ଭୁବନେଶ୍ବର: ରାଜ୍ୟର ଆଜି ଦୁଇଟି ଏନଏସି ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଏଥିରେ ବିଜେଡି ପୁରା ବାଜିମାତ କରିଛି। ଏହି ଦୁଇଟି ଏନଏସି ହେଲା ବରଗଡର ଅତାବିରା ଏବଂ ଢେଙ୍କାନାଳର ହିନ୍ଦୋଳ। ଅତାବିରାରେ ମୋଟ ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ବିଜୟ ଲାଭ କରିଛି। ସେହିପରି ଢେଙ୍କାନାଳ ହିନ୍ଦୋଳ ଏନଏସିରେ ମୋଟ ୧୬ଟି ୱାର୍ଡରୁ ୧୧ ୱାର୍ଡରେ ବିଜେଡି ପ୍ରାର୍ଥୀ ବିଜୟୀ କରିଛନ୍ତ। ଏହି ବିଜୟକୁ ନେଇ ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଦଳର କର୍ମିଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ କହିଛନ୍ତି ଯେ, ‘ ଅତାବିରା ଓ ହିନ୍ଦୋଳ ଏନଏସିରେ ବିପୁଳ ବିଜୟ ପାଇଁ କଠିନ ପରିଶ୍ରମ କରିଥିବା ସମସ୍ତ ବରିଷ୍ଠ ନେତୃବୃନ୍ଦ, ପର୍ଯ୍ୟବେକ୍ଷକ ଏବଂ ବିଜୁ ଜନତା ଦଳର ଅଗଣିତ କର୍ମୀଙ୍କୁ ଅଶେଷ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରୁଛି। ସେ ଆହୁରି କହିଛନ୍ତି ଯେ, ‘ମୁଖ୍ୟମନ୍ତ୍ରୀ ଓ ବିଜୁ ଜନତା ଦଳ ଉପରେ ପୁନର୍ବାର…
Author: Samikhsya Bureau
ଭୁବନେଶ୍ବର: ଆସନ୍ତା ୩ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଟି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ସହିତ ଘଡଘଡିବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ଏକ ଆଗୁଆ ସୂଚନା ପ୍ରଦାନ କରିଛି। ଯେଉଁ ଜିଲ୍ଲାଗୁଡିକ ପାଇଁ ସତର୍କ ସୂଚନା ଦିଆଯାଇଛି ସେଗୁଡିକ ହେଲା ଗଜପତି, ଗଂଜାମ, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡା। ଗତ କିଛି ଦିନ ଧରି ରାଜ୍ୟରେ ବାରମ୍ବାର ପଶ୍ଚିମା ଝଡ ପ୍ରଭାବରେ ଝଡବର୍ଷା ଲାଗିରହିଛି। ଏବେ ପୁଣି ସେହି ଝଡବର୍ଷା ଲାଗରହିବ ବୋଲି ପାଣିପାଗ ବିଭାଗ କହିଛି।
Naveen In Japan: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନ ଗସ୍ତ କାଳରେ ଟୋକିଓଠାରେ ଆୟୋଜିତ ବିଜିନେସ ସମ୍ମିଳନୀକୁ ଉଦବୋଧନ ଦେଲେ। ଏଥିରେ ଯୋଗଦେଇଥିବା ଶିଳ୍ପପତିଙ୍କୁ ମୁଖ୍ୟମନ୍ତ୍ରୀ ଓଡିଶା ଉପରେ ଅବତାରଣା କରିଥିଲେ। ଏଥିରେ ସେ ଓଡିଶା ବ୍ୟବସାୟ ପାଇଁ କିପରି ଉପଯୁକ୍ତ ତାହା ସମସ୍ତଙ୍କୁ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ତ୍ତମାନ ଜାପାନ ଗସ୍ତରେ ଅଛନ୍ତି। ମୁଖ୍ୟତଃ ରାଜ୍ୟକୁ ବିପୁଳ ପୁଂଜି ଆଣିବା ଲକ୍ଷ୍ୟ ନେଇ ଏକ ବଡ ପ୍ରତିନିଧୀ ଦଳ ସହିତ ସେ ଜାପାନ ଗସ୍ତ କରିଛନ୍ତି। ଗତକାଲି ସେ ନିପ୍ପନ ଷ୍ଟିଲ କଂପାନୀର ମୁଖ୍ୟଙ୍କ ସହିତ ଆଲୋଚନା କରିଥିଲେ। ଏଥିରେ ଓଡିଶାରେ କଂପାନୀ ଏକ ସର୍ବବୃହତ ଷ୍ଟିଲ ପ୍ରକଳ୍ପ ସ୍ଥାପନ ପାଇଁ ଘୋଷଣା କରିଥିଲେ। ପୂର୍ବରୁ ନିପ୍ପନ ଓଡିଶାରେ ଆର୍ସଲର ମିତ୍ତଲ ସହିତ ମିଶି ଇସ୍ପାତ ପ୍ରକଳ୍ପ କରିବା ପାଇଁ ବୁଝାମଣା କରିଛି। ଏ ନେଇ କେନ୍ଦ୍ରାପଡାରେ ଏହି ଶିଳ୍ପ ପ୍ରତିଷ୍ଠା ହେବ ବୋଲି ନିଷ୍ପତି…
ଭୁବନେଶ୍ଵର: ସମାପ୍ତ ହୋଇଯାଇଛି ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ଅନୁଷ୍ଠିତ ହୋଇଥିବା ରୋଟାରୀ ଇଣ୍ଟରନ୍ୟାସନାଲ ଡିଷ୍ଟ୍ରିକ୍ଟ ୩୨୬୨ର ପ୍ରଶିକ୍ଷଣ ଶିବିର “ବାହୁବଳୀ” (PETs / SETs)। ଯେଉଁଥିରେ ୧୨୦ ରୋଟାରୀ କ୍ଲବର ସଭାପତି ଏବଂ ସମ୍ପାଦକଙ୍କୁ ମିଳିଲା ତାଲିମ। ପ୍ରଥମ ମହିଳା ରୋଟାରୀ ଗଭର୍ଣ୍ଣର ଜୟଶ୍ରୀ ମହାନ୍ତି, ରୋଟାରୀ ବର୍ଷ ୨୩-୨୪ ପାଇଁ ରାଜ୍ୟରେ ଥିବା ୪୫୦୦ ରୋଟାରିୟାନସ୍ ମାନଙ୍କୁ ବିଶ୍ୱରେ ଆଶା ସୃଷ୍ଟି କରିବା ପାଇଁ ଉତ୍ସାହିତ କରିଥିଲେ। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରୋଟାରୀ ଇଣ୍ଡିଆର ଗର୍ବ ତଥା ରୋଟାରୀ ଆନ୍ତର୍ଜାତୀୟ ସଭାପତି ୨୧-୨୨, ଶେଖର ମେହେଟ୍ଟା ଯୋଗଦେଇଥିଲେ। ବାହାରକୁ ଯାଇ ସେବା କରିବାକୁ ସମସ୍ତଙ୍କୁ ପ୍ରେରଣା ଯୋଗାଇଥିଲେ। ଅତିଥି ତଥା ସମ୍ମାନିତ ପିଡିଜି ରୋନ୍ ଡେନହମ୍, WASRAGs ର ଚେୟାର୍ ଏମିରିଟସ୍, ଯିଏ କି ଜଳ ଏବଂ ପରିମଳ ବ୍ୟବସ୍ଥାରେ କାର୍ଯ୍ୟ କରୁଥିବା ସର୍ବ ବୃହତ ଫେଲୋସିପ୍ ଗ୍ରୁପ୍, ରାଜ୍ୟରେ ନିଆଯାଇଥିବା ଆନ୍ତର୍ଜାତୀୟ ପ୍ରକଳ୍ପ ବିଷୟରେ ଆଲୋଚନା…
ଭୁବନେଶ୍ବର: ଆଜି ଓଡିଶାର ଦୁଇଟି ଏନଏସି ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ କମିସନରଙ୍କ ପକ୍ଷରୁ ଏହି ଫଳ ପ୍ରକାଶିତ ହୋଇଛି। ଯେଉଁ ଦୁଇଟି ଏନଏସିରେ ଆଜି ଭୋଟ ଗଣତି ହୋଇଥିଲା ସେ ଦୁଇଟି ହେଲା ବରଗଡର ଅତାବିରା ଏବଂ ଢେଙ୍କାନାଳର ହିନ୍ଦୋଳ ଏନଏସି। ଫଳାଫଳ ଅନୁସାରେ ଅତାବିରାରେ ମୋଟ ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ବିଜୟ ଲାଭ କରିଛି। ଗୋଟିଏ ଆସନରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଅତାବିରା ୱାର୍ଡ ନମ୍ବର ୱାନ ରେ କଂଗ୍ରେସ ପ୍ରାର୍ଥୀ ଦୀପକ ରାୟ 18 ଖଣ୍ଡ ଭୋଟରେ ବିଜେଡି ପ୍ରାର୍ଥୀଙ୍କ ଠାରୁ ବିଜୟ ଲାଭ କରିଛନ୍ତି। ଏହି ଏନଏସିରେ ବିଜେପି ଖାତା ଖୋଲିପାରି ନାହିଁ। ସେହିପରି ଢେଙ୍କାନାଳ ହିନ୍ଦୋଳ ଏନଏସିରେ ମୋଟ ୧୬ଟି ୱାର୍ଡରୁ ୧୧ ୱାର୍ଡରେ ବିଜେଡି ପ୍ରାର୍ଥୀ ବିଜୟୀ କରିଛନ୍ତି। ହେଲେ ୫ଟି ୱାର୍ଡରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି। କିନ୍ତୁ ଦୁଃଖର କଥା ଏହି ଏନଏସିରେ କଂଗ୍ରେସ…
ନୂଆଦିଲ୍ଲୀ: କର୍ମଚାରୀ ଭବିଷ୍ୟତ ନିଧି ପାଣ୍ଠି ସଂଗଠନ କିଛି ସମୟ ପୂର୍ବରୁ ବମ୍ପର ପଦବୀ ପାଇଁ ନିଯୁକ୍ତି ଚାଲିଛି। ଏଗୁଡିକ ପାଇଁ ଆବେଦନ ପ୍ରକ୍ରିୟା ଦୀର୍ଘ ସମୟ ଧରି ଚାଲିଛି। ଯଦି ଆପଣ ମଧ୍ୟ ଏହି ପଦବୀଗୁଡିକ ପାଇଁ ଆବେଦନ କରିବାକୁ ଚାହାଁନ୍ତି, ତେବେ ଆପଣ ଦିଆଯାଇଥିବା ଫର୍ମାଟରେ ଫର୍ମ ପୂରଣ କରିପାରିବେ। ମାର୍ଚ୍ଚ ୨୭ ତାରିଖରୁ ଆବେଦନ ଆରମ୍ଭ ହୋଇଛି ଏବଂ ଆବେଦନ କରିବାର ଶେଷ ତାରିଖ ହେଉଛି ଏପ୍ରିଲ ୨୬ ତାରିଖ ୨୦୨୩ ରହିଛି। ଏହି ନିଯୁକ୍ତି ବିଷୟରେ ବିଶେଷ କଥା ହେଉଛି ଉଭୟ ଦ୍ୱାଦଶ ପାସ୍ ଏବଂ ସ୍ନାତକମାନେ ସେମାନଙ୍କ ପାଇଁ ଆବେଦନ କରିପାରିବେ। ତଥାପି, ପଦବୀ ଅନୁଯାୟୀ ସେମାନଙ୍କର ଅନ୍ୟ କିଛି ଯୋଗ୍ୟତା ରହିବା ଉଚିତ୍। ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିବରଣୀ ଜାଣନ୍ତୁ….. ଏହି ନିଯୁକ୍ତି ଯୋଜନା ମାଧ୍ୟମରେ ମୋଟ ୨୮୫୯ ଟି ପୋଷ୍ଟ ପୂରଣ ହେବ। ସେଥିମଧ୍ୟରୁ ୨୬୭୪ ଟି ପୋଷ୍ଟ ସାମାଜିକ ସୁରକ୍ଷା ସହାୟକ…
ନୂଆଦିଲ୍ଲୀ: ସୁପରଷ୍ଟାର କିଚା ସୁଦୀପଙ୍କ ବିଜେପିରେ ଯୋଗଦେବା ଖବର ମଧ୍ୟରେ ଅଭିନେତାଙ୍କୁ ଧମକପୂର୍ଣ୍ଣ ଚିଠି ମିଳିଥିବା ଅଭିଯୋଗ ହୋଇଛି। ବାସ୍ତବରେ, ଅଭିନେତାଙ୍କ ମ୍ୟାନେଜର ଜ୍ୟାକ୍ ମଞ୍ଜୁଙ୍କୁ ସୋସିଆଲ ମିଡିଆରେ କିଚାଙ୍କ ବ୍ୟକ୍ତିଗତ ଭିଡିଓ ଜାରି କରିବାକୁ ଧମକପୂର୍ଣ୍ଣ ଚିଠି ମିଳିଛି। ଏହା ପରେ ସେ ବେଙ୍ଗାଲୁରୁର ପୁତ୍ତନହଲି ଥାନାରେ ଏ ସମ୍ପର୍କରେ ଅଭିଯୋଗ କରିଛନ୍ତି। ପୋଲିସ ଆଇପିସିର ଅନେକ ଧାରା ଅଧୀନରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ମାମଲା ପଞ୍ଜୀକରଣ କରିବା ପରେ ପୋଲିସ ସେହି ବ୍ୟକ୍ତିଙ୍କୁ ଖୋଜୁଛି ଯିଏକି କନ୍ନଡ ଅଭିନେତ୍ରୀ ସୁଦୀପଙ୍କୁ ଦୁଇଟି ଚିଠି ପଠାଇଥିଲେ ଏବଂ ତାଙ୍କ ବ୍ୟକ୍ତିଗତ ଭିଡିଓ ସାର୍ବଜନୀନ କରିବାକୁ ଧମକ ଦେଇଥିଲେ। ଚିଠିରେ ସୁଦୀପଙ୍କ ବିରୋଧରେ ଅପମାନଜନକ ଶବ୍ଦ ଲେଖାଯାଇଛି। ପରିବାରର ତଦାରଖକାରୀଙ୍କୁ ଏହି ଚିଠି ମିଳିଥିଲା। ଅନ୍ୟପକ୍ଷରେ ସୁଦୀପଙ୍କ ପରିବାରର ପ୍ରତିନିଧିତ୍ୱ କରୁଥିବା ମଞ୍ଜୁନାଥ କହିଛନ୍ତି ଯେ, ଏହା ମାନସିକ ନିର୍ଯ୍ୟାତନା ସୃଷ୍ଟି କରିଛି ଏବଂ…
ହାଇଦ୍ରାବାଦ: ଏସସି ପେପର ଲିକ୍ ମାମଲାରେ ବିଜେପିର ତେଲେଙ୍ଗାନା ରାଜ୍ୟ ସଭାପତି ବନ୍ଦୀ ସଞ୍ଜୟ କୁମାରଙ୍କୁ ଗିରଫ କରାଯାଇଛି। ଏହା ପୂର୍ବରୁ ମଧ୍ୟରାତ୍ରିରେ ତେଲେଙ୍ଗାନା ପୋଲିସ କରିମନଗରରେ ସଞ୍ଜୟଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଅଟକ ରଖିଥିଲା। ତେଲେଙ୍ଗାନା ବିଜେପି ମୁଖ୍ୟଙ୍କ ଗିରଫଦାରୀ ଉପରେ ବିଜେପି ଆଇଟି ସେଲ କେସିଆର ସରକାର ଉପରେ ଆକ୍ରମଣ କରିଛି ଏବଂ ଏହା ଭଲ ହେବ ନାହିଁ ବୋଲି କହିଛି।
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ଓଏଏସ ଅଧିକାରିଣୀ ଶୀତଲ ଅଗ୍ରୱାଲ ନୂତନ ବିଡ଼ିଓ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଶ୍ରୀମତୀ ଅଗ୍ରୱାଲ ଏହା ପୁର୍ବରୁ ନୟାଗଡ଼ ଜିଲ୍ଲାରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଥିଲେ। କାର୍ଯ୍ୟରେ ଯୋଗଦେବା ପରେ ବାଣପୁର ବ୍ଲକର ସମସ୍ତ କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଥିଲେ। ତେବେ ବାଣପୁର ବ୍ଲକରେ ଜନ ଅଭିଯୋଗ ଏବଂ ୫-ଟି ବ୍ୟବସ୍ଥା ଶତ ପ୍ରତିଶତ ଲାଗୁ କରିବା ପ୍ରାଥମିକତା ରହିବ ବୋଲି ଆମ ପ୍ରତିନିଧିଙ୍କୁ ନୂତନ ବିଡ଼ିଓ ଶ୍ରୀମତୀ ଅଗ୍ରୱାଲ ସୂଚନା ଦେଇଛନ୍ତି। ଅନୁରୂପ ଭାବେ ବାଣପୁର ବ୍ଲକର ଦୁଇ ଆଦିବାସୀ ଅଧ୍ୟୁଷିତ ପଞ୍ଚାୟତ ଯଥା ନୀଳାଦ୍ରିପ୍ରସାଦ ଏବଂ ଦାମିଆ ବରବରା ପଞ୍ଚାୟତର ସର୍ବାଙ୍ଗୀନ ଉନ୍ନତିକୁ ଗୁରୁତ୍ୱ ଦେବେ ବୋଲି ଶ୍ରୀମତୀ ଅଗ୍ରୱାଲ କହିଛନ୍ତି। ସୂଚନା ଥାଉକି ନିକଟରେ ବାଣପୁର ବ୍ଲକ ପୂର୍ବତନ ବିଡିଓ ବୁଲବୁଲ ବେହେରାଙ୍କ ବାଲିପାଟଣା ତହସିଲଦାର ଭାବେ ବଦଳି ହୋଇଥିଲା।
ବେଙ୍ଗାଲୁରୁ: କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପୂର୍ବରୁ ଲୋକପ୍ରିୟ କନ୍ନଡ ଚଳଚ୍ଚିତ୍ର ତାରକା କିଚା ସୁଦୀପ ଏବଂ ଦର୍ଶନ ତୁଗୁଦୀପା ଆଜି ଭାରତୀୟ ଜନତା ପାର୍ଟିରେ ଯୋଗଦେବାର ସମ୍ଭାବନା ରହିଛି। ପାର୍ଟି ସୂତ୍ର ଅନୁଯାୟୀ, ଉଭୟ କଳାକାର କର୍ଣ୍ଣାଟକର ବେଙ୍ଗାଲୁରୁର ଏକ ଘରୋଇ ହୋଟେଲରେ ଅପରାହ୍ନ ୧.୩୦ ଏବଂ ଅପରାହ୍ନ ୨.୩୦ ରେ ପାର୍ଟିରେ ଯୋଗଦେବେ। କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବସଭରାଜ ବମ୍ମାଇ ଏବଂ ଦଳର ଅନ୍ୟ ନେତାଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେବେ ବୋଲି ସୂତ୍ରରୁ ପ୍ରକାଶ। ଯଦି ରିପୋର୍ଟଗୁଡିକ ବିଶ୍ଵାସ କରାଯାଏ, ତେବେ କିଚା ସୁଦୀପ ମଧ୍ୟ ତାରକା ପ୍ରଚାରକମାନଙ୍କ ତାଲିକାରେ ଅନ୍ତର୍ଭୁକ୍ତ ହେବେ। କେବଳ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରରେ ନୁହେଁ ହିନ୍ଦୀ ସିନେମାରେ ମଧ୍ୟ କିଚା ସୁଦୀପ ଏକ ଲୋକପ୍ରିୟ ଚେହେରା। ସେ ଫିଲ୍ମ ‘ଫୁଙ୍କ’ ସହିତ ବଲିଉଡରେ ଡେବ୍ୟୁ କରିଥିଲେ। ତାଙ୍କୁ ସଲମାନ ଖାନଙ୍କ ଫିଲ୍ମ ଦବଙ୍ଗ ୨ ରେ ଜଣେ ଭିଲେନ ଭାବରେ ଦେଖିବାକୁ ମିଳିଥିଲା। ଆସନ୍ତା…
ନୂଆଦିଲ୍ଲୀ: ଭାରତରେ କରୋନା ମାମଲା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୪୩୫ଟି ନୂଆ କରୋନା ମାମଲା ରୁଜୁ ହୋଇଛି। ନୂଆ ମାମଲାରେ ୪୬ ପ୍ରତିଶତ ବୃଦ୍ଧି ଘଟିଛି। ଅନ୍ୟପକ୍ଷରେ, ଯଦି ଆମେ ଦୈନିକ ପଜିଟିଭ ହାର ବିଷୟରେ ଆଲୋଚନା କରିବା, ତେବେ ଏହା ୩.୩୮ ପ୍ରତିଶତ ଅଟେ। ଭାରତରେ ସକ୍ରିୟ ମାମଲା ସଂଖ୍ୟା ହେଉଛି ୨୩,୦୯୧। ଗତ ୨୪ ଘଣ୍ଟା ମଧ୍ୟରେ, କରୋନାରୁ ୨ ହଜାର ୫୦୮ ଲୋକ ଉଦ୍ଧାର ହୋଇଛନ୍ତି। ମୋଟ ପୁନରୁଦ୍ଧାର ସଂଖ୍ୟା ବିଷୟରେ କହିବାବେଳେ ଏହା ୪,୪୧,୭୯,୭୧୨ ଅଟେ।
ନୂଆଦିଲ୍ଲୀ: ଆର୍ଥିକ ସଶକ୍ତିକରଣ ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି ଉପରେ ଧ୍ୟାନ ଦେଇ ତୃଣମୂଳସ୍ତରରେ ଉଦ୍ୟମିତାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ୫ ଏପ୍ରିଲ ୨୦୧୬ରେ ଷ୍ଟାଣ୍ଡ ଅପ୍ ଇଣ୍ଡିଆ ଯୋଜନାର ଶୁଭାରମ୍ଭ କରାଯାଇଥିଲା। ଷ୍ଟାଣ୍ଡ ଅପ୍ ଇଣ୍ଡିଆ ଯୋଜନାର କାର୍ଯ୍ୟକାଳକୁ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ମହିଳା ସମ୍ପ୍ରଦାୟର ଆକାଂକ୍ଷୀ ଉଦ୍ୟୋଗୀମାନେ ସମ୍ମୁଖିନ ହେଉଥିବା ସମସ୍ୟାକୁ ଆଖି ଆଗରେ ରଖି ସେମାନଙ୍କ ସ୍ୱପ୍ନକୁ ବାସ୍ତବତାରେ ପରିଣତ କରିବା ଲାଗି ଷ୍ଟାଣ୍ଡଅପ୍ ଇଣ୍ଡିଆ ଯୋଜନା ଆରମ୍ଭ କରାଯାଇଥିଲା। ଏହି ଯୋଜନା ମହିଳା ଅନୁସୂଚିତ ଜାତି ଏବଂ ଜନଜାତି ବର୍ଗର ଲୋକମାନଙ୍କ ମଧ୍ୟରେ ଉଦ୍ୟମିତାକୁ ପ୍ରୋତ୍ସାହିତ କରିବା ସହିତ ସେମାନଙ୍କୁ ଉତ୍ପାଦନ, ସେବା କିମ୍ବା ବ୍ୟବସାୟିକ ଏବଂ କୃଷି ଆନୁସଙ୍ଗିକ କାର୍ଯ୍ୟକଳାପ କ୍ଷେତ୍ରରେ ନୂଆ ଉଦ୍ୟୋଗ ପ୍ରତିଷ୍ଠାରେ ସହାୟକ ହୋଇଥାଏ। ଏହି ଅବସରରେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ କହିଛନ୍ତି…
ବାଲେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସ ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ରେମୁଣା ଓ ସୋରୋ ସହରରେ ନୂଆ ଷ୍ଟୋର ଶୁଭାରମ୍ଭ କରିଛି। ଟ୍ରେଣ୍ଡ୍ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖି କରି ଫ୍ୟାଶନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସହ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାଶନ ଶପିଂ ଡେଷ୍ଟିନେସନ ପାଲଟିଛି। ରେମୁଣା ଓ ସୋରୋ ସହରର ନୂଆ ଟ୍ରେଣ୍ଡ୍ସ ଷ୍ଟୋରରେ ମଡର୍ଣ୍ଣ ଲୁକ୍ ସହିତ ଉନ୍ନତ ପରିବେଶ ରହିଛି। ଏଥିସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଉକ୍ତ ଷ୍ଟୋରକୁ…
ଭୁବନେଶ୍ଵର: ଜୀ-ସାର୍ଥକ ବ୍ୟାନରରେ ଆସୁଛି ‘ପାରିକରିବେ ଭୋଳାଶଙ୍କର ୨’ । ‘ପାରିକରିବେ ଭୋଳାଶଙ୍କର’ ର ଅପୂର୍ବ ସଫଳତା ପରେ ଭିନ୍ନ ଏକ କାହାଣୀକୁ ନେଇ ନିର୍ମାଣ ହୋଇଛି ଏହି ଫିଲ୍ମ। ଭୁବନେଶ୍ୱରର ଏକ ତାରକା ହୋଟେଲରେ ଚଳଚ୍ଚିତ୍ରର ଅଡିଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଲୋକାର୍ପଣ ଉତ୍ସବ ରେ ଜୀ ସାର୍ଥକ ଚାନେଲର ଚିଫ୍ ଚାନେଲ୍ ଅଫିସର ପ୍ରତୀକ ସିଲ, ଜୀ ସାର୍ଥକ ଫିଲ୍ମସ କାର୍ଯ୍ୟନିର୍ବାହୀ ପ୍ରଯୋଜକ ତନ୍ମୟ ମିଶ୍ର ଙ୍କ ସମେତ ଚଳଚ୍ଚିତ୍ରର ପ୍ରଯୋଜକ ସୁନୀଲ କୁମାର ପଟ୍ଟନାୟକ, ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ସାହୁ (ବାପି), ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ ପାଢ଼ୀ, ଗୀତିକାର ନିର୍ମଳ ନାୟକ, ଅଭିନେତା ରାକେଶ ଦେଓ, ଅଭିନେତ୍ରୀ ଲିପିକା ସେନାପତି, ବରିଷ୍ଠ ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା ଓ ସୋମୁ ଉପସ୍ଥିତ ଥିଲେ। ଡାକ୍ତର ପ୍ରଭାକର ସଞ୍ଜିବନୀ ତିଆରି କରିଛନ୍ତି ଏମିତି ଏକ ଫର୍ମୁଲା ଯାହା ଯେ କୌଣସି ବିଷକୁ କାଟି ପାରିବ କିନ୍ତୁ ସେହି ଫର୍ମୁଲା…
ଭୁବନେଶ୍ୱର: ଗତବର୍ଷ ସେପ୍ଟେମ୍ବର ମାସରେ ରାଜ୍ୟର କିଛି ଅଞ୍ଚଳରେ ଗୋମହିଷାଦିଙ୍କ ମଧ୍ୟରେ ଦେଖାଦେଇଥିବା ଚର୍ମବିଣ୍ଡି ରୋଗର ବର୍ତ୍ତମାନ ସ୍ଥିତି ଓ ଏ ପରିପ୍ରେକ୍ଷୀରେ ଗୋମହିଷାଦିଙ୍କ କିଣାବିକା ଓ ରାଜ୍ୟ ଭିତରେ ରାଜ୍ୟ ବାହାରେ ଗୋମହିଷାଦିଙ୍କ ପରିବହନ ଉପରେ ଲଗାଯାଇଥିବା କଟକଣା ଉଠାଇବା ସଂପର୍କରେ ଏକ ସମୀକ୍ଷା ବୈଠକ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କୃଷିଭବନଠାରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ସମସ୍ତ ଜିଲ୍ଲାର ମୁଖ୍ୟ ଜିଲ୍ଲା ପ୍ରାଣୀଚିକିତ୍ସା ଅଧିକାରୀଙ୍କଠାରୁ ଜିଲ୍ଲାର ଚର୍ମବିଣ୍ଡି ରୋଗର ସଦ୍ୟତମ ସ୍ଥିତି ସଂପର୍କରେ ବୁଝିଥିଲେ ଏବଂ କଟକଣା ଉଠାଇବା ଓ ଗୋମହିଷାଦି ହାଟର ଆୟୋଜନ ସଂପର୍କରେ ମତାମତ ଲୋଡ଼ିଥିଲେ। ବୈଠକରେ ସୀମାନ୍ତବର୍ତ୍ତୀ ଜିଲ୍ଲାର ସିଡିଭିଓମାନଙ୍କୁ ପଡ଼ୋଶୀ ଜିଲ୍ଲାରେ ଚର୍ମବିଣ୍ଡି ରୋଗର ସ୍ଥିତି ସଂପର୍କରେ ମଧ୍ୟ ପଚାରି ବୁଝିଥିଲେ। ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ…
ଭୁବନେଶ୍ୱର : ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ଦେଶର ବିଭିନ୍ନ ସ୍ଥାନରେ ବୈଠକମାନଙ୍କ ଆୟୋଜନ କରାଯାଉଛି। ଚଳିତ ମାସ ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଠାରେ ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ଆୟୋଜନ କରାଯିବ। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଜନଭାଗିଦାରୀ ଜରିଆରେ ଜି-୨୦ କାର୍ୟ୍ୟକ୍ରମକୁ ଫଳପ୍ରଦ କରିବା ଲାଗି ବିଭିନ୍ନ କାର୍ୟ୍ୟକ୍ରମ ହାତକୁ ନିଆଯାଇଛି । ଓଡ଼ିଶାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମାର୍ଗଦର୍ଶନରେ ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ ସଂଗଠନ ପକ୍ଷରୁ ପ୍ରାୟ ମାସେ ବ୍ୟାପୀ ଜି-୨୦ ଜନଭାଗିଦାରୀ କାର୍ୟ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି କ୍ରମରେ ଜି-୨୦ ଜନଭାଗିଦାରୀ ଅଭିଯାନ ଅଧୀନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଏନସିଇଆରଟି ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ପ୍ରତିଷ୍ଠାନର ନିଜସ୍ୱ କ୍ୟାମ୍ପସ ଏବଂ ଆଖପାଖ ଅଞ୍ଚଳରେ ସ୍ୱଚ୍ଛତା କାର୍ୟ୍ୟକ୍ରମ…
ନୂଆଦିଲ୍ଳୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆଜି ଭାରତର ୬୦% ଗ୍ରାମାଞ୍ଚଳ ପରିବାର ଟ୍ୟାପ ଯୋଗେ ନିଜ ଘରେ ସ୍ୱଚ୍ଛ ଓ ନିରାପଦ ପାନୀୟ ଜଳ ସୁବିଧା ପାଇଛନ୍ତି। ଦେଶର ମୋଟ ଗ୍ରାମର ୨୫% ଅର୍ଥାତ୍ ୧.୫୫ ଲକ୍ଷରୁ ଅଧିକ ଗାଁକୁ “ହର୍ ଘର୍ ଜଲ୍” ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ସବୁ ପରିବାରକୁ ଟ୍ୟାପ ଜଳ ଯୋଗାଣ ସୁବିଧା ପ୍ରଦାନ କରାଯାଇଛି। ଚଳିତବର୍ଷ ଜାନୁୟାରୀରୁ ମାର୍ଚ୍ଚ ମାସ ମଧ୍ୟରେ ଜଳ ଜୀବନ ମିଶନରେ ପ୍ରତି ସେକେଣ୍ଡରେ ଗୋଟିଏ ପାଣି ଟ୍ୟାପ ଲୋକଙ୍କ ଘରକୁ ଯୋଗାଇ ଦିଆଯାଉଛି। ଏହା ଏକ ବିରଳ ସଫଳତା। ୨୦୨୩ର ପ୍ରଥମ ତିନିମାସ ମଧ୍ୟରେ ପ୍ରତ୍ୟେକ ଦିନ ହାରାହାରି ୮୬, ୮୯୪ ନୂଆ ପାଣି ଟ୍ୟାପ ସଂଯୋଗ ଯୋଗାଇବାରେ ସରକାର ସଫଳ ହୋଇଛନ୍ତି। ଜଳ ଜୀବନ ମିଶନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ୨୦୧୯ ଅଗଷ୍ଟ ୧୫ରେ ଘୋଷଣା କରାଯାଇଥିଲା । ଏହି ଯୋଜନାର ଲକ୍ଷ୍ୟ…
ନୂଆଦିଲ୍ଲୀ: ହିନ୍ଦୁ ଧର୍ମରେ ନଡ଼ିଆ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ନଡ଼ିଆ ଦେବତାମାନଙ୍କୁ ନୈବେଦ୍ୟ ରୂପେ ଅର୍ପଣ କରାଯାଇଥାଏ। ନଡ଼ିଆ ଭିତରେ ପାଣି ଅଛି, ଯାହା ଅତ୍ୟନ୍ତ ପବିତ୍ର ବୋଲି ବିବେଚନା କରାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ନଡ଼ିଆ ଜଳର ସ୍ପର୍ଶ ଦ୍ୱାରା ଜିନିଷଗୁଡ଼ିକ ଶୁଦ୍ଧ ହୋଇଥାଏ। ନଡ଼ିଆ ଭିତର ଶସକୁ ମଧ୍ୟ ସଂପୂର୍ଣ୍ଣ ଶୁଦ୍ଧ ବିବେଚନା କରାଯାଏ। ନଡ଼ିଆକୁ ସୁଖ, ଭାଗ୍ୟ ଏବଂ ସମୃଦ୍ଧିର ପ୍ରତୀକ ଭାବରେ ବିବେଚନା କରାଯାଏ। ପ୍ରତ୍ୟେକ ଶୁଭ କାର୍ଯ୍ୟ, ବିବାହ, ଲଗ୍ନ, ଧାର୍ମିକ ରୀତିନୀତି, ପ୍ରତିଷ୍ଠା, ଘରର ମୂଳଦୁଆ ପକାଇବା, ଘର ପ୍ରବେଶ ସମୟରେ ନଡ଼ିଆର ବିଶେଷ ମହତ୍ତ୍ୱ ରହିଛି। କିଛି ଲୋକ ଏହାକୁ ଭଗବାନ ଶିବଙ୍କ ରୂପ ଭାବରେ ମଧ୍ୟ ବିବେଚନା କରନ୍ତି। କାରଣ ଏହାର ତିନୋଟି ଆଖି ଅଛି ଯାହାକୁ ଏହାକୁ ତ୍ରିନେତ୍ର ବୋଲି ବିବେଚନା କରାଯାଏ।
ନୂଆଦିଲ୍ଲୀ: ଚିଲ ପକ୍ଷୀଟି ଅତି ସୁନ୍ଦର ପକ୍ଷୀମାନଙ୍କ ମଧ୍ୟରେ ଗଣାଯାଏ। ଯେତେବେଳେ ଚିଲ ଆକାଶରେ ଉଡେ ସେତେବେଳେ ଯେ କେହି ଦେଖେ ସେ ବିମୋହିତ ହୋଇପଡେ। ହେଲେ ଚିଲ ପକ୍ଷୀକୁ ସାଧାରଣତଃ ଅଶୁଭ ବୋଲି ଧରାଯାଇଥାଏ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଚିଲ ପକ୍ଷୀ ସହିତ ଶୁଭ କଥା ମଧ୍ୟ ଜଡିତ ରହିଛି। ହେଲେ ତାହା କ୍ବଚିତ ଦେଖା ଯାଇଥାଏ। କିନ୍ତୁ ଯେତେବେଳେ ମିଳିଲା, ସେଗୁଡିକ ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ଜଣାପଡିଛି। ଆସନ୍ତୁ ବର୍ତ୍ତମାନ ଚିଲ ସହିତ ଜଡିତ ଶୁଭ ଅଶୁଭ ବିଷୟରେ ଆଲୋଚନା କରିବା- ଚିଲ ସହିତ ଜଡିତ ଶୁଭଅଶୁଭ କଥା 1- ଯେଉଁ ବିଲଡିଂରେ ଚିଲ ବସିବା ଆରମ୍ଭ କରନ୍ତି, ସେହି ବିଲ୍ଡିଂରେ ରହୁଥିବା ଲୋକଙ୍କ ଭାଗ୍ୟ ଖରାପ ହୁଏ । ସେହି ଘରେ ରହୁଥିବା ଲୋକମାନେ ଦୁର୍ଭାଗ୍ୟଜନକ ହୁଅନ୍ତି । ପ୍ରାୟତଃ ଏହିପରି ଅଟ୍ଟାଳିକା ନଷ୍ଟ ହୋଇଯାଏ । 2- ଉଡିବା ସମୟରେ ଯଦି…
ମେଷ- ଆଜି ଆପଣଙ୍କର ସ୍ଥାନାନ୍ତରଣ ଯୋଗ ଅଛି। ବ୍ୟବହାରିକ କାର୍ଯ୍ୟଗୁଡିକ ପରିଚାଳନା କରିବା ଶୁଭ ଅଟେ। ଘରର ପରିବେଶ ସୁଖଦ ଏବଂ ଶାନ୍ତିପୂର୍ଣ୍ଣ ରହିବ। କଳାକାରମାନଙ୍କ ପାଇଁ ଶୁଭ, ସେମାନଙ୍କ କାର୍ଯ୍ୟର ଚତୁରତା ଏବଂ କଳାର ଭାବନା ପ୍ରଦର୍ଶନ କରିବାର ଏକ ସୁଯୋଗ ରହିବ । ଏହି ବ୍ୟକ୍ତିଙ୍କ ଜୀବନରେ ପ୍ରେମ ସାଂଘାତିକ ହୋଇପାରେ। ପାରିବାରିକ ସମ୍ପର୍କରେ ବିରକ୍ତ ହୋଇପାରନ୍ତି। ପିଲାମାନଙ୍କର ଅଗ୍ରଗତି ଦ୍ୱାରା ମନ ଖୁସି ରହିବ। ବୃଷ- ଆପଣଙ୍କ ଘରେ ଧାର୍ମିକ କାର୍ଯ୍ୟ ହେବ, ପରିବାରରେ ଖୁସିର ପରିବେଶ ରହିବ । ସଫଳତା ପାଇବେ। ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନୂତନ କାର୍ଯ୍ୟ ପାଇଁ ଖୁସି ହେବେ। ମଧ୍ୟଭାଗ ପରେ କ୍ରୋଧ ଆପଣଙ୍କର ପ୍ରକୃତିରେ ଅଧିକ ରହିବ। ତେଣୁ ଆଜି ଆପଣ ବକ୍ତବ୍ୟ ଏବଂ ଆଚରଣକୁ ସନ୍ତୁଳିତ ରଖିବା ଆବଶ୍ୟକ। ମିଥୁନ- ମନେରଖନ୍ତୁ ଯେ ମାତାର ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଏବଂ ପରିବାରର ଅବାଞ୍ଛିତ ପରିବେଶ ଆପଣଙ୍କ…
ଭୁବନେଶ୍ବର: ସୂଚନା ଓ ଲୋକସଂପର୍କ ବିଭାଗ, ରାଜ୍ୟସ୍ତରୀୟ ଶହୀଦ ରଘୁ-ଦିବାକର ସ୍ମୃତି କମିଟି ଏବଂ ରଣପୁର ସାଂସ୍କୃତିକ ପରିଷଦ, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜୟଦେବ ଭବନଠାରେ ଆୟୋଜିତ ହୋଇଯାଇଛି। ଅମର ଶହୀଦ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ଶ୍ରୀ ସୌମ୍ୟରଞ୍ଜନ ପଟ୍ଟନାୟକ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଯୋଗଦେଇ ରଣପୁର ବିଧାୟକ ଶ୍ରୀ ସତ୍ୟନାରାୟଣ ପ୍ରଧାନ ଶହୀଦ ରଘୁ-ଦିବାକରଙ୍କ ସାହସ ତଥା ବି୍ରଟିଶ ଶାସନର ଅନ୍ୟାୟ ଓ ଅତ୍ୟାଚାର ବିରୁଦ୍ଧରେ ସେମାନଙ୍କର ସଂଗ୍ରାମ ଭାରତର ଅନ୍ୟ ସ୍ୱାଧୀନଚେତା ସଂଗ୍ରାମୀଙ୍କୁ ପ୍ରେରଣା ଦେଇଥିଲା ବୋଲି ଉଲ୍ଲେଖ କରିଥିଲେ। ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଶିଷ୍ଟ ଶିକ୍ଷାବିତ୍ ଏବଂ ଐତିହାସିକ ଶ୍ରୀ ସତ୍ୟବାଦୀ ବଳିୟାରସିଂହ କହିଲେ ଯେ ଅତ୍ୟାଚାରୀ ଶାସନରୁ ମୁକ୍ତ ହୋଇ ସ୍ୱାଧୀନତାର ଆଶାରେ ରଣପୁରବାସୀ ରଘୁନାଥ ମହାନ୍ତି ଓ ଦିବାକର ପରିଡ଼ାଙ୍କୁ ଆନ୍ଦୋଳନର ପୁରୋଧା ଭାବେ ଗ୍ରହଣ କରିଥିଲେ। ସୂଚନା ଓ ଲୋକସଂପର୍କ ବିଭାଗ…

