲୀଳାରେ ଭଗବାନ ଶ୍ରୀକୃଷ୍ଣଙ୍କ ପ୍ରତି ଗୋପୀମାନଙ୍କ ପ୍ରେମ ଓ ଭକ୍ତି…

Read More

ଭୁବନେଶ୍ୱର : ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୭୫ତମ ଗଣତନ୍ତ୍ର ଦିବସ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି । ଏହି ଅବସରରେ କଂଗ୍ରେସ ଭବନ ପରିସରରେ ଆୟୋଜିତ ପତାକା ଉତୋଳନ କାର୍ଯ୍ୟକ୍ରମରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଜାତୀୟ ପତାକା ଉତୋଳନ କରି ଉପସ୍ଥିତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ। ସେ କହିଥିଲେ ଯେ ମହାତ୍ମାଗାନ୍ଧୀ, ଜବାହାରଲାଲ ନେହେରୁ,ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଆମ ପୂର୍ବସୂରୀ ଯେଉଁମାନେ କି ଦେଶ ପାଇଁ ତ୍ୟାଗ ଓ ବଳିଦାନ ଦେଇଛନ୍ତି ସେମାନଙ୍କ ପ୍ରତି ଗଭୀର କୃତଜ୍ଞତା ଜଣାଉଛି। ଭାରତର ସମ୍ବିଧାନ ହିଁ ଦେଶର ଆତ୍ମା। ସମ୍ବିଧାନ ପ୍ରଣେତା ଡ. ଆମ୍ବେଦକରଙ୍କୁ ଏ ଜାତି ଭୁଲିପାରିବ ନାହିଁ। କିନ୍ତୁ ସମ୍ବିଧାନ ଓ ଗଣତନ୍ତ୍ର ଆଜି ବିପଦରେ।ବିଜେଡ଼ି ଓ ବିଜେପି ଧର୍ମ ନାମରେ ରାଜନୀତି କରୁଛନ୍ତି। ଏହି କାର୍ଯ୍ୟକ୍ରମକୁ ସେବାଦଳ ପକ୍ଷରୁ ଅଧ୍ୟକ୍ଷ…

Read More

ଭୁବନେଶ୍ବର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜ୍ୟର ଅଭିବୃଦ୍ଧି ଓ ବିକାଶ ଦିଗରେ କୃଷିର ମୁଖ୍ୟ ଭୂମିକା ଉପରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଗୁରୁତ୍ୱାରୋପ କରିଛନ୍ତି। ଆଜି କୃଷି ଭବନଠାରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଜାତୀୟ ପତାକା ଉତ୍ତୋଳନ କରି ଡ. ପାଢ଼ୀ ଭାରତର ସ୍ୱାଧୀନତା ସଂଗ୍ରାମୀ ଓ ଦୂରଦର୍ଶୀ ନେତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଯେଉଁମାନେ ସ୍ୱାଧୀନ ଭାରତବର୍ଷକୁ ଏକ ପ୍ରଜାତନ୍ତ୍ରର ରୂପ ଦେଇଛନ୍ତି। ଡ. ପାଢ଼ୀ ସାର୍ବଜନୀନ ଭ୍ରାତୃତ୍ୱ, ଅହିଂସା ଏବଂ ଶାନ୍ତିର ଆଲୋକବର୍ତ୍ତିକା ଭାବରେ ଭାରତବର୍ଷର ଅଦ୍ୱିତୀୟ ସ୍ଥିତି ଉପରେ ଆଲୋଚନା କରି ସମସ୍ତଙ୍କୁ ସମ୍ବିଧାନର ଆଦର୍ଶ ଓ ଚେତନାକୁ ସମ୍ମାନ ଓ ଅନୁପାଳନ କରିବାକୁ କହିଥିଲେ। କୃଷି ଓ…

Read More

ଭୁବନେଶ୍ବର: ଓଡିଶାର ଜନଜାତିଙ୍କ ଜୀବନଜୀବିକା, କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ଆୟୋଜିତ ହୋଇଛି ଆଦିବାସୀ ମେଳା-୨୦୨୪। ଚଳିତ ବର୍ଷ ୟୁନିଟ-୧ ସ୍ଥିତ ଆଦିବାସୀ ପଡିଆରେ ଏହି ମେଳାର ଆୟୋଜନ କରାଯାଇଛି। ଜାନୁଆରୀ ୨୬ ରୁ ଆରମ୍ଭ ହୋଇ ଏହି ମେଳା ଫେବୃଆରୀ ୫ ଯାଏଁ ଚାଲିବ। ପ୍ରତ୍ୟହ ଅପରାହ୍ନ ୨ଟା ୩୦ ରୁ ରାତି ୯ ଟା ଯାଏଁ ଏହି ମେଳା ସର୍ବସାଧାରଣଙ୍କ ନିମନ୍ତେ ଖୋଲାରହିବ। ଏହି ମେଳାର ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାମ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ଜଗନ୍ନାଥ ସାରକା ଯୋଗଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଯୋଗ ଦେଇ ଆଦିବାସୀ ମେଳାର ଶୁଭେଚ୍ଛା ବାର୍ତ୍ତା ଜଣାଇଥିଲେ। ସମାରୋହରେ ସମ୍ମାନନୀୟ ଅତିଥି ଭାବେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୂପାରୋଶନ ସାହୁ ଯୋଗ ଦେଇଥିଲେ।…

Read More

ଭୁବନେଶ୍ୱର: ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟ ଆରକ୍ଷୀ ବାହିନୀ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୫୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଆଜି ରାଜ୍ୟପାଳ ଶ୍ରୀ ରଘୁବର ଦାସ ୨୦୨୩ ମସିହା ସ୍ୱାଧୀନତା ଦିବସ ପାଇଁ ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ ପ୍ରଦାନ କରିଛନ୍ତି। ଆଜି ସ୍ଥାନୀୟ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ହଲ୍‌ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ରାଜ୍ୟ ଆରକ୍ଷୀ ବାହିନୀର ୪ ଜଣଙ୍କୁ ସେମାନଙ୍କ ମାଓ ବିରୋଧି ଅଭିଯାନ ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ସାହସିକତା ପଦକ ଓ ମାନପତ୍ର ପ୍ରଦାନ କରିଥିଲେ। ସେହିପରି ଦୁଇଜଣ ଆରକ୍ଷୀ ଅଧିକାରୀଙ୍କୁ ତାଙ୍କର ବିଶିଷ୍ଟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ସହ ୧୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିବାବେଳେ ୧୧…

Read More

ଭୁବନେଶ୍ବର: କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅଞ୍ଚଳ ରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Read More

ବାଲୁଗାଁ( ସୀତାରାମ ଅଗ୍ରୱାଲ): ଚିଲିକାରୁ ଯୁବକଙ୍କ ମୃତ ଦେହ ଉଦ୍ଧାର କରିଛି ବାଲୁଗାଁ ଅଗ୍ନିଶମ ବାହିନୀ। ଖବର ମୁତାବକ ଶନିବାର ସକାଳେ ବାଲୁଗାଁ ସାମନ୍ତରାପୁର ଗ୍ରାମର ଅଭି ଦିହୁଡ଼ିଙ୍କ ପୁଅ ମୁନା ଦିହୁଡ଼ି ଯାହାର ବୟସ ୩୦ ବର୍ଷ, କଂସାରି ନଈରେ କାର୍ଯ୍ୟରତ ଶ୍ରମିକମାନଙ୍କ ପାଇଁ ଖାଦ୍ୟ ସାମଗ୍ରୀ ଓ ଡିଜେଲ ନେଇ ଏକ ଯନ୍ତ୍ରଚାଳିତ ଡଙ୍ଗାରେ ଯାଉଥିବା ବେଳେ କୌଣସି କାରଣ ବଶତଃ କଳିଯୁଗେଶ୍ୱର ନିକଟ ଚିଲିକାରେ ଭାରସାମ୍ୟ ହରାଇ ଫସି ଯାଇଥିଲେ। ମଧ୍ୟାହ୍ନରେ କୌଣସି ଲୋକ ନଥିବା ବେଳେ ଡଙ୍ଗାଟି ଚିଲିକାରେ ଭାସୁଥିବା କିଛି ମସ୍ୟଜୀବୀ ଦେଖିବାକୁ ପାଇଥିଲେ। ଘଟଣା ପ୍ରଘଟ ହେବାପରେ ବାଲୁଗାଁ ଅଗ୍ନିଶମ ବାହିନୀ ଉକ୍ତ ଡଙ୍ଗାଟିକୁ ଉଦ୍ଧାର କରିବା ସହ ବହୁ ସମୟ ଧରି ଖୋଜାଖୋଜି କରିଥିଲେ। କିଛି ସମୟ ପରେ ଜଣେ ବ୍ୟକ୍ତିଙ୍କୁ ମୁର୍ମୁଶ ଅବସ୍ଥାରେ ଉଦ୍ଧାର କରିଥିଲେ। ସମ୍ପୃକ୍ତ ବ୍ୟକ୍ତିକୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।ମାତ୍ର ଡାକ୍ତର ତାଙ୍କୁ…

Read More

ଭୁବନେଶ୍ବର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଓଡ଼ିଆ ଭାଷା ପ୍ରତି ସ୍ୱତନ୍ତ୍ର ରୁଚି ନିମନ୍ତେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ପଠନ ଆନ୍ଦୋଳନ ସୃଷ୍ଟି କରାଯିବ। ସମ୍ମିଳନୀ ସ୍ଥଳର ବିଭିନ୍ନ ସ୍ଥାନରେ ଭ୍ରାମ୍ୟମାଣ ପାଠାଗାର ବ୍ୟବସ୍ଥା କରାଯିବ। ଏଥିସହ ଏକ ବସ ମଧ୍ୟରେ ଉପାଦେୟ ପୁସ୍ତକ ମାନ ରଖାଯାଇ ଏକ ଭ୍ରାମ୍ୟମାଣ ଲାଇବ୍ରେରୀ ପ୍ରତିଷ୍ଠା କରାଯିବ। ସେହିଭଳି ସମ୍ମିଳନୀ ସ୍ଥାନରେ ୫ଟି ପାଠାଗାର ଗାଡି ପ୍ରତିଷ୍ଠା କରାଯିବ। ଏଥି ନିମନ୍ତେ ଭୁବନେଶ୍ୱରସ୍ଥିତ ବକୁଳ ଫାଉଣ୍ଡେସନ ପକ୍ଷରୁ ବୈଷୟିକ ସହଯୋଗ ପ୍ରଦାନ କରାଯିବ। ସେହିଭଳି ମହାପୁରୁଷଙ୍କ ପଠନ ସମ୍ପର୍କିତ କାଳଜୟୀ ବାର୍ତ୍ତା ଥାଇ ବୁକମାର୍କ ପ୍ରତ୍ୟେକ ପୁସ୍ତକରେ ରହିବ। ତିନିଦିନ ଧରି ଆଗନ୍ତୁକ ମାନେ ଏହା ପାଖରୁ ଦେଖୁବା ସହ ପଢ଼ିବାର ସୁଯୋଗ ପାଇବେ। ସେହିଭଳି ପଠନ ଅଭ୍ୟାସ ବୃଦ୍ଧି, ରାଜ୍ୟର ଭାଷା, କଳା, ସଂସ୍କୃତି ଓ ଐତିହ୍ୟ ସମ୍ପର୍କରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ପାଇଁ ଏକ ପକେଟ…

Read More

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ପାନୀୟ ନିଗମ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୯ କୋଟି ୪୧ ଲକ୍ଷ ୫୮ ହଜାର ୨୯୮ ଟଙ୍କାର ଲାଭାଂଶ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କୁ ନିଗମର ଅଧ୍ୟକ୍ଷ ତଥା ଅବକାରୀ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ ଲାଭାଂଶ ରାଶିର ଏକ ଚେକ୍‌ ପ୍ରଦାନ କରିଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷରେ ଓଡ଼ିଶା ରାଜ୍ୟ ପାନୀୟ ନିଗମର ଆର୍ଥିକ କାରବାର ୭୪୫୬.୬୪ କୋଟି ଟଙ୍କା ହୋଇଥିବାବେଳେ କର ପଇଠ ପରେ ୩୧.୩୮ କୋଟି ଟଙ୍କା ଲାଭ ହୋଇଥିଲା। ଏହା ସହିତ ପାନୀୟ ନିଗମ ଅବକାରୀ କର ବାବଦରେ ୫୨୬୭.୬୯ କୋଟି ଟଙ୍କା ଏବଂ ଭାଟ୍‌ ବାବଦରେ ୨୫୧୨.୮୩ କୋଟି ଟଙ୍କା ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛି । ଚଳିତ ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ସଫଳତା ଉଲ୍ଲେଖନୀୟ ହୋଇପାରେ ବୋଲି ଅବକାରୀ…

Read More

ଭୁବନେଶ୍ବର: ଚଳିତ ଶୀତ ଋତୁରେ ପ୍ରଥମଥର ପାଇଁ ଜାରି ହେଲା ଶୀତଲହରୀ ଚେତାବନୀ। ଏହି ଚେତାବନୀ ଜାରୀ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ସୂଚନା ଅନୁସାରେ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଆଗାମୀ ଦୁଇଦିନ ମଧ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରୀ ସମ୍ଭାବନା ରହିଛି। ଆଗାମୀ ଦୁଇଦିନ ଯାଏଁ ଆଭ୍ୟନ୍ତରୀଣ ଓଡିଶା ର କିଛି ଜିଲ୍ଲା ସମେତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘନ କୁହୁଡି ସମ୍ଭାବନା ରହିଛି ଏହି ସବୁ ଅଞ୍ଚଳରେ ଆଜି ମଧ୍ୟ ରାତ୍ରି ରୁ ସକାଳ ମଧ୍ୟରେ ଦୃଶ୍ୟମାନ ଦୂରତା ୨୦୦ ରୁ ୫୦ ମିଟର ମଧ୍ୟରେ ସୀମିତ ରହିବାର ସମ୍ଭାବନା ଥିବାରୁ ଯାତାୟତରେ ବାଧା ଉପୁଜିବା ସମ୍ଭାବନା ରହିଛି। ଆଗାମୀ ୩ଦିନ ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ତେବେ  ପରବର୍ତୀ ସମୟରେ ଏଥିରେ ୨…

Read More

ପୁରୀ: 75 ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ନିର୍ମାଣ କରିଛନ୍ତି। ଏଥିରେ ସୁଦର୍ଶନ ଦୁଇଜଣ ବାଳିକାଙ୍କୁ ତାଙ୍କର ସ୍ଥାପତ୍ୟରେ ସାମିଲ କରି ମେରା ଭାରତ ମହାନ ବାର୍ତ୍ତା ପ୍ରେରଣ କରିଛନ୍ତି। ସବୁବେଳେ ବାଲୁକା କଳା କରି ଚର୍ଚ୍ଚାରେ ରହୁଥିବା ସୁଦର୍ଶନଙ୍କ ଏହି କଳା ବେଶ ସୁନ୍ଦର ହୋଇଛି। ନିକଟରେ ସୁଦର୍ଶନ ନୂଆଦିଲ୍ଲୀରେ ପରାକ୍ରମ ଦିବସ ଉପଲକ୍ଷେ ଏକ ବାଲୁକା କଳା ନିର୍ମାଣ କରିଥିଲେ। ଯାହାକୁ ଦେଖିବା ପାଇଁ ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ପହଞ୍ଚିଥିଲେ। କିଛି ସମୟ ତାଙ୍କପ ବାଲୁକା କଳା ଦେଖିବା ସହିତ ସୁଦର୍ଶନଙ୍କୁ ପ୍ରଶଂସା ମଧ୍ୟ କରିଥିଲେ। ବର୍ତ୍ତମାନ ପୁରୀ ବେଳାଭୂମିରେ ଏହି ବାଲୁକା କଳା ପର୍ଯ୍ୟଟକଙ୍କୁ ବେଶ ଆକୃଷ୍ଠ କରିବାରେ ଲାଗିଛି।

Read More

ନୂଆଦିଲ୍ଲୀ: ଦୁଇଜଣ ନୁହଁନ୍ତି ଓଡିଶାରୁ ଚାରିଜଣଙ୍କୁ ମିଳିବ ପଦ୍ମ ପୁରସ୍କାର। ଏ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଗତକାଲି ଘୋଷଣା କରାଯାଇଛି। ଓଡିଶାରୁ ଯେଉଁମାନେ ମନୋନିତ ହୋଇଛନ୍ତି ସେମାନେ ହେଲେ ଗୁରୁ ଗୋପୀନାଥ ସ୍ବାଇଁ, ଗୁରୁ ଭାଗବତ ପ୍ରଧାନ, ବିନୋଦ ପଶାୟତ ଏବଂ ବିନୋଦ ମହାରଣା। ଗଂଜାମ ଜିଲ୍ଲାର ଗୁରୁ ଗୋପୀନାଥ ସ୍ବାଇଁ ହେଉଛନ୍ତି ଜଣେ କୃଷ୍ଣଲୀଳା ଗାୟକ। ସେ ବର୍ତ୍ତମାନ 105 ବର୍ଷ ବୟସରେ ପଦାର୍ପଣ କରିଥିଲେ ମଧ୍ୟ କୃଷ୍ଣଲୀଳାର ପ୍ରଚାର ପ୍ରସାରରେ ଲାଗିଛନ୍ତି। ସେହିପରି ବରଗଡ ଜିଲ୍ଲାର ଭାଗବତ ପ୍ରଧାନ ଶଦ୍ଦନୃତ୍ୟର ପ୍ରଚାର ପ୍ରସାରରେ ଲାଗିଛନ୍ତି। ତାଙ୍କୁ ବର୍ତ୍ତମାନ 85 ବର୍ଷ ବୟସ ହୋଇଛି। ସମ୍ବଲପୁର ବାସିନ୍ଦା ବିନୋଦ ପଶାୟତ ଜଣେ ନାଟ୍ୟକାର ତଥା ଗୀତିକାର ଭାବେ ମଧ୍ୟ ବେଶ ପରିଚୟ ରହିଛି। ସେ ସମ୍ବଲପୁରୀ ଭାଷାରେ ବହୁ ନାଟକ ଓ ଗୀତ ରଚନା କରି ବେଶ ପ୍ରଶଂସା ହାସଲ କରିଛନ୍ତି। ସେହିପରି ଭୁବନେଶ୍ବର ବାସିନ୍ଦା ବିନୋଦ ମହାରଣା…

Read More