ଭୁବନେଶ୍ବର: ହିନ୍ଦୁମାନଙ୍କର ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ। ମକର ସଂକ୍ରାନ୍ତି ପର୍ବ ସମଗ୍ର ଦେଶରେ ବିଭିନ୍ନ ରୂପରେ ଏବଂ ଭିନ୍ନ ଉପାୟରେ ପାଳନ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ଗତି କରନ୍ତି। ଏହି ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ଟୁଇଟ ଯୋଗେ ସେ କହିଛନ୍ତି ଯେ, ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି।
Author: Samikhsya Bureau
ଭୁବନେଶ୍ବର: ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯାଇଥାଏ। ଏହି ଦିନ ଶ୍ରୀଜିୟୁଙ୍କ ପାଖରେ ମକର ଭୋଗ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ ମଙ୍ଗଳା ଆରତି ଓ ଅବକାଶ ନୀତି ପରେ ଶ୍ରୀଜିଉମାନଙ୍କର ପଟା ପହରଣ ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ। ଏହାପରେ କର୍ପୂରଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ। ଗୋପାଳବଲ୍ଲଭ ଓ ସକାଳ ଧୂପ ପରେ ମଇଲମ ମହାସ୍ନାନ ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକର ବେଶ ବଢ଼ିଥାଏ। ଏହାପରେ ମକର ଚାଉଳ ପ୍ରସ୍ତୁତ କରାଯାଇଥାଏ। ନଡ଼ିଆ, ଘିଅ, ମିଠା, ମସଲା ଓ ଦୁଧସରରେ ଏହା ପ୍ରସ୍ତୁତ କରାଯାଏ। ଏହା କୁଡ଼ୁଆରେ ସଜଡ଼ା ଯାଇଥାଏ। ସୁଦୁ ସୁଆର ସେବକ ମକରଚାଉଳ ପ୍ରସ୍ତୁତ କରି ରଖିଥାନ୍ତି। ଏହାପରେ ପୂର୍ବ ଦିନରୁ ଭୋଗମଣ୍ଡପ ଘରେ ଶୁଦ୍ଧପୂତ ଭାବେ ଅଧିବାସ ହୋଇ ରଖାଯାଇଥିବା ମକରଚାଉଳକୁ ପତ୍ରିବଡ଼ୁ…
ଭୁବନେଶ୍ୱର: ଗୋ ସମ୍ପଦ ହେଉଛି ଆମ ରାଜ୍ୟର ଅମୂଲ୍ୟ ସମ୍ପଦ। ମାତ୍ର ଏବେ ଆନ୍ତଃ ରାଜ୍ୟ ଗୋ ତସକରି ବୃଦ୍ଧି ପାଇଛି ଶହ ଶହ ସଂଖ୍ୟକ ଗାଈଗୋରୁ ଙ୍କୁ ଅତି ନିଷ୍ଠୁର ଭାବେ ମଧ୍ୟ ରାତ୍ରି ରେ ବେଆଇନ ଭାବେ ବିଭିନ୍ନ କଣ୍ଟେନର,ଟ୍ରକ ଆଦିରେ ଭର୍ତ୍ତି କରି ରାଜ୍ୟ ବାହାରକୁ ହତ୍ୟା ଉଦ୍ଦେଶ୍ୟ ରେ ରପ୍ତାନୀ ହେଉଛି। ଏ ନେଇ ତତ୍କାଳୀନ ଭାରତ ସରକାରଙ୍କ ପ୍ରାଣୀ କଲ୍ୟାଣ ଅଧିକାରୀ ଡା ତ୍ରୈଲୋକ୍ୟ ନାଥ ମହାରଣା ଗତ ୨୭.୦୭.୨୦୦୮ ରିଖରେ ଖୋର୍ଦ୍ଧା ଜିଲ୍ଲାପାଳ ତଥା ଜିଲ୍ଲାର ଏସ ପି ସି ଏ ସଭାପତି ଓ ଅନ୍ୟାନ୍ୟ ରାଜ୍ୟ ଅଧିକାରୀଙ୍କୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ହେଉଥିବା ଗୋ ଚାଲାଣ କୁ ବନ୍ଦ କରିବା ପାଇଁ ଲିଖିତ ଅଭିଯୋଗ କରିଥିଲେ। ସୂଚନା ଅଧିକାର ଆଇନ ଅନୁଯାୟୀ ଡା ତ୍ରୈଲୋକ୍ୟ ନାଥ ମହାରଣା ଗତ ୧୭.୧୧.୨୦୨୨ ପତ୍ର ସଂଖ୍ୟା ୬୪୭୪ ରେ ଖୋର୍ଦ୍ଧା ଜିଲ୍ଲାର ଏସପିସିଏ ସମ୍ପାଦକ…
Shreemandir Parikrama Prakalap: ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।
ଭୁବନେଶ୍ୱର/ଖୋର୍ଦ୍ଧା: ବିକଶିତ ଭାରତ ସଂକଳ୍ପ ଯାତ୍ରା ଅବସରରେ ଆଜି ଖୋର୍ଦ୍ଧା ସହରର ୱାର୍ଡ ନଂ ୧୧ ରେ ସଂକଳ୍ପ ରଥକୁ ସ୍ଥାନୀୟ ଜନସାଧାରଣଙ୍କ ତରଫରୁ ସ୍ୱାଗତ କରାଯାଇଥିଲା । ଖୋର୍ଦ୍ଧା ପୌରପାଳିକା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ରାଜ୍ୟସଭା ସାଂସଦ ତଥା ରାଜ୍ୟ ସହପ୍ରଭାରୀ ଶ୍ରୀ ବିଜୟପାଲ ସିଂ ତୋମାର୍ ଉଦ୍ଘାଟନ କରିଥିଲେ । ୨୦୪୭ ମସିହା ସୁଦ୍ଧା ଭାରତବର୍ଷକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ସମସ୍ତଙ୍କୁ ଶ୍ରୀ ତୋମାର ସଂକଳ୍ପପାଠ କରାଇଥିଲେ। ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଯେଉଁସବୁ ଜନହିତକର ଏବଂ ଗରିବ କଲ୍ୟାଣ ଯୋଜନାମାନ ସାଧାରଣ ଜନତାଙ୍କ ଏବଂ ଦେଶବାସୀଙ୍କ ପାଇଁ ପ୍ରଚଳନ କରିଛନ୍ତି ସେଗୁଡିକ ତଳସ୍ତରରେ କିପରି ପହଂଚିବ ସମସ୍ତ ସରକାରୀ ଅଧିକାରୀମାନଙ୍କୁ ଆହ୍ୱାନ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି ହିଁ ଦେଶବାସୀଙ୍କ ପାଇଁ ଏକମାତ୍ର ଗ୍ୟାରେଂଟି ବୋଲି ଶ୍ରୀ ତୋମାର ଉପସ୍ଥିତ ଜନସାଧାରଣଙ୍କୁ କହିଥିଲେ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୪୭…
ଭୁବନେଶ୍ବର: ଶେଷରେ କଂଗ୍ରେସରେ ମିଶିବେ ଗମାଙ୍ଗ ପରିବାର। ଅର୍ଥାତ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ପତ୍ନୀ ତଥା ପୂର୍ବତନ ବିଧାୟକ ହେମା ଗମାଙ୍ଗ ଏବଂ ପୁତ୍ର ଶିଶିର ଗମାଙ୍ଗ। ଏଥିସହିତ ପୂର୍ବତନ ସାଂସଦ ସଂଜୟ ଭୋଇ ମଧ୍ୟ କଂଗ୍ରେସରେ ସାମିଲ ହେବେ। ଗତକାଲି ସମସ୍ତେ ନୂଆ ଦିଲ୍ଲୀରେ ଓଡିଶା ପ୍ରଭାରୀ ଡ ଅଜୟ କୁମାରଙ୍କୁ ସାକ୍ଷାତ କରିଛନ୍ତି। ନୂଆଦିଲ୍ଲୀ ସୁତ୍ର ଅନୁସାରେ ସମସ୍ତେ ଆସନ୍ତା 17 ତାରିଖରେ ଭୁବନେଶ୍ବରର କଂଗ୍ରେସ ଭବନରେ ସାମଲି ହେବେ ବୋଲି ଜଣାପଡିଛି। ସେଦିନ କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହେବ। ପୂର୍ବରୁ ଗମାଙ୍ଗ ପରିବାର ପୁଣି କଂଗ୍ରେସକୁ ଫେରିବେ ବୋଲି ନିଷ୍ପତି ହୋଇଥିଲା। ହେଲେ କୌଣସି କାରଣରୁ ତାହା ସ୍ଥଗିତ ରହିଥିଲା। ବର୍ତ୍ତମାନ ନୂଆ ପ୍ରଭାରି ଯୋଗଦେବା ପରେ ଏହି ମିଶ୍ରଣ ପକ୍ରିୟାକୁ ତ୍ବରାନିତ କରିଛନ୍ତି। ତେବେ ପୂର୍ବରୁ ଗିରିଧର ଗମାଙ୍ଗ ଏବଂ ଶିଶିର ଗମାଙ୍ଗ କଂଗ୍ରେସ ଛାଡି ବିଜେପିରେ…
Makar Sankranti : ହିନ୍ଦୁମାନଙ୍କର ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ। ମକର ସଂକ୍ରାନ୍ତି ପର୍ବ ସମଗ୍ର ଦେଶରେ ବିଭିନ୍ନ ରୂପରେ ଏବଂ ଭିନ୍ନ ଉପାୟରେ ପାଳନ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ଗତି କରନ୍ତି। ଏଥର ମକର ସଂକ୍ରାନ୍ତି ପର୍ବ ୧୫ ଜାନୁଆରୀରେ ପାଳନ କରାଯିବ। ଶାସ୍ତ୍ର ଅନୁଯାୟୀ, ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରବେ ଏବଂ ଏହି ସମସ୍ତ ଶୁଭ କାର୍ୟ୍ୟ ଆରମ୍ଭ ହୁଏ। ପୂଜା ଠାରୁ ଆରମ୍ଭ କରି ବିବାହ ପର୍ଯ୍ୟନ୍ତ, ମାଙ୍ଗଳିକ ଭଳି କାର୍ଯ୍ୟ ମକର ସଂକ୍ରାନ୍ତିରେ ଆରମ୍ଭ ହୁଏ । ସୂର୍ଯ୍ୟ ରାତି ୨ ଟା ୪୪ ମିନିଟରେ ଧନୁ ରାଶିରୁ ମକର ରାଶିରେ ପ୍ରବେଶ କରିବେ। ସେହି ଅନୁସାରେ ଭୋରରୁ ସୂର୍ଯ୍ୟ ଉଦୟ ଥିବାରୁ ୧୫ ତାରିଖରେ ମକର ସଂକ୍ରାନ୍ତି ପାଳନ କରାଯିବ। ତେବେ ଏହିଦିନ କେତେବେଳେ ପୂଜା ମୂର୍ହୁତ ରହିଛି ତାହା ଜାଣିବା…
ଭୁବନେଶ୍ୱର: ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ଏ.ଆଇ.ସି.ସି ସଭାପତି ତଥା ଜନମାନସର ନେତା ଶ୍ରୀଯୁକ୍ତ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଆଜି ମଣିପୁରର ଇମ୍ଫାଲ ଠାରେ ଭାରତ ଯୋଡ ନ୍ୟାୟ ଯାତ୍ରାର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀର ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଆଜି ଭାରତ ଯୋଡୋ ନ୍ୟାୟ ଯାତ୍ରାର ଲୋଗୋ ଶତାଧିକ ଚାରି ଚକିଆ ଯାନରେ ଷ୍ଟିକରିଙ୍ଗ କରାଗଲା। ପାଖାପାଖି ୧୦୦ ରୁ ଉର୍ଦ୍ଧ୍ୱ ୪ ଚକିଆ ଯାନରେ ଷ୍ଟିକରିଂ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନେତା ଶ୍ରୀ ନବଜ୍ୟୋତି ପଟ୍ଟନାୟକ ଯୋଗ ଦେଇ ଗଣମାଧ୍ୟମର ସାମ୍ବାଦିକମାନଙ୍କୁ କହିଥିଲେ ଯେ ଏହି ଯାତ୍ରା ମଣିପୁର ଇମ୍ଫାଲ ଠାରୁ ଆରମ୍ଭ ହୋଇ ମହାରାଷ୍ଟ୍ର ମୁମ୍ବାଇ ଠାରେ ସମାପ୍ତ ହେବ। ଏହି ଯାତ୍ରା…
ପବିତ୍ର ମକର ସଂକ୍ରାନ୍ତି: ମକର ସଂକ୍ରାନ୍ତି ହିନ୍ଦୁମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ପର୍ବ। ଦେଶର ବିଭିନ୍ନ ରାଜ୍ୟରେ ବିଭିନ୍ନ ନାମ ସହିତ ମକର ସଂକ୍ରାନ୍ତି ପାଳନ କରାଯାଏ। ଏହା କର୍ଣ୍ଣାଟକର ସଂକ୍ରାନ୍ତି, ତାମିଲନାଡୁରେ ପୋଙ୍ଗଲ ଏବଂ କେରଳର ପୋଙ୍ଗଲ ଏବଂ ହରିୟାଣାର ମାଘି, ଗୁଜରାଟ ଏବଂ ରାଜସ୍ଥାନରେ ଉତ୍ତରାୟଣ, ଉତ୍ତରାଖଣ୍ଡର ଉତ୍ତରାୟଣି, ଉତ୍ତରପ୍ରଦେଶ ଏବଂ ବିହାରରେ ଖିଚିଡି ନାମରେ ମଧ୍ୟ ଜଣାଶୁଣା। ମକର ସଂକ୍ରାନ୍ତି ଏକ ପବିତ୍ର ଦିନ ହୋଇଥିବାରୁ ଏହିଦିନ ପୁରାଣ ପୃଷ୍ଟାରେ ଅନେକ କାହାଣୀ ରହିଛି, ଅନେକ ତଥ୍ୟ ମଧ୍ୟ ରହିଛି। ସେଗୁଡିକ ହେଲା ମହାଭାରତ କାଳରେ ଭୀଷ୍ମ ପିତାମହ ତାଙ୍କ ଶରୀର ତ୍ୟାଗ କରିବାକୁ ମକର ସଂକ୍ରାନ୍ତି ଦିନକୁ ବାଛିଥିଲେ। ମକର ସଂକ୍ରାନ୍ତି ଦିନ, ଗଙ୍ଗାଜୀ ଭାଗୀରଥଙ୍କୁ ଅନୁସରଣ କରି ସମୁଦ୍ରରେ କପିଲ ମୁନିଙ୍କ ଆଶ୍ରମ ହୋଇ ସାଗରରେ ମିଶିଥିଲେ ଏବଂ ମହାରାଜ ଭାଗୀରଥଙ୍କ ପୂର୍ବପୁରୁଷମାନେ ଏହି ଉପାୟରେ ପରିତ୍ରାଣ ପାଇଥିଲେ। ପ୍ରତିବର୍ଷ ମକର ସଂକ୍ରାନ୍ତି ଦିନ ଗଙ୍ଗାସାଗରରେ…
ପୁରୀ: ଆଜି ସକାଳେ ଅଧ୍ୟକ୍ଷ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଶ୍ରୀ ମାର୍ଗ, ଶ୍ରୀ ଜଗନ୍ନାଥ ବିହାର, ଶ୍ରୀ ସେତୁ, ସାମଙ୍ଗା ପାର୍କିଂ ଏବଂ ତୀର୍ଥଯାତ୍ରୀମାନଙ୍କ ପାଇଁ ନିର୍ମାଣ ହେଉଥିବା ସୁବିଧା ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ବଡି ଭୋରରୁ ମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିୟୁଙ୍କୁ ଦର୍ଶନ କରିଥିଲେ। ଏହାପରେ ସେ ପ୍ରକଳ୍ପର ବିଭିନ୍ନ କାର୍ଯ୍ୟ ତଦାରଖ କରିଥିଲେ। ଆଉ ତିନିଦନ ପରେ ଏହି ପ୍ରକଳ୍ପର ଶୁଭାରମ୍ଭ ହେବ। ସେଥିପାଇଁ ପ୍ରସ୍ତୁତି ଶେଷ କରିବା ସହିତ ନିର୍ମାଣ ସ୍ଥଳ ସଫା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେଠାରେ ହେବାକୁ ଥିବା ପ୍ରଦର୍ଶିନ ସଂପର୍କରେ ମଧ୍ୟ ସେ ଅବଗତ ହୋଇଥିଲେ। ଏହି ଗସ୍ତ ସମୟରେ ଜିଲ୍ଲାପାଳ, ଏସପି, ଓବିସିସି ଏମଡି ଏବଂ ଜିଲ୍ଲା ପ୍ରଶାସନ ଏବଂ ଏଜେନ୍ସିର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
ଭୁବନେଶ୍ୱର: ଏନଏଚ-୫୫ ର କଦର୍ଯ୍ୟ ଅବସ୍ଥା ଓ ପଦ୍ମପୁର ଉପ-ନିର୍ବାଚନ ବେଳେ କେନ୍ଦୁପତ୍ର ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପୁଣି ମନେ ପକାଇ ଦେଲେ ଫାଇଭ ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସମ୍ବଲପୁର ଜିଲ୍ଲାର କୁଚିଣ୍ଡା ଓ ରେଢାଖୋଲ ନିର୍ବାଚନ ମଣ୍ଡଳିରେ ଆୟୋଜିତ ସଭାରେ ନାଆଁ ନ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଏ ଦୁଇଟି ପ୍ରସଂଗ ଚେତାଇ ଦେଇଛନ୍ତି ପାଣ୍ଡିଆନ। ଏହି ଦୁଇ ସଭାରେ ପାଣ୍ଡିଆନ କହିଛନ୍ତି ଯେ, ଦୀର୍ଘ ୧୦ବର୍ଷ ହେଲା କଟକ-ସମ୍ବଲପୁର ଜାତୀୟ ରାଜପଥ କାମ ଶେଷ ହେଉନି। ନିର୍ବାଚନ ଆସିଲେ କିଛି ନେତା ବଡବଡ ଭାଷଣ ମାରୁଛନ୍ତି, ହେଲେ ଜାତୀୟ ରାଜପଥ କାମ ସରିପାରୁନି। ଅପର ପକ୍ଷରେ ଏନଏଚ କାମ ଆରମ୍ଭ ହେବାର ବହୁଦିନ ପରେ ବରଗଡରୁ ଆମ୍ବପାଣୀ ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସ ୱେ କାମ ଆରମ୍ଭ ହୋଇ କେବେଠୁ ଶେଷ ହୋଇ ସାରିଲାଣି। ୨୦୧୭ରେ ଆରମ୍ଭ ହୋଇଥିଲା ବିଜୁ ଏକ୍ସପ୍ରେସ ୱେ କାମ।…
ଭୁବନେଶ୍ୱର: ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ର ଓ ପ୍ଳାଣ୍ଟ ଲଭର୍ସ ଆସୋସିଏସନ୍ର ମିଳିତ ଆନୁକୂଲ୍ୟରେରେ ଏକାମ୍ର କାନନରେ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ-୨୦୨୪। ପ୍ରିନ୍ସିପାଲ ଚିଫ କଞ୍ଜରଭେଟର ଅଫ ଫରେଷ୍ଟ ତଥା ହେଡ ଅଫ ଫରେଷ୍ଟ ଫୋର୍ସ ଶ୍ରୀ ଦେବିଦତ୍ତ ବିଶ୍ୱାଳ ଏହି ବାର୍ଷିକ ପୁଷ୍ପ ପ୍ରଦର୍ଶନୀକୁ ଉଦଘାଟନ କରିବା ସହ ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ସୁରେଶ ପନ୍ତଙ୍କ ସହ ପ୍ରଦର୍ଶନୀରେ ଥିବା ବିଭିନ୍ନ ପୁଷ୍ପ ବଗିଚା, ପ୍ରଦର୍ଶନୀ ଷ୍ଟଲ, ଉଦ୍ଭିଦ ବଜାର ଏବଂ ସେଲଫି ପଏଣ୍ଟ ଆଦି ବୁଲି ଦେଖିଥିଲେ। ଏହି ପ୍ରଦର୍ଶନୀରେ ଗୋଲାପ, ଡାହାଲିଆ, ସେବତୀ, ଗେଣ୍ଡୁ, ଜଣବେରା, ଜିନିଆ, ଆଷ୍ଟର ପ୍ରଭୁତି ବହୁ ଅଧିକ କିସମ ଫୁଲର ସମାହାର ସହ ବିଭିନ୍ନ କିସମର ପତ୍ର ଗଛ ଯଥା- ଫର୍ଣ୍ଣ, ଆଗ୍ଲୋନିମା, ପାମ୍, ଭଳି ଅନେକ ଗଛ ପ୍ରଦର୍ଶିତ ହୋଇଥିଲା। ଏହା ସହିତ ଅତିଥିମାନେ ରିଜିଓନାଲ୍ ପ୍ଲାଣ୍ଟ ରିସୋର୍ସ…
ଭୁବନେଶ୍ବର: ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆଜି ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ରାଜା ମର୍ଦ୍ଦରାଜ ଦେଓଙ୍କ ରାଜ୍ୟ ଶାସନ, ରାଜନୈତିକ ଜୀବନ ଓ ଜନସଂପର୍କ ଉପରେ ଆଲୋକପାତ କରିଥିଲେ । ଅର୍ଥ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କୁ ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ବୋଲି ଅଭିହିତ କରିଥିଲେ ଖଲ୍ଲିକୋଟ ବିଧାୟିକା ଶ୍ରୀମତୀ ସୂର୍ଯ୍ୟମଣି ବୈଦ୍ୟ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୀବନୀ ଓ ଆଦର୍ଶ ନେଇ ବକ୍ତବ୍ୟ ରଖିଥିଲେ ।…
ଭୁବନେଶ୍ବର: ଖୁବଶୀଘ୍ର କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ନୂଆ ପ୍ୟାକେଜ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ। କେନ୍ଦୁପତ୍ର ତୋଳାଳିଙ୍କ ଆବେଦନ କ୍ରମେ ସେମାନଙ୍କ ପରିବାର ସଦସ୍ୟଙ୍କ ବିବାହ ପାଇଁ ରାଜ୍ୟ ସରକାର ଆର୍ଥିକ ସହାୟତା ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ପାଣ୍ଡିଆନ ସୂଚନା ଦେଇଛନ୍ତି। ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ଏ ନେଇ ଘୋଷଣା କରିବେ ବୋଲି ପାଣ୍ଡିଆନ କହିଛନ୍ତି। ସମ୍ବଲପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପାଣ୍ଡିଆନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ପଦ୍ମପୁର ଉପନିର୍ବାଚନ ସମୟରେ କେନ୍ଦୁପତ୍ର ଉପରୁ ଜିଏସଟି ଛାଡ ପାଇଁ କେନ୍ଦ୍ରମନ୍ତ୍ରୀ ଘୋଷଣା କରିଥିଲେ। ହେଲେ ପ୍ରତ୍ୟାହାର ପ୍ରସଂଗରେ କେନ୍ଦ୍ରମନ୍ତ୍ରୀଙ୍କ ଉଦାସୀନତା ନେଇ ସମାଲୋଚନା କରିଥିଲେ କାର୍ତ୍ତିକ ପାଣ୍ଡିଆନ। ଏପର୍ଯ୍ୟନ୍ତ କେନ୍ଦ୍ରମନ୍ତ୍ରୀ ତାଙ୍କ ପ୍ରତିଶ୍ରୁତି ପାଳନ କରି ନ ଥିବା ବେଳେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ଉପରୁ ନିଜ ଭାଗର ୮ ପ୍ରତିଶତ ଟିକସ ଛାଡ କରିଛନ୍ତି। ରାଜ୍ୟ…
ଭୁବନେଶ୍ବର: 5-T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି, ବାଲେଶ୍ବର, ଗଜପତି, ଢେଙ୍କାନାଳ, କେନ୍ଦୁଝର ଓ କଟକ ଆଦି ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ମାଲକାନଗିରି ଜିଲ୍ଲାର ୩୫ଟି ହାଇସ୍କୁଲ, ବାଲେଶ୍ବରର ୭୬ଟି, ଗଜପତିର ୨୮ଟି, ଢେଙ୍କାନାଳର ୬୩ଟି, କେନ୍ଦୁଝରର ୪୫ଟି ଓ କଟକର ୮୦ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ସୂଚନାଯୋଗ୍ୟ ଯେ ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ…
ଭୁବନେଶ୍ବର: ଲୋକସଭା ଓ ଓଡିଶା ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ବର୍ତ୍ତମାନ ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡିକ ସେମାନଙ୍କର ରଣନୀତି ତିଆରି କରିବାରେ ଲାଗିଛନ୍ତି। ତେବେ ଏଥର ସମ୍ବଲପୁର ଲୋକସଭା ଆସନ ଉପରେ ପୁରା ରାଜ୍ୟର ନଜରରେ ରହୁଛି। ଏହାର କାରଣ ହେଲା ଯେ, ସେହି ଆସନରୁ ଲଢେଇ କରିବାକୁ ସଜବାଜ ହେଉଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ ଏକ ବିଶେଷ ସୁତ୍ର ଅନୁସାରେ ଧର୍ମେନ୍ଦ୍ରଙ୍କୁ ଟକ୍କର ଦେବା ପାଇଁ ବିଜେଡିର ଟାଣୁଆ ତଥା ପାୱାରଫୁଲ ନେତା ପ୍ରଣବ ପ୍ରକାଶ ଦାସ ବା ବବି ଦାସଙ୍କୁ ପ୍ରସ୍ତୁତ କରାଯାଉଛି। କାରଣ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟକ୍କର ଦେବା ପାଇଁ ହେଲେ ବିଜେଡିର ଜଣେ ଟାଣୁଆ ନେତାର ଆବଶ୍ୟକ ରହିଛି। ବର୍ତ୍ତମାନ ପରିସ୍ଥିତିରେ ସମ୍ବଲପୁରରେ ସେପରି କେହି ନେତା ଦୃଷ୍ଟିକୁ ଆସୁ ନ ଥିବାରୁ କୁଆଡେ ବବିଙ୍କୁ ଛିଡା ହେବା ପାଇଁ ନିଷ୍ପତି ହେଉଛି ବୋଲି ଜଣାପଡିଛି। ସେହି ସୁତ୍ର ଅନୁସାରେ ଜଣାପଡିଛି ଯେ,…
ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଆଜି ହେବ ଅଙ୍କୁର ପୂଜନ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ଦିନ ୧୧ଟାରୁ ରାତି ୮ ଟା ପର୍ଯ୍ୟନ୍ତ ଏହି ପୂଜା ଚାଲିବ। ଏହାପରେ ୧୫ ତାରିଖରୁ ଯଜ୍ଞ ପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହେବ। ସେହିଦିନ ଯଜ୍ଞକୁଣ୍ଡ ସ୍ଥାପନ, ଅଖଣ୍ଡଦୀପ ସ୍ଥାପନ, ପଞ୍ଚକର୍ମ, ବ୍ରାହ୍ମଣ ବରଣ ଏବଂ ମଣ୍ଡଳ ପୂଜନ ହେବ। ସେହିପରି ୧୬ ତାରିଖରେ ସୂର୍ଯ୍ୟପୂଜା, ଧରିତ୍ରୀ ପୂଜା, ଗୋପୂଜା ଏବଂ ସଂକୀର୍ତ୍ତନ କାର୍ଯ୍ୟ ଆରମ୍ଭ ହେବ। ସେହିପରି ୧୭ ତାରିଖ ସକାଳୁ ଆରମ୍ଭ ହେବ ପ୍ରକଳ୍ପ ପ୍ରତିଷ୍ଠା କାର୍ଯ୍ୟକ୍ରମ। ସେହିିଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଶୁଭବେଳାରେ ପ୍ରକଳ୍ପର ଶୁଭାରମ୍ଭ କରିବେ। ଗତକାଲିଠାରୁ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ବ୍ରାହ୍ମଣ ବରଣ କାଯ୍ୟ ସଂପର୍ଣ୍ଣ କରିଛନ୍ତି। ଗୁଆଟେକା ସହିତ ମହାଯଜ୍ଞର ସମସ୍ତ ପ୍ରାରମ୍ଭିକ କାର୍ଯ୍ୟ…
ଭୁବନେଶ୍ୱର : ପୁଣି ଥରେ ବିରୋଧୀ ନେତାଙ୍କୁ ତେରଛା ବାଣ ମାରିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ବିରୋଧୀ ନେତାମାନଙ୍କ ଅସଲ ଚେହେରାକୁ ମଧ୍ୟ ପଦାରେ ପକାଇ ଦେଇଛନ୍ତି । ସେ କହିଛନ୍ତି, ନିର୍ବାଚନ ଥିବାରୁ ବହୁତ ବଡ ବଡ ନେତା ଆସୁଛନ୍ତି। ବଡ଼ ବଡ଼ ଭାଷଣ ଦେଇ ଆପଣମାନଙ୍କ ସାଙ୍ଗରେ କଥା ହେଇକି ପଳାଉଛନ୍ତି। ସେମାନେ ନିର୍ବାଚନ ଆସିଲେ ଦେଖା ଦେବେ। ନିର୍ବାଚନ ସରିଗଲେ ଆଉ ଦେଖା ମିଳିବ ନାହିଁ । ସମ୍ବଲପୁର ବରେଇପାଲି ଓ ରେଙ୍ଗାଳି ସାଧାରଣ ସଭାରେ ଯୋଗ ଦେଇ ନିର୍ବାଚନ ସର୍ବସ୍ବ ବିରୋଧୀ ନେତାଙ୍କୁ ଏଭଳି ସମାଲୋଚନା କରିଛନ୍ତି ଫାଇଭ ଟି ଅଧ୍ୟକ୍ଷ। ସେ କହିଛନ୍ତି ଯେ, “ଅନ୍ୟ ଲୋକଙ୍କ ଭଳି ଆମେ ସେପରି କରୁ ନାହୁଁ। ମୁଖ୍ୟମନ୍ତ୍ରୀ ଆମ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଲୋକଙ୍କ ପାଖରେ ପହଞ୍ଚିବା ପାଇଁ। ଲୋକଙ୍କର ଅସୁବିଧା ଦୂର କରିବା ପାଇଁ। ଲୋକଙ୍କ ସମସ୍ୟାର ସମାଧାନ କରି ଲୋକଙ୍କ…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ଜନତା ମଇଦାନଠାରେ ‘କୃଷି ଓଡିଶା-୨୦୨୪’ କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ କ୍ଷେତ୍ରରେ ମହିଳାମାନଙ୍କ ଅଧିକ ଭାଗିଦାରୀ ପାଇଁ ଆହ୍ୱାନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ୩ ଦିନ ଧରି ଚାଲିବ। ଏହି ଅବସରରେ ସାରା ରାଜ୍ୟର ଚାଷୀମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବହୁତ ଖୁସିର କଥା ଯେ ଏ ବର୍ଷର ‘କୃଷି ଓଡିଶା’ କାର୍ଯ୍ୟକ୍ରମ ରାଜ୍ୟର ମହିଳା ଚାଷୀଙ୍କ ପାଇଁ ସମର୍ପିତ। ଏହା କୃଷି କ୍ଷେତ୍ରରେ ମା’ ମାନଙ୍କ ଅବଦାନକୁ ସମ୍ମାନ ଜଣାଇବା ସହ ଏହା ଏ କ୍ଷେତ୍ରରେ ସେମାନଙ୍କ ଯୋଗଦାନକୁ ଉତ୍ସାହିତ କରିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି କୃଷି କ୍ଷେତ୍ରରେ ମଧ୍ୟ ମା’ମାନଙ୍କୁ ଆହୁରି ଆଗକୁ ଯିବାର ସମୟ ଆସିଛି। କୃଷି ଉଦ୍ୟୋଗ କ୍ଷେତ୍ରରେ ସେମାନଙ୍କ ପାଇଁ ବହୁତ ସୁଯୋଗ ଅଛି। ଆମର ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ମିଲେଟ…
ଭୁବନେଶ୍ୱର: ସରକାରୀ ସ୍କୁଲରେ ପାଠପଢି ମଧ୍ୟ ଭଲ କ୍ୟାରିଅର କରିହେବ ଏବଂ ଶୀର୍ଷକୁ ଯାଇ ହେବ। ଏହି ବାର୍ତ୍ତା ଦେଇଛନ୍ତି ଫାଇଭ ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ଛାତ୍ରଛାତ୍ରୀଙ୍କୁ ସଫଳତାର ଗୁରୁମନ୍ତ୍ର ଦେଇଛନ୍ତି। କଠିନ ପରିଶ୍ରମ ହିଁ ସଫଳତାର ସୂତ୍ର। କଠିନ ପରିଶ୍ରମର ବିକଳ୍ପ ନାହିଁ। ବଲାଙ୍ଗିର ଓ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସରକାରୀ ସ୍କୁଲରେ ପଢି ଆଜି ସଫଳତାର ଶୀର୍ଷରେ ଥିବା କିଛି ବ୍ୟକ୍ତଙ୍କ ଉଦାହରଣ ଦେଇଥିଲେ ପାଣ୍ଡିଆନ। ଏ ଅବସରରେ ସଫଳ ଉଦ୍ୟୋଗୀ ସୁବ୍ରତ ବାଗଚିଙ୍କ ଉଦାହରଣ ଦେଇଥିଲେ ପାଣ୍ଡିଆନ। ପାଟଣାଗଡ଼ରେ ୧୯୫୭ ମସିହାରେ ଜନ୍ମ ହୋଇଥିଲେ ସୁବ୍ରତ ବାଗଚି। ପାଟଣାଗଡ଼ରେ ସରକାରୀ ସ୍କୁଲରେ ପାଠ ପଢି ଓଡ଼ିଶା ସେକ୍ରେଟାରିଆଟରେ ଜଣେ କିରାଣୀ ଭାବେ କାର୍ୟ୍ୟ ଆରମ୍ଭ କରିଥିଲେ। ଏହାପରେ ଚାକିରି ଛାଡି ଆଇଟି କ୍ଷେତ୍ରରେ ଯୋଗ ଦେଇଥିଲେ। ଆଇଟି…
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି। ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି। ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି। ସେ କହିଛନ୍ତି ଯେ ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ। ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି। ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ…

