ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେଲା ନୂଆବର୍ଷ 2025। ସେଥିପାଇଁ ସାରା ବିଶ୍ବ ବେଶ ଉତ୍ସବ ମୁଖର ହୋଇ ଉଠିଛି। ଚାରିଆଡେ ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଚାଲିଥିଲା ରଂଗାରଂଗ କାର୍ଯ୍ୟକ୍ରମ। ସେହି ରଂଗୀନ ପରିବେଷ ମଧ୍ୟରେ ପ୍ରବେଶ କରିଛି 2025 ମସିହା। ତେବେ ଏହି ନୂଆ ବର୍ଷକୁ ଭିନ୍ନ ଢଙ୍ଗରେ ସ୍ବାଗତ କରିଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ସେ ନିଜ ବାଲୁକା କଳା ଭିତରେ ପ୍ରଭୃ ଜଗନ୍ନାଥଙ୍କୁ ସ୍ଥାପନା କରି ସାରା ବିଶ୍ବକୁ ସେ ନୂଆବର୍ଷ ଉପଲକ୍ଷେ ସ୍ବାଗତ କରିଛନ୍ତି। ପ୍ରତିବର୍ଷ ସୁଦର୍ଶନ ଏହିପରି ଭିନ୍ନ ଭିନ୍ନ ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କରିଥାନ୍ତି। ଏଥରେ ସେ ବିଶ୍ବ ପରିବେଷ ସଚେତନାତା ନେଇ ସେ ତାଙ୍କ ବାଲୁକା କଳା ମାଧ୍ୟମରେ ବାର୍ତ୍ତା ପ୍ରଦାନ କରିଛନ୍ତି।
Author: Samikhsya Bureau
ଭୁବନେଶ୍ବର: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହ ଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷା ରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖ ରେ ସମବେଦନା ଜଣାଇ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତକାଲି ନୂଆ ବର୍ଷ କାର୍ଯ୍ୟକ୍ରମ ରେ ସାମିଲ ହେବେ ନାହିଁ। ତେଣୁ ଅଭିନନ୍ଦନ ପାଇଁ ଆସନ୍ତକାଲି ନବୀନ ନିବାସ କୁ ନ ଆସିବା ପାଇଁ ଶ୍ରୀ ପଟ୍ଟନାୟକ ଶୁଭେଛୁ ମାନଙ୍କୁ ଅନୁରୋଧ ଜଣାଇଛନ୍ତି।
ଭୁବନେଶ୍ବର: ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ପୁରୀ ଜଗତସିଂହପୁର କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲା ଗସ୍ତରେ ଯାଇ ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ପୁରୀର ସତ୍ୟବାଦୀ, କଟକର ସାଲେପୁର ଜଗତସିଂହପୁରର ବାଲିକୁଦା ଓ କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ, ଅଞ୍ଚଳରେ କ୍ଷତ୍ରିଗ୍ରସ୍ତ ଚାଷ ଜମି ବୁଲି ଦେଖିଥିଲେ। ଏହି ସମୟରେ ହଜାର ହଜାର ଚାଷୀ, ମହିଳା ଶ୍ରୀ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ଦୁଃଖ ଜଣାଇଥିଲେ। ସେମାନେ ଅଭିଯୋଗ କରିଥିଲେ ଯେ ବର୍ଷା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଆଗୁଆ ସୂଚନା ଜାରି କରା ଯାଇଥିଲେ ଫସଲ ବଞ୍ଚି ଯାଇଥାନ୍ତା ଓ ପ୍ରତିଦିନ ଚାଷୀ ପ୍ରାଣ ହରାଉନଥାନ୍ତେ ବୋଲି ଚାଷୀମାନେ କ୍ଷୋଭ ପ୍ରକାଶ କରିଥିଲେ। ସେହିପରି ଫସଲ ବୀମା ସମ୍ପର୍କରେ ମଧ୍ୟ ସରକାରଙ୍କ ତରଫରୁ ଠିକ ଭାବରେ ଅବଗତ କରାଯାଇନାହିଁ ବୋଲି ଚାଷୀ ମାନେ ବିରୋଧୀ ଦଳ ନେତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଶ୍ରୀ ପଟ୍ଟନାୟକ ଚାଷୀ ମାନଙ୍କୁ ଆଶ୍ୱାସନା ଦେଇ କହିଥିଲେ…
ଭୁବନେଶ୍ବର: ଆସନ୍ତାକାଲି ହେବ ନୂଆ ବର୍ଷ। ଏହି ବର୍ଷରେ ସମସ୍ତେ ବେଶ ଆନନ୍ଦ ଉଲ୍ଲାସରେ ଅଭିନନ୍ଦନ କରିବେ। ଆଜି ରାତିରୁ ଆରମ୍ଭ ହୋଇଯିବ ଏହି ଉତ୍ସବ। ତେବେ ଏହି ନୂଆ ବର୍ଷରେ ଆପଣ ଓଡିଆ ରେ ଶୁଭେଚ୍ଛା ବାର୍ତ୍ତା ପଠାନ୍ତୁ। ବାସ ତଳେ ଦିଆଯାଇଥିବା ବିଭିନ୍ନ ଶୁଭେଚ୍ଛା ବାର୍ତ୍ତାକୁ କପି କରି ଆପଣଙ୍କ ହ୍ବାଟସଆପ ରେ ପେଷ୍ଟ କରି ପଠାନ୍ତୁ। 1. ନୂଆଁ ବର୍ଷର ଶୁଭେଚ୍ଛା ଓ ଆଶୀର୍ବାଦ! ପ୍ରେମ, ଶାନ୍ତି, ସମୃଦ୍ଧି ଓ ସଫଳତାର ଆଶୀର୍ବାଦ ତୁମର ଜୀବନରେ ଆସୁ। ପ୍ରଭୁ ତୁମକୁ ଭଲ ରଖନ୍ତୁ। 2. ଏହି ନୂଆଁ ବର୍ଷ ତୁମ ପାଇଁ ଏକ ସ୍ବର୍ଣ୍ଣମୟ ଅବସର ହେଉ। ଅଭିନନ୍ଦନ ସବୁ ଦୁଃଖକୁ ଭୁଲି ଆନନ୍ଦ ଓ ଆଶାର ସହ ଏକ ନୂତନ ଆରମ୍ଭ ହେଉ। ନୂଆଁ ବର୍ଷର ଶୁଭକାମନା! 3. ଏହି ନୂତନ ବର୍ଷ ଆପଣଙ୍କର ସବୁ ସ୍ବପ୍ନ ସାର୍ଥକ ହେଉ ସମସ୍ତ ପରିବାର ଓ ମିତ୍ରମାନଙ୍କ…
ଭୁବନେଶ୍ବର: ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କିତ କ୍ଷତିପୂରଣ ଯଥାଶୀଘ୍ର ପ୍ରଦାନ ପାଇଁ ଆଜି ବୀମା କମ୍ପାନୀ ମାନଙ୍କ ସହ ଏକ ଜରୁରୀକାଳୀନ ବୈଠକ କୃଷି ଭବନ ଠାରେ ଅନୁଷ୍ଠିତ ହୋଇଥିଲା । କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ, ସମବାୟ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ଓ କୃଷି ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ ବୀମା କମ୍ପାନୀ ମାନଙ୍କ ସହଯୋଗ କାମନା କରିଛନ୍ତି। ଯୋଗ୍ଯ ଚାଷୀମାନଙ୍କ ହିତରେ ସମସ୍ତ ପ୍ରକ୍ରିୟାକୁ ଅତିଶୀଘ୍ର ସାରିବା ପାଇଁ କମ୍ପାନୀଗୁଡିକୁ କହିବା ସହ କୌଣସି ବ୍ଯତିକ୍ରମକୁ ବରଦାସ୍ତ କରାଯିବ ନାହିଁ ବୋଲି ଡ଼ ପାଢ଼ୀ ସ୍ପଷ୍ଟ କରିଛନ୍ତି। ଏଥିସହିତ, ଅଦିନିଆ ବର୍ଷାଯୋଗୁଁ କଟା ହୋଇ ଜମିରେ ଥିବା ଧାନ ଫସଲର କ୍ଷତି ହୋଇଥିଲେ, କ୍ଷତିପୂରଣ ବାବଦରେ ସୂଚନା ଦେବା ନିମନ୍ତେ କୃଷି ରକ୍ଷକ ହେଲ୍ପଲାଇନ ନମ୍ବର ୧୪୪୪୭ କିମ୍ବା କୃଷି…
ଭୁବନେଶ୍ବର: ଆଜି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯିବେ। ଏହି ଗସ୍ତ ଅବସରରେ ଶ୍ରୀ ପଟ୍ଟନାୟକ ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ପୁରୀର ସତ୍ୟବାଦୀ ,କେନ୍ଦ୍ରାପଡ଼ାର ପଟାମୁଣ୍ଡାଇ, କଟକର ସାଲେପୁର ଓ ଜଗତସିଂହପୁରର ବାଲିକୁଦା ବ୍ଲକ ଆଦି ସ୍ଥାନରେ କ୍ଷତିଗ୍ରସ୍ତ ଚାଷ ଅଂଚଳ ବୁଲି ଦେଖିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବେ। ନବୀନ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ଫସଲ ପରିସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା କରିବେ।
ଭୁବନେଶ୍ବର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ସପ୍ତମ ପାଳି, ଚଳିତ ବର୍ଷର ଶେଷ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଅଧିକ କ୍ରିୟାଶୀଳ ହୋଇଛି । ମୁଖ୍ୟମନ୍ତ୍ରୀ, ଅଭିଯୋଗ ପ୍ରକୋଷ୍ଠରେ ଅଥବା ଯେଉଁଠାକୁ ଯାଆନ୍ତି ସେଠାରେ ସାଧାରଣଲୋକଙ୍କୁ ଭେଟିବା, ସେମାନଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । ଆଜି ସପ୍ତମ ପାଳିର ଆରମ୍ଭରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିବା ପରେ ବାହାରେ ଚେୟାରରେ ବସିଥିବା ପ୍ରାୟ ୪୦ ଜଣ ଭିନ୍ନକ୍ଷମ ମାନଙ୍କୁ ପ୍ରଥମେ ଭେଟିଥିଲେ । ସେମାନଙ୍କ ସମସ୍ୟା ଓ ଅଭିଯୋଗକୁ ଗୋଟି ଗୋଟିକରି ଶୁଣିବା ପରେ ପାଖରେ ଥିବା ମନ୍ତ୍ରୀ ଓ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କୁ ଅଭିଯୋଗ ପତ୍ର ଧରାଇ ସମାଧାନ କିପରି ହେବ ସେଥିପ୍ରତି ଯତ୍ନବାନ ହେବା…
ଭୁବନେଶ୍ବର: ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଗସ୍ତରେ ଯାଇ ଅଦିନିଆ ବର୍ଷା କ୍ଷତିଗ୍ରସ୍ତଙ୍କ ସହିତ ଆଲୋଚନା କରିଛନ୍ତି। ନବୀନ ଶେରଗଡ଼ର ଟକରଡ଼ା, ହିଞ୍ଜିଳିର ପୋଡିଙ୍ଗି, ଆସ୍କାର ବରଗାଁ, କବିସୂର୍ଯ୍ୟନଗରର ଆମ୍ବିଶିଖରପୁର ଓ ଖଲିକୋଟର ଭରସାଗାଁ ଅଞ୍ଚଳ ଦେଖିଥିଲେ। କ୍ଷତ୍ରିଗ୍ରସ୍ତ ଚାଷ ଜମି ବୁଲି ଦେଖିଥିଲେ ଏହି ସମୟରେ ହଜାର ହଜାର ମହିଳା ନବୀନଙ୍କୁ ଭେଟି ସେମାନଙ୍କ ଦୁଃଖ ଜଣାଇଥିଲେ। ସେମାନେ ଅଭିଯୋଗ କରିଥିଲେ ଯେ ବର୍ଷା ଛାଡି ଯିବାର ଏତେ ଦିନ ପରେ ମଧ୍ୟ କୌଣସି ସରକାରୀ କର୍ମଚାରୀ ଏ ପର୍ଯ୍ୟନ୍ତ କ୍ଷେତ୍ର ପରିଦର୍ଶନ ରେ ଆସିନାହାନ୍ତି। ବର୍ଷା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଆଗୁଆ ସୂଚନା ଜାରି କରା ଯାଇଥିଲେ ଫସଲ ବଞ୍ଚି ଯାଇଥାନ୍ତା ବୋଲି ଚାଷୀ ମାନେ କ୍ଷୋଭ ପ୍ରକାଶ କରିଥିଲେ। ସେହିପରି ଫସଲ ବୀମା ସମ୍ପର୍କରେ ମଧ୍ୟ ସରକାରଙ୍କ ତରଫରୁ ଠିକ ଭାବରେ ଅବଗତ କରାଯାଇନାହିଁ ବୋଲି ଚାଷୀମାନେ ବିରୋଧୀ ଦଳ…
ଭୁବନେଶ୍ବର: ଆଜି ରାଜଧାନୀରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଫୁଡ ବ୍ଲଗର ସୋନାଲୀ ସଂଘମିତ୍ରା ପରିଡାଙ୍କ ଆଜି ଝୁଲନ୍ତା ଅବସ୍ଥାରେ ଥିବା ମୃତଦେହ। ସେ ଆତ୍ମହତ୍ୟା କରିଥିବାର ଅନୁମାନ କରାଯାଉଛି। ହେଲେ ପରିବାର ଲୋକେ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ ଆଣିଛନ୍ତି। ତେବେ ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଘଟଣାରୁ ଜଣାପଡିଛି ଯେ, ସୋନାଲୀ ପ୍ରାୟ ୩ ବର୍ଷ ହେବ ଇନଫୋସିଟି ଥାନା ପଟିଆ ଆଦର୍ଶ ବିହାର ଲେନ୍-୨ସ୍ଥିତ ଏକ ହଷ୍ଟେଲରେ ରହୁଥିଲେ। ଗତକାଲି ପରିବାର ଲୋକେ ତାଙ୍କୁ ବାରମ୍ବାର ଫୋନ୍ କରିଥିଲେ ମଧ୍ୟ ସେ ଫୋନ୍ ଉଠାଇ ନ ଥିଲେ। ଏହାପରେ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ଫୋନ୍ କରିବାରୁ ଝିଅ ଗୁରୁତର ଥିବା କହିଥିଲେ। ମାତ୍ର ପରିବାର ଲୋକେ ପହଞ୍ଚି ଝିଅର ମୃତଦେହ ହଷ୍ଟେଲର ଶୌଚାଳୟରେ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲେ। ସୋନାଲି ସଂଘମିତ୍ରା ପରିଡ଼ାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲାରେ ହୋଇଥିବା ବେଳେ…
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଘଟିଥିବା ଅଦିନିଆ ବର୍ଷା ଜନିତ କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ ପାଇଁ ନୟାଗଡ, ଗଜପତି ଓ ଗଞ୍ଜାମ ଜିଲ୍ଲା ଗସ୍ତ କରି ସବୁ କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ନିଶ୍ଚୟ ସହାୟତା ମିଳିବ ବୋଲି ଆଶ୍ଵାସନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ମଧ୍ୟ କ୍ଷତିଗ୍ରସ୍ତ ଜିଲ୍ଲା ଗୁଡ଼ିକ ବୁଲି ଦେଖିଥିଲେ। ଗସ୍ତ କାର୍ୟ୍ୟକ୍ରମର ଶେଷ ପର୍ଯ୍ୟାୟ ଛତ୍ରପୁରଠାରେ ମୁଖ୍ୟମନ୍ତ୍ରୀ କ୍ଷୟକ୍ଷତି ସମ୍ବନ୍ଧରେ ସମୀକ୍ଷା କରି ବୀମା ଭୂକ୍ତ ଚାଷୀମାନଙ୍କ ପାଇଁ କ୍ଷୟକ୍ଷତି ସଂପର୍କରେ ଜଣାଇବା ସମୟ ଅବଧିକୁ ଆଉ ଗୋଟିଏ ଦିନ ବୃଦ୍ଧି କରିଛନ୍ତି । ଏହି ସମୟ ରବିବାର ପର୍ୟ୍ୟନ୍ତ ଥିବା ବେଳେ ଏହା ଆସନ୍ତା କାଲି ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି। ରାଜ୍ୟର କ୍ଷତିଗ୍ରସ୍ତ ହୋଇଥିବା ଜିଲ୍ଲା ଗୁଡିକର ଜିଲ୍ଲାପାଳ ମାନଙ୍କୁ ପୁନଃ ଆକଳନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।…
ଭୁବନେଶ୍ବର: ଓଡ଼ିଶା ରାଜ୍ୟ ସ୍ବାଧୀନତା ସଂଗ୍ରାମୀର ସଭାପତି ଭାବରେ କେନ୍ଦ୍ରାପଡା ଜିଲ୍ଲାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲି ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି। ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ ପରେ ରାଜ୍ୟ ସଭାପତି ପଦ ଖାଲି ରହିଥ୍ଖଲା। ଅଖିଳ ଭାରତୀୟ ସ୍ବାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ରାଷ୍ଟ୍ରୀୟ ଯୁବ ସାମ୍ମୁଖ୍ୟ ଅଧ୍ୟକ୍ଷ ସାଂସଦ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶ୍ରୀ ମୁଦୁଲିଙ୍କୁ ସଭାପତି ଭାବରେ ନିର୍ବାଚିତ କରାଯାଇଛି। ଶ୍ରୀ ମୁଦୁଲି ବର୍ତ୍ତମାନ କେନ୍ଦ୍ରାପଡା ଜିଲ୍ଲା ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ଭାବରେ କାର୍ୟ୍ୟ କରୁଛନ୍ତି। ତାଙ୍କୁ ୯୯ ବର୍ଷ ବୟସ। ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ଭାବରେ ପୂର୍ବରୁ ବିଶ୍ବମ୍ବର ପରିଡା, ପ୍ରହ୍ଲାଦ ରାୟଲାଠ, ଶ୍ରୀଧର ଦାସ, ପୁରୁଷୋତ୍ତମ ନାୟକ, ଭବାନୀ ଚରଣ ପଟ୍ଟନାୟକ ଓ ନୀଳମଣି ସାମଲ କାର୍ଯ୍ୟ କରିଛନ୍ତି। ବିଦାୟୀ ସଭାପତି ନୀଳମଣି ସାମଲଙ୍କର ଗତ ଜାନୁଆରୀ ମାସ ୨୭ ତାରିଖରେ…
ନୂଆଦିଲ୍ଲୀ: ଦେଶର ଇଲେକ୍ଟ୍ରୋନିକ୍ସ ସେକ୍ଟର ୨୦୨୭ ଭିତରେ ୧୨ ମିଲିଅନ୍ ଚାକିରି ସୃଷ୍ଟି କରିବାକୁ ଯାଉଛି। ଏହିପରି ଏକ ତଥ୍ୟ ବର୍ତ୍ତମାନ ସାମନାକୁ ଆସିଛି। ସେଥିମଧ୍ୟରୁ ୩ ମିଲିଅନ୍ ସିଧା ଓ ୯ ମିଲିଅନ୍ ପରୋକ୍ଷ ଚାକିରି ସ୍ଥାନ ସୃଷ୍ଟି ହେବ। ସିଧା ଚାକିରିରେ ପ୍ରାୟ ୧ ମିଲିଅନ୍ ଇଞ୍ଜିନିୟର, ୨ ମିଲିଅନ୍ ଆଇଟିଆଇ ବିଶେଷଜ୍ଞ ଏବଂ ଏଆଇ, ଏମଏଲ୍, ତଥା ଡାଟା ସାଇନ୍ସର ଭଳି ମୈଦାନରେ ୦.୨ ମିଲିଅନ୍ ସ୍ଥାନ ରହିବ। ଏଥିପାଇଁ, ନନ ପ୍ରଫେସନା ଚାକିରିଗୁଡ଼ିକ ପରୋକ୍ଷ ଭାବରେ ୯ ମିଲିଅନ୍ ଚାକିରି ଯୋଗାଇବାକୁ ଆଶା କରାଯାଉଛି, ଯାହା ଏହି ସେକ୍ଟରର ଅପାର ସମ୍ଭାବନା ଏବଂ ଆର୍ଥିକ ବୃଦ୍ଧିରେ ଯୋଗଦାନକୁ ଉତ୍ସାହିତ କରୁଛି। ଟିମଲିଜ୍ ଡିଗ୍ରୀ ଆପ୍ରେଣ୍ଟିସସିପ୍ର ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଇଲେକ୍ଟ୍ରୋନିକ୍ସ ଶିଳ୍ପ ଦ୍ୱାରା ୨୦୩୦ ମସିହାରେ $୫୦୦ ବିଲିୟନ ଉତ୍ପାଦନ ଲକ୍ଷ ଆଦାୟ କରିବାର ଉଦ୍ଦେଶ୍ୟ ରହିଛି। ଏହା ପାଇଁ ଆଗାମୀ ପାଞ୍ଚ…
ଭୁବନେଶ୍ବର: ଓସିଏ ବା ଓଡିଶା କ୍ରିକେଟ ଆସୋସିଏସନ ସଭାପତି ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି ବିଜେଡିର ଟାଣୁଆ ନେତା ପ୍ରଣବ ପ୍ରକାଶ ଦାସ। ସେ ବ୍ୟକ୍ତିଗତ କାରଣ ତଥା ସମୟ ଦେଇ ପାରୁ ନ ଥିବାରୁ ସେ ଏହି ଇସ୍ତଫା ଦେଇଛନ୍ତି ବୋଲି କହିଛନ୍ତି ଓସିଏ ସଂପାଦକ ସଂଜୟ ବେହେରା। ତେବେ ନିୟମ ଅନୁସାରେ ଓସିଏ ଉପସଭାପତି ପଙ୍କଜ ଲୋଚନ ମହାନ୍ତି ଏହି ଦାୟିତ୍ବରେ ରହିବେ। ତେବେ ଓସିଏର ନିୟମ ଅନୁସାରେ ଆସନ୍ତା 45 ଦିନ ମଧ୍ୟରେ ସଭାପତି ନିର୍ବାଚନ ଅନୁଷ୍ଠିତ ହେବ। ଏହାପରେ ନୂଆ ସଭାପତି ଦାୟିତ୍ବ ନେବା ପରେ ଓସିଏର ବିକାଶ ଦିଗରେ କାର୍ଯ୍ୟ ଆରମ୍ଭ ହେବ। ପ୍ରଣବ ପ୍ରକାଶ ବିଜେଡି ସରକାରରେ ଥିବା ବେଳେ ସେ ଏହି ବ୍ୟୟ ବହୁଳ ସଂସ୍ଥାର ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ହେଲେ ବିଜେଡି ସରକାରରୁ ଯିବା ପରେ ସେ ଏହି ପଦବୀରେ ଆଉ ବେଶୀ ଦିନ ରହିପାରିବେ ନାହିଁ ବୋଲି…
Tina Ahuja on Periods: ଗୋବିନ୍ଦାଙ୍କ ଝିଅ ଟିନା ଆହୁଜା ନିଜ ମା’ଙ୍କ ସହିତ ଏକ ଟେଲିଭିଜନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଏହି ଆଲୋଚନାରେ ସେ ପିରିଅଡସ୍ ବା ଋତୁଶ୍ରାବ ବାବଦରେ ନିଜର ଖୋଲା ମତ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଏହି ଯନ୍ତ୍ରଣା ଏକ ମାନସିକ ରୋଗ। ସେ ଦାବି କରିଛନ୍ତି ଯେ ପିରିଅଡସ୍ରେ ଯନ୍ତ୍ରଣା ମୁଖ୍ୟତଃ ମୁମ୍ବାଇ ଓ ଦିଲ୍ଲୀର ଝିଅଙ୍କଠାରେ ଅଧିକ ଦେଖାଦିଏ। ଅନ୍ୟ ସହରର ମହିଳାମାନଙ୍କଠାରେ ଏହି ଯନ୍ତ୍ରଣା ଏତେ ପରିମାଣର ହୁଏ ନାହିଁ। ସେ ଏହାକୁ ମଧ୍ୟ କହିଛନ୍ତି ଯେ ପିରିଅଡସ୍ର ଯନ୍ତ୍ରଣା ଆମର ମନୋଭାବନାରୁ ବା ମାନସିକତାରୁ ସୃଷ୍ଟି ହୁଏ। ପିରିଅଡସ୍ର ପିଡା ମାନସିକ ରୋଗ ଟିନା ଆହୁଜା କହିଛନ୍ତି, “ମୁଁ ମୁଖ୍ୟତଃ ଚଣ୍ଡିଗଡ଼ରେ ରହୁଛି ହେଲେ ମୁଁ ମୁମ୍ବାଇ ଓ ଦିଲ୍ଲୀର ଝିଅମାନେ ଏହି ପିରିଅଡସ୍ ଯନ୍ତ୍ରଣା ବାବଦରେ କଥା ହେବାର ଶୁଣିଛି। ହେଲେ ସେମାନେ ଏହି କଥା ଅନ୍ୟକୁ…
ଭୁବନେଶ୍ବର: ଆସନ୍ତା ୩୧ତାରିଖ ଦିନ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯିବେ। ଏହି ଗସ୍ତ ଅବସରରେ ଶ୍ରୀ ପଟ୍ଟନାୟକ ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ପୁରୀର ସତ୍ୟବାଦୀ ,କେନ୍ଦ୍ରାପଡ଼ାର ପଟାମୁଣ୍ଡାଇ, କଟକର ସାଲେପୁର ଓ ଜଗତସିଂହପୁରର ବାଲିକୁଦା ବ୍ଲକ ଆଦି ସ୍ଥାନରେ କ୍ଷତିଗ୍ରସ୍ତ ଚାଷ ଅଂଚଳ ବୁଲି ଦେଖିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବେ। ନବୀନ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ଫସଲ ପରିସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା କରିବେ। ସେହିପରି ଆସନ୍ତାକାଲି ନବୀନ ଗଂଜାମ ଜିଲ୍ଲା ଗସ୍ତରେ ଯିବେ। ସେ ଗଞ୍ଜାମର ହିଞ୍ଜିଳି, ଶେରଗଡ଼, କବିସୂର୍ଯ୍ୟନଗର ଆସିକା ଓ ଖଲିକୋଟ ଆଦି ସ୍ଥାନରେ କ୍ଷତିଗ୍ରସ୍ତ ଚାଷ ଅଂଚଳ ବୁଲି ଦେଖିବେ। ଏଥିସହିତ ସେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଫସଲ କ୍ଷତି ସମ୍ପର୍କ ରେ ପଚାରି ବୁଝିବା ସହିତ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ପରିସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା…
ଭୁବନେଶ୍ୱର: ପ୍ରତିଟି ସାରସ୍ୱତ ସଂରଚନାର ସମ୍ବେଦନାର ସୂତ୍ରଟିଏ ଥାଏ । କାରୁଣ୍ୟରୁ ଉତ୍ତୀର୍ଣ୍ଣ ସାହିତ୍ୟ ସୃଷ୍ଟି ହୋଇଥାଏ ବୋଲି ବିଶିଷ୍ଟ ସାହିତ୍ୟିକା ଡ. ଅର୍ଚ୍ଚନା ନାୟକ ପ୍ରକାଶ କରିଛନ୍ତି। ଆଜି ସନ୍ଧ୍ୟାରେ ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ଆୟୋଜିତ ‘ସାହିତ୍ୟ ମାସିକୀ’ରେ ଯୋଗଦେଇ ଡ. ନାୟକ ତାଙ୍କ ସାହିତ୍ୟ ଯାତ୍ରା ଉପରେ ବିସ୍ତୃତ ଆଲୋଚନା କରିଛନ୍ତି। ଜୟଦେବ ଭବନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ‘ମୋ ସୃଜନ ମୋ ଜୀବନ’ଶୀର୍ଷକ ବକ୍ତବ୍ୟ ରଖି ଡ. ନାୟକ କହିଛନ୍ତି ଯେ ସେ ପଞ୍ଚମ ଶ୍ରେଣୀର ଛାତ୍ରୀ ଥିବାବେଳେ ଚିଲ ପାଟିରୁ ମାଛଟିଏ ଖସିଯିବାର ଦୃଶ୍ୟ ଦେଖି ପ୍ରଥମ କବିତା ଲେଖିଥିଲେ। ଦୃଶ୍ୟମାନ ପ୍ରକୃତି ଓ ଗ୍ରାମୀଣ ଚରିତ୍ରମାନେ ତାଙ୍କ ଲେଖାରେ ଉପସ୍ଥାପିତ ହେଉଥିଲେ। ମାତ୍ର ସତୁରୀ ଦଶକରୁ ତାଙ୍କର ସାରସ୍ୱତ ଧାରା ଶ୍ରୀ ଅରବିନ୍ଦଙ୍କ ଦର୍ଶନରେ ପ୍ରଭାବିତ ହେଲା। ସେ ଇନ୍ଦ୍ରିୟୋତ୍ତର ଚେତନା ଓ ଅଦୃଶ୍ୟ ଜଗତର ଅନୁଭବକୁ ନେଇ ଲେଖାଲେଖି ଜାରି ରଖିଲେ…
ଭୁବନେଶ୍ଵର: ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ପକ୍ଷରୁ ଶ୍ରୀ ପ୍ରତାପ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଶନିବାର ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ମନମୋହନ ସିଂଙ୍କୁ ଶ୍ରଦ୍ଧାସୁମନ ଅର୍ପଣ ପୂର୍ବକ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂର୍ବତନ ପିସିସି ସଭାପତି ଶ୍ରୀ ଜୟଦେବ ଜେନା କହିଥରେ ଯେ, ନିଜର ଅତୁଳୀନୟ କୃତି ପାଇଁ ମନମୋହନ ସିଂ କେବଳ ଭାରତ ନୁହେଁ, ସାରା ବିଶ୍ଵରେ ସ୍ମରଣୀୟ ହୋଇ ରହିବେ । ଭାରତର ଦ୍ରୁତ ବିକାଶର ଶ୍ରେୟ କେବଳ ମନମୋହନ ସିଂଙ୍କର। ସରକାରକୁ ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ କରିବା ପାଇଁ ସେ ସୂଚନା ଅଧିକାର ଆଇନ ପ୍ରଣୟନ କରିଥିଲେ । ଯାହାଫଳରେ ଜଣେ ସାଧାରଣ ମଣିଷ ସରକାରୀ ବ୍ୟବସ୍ଥାକୁ ପ୍ରଶ୍ନ ପୟରି ଉତ୍ତର ପାଇବାର ଅଧୁକାରପ୍ରାପ୍ତ ହୋଇପାରିଥିଲା। ଭାରତକୁ କ୍ଷୁଧାମୁକ୍ତ କରିବା ପାଇଁ ଯୁଗାନ୍ତକାରୀ ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରିବା ସହ…
ଭୁବନେଶ୍ବର: ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତିର ଆକଳନ ପାଇଁ ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀଗଣ। ସେମାନେ ଫସଲ କ୍ଷୟକ୍ଷତିର ଅନୁଧ୍ୟାନ ସହ ଚାଷୀଙ୍କ ସହିତ ଆଲୋଚନା କରିବେ। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟ ମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତରେ ଯିବେ। ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଓ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ- ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲା। ନୟାଗଡ଼ ଜିଲ୍ଲାର ରଣପୁର, ଗଜପତିର ଗୋସାଣୀ ଓ ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା/ଛତ୍ରପୁର ବ୍ଲକ। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ- କଟକ ଓ ଜଗତସିଂହପୁର, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା- ଭଦ୍ରକ ଓ ବାଲେଶ୍ୱର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର- କେନ୍ଦ୍ରାପଡ଼ା ଓ ଯାଜପୁର ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ- ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଯିବେ ବୋଲି ସୂଚନା ମିଳିଛି ।
ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ। ନିର୍ବାଚନ ପରେ ଏହା ହେବ ତାଙ୍କର ପ୍ରଥମ ଗସ୍ତ। ତାଙ୍କ ଗସ୍ତ ପାଇଁ ବର୍ତ୍ତମାନ ଗଞ୍ଜାମ ବିଜେଡି ବେଶ ତତ୍ପରତା ପ୍ରକାଶ ପାଇଛି। ତେବେ ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ ରହିଛି ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିବେଷ ସେଥିପାଇଁ ସେ ଗଞ୍ଜାମର ହିଞ୍ଜିଳି, ଶେରଗଡ଼, କବିସୂର୍ଯ୍ୟନଗର ଆସିକା ଓ ଖଲିକୋଟ ଆଦି ସ୍ଥାନରେ କ୍ଷତିଗ୍ରସ୍ତ ଚାଷ ଅଂଚଳ ବୁଲି ଦେଖିବେ। ଏଥିସହିତ ସେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଫସଲ କ୍ଷତି ସମ୍ପର୍କ ରେ ପଚାରି ବୁଝିବା ସହିତ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ପରିସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା କରିବେ।
ନୂଆଦିଲ୍ଲୀ: ଆଜି ଅନ୍ତିମ ଯାତ୍ରାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ। ଏକ ବିରାଟ ଶୋଭାଯାତ୍ରାରେ ତାଙ୍କର ପ୍ରାର୍ଥିବ ଶରୀରକୁ ଆଜି କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଅନ୍ତିମ ସମ୍ମାନ ପ୍ରଦାନ କରାଯାଇଥିଲା। ଏହାପରେ ତାଙ୍କର ପ୍ରାର୍ଥିବ ଶରୀରକୁ ଦିଲ୍ଲୀ ନିଗମବୋଧ ଘାଟକୁ ନିଆଯାଉଛି। ଏହି ଶୋଭାଯାତ୍ରାରେ ଖୋଦ ରାହୁଳ ଗାନ୍ଧୀଙ୍କ ସହିତ ବହୁ କଂଗ୍ରେସ ନେତା ସାମିଲ ହୋଇଛନ୍ତି। ନିମଗବୋଧ ଘାଟରେ ତାଙ୍କ ଅନ୍ତିମ ସଂସ୍କାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜନାଥ ସିଂହ, ଅମିତ ଶାହ, ବିଭିନ୍ନ ରାଜ୍ୟର କଂଗ୍ରେସ ମୁଖ୍ୟମନ୍ତ୍ରୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ, ତିନିସେନାର ମୁଖ୍ୟ ପ୍ରମୁଖ ସେଠାରେ ଉପସ୍ଥିତ ଅଛନ୍ତି। କିଛି ସମୟ ପରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ।
ଭୁବନେଶ୍ବର: ରାଜ୍ୟ ସରକାର ଲ କମିଶନ ଗଠନ କରିଛନ୍ତି। ପୂର୍ବରୁ ସରକାର ଓଡିଶା ଲ କମିଶନ ଗଠନ କରିବାକୁ ନିଷ୍ପତି କରିଥିଲେ। ସେହି ଅନୁସାରେ ଆଜି ସେହି କମିଟର ପୂର୍ଣ୍ଣାଙ୍କ ରୂପରେଖ ପ୍ରସ୍ତୁତ କରାଯାଇଛି। ଏହି କମିଟର ଅଧ୍ୟକ୍ଷ ରହିବେ ଜଷ୍ଟିସ ବିଶ୍ବନାଧଥ ରଥ।ଏଥିରେ ଅଧ୍ୟକ୍ଷଙ୍କ ସହିତ ଛଅ ଜଣ ସଦସ୍ୟ ରହିଛନ୍ତି। ସେମାନେ ହେଲେ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ, ଆଇନି ବିଭାଗର ପ୍ରମୁଖ ଶାସନ ସଚିବ, ବରିଷ୍ଠ ଆଇନଜୀବି ସୂର୍ଯ୍ୟକାନ୍ତ ମିଶ୍ର, ସୌରେନ୍ଦ୍ର ମହାପାତ୍ର, କମିଶନଙ୍କ ସଚିବ ଏହାର ସଦସ୍ୟ ରହିବେ।

