ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୮୬ ଜଣ କରୋନା ଆକ୍ରାନ୍ତ

Published: Dec 13, 2020, 8:39 pm IST

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୫୭, ଖୋର୍ଦ୍ଧାରୁ ୫୩, ଅନୁଗୁଳରୁ ୨୭, ବଲାଙ୍ଗିରିରୁ ୨୩, ମୟୂରଭଞ୍ଜରୁ ୨୩, ନୂଆପଡାରୁ ୧୮, ବାଲେଶ୍ବରରୁ ୧୬, ଜଗତସିଂହପୁରରୁ ୧୫, କେନ୍ଦୁଝରରୁ ୧୫, ପୁରୀରୁ ୧୩, ଯାଜପୁରରୁ ୧୨, ବରଗଡରୁ ୧୧, କୋରାପୁଟରୁ ୧୦, ଭଦ୍ରକରୁ ୯, ଗଞ୍ଜାମରୁ ୯, ସମ୍ବଲପୁରରୁ ୮, କଳାହାଣ୍ଡିରୁ ୭, କେନ୍ଦ୍ରାପଡାରୁ ୭, ଢେଙ୍କାନାଳରୁ ୬, ଝାରସୁଗୁଡାରୁ ୪, ନୟାଗଡରୁ ୪, ବୌଦ୍ଧରୁ ୩, ଦେବଗଡରୁ ୨, ଗଜପତିରୁ ୨, ରାୟଗଡାରୁ ୨, କନ୍ଧମାଳରୁ ୧, ମାଲକାନଗିରିରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ୧ ଓ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୯ ହଜାର ୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୭୫୭ କୁ ବୃଦ୍ଧି ହୋଇଛି। ତେବେ ୨୮୨୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୦୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts