
ଭୁବନେଶ୍ଵର: ଆଜି ରାଜ୍ୟରୁ ୪୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଅନୁଗୁଳରୁ ୩୨, ପୁରୀରୁ ୩୧, ବରଗଡରୁ ୩୦, କଳାହାଣ୍ଡିରୁ ୨୮, ବଲାଙ୍ଗିରିରୁ ୨୫, କେନ୍ଦ୍ରାପଡ଼ାରୁ ୧୮, ବାଲେଶ୍ବରରୁ ୧୭, ସୁନ୍ଦରଗଡରୁ ୧୬, ଜଗତସିଂହପୁରରୁ ୧୪, ନୂଆପଡ଼ାରୁ ୧୪, ସମ୍ବଲପୁରରୁ ୧୪, କେନ୍ଦୁଝରରୁ ୧୦, ଯାଜପୁରରୁ ୯, ଗଞ୍ଜାମରୁ ୭, ଢେଙ୍କାନାଳରୁ ୫, ଝାରସୁଗୁଡାରୁ ୫, କୋରାପୁଟରୁ ୫, ରାୟଗଡ଼ାରୁ ୪, ନବରଙ୍ଗପୁରରୁ ୩, ସୋନପୁରରୁ ୩, ଭଦ୍ରକରୁ ୨, ଦେବଗଡରୁ ୨, ମାଲକାନଗିରିରୁ ୧ ଓ ଷ୍ଟେଟପୁଲରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୮ ହଜାର ୨୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୨୯ କୁ ବୃଦ୍ଧି ହୋଇଛି। ତେବେ ୨୯୦୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୭୯୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।