ଭୁବନେଶ୍ବର: ରାଜ୍ୟରେ ଆଜି ୩୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୯୩ ଜଣ ଚିହ୍ନଟ ହୋଇଥିବାବେଳେ ୧୪୨ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ହଜାର ୩୬୪କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୮ହଜାର ୨୭୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୨୩୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୯୮ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।
ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍ ୩୩୫ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୫୨ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ, ବୌଦ୍ଧରୁ ୧ଜଣ, କଟକରୁ ୨୦ଜଣ, ଦେଓଗଡରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିହଂପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ ଜଣ, କୋରାପୁଟ ଜିଲ୍ଲା ରୁ ୧ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ ଜଣ, ନୟାଗଡ଼ ଜିଲ୍ଲାରୁ ୪ ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ, ନୂଆପଡାରୁ ୭ ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ ଏବଂ ଷ୍ଟେଟ ପୁଲ୍ରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।