ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ର ବୈଠକ ବସିବ। ସନ୍ଧ୍ୟା ୫ ଟାରେ ଭିଡିଓ କନଫରେନ୍ସିଂ ଜରିଆରେ କ୍ୟାବିନେଟ ବୈଠକ ବସିବ। ତେବେ ୪ ଦିନ ପୂର୍ବେ ରାଜ୍ୟ କ୍ୟାବିନେଟ ବୈଠକ ବସିଥିବାବେଳେ ଆଜି ପୁଣି ବୈଠକ ବସୁଥିବାରୁ କିଛି ବଡ ଘୋଷଣା ହୋଇପାରେ ବୋଲି ଆଶା କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ କିଛି ବଡ ଘୋଷଣା କରାଯାଇପାରେ ବୋଲି ଅନୁମାନ କରାଯାଉଛି।